ଦୈନିକ ରାଶିଫଳ: ୧୨ ଜୁନ୍ ୨୦୨୦, ମା ସନ୍ତୋଷୀଙ୍କ କୃପାରୁ ଆଜି ଏହି ସବୁ ରାଶି ବ୍ୟକ୍ତିଙ୍କୁ ମିଳିବ ଆର୍ଥିକ ସମସ୍ୟାରୁ ମୁକ୍ତି

ଶେୟାର କରନ୍ତୁ ଅନ୍ୟମାନକ ସହିତ

୨୦୨୦ ମସିହା, ଜୁନ୍ ମାସ ୧୨ ତାରିଖ, ଶୁକ୍ରବାର, ବୃଷ ମାସ ୩୦ ଦିନ, ଆଷାଢମାସ, କୃଷ୍ଣପକ୍ଷ, ସପ୍ତମୀ ତିଥି, ଶତଭିଷା ନକ୍ଷତ୍ର, କୁମ୍ଭ ରାଶିରେ ଚନ୍ଦ୍ର। ବିଛା, ଧନୁ, ମୀନ ରାଶିର ଘାତବାର। ମିଥୁନ, ମୀନ ରାଶିର ଘାତଚନ୍ଦ୍ର। ତାଳ ନ ଖାଇଲେ ଭଲ। ଶୁଭସମୟ ସକାଳ ୬ଟା ୪ମିନିଟ୍ ରୁ ୬ଟା ୫୫ମିନିଟ୍, ଦିବା ୧୨ଟା ୧୩ମିନିଟ୍ ରୁ ୨ଟା ୫୦ମିନିଟ୍, ସନ୍ଧ୍ୟା ୬ଟା ୨୩ମିନିଟ୍ ରୁ ୮ଟା ୩୦ମିନିଟ୍।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ମେଷ:-

ସମସ୍ତ କାର୍ଯ୍ୟକ୍ରମ ସୁରୁଖୁରୁରେ ସଂପୂର୍ଣ୍ଣ ହେବ। ବ୍ୟବସାୟ ସମ୍ବନ୍ଧୀୟ ସମସ୍ତ ଜରୁରୀ କାର୍ଯ୍ୟ ଓ ଆବଶ୍ୟକ ଅର୍ଥ ଆଦାନ ପ୍ରଦାନ ସୁଚାରୁ ରୂପେ ହେବ। ଧନସମ୍ପଦରେ ଅଭିବୃଦ୍ଧି ଘଟିବ। ସାହିତ୍ୟ ଓ କଳାକ୍ଷେତ୍ରରେ ସମ୍ମାନ ପାଇବେ। କର୍ମକ୍ଷେତ୍ରରେ ଗଠନମୂଳକ ପ୍ରସ୍ତାବ ଦେଇ ପ୍ରଶଂସିତ ହେବେ। ଶିଳ୍ପବାଣିଜ୍ୟ ଓ ପରିବହନ ବ୍ୟବସାୟରେ ବିଭିନ୍ନ ଆଡୁ ଲାଭ ପାଇବେ। କିଛି ନୂତନ କର୍ମ ଆରମ୍ଭ କରି ନିକଟ ସମ୍ପର୍କୀୟଙ୍କ ଠାରୁ ପ୍ରଶଂସିତ ହେବେ। ବନ୍ଧୁବାନ୍ଧବ ମାନେ ଆର୍ଥିକ କ୍ଷେତ୍ରରେ ସାହାଯ୍ୟ ସହଯୋଗ କରିବା ଯୋଗେ ଚିନ୍ତା କରିଥିବା କାମ ଗୁଡିକ ଠିକ୍ ଭାବେ ସଂପୂର୍ଣ୍ଣ ହେବ। ପ୍ରତିକାର ମାଗିବା ଲୋକକୁ ନିରାଶ କରନ୍ତୁ ନାହିଁ।

ବୃଷ:-

ସମ୍ପର୍କୀୟଙ୍କ ଶୁଭସୂଚନା ଶୁଣି ଖୁସି ହେବେ। ଉଚ୍ଚ ସମ୍ଭାବନାର ଆଶା ଆଶ୍ଵାସନା ଲାଭ କରି ମାନସିକ ଶାନ୍ତି ଅନୁଭବ କରିବେ। ପାରିବାରିକ କ୍ଷେତ୍ରରେ ସ୍ଥିରତା ଦେଖାଦେବା ସହ ଭୋଗବିଳାସ ଓ ଆନନ୍ଦମୟ ମୂହୁର୍ତ୍ତ କଟିବ। ପୁରାତନ ରୋଗ ପୀଡ଼ାରୁ ଉପସମ ପାଇବେ। ରାଜନୈତିକ କ୍ଷେତ୍ରରେ ମିତ୍ରମାନେ ପରାମର୍ଶ ଦେଇ ସମସ୍ତ ଆଶା ପୂରଣ କରିବା ପାଇଁ ଚେଷ୍ଟା କରିବେ। ଧନସମ୍ପଦରେ ଅଭିବୃଦ୍ଧି ଘଟିବା ସହ ସ୍ଵାସ୍ଥ୍ୟକର ପରିବେଶ ସାଙ୍ଗକୁ ସମ୍ମାନଜନକ ଘଟଣା ଘଟିବ। ନୂତନ ଓ ପୁରାତନ ଯୋଜନା ଫଳପ୍ରସୂ ହେବା ସହଜ ସରଳ ହୋଇଯିବ। ପ୍ରତିକାର ମାଦକଦ୍ରବ୍ୟ ଓ ଆମିଷ ସେବନ କରନ୍ତୁ ନାହିଁ।

ମିଥୁନ:-

କୌଣସି ଶୁଭକାର୍ଯ୍ୟରେ ଯୋଗ ଦେବାକୁ ପଡି ପାରେ। ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତା ପାଇ ବ୍ୟବସାୟ କ୍ଷେତ୍ରରେ ପରିବର୍ତ୍ତନ ହେବ। ସାମ୍ବାଦିକ ତାରୁ ଲାଭ ଓ ଶୁଭ ସମାଚାର ମିଳିବ। ପରିବାରରେ ଅଶାନ୍ତି ଦୂରେଇ ଯାଇ ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ। ମନୋକାମନା ପୂରଣ ହେବା ସହ ଆତ୍ମ ବିଶ୍ୱାସ ବୃଦ୍ଧି ହୋଇ ଲାଭର ମାର୍ଗ ପ୍ରଶସ୍ଥ ହେବ। ରାଜନୀତି କ୍ଷେତ୍ରରେ ଲୋକ ସମ୍ପର୍କ ଆତ୍ମସନ୍ତୋଷ ବଢ଼େଇବ। ଧାର୍ମିକ କାର୍ଯ୍ୟରେ ମନ ବଳାଇବେ। ଭୁଲ ବୁଝାମଣାରୁ ବିବାଦୀୟ କ୍ଷେତ୍ରରେ ପ୍ରବେଶ କରି ପୀଡା ଭୋଗକରି ପାରନ୍ତି। ପ୍ରତିକାରମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

କର୍କଟ:-

ସ୍ୱାସ୍ଥ୍ୟ ସମ୍ବନ୍ଧୀୟ ସମସ୍ୟାକୁ ନେଇ ମନସନ୍ତୁଷ୍ଟ ରହିବ। କର୍ମକ୍ଷେତ୍ରରେ ଉପରିସ୍ଥ ବ୍ୟକ୍ତିଙ୍କଠାରୁ ସମ୍ମାନ ମିଳିବ। ସାଙ୍ଗ ସାଥିମାନେ ସାହାଯ୍ୟ ସହଯୋଗ କରିବେ। କେତେକ କ୍ଷେତ୍ରରେ ଗଠନମୂଳକ ପ୍ରସ୍ତାବ ଦେଇ ପ୍ରଶଂସିତ ହେବେ। ସତସଙ୍ଗ ଓ ମନୋରଞ୍ଜନ କରିବାର ସୁଯୋଗ ପାଇ ପାରନ୍ତି। ଧର୍ମାନୁଷ୍ଠାନ ଦିଗରୁ ପ୍ରେରଣା ପାଇ ବିଦ୍ୟାକ୍ଷେତ୍ରରେ ଉନ୍ନତି କରି ପାରିବେ। ପାରିବାରିକ କ୍ଷେତ୍ରରେ ଆଲୁଅ ଅନ୍ଧାରରେ ଲୁଚକାଳି ଖେଳଭଳି ଦେଖା ଦେବ। ନୁତନ କାର୍ଯ୍ୟ ଆରମ୍ଭ କରିବା ପୂର୍ବରୁ ହାତେମାପି ଚାଖଣ୍ଡେ ଚାଲିବା ଉଚ୍ଚିତ୍। ଆୟକୁ ଚାହିଁ ବ୍ୟୟର ଅଟକଳ ନ କଲେ ଲୋକହସା ହେବେ। ପ୍ରତିକାର:- ଗୋମାତାକୁ କିଛି ଖାଦ୍ୟ ଦିଅନ୍ତୁ।

ସିଂହ:-

ନିର୍ମାଣଧୀନ କାର୍ଯ୍ୟ ସମ୍ପନ୍ନ ହେବ। ଗୃହାରମ୍ଭ, ନୂତନ ବ୍ୟବସାୟ ଆରମ୍ଭ କରି ପାରିବେ। ଅବିବାହିତ ଯୁବକ ଯୁବତୀମାନେ ବିବାହ କରିବାର ସୁଯୋଗ ପାଇବେ। ଜଣେ ସତ୍ ପରାମର୍ଶଦାତା, ଦାର୍ଶନିକ, ଉପଦେଷ୍ଠା, କର୍ତ୍ତବ୍ୟନିଷ୍ଠ, କର୍ମଠ, ସଚ୍ଚୋଟ ବ୍ୟକ୍ତିରୁପେ ସମାଜର ସ୍ଵୀକୃତି ପାଇବେ। କର୍ମକ୍ଷେତ୍ରରେ ଉନ୍ନତି, ଆକସ୍ମିକ ଅର୍ଥଲାଭ, ସୁନାମପ୍ରାପ୍ତି ଓ ସମ୍ମାନ ବୃଦ୍ଧି ହେବ। ଅତି ପ୍ରିୟବନ୍ଧୁ ଆର୍ଥିକ ସହାୟତା କରିବେ। ପାରିବାରିକ ଜୀବନରେ ସୁଖ ସମ୍ପଦ ପ୍ରାପ୍ତି ହେବ। ବୁଦ୍ଧିମତା କାରଣରୁ ପ୍ରଚୁର ଅର୍ଥ ଲାଭହେବ। ଯେଉଁ ଜିନିଷ ପାଇବା ପାଇଁ ଚିନ୍ତାକରୁଥିଲେ ତାହା ନିଶ୍ଚିତ ଭାବେ ପାଇବେ। ପ୍ରତିକାରମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

କନ୍ୟା:-

ଲେଖକ, ପତ୍ରକାର, ସଙ୍ଗୀତଜ୍ଞ ଓ ସାମ୍ବାଦିକତାରେ କର୍ମରତ ଥିବା ବ୍ୟକ୍ତିମାନଙ୍କର ଅନେକ ଶୁଭହେବ। ଉଚିତ୍ ପରାମର୍ଶ ପାଇ ହରେଇଥିବା ଦ୍ରବ୍ୟ ଫେରି ପାଇ ପାରନ୍ତି। ଅଫିସ୍ ରେ ଅଟକି ରହିଥିବା କାମଗୁଡ଼ିକ ସୁରୁଖୁରୁରେ ସମ୍ପନ୍ନ ହେବ। ରାଜନୈତିକ କ୍ଷେତ୍ରରେ ପ୍ରଶଂସିତ ହେବେ। ସାମାଜିକ ସ୍ତରରେ ସହନଶୀଳତା ଗୁଣରୁ ପ୍ରଶଂସିତ ହେବେ। ଆର୍ଥିକସ୍ଥିତି ସୁଧାରିବାକୁ ଚେଷ୍ଟା କରିବେ। ଧନଲାଭ ହେବ କିନ୍ତୁ ବ୍ୟୟ ମଧ୍ୟ ହେବ। ଯାହାର ବେଶି ଉପକାର କରିବେ ତାହାଦ୍ୱାରା ବେଶି ଆଘାତ ପାଇବେ। ପରିବାର କଥା ଚିନ୍ତା କରି ମନରେ ଅସନ୍ତୋଷ ଦେଖାଦେବ। ପ୍ରତିକାର:- ଅସହାୟାଙ୍କୁ ସାହାଯ୍ୟ କରନ୍ତୁ।

ତୁଳା:-

ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ। ବାଣିଜ୍ୟ କ୍ଷେତ୍ରରେ ନୂତନ ଓ ପୁରାତନ ଯୋଜନା ଫଳପ୍ରସୂ ହେବା ସହଜ ସରଳ ହୋଇଯିବ। ରାଜନୀତି କ୍ଷେତ୍ରରେ ସଫଳତା ଏବଂ ଲୋକ ସମ୍ପର୍କ ଆତ୍ମସନ୍ତୋଷ ବଢ଼େଇବ। ନୂତନ କାର୍ଯ୍ୟରେ ହାତଦେଇ କୃତ କାର୍ଯ୍ୟ ହେବେ ଓ ସମସ୍ତକାର୍ଯ୍ୟ ସହଜରେ ପୂର୍ଣ୍ଣ ହେବ। ଶୁଭ ସମାଚାର ମିଳିବ ଓ ନିଜଲୋକ ସାହାଯ୍ୟ କରିବେ। କର୍ମକ୍ଷେତ୍ରରେ କିଛି ନୂଆସୁଯୋଗ ଆସିବ। ବାସଗୃହ ଓ ଯାନବାହନର କେତେକ ସମସ୍ୟା ସମାଧାନ ହୋଇଯିବ। ଅବିବାହିତ ଯୁବକ ଯୁବତୀମାନେ ବିବାହ କରିବାର ସୁଯୋଗ ପାଇବେ। ପ୍ରତିକାରମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ବିଚ୍ଛା:-

ବ୍ୟବସାୟ ବାଣିଜ୍ୟ କିମ୍ବା ଯୌଥ ପରିବାର ସମ୍ପର୍କୀୟ ଘଟଣା ଯୋଗୁଁ ଅନେକ ପ୍ରକାର ଉଲ୍ଲେଖନୀୟ ପରିବର୍ତ୍ତନ ଦେଖାଦେବ। ବନ୍ଧୁ, ମିତ୍ରଙ୍କ ସହଯୋଗରେ ଜମିବାଡି ନେଇ କେତେକ ସମସ୍ୟା ସମାଧାନ ହୋଇଯିବ। ପରୀକ୍ଷା ଓ ପ୍ରତିଦ୍ୱନ୍ଦିତାରେ ସଫଳତା ପାଇବେ। ଅବିବାହିତ ଯୁବକ ଯୁବତୀମାନେ ବିବାହ କରିବାର ସୁଯୋଗ ପାଇବେ। ପରିବାରରେ ହସଖୁଶିର ବାତାବରଣ ସୃଷ୍ଟି ହେବ। ଯେତେ ସମସ୍ୟା ଲାଗିଲେ ମଧ୍ୟ କାମକୁ ଅବହେଳା କରିବେ ନାହିଁ। ମନ ଭଲ ରହିବ ନାହିଁ। ସତର୍କ ନହେଲେ ଯାନବାହନରେ ଆକସ୍ମିକ ଦୁର୍ଘଟଣା ଘଟିପାରେ। ପ୍ରତିକାର ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

ଧନୁ:-

ବନ୍ଧୁ, ମିତ୍ର ଏବଂ ଉଚ୍ଚପଦାଧିକାରୀଙ୍କ ଠାରୁ ସାହାଯ୍ୟ ସହଯୋଗ ପାଇବେ। ପ୍ରଶାସନିକ ସ୍ତରରେ ପରିଚାଳନା ଦାୟିତ୍ୱ ବୃଦ୍ଧି ପାଇବ। ବ୍ୟବସାୟୀମାନେ ଅଧିକ ପରିଶ୍ରମ କରି ଅତ୍ୟଧିକ ଲାଭ ପାଇବେ ଓ ଆର୍ଥିକସ୍ଥିତି ସୁଧୁରିବ। ରାଜନୈତିକ କ୍ଷେତ୍ରରେ ବିଜୟୀ ହେବେ। ସାମାଜିକ ସ୍ତରରେ ଦୃଢ଼ ପଦକ୍ଷେପ ନେଇ କାର୍ଯ୍ୟ ହାସଲ କରିବେ। ଆଇନ, ଅଦାଲତ ଓ ପ୍ରତିଦ୍ୱନ୍ଦିତା କ୍ଷେତ୍ରରେ ସମସ୍ୟା ଦୂର ହୋଇଯିବ। ନିର୍ମାଣାଧୀନ କାମ ଅଟକି ରହିଯିବା ଯୋଗୁ ସାମାନ୍ୟ ଚିନ୍ତିତ ରହିବେ। ପ୍ରେମ କ୍ଷେତ୍ରରେ ସଫଳ ହେବେ। ସମ୍ପର୍କୀୟ ମାନଙ୍କ ସହ ପରୋକ୍ଷ ଶତୃତା ଯୋଗୁ ବିଚଳିତ ହୋଇ ପାରନ୍ତି। ପ୍ରତିକାର:- ଅସହାୟାଙ୍କୁ ସାହାଯ୍ୟ କରନ୍ତୁ।

ମକର:-

ଆର୍ଥିକ ଦିଗରୁ ଉନ୍ନତି ଓ ନୂତନ ପଦାର୍ଥ ସଂଗ୍ରହ କରିବା ପାଇଁ ଆଗ୍ରହ ବଢିବ। କର୍ମକ୍ଷେତ୍ରରେ ରାଜକୀୟ ସମ୍ମାନ ମିଳିବା ସହ ନୂଆ ଯୋଜନାରେ ସଫଳ ହେବେ। ବ୍ୟବସାୟରେ ଆଶା କରୁଥିବା ସଫଳତା ପାଇ କମ୍ ପରିଶ୍ରମରେ ଆଶାଜନକ ଫଳ ପ୍ରାପ୍ତି ହେବ। ପରିବାରରେ ଆତ୍ମବିଶ୍ୱାସ ବୃଦ୍ଧି ପାଇବ ସମସ୍ୟାର ସମାଧାନ କରିବେ। ମନୋବିଜ୍ଞାନ ସମ୍ବନ୍ଧରେ ବିଶେଷ ରୁଚି ରହିବ। ରାଜନୀତି କ୍ଷେତ୍ରରେ ସାମାଜିକ କାର୍ଯ୍ୟରେ ସଫଳ ସିଦ୍ଧହେବେ। କୋର୍ଟ କଚେରୀ ଓ ମାଲିମୋକଦ୍ଦମାରେ ବିଜୟୀ ହେବେ।ଉଦାସୀନତା ଓ ନକରାତ୍ମକ ପ୍ରବୃତ୍ତିକୁ ଛାଡିବା ପାଇଁ ପ୍ରୟାସ କରିବେ। ପ୍ରତିକାରମାଦକଦ୍ରବ୍ୟ ସେବନ କରନ୍ତୁ ନାହିଁ।

କୁମ୍ଭ:-

ସ୍ୱାସ୍ଥ୍ୟ ଠିକ୍ ରହିବ। ସହକର୍ମୀମାନଙ୍କର ସମର୍ଥନ ଓ ଅଧସ୍ତନଙ୍କର ସହଯୋଗ ଯୋଗୁଁ କର୍ମକ୍ଷେତ୍ରରେ ସମ୍ମାନ ବୃଦ୍ଧିହେବା ସହ ସୁନାମ ଅର୍ଜନ କରିବେ। ବିଦ୍ୟୁତ୍ ବିଭାଗ, ଯନ୍ତ୍ର ଚାଳନ, ଯାନବାହାନ ତଥା ଖଣି ଓ ଜଙ୍ଗଲ କ୍ଷେତ୍ରରେ କର୍ମରତ ବ୍ୟକ୍ତିମାନେ ଶୁଭ ସଂବାଦ ପାଇ ଖୁସି ହେବେ। ବାଣିଜ୍ୟ କ୍ଷେତ୍ରରେ ଆକସ୍ମିକ ଧନ ପ୍ରାପ୍ତି ହେବା ଫଳରେ ବ୍ୟବସାୟ ବଢେଇବାର ପ୍ରୟାସ କରିବେ। ରାଜନୈତିକ କ୍ଷେତ୍ରରେ ଶତୃ ମାନେ ମିତ୍ରତାର ହାତ ବଢେଇବେ। ପୁରାତନ ରୋଗର ସାମାନ୍ୟ ଉନ୍ନତି ପରିଲକ୍ଷିତ ହେବ। ପାରିବାରିକ କ୍ଷେତ୍ରକୁ ସରସ ସୁନ୍ଦର କରିବାରେ ପ୍ରଯତ୍ନ କରିବେ। ପ୍ରତିକାରମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ମୀନ:-

ରକାରୀ କର୍ମଚାରୀମାନେ ଅତ୍ୟଧିକ କାର୍ଯ୍ୟ ଚାପ ଯୋଗୁ କଠିନ ପରିଶ୍ରମ ହେତୁ ଶାରିରୀକ ଓ ମାନସିକ କଷ୍ଟ ଭୋଗି ପାରନ୍ତି। ସତର୍କରେ ନ ଚାଲିଲେ ଓ ଆଚାର ବ୍ୟବହାର କଥାବାର୍ତ୍ତାରେ ନିୟନ୍ତ୍ରଣ ନ ରହିଲେ କୌଣସି ଭୁଲ୍ କାମ କରି ଅନୁତାପ କରି ପାରନ୍ତି। କୋର୍ଟ କଚେରୀ ମାମଲାରେ ଜିଦରୁ ନିବୃତ ହେବା ଶ୍ରେୟସ୍କର ହେବ। ଟଙ୍କ। ପଇସା ପ୍ରତି ଅତ୍ୟନ୍ତ ସତର୍କ ରହିବାକୁ ପଡିବ। ଆପଣା ଲୋକଙ୍କ ମଧ୍ୟରୁ କେହି କ୍ଷୟକ୍ଷତି ଘଟାଇବାର ଉଦ୍ୟମ କରି ଲଜିତ ହେବେ। ଯାନବାହାନ ଓ ରାସ୍ତାଘାଟରେ ଯଥେଷ୍ଠ ସତର୍କ ହୋଇ ଚଳପ୍ରଚଳ ହେବା ଅତ୍ୟନ୍ତ ଜରୁରୀ। ପ୍ରତିକାର:- ଗୋମାତାକୁ କିଛି ଖାଦ୍ୟ ଦିଅନ୍ତୁ।

Jyotirbid Dr. Pramod Satapathy
Jantra Jyotisha, Cuttack

For personalized consultation and appointment,
you can connect on WhatApp @ 7008758366 or 9437006746
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 7008758366 or 9437006746


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!