ଦୈନିକ ରାଶିଫଳ: ୧୨ ଜୁନ୍ ୨୦୧୯, ଶ୍ରୀ ଗଣେଶଙ୍କ କୃପାରୁ ଆଜି ଏହି ସବୁ ରାଶି ବ୍ୟକ୍ତିଙ୍କର କର୍ମ ଓ ବ୍ୟବସାୟରେ ହେବ ଉନ୍ନତି

ଶେୟାର କରନ୍ତୁ ଅନ୍ୟମାନକ ସହିତ

ମେଷ:-

କୌଣସି ଗୁରୁତ୍ୱପୂର୍ଣ୍ଣ କର୍ମ ନେଇ ଅର୍ଥ ସଂପର୍କିତ  ଚୁକ୍ତିପତ୍ର କଲେ ସଫଳତା ମିଳିବ ଓ ଉତ୍ସାହିତ ହେବେ। ଅଭାବ ଅସୁବିଧା ଥାଇ ମଧ୍ୟ କୌଣସି କାମ ଅଟକିବ ନାହିଁ। ମାଲିମୋକଦ୍ଦମାରେ ନିଜ ପକ୍ଷ ସବଳ ରହିବ। ସରକାରୀ କର୍ମଚାରୀମାନେ ଉତ୍ତମ କାର୍ଯ୍ୟ କରି ପ୍ରଶଂସା ପାଇବେ।  କର୍ମ ନିଯୁକ୍ତି କ୍ଷେତ୍ରରେ ସଫଳ ହେବେ।  ବ୍ୟବସାୟରେ ପ୍ରସାର ପ୍ରଚାର କରି ବଢ଼ାଇବାକୁ ମନ ବଳାଇ ଦକ୍ଷତା ଅର୍ଜନ କରିବେ। ବିଦ୍ୟାକ୍ଷେତ୍ରରେ ଆତ୍ମବିଶ୍ୱାସ ବୃଦ୍ଧି ପାଇବ ଓ ପ୍ରଶଂସା ପାଇବେ। ସୁଖ ସମ୍ପଦ ପ୍ରାପ୍ତି ରାଜନୈତିକ କ୍ଷେତ୍ରରେ ପ୍ରଶଂସିତ ହେବେ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:-

ଉଚ୍ଚ ଶିକ୍ଷା ହାସିଲ କରିବା ପାଇଁ ପ୍ରୟାସରତ ରହିବେ। କାରବାରର ଗତି ରୀତିରେ ପରିବର୍ତ୍ତନର ଆଶଙ୍କା ନାହିଁ। ଅଏସ୍ ଆରାମ ସୁଖ-ସନ୍ତୁଷ୍ଟି ପାଇବାରେ ବାଧା କିଛି ନାହିଁ। ଯେତେ ସମସ୍ୟା ଲାଗିଲେ ମଧ୍ୟ କାମକୁ ଅବହେଳା କରିବେ ନାହିଁ। ବନ୍ଧୁଙ୍କୁ ଦେଇଥିବା ପ୍ରତିସୂତି ରକ୍ଷାକରିବା ଫଳରେ ମନ ଭଲ ରହିବ। ଅତି ଭଲ ସମ୍ପର୍କ ଥିବା ବନ୍ଧୁଙ୍କ ଠାରୁ ଆର୍ଥିକ ସାହାଯ୍ୟ ମିଳିବ। ଆଧ୍ୟାତ୍ମିକ ଭାବଧାରରେ ଉଦବୁଦ୍ଧ ହୋଇ ସତସଙ୍ଗ ଓ ଧର୍ମଚର୍ଚ୍ଚା ଦିଗକୁ ମନ ବଳେଇବେ। ପ୍ରେମ-ପ୍ରସଙ୍ଗରେ ଆଶାଜନକ ଫଳପ୍ରାପ୍ତି ହେବ। କୌଣସି କାରଣ ବଶତଃ ଦୂର ବା ନିକଟ ଯାତ୍ରାକୁ ନଯିବା ଉଚିତ୍। ପ୍ରତିକାର- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

ମଥୁନ:-

ଅଭାବ ଅସୁବିଧା ଥାଇ ମଧ୍ୟ କୌଣସି କାମ ଅଟକିବନାହିଁ। ପରିବାର ହିତ ପାଇଁ ଅଧିକ ଖର୍ଚ୍ଚାନ୍ତ ହେବେ। କୋର୍ଟ କଚେରୀ ମାମଲାରେ ହାତେମାପି ଚାଖଣ୍ଡେ ଚାଲିବା ବିଧେୟ। ବାଣିଜ୍ୟ କ୍ଷେତ୍ରରେ ପ୍ରତିଦ୍ଵନ୍ଦିତାରେ ଉନ୍ନତମାନର ଫଳପାଇବେ। ସମୟ ଅନୁକୂଳ ହେଲେ ମଧ୍ୟ କାର୍ଯ୍ୟ ପୁରଣରେ ବାଧା ଆସିବ ଓ ବିଳମ୍ବ ହେବ। ବ୍ୟବସାୟ କ୍ଷେତ୍ରରେ ଦ୍ଵିଗୁଣା ଲାଭ ପାଇବେ।  ପାରିବାରିକ ସମସ୍ୟା ସମାଧାନ କରି ଶାନ୍ତି ପାଇବେ। ପ୍ରେମିକ ପ୍ରେମିକାମାନଙ୍କର ପ୍ରେମ-ପ୍ରସଙ୍ଗରେ ମଧୁରତା ଆସିବ। ଯାତ୍ରାର କାର୍ଯ୍ୟକ୍ରମ ବଦଳି ଯିବ। ଧାଁ ଦୌଡ ଅଧିକ ହେଲେ ଲାଭ ମିଳିବ। ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ।

କର୍କଟ:-

ଶାରୀରିକ ସୁସ୍ଥତା ଅନୁଭବ କରିବେ। ଜମିଜମା ସଙ୍କ୍ରାନ୍ତିୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପାଦନ ହେବ। ରାଜନୈତିକ କ୍ଷେତ୍ରରେ ପ୍ରବଳ ଶତୃମାନେ ଦୁର୍ବଳ ହେବେ। କର୍ମ କ୍ଷେତ୍ରରେ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପାଦନ କରିବା ଦ୍ଵାରା ଅନେକ ଦିନର ଅଭିଳାଷ ପୂର୍ଣ୍ଣ ହେବ। ବ୍ୟବସାୟୀମାନେ ନୂତନ ବାଣିଜ୍ୟର ପରିକଳ୍ପନା କରିବେ ଓ ଖାଦ୍ୟ ବ୍ୟବସାୟୀମାନେ ପ୍ରଚୁର ଲାଭ କରିବେ। ବାଦବିବାଦ, ମାଲିମୋକଦ୍ଦମା, ପରୀକ୍ଷା ପ୍ରତିଯୋଗିତା ସାକ୍ଷାତ୍କାରରେ ସଫଳ ହେବେ। ବଡପଣିଆ ଦେଖାଇଲେ ଭଲ ବଦଳରେ ମନ୍ଦଫଳ ଭୋଗିବାକୁ ପଡିବ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ସିଂହ:-

ପାରିବାରିକ କ୍ଷେତ୍ରରେ କ୍ରୋଧକୁ ଦମନ କରି ହସଖୁଶିର ବାତାବରଣ ସୃଷ୍ଟି ହେବ। ମିଷ୍ଟାନ ଭୋଜନ, ଉଚ୍ଚଆଶା ପୂରଣ ହେବ। ରାଜନୀତିରେ ଶତୃନାଶ, ଧନପ୍ରାପ୍ତି, ମିତ୍ରଲାଭ, ପ୍ରଶଂସିତ ହେବା ସହ ଉଚ୍ଚ ସମ୍ମାନ ପାଇବେ। ବାଦବିବାଦ, ମାଲିମୋକଦ୍ଦମା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତ କାରରେ କୃତକାର୍ଯ୍ୟ ହେବେ। ସହକର୍ମୀମାନଙ୍କ ସହ ଶତ୍ରୁତା ମେଣ୍ଟିଯିବ ଓ ମାନସିକ ସ୍ଥିରତା ଦେଖାଦେବ। ମହିଳାମାନେ ନୂତନ ବନ୍ଧୁଙ୍କୁ ପାଇ ଖୁସୀହେବେ। ପ୍ରେମିକ ପ୍ରେମିକାମାନଙ୍କର ପ୍ରେମ-ପ୍ରସଙ୍ଗରେ ମଧୁରତା ଆସିବ। କର୍ମ କ୍ଷେତ୍ରରେ ପ୍ରଶଂସିତ ହେବେ। ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ।

କନ୍ୟା:-

କର୍ମକ୍ଷେତ୍ରରେ ସରକାରୀ କାର୍ଯ୍ୟରେ ସଫଳତା ପ୍ରାପ୍ତ ହେବା ସହ ସୁଯୋଗ ହାତଛଡା ହେବାର ନାହିଁ। କର୍ମକ୍ଷେତ୍ରରେ  ପଦୋନ୍ନତିର ସୂଚନା ପାଇବା ସହ ସୁଖ ସମ୍ପତ୍ତି ଲାଭ ଓ ସାହାଯ୍ୟ ମିଳିବ। ବାଦବିବାଦ, ମାଲିମୋକଦ୍ଦମା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ ଜୟଲାଭ ହେବ। ରାଜନୀତିରେ ଶତୃନାଶ, ଧନପ୍ରାପ୍ତି, ମିତ୍ରଲାଭ, ପ୍ରଶଂସିତ ହେବା ସହ ଉଚ୍ଚ ସମ୍ମାନ ପାଇବେ। ଧୈର୍ଯ୍ୟ ଓ ସହନ ଶୀଳତା କାଏମ ରହିବ। ସାମାଜିକ ପତିଆରା ଅମଳିନ ରହିବ। ପ୍ରେମିକ ପ୍ରେମିକାମାନଙ୍କର ପ୍ରେମ-ପ୍ରସଙ୍ଗରେ ଅଧିକ ଘନିଷ୍ଠତା ହେବ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ତୁଳା:-

ତରବାରିଆ ହିସାବରେ କୌଣସି କାର୍ଯ୍ୟ ନକରି ସବୁଆଡକୁ ନଜର ଦେଇ କାମ କରିବା ଉଚିତ୍। ଛାତ୍ରଛାତ୍ରୀମାନେ ସାଙ୍ଗମେଳ ହୋଇ ମୌଜ ମଜଲିଶ୍ ରେ ବ୍ୟସ୍ତ ରହିବେ। ଧର୍ମକାର୍ଯ୍ୟକୁ ମନ ବଳାଇ ଦୂରସ୍ଥାନକୁ ଯାତ୍ରା କରି ଶାରୀରିକ ଅସୁସ୍ଥତା ଅନୁଭବ କରିବେ। ହାତକୁ ନେଇଥିବା କାର୍ଯ୍ୟଟି ପାଇଁ କଠିନ ପରିଶ୍ରମ କରିବାକୁ ପଡିବ। ମାଲିମୋକଦ୍ଦମାରେ ସଫଳ ହେଲେ ମଧ୍ୟ ଅସ୍ଥିରତା ବଢିବ। ପାରିବାରିକ କ୍ଷେତ୍ରରେ ସନ୍ତୋଷ ଦେଖାଦେବ। ଆୟ ଉପାର୍ଜନ କ୍ଷେତ୍ରପ୍ରତି ସଙ୍କଟ ସୃଷ୍ଟି ହେବ ନାହିଁ। ଅନ୍ୟର ଉପକାର କରି ନିଜେ କ୍ଷତିରେ ପଡିବେ। ପ୍ରତିକାର- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

ବିଚ୍ଛା:-

ନିବେଶ ପାଇଁ ସମୟ ଉପଯୁକ୍ତ ଅଟେ। ଅଚାନକ ଧନପ୍ରାପ୍ତି, ଜାଗା, ଜମି ଓ ଉଚ୍ଚସ୍ତରୀୟ ବାହନ କ୍ରୟ କରିବେ। ସହକର୍ମୀମାନଙ୍କ ସହ ବାଦବିବାଦର ଅବସାନ ଘଟିବ। ଲକ୍ଷ୍ୟ ପୂରଣ ହେବାରେ କୌଣସି ଅସୁବିଧା ହେବନାହିଁ। ବ୍ୟବସାୟ ବାଣିଜ୍ୟ ଓ ପରିବହନ କ୍ଷେତ୍ରରେ ସୁଫଳ ପ୍ରାପ୍ତିହେବ । ମହିଳାମାନେ ନୂତନ ବନ୍ଧୁଙ୍କୁ ପାଇ ଖୁସୀହେବେ। ବିଦ୍ୟାକ୍ଷେତ୍ରରେ ଆତ୍ମବିଶ୍ୱାସ ବୃଦ୍ଧି ପାଇବ ଓ ପ୍ରଶଂସା ପାଇବେ। ରାଜନୈତିକ କ୍ଷେତ୍ରରେ ପ୍ରଶଂସିତ ହେବେ। ଦୂରଯାତ୍ରା କରି ପରିଶ୍ରମର ଉଚିତ୍ ମୂଲ୍ୟ ପାଇବେ। ପ୍ରେମିକ ପ୍ରେମିକାମାନଙ୍କର ପ୍ରେମ-ପ୍ରସଙ୍ଗରେ ମଧୁରତା ଆସିବ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ଧନୁ:-

ଗୁରୁଜନ ଓ ଉଚ୍ଚପଦସ୍ଥ ବ୍ୟକ୍ତିଙ୍କଠାରୁ ସମ୍ମାନ ମିଳିବ। ବ୍ୟବସାୟରେ ନାନାପ୍ରକାର ସୁବିଧା ସୁଯୋଗ ମିଳିବ ଓ ପୁରୁଣା ପ୍ରାପ୍ୟ ମଧ୍ୟ ଆଦାୟ ହୋଇ ପାରେ। ପରୀକ୍ଷା ପ୍ରତିଯୋଗିତା କ୍ଷେତ୍ରରେ ବିଜୟୀ ହୋଇ ହସଖୁସିରେ ସମୟ ବିତାଇବେ। ସରକାରୀ ସାହାଯ୍ୟ ମିଳିପାରେ। ପରିବାରରେ ଯେତେ ସମସ୍ୟା ଥିଲେ ମଧ୍ୟ ଶାନ୍ତି ଅନୁଭବ କରିବେ। ଚାକିରୀ କ୍ଷେତ୍ରରେ ପଦୋନ୍ନତି ହେବ ଓ ସ୍ଥାନାନ୍ତର ମଧ୍ୟ ହୋଇପାରେ। ମହିଳାମାନେ ଆନୁଷ୍ଠାନିକ କାମ ହାସଲ କରିବା ସକାଶେ ବନ୍ଧୁଙ୍କ ସାହାଯ୍ୟ ଉପରେ ନିର୍ଭର କରିବେ। ପୁରୁଣା ନିବେଶ ଲାଭ ଦେବ। ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ।

ମକର:-

ସ୍ୱାସ୍ଥ୍ୟ ଦିଗରୁ ଆଶ୍ଵସ୍ତି ଲାଭ କରିବେ। ପ୍ରତିଦ୍ୱନ୍ଦିତା ପରୀକ୍ଷା ରେ ସଫଳତା ଲାଭ କରିବେ। ବନ୍ଧୁ ମିତ୍ରମାନେ ସମର୍ଥନ ଓ ପରିବାର ଲୋକଙ୍କର ସାହାଯ୍ୟ ସହଯୋଗ ହେତୁ ଖୁସି ହେବେ। କୃଷିଜୀବିମାନେ ଆନନ୍ଦିତ ହେବେ। ରାଜନୈତିକ କ୍ଷେତ୍ରରେ ସମ୍ମାନ ବୃଦ୍ଧି ହେବ ଓ ସୁନାମ ଅର୍ଜନ କରିବେ। ଅଚାନକ ଭାବରେ ଧନ ପ୍ରାପ୍ତି କରିବାର ସୁଯୋଗ ମିଳିବ। ଗୃହରେ କୌଣସି ଶୁଭକର୍ମ ସମ୍ପାଦନ କରିପାରନ୍ତି। ପାରିବାରିକ ଜୀବନ ଆନନ୍ଦମୟ ହେବ। ମହିଳାମାନେ ବନ୍ଧୁଙ୍କୁ ଆପ୍ୟାୟିତ କରିବାରେ ସମର୍ଥ ହେବେ। ବିଭିନ୍ନଦିଗରୁ ସାହାଯ୍ୟ ସହଯୋଗ ମିଳିବ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

କୁମ୍ଭ:-

ନିମ୍ନବର୍ଗର ସହାୟତା, ଅର୍ଥାଗମ, ଭୟ ସତ୍ତ୍ୱେ ଜୟ, ନାନା ସମସ୍ୟାର ସମ୍ମୁଖୀନ ହେବେ। କର୍ମ କ୍ଷେତ୍ରରେ ଆୟ ବୃଦ୍ଧି ହେବ। ମାଙ୍ଗଳିକ କାର୍ଯ୍ୟରେ ଯୋଗ ଦେବେ। ସମ୍ପର୍କୀୟ ବନ୍ଧୁ ସାହାଯ୍ୟ ସହଯୋଗ କରିବେ। କାର୍ଯ୍ୟ ପୁରଣରେ ବିଳମ୍ବ ହେବ। ଅନେକ ପ୍ରକାର କାର୍ଯ୍ୟରେ ପରିବର୍ତ୍ତନ ଦେଖାଦେବ। ବ୍ୟବସାୟ ବାଣିଜ୍ୟ କାରବାର ଯୋଗେ ବହୁତ ଚିନ୍ତିତ ରହିପାରନ୍ତି। ପରିବାରର ସମ୍ପର୍କୀୟଙ୍କ କୌଣସି ଘଟଣା ଯୋଗୁଁ ଆପଣ ବ୍ୟତିବ୍ୟସ୍ତ ହୋଇଯିବେ। ରାଜନୈତିକ କ୍ଷେତ୍ରରେ ଶତୃମାନେ ପ୍ରବଳ ହେବେ। ଆର୍ଥିକ ଦିଗରୁ ଲାଭ ନହେଲେ ମଧ୍ୟ ବ୍ୟୟଭାର କମ୍‌ ହେବ। ପ୍ରତିକାର- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

ମୀନ:-

ସହଯୋଗୀ, ସହକର୍ମୀ, ବରିଷ୍ଠ ବ୍ୟକ୍ତିମାନଙ୍କ ସହିତ ସମ୍ପର୍କ ନିବିଡ଼ ହେବ। ବ୍ୟବସାୟରେ କମ୍ ପରିଶ୍ରମରେ ଆଶାଜନକ ଫଳପ୍ରାପ୍ତିହେବ। ବୁଦ୍ଧିମତା କାରଣରୁ ପ୍ରଚୁର ଅର୍ଥ ଲାଭହେବ। କର୍ମଜୀବୀ ମାନଙ୍କ ପାଇଁ ସହକର୍ମୀ ଓ ପଦାଧିକାରୀମାନେ ସହଯୋଗ କରିବେ। ଆକସ୍ମିକ ଅର୍ଥଲାଭ, ସୁନାମ ପ୍ରାପ୍ତି, ସମ୍ମାନ ବୃଦ୍ଧି, କର୍ମୋନ୍ନତି ବାସସ୍ଥାନ ବା ଯାନବାହାନର ନବୀକରଣ ଇତ୍ୟାଦି ନାନାବିଧ ଶୁଭଫଳ ପ୍ରାପ୍ତି ହେବ। ସ୍ୱାସ୍ଥ୍ୟ ଠିକ୍ ରହିବ। ବିଦ୍ୟାର୍ଥିମାନେ ନିଜ ଲକ୍ଷ୍ୟ ସ୍ଥଳରେ ପହଞ୍ଚି ପାରିବେ। ମହିଳାମାନେ ଧର୍ମକ୍ଷେତ୍ରପ୍ରତି ମନ ବଳାଇବେ। ପ୍ରତିକାର-ଅସହାୟକୁ ଖାଇବାକୁ ଦିଅନ୍ତୁ।

Jyotirbid Dr. Pramod Satapathy
Jantra Jyotisha, Cuttack

Jyotirbid Pandit Sudhakar Tripathy
Jantra Jyotisha, Kakatpur, Puri

For personalized consultation and appointment,
you can connect on WhatApp @ 7008758366 or 9937551988
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 7008758366 or 9937551988


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!