ଦୈନିକ ରାଶିଫଳ: 12 ଜୁନ 2021, ଶନିଦେବଙ୍କ କୃପାରୁ ଆଜି ଏହି ରାଶି ବ୍ୟକ୍ତିଙ୍କୁ ମିଳିବ ଆର୍ଥିକ ସାହାଯ୍ୟ

ଶେୟାର କରନ୍ତୁ ଅନ୍ୟମାନକ ସହିତ

୨୦୨୧ ମସିହା, ଜୁନମାସ ୧୨ ତାରିଖ, ଶନିବାର, ବୃଷମାସ ୨୯ ଦିନ, ଜ୍ୟେଷ୍ଠମାସ, ଶୁକ୍ଳପକ୍ଷ, ଦ୍ଵିତୀୟାତିଥି, ଆର୍ଦ୍ରାନକ୍ଷତ୍ର, ମିଥୁନ ରାଶିରେ ଚନ୍ଦ୍ର । ବୃଷ, ସିଂହ, କନ୍ୟା ରାଶିର ଘାତବାର । କନ୍ୟା ରାଶିର ଘାତଚନ୍ଦ୍ର । ବୋଇତିକଖାରୁ ନ ଖାଇଲେ ଭଲ, ରାତି ୮ଟା ୧୬ମିନିଟ୍ ପରେ ପୋଟଳ ନ ଖାଇଲେ ଭଲ । ଶୁଭସମୟ- ଦିବା ୧୦ଟା ୮ମିନିଟ୍ ରୁ ୧୨ଟା ୧୧ମିନିଟ୍, ଦିବା ୩ଟା ୫ମିନିଟ୍ ରୁ ୩ଟା ୪୨ମିନିଟ୍, ରାତ୍ର ୭ଟା ୪୪ମିନିଟ୍ ରୁ ୭ଟା ୪୭ମିନିଟ୍, ରାତ୍ର ୧୧ଟା ୨୫ମିନିଟ୍ ରୁ ୧ଟା ୩୩ମିନିଟ୍ ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ମେଷ:-

ସାମାଜିକ ପତିଆରା ଅମଳିନ ରହିବ । ପ୍ରଶାସନ, ପ୍ରକାଶନ, ସଂଗଠନ, ଅନୁସନ୍ଧାନ କାର୍ଯ୍ୟରେ ଅର୍ଥ ଖଟେଇଲେ ବିଶେଷ ଲାଭବାନ୍ ହେବେ । ଶିକ୍ଷାର୍ଥୀମାନେ ଉଚ୍ଚ ଶିକ୍ଷାସ୍ଵପ୍ନକୁ ସାର୍ଥକ କରିବେ । ବ୍ୟବସାୟୀ ମାନେ ଧନମାନ ଦିଗରୁ ସୁରକ୍ଷିତ ରହିବେ । ସାମ୍ବାଦିକ ମାନଙ୍କର ପଦମର୍ଯ୍ୟାଦା ବୃଦ୍ଧି ପାଇବ । ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ । ବନ୍ଧୁଙ୍କ ସାହାଯ୍ୟ ଏବଂ ଅବଦାନ ଅବିସ୍ମରଣୀୟ ରହିବ । ରାଜନୀତି କ୍ଷେତ୍ରରେ ଉନ୍ନତି ହେବ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

ବୃଷ:-

ସେବାକାରୀ ମାନଙ୍କ ସହଯୋଗରେ ସମ୍ମ । ନଜନକ ସ୍ଥିତି ପରିଲକ୍ଷିତ ହେବ । ସାମ୍ବାଦିକ ମାନେ ନିଜ କାର୍ଯ୍ୟରେ କୃତିତ୍ଵ ଲାଭ କରିବେ । ଜନସେବାଦ୍ଵାରା ସାମାଜିକ ଅନୁଷ୍ଠାନରେ ଯୋଗ ଦେବାର ସୁଯୋଗ ମିଳିବ । ଯଥା ସମ୍ଭବ ପ୍ରକୃତିସ୍ଥ ରହି ଅଳ୍ପ ପରିଶ୍ରମରେ ଅଧିକ ଲାଭର ଉପଭୋକ୍ତା ହେବେ । ବ୍ୟବସାୟ କ୍ଷେତ୍ରରେ ପରିବର୍ତ୍ତନ ଆଣିବାର ଯୋଜନା ପ୍ରସ୍ତୁତ କରିବେ । ଶାରିରୀକ ଅସୁସ୍ଥତା ସହ ମାନସିକ ଅଶାନ୍ତି ଦେଖାଦେଇପାରେ । ପ୍ରତିକାର:-ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ ।

ମିଥୁନ:-

ସାମ୍ବାଦିକ ମାନେ ନିଜ କାର୍ଯ୍ୟରେ କୃତିତ୍ଵ ଲାଭ କରିବେ । ସୁସ୍ଵାଦୁ ଖାଦ୍ୟ ଖାଇବାକୁ ପାଇବେ । ଅଚାନକ ପରିସ୍ଥିତିରେ ଧନ ପ୍ରାପ୍ତି ହେବାର ସମ୍ଭାବନା ଅଛି । ଗଛିତ ଅର୍ଥ ବୃଦ୍ଧି କରିବା ପାଇଁ ଚେଷ୍ଟିତ ହେବେ । ପାରିବାରିକ ସମସ୍ୟା ବୁଝାମଣା ମଧ୍ୟରେ ସମାଧାନ ହେବ । ମୋଟାମୋଟି ଭାବେ ସୁଖରେ ଦିନଟି କାଟିବେ । ପ୍ରେମୀକ ପ୍ରେମିକାଙ୍କ ସମ୍ପର୍କରେ ତିକ୍ତତା ଦୂର ହୋଇ ପାରେ । ସ୍ଵାସ୍ଥ୍ୟ ସମସ୍ୟା ନେଇ ଖୁସି ରହିବେ । ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ ।

କର୍କଟ:-

ସାମାଜିକ ସ୍ତରରେ ସହନଶୀଳତା ଗୁଣରୁ ପ୍ରଶଂସିତ ହେବେ । ପାରିବାରିକ କ୍ଷେତ୍ରରେ ନିଜକୁ ନିୟନ୍ତ୍ରଣ ମଧ୍ୟରେ ରଖିବା ପାଇଁ ସମର୍ଥ ହେବେ । କର୍ମକ୍ଷେତ୍ରରେ ଆତ୍ମସନ୍ତୋଷ ଲାଭ ଓ ସାମାଜିକ ଭାବମୂର୍ତ୍ତି ସୁରକ୍ଷା ହେବ । ଗୁରୁ ଗୁରୁଜନଙ୍କ ଆଶୀର୍ବାଦ ବହୁକ୍ଷେତ୍ରରେ ସୁରକ୍ଷା ଦେବ । ଉଚ୍ଚଶିକ୍ଷା ପ୍ରଚେଷ୍ଟାରେ ସାଫଲ୍ୟ ପ୍ରାପ୍ତି ହେବ । ରାଜନୀତି କ୍ଷେତ୍ରରେ ଅପ୍ରୀତିକର ପରିସ୍ଥିତି ଦେଖାଦେଲେ ମଧ୍ୟ ତାହା କୌଶଳକ୍ରମେ ସମାଧାନ କରିବେ । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।

ସିଂହ:-

ଉଚିତ୍ ପରାମର୍ଶ ପାଇ ହରେଇଥିବା ଦ୍ରବ୍ୟ ଫେରି ପାଇବେ । ଆଶା ଓ ଉର୍ଜା ଦ୍ଵାରା ମାନସିକ କ୍ଷମତା ଓ ଶାରୀରିକ କାର୍ଯ୍ୟ କ୍ଷମତାରେ ବୃଦ୍ଧି ହେବ । ବରିଷ୍ଠ କର୍ମୀଙ୍କ ସ୍ନେହର ପାତ୍ର ହେବେ । ପରିବାରରେ ଉତ୍ସାହ ଉଲ୍ଲାସରେ ସମୟ ଅତିବାହିତ କରିବେ । ରାଜନୀତି କ୍ଷେତ୍ରରେ ଯେତେ ଜଟିଳ ସମସ୍ୟା ହେଲେ ମଧ୍ୟ କୌଣସି ପ୍ରକାର ଅସୁବିଧା ହେବ ନାହିଁ ବରଂ ନିଜର ପ୍ଲାନ୍ ଚଳାଇ ସ୍ଥାନ ଓ ସ୍ଥିତିଅଟଳ ରଖି ପାରିବେ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

କନ୍ୟା:-

ବ୍ୟବସାୟୀମାନେ କଠିନ ପରିଶ୍ରମର ମୂଲ୍ୟ ଫେରି ପାଇବେ । କର୍ମକ୍ଷେତ୍ରରେ ଅପେକ୍ଷାକୃତ ସୁସ୍ଥ ବାତାବାରଣ ଦେଖାଦେବ । କର୍ମାନୁଯାୟୀ ଫଳପ୍ରାପ୍ତି ହେତୁ କର୍ତ୍ତବ୍ୟ ପରାୟଣତା ରକ୍ଷା କରି ପାରିବେ । ଶିକ୍ଷାର୍ଥୀମାନେ ଉନ୍ନତିର ଛକ ଉପରେ ପଦାର୍ପଣ କରି ଲକ୍ଷ୍ୟପୂରଣ ଆଡକୁ ଆଗେଇ ପାରିବେ । ପାରିବାରିକ କ୍ଷେତ୍ରରେ ନୈରାଶ୍ୟ, ଅର୍ଥାଭାବ ଓ ଦୁଃସମ୍ବାଦ ପ୍ରାପ୍ତି ହୋଇ ପାରେ । ଶାରୀରିକ ଅସୁସ୍ଥତା ଅନୁଭବ କରି ପାରନ୍ତି । ପ୍ରତିକାର:- ଗୋମାତାକୁ କିଛି ଖାଦ୍ୟ ଦିଅନ୍ତୁ ।

ତୁଳା:-

ସାମାଜିକ ପତିଆରା ଅମଳିନ ରହିବ । ସ୍ୱାସ୍ଥ୍ୟରେ ଉନ୍ନତି ପରିଲକ୍ଷିତ ହୋଇ ଭଲ ରହିବ । ସରକାରୀ କାମରେ ସଫଳତା ପାଇବେ । ବିଦ୍ୟାଧ୍ୟୟନ ସମ୍ବନ୍ଧିୟ ଶୁଭ ସମାଚାର ପ୍ରାପ୍ତ ହେବ । ମନକଥା ମନରେ ରଖି ବନ୍ଧୁଙ୍କ ସହ ମିଶିଲେ ଭଲ ହେବ । ତଳୁ ଉପର ସ୍ତର ଯାଏ ମାନ୍ୟତା ଅର୍ଜ୍ଜନ କରିବେ । ଧାର୍ମିକ ସାହିତ୍ୟ ପଢିବା ପାଇଁ ରୁଚି ବୃଦ୍ଧି ହେବ । ରାଜନୀତି କ୍ଷେତ୍ରରେ ଅଯଥା ଧଁ । ଦୌଡ଼ ଲାଗିରହିବା ଯୋଗେ କ୍ଳାନ୍ତଶ୍ରାନ୍ତ ହେବେ । ପ୍ରତିକାର:- ଅଶ୍ୱସ୍ଥ ବୃକ୍ଷମୂଳରେ ଗୁଡ଼ ଥୋଇ ପ୍ରଣାମ କରନ୍ତୁ ।

ବିଚ୍ଛା:-

ବ୍ୟବସାୟ କ୍ଷେତ୍ରରେ ଉତ୍ତମ ରୋଜଗାର କରିପାରିବେ । କର୍ମକ୍ଷେତ୍ରରେ ସାଧାରଣ ଲୋକ ସମ୍ପର୍କକୁ ଅତିକ୍ରମ କରିବା ଲକ୍ଷ୍ୟରେ ଭୋଗମାର୍ଗୀ ହୋଇ ନିଜକୁ ପ୍ରତିଷ୍ଠିତ କରି ପାରିବେ । ଗୁରୁଜନ ମାଆବାପା ଙ୍କୁ ସମ୍ମାନ ଦେଲେ ତାଙ୍କର ଆଶୀର୍ବାଦରେ ଆପଣଙ୍କର ବିକାଶ ପ୍ରତ୍ୟେକ କ୍ଷେତ୍ରରେ ହେବ । ଛାତ୍ରଛାତ୍ରୀ ମାନଙ୍କର ବେପରୁଆ କାର୍ଯ୍ୟକଳାପ ଯୋଗୁ ଉଚ୍ଚବର୍ଗଙ୍କ ଠାରୁ ସମାଲୋଚିତ ହେବେ । ପ୍ରତିକାର- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ ।

ଧନୁ:-

ଶାରିରୀକ ସୁସ୍ଥତା ସହ ମାନସିକ ଶାନ୍ତି ଦେଖାଦେବ । ଆକସ୍ମିକ ଅର୍ଥଲାଭ, ସୁନାମ ପ୍ରାପ୍ତି ଓ ସମ୍ମାନ ବୃଦ୍ଧି ହେବ । ଜାଗା ଜମି ଘରବାଡ଼ି ନେଇ ଥିବା ସମସ୍ୟା ସମାଧାନ ହେବା ଫଳରେ ଅଚାନକ ଭାବରେ ବହୁତ ଲାଭ ଉଠାଇ ପାରିବେ । କର୍ମକ୍ଷେତ୍ରରେ କାମକାର୍ଯ୍ୟରେ ଗମ୍ଭୀରତା ସହ ଧ୍ୟାନ ଦେଲେ ବିରୋଧୀ ମାନେ ଦୂରେଇ ଯିବେ । ଭାଇ, କୁଟୁମ୍ବ ଓ ପଡୋଶୀଙ୍କ ସହ ଲାଗିଥିବା ଦ୍ଵନ୍ଦ ମେଣ୍ଟିଯିବ । ଦାମ୍ପତ୍ୟ ସୁଖ ବୃଦ୍ଧି ହେବା ସହ ନୂତନ ଆୟର ରାସ୍ତା ଖୋଲିଯିବ । ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ ।

ମକର:-

ସାମ୍ବାଦିକ ମାନଙ୍କର ପଦମର୍ଯ୍ୟାଦା ବୃଦ୍ଧି ପାଇବ । ସରକାରୀ ସାହାଯ୍ୟ ପାଇବାର ସୁଯୋଗ ହାତ ପାହାନ୍ତାରେ ପହଞ୍ଚିବ । ସ୍ୱାସ୍ଥ୍ୟସମସ୍ୟା ଦୂର ହୋଇ ଦୈନିକ କାର୍ଯ୍ୟଗତି ଉତ୍ସାହପୂର୍ଣ୍ଣ ହେବ । ପାରିବାରିକ ବ୍ୟବସ୍ଥା ପରି ବର୍ତ୍ତନ ସାଙ୍ଗକୁ ଅର୍ଥସଙ୍କଟରୁ ମୁକ୍ତି ମିଳିବ । ରାଜନୀତି କ୍ଷେତ୍ରରେ ସମସ୍ୟା ଦୂରହେବା ଫଳରେ ଆସ୍ୱସ୍ତି ଲାଭ କରିବେ । ସମସ୍ତ ପ୍ରକାର ପରିବେଶ ଓ ପରିସ୍ଥିତି ଆପଣଙ୍କ ସପକ୍ଷରେ ରହିବ । ବିଦ୍ୟାର୍ଥୀମାନେ କଠିନ ପରିଶ୍ରମ କଲେ ସଫଳତା ପାଇବେ । ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ ।

କୁମ୍ଭ:-

ସ୍ଵାସ୍ଥ୍ୟରେ ଉନ୍ନତି ପରିଲିଖିତ ହେବାରୁ ମନ ଭଲ ରହିବ । ପାରିବାରିକ ସ୍ତର ହସ ଖୁସିରେ କଟିବ । ଶତୃମାନେ ଦୂରେଇ ଯିବେ । ଅପେକ୍ଷା କରିଥିବା କାମର ଶୁଭସୂଚନା ମିଳିବ । ଦାମ୍ପତ୍ୟ ଜୀବନ ଆନନ୍ଦମୟ ହେବ । ପୈତୃକ ସମ୍ପତ୍ତିକୁ ନେଇ ବାଦବିବାଦ ଲାଗି ରହିଥିଲେ ସମାଧାନ କରି ପାରିବେ । ବ୍ୟବସାୟରେ ପ୍ରତିଦ୍ୱନ୍ଦିତା ସତ୍ତ୍ୱେ ଲାଭ ସୁନିଶ୍ଚିତ । ଆର୍ଥିକ ସମସ୍ୟା ସମାଧାନ ହୋଇଯିବ । ସୁଖ ଶାନ୍ତିରେ ଦିନଟି କାଟି ପାରିବେ । ପ୍ରତିକାର:- ଅସହାୟାଙ୍କୁ ସାହାଯ୍ୟ କରନ୍ତୁ ।

ମୀନ:-

କର୍ମକ୍ଷେତ୍ରରେ ବରିଷ୍ଠ ବ୍ୟକ୍ତିଙ୍କ ସହ ସୁ ସମ୍ପର୍କ ଫଳରେ ପ୍ରଶଂସା ପାଇବେ । ଛାତ୍ରଛାତ୍ରୀମାନଙ୍କର ଉଚ୍ଚଶିକ୍ଷା ପାଇଁ ଆଗ୍ରହ ବୃଦ୍ଧି ପାଇବା ସହ ପଢାପଢିରେ ମନଯୋଗ ଦେବେ । ବ୍ୟବସାୟ କ୍ଷେତ୍ରରେ ଜଗିରଖି କଥାବାର୍ତ୍ତା କରିଲେ ଶୁଭ ସମାଚାର ପାଇ ଖୁସି ହେବେ । ସାମାଜିକ ସ୍ତରରେ ଅଯଥା ତରତର ନ ହୋଇ ବିବେକ ବୁଦ୍ଧି ଖଟାଇ ଧୈର୍ଯ୍ୟର ସହିତ ଚାଲିବା ଉଚିତ । ପାରିବାରିକ ଜୀବନରେ ଶାନ୍ତି ଶୃଙ୍ଖଳା ବଜାୟ ରହିବା ଫଳରେ ଦାମ୍ପତ୍ୟ ସୁଖ ବୃଦ୍ଧି ହେବ । ପ୍ରତିକାର:- କଦଳୀଗଛ ମୂଳରେ ହଳଦୀପାଣି ଢାଳନ୍ତୁ ।

Jyotirbid Dr. Pramod Satapathy
Jantra Jyotisha, Cuttack

For personalized consultation and appointment,
you can connect on WhatApp @ 7008758366 or 9437006746
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 9937745975 or 943700674


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!