ଦୈନିକ ରାଶିଫଳ: 12 ମାର୍ଚ୍ଚ 2021, ମା ସନ୍ତୋଷୀଙ୍କ କୃପାରୁ ଆଜି ଏହି ରାଶି ବ୍ୟକ୍ତିଙ୍କୁ ମିଳିବ ଆର୍ଥିକ ସମସ୍ୟାରୁ ମୁକ୍ତି

ଶେୟାର କରନ୍ତୁ ଅନ୍ୟମାନକ ସହିତ

୨୦୨୧ ମସିହା, ମାର୍ଚ୍ଚମାସ ୧୨ତାରିଖ, ଶୁକ୍ରବାର, କୁମ୍ଭମାସ ୨୯ଦିନ, ଫାଲଗୁନମାସ, କୃଷ୍ଣପକ୍ଷ, ଚତୁର୍ଦ୍ଦଶୀ ତିଥି, ଶତଭିଷା ନକ୍ଷତ୍ର, କୁମ୍ଭ ରାଶିରେ ଚନ୍ଦ୍ର । ବିଛା, ଧନୁ, ମୀନ ରାଶିର ଘାତବାର । ମିଥୁନ, ମୀନ ରାଶିର ଘାତଚନ୍ଦ୍ର । ବିରି ଜାତୀୟ ଦ୍ରବ୍ୟ ନ ଖାଇଲେ ଭଲ, ଦିବା ୩ଟା ୨ମିନିଟ୍ ପରେ ଆମିଷ, ତୈଳ ନ ଖାଇଲେ ଭଲ । ଶୁଭସମୟ- ପ୍ରାତଃ ୬ଟା ୨ମିନିଟ୍ ରୁ ୬ଟା ୪୭ମିନିଟ୍, ସକାଳ ୭ଟା ୩୭ମିନିଟ୍ ରୁ ୮ଟା ୫୭ମିନିଟ୍, ଦିବା ୧୨ଟା ୨୧ମିନିଟ୍ ରୁ ୨ଟା ୪୧ମିନିଟ୍, ଦିବା ୪ଟା ୧୮ମିନିଟ୍ ରୁ ୫ଟା ୫୦ମିନିଟ୍, ସନ୍ଧ୍ୟା ୭ଟା ୨୯ମିନିଟ୍ ରୁ ରାତ୍ର ୮ଟା ୫୨ମିନିଟ୍ ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ମେଷ:-

ଶୁଭଖବର ପାଇ ମନ ଖୁସି ହେବ । ସହକର୍ମୀମାନଙ୍କର ସମର୍ଥନ ଏବଂ ଅଧସ୍ତନଙ୍କର ସହଯୋଗ ଯୋଗୁ କର୍ମକ୍ଷେତ୍ରରେ ସମ୍ମାନ ବୃଦ୍ଧି ଓ ସୁନାମ ଅର୍ଜନ କରିବେ । ବ୍ୟବସାୟରେ ଆକସ୍ମିକ ଧନ ପ୍ରାପ୍ତି ହେବା ଫଳରେ ବଢେଇବାର ପ୍ରୟାସ କରିବେ । ରାଜନୈତିକ କ୍ଷେତ୍ରରେ ଶତୃ ମାନେ ମିତ୍ରତାର ହାତ ବଢେଇବେ । ପୁରାତନ ରୋଗର ସାମାନ୍ୟ ଉନ୍ନତି ପରିଲକ୍ଷିତ ହେବ । କୋର୍ଟ କଚେରୀ ମାମଲାରେ ବିଜୟୀ ହେବେ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

ବୃଷ:-

ଶିଳ୍ପବାଣିଜ୍ୟ ଓ ପରିବହନ ବ୍ୟବସାୟରେ ବିଭିନ୍ନ ଆଡୁ ଲାଭ ପାଇବେ । କିଛି ନୂତନ କର୍ମ ଆରମ୍ଭ କରି ନିକଟ ସମ୍ପର୍କୀୟଙ୍କ ଠାରୁ ପ୍ରଶଂସିତ ହେବେ । ବନ୍ଧୁବାନ୍ଧବ ମାନେ ଆର୍ଥିକ କ୍ଷେତ୍ରରେ ସାହାଯ୍ୟ ସହଯୋଗ କରିବା ଯୋଗେ ଚିନ୍ତା କରିଥିବା କାମ ଗୁଡିକ ଠିକ୍ ଭାବେ ସଂପୂର୍ଣ୍ଣ ହେବ । ବିଦ୍ୟୁତ୍ ଓ ଯନ୍ତ୍ର ଚାଳନ, ଯାନବାହାନ ତଥା ଖଣି ଓ ଜଙ୍ଗଲ କ୍ଷେତ୍ରରେ କର୍ମରତ ବ୍ୟକ୍ତିମାନେ ଶୁଭ ସଂବାଦ ପାଇ ଖୁସି ହେବେ । ପ୍ରେମକ୍ଷେତ୍ରରେ ସଫଳତା ଲାଭ କରିବେ । ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ ।

ମିଥୁନ:-

ସତସଙ୍ଗ ଓ ମନୋରଞ୍ଜନ, କ୍ରୀଡ଼ା କାମରୁ ପ୍ରଶଂସିତ ହେବେ । ପାରିବାରିକ ପରିସ୍ଥିତି ଯୋଗୁ ଧାର୍ମିକ କାର୍ଯ୍ୟରେ ମନ ବଳାଇବେ । ବିଦ୍ୟାରେ ଉନ୍ନତି କରିବେ । ସ୍ଵାସ୍ଥ୍ୟକର ପରିବେଶ ସାଙ୍ଗକୁ ସମ୍ମାନଜନକ ଘଟଣା ଘଟିବ । ଆର୍ଥିକସ୍ଥିତି ଭଲ ରହିବ କିଛି ଅସୁବିଧା ହେବ ନାହିଁ । ପୁରାତନ ରୋଗ ପୀଡ଼ାରୁ ଉପସମ ପାଇବେ । ଯୋଜନା ମୁତାବକ କାମ କଲେ କୌଣସି ପ୍ରକାର ଅସୁବିଧା ହେବ ନାହିଁ । ଯାନବାହାନ ସମ୍ବନ୍ଧୀୟ ସମସ୍ୟା ଦେଖାଦେଇ ପାରେ । ପ୍ରତିକାର:- ଗୋମାତାକୁ କିଛି ଖାଦ୍ୟ ଦିଅନ୍ତୁ ।

କର୍କଟ:-

ରାଜନୀତି କ୍ଷେତ୍ରରେ ସଫଳତା ଓ ଲୋକ ସମ୍ପର୍କ ଆତ୍ମ ସନ୍ତୋଷ ବଢ଼େଇବ । ପରିବାରରେ ଉତ୍ତମ ଯୋଜନାବଦ୍ଧ ହେବା ଫଳରେ ଆର୍ଥିକ କ୍ଷେତ୍ରରେ ଉନ୍ନତିହେବ । ଉଚ୍ଚାଧିକାରୀ, ସହକର୍ମୀ, ଭାଇ ବନ୍ଧୁ ବା କୌଣସି ବିଶିଷ୍ଠ ବ୍ୟକ୍ତିଙ୍କର ସହଯୋଗ ମନୋବଳକୁ ବଢ଼େଇ ଦେବ । ନିଜର ବୁଦ୍ଧି, ବିବେକ ଖଟାଇ ସମସ୍ୟାର ସମାଧାନ କରିପାରିବେ । ଆନୁଷ୍ଠାନିକ କାମ ହାସଲ କରିବା ସକାଶେ ବନ୍ଧୁଙ୍କ ସାହାଯ୍ୟ ଉପରେ ନିର୍ଭର କରି ପାରନ୍ତି । ପ୍ରତିକାର:- ଚାଉଳ କୁଆ ପାରାଙ୍କୁ ଖାଇବାକୁ ଦିଅନ୍ତୁ ।

ସିଂହ:-

ସନ୍ତାନର ଭବିଷ୍ୟତ ପାଇଁ ଯୋଜନା କରି ପୁଞ୍ଜି ନିବେଶ କରିବେ । ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ । ଜାଗା, ଜମି, ବାସଗୃହ ଓ ଯାନବାହାନ କ୍ରୟ କରିବାର ସୁବିଧା ପାଇବେ । କାର୍ଯ୍ୟ କ୍ଷେତ୍ରରେ ସଫଳତା ପାଇ ଆଶା ଆକାଂକ୍ଷା ଓ ମହତ୍ୱାକାଂକ୍ଷା ପୂର୍ଣ୍ଣହେବ । ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ନୂତନପନ୍ଥା ଅନୁସରଣ କରିବେ । ମିତ୍ରମାନେ ପରାମର୍ଶ ଦେଇ ସମସ୍ତ ଆଶା ପୂରଣ କରିବେ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

କନ୍ୟା:-

ଆଶା କରୁଥିବା ଖବର ପାଇ ଖୁସୀ ହୋଇଯିବେ । ଶରୀର ସୁସ୍ଥ ରହିବ । ସାମାଜିକ ପ୍ରତିଷ୍ଠା ଓ ମାନସମ୍ମାନରେ ବୃଦ୍ଧି ହେବ । ବ୍ୟବସାୟରେ ଉନ୍ନତି ସହ ଆର୍ଥିକ ସ୍ଥିତିରେ ବୃଦ୍ଧି ହେବ । ପ୍ରଶାସନ, ପ୍ରକାଶନ, ଅଧ୍ୟୟନ ଓ ଅଧ୍ୟାପନା, ସାହିତ୍ୟ ଚର୍ଚ୍ଚା କ୍ଷେତ୍ରରୁ ଶୁଭଫଳ ମିଳିବ । କର୍ମକ୍ଷେତ୍ରରେ ଅନେକଦିନ ଧରି ଚାଲିଥିବା ଦ୍ୱନ୍ଦ୍ୱର ସମାଧାନ ହେବ । ଭାଇ, ବନ୍ଧୁ, ମିତ୍ର ଓ ସହକର୍ମୀ ମାନଙ୍କ ସହିତ ମତଭେଦ ସମାପ୍ତ ହେବ । ପ୍ରତିକାର- ସବୁଜ ରଙ୍ଗର ବସ୍ତ୍ର ପରିଧାନ କରନ୍ତୁ । ନତୁବା ସବୁଜ ରୁମାଲ ଟିଏ ପାଖରେ ରଖନ୍ତୁ ।

ତୁଳା:-

ଶତୃମାନେ ତଳମୁହାଁ ହେବେ । ଘରୋଇ ସଂସ୍ଥାରେ କାର୍ଯ୍ୟ କରୁଥିବା ବ୍ୟକ୍ତିମାନେ ଅଧିକ ପରିଶ୍ରମ କରି ପ୍ରଶଂସା ପାଇବେ । ରାଜନୈତିକ କ୍ଷେତ୍ରରେ ଲୋକ ସମର୍ଥନ, ଦଳ ସମର୍ଥନ ବଢିବା ସହ ମୁଖ୍ୟନେତାଙ୍କର ପ୍ରିୟପାତ୍ର ହେବେ । ମାଲିମକଦ୍ଦମାରେ ବିଜୟଲାଭ ହେବ । ପରିବହନ ବ୍ୟବସାୟ କ୍ଷେତ୍ରରେ ସମସ୍ୟା ସମାଧାନ ହୋଇ ଆଶାନୁରୂପ ଲାଭପାଇବେ । ସନ୍ତାନ ମାନେ ଯାନ ବାହନ ଇତ୍ୟାଦି କ୍ରୟ କରିବା ପାଇଁ ଜିଦ୍ ଧରି ପାରନ୍ତି । ପ୍ରତିକାର:-ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ ।

ବିଚ୍ଛା:-

ସାମାଜିକ କଲ୍ୟାଣ ଓ ଜୀବନସ୍ତର ପରିବର୍ତ୍ତନର ଉଦ୍ୟମ କରିବେ । ସରକାରୀ କର୍ମଚାରୀମାନେ କର୍ମ କ୍ଷେତ୍ରରେ ସମ୍ମାନ ଲାଭ କରିବେ । ରାଜନୀତି ସ୍ତରରେ ନିମ୍ନବର୍ଗ କର୍ମୀଙ୍କ ପ୍ରତି ସତର୍କ ରହି ଚଉଆଖିଆହୋଇ କର୍ତ୍ତବ୍ୟ ପାଳି ଚାଲିଲେ ପରେ ହଇରାଣ ହେବେ ନାହିଁ । ମାଲି ମୋକଦ୍ଦମାରେ ମୁଣ୍ଡ ଉଚ୍ଚା ରହିବ । ଅଚାନକ ଧନପ୍ରାପ୍ତି, ଭାଇ ବନ୍ଧୁ ମିତ୍ରମାନ ଙ୍କର ସାହାଯ୍ୟ ସହଯୋଗ ପାଇବେ । ସଭାସମିତି, ସାହିତ୍ୟ ଓ କଳାକ୍ଷେତ୍ରରେ ସମ୍ମାନ ପାଇବେ । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।

ଧନୁ:-

ପରିବାରରେ ଯୋଜନା ମୁତାବକ କାମ କଲେ କୌଣସି ପ୍ରକାର ଅସୁବିଧା ହେବ ନାହିଁ । ଦାମ୍ପତ୍ୟ ସୁଖରେ ମଧୁରତା ଆସିବ ଓ ଅଧିକ ଘନିଷ୍ଠତା ହେବ । ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ଉନ୍ନତି ପାଇଁ ପ୍ରୟାସ ରତ ହେବେ । କର୍ମ କ୍ଷେତ୍ରରେ ଅଧିକାରୀ କାମରେ ପ୍ରସନ୍ନ ରହିବେ । ରାଜନୀତି କ୍ଷେତ୍ରରେ ଅଧିକରୁ ଅଧିକ ଲୋକ ସମର୍ଥନ ପାଇ ସଫଳ ହେବେ । ରାସ୍ତା ଘାଟରେ ଅତ୍ୟନ୍ତ ସତର୍କତା ସହ ଯାତାୟାତ କରିବା ଉଚିତ୍ । ପ୍ରତିକାର:- ଗୋମାତାକୁ କିଛି ଖାଦ୍ୟ ଦିଅନ୍ତୁ ।

ମକର:-

ନିକଟସ୍ଥ ସ୍ଥାନମାନଙ୍କରେ ଭ୍ରମଣକରି ବେଶ୍ ଆନନ୍ଦ ଅନୁଭବ କରିବେ । ପୁରାତନ ରୋଗରୁ ମୁକ୍ତି ମିଳିବ । ବ୍ୟବସାୟୀ ମାନଙ୍କର କାରବାର ବୃଦ୍ଧି ହେବା ଫଳରେ ଆର୍ଥିକସ୍ଥିତି ସୁଧୁରି ଯାଇ ମନରେଥିବା କାମନା ପୂର୍ଣ୍ଣ ହେବ । ନୂଆ ଜ୍ଞାନର ବୃଦ୍ଧି ହେବ । ରାଜନୀତିରେ ଉନ୍ନତି ହେବା ସହ ଯଶ ପ୍ରତିଷ୍ଠା ମିଳିବ । ଟଙ୍କାର ଆବଶ୍ୟକତା ପୂରଣ ହେବ । ବିଦ୍ୟା କ୍ଷେତ୍ରରେ ଉନ୍ନତି ହେବା ସହ ମନ ଖୁସି ରହିବ । ଉଚିତ୍ ପନ୍ଥା ଗ୍ରହଣ କରି ସଂଘର୍ଷ ଦ୍ଵାରା ସଫଳତା ଅର୍ଜନ କରିବେ । ପ୍ରତିକାର- ଅସହାୟଙ୍କୁ ସାହାଯ୍ୟ କରନ୍ତୁ ।

କୁମ୍ଭ:-

ଶୁଭ ସମାଚାର ମିଳିପାରେ । ସାମାଜିକ ପ୍ରତିଷ୍ଠା, ମାନ ସମ୍ମାନ ବୃଦ୍ଧି ପାଇବ । ସନ୍ତାନଙ୍କ ସହଯୋଗରେ କେତେକ ସମସ୍ୟାର ସମାଧାନ ହେବ । କର୍ମରେ ଉନ୍ନତି ସହିତ ବାସସ୍ଥାନ ବା ଯାନବାହନର ନବୀକରଣ ଇତ୍ୟାଦି ନାନାବିଧ ସୁଯୋଗ ପ୍ରାପ୍ତି ହେବ । ନୂତନ କାର୍ଯ୍ୟରେ ହାତଦେଇ କୃତ କାର୍ଯ୍ୟ ହେବେ ଅଧୁରା କାର୍ଯ୍ୟ ପୂରଣ ହେବ । ନିବେଶ କରିଲେ ବହୁତ ଧନ ପ୍ରାପ୍ତ ହେବ । କୌଣସି ନୂତନ କର୍ମ କରିବାକୁ ଚାହୁଁଥିଲେ ସେଥିରେ ବିଜୟୀ ହେବେ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

ମୀନ:-

ସାମ୍ବାଦିକ ମାନଙ୍କର ପଦମର୍ଯ୍ୟାଦା ବୃଦ୍ଧି ପାଇବ । ବ୍ୟବସାୟୀମାନେ ଗ୍ରାହକ ସେବାକୁ ଗ୍ରହଣ କରି ଯଶ ମାନ ବୃଦ୍ଧି ସହିତ ଉତ୍ତମ ଆୟର ପଥ ପରିଷ୍କାର କରିବେ । ତଳ ମହଲରୁ ଆଶାତୀତ ଲାଭ ପାଇବେ । ଛାତ୍ରଛାତ୍ରୀମାନେ ମିତ୍ରଙ୍କ ସାହାଯ୍ୟ ଦ୍ଵାରା କାର୍ଯ୍ୟ ହାସଲ କରିବେ । ମନୋବିଜ୍ଞାନ ସମ୍ବନ୍ଧରେ ବିଶେଷ ରୁଚି ରହିବ । ରାଜନୀତି କ୍ଷେତ୍ରରେ ସାମାଜିକ କାର୍ଯ୍ୟରେ ସଫଳ ସିଦ୍ଧହେବେ । ପରିବାରରେ ଆତ୍ମବିଶ୍ୱାସ ବୃଦ୍ଧି ପାଇବ ସମସ୍ୟାର ସମାଧାନ କରିବେ । ପ୍ରତିକାର:- ଗୋମାତାକୁ କିଛି ଖାଦ୍ୟ ଦିଅନ୍ତୁ ।

Jyotirbid Dr. Pramod Satapathy
Jantra Jyotisha, Cuttack

For personalized consultation and appointment,
you can connect on WhatApp @ 7008758366 or 9437006746
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 9937745975 or 943700674


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!