ଦୈନିକ ରାଶିଫଳ: ୧୨ ମାର୍ଚ୍ଚ 2023, ରବିବାର, ସୂର୍ଯ୍ୟଦେବଙ୍କ କୃପା ରହିବ ଏହି 3ଟି ରାଶି ଉପରେ, ମିଳିବ ଆକସ୍ମିକ ଧନ

ଶେୟାର କରନ୍ତୁ ଅନ୍ୟମାନକ ସହିତ

୨୦୨୩ ମସିହା, ମାର୍ଚ୍ଚମାସ ୧୨ ତାରିଖ, ରବିବାର, କୁମ୍ଭମାସ ୨୮ ଦିନ, ଚୈତ୍ରମାସ, କୃଷ୍ଣପକ୍ଷ, ପଞ୍ଚମୀତିଥି, ସ୍ଵାତୀନକ୍ଷତ୍ର ସକାଳ ୮ଟା ପରେ ବିଶାଖା ନକ୍ଷତ୍ର, ତୁଳା ରାଶିରେ ଚନ୍ଦ୍ର। ବ୍ୟାଘାତ ଯୋଗ ସନ୍ଧ୍ୟା ୬ଟା ୪୧ ମିନିଟ ପରେ ହର୍ଷଣ ଯୋଗ। କୌଳବ କରଣ ଦିବା ୧୦ଟା ୭ମିନିଟ୍ ପରେ ତୈତିଳ କରଣ। ମେଷ ରାଶିର ଘାତବାର। ନିଷିଦ୍ଧ ଖାଦ୍ୟ-ବେଲ, ପଣସ ନ ଖାଇଲେ ଭଲ ରାତ୍ରି ୧୦ଟା ୧ ମିନିଟ ପରେ ନିମ୍ବ ନ ଖାଇଲେ ଭଲ। ଯୋଗିନୀ- ଦକ୍ଷିଣେ ରାତ୍ରି ୧୦ଟା ୧ମିନିଟ୍ ପରେ ପଶ୍ଚିମେ ଯାତ୍ରା ନିଷେଧ। ଶ୍ରାଦ୍ଧ ତର୍ପଣ- ପଞ୍ଚମୀର ଏକୋଦ୍ଧିଷ୍ଟ ଓ ପାର୍ବଣ ଶ୍ରାଦ୍ଧ। ଅଶୁଭସମୟ-୧୦ଟା ୨୭ମିନିଟ୍ ରୁ ୧ଟା ୨୫ମିନିଟ୍, ରାତ୍ରି ୧ଟା ୨୭ମିନିଟ୍ ରୁ ଦିବା ୨ଟା ୫୮ମିନିଟ୍। ଶୁଭସମୟ- ସକାଳ ୬ଟା ୧ମିନିଟ୍ ରୁ ୯ଟା ୫୮ମିନିଟ୍, ଦିବା ୧ଟା ୨୫ମିନିଟ୍ ରୁ ୧ଟା ୫୪ମିନିଟ୍, ସନ୍ଧ୍ୟା ୬ଟା ୪୦ମିନିଟ୍ ରୁ ୯ଟା ୬ମିନିଟ୍, ରାତ୍ର ୧୨ଟା ୨୦ମିନିଟ୍ ରୁ ୧ଟା ୨୭ ମିନିଟ, ରାତ୍ର ୨ଟା ୫୮ ମିନିଟ୍ ରୁ ୩ଟା ୩୪ ମିନିଟ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ମେଷ:-ବ୍ୟବସାୟ କ୍ଷେତ୍ରରେ ଚେଷ୍ଟା କଲେ ବହୁତ ଦିନରୁ ରହିଥିବା ବାକିଟଙ୍କା ମିଳିଯିବ। କେତେକ କ୍ଷେତ୍ରରେ ସାମାନ୍ୟ ସୁବିଧା ପାଇବେ। କର୍ମନିଷ୍ଠା ମଧ୍ୟରେ ନିଜକୁ ସୀମିତ ରଖିବା ହିତକରହେବ। ରାଜନୀତି କ୍ଷେତ୍ରରେ ଧୈର୍ଯ୍ୟ ଓ ସହନ ଶୀଳତା ଯୋଗେ ଯଶ ମିଳିବ। ଶିକ୍ଷାକ୍ଷେତ୍ରରେ ପରୀକ୍ଷା ପରିଣାମ ଅନୁକୂଳ ହେବ। ଭାବି ଚିନ୍ତି କାର୍ଯ୍ୟ ନ କଲେ ଠକାମିରେ ପଡିବେ। ରାସ୍ତାରେ ଯିବା ସମୟରେ ସତର୍କ ରହିବା ଆବଶ୍ୟକ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ବୃଷ:-ମାନସିକ ଅଶାନ୍ତି ଦୂରେଇଯିବ। ଦାମ୍ପତ୍ୟ ସୁଖରେ ସୁଖୀ ହେବେ। ସ୍ୱାସ୍ଥ୍ୟ ଭଲ ରହିବ। ନୂତନ ବ୍ୟବସାୟ ଆରମ୍ଭ କଲେ ଆଶାତୀତ ଲାଭ ହେବ ଓ ବ୍ୟବସାୟ ପାଇଁ ଭ୍ରମଣ କରିବା ଫଳରେ ଅଧିକ ଲାଭାନ୍ଵିତ ହେବେ। ପ୍ରେମିକ ପ୍ରେମିକାମାନେ ଗୁପ୍ତ ପ୍ରେମରେ ସଫଳ ହେବେ। ଭ୍ରମଣ, ପ୍ରଶାସନ, ପ୍ରକାଶନ, ସଂଗଠନ, ଅନୁସନ୍ଧାନ କାର୍ଯ୍ୟରେ ଲାଭ ପାଇବେ। କର୍ମ କ୍ଷେତ୍ରରେ ପ୍ରଶଂସିତ ହେବେ। ପ୍ରତିକାର- ଶ୍ଵେତଚନ୍ଦନ କର୍ପୁରମିଶେଇ ମସ୍ତକରେ ଧାରଣ କରନ୍ତୁ।

ମିଥୁନ:-ଧାର୍ମିକ କାର୍ଯ୍ୟପ୍ରତି ଆଗ୍ରହୀ ହେବେ। ଆନୁଷ୍ଠାନିକ କାମ ହାସଲ କରିବା ସକାଶେ ବନ୍ଧୁଙ୍କ ସାହାଯ୍ୟ ଉପରେ ନିର୍ଭର କରିବେ। ବିଭିନ୍ନ ବିଭାଗୀୟ ପରୀକ୍ଷା ଦେବାର ସୁଯୋଗ ପାଇବେ ଓ ପରୀକ୍ଷାରେ ସଫଳ ହେବେ। ଅଧସ୍ତନ କର୍ମୀ ଓ ସାଧାରଣ ବର୍ଗଙ୍କ ସୌଜନ୍ୟରୁ ସାହାଯ୍ୟ ସମର୍ଥନ ହାସଲ କରିବେ। ରାଜନୀତିରେ ସ୍ଵାର୍ଥରକ୍ଷା ପାଇଁ କଠିନ ପରିଶ୍ରମ କରି ଗୁରୁତ୍ୱ ପୂର୍ଣ୍ଣ କାର୍ଯ୍ୟ ସମ୍ପାଦନ କରିବାକୁ ପଡିବ। ପ୍ରତିକାର:-କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।

କର୍କଟ:-ମାଲିମୋକଦ୍ଦମାରେ ଆପୋଷ ସମାଧାନର ରାସ୍ତା ଖୋଲିଯିବ। ବ୍ୟବସାୟୀମାନେ ସାଧୁ ଓ ସଚ୍ଚୋଟ ଭାବେ କର୍ମ ଯୋଗକୁ ଶ୍ରେଷ୍ଠତା କରି ସମ୍ମାନ ଓ ପ୍ରତିଷ୍ଠାର ଅଧିକାରୀ ହେବେ। ବିଦ୍ୟାର୍ଥୀଙ୍କର ବିଦ୍ୟାରେ ଉନ୍ନତି ହେବାରୁ ମନ ଖୁସି ରହିବ। କୌଣସି ଗୁରୁତ୍ୱପୂର୍ଣ୍ଣ ନିସ୍ପତି ନେବା ପୂର୍ବରୁ ପରିବାର ସହ ଆଲୋଚନା କରିବା ଉଚିତ୍। କଷ୍ଟରୁ ଅତିକଷ୍ଟରେ କାର୍ଯ୍ୟ ହାସଲ କରିବାକୁ ଚେଷ୍ଟା କରିବେ। ପ୍ରତିକାର- ତୁଲସୀ ମୂଳ ମାଟି ମୁଣ୍ଡରେ ଧାରଣ କରନ୍ତୁ।

ସିଂହ:-ଶତୃମାନେ ପରାଜିତ ହେବେ। ଶାରିରୀକ ଅସୁସ୍ଥତା ଦୂରହେବ। ସମ୍ମାନର ସହିତ ଦିନଚର୍ଯ୍ୟା କରି ନିକଟସ୍ଥ ସ୍ଥାନ ମାନଙ୍କରେ ଭ୍ରମଣକରି ଆନନ୍ଦ ଅନୁଭବ କରିବେ। ବ୍ୟବସାୟରେ ଆଶା ମୁତାବକ ଲାଭ ପାଇବେ। କର୍ମ କ୍ଷେତ୍ରରେ ଉପରିସ୍ଥ କର୍ମଚାରୀଙ୍କ ଠାରୁ ପ୍ରଶଂସା ପାଇବେ। ଗୁରୁ ଗୁରୁଜନମାନଙ୍କର ସହଯୋଗ ପାଇବେ। ପିଲାମାନଙ୍କ ପଢା ସମସ୍ୟା ନେଇ ମନ ଆନନ୍ଦ ରହିବ। ପ୍ରତିକାର- ମୟୂର ଚନ୍ଦ୍ରିକା ପାଖରେ ରଖି ଯାତ୍ରା କରନ୍ତୁ।

କନ୍ୟା:-କର୍ମକ୍ଷେତ୍ରରେ ତଳୁ ଉପରସ୍ତର ଯାଏ ଆଦୃତି ଓ ମାନ୍ୟତା ଅର୍ଜନ କରିବେ। ରାଜନୀତି କ୍ଷେତ୍ରରେ ମାନ ପ୍ରତିଷ୍ଠା ଅକ୍ଷୁର୍ଣ୍ଣ ରହିବ। ନୂଆ କାମ କିଛି ଆରମ୍ଭ ନକରିବା ଭଲ। ବିରୋଧୀମାନେ କିଛି କ୍ଷତି କରି ପାରିବେ ନାହିଁ। ସତର୍କତା ଅବଲମ୍ବନ ନକଲେ ଆର୍ଥିକ କ୍ଷେତ୍ରରେ ଅବନତି ଦେଖାଦେଇ ପାରେ। ପରିବାରର ଉନ୍ନତି ପାଇଁ ପ୍ରୟାସରତ ହେବେ ଓ ନିଯେ ମଧ୍ୟ ଖୁସି ଏବଂ ସୁରକ୍ଷିତ ଅନୁଭବ କରିବେ। ପ୍ରତିକାର- ଅସହାୟଙ୍କୁ ସାହାଯ୍ୟ କରନ୍ତୁ।

ତୁଳା:-କର୍ମ କ୍ଷେତ୍ରରେ ଉପରିସ୍ଥ ବ୍ୟକ୍ତିଙ୍କଠାରୁ ସମ୍ମାନ ମିଳିବ। ସନ୍ତାନଙ୍କ ସମ୍ବନ୍ଧିତ କୌଣସି ମହତ୍ଵପୂର୍ଣ୍ଣ ଓ ଉନ୍ନତି ମୂଳକ ସଂବାଦ ମିଳିପାରେ। ବ୍ୟବସାୟୀ ମାନଙ୍କର କାରବାର ବଢିବ ଓ ଲୋକ ସମ୍ପର୍କ ବୃଦ୍ଧି ହେବ। ରାଜନୀତିରେ ସମାଲୋଚିତ ହେଲେମଧ୍ୟ ଭାବମୂର୍ତ୍ତି ଅକ୍ଷୁର୍ଣ୍ଣ ରହିବ। କୋର୍ଟ-କଚେରୀ ମାମଲା ଓ ବିବାଦ ଆପଣଙ୍କ ସପକ୍ଷରେ ଯିବ। ଦାମ୍ପତ୍ୟ ଜୀବନ ଆନନ୍ଦମୟ ହେବ। ପ୍ରତିକାର- ତୁଲସୀ ମୂଳ ମାଟି ମୁଣ୍ଡରେ ଧାରଣ କରନ୍ତୁ।

ବିଚ୍ଛା:-ଶ୍ରମିକ ଓ କର୍ମଚାରୀମାନେ ଦୂର ଓ ନିକଟ କାର୍ଯ୍ୟରେ ତିଷ୍ଠି ରହିପାରିବେ। କୌଣସି କାମରେ ବିଶେଷଜ୍ଞତା ହାସିଲ କରିବେ। ବ୍ୟବସାୟ କ୍ଷେତ୍ରରେ ପ୍ରସାର ପ୍ରଚାର ଫଳରେ ଆଶାତୀତ ଲାଭ ପାଇବେ। ସାମାଜିକ କାର୍ଯ୍ୟରେ ସଫଳତା ଓ ମାନସମ୍ମାନ ବୃଦ୍ଧି ହେବ। ପରିବାରର ମାମଲା ଘରୋଇ ସମସ୍ୟାର ସମାଧାନ ହେବ। ରାଜନୀତି କ୍ଷେତ୍ରରେ ସାମୁହିକ ପ୍ରୟାସ ଓ ସହଯୋଗ ଦ୍ଵାରା ଆଗକୁ ବଢିବା ସମ୍ଭବ ହେବ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ଧନୁ:-ଶିକ୍ଷା ଓ ପ୍ରତିଦ୍ୱନ୍ଦିତା କ୍ଷେତ୍ରରେ ବିଜୟୀ ହେବେ। ଜାଗା, ଜମି, ଉଚ୍ଚସ୍ତରୀୟ ବାହନ ଆଦି କ୍ରୟ କରିବା ପାଇଁ ଯୋଗାଯୋଗ କରି ପାରିବେ। ନୂତନ କାର୍ଯ୍ୟଆରମ୍ଭ କରିପାରିବେ। ପ୍ରବାସ ଯାତ୍ରାରେ ଲାଭବାନ ହେବେ। ଉତ୍ତରାଧିକାରୀ ସୂତ୍ରରୁ କିଛି ଧନ ସମ୍ପତ୍ତି ପାଇବାର ଯୋଗ ଅଛି। ପାରିବାରିକ ଜୀବନରେ ଗୁରୁଜନ ସନ୍ତୁଷ୍ଟ ରହିବେ। ହୋଇପାରୁ ନଥିବା କାମକୁ ଧୈର୍ଯ୍ୟ ଓ ସାହସ ଦ୍ଵାରା କରି ଦେଖାଇବେ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ମକର:-ସମସ୍ତ ଚିନ୍ତାରୁ ମୁକ୍ତି ମିଳିବ। ସାମାଜିକ ପତିଆରା ଅମଳିନ ରହିବ। ଅଫିସରେ କରିଥିବା କାମର ଶୁଭ ସୂଚନା ଶୁଣିବାକୁ ପାଇବେ। ଜାଗା, ଜମି, ଉଚ୍ଚସ୍ତରୀୟ ବାହନ ଆଦି କ୍ରୟ କରିବେ। ଧୈର୍ଯ୍ୟ ସହନ ଶୀଳତା ଯୋଗେ ଯଶ ମିଳିବ। ଯେକୌଣସି ଯନ୍ତ୍ରଚାଳନା, ଯାନବାହନ ଓ ଜଙ୍ଗଲ ବିପଦ ସଙ୍କୁଳ କ୍ଷେତ୍ରରେ କର୍ମରତ ବ୍ୟକ୍ତିମାନେ ଲାଭବାନ ହୋଇପାରନ୍ତି। ଆର୍ଥୀକ ଅବସ୍ଥାରେ ପରିବର୍ତ୍ତନ ଆସିବ। ପ୍ରତିକାର- କଳା ରୁମାଲଟିଏ ପାଖରେ ରଖନ୍ତୁ।

କୁମ୍ଭ:-ଶିକ୍ଷକ ଓ ସହପାଠୀ ମାନଙ୍କ ମଧ୍ୟରେ ସମନ୍ଵୟ ରହିବ ଓ ବନ୍ଧୁତ୍ଵ ବୃଦ୍ଧି ପାଇବ। କର୍ମ ନିଯୁକ୍ତି କ୍ଷେତ୍ରରେ ସଫଳ ହେବେ। ଶିକ୍ଷକ, ପ୍ରଶିକ୍ଷକ, ନେତା, ରସାୟନଜ୍ଞ ଓ ଡାକ୍ତର ମାନେ ବିଶେଷ ଲାଭବାନ୍ ହେବେ। ନିର୍ମାଣ ମୂଳକ ଯୋଜନାରେ ଆଗେଇ ପାରିବେ ଓ ଅଧାଅଧୁରାଥିବା କାର୍ଯ୍ୟ ପୂରଣ ହୋଇଯିବ। ସାମ୍ବାଦିକ ମାନେ ଉଦ୍ଦେଶ୍ୟକୁ ସଫଳ କରିବାରେ ସକ୍ଷମ ହେବେ। ପ୍ରେମ-ପ୍ରସଙ୍ଗରେ ମଧ୍ୟ ସଫଳତା ମିଳିବ। ପ୍ରତିକାର:-କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।

ମୀନ:-ନିଜର ଯୋଜନା ମୁତାବକ କାମକଲେ କୌଣସିପ୍ରକାର ଅସୁବିଧା ହେବନାହିଁ। ପରିବାରରେ ଅପ୍ରୀତିକର ପରିସ୍ଥିତି ଦେଖାଦେଲେ ମଧ୍ୟ ସମସ୍ୟାକୁ ସୁଧାରିବା ପାଇଁ ଚେଷ୍ଟା କରି କୌଶଳକ୍ରମେ ସମାଧାନ କରିବେ। କୌଣସି ସହୃଦୟ ବ୍ୟକ୍ତିଙ୍କଠାରୁ ଯଥେଷ୍ଟ ସହାୟତା ପାଇବେ। ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ। ବାଦବିବାଦ, ଖେଳ, କୁଦ, ପ୍ରତିଯୋଗିତାରେ ଓ ବିଦ୍ୟା କ୍ଷେତ୍ରରେ ପ୍ରଶଂସା ପାଇବେ। ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!