ଆଜି କେମିତି ରହିବ ଆପଣଙ୍କ ଦିନ : ୧୨ ମଇ ୨୦୧୮

ଶେୟାର କରନ୍ତୁ ଅନ୍ୟମାନକ ସହିତ

ଦୈନିକ ରାଶିଫଳ: ୧୨ ମଇ ୨୦୧୮

ମେଷ:-

କ୍ରୋଧିତ ହେଲେ ତିଆରି କରିଥିବା କାର୍ଯ୍ୟରେ  ସଫଳ ହେବେ ନାହିଁ। ବ୍ୟବସାୟ ପାଇଁ ଆଖପାଖକୁ ଯାତ୍ରା କରିବାର ସମ୍ଭାବନା ଅଛି। ପୁରୁଣା ବନ୍ଧୁଙ୍କ ସହାୟତାରେ ଆର୍ଥିକସ୍ଥିତି ବଦଳିବ। ମିତ୍ର ସହଯୋଗୀମାନେ ସାହାଯ୍ୟ ସହଯୋଗ କରିବେ।  ଜୀବନରେ ନିରାଶାର ଛାଇ ମାଡି ଆସିବ। ପ୍ରତିକାର- ଗୋଟାକୋଳଥ ଦରିଦ୍ରକୁ ଦାନ କରନ୍ତୁ।   

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:-

ଜମି, ଯାନବାହାନ, ସମ୍ପତ୍ତି କ୍ରୟ ଓ ବିକ୍ରୟ କରିପାରିବେ। ଚାକିରିରେ କୌଣସି ମହତ୍ଵପୂର୍ଣ୍ଣ କାର୍ଯ୍ୟ ନିଜ ହାତକୁ ନେବେ ଓ ସ୍ଥାନାନ୍ତରର ଭୟ ମଧ୍ୟ ରହିବ। ଶୁଭ ସମାଚାର ଶୁଣି ମାନସିକ ଚିନ୍ତା ଦୂର ହେବ। ଗୁରୁଜନଙ୍କ ଠାରୁ ଆଶୀର୍ବାଦ ପାଇ ମାଲିମୋକଦ୍ଦମାରେ ଜିତିବେ। ପ୍ରତିକାର- ତିଳକଚନ୍ଦନ ଧାରଣ କରନ୍ତୁ।  

Jyotirbid Dr. Pramod Satapathy
Jantra Jyotisha, Cuttack

Jyotirbid Pandit Sudhakar Tripathy

Jantra Jyotisha, Kakatpur, Puri

For personalized consultation and appointment,
you can connect on WhatApp @ 7008758366 or 9937551988
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 7008758366 or 9937551988

ମିଥୁନ:-

କାମ-କାର୍ଯ୍ୟରେ ଗମ୍ଭୀରତା ପୂର୍ବକ ଧ୍ୟାନ ଦେଇ ବହୁତ ପଇସା ଇନକମ୍ କରିବେ। ଶତୃ ଓ ବିରୋଧୀମାନେ ଯେତେ ଚାହିଁଲେ ମଧ୍ୟ ଆପଣଙ୍କର କିଛି ଅହିତ ସାଧନ କରିପାରିବେ ନାହିଁ। କୀର୍ତ୍ତି ଓ ପ୍ରତିଷ୍ଠାକୁ ସ୍ପର୍ଶ ମଧ୍ୟ କରିପାରିବେ ନାହିଁ। ପରୋପକାର ବା ଲୋକକଲ୍ୟାଣ କାମରେ ବ୍ୟସ୍ତ ରହିବେ। ପ୍ରତିକାର- ଗୋଟାବିରି ଦରିଦ୍ରକୁ ଦାନ କରନ୍ତୁ।  

କର୍କଟ:-

ଧର୍ମ କାର୍ଯ୍ୟ ଓ ଶୁଭ କାର୍ଯ୍ୟରେ ଯୋଗଦାନ କରି କିଛି ଅର୍ଥ ମଧ୍ୟ ବ୍ୟୟ କରିପାରନ୍ତି। ଗୃହାପୋକରଣ ନୂତନ ଦ୍ରବ୍ୟ କ୍ରୟ କରିବେ। ଇଛାଶକ୍ତି ପ୍ରବଳ ମାତ୍ରାରେ ଜାଗ୍ରତ ହେବା ଫଳରେ ଅର୍ଥର ସମ୍ୟକ ବୃଦ୍ଧି ହେବ। ଅଚାନକ ପରିସ୍ଥିତିରେ ଧନ ପ୍ରାପ୍ତି ହେବାର ସମ୍ଭାବନା ଅଛି। ପ୍ରତିକାର:- ମାଙ୍କଡକୁ କଦଳୀ ଓ ଚଣା ଦିଅନ୍ତୁ।

<<< ଓଡିଆ କ୍ୟାଲେଣ୍ଡର ୨୦୧୮ >>> | <<< ଜାତକ ବିଚାର>>>

ସିଂହ:-

କର୍ମକ୍ଷେତ୍ରରେ ଜଗିରଖି କଥାବାର୍ତ୍ତା କରିଲେ ବହୁତ ଭଲ ହେବ। ଦୂରଯାତ୍ରା କରିଲେ କଷ୍ଟ ସହିବାକୁ ପଡିବ। ବହୁତ କଷ୍ଟ ଓ କଠିନ ପରିଶ୍ରମ କଲେ ସଫଳତାପୂର୍ଣ୍ଣ ଫଳ ପ୍ରାପ୍ତ ହେବ। ପ୍ରେମୀ-ପ୍ରେମିକାଙ୍କ ସମ୍ପର୍କରେ ତିକ୍ତତା ସୃଷ୍ଟି ହୋଇପାରେ। ପ୍ରତିକାର- ବେଲକାଠରେ ଚନ୍ଦନ ଘୋରି ଧାରଣ କରନ୍ତୁ।

କନ୍ୟା:-

ବ୍ୟାପାରରେ ନୂଆ ଅର୍ଡର ବା ଏଗ୍ରୀମେଣ୍ଟ କରିପାରିବେ। ଅସହାୟ ଓ ନୀଚ ଲୋକଙ୍କୁ ସାହାର୍ଯ୍ୟ କରିବାକୁ ମନ ବଳାଇବେ। ପରିବାରରେ କୌଣସି ଶୁଭକାର୍ଯ୍ୟ ହେବ। ବ୍ୟାଙ୍କ, ବୀମା, ନିବେଶ ପରି ଆର୍ଥିକ ଗତିବିଧିରେ ଚିନ୍ତିତ ରହିବେ। ବିଦ୍ୟାଧ୍ୟୟ ନ କ୍ଷେତ୍ରରେ ସଫଳତା ମିଳିବ। ପ୍ରତିକାର:- ଗୋଟାମୁଗ ଦରିଦ୍ରକୁ ଦାନ କରନ୍ତୁ।

ତୁଳା:-

କୋର୍ଟ-କଚେରୀ ମାମଲା ଓ ବିବାଦ ଆପଣଙ୍କ ସପକ୍ଷରେ ରହିବ। ସନ୍ତାନଙ୍କ ପାଇଁ କୌଣସି ମହତ୍ଵପୂର୍ଣ୍ଣ କାମ ହୋଇପାରେ। ନୂଆ ଜ୍ଞାନର ବୃଦ୍ଧି ହେତୁ ପ୍ରଚୁର ଧନଲାଭ ହେବ। ନିଜର ଚତୁରତା ଓ ବିବେକ ହେତୁ ବିପରୀତ ପରିସ୍ଥିତିକୁ ମୁକାବିଲା କରିବେ। ପ୍ରତିକାର- ମସୁରଡାଲି ଦରିଦ୍ରକୁ ଦାନ କରନ୍ତୁ।

ବିଛା:-

ଆଧ୍ୟାତ୍ମିକ ଓ ବୌଦ୍ଧିକ କ୍ଷମତା ପ୍ରାପ୍ତ କରିବେ। ଅଧ୍ୟୟନ, ଅନୁସନ୍ଧାନ, ଧ୍ୟାନ, ପ୍ରାର୍ଥନା ଆଦି ପାଇଁ ସମୟ ଉପଯୁକ୍ତ ଅଟେ। ସନ୍ତାନ ସମ୍ବନ୍ଧୀୟ ଚିନ୍ତା ଦୂର ହୋଇଯିବ। ଦୁର୍ବଳ ବା ବୃଦ୍ଧ ଲୋକମାନଙ୍କୁ ସାହାଯ୍ୟ କରିବା ପାଇଁ ହାତ ବଢେଇବେ। ଆତ୍ମବିଶ୍ଵାସ ଓ ମନବଳ ଦୃଢ ହେବ। ପ୍ରତିକାର-ଲାଲଚନ୍ଦନ ମସ୍ତକରେ ଲଗାଇବା ଉଚିତ।

ଧନୁ:-

ବିଦ୍ୟାର୍ଥୀଙ୍କ ପାଇଁ ସମୟ ଲାଭପ୍ରଦ ହେବ। ନୂତନବନ୍ଧୁଙ୍କ ଆଗମନ ହେବ। ଧର୍ମକାର୍ଯ୍ୟରେ ରୁଚି ବୃଦ୍ଧି ହେବ। ପ୍ରେମୀ-ପ୍ରେମିକାଙ୍କ ସାମଞ୍ଜସ୍ୟ ସୃଷ୍ଟି ହେବ। ବହୁତ ଦିନରୁ ଅଟକିଥିବା କାର୍ଯ୍ୟ ପୂର୍ଣ୍ଣ ହେବ। କାହାକୁ ଉଧାର ଦେଇଥିବା ବା ଅଟକିଥିବା ଟଙ୍କା ମିଳିଯିବ। ପ୍ରତିକାର-ରୁଟି ଗାଈକୁ ଖାଇବାକୁ ଦେବେ।     

ମକର:-

ଗୁରୁ-ଗୁରୁଜନ ଓ ମାତା-ପିତାଙ୍କ ଆଶୀର୍ବାଦ ସ୍ନେହ ପ୍ରାପ୍ତ ହେବ। ଧୈର୍ଯ୍ୟ, ସାହସ ଓ ବୁଦ୍ଧିମତା ଯୋଗେ ପ୍ରଶଂସା ପାଇବେ। କାର୍ଯ୍ୟକ୍ଷେତ୍ରରେ ନୂତନ ପଦକ୍ଷେପ ନେବା ଫଳରେ ଆଶାତୀତ ଲାଭ ପାଇବେ। ପ୍ରତିସ୍ପର୍ଦ୍ଧା ଓ ପ୍ରତିଯୋଗିତାରେ ବିଜୟଶ୍ରୀ ହେବ। ପଡୋଶୀଙ୍କ ସହିତ ଲାଗିଥିବା ବିବାଦ ଦୂର ହେବ। ପ୍ରତିକାର-ମାଦକଦ୍ରବ୍ୟଠାରୁ ଦୂରେଇ ରୁହନ୍ତୁ। 

Jyotirbid Dr. Pramod Satapathy
Jantra Jyotisha, Cuttack

Jyotirbid Pandit Sudhakar Tripathy

Jantra Jyotisha, Kakatpur, Puri

For personalized consultation and appointment,
you can connect on WhatApp @ 7008758366 or 9937551988
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 7008758366 or 9937551988

କୁମ୍ଭ:-

ସ୍ୱାସ୍ଥ୍ୟସମସ୍ୟା ସୁଧୁରିବା ଫଳରେ ଆଶାକରିଥିବା କାର୍ଯ୍ୟ ପୁରଣ କରିପାରିବେ। ଗୁରୁଜନଙ୍କ ସହ ସୁସମ୍ପର୍କ ସ୍ଥାପିତ ହେବ ଓ ଆଶୀର୍ବାଦ ମିଳିବ। ଆତ୍ମବିଶ୍ଵାସରେ ବୃଦ୍ଧି ହେବ। କୌଣସି ମହତ୍ଵପୂର୍ଣ୍ଣ ସୂଚନା, ସନ୍ଦେଶ, ଅର୍ଡର ବା ପେମେଣ୍ଟ ଆଦି ପ୍ରାପ୍ତ ହେବ। ପ୍ରତିକାର- ଗୋଟାମୁଗ ଦରିଦ୍ରକୁ ଦାନ କରନ୍ତୁ।  

ମୀନ:-

କୌଣସି ପ୍ରଭାବଶାଳୀ ବ୍ୟକ୍ତିଙ୍କ ସହିତ ଭେଟ ହୋଇ ଆଗକୁ ବଢିବାରେ ସହାୟତା ମିଳିବ। କଠିନ ପରିଶ୍ରମ କରି ନିଜର ପତିଆରା ବଜାୟ ରଖିବେ। ବ୍ୟାପାର ଓ କାରବାରରେ ବହୁତ ଲାଭ ପାଇବାର ଯୋଗଅଛି। ଭାଗୀଦାରୀଙ୍କ ସହିତ ଲାଗିରହିଥିବା ବିବାଦ ବା ମତଭେଦର ନିରାକରଣ ହୋଇଯିବ। ପ୍ରତିକାର- କେଶର ହଳଦୀ ଚନ୍ଦନ ମସ୍ତକରେ ଧାରଣ କରନ୍ତୁ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!