ଦୈନିକ ରାଶିଫଳ: ୧୨ ମଇ ୨୦୧୯, ସୂର୍ଯ୍ୟଦେବଙ୍କ କୃପାରୁ ଆଜି ଏହି ସବୁ ରାଶିର ବ୍ୟବସାୟରେ ପ୍ରଚୁର ଲାଭ ଓ ଉନ୍ନତି ହେବ

ଶେୟାର କରନ୍ତୁ ଅନ୍ୟମାନକ ସହିତ

ମେଷ:-

ବ୍ୟାପାର ଓ କାରବାରରେ ସୁଧାର ଆସିବ। ଟଙ୍କାର ଆବଶ୍ୟକତା ପୂରଣ ହେବ। ନିଜର ପ୍ରଭାବ ଓ ପରାକ୍ରମ ବୃଦ୍ଧି ପାଇବ। ମାଲିକ ବା ଅଧିକାରୀ କାମରେ ପ୍ରସନ୍ନ ରହିବେ। ନିଜର ଯୋଗ୍ୟତା ଓ କ୍ଷମତାର ବହୁତ ଲାଭ ମିଳିବ। ପାରିବାରିକ କ୍ଷେତ୍ରରେ ଧୈର୍ଯ୍ୟ ଓ ସହନ ଶୀଳତା କାଏମ ରହିବ। ସାମାଜିକ ପତିଆରା ଅମଳିନ ରହିବ। ଆୟ ଉପାର୍ଜନ କ୍ଷେତ୍ରପ୍ରତି ସଙ୍କଟ ସୃଷ୍ଟି ହେବ ନାହିଁ। ରାଜନୀତିରେ ସମସ୍ତ ଗୁରୁତ୍ୱପୂର୍ଣ୍ଣ ନିଷ୍ପତି ନେଲେ ଉନ୍ନତି ହେବ। ମିତ୍ରଙ୍କ ଦ୍ଵାରା ସହାୟତା ମିଳିବ। କିଏ ଚାହିଁଲେ ମଧ୍ୟ କୌଣସି କ୍ଷତି କରିପାରିବେ ନାହିଁ। ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:-

ବ୍ୟବସାୟରେ ଉନ୍ନତି ହେବା ଫଳରେ ଖୁସି ରହିବେ। ଔଷଧନିର୍ମାଣ ଓ ବିକ୍ରୟ କରୁଥିବା ବ୍ୟକ୍ତିମାନେ ଆନନ୍ଦିତ ହେବେ। ନୂତନ କାର୍ଯ୍ୟଆରମ୍ଭ କରି ପାରିବେ। ପ୍ରିୟଜନ ମାନେ ଆଗକୁ ବଢିବାରେ ସାହାଯ୍ୟ କରିବେ। ଅବିବାହିତ ଯୁବକ ଯୁବତୀମାନଙ୍କର ବିବାହ ସ୍ଥିର ହେବ। ରାଜନୀତି ମାମଲାରେ ସଫଳତା ମିଳିବ। ବିଦ୍ୟା କ୍ଷେତ୍ରରେ ଉନ୍ନତି ହେବ ଓ ମନ ଖୁସି ରହିବ। ସେୟାର ବଜାର ଓ ପୁଞ୍ଜି ନିବେଶ କରିଲେ ବହୁତ ଧନ ପ୍ରାପ୍ତ ହେବ। ଶତୃମାନେ ସତଚେଷ୍ଟା କଲେ ମଧ୍ୟ କୌଣସି କ୍ଷତି କରିପାରିବେ ନାହିଁ। କୌଣସି ନୂତନ କର୍ମ କରିବାକୁ ଚାହୁଁଥିଲେ ସେଥିରେ ବିଜୟୀ ହେବେ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ମିଥୁନ:-

କୌଣସି ମହତ୍ତ୍ଵପୂର୍ଣ୍ଣ ବ୍ୟକ୍ତିଙ୍କ ସହିତ ଭେଟ ହେବ। ବିଦ୍ୟାଧ୍ୟୟନ ସମ୍ବନ୍ଧିୟ ଶୁଭ ସମାଚାର ପ୍ରାପ୍ତ ହେବ। ସନ୍ତାନଙ୍କ ସମ୍ବନ୍ଧିତ କୌଣସି ମହତ୍ଵପୂର୍ଣ୍ଣ କାମ ହୋଇପାରେ। କୌଣସି କାମରେ ବିଶେଷ ଜ୍ଞାନ ହାସିଲ କରିବେ। ପରିବାରର ଉନ୍ନତି ପାଇଁ ପ୍ରୟାସରତ ହେବେ। ନିଜକୁ ମଧ୍ୟ ଖୁସି ଓ ସୁରକ୍ଷିତ ଅନୁଭବ କରିବେ। ଅବିବାହିତ ଯୁବକ ଯୁବତୀମାନଙ୍କର ବିବାହ ସ୍ଥିର ହେବ। ନୂଆ ଜ୍ଞାନର ବୃଦ୍ଧି ହେତୁ ପ୍ରଚୁର ଧନଲାଭ ଓ ଦ୍ଵିଗୁଣା ହେବ। ସବୁ କିଛି ସୁନ୍ଦର ହିଁ ସୁନ୍ଦର ଦେଖା ଦେବ। ପରିବାର ଓ ମିତ୍ରଙ୍କ ସହିତ ସମୟ ବିତେଇବେ। ମନରେଥିବା କାମନା ପୂର୍ଣ୍ଣ ହେବ। ପ୍ରତିକାର- ମୁହଁ ମିଠାକରି ଘରୁ ବାହାରନ୍ତୁ।

କର୍କଟ:-

ଅଧୁରା କାର୍ଯ୍ୟ ପୂରଣ ହେବ। ନୂଆ ଜ୍ଞାନର ବୃଦ୍ଧି ହେବ। ଶୁଭ ସମାଚାର ମିଳିପାରେ। ପ୍ରେମୀ-ପ୍ରେମିକାଙ୍କ ମିଳନ ହେବ। ଅବିବାହିତ ଯୁବକ ଯୁବତୀମାନଙ୍କର ବିବାହ ସ୍ଥିର ହେବ। ସାମ୍ବାଦିକମାନେ କୌଣସି ଶୁଭ ସମାଚାର ଶୁଣିବାକୁ ପାଇବେ ଆର୍ଥିକ ସ୍ଥିତି ସୁଧୁରି ଯିବ, ଯଶ ପ୍ରତିଷ୍ଠା ମିଳିବ। ପ୍ରପର୍ଟୀ ସମ୍ବନ୍ଧିୟ ମାମଲା କାହାର ମଧ୍ୟସ୍ଥତା ଦ୍ଵାରା ଦୂର ହେବ। ଶାରୀରିକ କଷ୍ଟ ଦୂର ହେବ। ସମସ୍ତ ଫଇସଲା ଓ ନିର୍ଣ୍ଣୟ ବୁଦ୍ଧିମତାରେ ପରିପୂର୍ଣ୍ଣ ହେବ। ନିଜର ଚତୁରତା ଓ ବିବେକରେ ବିପରୀତ ପରିସ୍ଥିତିକୁ ନିଜ ସପକ୍ଷରେ କରିପାରିବେ। କିନ୍ତୁ ଅହଂକାରକୁ ତ୍ୟାଗ କରିବାକୁ ହେବ। ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ।

ସିଂହ:-

କାମ-କାର୍ଯ୍ୟରେ ନୂଆ ଉପଲବ୍ଧି ଆପଣଙ୍କ ପ୍ରତୀକ୍ଷାରେ ରହିବ। ସମସ୍ତ କ୍ଷେତ୍ରରେ ଖୁସି ମିଳିବ। ସାମୁହିକ ପ୍ରୟାସ ଓ ସହଯୋଗ ଦ୍ଵାରା ଆଗକୁ ବଢିବା ସମ୍ଭବ ହେବ। ବନ୍ଧୁ ମିତ୍ରଙ୍କ ଆଗମନ ହେବ। ସନ୍ତାନ ସମ୍ବନ୍ଧିୟ କୌଣସି ମହତ୍ଵପୂର୍ଣ୍ଣ କାମ ଆପଣଙ୍କ ଦ୍ଵାରା ହୋଇପାରେ। ସମ୍ପତ୍ତି ସମ୍ବନ୍ଧିୟ ମାମଲାରେ ବିଜୟ ହେବ। ଗୁରୁଜନ ଓ ବୃଦ୍ଧଜନଙ୍କ ସେବା କଲେ ଅନେକ ଆଶୀର୍ବାଦ ପାଇବେ। ପ୍ରେମୀ-ପ୍ରେମିକାଙ୍କ ସାମଞ୍ଜସ୍ୟ ବୃଦ୍ଧି ହେବ ଓ ସମସ୍ତ କ୍ଷେତ୍ରରେ ସଫଳତା ମିଳିବ। ସ୍ଵାସ୍ଥ୍ୟରେ ପରିବର୍ତ୍ତନ ଅନୁଭବ କରିବେ। ଆଧ୍ୟାତ୍ମିକ କ୍ଷେତ୍ରରେ ଉନ୍ନତି ହେବ। ପ୍ରତିକାର- ଗୋମାତାକୁ ଖାଇବାକୁ ଦିଅନ୍ତୁ।

କନ୍ୟା:-

ବ୍ୟାପାର ଓ କାମ-କାର୍ଯ୍ୟର ସ୍ଥିତି ବହୁତ ସନ୍ତୋଷଜନକ ହେବ। ପାର୍ଟି ବା ସମାରୋହରେ ସମ୍ମିଳିତ ହେବାକୁ ପଡିପାରେ। ନୂଆ ଚାକିରୀ ହେବାର ଅଫର୍ ମିଳିବ। ଯୁବକ ଯୁବତୀମାନେ ବିବାହ କରିବାର ସୁଯୋଗ ପାଇବେ। ଦାମ୍ପତ୍ୟ ସୁଖରେ ମଧୁରତା ଆସିବ ଓ ପ୍ରେମିକ ପ୍ରେମିକାମାନଙ୍କର ପ୍ରେମ ସମ୍ବନ୍ଧରେ ଅଧିକ ଘନିଷ୍ଠତା ହେବ। ନୂତନ ବନ୍ଧୁ ମିତ୍ରଙ୍କ ମିଳନ ହେବ ଓ ସହଯୋଗରେ ଆଗକୁ ବଢିପାରିବେ। ସ୍ୱାସ୍ଥ୍ୟସମସ୍ୟା ଦୂର ହୋଇଯିବ। କୌଣସି ଶୁଭକାର୍ଯ୍ୟ କରିବାକୁ ଆୟୋଜନ ମଧ୍ୟ କରିବେ। ନୂଆଲକ୍ଷ ପୂରଣ କରିବା ପାଇଁ ସମୟ ନିର୍ଦ୍ଧାରିତ କରିବେ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ତୁଳା:-

ଅଧା-ଅଧୁରାଥିବା କାର୍ଯ୍ୟ ପୂରଣ ହୋଇଯିବ। ସାମୁହିକ ପ୍ରୟାସ ଓ ସହଯୋଗ ଦ୍ଵାରା ଆଗକୁ ବଢିପାରିବେ। ପରିବାର ସମ୍ବନ୍ଧିତ ବା କୌଣସି ବନ୍ଧୁଙ୍କ ଦ୍ଵାରା ଶୁଭ ସମାଚାର ଶୁଣିବେ। ସ୍ୱାସ୍ଥ୍ୟ ସମ୍ପର୍କୀୟ ଦୁଶ୍ଚିନ୍ତା ଦୂରହେବ। କୌଣସି ସହୃଦୟ ବ୍ୟକ୍ତିଙ୍କଠାରୁ ଯଥେଷ୍ଟ ସହାୟତା ପାଇବେ। କମିଶନ ସମ୍ବନ୍ଧିତ କାର୍ଯ୍ୟରେ ଲାଭ ମିଳିବ। ସ୍ୱାସ୍ଥ୍ୟସମସ୍ୟା ସୁଧୁରିଯିବ ଓ  ନୂତନ ବନ୍ଧୁଙ୍କ ସହିତ ଭେଟ ହେବା ଫଳରେ ଅଟକିଥିବା କାର୍ଯ୍ୟ ସମ୍ପନ୍ନ ହେବ। ପ୍ରେମ-ପ୍ରସଙ୍ଗରେ ଉନ୍ନତି ବା ଅବସର ମିଳିପାରେ। ପତି ପତ୍ନୀଙ୍କ ମଧ୍ୟରେ ବୁଝାମଣା ଭଲ ରହିବ ଓ ଦାମ୍ପତ୍ୟ ସୁଖରେ ଶାନ୍ତି ଅନୁଭବ କରିବେ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ବିଚ୍ଛା:-

ନିଜର ଚତୁରତା ଓ ବିବେକ ହେତୁ ସମସ୍ତ ବିପରୀତ ପରିସ୍ଥିତିର ସାମ୍ନା କରିପାରିବେ। ଶତ୍ରୁ ବା ବିରୋଧୀ କିଛି କ୍ଷତି କରିପାରିବେ ନାହିଁ। ଦୁଃଖୀ ଲୋକଙ୍କୁ ସାହାରା ହେବେ। ପରିବାର ବା ଘର ସମ୍ବନ୍ଧୀୟ କୌଣସି ମହତ୍ଵପୂର୍ଣ୍ଣ ସମାଚାର ଶୁଣିବେ। ନୂତନ ବନ୍ଧୁମିଳନ ହେତୁ ମନଖୁସୀ ରହିବ। ଦୂରଯାତ୍ରାର ସୁଯୋଗ ପାଇ ସଫଳତା ମିଳିବ ଓ ପ୍ରତିଷ୍ଠା, ପ୍ରତିପତ୍ତି ମାନସମ୍ମାନ କ୍ଷାତି ବଢିବ। ବାଣିଜ୍ୟ, ନିର୍ମାଣ ଓ ପରିବହନ କ୍ଷେତ୍ରରେ ସମସ୍ୟା ସମାଧାନ ହୋଇଯିବ। ପତି ପତ୍ନୀଙ୍କ ମଧ୍ୟରେ ବୁଝାମଣା ଭଲ ରହିବ ଓ ଦାମ୍ପତ୍ୟ ସୁଖରେ ଶାନ୍ତି ଅନୁଭବ କରିବେ। ଅବିବାହିତ ଯୁବକ ଯୁବତୀମାନେ ବିବାହ କରିବାର ସୁଯୋଗ ପାଇବେ। ପ୍ରତିକାର- ଗୋମାତାକୁ ଖାଇବାକୁ ଦିଅନ୍ତୁ।

ଧନୁ:-

ପରିବାରରେ ଅପ୍ରୀତିକର ପରିସ୍ଥିତି ଦେଖାଦେଲେ ମଧ୍ୟ ସମସ୍ୟାକୁ ସୁଧାରିବା ପାଇଁ ଚେଷ୍ଟା କରି କୌଶଳକ୍ରମେ ସମାଧାନ କରିବେ। ଧାର୍ମିକ କାର୍ଯ୍ୟରେ ରୁଚି ବଢିବା ସହିତ ସମୟ ମଧ୍ୟ ଆନନ୍ଦମୟ ହେବ। ବ୍ୟବସାୟ କ୍ଷେତ୍ରରେ ଚତୁରତାସହ  ଗତିକରି କାମ ହାସଲ କରିବେ। ପରିଶ୍ରମ ଓ ମେହନତର ପରିଣାମ ମିଳିବ। କଳା, ସାହିତ୍ୟ, କ୍ରିଡା, ଚଳଚ୍ଚିତ୍ର ତଥା ଅନୁଷ୍ଠାନିକ କାମରେ ପ୍ରଶଂସା ମିଳିବ। ସାମ୍ବାଦିକମାନେ ଶୁଭ ସମ୍ବାଦ ପାଇ ଶୀଘ୍ର ଯାତ୍ରା କରିବାକୁ ବାଧ୍ୟ ହେବେ। ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳ ହେବେ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ମକର:-

ସମସ୍ତ ଫଇସଲା ଓ ନିର୍ଣ୍ଣୟ ବୁଦ୍ଧିମତାରେ  ପରିପୂର୍ଣ୍ଣ ହେବ। ଧୈର୍ଯ୍ୟ ସାହସ ଦ୍ଵାରା ହୋଇପାରୁ ନଥିବା କାମକୁ କରି ଦେଖାଇବେ। ଘରୋଇ କାମରେ ସଫଳତା ମିଳିବ। ସ୍ୱାସ୍ଥ୍ୟ ଭଲ ରହିବ। ବହୁତ ଦିନରୁ ଚିନ୍ତା କରୁଥିଲେ ଯେଉଁ କାମ ତାହା ଅଳ୍ପ ପ୍ରୟାସରେ ପୂର୍ଣ ହୋଇଯିବ। ପତି ପତ୍ନୀଙ୍କ ମଧ୍ୟରେ ବୁଝାମଣା ଭଲ ରହିବ ଓ ଦାମ୍ପତ୍ୟ ସୁଖରେ ଶାନ୍ତି ଅନୁଭବ କରିବେ। ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳ ହେବେ। ଯୁବକ ଯୁବତୀମାନେ ବିବାହ କରିବାର ସୁଯୋଗ ପାଇବେ। ରାଜନୀତି କ୍ଷେତ୍ରରେ ମାନସମ୍ମାନ ଓ ପ୍ରତିଷ୍ଠା ଅକ୍ଷୁର୍ଣ୍ଣ ରହିବ। ପ୍ରତିକାର- ଗୋମାତାକୁ ଖାଇବାକୁ ଦିଅନ୍ତୁ।

କୁମ୍ଭ:-

ଆନୁଷ୍ଠାନିକ କ୍ଷେତ୍ରରେ ସମ୍ମାନଲାଭ ଓ ପଦମର୍ଯ୍ୟାଦା ବୃଦ୍ଧି ପାଇବ। କଳା, ସାହିତ୍ୟ, ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ, ବାଦବିବାଦ, କ୍ରିଡା, ପ୍ରତିଦ୍ଵନ୍ଦିତା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ। ପାରିବାରିକ ସୁଖ-ଶାନ୍ତି ବୃଦ୍ଧି ହେବ। ପ୍ରେମ-ପ୍ରସଙ୍ଗରେ ସଫଳତା ମିଳିବ। ମାନସିକ ଶାନ୍ତି ମିଳିବ। ସମସ୍ତ ଚିନ୍ତାରୁ ମୁକ୍ତି ମିଳିବ। ନୂତନ ଦ୍ରବ୍ୟ କ୍ରୟ କରିବେ। ମହିଳା ମାନେ ନିଜର ଇଛା ପୂରଣ ପାଇଁ କୌଣସି କର୍ମକରି ପ୍ରଶଂସା ପାଇବେ। ଶତୃମାନେ ଦୂରେଇ ଜିବେ। ନୂଆଲକ୍ଷ ପୂରଣ କରିବା ପାଇଁ ସାହାଯ୍ୟ ସହଯୋଗ ମିଳିବ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ମୀନ:-

ନୂତନ ବ୍ୟବସାୟ ଯୋଜନାର ଶିଳାନ୍ୟାସ କଲେ, ତାହା ଦୀର୍ଘ ସ୍ଥାୟୀହେବ ଓ ବହୁବିଧ ଲାଭ ମିଳିବ। ଉଚ୍ଚଶିକ୍ଷା ଅଧ୍ୟୟନ ପାଇଁ ବିଦେଶ ଯାତ୍ରା ଯୋଗ ଅଛି। କୌଣସି ପ୍ରକାରେ ଉଚ୍ଚମାନ୍ୟତା ରକ୍ଷା କରି ଆର୍ଥିକ ସ୍ଥିତିକୁ ସୁଦୃଢ କରିପାରିବେ। ରାଜନୈତିକ କ୍ଷେତ୍ରରେ ସହକର୍ମୀମାନଙ୍କ ସହ ଶତ୍ରୁତା ମେଣ୍ଟିଯିବା ଫଳରେ ପ୍ରବଳ ଶତୃମାନେ ଦୁର୍ବଳ ହେବେ। କଳା, ସାହିତ୍ୟ, କ୍ରିଡା, ଚଳଚ୍ଚିତ୍ର ତଥା ଆନୁଷ୍ଠାନିକ କାମରେ ପ୍ରଶଂସା ମିଳିବ। ଯୁବକ ଯୁବତୀମାନେ ବିବାହ କରିବାର ସୁଯୋଗ ପାଇବେ। ପ୍ରେମିକ ପ୍ରେମିକାମାନଙ୍କର ପ୍ରେମ ସମ୍ବନ୍ଧରେ ଅଧିକ ଘନିଷ୍ଠତା ହେବ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

Jyotirbid Dr. Pramod Satapathy
Jantra Jyotisha, Cuttack

Jyotirbid Pandit Sudhakar Tripathy
Jantra Jyotisha, Kakatpur, Puri

For personalized consultation and appointment,
you can connect on WhatApp @ 7008758366 or 9937551988
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 7008758366 or 9937551988


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!