ଦୈନିକ ରାଶିଫଳ: ୧୨ ମଇ ୨୦୨୦, ମା ମଙ୍ଗଳାଙ୍କ କୃପାରୁ ଆଜି ଏହି ସବୁ ରାଶି ବ୍ୟକ୍ତିଙ୍କୁ ମିଳିବ ଆର୍ଥିକ ସମସ୍ୟାରୁ ମୁକ୍ତି

ଶେୟାର କରନ୍ତୁ ଅନ୍ୟମାନକ ସହିତ

୨୦୨୦ ମସିହା, ମଇମାସ ୧୨ତାରିଖ, ମଙ୍ଗଳବାର, ମେଷମାସ ୩୦ଦିନ, ଜ୍ୟେଷ୍ଠମାସ, କୃଷ୍ଣପକ୍ଷ, ପଞ୍ଚମୀତିଥି ପ୍ରାତଃ ୫ଟା ୫୪ମିନିଟ୍ ପରେ ଷଷ୍ଠୀତିଥି, ଉତ୍ତରାଷାଢାନକ୍ଷତ୍ର, ଧନୁ ରାଶିରେ ଚନ୍ଦ୍ର। ମକରରାଶିର ଘାତବାର। ତୁଳା, କୁମ୍ଭ ରାଶିର ଘାତଚନ୍ଦ୍ର। ପିତା ଦ୍ରବ୍ୟ ନ ଖାଇଲେ ଭଲ। ଶୁଭସମୟ ସକାଳ ୮ଟା ୩୦ମିନିଟ୍ ରୁ ୧୦ଟା ୨୫ମିନିଟ୍, ଦିବା ୧ଟା ୨ମିନିଟ୍ ରୁ ୧ଟା ୧୯ମିନିଟ୍, ଦିବା ୩ଟା ୩୬ମିନିଟ୍ ରୁ ୫ଟା ୧୮ମିନିଟ୍, ସନ୍ଧ୍ୟା ୬ଟା ୧୨ମିନିଟ୍ ରୁ ୬ଟା ୫୪ମିନିଟ୍, ରାତ୍ର ୯ଟା ୮ମିନିଟ୍ ରୁ ରାତ୍ର ୧୧ଟା ୨୦ମିନିଟ୍।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ମେଷ:-

ଅନେକ ସମସ୍ୟାର ସମାଧାନ ହୋଇ ପରିବାରରେ ହସ ଖୁସିର ବାତାବରଣ ଖେଳିଯିବ। ଗୃହୋପକରଣ କ୍ରୟ କରିବେ। ସମସ୍ତ କାର୍ଯ୍ୟକ୍ରମ ସୁରୁଖୁରୁରେ ପୂର୍ଣ୍ଣ ହେବ। ବ୍ୟବସାୟ ସମ୍ବନ୍ଧୀୟ ସମସ୍ତ ଜରୁରୀ କାର୍ଯ୍ୟ ଓ ଆବଶ୍ୟକ ଅର୍ଥ ଆଦାନ ପ୍ରଦାନ ସୁଚାରୁ ରୂପେ ହେବ। ବିଦ୍ୟା କ୍ଷେତ୍ରରେ ଉଚ୍ଚ ସମ୍ଭାବନାର ଆଶା ଓ ଆଶ୍ଵାସନା ଲାଭ କରି ମାନସିକ ଶାନ୍ତି ଅନୁଭବ କରିବେ। ସନ୍ତାନର ସୁ ଖବର ଶୁଣି ଖୁସି ହେବେ। ପ୍ରେମସମ୍ବନ୍ଧ ଓ ଦାମ୍ପତ୍ୟ ଜୀବନରେ ମଧୁରତା ସୃଷ୍ଟି ହେବା ଫଳରେ ଉତ୍ସାହିତ ହେବେ। ସାମାନ୍ୟ କଥାରେ ଅଯଥା ତର୍କ ନକରି ଶାନ୍ତ ରହିବା ଉଚିତ୍। ପ୍ରତିକାର:- ଅସହାୟାଙ୍କୁ ସାହାଯ୍ୟ କରନ୍ତୁ।

ବୃଷ:-

ପରିବାର ସଙ୍କ୍ରାନ୍ତିୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପାଦନ ହେବା ସହ ପରିବାରରେ ଆର୍ଥିକ ସମସ୍ୟା ସମାଧାନ ହୋଇଯିବ। ବାଣିଜ୍ୟ କ୍ଷେତ୍ରରେ ଉନ୍ନତମାନର ଫଳ ପାଇ ଅଳ୍ପ ପରିଶ୍ରମରେ ବହୁତ ଧନ ଲାଭ ହେବ। ଉଧାର ଦେଇଥିବା ଟଙ୍କା ମିଳିଯାଇ ପାରେ। ଧାର୍ମିକ କାର୍ଯ୍ୟରେ ରୁଚି ବଢିବ। ଶତୃମାନେ ସାମ୍ନାକୁ ଆସିବାକୁ ସାହସ କରିବେ ନାହିଁ। ଅଧିକାରୀଙ୍କଠାରୁ ସହଯୋଗ ମିଳିବ। ସାଧାରଣ କଥାକୁ ନେଇ ମନରେ ବିରକ୍ତିଭାବ ପ୍ରକାଶ ପାଇବ। ସନ୍ତାନଙ୍କ ଚିନ୍ତାରେ ମାନସିକ ଚିନ୍ତା ବୃଦ୍ଧି ହେବ। ନିଜ ଲୋକ ମନମୋଟିଆ ହେବେ। କର୍ମକ୍ଷେତ୍ରରେ ଅସନ୍ତୋଷ ଓ ସହକର୍ମୀଙ୍କ ସହ ବିବାଦ ଦେଖା ଦେଇ ପାରେ। ପ୍ରତିକାର କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ମିଥୁନ:-

ଉଚ୍ଚାଧିକାରୀ, ସହକର୍ମୀ, ଭାଇ ବନ୍ଧୁ ବା କୌଣସି ବିଶିଷ୍ଟ ବ୍ୟକ୍ତିଙ୍କର ସହଯୋଗ ମନୋବଳକୁ ବଢେଇ ଦେବ। ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ଯଦି କୌଣସି ନୂତନ ଯୋଜନାର କ୍ରିୟାନ୍ୱିତ କରିବାକୁ ଚାହୁଁଥାନ୍ତି, ତା’ ହେଲେ ଆଗେଇ ନବା ଉଚିତ୍। କର୍ମ କ୍ଷେତ୍ରରେ ପରିବର୍ତ୍ତନ ଆସିବ ଓ କର୍ମସମ୍ବନ୍ଧିତ ଯାତ୍ରା କରିବାକୁ ପଡିପାରେ। ଆର୍ଥିକ ପରିସ୍ଥିତି ଉତ୍ତମ ଥିଲେ ମଧ୍ୟ ଆବଶ୍ୟକୀୟ ଦ୍ରବ୍ୟପାଇଁ ଅଧିକ ବ୍ୟୟ ହୋଇ ପାରେ। ରାଜନୀତି କ୍ଷେତ୍ରରେ ଆପଣାଲୋକ ଭାବେ ଗଣତି ହେଉଥିବା ବ୍ୟକ୍ତି ମାନଙ୍କ ଠାରୁ ଆଶ୍ଵାସନା ପାଇବେ। ନିର୍ମାଣଧୀନ କାର୍ଯ୍ୟ ସମ୍ପନ୍ନ ହେବ। ପ୍ରତିକାରମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

କର୍କଟ:-

ସନ୍ତାନଙ୍କ ପାଇଁ ଶୁଭସମ୍ବାଦ ପାଇବେ। ସାମାଜିକ କ୍ଷେତ୍ରରେ ଉତ୍ସାହ ଉଲ୍ଲାସରେ ସମୟ ଅତିବାହିତ କରିବେ। ସୁଖ ସମୃଦ୍ଧି ବୃଦ୍ଧି ଓ ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ହେବ। ସାମ୍ବାଦିକ ମାନେ ଉଦ୍ଦେଶ୍ୟକୁ ସଫଳ କରିବାରେ ସକ୍ଷମ ହେବେ। ପାରିବାରିକ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ। ଉଚିତ୍ ପରାମର୍ଶ ପାଇ ହରେଇଥିବା ଦ୍ରବ୍ୟ ଫେରି ପାଇବେ। ବ୍ୟବସାୟୀମାନେ ନଗଦ କାରବାରରେ ଅଧିକ ଲାଭପ୍ରଦ ହେବେ। ପ୍ରିୟଜନଙ୍କ ସହ ମିଳନ ହେବ। ବିଦ୍ୟାରେ ଉନ୍ନତି ଫଳରେ ଆତ୍ମସନ୍ତୋଷ ବଢ଼େଇବ। ଅଟକିଥିବା କାର୍ଯ୍ୟ ପୂରଣ କରିବାକୁ ଚେଷ୍ଟା କରିବେ। ଉତ୍ତରଦାୟିତ୍ୱ ବଢ଼ିବ। ପ୍ରତିକାରମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ସିଂହ:-

ବ୍ୟବସାୟୀମାନେ ଗ୍ରାହକ ସେବାକୁ ଗ୍ରହଣ କରି ଯଶ ମାନ ବୃଦ୍ଧି ସହିତ ଉତ୍ତମ ଆୟର ପଥ ପରିଷ୍କାର କରିବେ। କେତେକ କ୍ଷେତ୍ରରେ ଉଲ୍ଲେଖନୀୟ ପରିବର୍ତ୍ତନ ଆସିବ। କର୍ମକ୍ଷେତ୍ରରେ ଯଶ ମାନକୁ ଅଧିକ ମହତ୍ତ୍ଵ ଦେବେ। ତଳୁ ଉପରସ୍ତର ଯାଏ ଆଦୃତି ଓ ମାନ୍ୟତା ଅର୍ଜନ କରିବେ। ଶ୍ରମିକ ଓ କର୍ମଚାରୀମାନେ ଦୂର ଓ ନିକଟ କାର୍ଯ୍ୟରେ ତିଷ୍ଠି ରହି ପାରିବେ। ଉପରିସ୍ଥଙ୍କୁ ଆପଣାର କରି କୃପାଭାଜନ ହେବେ। ଋଣ ଭରଣାରେ ସହଜ ହେବ। ରାଜନୀତି କ୍ଷେତ୍ରରେ ଉଚ୍ଚସମ୍ପର୍କରୁ ଲାଭବାନ ହେବେ। ଘରଲୋକଙ୍କୁ ଅବିଶ୍ଵାସ କରି ପରଲୋକଙ୍କୁ ବିଶ୍ଵାସ କଲେ ହଇରାଣରେ ପଡିବେ। ପ୍ରତିକାର:- ଅସହାୟାଙ୍କୁ ସାହାଯ୍ୟ କରନ୍ତୁ।

କନ୍ୟା:-

ନିକଟସ୍ଥ ବ୍ୟକ୍ତି ସାହାଯ୍ୟ କରିବା ଦ୍ଵାରା ବ୍ୟବସାୟରେ ସଫଳତା ମିଳିବ ଓ ବ୍ୟବସାୟ ବଢାଇବାରେ ସମର୍ଥ ହେବେ। ଆରମ୍ଭ କରିଥିବା କାର୍ଯ୍ୟ ଶେଷ କରିପାରିବେ। କର୍ମଚାରୀ ଓ ଶ୍ରମିକମାନେ ବେସୀ ଉପକୃତ ହେବେ। ତଳ ମହଲରୁ ଆଶାତୀତ ଲାଭ ପାଇବେ। କର୍ମକ୍ଷେତ୍ରରେ ଅତ୍ୟଧିକ ପରିଶ୍ରମ କରିବା ଫଳରେ ପ୍ରଶଂସିତ ହେବେ। ବନ୍ଧୁବାନ୍ଧବଙ୍କ ଚେଷ୍ଟାରେ ଅତି ସହଜରେ ବାକିଥିବା ଅର୍ଥ ପାଇବେ। ସୁଯୋଗ ହାତପାହାନ୍ତାରେ ପହଞ୍ଚିବ। ଧାର୍ମିକ କାର୍ଯ୍ୟପ୍ରତି ମନ ବଳାଇବେ। ଛାତ୍ରଛତ୍ରୀମାନେ କଠିନ ପରିଶ୍ରମ କରିବା ସହିତ ପଢ଼ା ପଢ଼ିରେ ମନଯୋଗ ଦେବେ। ପ୍ରତିକାର କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ତୁଳା:-

କୌଣସି ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେବା ପୂର୍ବରୁ ପରିବାର ସହ ଆଲୋଚନା କରିବା ଉଚିତ୍। ବ୍ୟବସାୟ କ୍ଷେତ୍ରରେ ଆୟ ବ୍ୟୟରେ ତାଳମେଳ ରହିବ ନାହିଁ। ଶତୃମାନେ ଦୂରେଇଯିବେ। କର୍ମ କ୍ଷେତ୍ରରେ ଦାୟିତ୍ଵ ବଢିବା ଯୋଗେ ଅନ୍ୟମନସ୍କ ରହିବେ। ନିଜ ଚେଷ୍ଟାରେ ବହୁତ କଷ୍ଟକଲେ ବାକିଥିବା ଅର୍ଥ ପାଇବେ। ଗୃହ ସମସ୍ୟାରେ ଧନ୍ଦି ହୋଇଯିବେ। ନିଜ ଲୋକମାନେ ହିଁ କାମରେ ଆସିବେ। ରାଜନୀତି କ୍ଷେତ୍ରରେ ଅଧିକରୁ ଅଧିକ ଲୋକ ସମର୍ଥନ ପାଇ ସଫଳ ହେବେ। ବିଦ୍ୟାକ୍ଷେତ୍ରରେ ମନଯୋଗ ଦେଇ ପ୍ରଶଂସା ପାଇବେ। ଖାଦ୍ୟପେୟ ପ୍ରତି ବିଶେଷ ଧ୍ୟାନଦେଇ ବ୍ୟାୟାମ କରିବା ଆବଶ୍ୟକ। ପ୍ରତିକାର ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

ବିଚ୍ଛା:-

ପରିବାରରେ ଅପ୍ରିତିକର ପରିସ୍ଥିତି ଦେଖା ଦେଲେ ମଧ୍ୟ ତାହା କୌଶଳକ୍ରମେ ସମାଧାନ କରିବେ। ଭୋଗ ବିଳାସକୁ ତୁଚ୍ଛମଣି କର୍ତ୍ତବ୍ୟ ସାଧନକୁ ଭଗବତ୍ ସେବାଭଳି ମାନ୍ୟତା ଦେଲେ ସମ୍ମାନ ଓ ପ୍ରତିଷ୍ଠା ଅତୁଟ ରହିବ। ଅଭାବ ଅସୁବିଧା ଥାଇ ମଧ୍ୟ କୌଣସି କାମ ଅଟକିବ ନାହିଁ। ରାଜନୀତି କ୍ଷେତ୍ରରେ ବୁଦ୍ଧି ବିବେକ ଖେଳାଇ କର୍ତ୍ତବ୍ୟ ପରାୟଣତାକୁ ମୁଖ୍ୟକରି ଚାଲିବା ହିତକର। ଦକ୍ଷତାକୁ କେନ୍ଦ୍ରକରି ଉଚ୍ଚମାନ୍ୟତାରେ ବୃଦ୍ଧି ହେବ। ସହକର୍ମୀ କେହି ଇର୍ଷାତୁର ହେଲେବି କ୍ଷତିକାରୀ ହେବେ ନାହିଁ। ପ୍ରେମିକ ପ୍ରେମିକା ମାନଙ୍କର କିଛି ଅର୍ଥ ସଙ୍କଟ ଦେଖାଦେବାରୁ ଅତ୍ୟଧିକ ଚିନ୍ତା କରିବେ। ପ୍ରତିକାର:- ଅସହାୟାଙ୍କୁ ସାହାଯ୍ୟ କରନ୍ତୁ।

ଧନୁ:-

ଶତ୍ରୁହାନି, ଉଚ୍ଚପ୍ରଶଂସା ଲାଭ, ଦମ୍ଭସାହସ ବୃଦ୍ଧି, କ୍ଷମାଗୁଣରେ ଯଶପ୍ରାପ୍ତି, ସୁସମ୍ବାଦ ଶୁଣିବେ ଓ ଆର୍ଥିକ ସଙ୍କଟ ଦୂରେଇ ଯାଇ ଅଶାନ୍ତିର ଝଡ ଶାନ୍ତ ହେବ। ଚିତ୍ତପ୍ରସନ୍ନ ଯୋଗେ କାର୍ଯ୍ୟ ସିଦ୍ଧି ହୋଇ ଯଶ, ମାନସମ୍ମାନ ପ୍ରତିଷ୍ଠା ମିଳିବ। କର୍ମକ୍ଷେତ୍ରରେ ଅପେକ୍ଷା କରିଥିବା କାର୍ଯ୍ୟର ଶୁଭ ସୂଚନା ମିଳିବା ଫଳରେ ଶ୍ରମ ସାର୍ଥକ ହେବ। ଛାତ୍ରଛାତ୍ରୀମାନେ ଉଚିତ ପନ୍ଥା ଗ୍ରହଣ କରି ବିଦ୍ୟାରେ ସଫଳ ହେବେ। ଧାର୍ମିକ କାର୍ଯ୍ୟରେ ମନ ବଳାଇବେ।  ବ୍ୟବସାୟ କ୍ଷେତ୍ରରେ ମନ ଲାଗିବା ଦ୍ଵାରା ପ୍ରଚାର ପ୍ରସାର ପାଇଁ ଯୋଜନା କରିବେ। ଲୋକମାନେ ଆପଣଙ୍କ ବାଣୀ ଓ ଯୋଗ୍ୟତାରେ ପ୍ରଭାବିତ ହେବେ। ପ୍ରତିକାରମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ମକର:-

ପାରିବାରିକ କ୍ଷେତ୍ରରେ ଧୈର୍ଯ୍ୟ ଓ ସହନ ଶୀଳତା କାଏମ ରହିବ। ରାଜନୀତିରେ କିଏ ଚାହିଁଲେ ମଧ୍ୟ କୌଣସି କ୍ଷତି କରି ପାରିବେ ନାହିଁ। ନିଜର କାମକୁ ପଛରେ ପକାଇ ଅନ୍ୟଦ୍ଵାରା ପ୍ରଭାବିତ ହୋଇ କୌଣସି ଭୁଲ୍ କାମ କରି ପାରନ୍ତି।  ସମସ୍ତ ଗୁରୁତ୍ୱପୂର୍ଣ୍ଣ ନିଷ୍ପତି ବିପଦରେ ପକାଇବ ସନ୍ତାନର ଭବିଷ୍ୟତ ପାଇଁ ଚିନ୍ତିତ ରହିବେ। ରାସ୍ତା ଘାଟରେ ଯଥେଷ୍ଠ ସତର୍କ ହୋଇ ଚଳପ୍ରଚଳ ହେବା ଅତ୍ୟନ୍ତ ଜରୁରୀ। ଖାଦ୍ୟପେୟ ପ୍ରତି ବିଶେଷ ଧ୍ୟାନଦେଇ ବ୍ୟାୟାମ କରିବା ଆବଶ୍ୟକ। ସ୍ୱାସ୍ଥ୍ୟ ପାଇଁ ସତର୍କ ରହିବା ଉଚିତ୍।ଅଧ୍ୟୟନ ପ୍ରତି ବିତୃଷ୍ଣା ଓ ନିରାଶା ଭାବ ଦେଖାଦେଇ ପାରେ। ପ୍ରତିକାର ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

କୁମ୍ଭ:-

ସରକାରୀ କର୍ମଚାରୀମାନେ ଉତ୍ତମ କାର୍ଯ୍ୟ କରି ପ୍ରଶଂସା ପାଇବେ। ମିତ୍ରମାନଙ୍କ ଦ୍ଵାରା ଲାଭ ମିଳିବ। ସାମାଜିକ କାମରେ ପ୍ରଶଂସା ମିଳିବ। ବ୍ୟବସାୟରେ ସଫଳତା, ଆର୍ଥିକ ଉନ୍ନତି ଓ ଅଚାନକ ଧନ ପ୍ରାପ୍ତି ହେବା ସହ ମାନ ସମ୍ମାନ ବୃଦ୍ଧି ହେବ। ପାରିବାରିକ କ୍ଷେତ୍ରକୁ ସରସ ସୁନ୍ଦର କରିବାର ପ୍ରଯତ୍ନ କରିବେ। ବିଦ୍ୟାରେ ଉନ୍ନତି ହେବା ସହ ପ୍ରଶଂସିତ ହେବେ। ବନ୍ଧୁବାନ୍ଧବ ମାନଙ୍କ ସହ ସାବଧାନତା ପୂର୍ବକ ନ ଚଳିଲେ ବିପଦରେ ପଡିବେ। ଅନ୍ୟର ଉପକାର କରି ନିଜେ କ୍ଷତିରେ ପଡିବେ। ପ୍ରେମ କ୍ଷେତ୍ରରେ ଦୂର ସମ୍ପର୍କୀୟ ବ୍ୟକ୍ତିଙ୍କୁ ବିଶ୍ୱାସ କଲେ ଠକାମୀ ଭଣ୍ଡାମୀର ଶୀକାର ହେବେ। ପ୍ରତିକାର କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ମୀନ:-

ସ୍ଵାସ୍ଥ୍ୟରେ ପରିବର୍ତ୍ତନ ହେବ। ସାମ୍ବାଦିକମାନେ ଶୁଭ ସମ୍ବାଦ ପାଇ ଶୀଘ୍ର ଯାତ୍ରା କରିବାକୁ ବାଧ୍ୟ ହେବେ। କର୍ମକ୍ଷେତ୍ରରେ କର୍ତ୍ତବ୍ୟନିଷ୍ଠା ପରାୟଣ ହେବା ଫଳରେ ସହକର୍ମୀମାନେ କାମର ପ୍ରଶଂସା କରିବେ। ବିଦ୍ୟାର୍ଥୀଙ୍କର ବିଦ୍ୟାରେ ଉନ୍ନତି ହେବାରୁ ମନ ଖୁସି ରହିବ। କୌଶଳ ପ୍ରୟୋଗ କରି ସମସ୍ତ ପ୍ରକାର ଅଭିଳାଷ ପୂରଣ କରିବାକୁ ଚେଷ୍ଟିତ ହେବେ। ଅନେକ ସମସ୍ୟା ଦୂରହୋଇ ଉଚ୍ଚ ଆଶାରେ ଆଗେଇବେ। ରାଜନୀତି କ୍ଷେତ୍ରରେ ଶତୃମାନଙ୍କୁ ମୁକାବିଲା କରି ପାରିବେ। ଜନସମ୍ପର୍କ ସୁଦୃଢ ହେବ। ଯାହା ଚିନ୍ତା କରିବେ ତାହା ପୂରଣ ହେବ। ମାନସିକ ଚିନ୍ତା ଦୂର ହେବ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

Jyotirbid Dr. Pramod Satapathy
Jantra Jyotisha, Cuttack

Jyotirbid Pandit Sudhakar Tripathy
Jantra Jyotisha, Kakatpur, Puri

For personalized consultation and appointment,
you can connect on WhatApp @ 7008758366 or 9937551988
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 7008758366 or 9937551988


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!