ଦୈନିକ ରାଶିଫଳ: 12 ମଇ 2021, ଶ୍ରୀ ଗଣେଶଙ୍କ କୃପାରୁ ଆଜି ଏହି ରାଶି ବ୍ୟକ୍ତିଙ୍କୁ ମିଳିବ କିଛି ବଡ ଖୁସି ଖବର

ଶେୟାର କରନ୍ତୁ ଅନ୍ୟମାନକ ସହିତ

୨୦୨୧ ମସିହା, ମଇମାସ ୧୨ ତାରିଖ, ବୁଧବାର, ମେଷମାସ ୨୯ ଦିନ, ବୈଶାଖମାସ, ଶୁକ୍ଳପକ୍ଷ, ପ୍ରତିପଦତିଥି, କୃତ୍ତିକା ନକ୍ଷତ୍ର, ମେଷରାଶିରେ ଚନ୍ଦ୍ର, ସକାଳ ୬ଟା ୧୮ ମିନିଟ୍ ଗତେ ବୃଷ ରାଶିରେ ଚନ୍ଦ୍ର । କର୍କଟରାଶିର ଘାତବାର । ମେଷରାଶିର ଘାତଚନ୍ଦ୍ର ସକାଳ ୬ଟା ୧୮ ମିନିଟ୍ ଗତେ ବିଛା ରାଶିର ଘାତଚନ୍ଦ୍ର । ପାଣିକଖାରୁ ନ ଖାଇଲେ ଭଲ । ଶୁଭସମୟ- ପ୍ରାତଃ ୫ଟା ୧୬ମିନିଟ୍ ରୁ ୬ଟା ୫୮ମିନିଟ୍, ଦିବା ୧୦ଟା ୭ମିନିଟ୍ ରୁ ୧୧ଟା ୧୬ମିନିଟ୍, ଦିବା ୧ଟା ୫୩ମିନିଟ୍ ରୁ ୫ଟା ୧୭ମିନିଟ୍, ସନ୍ଧ୍ୟା ୬ଟା ୫୫ମିନିଟ୍ ରୁ ରାତ୍ର ୧୦ଟା ୩୫ମିନିଟ୍ ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ମେଷ:-

କୌଣସି ସହୃଦୟ ବ୍ୟକ୍ତିଙ୍କଠାରୁ ଯଥେଷ୍ଟ ସହାୟତା ପାଇବେ । ଶିଳ୍ପ ବାଣିଜ୍ୟ ଓ ବ୍ୟବସାୟରେ କର୍ମଚାରୀ ମାନଙ୍କୁ ଭରସା କଲେ କୌଣସି ପ୍ରକାର ଅସୁବିଧା ହେବନାହିଁ । ନିଜର ଯୋଜନା ମୁତାବକ କାମ କରିଲେ ନୂଆ ଜ୍ଞାନର ବୃଦ୍ଧି ହେତୁ ପ୍ରଚୁର ଧନଲାଭ ହେବ । ପାରିବାରିକ କ୍ଷେତ୍ରରେ ବୁଝାମଣା ଠିକ୍ ରହିବ । ନୂତନ ବନ୍ଧୁଲାଭ ହେବା ସହ ବନ୍ଧୁ ମିତ୍ରମାନଙ୍କର ସହଯୋଗରେ ଧନସମ୍ପଦ, ବସ୍ତ୍ରଆଭୂଷଣ ଆଦି ଲାଭହେବ । ପ୍ରତିକାର-ଲାଲଚନ୍ଦନ ମସ୍ତକରେ ଲଗାଇବା ଉଚିତ ।

ବୃଷ:-

ସାମାଜିକ ପତିଆରା ଅମଳିନ ରହିବ । ଅବିବାହିତ ଯୁବକ ଯୁବତୀମାନେ ବିବାହ କରିବାର ସୁଯୋଗ ପାଇବେ । ଆବଶ୍ୟକ ଅର୍ଥ ଆଦାନ ପ୍ରଦାନ ସୁଚାରୁ ରୂପେ ହେବ । ବକେୟା ଅର୍ଥ କିଛି ମିଳିବ । ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା, ମାଲିମୋକଦ୍ଦମା ଓ ସାକ୍ଷାତ୍କାରରେ ସଫଳ ହେବେ । ରାଜନୀତି କ୍ଷେତ୍ରରେ ସାମୁହିକ ପ୍ରୟାସ ଓ ସହଯୋଗ ଦ୍ଵାରା ଆଗକୁ ବଢିବା ସମ୍ଭବ ହେବ । ଜାଗା, ଜମି, ସମ୍ପତ୍ତି ଓ ଯାନବାହାନ ସମ୍ବନ୍ଧୀୟ କେତେ ସମସ୍ୟା ସମାଧାନ ହୋଇଯିବ । ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ ।

ମିଥୁନ:-

ସାମାଜିକ କ୍ଷେତ୍ରରେ ନିଜର ପ୍ରଭାବ ଓ ପରାକ୍ରମ ବଢିବ । କୃଷିଜାତ ଦ୍ରବ୍ୟ ବାଣିଜ୍ୟରେ ବ୍ୟୟ ଅପେକ୍ଷା ଆୟ ଅଧିକ ହେବ । ଅଧିକାରୀ କାମରେ ପ୍ରସନ୍ନ ରହିବେ । ନ୍ୟାୟମାର୍ଗ ଓ ମିଷ୍ଟ ବଚନକୁ ନିଜର ଭୂଷଣଭାବି କର୍ମ କରିଲେ ଲାଭବାନ ହେବେ । ରାଜନେତାମାନେ ଦୂର ସ୍ଥାନକୁ ଯାତ୍ରା କରିବେ ଓ ସାମାଜିକ ପ୍ରତିଷ୍ଠା, ମାନସମ୍ମାନ ବୃଦ୍ଧି ହେବ । ଆୟ ତୁଳନାରେ ବ୍ୟୟ ଅଧିକ ହେବ । ଆପଣା ଲୋକଙ୍କ ମଧ୍ୟରୁ କେହି କ୍ଷୟକ୍ଷତି ଘଟାଇବାର ଉଦ୍ୟମ କରି ପାରନ୍ତି । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।

କର୍କଟ:-

କଳା, ସଙ୍ଗୀତ, ସାହିତ୍ୟ ପ୍ରତି ରୁଚି ବୃଦ୍ଧି ହେବ । ଅବିବାହିତ ଯୁବକ ଯୁବତୀମାନେ ବିବାହ କରିବାର ସୁଯୋଗ ପାଇବେ । ଛାତ୍ର-ଛାତ୍ରୀମାନେ ଅବହେଳିତ ଲୋକଙ୍କସହ ମିଳାମିଶା କରିବା ଫଳରେ ନୂତନ ଦିଗ୍ଦର୍ଶନ ପାଇ ଉଚ୍ଚ ପ୍ରଶଂସିତ ହେବେ । ବାଦବିବାଦ, ମାଲିମୋକଦ୍ଦମା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ । ରାଜନୀତିରେ ଲୋକ ସମର୍ଥନକୁ ଆଧାର କରି ବଳୀୟାନ ହେବେ । ପ୍ରତିକାର:- ଗୋମାତାକୁ କିଛି ଖାଦ୍ୟ ଦିଅନ୍ତୁ ।

ସିଂହ:-

ଶାରୀରିକ ସୁସ୍ଥତା ଓ ମାନସିକ ସ୍ଥିରତା ଦେଖାଦେବ । କର୍ମକ୍ଷେତ୍ରରେ ସହକର୍ମୀ ଓ ଉପରିସ୍ଥ କର୍ମଚାରୀଙ୍କ ଠାରୁ ପ୍ରଶଂସିତ ହେବେ । ଅବିବାହିତ ଯୁବକ ଯୁବତୀମାନେ ବିବାହ କରିବାର ସୁଯୋଗ ପାଇବେ । ଗୃହରେ ଭାତୃବିବାଦ, ପଡ଼ୋଶୀକଳହ, ଜମିପାଇଁ ମାଲିମକଦ୍ଦମାର ସମାଧାନ ହେବା ଦ୍ଵାରା ପାରିବାରିକ କ୍ଷେତ୍ରରେ ଶାନ୍ତି ବିରାଜମାନ କରିବ । ବ୍ୟବସାୟ କ୍ଷେତ୍ରରେ ପୁରୁଣାପ୍ରାପ୍ୟ ଆଦାୟ ହୋଇ ଯିବା ଫଳରେ ଆଶା ମୁତାବକ ଲାଭ ପାଇବେ । ପ୍ରତିକାର- ବେଲକାଠରେ ଚନ୍ଦନ ଘୋରି ଧାରଣ କରନ୍ତୁ ।

କନ୍ୟା:-

ସରକାରୀ କର୍ମଚାରୀମାନେ ଗୁପ୍ତଶତୃଙ୍କ ଚକ୍ରାନ୍ତରେ ପଡ଼ିଲେ ମଧ୍ୟ ନିଜର ସାମାଜିକ ପ୍ରତିଷ୍ଠା, ମାନ ସମ୍ମାନ ବୃଦ୍ଧି ହେବ । ଶରୀର ସୁସ୍ଥ ରହିବ । ପରିବାରରେ ଶାନ୍ତିର ବାତାବରଣ ଦେଖା ଦେବ । ବ୍ୟବସାୟରେ ଉଧାର ଦେଇ ଫେରି ପାଇବା ସହଜ ହେବ । ଦାମ୍ପତ୍ୟ ସ୍ତରରେ ସ୍ଵାର୍ଥ ପ୍ରବୃତ୍ତିର ଅଧୀନ ହୋଇ ମଧୁର ସ୍ଵାଦ ଅନୁଭବ କରିବେ । ପରୀକ୍ଷାରେ ସଫଳ ହେବେ । ରାଜନୀତି କ୍ଷେତ୍ରରେ ଧାର୍ମିକ କାର୍ଯ୍ୟରେ ଯୋଗ ଦେଇ ପ୍ରଶଂସିତ ହେବେ । ପ୍ରତିକାର- ସବୁଜ ରଙ୍ଗର ବସ୍ତ୍ର ପରିଧାନ କରନ୍ତୁ ।

ତୁଳା:-

ପାରିବାରିକ କ୍ଷେତ୍ରରେ ସାଧାରଣ ଚଳଣି ଅତୁଟ ରହିବ । ପରୀକ୍ଷା ପ୍ରତିଯୋଗିତା ଓ ମାଲିମୋକଦ୍ଦମାରେ ସଫଳତା ମିଳିବ । ବନ୍ଧୁ, ମିତ୍ର ଏବଂ ଉଚ୍ଚପଦାଧି କାରୀଙ୍କ ଠାରୁ ସାହାଯ୍ୟ ସହଯୋଗ ପାଇବେ । ବୁଝି ବିଚାରି କାର୍ଯ୍ୟ କଲେ ସମସ୍ତ କାର୍ଯ୍ୟରେ ସଫଳତା ମିଳିବ । ବାଦବିବାଦଠାରୁ ଦୂରେଇ ରହିବା ଉଚିତ । ଅନାବଶ୍ୟକ ଖର୍ଚ୍ଚ ଓ ଭ୍ରମଣ ଯୋଗେ ବ୍ୟଥିତ ହେବେ । ନୂତନ କାର୍ଯ୍ୟକରିବା ପୂର୍ବରୁ ସତର୍କତା ଆବଶ୍ୟକ । ପ୍ରତିକାର:- ଅଶ୍ୱସ୍ଥବୃକ୍ଷ ମୂଳରେ ଗୁଡପଣା ଢାଳନ୍ତୁ ।

ବିଚ୍ଛା:-

ଉତ୍ତମ ରୋଜଗାର ମିଳିବ । ଅବିବାହିତ ଯୁବକ ଯୁବତୀମାନେ ବିବାହ କରିବାର ସୁଯୋଗ ପାଇବେ । ମାଲିମୋକଦ୍ଦମାରେ ଆପୋଷ ସମାଧାନର ରାସ୍ତା ଖୋଲିଯିବ । କର୍ମଚାରୀମାନେ କର୍ମ କ୍ଷେତ୍ରରେ ପ୍ରଶଂସିତ ହେବେ ଉଚ୍ଚପଦସ୍ଥ ଅଫିସରମାନେ ସନ୍ତୋଷ ହେବେ । ପରୀକ୍ଷା ପ୍ରତିଯୋଗିତା ଓ ମାଲିମୋକଦ୍ଦମାରେ ସଫଳତା ମିଳିବ । ଅତ୍ୟଧିକ କାର୍ଯ୍ୟ ଚାପ ଯୋଗୁ ଓ କଠିନ ପରିଶ୍ରମ ହେତୁ ଶାରିରୀକ ଏବଂ ମାନସିକ କଷ୍ଟ ଭୋଗିବେ । ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ ।

ଧନୁ:-

ସମ୍ପର୍କୀୟ ବ୍ୟକ୍ତିଙ୍କ ସହ ମାନ ମନାନ୍ତର ମେଣ୍ଟିଯିବ । ବ୍ୟବସାୟୀ ମାନେ ନୂତନ ବାଣିଜ୍ୟର ପରିକଳ୍ପନା କରିବେ । ଭାଇ ଭଉଣୀ, ପଡୋଶୀ ଓ କୁଟୁମ୍ବମାନଙ୍କ ସହିତ ଉତ୍ତମ ସମ୍ପର୍କ ରହିବା ଫଳରେ ପାରିବାରିକ ଜୀବନରେ ସୁଖଶାନ୍ତି ମିଳିବ । ଦାମ୍ପତ୍ୟ ସୁଖରେ ମଧୁରତା ଆସି ଅଧିକ ଘନିଷ୍ଠତା ହେବ । ଅବିବାହିତ ଯୁବକ ଯୁବତୀମାନେ ବିବାହ କରିବାର ସୁଯୋଗ ପାଇବେ । ବାସସ୍ଥାନ ବା ଯାନବାହନର ନବୀକରଣ ଇତ୍ୟାଦି ନାନାବିଧ ସୁଯୋଗ ପ୍ରାପ୍ତି ହେବ । ପ୍ରତିକାର- ହଳଦୀଚନ୍ଦନ ମୁଣ୍ଡରେ ଲଗାନ୍ତୁ ।

ମକର:-

ସାଂସ୍କୃତିକ ତଥା ସାମାଜିକ କାର୍ଯ୍ୟରେ ଭାଗନେଇ ଆନନ୍ଦିତ ହେବେ । ଗୃହରେ କଲ୍ୟାଣକର କର୍ମ ସମ୍ପାଦନ କରି ପ୍ରଶଂସିତ ହେବା ସହ ପାରିବାରିକ ଜୀବନ ଆନନ୍ଦମୟ ହେବ । ପଟ୍ଟ ପରିବର୍ତ୍ତନ ଘଟି ଅଶାନ୍ତି ଓ ବିଶୃଙ୍ଖଳାରୁ ମୁକ୍ତ ହେବେ । ଅବିବାହିତ ଯୁବକ ଯୁବତୀମାନେ ବିବାହ କରିବାର ସୁଯୋଗ ପାଇବେ । ବାଦବିବାଦ, ମାଲିମୋକଦ୍ଦମା, ପରୀକ୍ଷା ପ୍ରତିଯୋଗିତା ଓ ସାକ୍ଷାତ୍କାରରେ ବିଜୟୀ ହେବେ । ପ୍ରେମିକ ପ୍ରେମିକାମାନଙ୍କର ପ୍ରେମ ପ୍ରସଙ୍ଗରେ ସଫଳତା ମିଳିବ । ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ ।

କୁମ୍ଭ:-

ବ୍ୟବସାୟରେ ସଫଳତା ଅର୍ଜନ ତଥା ଦୂରଯାତ୍ରାର ସୁଯୋଗ ପାଇ ଆୟର ସ୍ରୋତ ଖୋଲି ଯିବ । ପରିବାରର ସାହାଯ୍ୟରେ ବିଶେଷ ଉପକୃତ ହେବା ସହ ଆର୍ଥିକ ସହାୟତା ପାଇ ପ୍ରିୟବନ୍ଧୁଙ୍କୁ ସାହାଯ୍ୟ କରିବେ । ପ୍ରେମିକ ପ୍ରେମିକାମାନଙ୍କର ପ୍ରେମ ପ୍ରସଙ୍ଗରେ ସଫଳତା ମିଳିବ । ରାଜନୈତିକ କ୍ଷେତ୍ରରେ ଅପଣା ଲୋକଙ୍କ ସହଯୋଗ ବୃଦ୍ଧି ପାଇବ ଓ ନିଃସଙ୍ଗତା ବୋଧର ପୀଡା ମଧ୍ୟ ଦୂରେଇ ଯିବ । ବନ୍ଧୁ ମିତ୍ରଙ୍କ ଆଗମନ ହେବ । ପ୍ରତିକାର- ଅସହାୟଙ୍କୁ ସାହାଯ୍ୟ କରନ୍ତୁ ।

ମୀନ:-

ସରକାରୀ କ୍ଷେତ୍ରରେ ଶତ୍ରୁମାନେ ମିତ୍ରବତ କାର୍ଯ୍ୟ କରିବେ । ଆଶା କରୁଥିବା କାମଟି ବନ୍ଧୁଙ୍କ ଦ୍ଵାରା ସହଜ ସୁବିଧାରେ ହୋଇଯିବ । ଦୂରେଇ ଯାଇଥିବା ବନ୍ଧୁ ଅତି ଆପଣାର ହେବେ । ଅବିବାହିତ ଯୁବକ ଯୁବତୀମାନେ ବିବାହ କରିବାର ସୁଯୋଗ ପାଇବେ । ଅଧ୍ୟୟନ, ଅଧ୍ୟାପନା ତଥା ସାମାଜିକ କ୍ଷେତ୍ରରେ ପ୍ରଶଂସିତ ହେବେ । କଳା, ସଙ୍ଗୀତ, ପରୀକ୍ଷା, ପ୍ରତିଯୋଗିତାରେ ସୁନାମ ଅର୍ଜନ କରିବେ । ମନ ଓ ଶରୀର ଭଲ ରହିବ । ପ୍ରତିକାର- ହଳଦୀରଙ୍ଗର ବସ୍ତ୍ର ପରିଧାନ କରନ୍ତୁ ।

Jyotirbid Dr. Pramod Satapathy
Jantra Jyotisha, Cuttack

For personalized consultation and appointment,
you can connect on WhatApp @ 7008758366 or 9437006746
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 9937745975 or 943700674


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!