ଦୈନିକ ରାଶିଫଳ: ୧୨ ନଭେମ୍ବର ୨୦୧୮। ଆଜି ମହାଦେବଙ୍କ କୃପା ରହିବ ଏହି ୪ଟି ରାଶି ଉପରେ, ବଦଳିବ ଭାଗ୍ୟ …

ଶେୟାର କରନ୍ତୁ ଅନ୍ୟମାନକ ସହିତ

ଦୈନିକ ରାଶିଫଳ: ୧୨ ନଭେମ୍ବର ୨୦୧୮। ଆଜି ମହାଦେବଙ୍କ କୃପା ରହିବ ଏହି ୪ଟି ରାଶି ଉପରେ, ବଦଳିବ ଭାଗ୍ୟ …

ମେଷ-

ବ୍ୟବସାୟ କ୍ଷେତ୍ରରେ ପ୍ରସାର ପ୍ରଚାର ଫଳରେ ଆଶାତୀତ ଲାଭ ପାଇବେ। କର୍ମ ସଂସ୍ଥାନ, ଶିଳ୍ପ ପ୍ରତିଷ୍ଠା ବା ଯୋଜନା ସାଫଲ୍ୟଦାୟକ ହେବ। ପ୍ରବାସ ଓ ଯାତ୍ରାରେ ଲାଭବାନ ହେବେ। ପ୍ରତ୍ୟେକ ମୁଖରୁ ପ୍ରଶଂସାବାଣୀ ଶୁଣିବେ ଓ ନିର୍ମାଣ ମୂଳକ ଯୋଜନାରେ ଆଗେଇବେ। ଯାତ୍ରାଫଳରେ ଉତ୍ସାହିତ ହେବେ। ଗୃହୋପକରଣ କ୍ରୟ କରିବେ। ସମସ୍ତ କାର୍ଯ୍ୟକ୍ରମ ସୁରୁଖୁରୁରେ ପୂର୍ଣ୍ଣ ହେବ। ବ୍ୟବସାୟ ସମ୍ବନ୍ଧୀୟ ସମସ୍ତ ଜରୁରୀ କାର୍ଯ୍ୟ ଓ ଆବଶ୍ୟକ ଅର୍ଥ ଆଦାନ ପ୍ରଦାନ ସୁଚାରୁରୂପେ ହେବ। ପ୍ରତିକାର:- ଅସହାୟା ମାନଙ୍କୁ ସାହାଯ୍ୟ କରନ୍ତୁ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ-

କର୍ମକ୍ଷେତ୍ରରେ ସାଫଲ୍ୟ, ଉଚ୍ଚସମ୍ମାନ ଓ ପଦବୀ ଲାଭ ହେବ। ଲୁଗାପଟା ଓ ସୌଖୀନ ଦ୍ରବ୍ୟର ବ୍ୟବସାୟୀମାନେ ଭଲଲାଭ କରିବେ। ପାରିବାରିକ କ୍ଷେତ୍ରରେ ଶାନ୍ତି ପାଇବେ। ପୂର୍ବ ଶତୃମାନେ ପଛଘୁଞ୍ଚା ଦେବେ। ମନରେ ଅଶାନ୍ତି ଅସନ୍ତୋଷ ଓ ଅର୍ଥାଗମ, ଭୟ ସତ୍ତ୍ୱେ ଜୟ ହେବ। ମାଲିମୋକଦ୍ଦମା ଠାରୁ ଦୂରେଇ ରୁହନ୍ତୁ। ସନ୍ତାନମାନଙ୍କ ପାଇଁ ଚିନ୍ତିତ ରହିବେ। ସ୍ୱାସ୍ଥ୍ୟଗତ ସମସ୍ୟାର ସମ୍ମୁଖୀନ ହେବେ। ଭ୍ରମଣକାଳରେ କ୍ଲେଶ, ସହକର୍ମୀଙ୍କ ସହ ବିବାଦ ସୃଷ୍ଟି ହୋଇପାରେ। ପ୍ରତିକାର:- ଗୋମାତାର ସେବାକରିବା ଆବଶ୍ୟକ।

ମିଥୁନ-

କର୍ମକ୍ଷେତ୍ର ସମ୍ବନ୍ଧୀୟ ସମସ୍ତ ଜରୁରୀ କାର୍ଯ୍ୟ ସଂପାଦନ ହେବ। ଲୋକସମ୍ପର୍କ, ସମାଜସେବା, ଧାର୍ମିକ ଅନୁଷ୍ଠାନରେ ପ୍ରଶଂସା ପାଇବେ। ଅଚାନକ ଧନପ୍ରାପ୍ତି, ବ୍ୟବସାୟିକ ଅନୁବନ୍ଧ, ବେପାର ବିସ୍ତାର, ଜାଗା, ଜମି ଓ ଉଚ୍ଚସ୍ତରୀୟ ବାହନ ଓ ସ୍ଵର୍ଣ୍ଣ ଅଳଙ୍କାର କ୍ରୟ କରିବେ। ସୁଖ ସମୃଦ୍ଧି ବୃଦ୍ଧି ହେବ। ସାମାଜିକ କ୍ଷେତ୍ରରେ ପ୍ରଶଂସିତ ହେବେ। ଭବିଷ୍ୟତ ପାଇଁ ଯୋଜନା କରି ପୁଞ୍ଜି ନିବେଶ କରିବେ। ଆବଶ୍ୟକ ଅର୍ଥ ଆଦାନ ପ୍ରଦାନ ସୁଚାରୁରୂପେ ହେବ। ପ୍ରବାସ ଓ ଯାତ୍ରାରେ ଲାଭବାନ ହେବେ। ପ୍ରତିକାର-ପିତା ମାତାଙ୍କ ପାଦଛୁଇଁ ପ୍ରଣାମ କରନ୍ତୁ।

<<Vastu>>> | <<< Jataka Bichara >>> 

କର୍କଟ

ଜନ ସେବାରେ ନିଜକୁ ନିୟୋଜିତ କରିବେ। କର୍ମ କ୍ଷେତ୍ରରେ ସହଯୋଗୀମାନଙ୍କ ଯୋଗୁଁ ଉତ୍ତମ କାର୍ଯ୍ୟ କରି ପଦୋନ୍ନତି ପାଇବେ। କର୍ମସନ୍ଧିତ୍ସୁମାନେ କର୍ମ ନିଯୁକ୍ତି କ୍ଷେତ୍ରରେ ସଫଳ ହେବେ। ଯାତ୍ରାଫଳରେ ଉତ୍ସାହିତ ହେବେ। ଗୃହୋପକରଣ କ୍ରୟ କରିବେ। ସମସ୍ତ କାର୍ଯ୍ୟକ୍ରମ ସୁରୁଖୁରୁରେ ପୂର୍ଣ୍ଣ ହେବ। ଉଚ୍ଚାଧିକାରୀଙ୍କ ସହ ସମ୍ବନ୍ଧ ଦୃଢୀଭୁତ ହେବ। ଆର୍ଥିକ ଉନ୍ନତି ଫଳରେ ଚିନ୍ତା କରିଥିବା କାର୍ଯ୍ୟ ଠିକ୍ ସମୟରେ ପୂରଣ ହୋଇପାରିବେ। ଅଚାନକ ଧନ ପ୍ରାପ୍ତି ହେବ। ଶିକ୍ଷାକ୍ଷେତ୍ରରେ ପରୀକ୍ଷା ପରିଣାମ ଅନୁକୂଳ ହେବା ଫଳରେ ବିଦ୍ୟାରେ ଉନ୍ନତି କରିବେ। ପ୍ରତିକାର:- କୁକୁରକୁ ଖାଦ୍ୟ ଦିଅନ୍ତୁ।

ସିଂହ-

ସହକର୍ମୀ ଓ ଅଧସ୍ତନ କର୍ମଚାରୀଙ୍କ ସହ ସମ୍ପର୍କ ଭଲ ରହିବ ଓ ବରିଷ୍ଠ ବ୍ୟକ୍ତିଙ୍କ ସହ ସୁସମ୍ପର୍କସ୍ଥାପିତ ହେବ। ଜାଗା, ଜମି, ବାସଗୃହ ଓ ଯାନବାହାନ କ୍ରୟ କରିବାର ସୁବିଧା ପାଇବେ। ବ୍ୟବସାୟରେ ଆଶାତୀତ ଲାଭକରି ଖୁସିହେବେ। ପରିବାରରେ କଳହ ମେଣ୍ଟିଯିବ। ଆନୁଷ୍ଠାନିକ କାମରେ ଠିକ୍ ପରାମର୍ଶ ଦେଇ ଆଦର, ସମ୍ମାନ ଓ ପ୍ରଶଂସା ମିଳିବ। ଜାଗା, ଜମି, ଗୃହ ସମ୍ବନ୍ଧୀୟ ସମସ୍ୟା ସହଜରେ ସମାଧାନ ହେବ। ସନ୍ତାନ ପକ୍ଷର ଚିନ୍ତା ଦୂର ହୋଇଯିବ। ଅଟକିଥିବା କାର୍ଯ୍ୟ ପୂରଣ ହେବ। ପ୍ରତିକାର- ଗ୍ରାମ୍ୟଦେବତାଙ୍କୁ ଭୋଗ ଲଗେଇ ପିଲାଙ୍କୁ ବାଣ୍ଟିବେ।

କନ୍ୟା-

ବ୍ୟବସାୟରେ ଭାଗୀଦାରୀମାନଙ୍କ ସହ ମତାନ୍ତର ମନାନ୍ତର ଦୂରେଇ ଯିବ। କାରବାରରେ ଉତ୍ଥାନ ହେବାଫଳରେ ବ୍ୟବସାୟର ପରିବର୍ତ୍ତନ କରିବାର ଇଚ୍ଛା ଜାଗ୍ରତ ହେବ। ଅତି ନିକଟର ବନ୍ଧୁବାନ୍ଧବଙ୍କସହ ଅତି ପ୍ରିୟତା ସୃଷ୍ଟିହେବ। ପରିବାରରେ ସୁସ୍ଥ ବାତାବରଣ ଜାରି ରହିବ। ଇଛା ନ ଥିଲେ ମଧ୍ୟ କେତେକ କର୍ମ କରିବାକୁ ବାଧ୍ୟ ହେବେ। ମାଲିମୋକଦ୍ଦମାରେ ସଫଳତା ମିଳିବ। ପିଲାମାନଙ୍କ ପାଠପଢା ନେଇ ଚିନ୍ତିତ ରହିବେ। ଅତିରିକ୍ତ ଆୟର ଦରକାର ଅନୁଭବ ହେବ। ପ୍ରତିକାର-ପିତା ମାତାଙ୍କ ପାଦଛୁଇଁ ପ୍ରଣାମ କରନ୍ତୁ।

ତୁଳା-

ପ୍ରତିଯୋଗୀତା ପରୀକ୍ଷାରେ ଉତ୍ତୀର୍ଣ୍ଣ ହେବେ। କଠିନ କାର୍ଯ୍ୟ ସହଜରେ ସମାଧାନ କରିବେ। ଉଚ୍ଚଧିକାରୀ ଓ ବରିଷ୍ଠ ବ୍ୟକ୍ତିଙ୍କ ସହ ସୁ ସମ୍ପର୍କ ଫଳରେ କର୍ମୋନ୍ନତି ହେବ। ଆର୍ଥିକ ଉନ୍ନତି ଫଳରେ ଚିନ୍ତା କରିଥିବା କାର୍ଯ୍ୟ ପୂରଣ କରିବାକୁ ଚିନ୍ତା କରିବେ। ପାରିବାରିକ ଜୀବନ ସୁଖ ଓ ଶାନ୍ତିରେ କଟିବ। ଦୂରସ୍ଥାନକୁ ଯାତ୍ରା କରିବେ। ସାମାଜିକ ପ୍ରତିଷ୍ଠା ଓ ମାନ ସମ୍ମାନ ବୃଦ୍ଧି ହେବ। ଆଶା କରିଥିବା କାର୍ଯ୍ୟଟି ଆଜି ପୂରଣ ହେବ। ଶୁଭ ସମାଚାର ପାଇ ଖୁସି ହେବେ। ପ୍ରତିକାର- ହଳଦୀଚନ୍ଦନ ମୁଣ୍ଡରେ ଲଗାନ୍ତୁ।

ବିଛା:-

ଅପେକ୍ଷା କରିଥିବା କାମର ଶୁଭସୂଚନା ମିଳିବ। ବନ୍ଧୁ ମିତ୍ରଙ୍କଠାରୁ ଉପହାର ପ୍ରାପ୍ତି ହେବ। ସନ୍ତାନଙ୍କ ଶୁଭ ଖବର ପାଇବା ଫଳରେ ଖୁସି ହେବେ। ଦୂରସ୍ଥାନକୁ  ଯାତ୍ରା କରି ଶାରୀରିକ ଅସୁସ୍ଥତା ଅନୁଭବ କରିବେ। ଧାର୍ମିକ କାର୍ଯ୍ୟପ୍ରତି ଆଗ୍ରହ ହେବେ। ବାଣିଜ୍ୟ ପ୍ରତିଦ୍ଵନ୍ଦିତାରେ ଉନ୍ନତମାନର ଫଳପାଇବେ। ପାରିବାରିକ ଆର୍ଥିକ ସଙ୍କଟ ଦୂର ହେବ। ଆଲୋଚନା କ୍ଷେତ୍ରରେ ଠିକ୍ ନିସ୍ପତି ନେବେ। ବାସସ୍ଥାନ ବା ଯାନବାହାନ ପ୍ରାପ୍ତି ହେବାର ଯୋଗ ଅଛି। ଆକସ୍ମିକ ଅର୍ଥଲାଭ ଓ ସୁନାମ ପ୍ରାପ୍ତି ହେବ। ପ୍ରତିକାର-ପିତା ମାତାଙ୍କ ପାଦଛୁଇଁ ପ୍ରଣାମ କରନ୍ତୁ।

ଧନୁ:-

ଆର୍ଥିକ ସ୍ଥିତି ସ୍ଵଛଳ ରହିବ। ବ୍ୟବହାର କୁଶଳତାକୁ ଆଧାରକରୀ ନିମ୍ନବର୍ଗର ସହାୟତା ବରିଷ୍ଠ ବ୍ୟକ୍ତିଙ୍କ ସହ ସୁ ସମ୍ପର୍କ ସ୍ଥାପିତ ହେବ। ଜାଗା, ଜମି, ବାସଗୃହ ଓ ଯାନବାହାନ କ୍ରୟ କରିବାର ସୁବିଧା ପାଇବେ। ବ୍ୟବସାୟରେ ଆଶାତୀତ ଲାଭକରି କିଛି ନୂତନ ପଦାର୍ଥ ସଂଗ୍ରହ ବା ବ୍ୟାଙ୍କବାଲାନ୍ସ ବୃଦ୍ଧି ହେବ। ଭାଗୀଦାରମାନେ ପାଦ ସହିତ ପାଦ ମିଶେଇ ବେପାର ବୃଦ୍ଧି କରିବେ। ବ୍ୟବସାୟ କ୍ଷେତ୍ରରେ ପ୍ରସାର ପ୍ରଚାର ଫଳରେ ଆଶାତୀତ ଲାଭ ପାଇବେ। ଅପଣା ଲୋକଙ୍କ ସହଯୋଗ ବୃଦ୍ଧି ପାଇବ। ପ୍ରତିକାର:- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ମକର:-

ଶୋଷିତ ଓ ନିର୍ଯାତିତଙ୍କ ବିଡମ୍ବନାକୁ ମୁଣ୍ଡେଇ ଦୃଢ ମନୋବଳରେ ଆଗେଇ ପାରିବେ। ବ୍ୟବସାୟ କ୍ଷେତ୍ରରେ ପ୍ରସାର ପ୍ରଚାର ଫଳରେ ଆଶାତୀତ ଲାଭ ପାଇବେ। ଅପଣା ଲୋକଙ୍କ ସହଯୋଗ ବୃଦ୍ଧି ପାଇବ। ଅଶାନ୍ତି ଓ ବିଶୃଙ୍ଖଳାରୁ ମୁକ୍ତ ହେବେ। କର୍ମକ୍ଷେତ୍ରରେ ଅତ୍ୟଧିକ ପରିଶ୍ରମ କରିବା ଫଳରେ ପ୍ରଶଂସିତ ହେବେ। ଆରମ୍ଭ କରିଥିବା କାର୍ଯ୍ୟ ଶେଷ କରିପାରିବେ। ନିକଟସ୍ଥ ବ୍ୟକ୍ତି ସାହାର୍ଯ୍ୟ କରିବା ଦ୍ଵାରା ସଫଳତା ମିଳିବ। ବାଦ-ବିବାଦ, ପରୀକ୍ଷା, ପ୍ରତି ଯୋଗୀତା, ମାଲିମୋକଦ୍ଦମା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ। ପ୍ରତିକାର- ଗୁଡ ରୁଟି ଗାଈକୁ ଖାଇବାକୁ ଦେବ।

କୁମ୍ଭ:-

ଜାଗା, ଜମି, ଉଚ୍ଚସ୍ତରୀୟ ବାହନ ଆଦି କ୍ରୟ କରିବେ। ଅଟକିଥିବା କାର୍ଯ୍ୟ ପୂରଣ ହେବ। ପ୍ରତିଯୋଗୀତା ପରୀକ୍ଷାରେ ଉତ୍ତୀର୍ଣ୍ଣ ହେବେ। କଠିନ କାର୍ଯ୍ୟ ସହଜରେ ସମାଧାନ କରିବେ। ସମସ୍ତ ବାଧାବିଘ୍ନକୁ ଭ୍ରୂକ୍ଷେପ ନକରି ନିଜର ସିଦ୍ଧାନ୍ତରେ ଅଟଳ ରହିବେ। କୋର୍ଟ କଚେରୀ ମାମଲା ଓ ପ୍ରତିଦ୍ୱନ୍ଦିତା କ୍ଷେତ୍ରରେ ବିଜୟୀ ହେବେ। ବରିଷ୍ଠ ବ୍ୟକ୍ତି ଓ ଗୁରୁ ଗୁରୁଜନଙ୍କ ଠାରୁ ପ୍ରଶଂସା ପାଇବେ। ତୀର୍ଥାଟନ ଯାତ୍ରା କରିବାକୁ ବାଧ୍ୟ ହେବେ। ପାରିବାରିକ ପରିସ୍ଥିତି ଠିକ୍ ରହିବ। ବ୍ୟବସାୟ କ୍ଷେତ୍ରରେ ପ୍ରତିଦ୍ୱନ୍ଦିତା ଦୂରେଇ ଯିବ। ପ୍ରତିକାର- ହଳଦୀଚନ୍ଦନ ମୁଣ୍ଡରେ ଲଗାନ୍ତୁ ।

ମୀନ:-

କର୍ମକ୍ଷେତ୍ରରେ ନିଜର ପ୍ରତିଷ୍ଠା ସୁନାମ ବଢିବ। ବ୍ୟବସାୟ କ୍ଷେତ୍ରରେ ଅର୍ଥ ସଂଗ୍ରହ ଅଭିଯାନ କରି ସଫଳତା ପାଇବେ। ଧାର୍ମିକ ଅନୁଷ୍ଠାନ କାମରେ ପ୍ରଶଂସା ମିଳିବ। ସ୍ଵାସ୍ଥ୍ୟରେ ଉନ୍ନତି ପରିଲିଖିତ ହେବାରୁ ମନ ଭଲ ରହିବ। ପାରିବାରିକ ଜୀବନ ସମସ୍ତଙ୍କ ମେଳରେ ରହି ସୁଖ-ସନ୍ତୋଷରେ କଟିବ। ସାମାଜିକ ସ୍ଥିତି ଓ ମାନସମ୍ମ।ନ ବଜାୟ ରହିବ। ଗୁରୁଜନଙ୍କ ସହାନୁଭୁତି ଉପଲବ୍ଧ ହେବ ଓ ସନ୍ତାନର ସୁ-ଖବର ଶୁଣି ଖୁସି ହେବେ।  ଦୂରସ୍ଥାନକୁ ଯାତ୍ରା କରିବେ। ସାମାଜିକ ପ୍ରତିଷ୍ଠା ଓ ମାନ ସମ୍ମାନ ବୃଦ୍ଧି ହେବ। ପ୍ରତିକାର- ଗୁଡ ରୁଟି ଗାଈକୁ ଖାଇବାକୁ ଦିଅନ୍ତୁ।

Jyotirbid Dr. Pramod Satapathy
Jantra Jyotisha, Cuttack

Jyotirbid Pandit Sudhakar Tripathy
Jantra Jyotisha, Kakatpur, Puri

For personalized consultation and appointment,
you can connect on WhatApp @ 7008758366 or 9937551988
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 7008758366 or 9937551988


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!