ଦୈନିକ ରାଶିଫଳ: ୧୨ ନଭେମ୍ବର ୨୦୧୯, ମା ମଙ୍ଗଳାଙ୍କ କୃପାରୁ ଆଜି ଏହି ସବୁ ରାଶି ବ୍ୟକ୍ତିଙ୍କୁ ହେବ ଆକସ୍ମିକ ଧନ ଲାଭ

ଶେୟାର କରନ୍ତୁ ଅନ୍ୟମାନକ ସହିତ

ମେଷ:-

ମହିଳାମାନେ ବନ୍ଧୁଙ୍କ ପ୍ରତିଶୃତି ପାଇ ଆଶ୍ଵସ୍ତି ଅନୁଭବ କରିବେ। କଳା,ସାହିତ୍ୟ, କ୍ରୀଡ଼ା, ଚଳଚ୍ଚିତ୍ର ତଥା ଆନୁଷ୍ଠାନିକ କାମରେ ପ୍ରଶଂସା ମିଳିବ। ପରିବାରରେ ଅପ୍ରିତିକର ପରିସ୍ଥିତି ଦେଖା ଦେଲେ ମଧ୍ୟ ତାହା କୌଶଳକ୍ରମେ ସମାଧାନ କରିବେ। କର୍ମକ୍ଷେତ୍ରରେ ମିଥ୍ୟାଭିଯୋଗ ସକାଶେ ଅନ୍ୟ ଉପରେ ବିରକ୍ତିହେବେ। ନିର୍ମାଣାଧୀନ କାମ ଅଟକି ରହିଯିବା ଯୋଗୁ ସାମାନ୍ୟ ଚିନ୍ତିତ ରହିବେ। ବିଳାସବ୍ୟସନ ଖାଦ୍ୟପେୟ ପାଇଁ ଅଧିକ ଖର୍ଚ୍ଚାନ୍ତ ହେବେ। ଧର୍ମ କାର୍ଯ୍ୟରେ ଯୋଗଦେଇ ଦେବଦର୍ଶନ କରିବେ। ସ୍ୱାସ୍ଥ୍ୟ ଦିଗରୁ ବିଶେଷ ସତର୍କ ରହିବା ଉଚିତ୍। ପ୍ରତିକାର:- ଅସହାୟାଙ୍କୁ ସାହାଯ୍ୟ କରନ୍ତୁ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:-

ବିଚାରବିଭାଗ, ଚିକିତ୍ସାବିଭାଗ, ରାଜନୀତି ବିଭାଗ, ଶିକ୍ଷା ବିଭାଗ ଆଦିରେ କର୍ମରତ ବ୍ୟକ୍ତିମାନେ ଅଧିକ ଲାଭବାନ୍ ହେବେ। କର୍ମ କ୍ଷେତ୍ରରେ ଗଠନମୂଳକ ପ୍ରସ୍ତାବ ଦେଇ ପ୍ରଶଂସିତ ହେବେ। ଆଶା କରୁଥିବା କାମଟି ବନ୍ଧୁଙ୍କ ଦ୍ଵାରା ସହଜ ସୁବିଧାରେ ହୋଇଯିବ। ପରୀକ୍ଷା ପ୍ରତିଯୋଗିତା ଓ ମାଲିମୋକଦ୍ଦମାରେ ଶୁଭଫଳ ମିଳିବ। ସଭାସମିତି, ସାହିତ୍ୟ ଓ କଳାକ୍ଷେତ୍ରରେ ସମ୍ମାନ ପାଇବେ। ମହିଳାମାନେ କର୍ମକ୍ଷେତ୍ରରେ ବନ୍ଧୁଙ୍କ କାର୍ଯ୍ୟରେ ସନ୍ତୁଷ୍ଟ ରହିବେ। ଶିଳ୍ପ, ବାଣିଜ୍ୟ, ବ୍ୟବସାୟ, ପରିବହନ ଓ ନିର୍ମାଣକ୍ଷେତ୍ରରେ ଉନ୍ନତମାନର ଫଳ ପାଇବେ। ପ୍ରତିକାର କେଶର ହଳଦୀ ଚନ୍ଦନ ମସ୍ତକରେ ଧାରଣ କରନ୍ତୁ।

ମିଥୁନ:-

ବ୍ୟବସାୟରେ ସଫଳତା ଅର୍ଜନ  ତଥା ଦୂରଯାତ୍ରାର ସୁଯୋଗ ପାଇବେ। ଆତ୍ମବିଶ୍ୱାସ ବୃଦ୍ଧି ପାଇବ। କମ୍ ପରିଶ୍ରମରେ ଆଶାଜନକ ଫଳପ୍ରାପ୍ତିହେବ। ଆର୍ଥିକ କ୍ଷେତ୍ରରେ ଉନ୍ନତିହେବ। ପରିବାରରେ ଖୁସିର ବାତାବରଣ ସ୍ଥାୟି ରହିବ। ନୂତନ ସମ୍ବନ୍ଧ ସୃଷ୍ଟିହେବ। କେତେକ ଦୀର୍ଘ ଯୋଜନା ସଫଳ କାରଣରୁ ମନ ଭଲ ରହିବ। ପରିବହନ ବ୍ୟବସାୟରେ ସମସ୍ୟା ସମାଧାନ ହେବ। ମହିଳାମାନେ ମାନସିକ ସୁସ୍ଥତା ଅନୁଭବ କରି ଧର୍ମକାର୍ଯ୍ୟ ପ୍ରତି ମନବଳାଇ ବହୁତ ଶାନ୍ତି ପାଇବେ। ଯୁବକ ଯୁବତୀ ମାନଙ୍କର ଚାକିରି କ୍ଷେତ୍ରରେ ଉନ୍ନତି ପ୍ରତିଷ୍ଠା, ପ୍ରତିପତି, ମାନସମ୍ମାନ ଓ କ୍ଷାତି ବଢ଼ିବ। ପ୍ରତିକାର ବେଲକାଠରେ ଚନ୍ଦନ ଘୋରି ଧାରଣ କରନ୍ତୁ।

କର୍କଟ:-

କର୍ମକ୍ଷେତ୍ରରେ ଦୀର୍ଘଦିନରୁ ଅଟକି ରହିଥିବା କାମଟି ଉପରିସ୍ଥଙ୍କର ସୌଜନ୍ୟରୁ ହୋଇଯିବ। ସାମାଜିକ ସ୍ତରରେ ଦୃଢ଼ ପଦକ୍ଷେପ ନେଇ କାର୍ଯ୍ୟ ହାସଲ କରିବେ। ବୁଦ୍ଧିମତା କାରଣରୁ ଆର୍ଥିକସ୍ଥିତି ସୁଧୁରିବ ଓ ଅବସ୍ଥା ବଦଳିଯିବ। ନିର୍ମାଣକାର୍ଯ୍ୟ ସମ୍ପନ୍ନ ହେବା ଫଳରେ ସନ୍ତୁଷ୍ଟ ରହିବେ। କୌଣସି ଦରକାରୀ ମୂଲ୍ୟବାନ ଜିନିଷ ଖରିଦ କରିବାକୁ ମନ ବଳାଇବେ। ସମସ୍ୟାଗୁଡ଼ିକ ଆପଣାଛାଏ ସମାଧାନ ହୋଇଯିବାରୁ ମନ ହାଲୁକା ହୋଇଯିବ। ମହିଳାମାନେ ମନପସନ୍ଦ ଜିନିଷପାଇ ଖୁସି ହେବେ। ପରିବାରରେ ସୁଖଶାନ୍ତି ଫେରି ଆସିବ। ପ୍ରତିକାର ଶ୍ଵେତଚନ୍ଦନ କର୍ପୁରମିଶେଇ ମସ୍ତକରେ ଧାରଣ କରନ୍ତୁ।

ସିଂହ:-

ଆର୍ଥିକ ଦିଗରୁ ଉନ୍ନତି ଓ ନୂତନ ପଦାର୍ଥ ସଂଗ୍ରହ କରିବା ପାଇଁ ଆଗ୍ରହ ବଢିବ। ସ୍ୱାସ୍ଥ୍ୟ ଉତ୍ତମ ରହିବା ସହ ବ୍ୟାଙ୍କବାଲାନ୍ସ ବୃଦ୍ଧି ପାଇବ। ପାରିବାରିକ ସମ୍ପର୍କରେ ଉନ୍ନତି ହେବ। ରାଜନୈତିକ ଜୀବନରେ ଶତୃମାନେ ଦୁର୍ବଳ ହେବେ। ଆକସ୍ମିକ ଧନ ପ୍ରାପ୍ତି ହେବ। ବିଦ୍ୟୁତ୍ ଓ ଯନ୍ତ୍ର ଚାଳନ, ଯାନବାହାନ ତଥା ଖଣି ଓ ଜଙ୍ଗଲ କ୍ଷେତ୍ରରେ କର୍ମରତ ବ୍ୟକ୍ତିମାନେ ଶୁଭ ସଂବାଦ ପାଇ ଖୁସିହେବେ। ପରୀକ୍ଷା ପ୍ରତିଯୋଗିତାରେ ଜୟଯୁକ୍ତ ହେବେ। ଗୃହରେ କଲ୍ୟାଣକର କର୍ମ ସମ୍ପାଦନ କରି ପ୍ରଶଂସିତ ହେବେ। ପରିବାରର ସଦସ୍ୟଙ୍କ ସହିତ ସୌହାର୍ଦ୍ଦ୍ୟ ପୂର୍ଣ୍ଣ ସଂପର୍କ ରହିବ। ପ୍ରତିକାର ଶଣ୍ଢକୁ ଖାଇବାକୁ ଦିଅନ୍ତୁ।

କନ୍ୟା:-

ବାଣିଜ୍ୟ ବ୍ୟବସାୟ କ୍ଷେତ୍ରରେ ଉଚ୍ଚଫଳ ପ୍ରାପ୍ତି ହେବ ଓ ପ୍ରସାର ପ୍ରଚାର କରିବାର ସୁଯୋଗ ପାଇ ଖୁସି ହେବେ। ଦୂରେଇ  ଯାଇଥିବା ବନ୍ଧୁମାନେ ପୁଣି ନିକଟବର୍ତ୍ତୀ ହେବେ। ଆର୍ଥିକ ଦିଗରୁ ଉନ୍ନତି ହେବା ସହ ଋଣ ପରିଶୋଧ କରିବାର ସୁଯୋଗ ପାଇବେ। ମନୋବିଜ୍ଞାନ ସମ୍ବନ୍ଧରେ ବିଶେଷ ରୁଚି ରହିବ। ମହିଳାମାନଙ୍କର ପିଲାମାନଙ୍କ ପଢା ସମସ୍ୟା ନେଇ ମନ ଭାରାକ୍ରାନ୍ତ ରହିବ। ଛୋଟ ଛୋଟ କାମକୁ ବୁଝିବିଚାରି ନକଲେ ଦ୍ଵନ୍ଦରେ ପଡିବେ। କୌଣସି ଆବଶ୍ୟକୀୟ ଜିନିଷ କିଣିବା ପାଇଁ ଧାର କରିବାକୁ ବାଧ୍ୟ ହେବେ। ପ୍ରତିକାର ଭୋକିଲା ଲୋକଙ୍କୁ ଭୋଜନ ଦିଅନ୍ତୁ।

ତୁଳା:-

ପେଶା, ବ୍ୟବସାୟ, ଭାଗୀଦାରୀ ଓ ବନ୍ଧୁମିତ୍ରଙ୍କଦ୍ଵାରା ଲାଭବାନ ହେବେ। ପଦସ୍ଥ ବ୍ୟକ୍ତିଙ୍କ ସହ ମନୋମାଳିନ୍ୟ ମେଣ୍ଟିଯିବ। ଆକସ୍ମିକ ଧନପ୍ରାପ୍ତି ହେବ। ବନ୍ଧୁ, ମିତ୍ର ସହକର୍ମୀ ଓ ଭାଗୀଦାରୀଙ୍କ ସମ୍ପର୍କରେ ମଧୁର ଆସିବ। ମାଲିମୋକଦ୍ଦମାରେ ଖେଳ ନୃତ୍ୟ ଗୀତ ପ୍ରତିଯୋଗିତାରେ ସଫଳ ହେବେ। ସ୍ୱାସ୍ଥ୍ୟ, ପରିବାର, କର୍ମକ୍ଷେତ୍ର, ଅର୍ଥ ସମ୍ପର୍କୀୟ ସମସ୍ୟା  ଅନୁକୂଳ ରହିବ। ବିଦ୍ୟାରେ ଉନ୍ନତି ହେବ ଓ ଶୁଭ ସମାଚାର ମିଳିବ। ରାଜ ନୀତିରେ ବନ୍ଧୁ ମିତ୍ରଙ୍କଠାରୁ ସାହାଯ୍ୟ ସହଯୋଗ ମିଳିବ। ଅପେକ୍ଷା କରିଥିବା କାମର ଶୁଭ ସୂଚନା ପାଇବେ। ଅର୍ଥଲାଭର ମାର୍ଗ ଖୋଲିଯିବ। ପ୍ରତିକାର ହରିଡାଚନ୍ଦନ ମସ୍ତକରେ ଧାରଣ କରନ୍ତୁ।

ବିଚ୍ଛା:-

ପ୍ରସିଦ୍ଧ ବ୍ୟକ୍ତିମାନଙ୍କ ସହ ସମ୍ପର୍କ ସ୍ଥାପନ ହେବ। ପ୍ରତିଷ୍ଠା, ପ୍ରତିପତି, ମାନସମ୍ମାନ ଓ କ୍ଷାତି ବଢ଼ିବ। ବୁଦ୍ଧିମତା କାରଣରୁ ପ୍ରଚୁର ଅର୍ଥ ଲାଭହେବ। ଉଚ୍ଚ କର୍ମକର୍ତ୍ତାଙ୍କର ସୁଦୃଷ୍ଟି ପ୍ରାପ୍ତି ହେବ। ସଭାସମିତି ଓ ସମାଜିକ କାର୍ଯ୍ୟଯୋଗେ ଆତ୍ମୀୟମାନଙ୍କ ସାହାଯ୍ୟ ନେବେ। ପାରିବାରିକ ଜୀବନ ଆନନ୍ଦମୟ ହେବ। ରାଜନୈତିକ କ୍ଷେତ୍ରରେ ବିପଦ ସଙ୍କୁଳ ଟଳିଯିବ। ନୂତନକର୍ମ ଯୋଗୁ ଆୟବୃଦ୍ଧି ହେବ। ପରୀକ୍ଷା ପ୍ରତିଯୋଗିତା ଓ ମାଲିମୋକଦ୍ଦମାରେ ସଫଳତା ମିଳିବ। ଦାମ୍ପତ୍ୟ ଜୀବନ ଆନନ୍ଦମୟ ହେବ। ଦୂରଯାତ୍ରାରେ ସଫଳତା ପ୍ରାପ୍ତି ହେବ। ପ୍ରତିକାରଲାଲଚନ୍ଦନ ମସ୍ତକରେ ଲଗାଇବା ଉଚିତ।

ଧନୁ:-

ପରୀକ୍ଷା ଓ ପ୍ରତିଦ୍ଵନ୍ଦିତାରେ ବିଜୟୀ ହେବେ। ମହିଳାମାନେ ଆତ୍ମୀୟମାନଙ୍କ ସମ୍ମୁଖରେ ମୁଣ୍ଡ ନୂଆଁଇବେ। ବିଦ୍ୟା କ୍ଷେତ୍ରରେ ଲାଭ ପାଇବେ। ମିତ୍ରମାନଙ୍କ ସହ ସୁସମ୍ପର୍କ ରହିବା ଫଳରେ ଅନେକ କାର୍ଯ୍ୟରେ ସଫଳ ହେବେ। ଅଫିସରେ କିମ୍ବା ପରିବାରରେ ସୁସମ୍ପର୍କ ବୃଦ୍ଧି ପାଇବ। କର୍ମକ୍ଷେତ୍ରରେ କାମଗୁଡ଼ିକ ସହଜରେ ହୋଇଯିବ। ବ୍ୟବସାୟରେ ଉନ୍ନତି କରିବେ। କଚେରି ମାମଲାରେ ସମସ୍ୟା ସମାଧାନ ହୋଇଯିବ। ରାଜନୈତିକ କ୍ଷେତ୍ରରେ ସଭାସମିତି ଓ ସମାଜିକ କାର୍ଯ୍ୟରେ ଯୋଗ ଦେଇ ସାହାଯ୍ୟ ପାଇବେ। ସ୍ଵାସ୍ଥ୍ୟରେ ଉନ୍ନତି ପରିଲିଖିତ ହେବାରୁ ମନ ଭଲ ରହିବ। ପ୍ରତିକାର କେଶର ହଳଦୀ ଚନ୍ଦନ ମସ୍ତକରେ ଧାରଣ କରନ୍ତୁ।

ମକର:-

ସ୍ଥଗିତଥିବା କର୍ମଟି ପୂରଣ ହେବ। କର୍ତ୍ତବ୍ୟନିଷ୍ଠ, ଉଦ୍ୟମୀ, ଦକ୍ଷ, ଜନପ୍ରିୟ, ସିଦ୍ଧହସ୍ତା, ସୁବକ୍ତା, ବ୍ୟକ୍ତିରୁପେ ସମାଜର ସ୍ଵୀକୃତି ପାଇବେ। ନିଜ ଦକ୍ଷତାରୁ ଉଚ୍ଚ ସମ୍ମାନ ପାଇବେ ଏବଂ ବୁଦ୍ଧିଜୀବୀ ମାନଙ୍କ ସାନ୍ନିଧ୍ୟରେ ଆସିବେ। ଅଫିସ୍ ପରିସ୍ଥିତି ଯେତେ ଜଟିଳ ଥିଲେମଧ୍ୟ ସମାଧାନ କରି ପ୍ରଶଂସିତ ହେବେ। ପାରିବାରିକସ୍ତର ହସ ଖୁସିରେ କଟିବ। ବନ୍ଧୁମାନେ ସାହାଯ୍ୟ ସହଯୋଗ କରିବେ। ମହିଳାମାନଙ୍କପାଇଁ କେତେକ କ୍ଷେତ୍ରରେ ଉନ୍ନତିର ରାସ୍ତା ପରିଷ୍କାର ହୋଇଯିବ। ସ୍ୱାସ୍ଥ୍ୟ ସମ୍ବନ୍ଧୀୟ ସମସ୍ୟାକୁ ନେଇ ନିତ୍ୟଚର୍ଯ୍ୟାରେ ବ୍ୟବଧାନ ଉପସ୍ଥିତ ହେବ। ପ୍ରତିକାର ଲିମ୍ବଚନ୍ଦନ ମସ୍ତକରେ ଧାରଣ କରନ୍ତୁ।

କୁମ୍ଭ:-

କର୍ମ କ୍ଷେତ୍ରରେ ଉପରିସ୍ଥ ବ୍ୟକ୍ତିଙ୍କଠାରୁ ସମ୍ମାନ ମିଳିବ ଓ ଆୟ ବୃଦ୍ଧି ହେବ। ବ୍ୟବସାୟ କ୍ଷେତ୍ରରେ  ଚେଷ୍ଟା କଲେ ବହୁତ ଦିନରୁ ରହିଥିବା ବାକିଟଙ୍କା ମିଳିଯିବ। ଶିକ୍ଷାକ୍ଷେତ୍ରରେ ସଫଳତା ମିଳିବ। ଧର୍ମାନୁଷ୍ଠାନ ଦିଗରୁ ପ୍ରେରଣା ମିଳିବ। ନିର୍ମାଣଧୀନ କାର୍ଯ୍ୟ ସମ୍ପନ୍ନ ହେବ। ପରୀକ୍ଷା ପ୍ରତିଯୋଗିତାରେ ସଫଳତା ମିଳିବ। ବାଣିଜ୍ୟ, ବ୍ୟବସାୟ, କଳା, ସାହିତ୍ୟ ଓ ସଭାସମିତିରେ ସଫଳତା ହାସଲ କରିବେ। ଧାର୍ମିକ କାର୍ଯ୍ୟପ୍ରତି ଆଗ୍ରହୀ ହେବେ। ଆନୁଷ୍ଠାନିକ କାମରେ ପ୍ରଶଂସା ମିଳିବ। ବନ୍ଧୁମାନେ ସାହାଯ୍ୟ ସହଯୋଗ କରିବେ। ସ୍ଵାସ୍ଥ୍ୟରେ ଉନ୍ନତି ପରିଲିଖିତ ହେବାରୁ ମନ ଭଲ ରହିବ। ପ୍ରତିକାର ହରିଡାଚନ୍ଦନ ମସ୍ତକରେ ଧାରଣ କରନ୍ତୁ।

ମୀନ:-

ରାଜନୀତି କ୍ଷେତ୍ରରେ ନିଜର ଲୋକମାନେ ସାହାଯ୍ୟ ସହଯୋଗ କରିବେ। ନୂତନ କାର୍ଯ୍ୟରେ ଉନ୍ନତି ହେବା ସହ କମ୍ ପରିଶ୍ରମରେ ଆଶାଜନକ ଫଳପ୍ରାପ୍ତି ହେବ। ମହିଳାମାନଙ୍କର ସମସ୍ତ ଚେଷ୍ଟା ସଫଳ ହେବା ଫଳରେ ଶାନ୍ତିପାଇବେ। ପ୍ରସିଦ୍ଧ ବ୍ୟକ୍ତିମାନଙ୍କ ସହ ସମ୍ପର୍କ ସ୍ଥାପନ ହେବ। ପ୍ରତିଷ୍ଠା, ପ୍ରତିପତି, ମାନସମ୍ମାନ ଓ କ୍ଷାତି ବଢ଼ିବ। ପାରିବାରିକ ଜୀବନ ଆନନ୍ଦରେ କଟିବ। ଦୂରଯାତ୍ରାର ସୁଯୋଗ ମିଳିବ ଓ ଦୂରଯାତ୍ରାରେ ସଫଳ ହେବେ। କାର୍ଯ୍ୟର ପ୍ରଗତି ପାଇଁ ସମସ୍ତ ପ୍ରକାର ପ୍ରୟାସ କରିବେ। ରାଜନୈତିକ କ୍ଷେତ୍ରରେ ଜଟିଳ ପରିସ୍ଥିତି ଥିଲେ ସରଳ ହେବ। ପ୍ରତିକାର- କେଶର ହଳଦୀ ଚନ୍ଦନ ମସ୍ତକରେ ଧାରଣ କରନ୍ତୁ।

Jyotirbid Dr. Pramod Satapathy
Jantra Jyotisha, Cuttack

Jyotirbid Pandit Sudhakar Tripathy
Jantra Jyotisha, Kakatpur, Puri

For personalized consultation and appointment,
you can connect on WhatApp @ 7008758366 or 9937551988
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 7008758366 or 9937551988


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!