ଦୈନିକ ରାଶିଫଳ: 12 ନଭେମ୍ବର ୨୦୨୦, ମା ଲକ୍ଷ୍ମୀଙ୍କ କୃପାରୁ ଆଜି ଏହି ସବୁ ରାଶି ବ୍ୟକ୍ତିଙ୍କର ହେବ ଅଚାନକ ଧନପ୍ରାପ୍ତି

ଶେୟାର କରନ୍ତୁ ଅନ୍ୟମାନକ ସହିତ

୨୦୨୦ ମସିହା, ନଭେମ୍ବର ମାସ ୧୨ତାରିଖ, ଗୁରୁବାର, ତୁଳାମାସ ୨୭ଦିନ, କାର୍ତ୍ତିକମାସ, କୃଷ୍ଣପକ୍ଷ, ଦ୍ଵାଦଶୀତିଥି, ହସ୍ତାନକ୍ଷତ୍ର, କନ୍ୟା ରାଶିରେ ଚନ୍ଦ୍ର। ତୁଳା, କୁମ୍ଭ ରାଶିର ଘାତବାର। ବୃଷ ରାଶିର ଘାତଚନ୍ଦ୍ର। ପୋଇ, ମସୁରଡାଲି ନ ଖାଇଲେ ଭଲ। ଶୁଭସମୟ- ପ୍ରାତଃ ୫ଟା ୫୮ମିନିଟ୍ ରୁ ୭ଟା ୨୫ମିନିଟ୍, ସନ୍ଧ୍ୟା ୫ଟା ୫୬ମିନିଟ୍ ରୁ ରାତ୍ର ୯ଟା ୨୧ମିନିଟ୍।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ମେଷ:-

ଯାତ୍ରା ଫଳରେ ଉତ୍ସାହିତ ହେବେ। କର୍ମକ୍ଷେତ୍ରରେ ଉଚ୍ଚପଦସ୍ଥ ଅଫିସରମାନେ ସନ୍ତୋଷ ହେବା ସହ ଆର୍ଥିକ ଦିଗରୁ ସୁବିଧା ସୁଯୋଗ ପାଇ ଉନ୍ନତି ହେବ। ଯେକୌଣସି ନୂତନକାର୍ଯ୍ୟ କରିବେ କିମ୍ବା ଯୋଜନା ପ୍ରସ୍ତୁତ କରିବେ ଭବିଷ୍ୟତ ପାଇଁ ଅତ୍ୟନ୍ତ ଶୁଭ। ନୂତନ ବାହନଆଦି ପ୍ରାପ୍ତି ହେବାର ଯୋଗ ଅଛି। ଶୁଭ ସମ୍ବାଦପାଇ ଖୁସିହେବେ। ଭାତୃବିବାଦ, ପଡ଼ୋଶୀକଳହ, ଜମିପାଇଁ ମାଲିମକଦ୍ଦମାର ସମାଧାନ ହେବ। ପୁରାତନ ରୋଗର ଉପସମ ଯୋଗେ ସ୍ୱାସ୍ଥ୍ୟରେ ଉନ୍ନତି, ମାନସିକ ସ୍ଥିରତା ଓ ଚିତ୍ତପ୍ରସନ୍ନ ସହ କାର୍ଯ୍ୟ ସିଦ୍ଧି ହେବ। ରାଜନୈତିକ କ୍ଷେତ୍ରରେ ଯଶ, ମାନ ବୃଦ୍ଧି ହେବ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ବୃଷ:-

ପରିବାରରେ ମାନ ମନାନ୍ତର ଦୂର ହେବ। ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା, ମାଲିମୋକଦ୍ଦମା ଓ ସାକ୍ଷାତ୍କାରରେ ବିଜୟୀ ହେବେ। ରାଜନୈତିକ କ୍ଷେତ୍ରରେ ଶତ୍ରୁମାନେ ମିତ୍ରବତ କାର୍ଯ୍ୟ କରିବେ। ଯେତେ ଜଟିଳ ସମସ୍ୟା ହେଲେ ମଧ୍ୟ କୌଣସି ପ୍ରକାର ଅସୁବିଧା ହେବ ନାହିଁ। ପ୍ରିୟଜନମାନେ ଆଗକୁ ବଢିବାରେ ସାହାଯ୍ୟ କରିବେ। ଆୟ ଉପାର୍ଜନ କ୍ଷେତ୍ରପ୍ରତି ସଙ୍କଟ ସୃଷ୍ଟି ହେବ ନାହିଁ। ପାର୍ଟି ବା ସମାରୋହରେ ସମ୍ମିଳିତ ହେବାକୁ ପଡିପାରେ। କଠିନ ପରିଶ୍ରମ କରିବା ଯୋଗୁ ଶାରରୀକ ଅସୁସ୍ଥତା ଅନୁଭବ କରିବା ସହ ମାନସିକ ସମସ୍ୟା ଦେଖା ଦେଇପାରେ। ପ୍ରତିକାର:- ଅଶ୍ୱସ୍ଥ ବୃକ୍ଷମୂଳରେ ଗୁଡ଼ ଥୋଇ ପ୍ରଣାମ କରନ୍ତୁ।

ମିଥୁନ:-

ସହକର୍ମୀ ମାନଙ୍କର ସମର୍ଥନ ସହ ଅଧସ୍ତନଙ୍କର ସହଯୋଗ ଯୋଗୁ କର୍ମକ୍ଷେତ୍ରରେ ସମ୍ମାନ ବୃଦ୍ଧି ଏବଂ ସୁନାମ ଅର୍ଜନ କରିବେ। ଆକସ୍ମିକ ଧନ ପ୍ରାପ୍ତିର ଯୋଗ ଅଛି। କଳା, ସାହିତ୍ୟ, ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ ପ୍ରଶଂସା ପାଇବେ। ଗୃହରେ କଲ୍ୟାଣକର କର୍ମ ସମ୍ପାଦନ କରି ପ୍ରଶଂସିତ ହେବେ। ପାରିବାରିକ ଜୀବନ ଆନନ୍ଦମୟ ହେବ। ବାଦବିବାଦ, ମାଲିମୋକଦ୍ଦମା, କ୍ରିଡା, ପ୍ରତିଦ୍ଵନ୍ଦିତା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ। ପ୍ରେମିକ ପ୍ରେମିକାମାନଙ୍କର ପ୍ରେମ-ପ୍ରସଙ୍ଗରେ ମଧୁରତା ଆସିବ। ଅଜ୍ଞାତ ବ୍ୟକ୍ତିଙ୍କୁ ସାକ୍ଷାତ ହେବା ଲାଭଦାୟକ ହେବ। ପ୍ରତିକାର- ଅସହାୟଙ୍କୁ ସାହାଯ୍ୟ କରନ୍ତୁ।

କର୍କଟ:-

ସାମାନ୍ୟ ପରିଶ୍ରମ କରି ଅଧିକ ଲାଭ ପାଇବେ। ଆକସ୍ମିକ ଅର୍ଥଲାଭ, ସୁନାମ ପ୍ରାପ୍ତି, ସମ୍ମାନ ବୃଦ୍ଧି, ବାସସ୍ଥାନ ବା ଯାନବାହାନ କ୍ରୟକରି ପାରିବେ। କଳା, ସାହିତ୍ୟ, କ୍ରୀଡ଼ା, ଚଳଚ୍ଚିତ୍ର, ଶିଳ୍ପ, ବାଣିଜ୍ୟ ଓ ଆନୁଷ୍ଠାନିକ କାମରେ ପ୍ରଶଂସା ମିଳିବ। ପରୀକ୍ଷା, ପ୍ରତିଦ୍ୱନ୍ଦିତାରେ ସଫଳତା ପାଇବେ। ବ୍ୟବସାୟୀମାନେ କଠିନ ପରିଶ୍ରମର ମୂଲ୍ୟ ଫେରି ପାଇବେ। କର୍ମକ୍ଷେତ୍ରରେ ଅପେକ୍ଷାକୃତ ସୁସ୍ଥ ବାତାବାରଣ ଦେଖାଦେବ। ବନ୍ଧୁ, ମିତ୍ର ଓ ଉଚ୍ଚପଦାଧିକାରୀଙ୍କ ଠାରୁ ସାହାଯ୍ୟ ସହଯୋଗ ପାଇବେ। ରାଜନୀତି କ୍ଷେତ୍ରରେ ତଳୁ ଉପର ସ୍ତର ଯାଏ ଆଦୃତି ଓ ମାନ୍ୟତା ଅର୍ଜ୍ଜନ କରିବେ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ସିଂହ:-

କର୍ମକ୍ଷେତ୍ରରେ ପରିସ୍ଥିତି ଯେତେ ଜଟିଳ ହେଲେ ମଧ୍ୟ କୌଣସି ଅସୁବିଧା ହେବ ନାହିଁ। ବ୍ୟବସାୟ କ୍ଷେତ୍ରରେ ପରିବର୍ତ୍ତନ ଆଣିବାର ଯୋଜନା ପ୍ରସ୍ତୁତ କରି ପାରନ୍ତି। ଗଚ୍ଛିତ ଅର୍ଥ ବୃଦ୍ଧି କରିବା ପାଇଁ ଚେଷ୍ଟିତ ହେବେ। ପାରିବାରିକ ସମସ୍ୟା ବୁଝାମଣା ମଧ୍ୟରେ ସମାଧାନ ହେବ। ପେଶା, ବ୍ୟବସାୟ, ଭାଗୀଦାରି ଓ ବନ୍ଧୁମିତ୍ରଙ୍କ ଦ୍ୱାରା ଲାଭବାନ ହେବେ। ରାଜନୈତିକ କ୍ଷେତ୍ରର ସାବଧାନତା ପୂର୍ବକ ପାଦ ବଢ଼େଇବା ବୁଦ୍ଧିମତା ପୂର୍ଣ୍ଣ ହେବ। ପରିବାରରେ କ୍ରୋଧ ନିୟନ୍ତ୍ରଣ ନ ରଖିଲେ କ୍ଷତି ସହିବେ। ସ୍ୱାସ୍ଥ୍ୟ ପାଇଁ ସତର୍କ ରହିବା ଉଚିତ୍। ଚାକିରୀ କ୍ଷେତ୍ରରେ ସ୍ଥାନ ପରିବର୍ତ୍ତନ ହୋଇପାରେ। ପ୍ରତିକାର:-ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ।

କନ୍ୟା:-

ସ୍ୱାସ୍ଥ୍ୟଗତ ସମସ୍ୟାର ଉନ୍ନତି ହେବ। ଗୃହାରମ୍ଭ, ଦୁରଯାତ୍ରା, ନୂତନ ବ୍ୟବସାୟ ଆରମ୍ଭ କରି ପାରିବେ। ଅବିବାହିତ ଯୁବକ ଯୁବତୀମାନେ ବିବାହ କରିବାର ସୁଯୋଗ ପାଇବେ। ପତି ପତ୍ନୀଙ୍କ ମଧ୍ୟରେ ବୁଝାମଣା ଭଲ ରହିବ ଓ ଦାମ୍ପତ୍ୟ ସୁଖରେ ଶାନ୍ତି ଅନୁଭବ କରିବେ। ପ୍ରେମିକ ପ୍ରେମିକା ମାନଙ୍କର ପ୍ରେମପ୍ରସଙ୍ଗରେ ଆଶାଜନକ ଫଳପ୍ରାପ୍ତି ହେବ। ରାଜନୀତି, ସଂଗଠନ, ସଭାସମିତି କ୍ଷେତ୍ରରେ ଲୋକ ସମ୍ପର୍କ ବଢ଼ିବ। ଶିକ୍ଷାକ୍ଷେତ୍ରରେ ଅପେକ୍ଷା କରିଥିବା କାମର ଶୁଭ ସୂଚନା ପାଇବେ। ବ୍ୟବସାୟୀମାନେ ବୁଦ୍ଧିମତା କାରଣରୁ ପ୍ରଚୁର ଲାଭ କରିବେ। ପ୍ରତିକାର- ତୁଲସୀ ମୂଳ ମାଟି ଧାରଣ କରନ୍ତୁ।

ତୁଳା:-

ବ୍ୟବସାୟରେ ସଫଳତା ଅର୍ଜନ କରି ପାରିବେ ଓ କଠିନ ପରିଶ୍ରମ କରି ଆଶାଜନକ ଫଳ ପାଇବେ। କର୍ମକ୍ଷେତ୍ରରେ ନିଜର କର୍ତ୍ତବ୍ୟକୁ ଠିକ୍ ଭାବରେ ନିର୍ବାହ କରି ସରକାରୀ କାର୍ଯ୍ୟରେ ସଫଳତା ପାଇବେ। ପାରିବାରିକ ସମସ୍ୟା ସୁଧାରିବା ପାଇଁ ଚେଷ୍ଟା କରିବେ। ନୂତନ ବନ୍ଧୁଙ୍କୁ ପାଇ ଖୁସୀହେବେ। ବିଦ୍ୟାକ୍ଷେତ୍ରରେ ପ୍ରଶଂସା ପାଇବେ। ବାହନରେ କୌଣସି ଜାଗାକୁ ଯାତ୍ରାକଲେ ସତର୍କତା ଅବଲମ୍ବନ କରିବା ଉଚିତ୍। ପ୍ରେମ କ୍ଷେତ୍ରରେ ସୁଯୋଗ ହାତଛଡା ହେବାର ନାହିଁ। ରାଜନୀତି କ୍ଷେତ୍ରରେ କଥାବାର୍ତ୍ତା ଓ ବ୍ୟବହାର ନିୟନ୍ତ୍ରଣ ନକଲେ ଲୋକ ସଂପର୍କରେ ବାଧା ଉପୁଯିବ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ବିଚ୍ଛା:-

ନିର୍ମାଣମୂଳକ ଯୋଜନାରେ ଆଗେଇବେ। ଅର୍ଥ ସମ୍ପର୍କିତ ଚୁକ୍ତିପତ୍ର କଲେ ଲାଭବାନ୍ ହେବେ। ଦୂରଯାତ୍ରାର ସୁଯୋଗ ପାଇବେ ଓ ସଫଳତା ମିଳିବ। ବିଭିନ୍ନ ଦିଗରୁ ସାହାଯ୍ୟ ସହଯୋଗ ପାଇ ପ୍ରତିଷ୍ଠା, ପ୍ରତିପତ୍ତି ମାନସମ୍ମାନ ଓ କ୍ଷାତି ବଢିବ। କୌଣସି ମହତ୍ଵପୂର୍ଣ୍ଣ ବ୍ୟକ୍ତିଙ୍କ ସହିତ ଭେଟ ହେବ। ବନ୍ଧୁ ମିତ୍ର ମାନଙ୍କର ସହଯୋଗ ପ୍ରାପ୍ତି ହେବ। ଦାମ୍ପତ୍ୟ ସୁଖରେ ଶାନ୍ତି ଅନୁଭବ କରିବେ। ଅଧ୍ୟୟନ, ଅଧ୍ୟାପନ ଓ ଅନୁସନ୍ଧାନପରି କାର୍ଯ୍ୟରେ ସଫଳତା ଅର୍ଜନ କରି ଆନନ୍ଦିତ ହେବେ। ବାଦବିବାଦ, ମାଲିମୋକଦ୍ଦମାରେ ଉଚ୍ଚ ପ୍ରଶଂସିତ ହେବେ। ଅବିବାହିତ ଯୁବକ ଯୁବତୀମାନଙ୍କର ବିବାହ ସ୍ଥିର ହେବ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ଧନୁ:-

ସ୍ୱାସ୍ଥ୍ୟସମସ୍ୟା ସୁଧୁରିଯିବ। ସମସ୍ତ କର୍ମ ବହୁତ ସହଜରେ ହିଁ ସମ୍ପନ୍ନ ହେବ। କର୍ମକ୍ଷେତ୍ରରେ ସହକର୍ମୀମାନଙ୍କ ସହ ଶତ୍ରୁତା ମେଣ୍ଟିଯିବା ଫଳରେ ପ୍ରବଳ ଶତୃମାନେ ଦୁର୍ବଳ ହେବେ। ଲକ୍ଷ୍ୟ ପୂରଣ ହେବାରେ କୌଣସି ଅସୁବିଧା ହେବ ନାହିଁ। ପରିବାର ସମ୍ବନ୍ଧିତ କୌଣସି ବନ୍ଧୁଙ୍କ ଦ୍ଵାରା ଶୁଭ ସମାଚାର ଶୁଣିବେ। ଆଇନ, ଅଦାଲତ ସମ୍ପର୍କୀୟ ଦୁଶ୍ଚିନ୍ତା ଦୂରହେବ। ଅବିବାହିତ ଯୁବକ ଯୁବତୀମାନଙ୍କର ବିବାହ ସ୍ଥିର ହେବ। ବିଦ୍ୟାକ୍ଷେତ୍ରରେ ମନଯୋଗ ଦେଇ ପରୀକ୍ଷାରେ କୃତକାର୍ଯ୍ୟ ହେବେ। ବନ୍ଧୁମିଳନ ହେତୁ ମନଖୁସୀ ରହିବ। ପ୍ରେମପ୍ରସଙ୍ଗରେ ମଧ୍ୟ ସଫଳତା ମିଳିବ। ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ।

ମକର:-

ସାମୁହିକ ପ୍ରୟାସ ଓ ସହଯୋଗ ଦ୍ଵାରା ଆଗକୁ ବଢିପାରିବେ। ସହକର୍ମୀମାନଙ୍କ ସହ ବାଦବିବାଦର ଅବସାନ ଘଟିବ। କର୍ମକ୍ଷେତ୍ରରେ ନିମ୍ନ ବର୍ଗୀୟ ବ୍ୟକ୍ତି ବିଶେଷଙ୍କଠାରୁ ବିଶେଷ ଲାଭବାନ ହେବେ। ଈର୍ଷାପରାୟଣ ବ୍ୟକ୍ତିଙ୍କ ଦ୍ଵାରା ପୂରସ୍କୃତ ହେବେ। କମିଶନ ସମ୍ବନ୍ଧିତ କାର୍ଯ୍ୟରେ ଲାଭ ମିଳିବ। ନିଜର ଚତୁରତା ଓ ପତିଆରା ଯୋଗେ ବିପରୀତ ପରିସ୍ଥିତିକୁ ନିଜ ସପକ୍ଷକୁ ଆଣି ପାରିବେ। ବିଦ୍ୟାର୍ଥୀଙ୍କର ବିଦ୍ୟାରେ ଉନ୍ନତି ହେବାରୁ ମନ ଖୁସି ରହିବ। ରାଜନୀତି କ୍ଷେତ୍ରରେ ପଦ ପଦବୀ ଲାଭ ହେବା ସହ ସମ୍ମାନଲାଭ ହେବ। ଆତ୍ମବିଶ୍ୱାସ ବୃଦ୍ଧି ପାଇବ। ଦୁଃଖୀ ଲୋକଙ୍କୁ ସାହାଯ୍ୟ କରିବେ। ପ୍ରତିକାର:- ଷଣ୍ଢକୁ କିଛି ଖାଇବାକୁ ଦିଅନ୍ତୁ।

କୁମ୍ଭ:-

ରାଜନୀତି ସମ୍ବନ୍ଧୀୟ କୌଣସି ମହତ୍ଵପୂର୍ଣ୍ଣ ସମାଚାର ଶୁଣିବେ। ନୂତନ ବନ୍ଧୁ ମିତ୍ରଙ୍କ ମିଳନ ହେବ। ନିଜର ଚତୁରତା ଓ ବିବେକ ହେତୁ ସମସ୍ତ ବିପରୀତ ପରିସ୍ଥିତିର ସାମ୍ନା କରିପାରିବେ। ଧାର୍ମିକ କ୍ଷେତ୍ରରେ ମାତାଙ୍କ ଧନ ଖର୍ଚ୍ଚ ହେବ। ଶ୍ୱଶୁର ଘର ପକ୍ଷରୁ ସହଯୋଗ ପ୍ରାପ୍ତ ହେବ। ପ୍ରେମିକ ପ୍ରେମିକାମାନଙ୍କର ଅପ୍ରୀତିକର ପରିସ୍ଥିତି ଦେଖାଦେଲେ ମଧ୍ୟ ସମସ୍ୟାକୁ ସୁଧାରିବା ପାଇଁ ଚେଷ୍ଟା କରି କୌଶଳକ୍ରମେ ସମାଧାନ କରିବେ। ଦୂରସ୍ଥାନକୁ ଯାତ୍ରା ନକରିବା ଉଚିତ୍। ଖାଦ୍ୟପେୟ ନିୟନ୍ତ୍ରଣ ନକଲେ ସ୍ୱାସ୍ଥ୍ୟରେ ଅବନତି ହୋଇପାରେ। ଦୁର୍ବଳତା ଅନୁଭବ କରିବେ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ମୀନ:-

କର୍ମକ୍ଷେତ୍ରରେ ଜବରଦସ୍ତି ଉନ୍ନତି ଓ ନ୍ୟାୟ ମିଳିବ। ବ୍ୟବସାୟରେ ସଫଳତା ଅର୍ଜନ ତଥା ଦୂରଯାତ୍ରାର ସୁଯୋଗ ପାଇବେ। ଆଶା ଆକାଂକ୍ଷା ଓ ମହତ୍ୱାକାଂକ୍ଷା ପୂର୍ଣ୍ଣହେବ। ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ପାରିବାରିକ ଜୀବନ ସୁଖମୟ ହେବ। ବିଦ୍ୟାଧ୍ୟୟନ ସମ୍ବନ୍ଧିୟ ଶୁଭ ସମାଚାର ପ୍ରାପ୍ତ ହେବ। ସନ୍ତାନଙ୍କ ସମ୍ବନ୍ଧରେ କୌଣସି ମହତ୍ଵପୂର୍ଣ୍ଣ ସମାଚାର ଶୁଣିବେ। କାର୍ଯ୍ୟକ୍ଷେତ୍ରରେ ସଫଳତା ପାଇବେ। ରାଜନୀତି କ୍ଷେତ୍ରରେ ମାନସିକ ଦୁଶ୍ଚିନ୍ତା ଦୂର ହୋଇ ଯଶମାନ ବୃଦ୍ଧିହେବ। ପ୍ରବାସ ଯାତ୍ରାରେ ଲାଭବାନ ହେବେ। ଅବିବାହିତ ଯୁବକ ଯୁବତୀମାନଙ୍କର ବିବାହ ସ୍ଥିର ହେବ। ପ୍ରତିକାର- ଦହି ମିଠା ଖାଇ କରି ଘରୁ ବାହାରନ୍ତୁ।

Jyotirbid Dr. Pramod Satapathy
Jantra Jyotisha, Cuttack

For personalized consultation and appointment,
you can connect on WhatApp @ 7008758366 or 9437006746
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 9937745975 or 9437006746


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!