ଦୈନିକ ରାଶିଫଳ: 12 ନଭେମ୍ବର 2022, ଶନିଦେବଙ୍କ କୃପା ରହିବ ଏହି 4ଟି ରାଶି ଉପରେ, ମିଳିବ କିଛି ବଡ ଖବର

ଶେୟାର କରନ୍ତୁ ଅନ୍ୟମାନକ ସହିତ

୨୦୨୨ମସିହା, ନଭେମ୍ବର ମାସ ୧୨ତାରିଖ, ଶନିବାର, ତୁଳାମାସ ୨୭ଦିନ, ମାର୍ଗଶିରମାସ, କୃଷ୍ଣପକ୍ଷ, ଚତୁର୍ଥୀତିଥି, ମୃଗଶିରା ନକ୍ଷତ୍ର ସକାଳ ୭ଟା ୩୨ମିନିଟ୍ ପରେ ଆର୍ଦ୍ରା ନକ୍ଷତ୍ର, ମିଥୁନ ରାଶିରେ ଚନ୍ଦ୍ର। ସିଦ୍ଧ ଯୋଗ। ବବ କରଣ ସକାଳ ୯ଟା ୧୯ମିନିଟ୍ ପରେ ବାଳବ କରଣ। ବୃଷ, ସିଂହ, କନ୍ୟା ରାଶିର ଘାତବାର। କନ୍ୟା ରାଶିର ଘାତଚନ୍ଦ୍ର। ମୂଳା ନ ଖାଇଲେ ଭଲ ରାତି ୧୦ଟା ୨୬ମିନିଟ୍ ପରେ ବେଲ, ପଣସ ନ ଖାଇଲେ ଭଲ। ଯୋଗିନୀ- ନୈଋତେ ରାତି ୧୦ଟା ୨୬ମିନିଟ୍ ପରେ ଦକ୍ଷିଣେ ଯାତ୍ରା ନିଷେଧ। ଶ୍ରାଦ୍ଧତର୍ପଣ- ଚତୁର୍ଥୀର ଏକୋଦ୍ଦିଷ୍ଟ ଓ ପାର୍ବଣ ଶ୍ରାଦ୍ଧ। ଅଶୁଭସମୟ- ପ୍ରାତଃ ୫ଟା ୫୭ମିନିଟ୍ ରୁ ୭ଟା ୨୦ମିନିଟ୍, ଦିବା ୧୨ଟା ୫୪ମିନିଟ୍ ରୁ ୨ଟା ୧୭ମିନିଟ୍, ଦିବା ୩ଟା ୪୦ମିନିଟ୍ ରୁ ସନ୍ଧ୍ୟା ୬ଟା ୪୦ମିନିଟ୍, ରାତ୍ର ୪ଟା ୨୦ମିନିଟ୍ ରୁ ୫ଟା ୫୭ମିନିଟ୍। ଶୁଭସମୟ- ସକାଳ ୭ଟା ୨୬ମିନିଟ୍ ରୁ ୮ଟା ୪୨ମିନିଟ୍, ଦିବା ୧୧ଟା ୫୩ମିନିଟ୍ ରୁ ୧୨ଟା ୫୩ମିନିଟ୍, ଦିବା ୨ଟା ୧୮ମିନିଟ୍ ରୁ ୨ଟା ୪୯ମିନିଟ୍, ଦିବା ୩ଟା ୩୬ମିନିଟ୍ ରୁ ୩ଟା ୩୯ମିନିଟ୍, ରାତ୍ର ୨ଟା ୩୨ମିନିଟ୍ ରୁ ୩ଟା ୨୧ମିନିଟ୍।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ମେଷ:-ସାମ୍ବାଦିକମାନେ ଶୁଭ ସମ୍ବାଦ ପାଇ ଶୀଘ୍ର ଯାତ୍ରା କରିବାକୁ ବାଧ୍ୟ ହେବେ। ଶତୃମାନେ ଦୂରେଇ ଯିବା ଫଳରେ ମାନସିକ ଶାନ୍ତି ମିଳିବ। ଜୀବନରେ ନୂଆଲକ୍ଷ ପୂରଣ କରିବା ପାଇଁ ସାହାଯ୍ୟ ସହଯୋଗ ପାଇବେ। ଧୈର୍ଯ୍ୟ ସାହସ ଦ୍ଵାରା ହୋଇପାରୁ ନଥିବା କାମକୁ କରି ପାରିବେ। ସରକାରୀ କାମରେ ପରିଶ୍ରମର ପରିଣାମ ମିଳିବ। ପରିବାର ପାଇଁ ବହୁତ ଦିନରୁ ଚିନ୍ତା କରୁଥିବା କାମ ଅଳ୍ପ ପ୍ରୟାସରେ ପୂର୍ଣ୍ଣ ହୋଇ ଯିବ। ପ୍ରତିକାର- ନାଲିରଙ୍ଗର ରୁମାଲଟିଏ ପାଖରେ ରଖନ୍ତୁ।

ବୃଷ:-ନିଜର ଯୋଗ୍ୟତା ଓ କ୍ଷମତାର ବହୁତ ଲାଭ ମିଳିବ। ବିଦ୍ୟାଧ୍ୟୟନ ସମ୍ବନ୍ଧିୟ ଶୁଭ ସମାଚାର ପ୍ରାପ୍ତ ହେବ। ସରକାରୀ ଚାପ ପଡିଲେ ମଧ୍ୟ ରାଜନୀତିରେ ସଫଳତା ମିଳିବ। ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ। ବନ୍ଧୁବାନ୍ଧବ ମାନଙ୍କ ସହ ସାବଧାନତା ପୂର୍ବକ ନ ଚଳିଲେ ବିପଦରେ ପଡିବେ। ଅନ୍ୟର ଉପକାର କରି ନିଜେ କ୍ଷତିରେ ପଡିବେ। ରାସ୍ତାଘାଟରେ ଯଥେଷ୍ଠ ସତର୍କ ହୋଇ ଚଳପ୍ରଚଳ ହେବା ଅତ୍ୟନ୍ତ ଜରୁରୀ। ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

ମିଥୁନ:-ଅଧିକାରୀ କାମରେ ପ୍ରସନ୍ନ ରହିବେ। ନୂଆ ଯୋଜନା ଉପରେ କାର୍ଯ୍ୟକରି ଅଟକି ଥିବା ଧନ ମିଳିବାରୁ ଖୁସି ହେବେ। ପ୍ରିୟଜନମାନେ ଆଗକୁ ବଢିବାରେ ସାହାଯ୍ୟ କରିବେ। ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣାରେ ସୁଖ ସମୃଦ୍ଧି ବୃଦ୍ଧି ହେବା ସହ ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ହେବ। ବ୍ୟବସାୟ କ୍ଷେତ୍ରରେ ମନୋକାମନା ପୂରଣ ହେବା ସହ ଆତ୍ମ ବିଶ୍ୱାସ ବୃଦ୍ଧି ହୋଇ ଲାଭର ମାର୍ଗ ପ୍ରଶସ୍ଥ ହେବ। ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ।

କର୍କଟ:-ସାମ୍ବାଦିକତାରୁ ଲାଭ ଓ ଶୁଭ ସମାଚାର ମିଳିବ। ଆୟ ଉପାର୍ଜନ କ୍ଷେତ୍ରପ୍ରତି ସଙ୍କଟ ସୃଷ୍ଟି ହେବ ନାହିଁ। ବ୍ୟାପାର ଓ କାରବାରରେ ସୁଧାର ଆସିବ। ଟଙ୍କାର ଆବଶ୍ୟକତା ପୂରଣ ହେବ। ନିଜର ପ୍ରଭାବ ଓ ପରାକ୍ରମ ବୃଦ୍ଧି ପାଇବ। ଛାତ୍ରଛାତ୍ରୀ ମାନଙ୍କର ବିଦ୍ୟା କ୍ଷେତ୍ରରେ ଉନ୍ନତି ହେବା ଫଳରେ ମନ ଖୁସି ରହିବ। ସ୍ୱାସ୍ଥ୍ୟ ସମ୍ବନ୍ଧୀୟ ସମସ୍ୟାକୁ ନେଇ ମନସନ୍ତୁଷ୍ଟ ରହିବ। ରାଜନୀତି କ୍ଷେତ୍ରରେ ଲୋକ ସମ୍ପର୍କ ଆତ୍ମସନ୍ତୋଷ ବଢ଼େଇବ। ପ୍ରତିକାର:-ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ।

ସିଂହ:-ସାମ୍ବାଦିକ ମାନଙ୍କର ଶୁଭ ସମାଚାର ମିଳିବ। ଆର୍ଥିକ ସମସ୍ୟା ସୁଧୁରିଯିବା ଫଳରେ ବ୍ୟବସାୟରେ ପୁଞ୍ଜି ନିବେଶ ପାଇଁ ଆଶା କରିବେ। କେତେକ କ୍ଷେତ୍ରରେ ଭାଇ ବନ୍ଧୁମାନଙ୍କର ସାହାଯ୍ୟ ସହଯୋଗ ପାଇ ପ୍ରଶଂସିତ ହେବେ। ଶିକ୍ଷା କ୍ଷେତ୍ରରେ ମାନସିକ ସ୍ଥିରତା ଦେଖାଦେବ। ସୁଖ ସମୃଦ୍ଧି ବୃଦ୍ଧିହେବା ସହ ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ହେବ। ଯାନବାହାନ ସମ୍ବନ୍ଧୀୟ ସମସ୍ୟା ଦେଖାଦେଇ ପାରେ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

କନ୍ୟା:-ପୂର୍ବ ଶତୃମାନେ ପଛଘୁଞ୍ଚା ଦେବା ଫଳରେ ମନରେ ଅଶାନ୍ତି ଅସନ୍ତୋଷ ଦୂରେଇ ଯାଇ ଅର୍ଥାଗମହେବ। କର୍ମକ୍ଷେତ୍ରରେ ଅଶାନ୍ତି, ବିଶୃଙ୍ଖଳାରୁ ମୁକ୍ତ ହୋଇ ଉଚ୍ଚପଦସ୍ଥ ବ୍ୟକ୍ତିଙ୍କ ଠାରୁ ସମ୍ମାନ ପାଇବେ। ରାଜନୈତିକ କ୍ଷେତ୍ରରେ ଲୋକମାନଙ୍କ ସହିତ ଜଗିରଖି କଥାବାର୍ତ୍ତା କରିଲେ ବହୁତ ଭଲ ହେବ। ଯାହାର ବେଶି ଉପକାର କରିବେ ତାହାଦ୍ୱାରା ବେଶି ଆଘାତ ପାଇବେ। ରାସ୍ତାଘାଟରେ ଯଥେଷ୍ଠ ସତର୍କ ହୋଇ ଚଳିବା ଉଚିତ୍। ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

ତୁଳା:-ସାମାଜିକ ପତିଆରା ଅମଳିନ ରହିବ। ସାମ୍ବାଦିକ ମାନେ ପ୍ରଶଂସିତ ହେବେ। ପାରିବାରିକ କ୍ଷେତ୍ରରେ ରୋଜଗାର ସମସ୍ୟା ସୁଧୁରି ଯାଇ ଧନ ଲାଭ ହେବାରୁ ମନ ଖୁସି ରହିବ। ବୁଦ୍ଧି ବିବେକ ଖେଳାଇ କର୍ତ୍ତବ୍ୟ ପରାୟଣତାକୁ ମୁଖ୍ୟକରି ଚାଲିବା ହିତକର। ବ୍ୟବସାୟ ସୂତ୍ରରୁ ବହୁତ ଲାଭ ଉଠାଇ ପାରିବେ ଓ କୃଷିଜାତ ଦ୍ରବ୍ୟର ବ୍ୟବସାୟୀ ମାନେ ଅଧିକ ଲାଭ କରିବେ। ସମାଲୋଚିତ ହୋଇ ଭାବମୂର୍ତ୍ତି କ୍ଷୁର୍ଣ୍ଣ ହେବ। ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।

ବିଚ୍ଛା:-ରାଜନୀତିରେ ମନରେଥିବା କାମନା ପୂର୍ଣ୍ଣ ହେବ। ବିଦ୍ୟା କ୍ଷେତ୍ରରେ ସାଫଲ୍ୟ ଯୋଗେ ଶାନ୍ତି ପାଇବେ। ପତି ପତ୍ନୀଙ୍କ ମଧ୍ୟରେ ବୁଝାମଣା ଭଲ ରହିବା ସହ ଦାମ୍ପତ୍ୟ ଜୀବନ ଆନନ୍ଦମୟ ହେବ। ନୂଆ ମିତ୍ରଙ୍କ ସମ୍ପର୍କରେ ଉନ୍ନତି ହେବା ସହ ଅନେକ ପ୍ରକାର ଉଲ୍ଲେଖନୀୟ ପରିବର୍ତ୍ତନ ଦେଖା ଦେବ। ବ୍ୟବସାୟ କ୍ଷେତ୍ରରେ ଆୟ ବ୍ୟୟରେ ତାଳମେଳ ରହିବ ନାହିଁ। ପିଲାଙ୍କ ସହ ଖୁସିଗପ କରିବାରେ ମଉକା ଜୁଟିବ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ଧନୁ:-ଶତୃନାଶ, ଧନପ୍ରାପ୍ତି, ମିତ୍ରଲାଭ, ଉଚ୍ଚସମ୍ମାନ, ମିଷ୍ଟାନ ଭୋଜନ ଓ ଉଚ୍ଚଆଶା ପୂରଣ ହେବ। ସମସ୍ତ ଫଇସଲା ଓ ନିର୍ଣ୍ଣୟ ବୁଦ୍ଧିମତାରେ ପରିପୂର୍ଣ୍ଣ ହେବ। କର୍ମକ୍ଷେତ୍ରରେ ଅନେକ ଦିନର ଅଭିଳାଷ ପୂର୍ଣ୍ଣ ହେବ। ବ୍ୟବସାୟୀ ମାନେ ନୂତନ ବାଣିଜ୍ୟର ପରିକଳ୍ପନା କରିବେ। ଶାରୀରିକ ସୁସ୍ଥତା ସହ ମାନସିକ ଶାନ୍ତି ଦେଖାଦେବ। ସାମୁହିକ ପ୍ରୟାସ ଓ ସହଯୋଗ ଦ୍ଵାରା ଆଗକୁ ବଢିବା ସମ୍ଭବ ହେବ। ନୂତନ କାର୍ଯ୍ୟରେ ହାତଦେଇ କୃତ କାର୍ଯ୍ୟ ହେବେ। ପ୍ରତିକାର- କେଶର ହଳଦୀ ଚନ୍ଦନ ମସ୍ତକରେ ଧାରଣ କରନ୍ତୁ।

ମକର:-ସ୍ୱାସ୍ଥ୍ୟରେ ଆଶାଜନକ ପରିବର୍ତ୍ତନ ଦେଖାଦେବ ଓ ନିଜ ଦକ୍ଷତାରୁ ଉଚ୍ଚ ସମ୍ମାନ ପାଇବେ। ନୂତନ ବ୍ୟବସାୟ ଯୋଜନାର ଶିଳାନ୍ୟାସ କଲେ, ତାହା ଦୀର୍ଘ ସ୍ଥାୟୀହେବ ଓ ଭଲଲାଭ ମିଳିବ। ଶୁଭ କାମ କରି ପ୍ରଶଂସିତ ହେବେ ଓ ସାହିତ୍ୟଚର୍ଚ୍ଚା, ସଭାସମିତିରେ ସଫଳତା ମିଳିବ। ଶତୃନାଶ, ଋଣନାଶ ଓ ପୁରାତନ ରୋଗପୀଡ଼ାର ଉପଶମ ହେବ। ଭାଗିଦାରମାନେ ପାଦ ସହିତ ପାଦ ମିଶେଇ ବେପାର ବୃଦ୍ଧି କରିବେ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

କୁମ୍ଭ:-ସାଧାରଣ ବ୍ୟକ୍ତି ବିଶେଷଙ୍କଠାରୁ ବିଶେଷ ଲାଭବାନ ହେବେ। ରାଜନୀତି, ସଂଗଠନ, ସଭାସମିତି କ୍ଷେତ୍ରରେ ଲୋକ ସମ୍ପର୍କ ଆତ୍ମସନ୍ତୋଷ ବଢେଇବ। ବ୍ୟବସାୟରେ ଉତ୍ତମ ରୋଜଗାର ହୋଇ ଆର୍ଥିକସ୍ଥିତି ସନ୍ତୋଷପ୍ରଦ ହେବ। ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ସୁଖ ସମୃଦ୍ଧି ବୃଦ୍ଧି ହେବ। କୌଣସି ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେବା ପୂର୍ବରୁ ପରିବାର ସହ ଆଲୋଚନା କରିବା ଉଚିତ୍। ପ୍ରତିକାର:-କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।

ମୀନ:-ଶୁଭ ସମାଚାର ଶୁଣି ଆନନ୍ଦିତ ହେବେ ଓ ନୂତନ ଯୋଜନାରେ ସଫଳତା ମିଳିବ। ଉଚ୍ଚ ସମ୍ଭାବନାର ଆଶା ଆଶ୍ଵାସନା ଲାଭ କରି ମାନସିକ ଶାନ୍ତି ଅନୁଭବ କରିବେ। ବନ୍ଧୁ ମିତ୍ରଙ୍କଠାରୁ ଉପହାର ପ୍ରାପ୍ତି ହେବ ଓ ଦାମ୍ପତ୍ୟ ସୁଖରେ ଆନନ୍ଦିତ ହେବେ। ବ୍ୟବସାୟରେ ଉତ୍ତମ ରୋଜଗାର ହୋଇ ଆର୍ଥିକସ୍ଥିତି ସନ୍ତୋଷପ୍ରଦ ହେବ। ଜମିଜମା ସଙ୍କ୍ରାନ୍ତିୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପାଦନ ହେବ।ପୁରାତନ ରୋଗରୁ ଉପସମ ପାଇ ଶରୀର ସୁସ୍ଥ ରହିବ। ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!