ଦୈନିକ ରାଶିଫଳ: ୧୨ ଅକ୍ଟୋବର ୨୦୧୯, ଶନି ଦେବଙ୍କ କୃପାରୁ ଆଜି ଏହି ସବୁ ରାଶି ବ୍ୟକ୍ତିଙ୍କର କର୍ମ ଓ ବ୍ୟବସାୟରେ ମିଳିବ ପ୍ରଚୁର ଲାଭ

ଶେୟାର କରନ୍ତୁ ଅନ୍ୟମାନକ ସହିତ

ମେଷ:-

ପରିବାରରେ ଅପ୍ରିତିକର ପରିସ୍ଥିତି ଦେଖା ଦେଲେ ମଧ୍ୟ ତାହା କୌଶଳକ୍ରମେ ସମାଧାନ କରିବେ। ମାଲି ମୋକଦ୍ଦମାରେ ସମ୍ମାନ ଓ ପ୍ରତିଷ୍ଠା ଅତୁଟ ରହିବ। ଅଭାବ ଅସୁବିଧା ଥାଇ ମଧ୍ୟ କୌଣସି କାମ ଅଟକିବ ନାହିଁ। ରାଜନୀତି କ୍ଷେତ୍ରରେ ବୁଦ୍ଧି ବିବେକ ଖେଳାଇ କର୍ତ୍ତବ୍ୟ ପରାୟଣତାକୁ ମୁଖ୍ୟକରି ଚାଲିବା ହିତକର। ଦକ୍ଷତାକୁ କେନ୍ଦ୍ରକରି ଉଚ୍ଚମାନ୍ୟତାରେ ହ୍ରାସ ହେବ। ସହକର୍ମୀ କେହି ଇର୍ଷାତୁର ହେଲେବି କ୍ଷତିକାରୀ ହେବେ ନାହିଁ। ମହିଳାମାନେ ଭୋଗ ବିଳାସକୁ ତୁଚ୍ଛମଣି କର୍ତ୍ତବ୍ୟ ସାଧନକୁ ଭଗବତ୍ ସେବାଭଳି ମାନ୍ୟତା ଦେବେ। ପ୍ରତିକାର- ଶିବମନ୍ଦିରରେ କଞ୍ଚାକ୍ଷୀର ଢାଳି ପାଦୁକ ପାନ କରନ୍ତୁ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:-

ପୁରାତନ ରୋଗର ସାମାନ୍ୟ ଉନ୍ନତି ପରିଲକ୍ଷିତ ହେବ। ବ୍ୟବସାୟରେ ସଫଳତା ଅର୍ଜନ ତଥା ଦୂରଯାତ୍ରାର ସୁଯୋଗ ପାଇବେ। ଆତ୍ମବିଶ୍ୱାସ ବୃଦ୍ଧି ପାଇବ। କମ୍ ପରିଶ୍ରମରେ ଆଶାଜନକ ଫଳପ୍ରାପ୍ତି ହେବ। ଆର୍ଥିକ କ୍ଷେତ୍ରରେ ଉନ୍ନତିହେବ। ଶିଳ୍ପ, ବାଣିଜ୍ୟ ଓ ବ୍ୟବସାୟରେ ବିଭିନ୍ନ ପ୍ରକାରର ସମସ୍ୟା ସମାଧାନ ହେବ। ସତସଙ୍ଗ ଓ ମନୋରଞ୍ଜନ, କ୍ରୀଡ଼ାବିଦ୍ମାନେ ପ୍ରଶଂସିତ ହେବେ। କର୍ମକ୍ଷେତ୍ର ପାଇଁ ସମୟ ପ୍ରାୟତଃ ଅନୁକୂଳ ରହିବ। ମହିଳାମାନେ ପାରିବାରିକ କ୍ଷେତ୍ରକୁ ସରସ ସୁନ୍ଦର କରିବା ପାଇଁ ପ୍ରଯତ୍ନ କରିବେ। ବିଦ୍ୟାରେ ଉନ୍ନତି ଓ ପ୍ରଶଂସିତ ହେବେ। ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ।

ମିଥୁନ:-

ନିକଟସ୍ଥ ବ୍ୟକ୍ତି ସାହାଯ୍ୟ କରିବା ଦ୍ଵାରା ବ୍ୟବସାୟରେ ସଫଳତା ମିଳିବ ଓ ବ୍ୟବସାୟ ବଢାଇବାରେ ସମର୍ଥ ହେବେ। ଆରମ୍ଭ କରିଥିବା କାର୍ଯ୍ୟ ଶେଷ କରିପାରିବେ। କର୍ମଚାରୀ ଓ ଶ୍ରମିକମାନେ ବେସୀ ଉପକୃତ ହେବେ। ତଳ ମହଲରୁ ଆଶାତୀତ ଲାଭ ପାଇବେ। କର୍ମକ୍ଷେତ୍ରରେ ଅତ୍ୟଧିକ ପରିଶ୍ରମ କରିବା ଫଳରେ ପ୍ରଶଂସିତ ହେବେ। ବନ୍ଧୁବାନ୍ଧବଙ୍କ ଚେଷ୍ଟାରେ ଅତି ସହଜରେ ବାକିଥିବା ଅର୍ଥ ପାଇବେ। ସୁଯୋଗ ହାତପାହାନ୍ତାରେ ପହଞ୍ଚିବ। ପରୀକ୍ଷା ପ୍ରତିଯୋଗିତାରେ ବିଜୟୀ ହେବେ। ଧାର୍ମିକ କାର୍ଯ୍ୟପ୍ରତି ମନ ବଳାଇବେ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

କର୍କଟ:-

ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣାରେ ସୁଖ ସମୃଦ୍ଧି ବୃଦ୍ଧି ଓ ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ହେବ। ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ। ରାଜନୀତି କ୍ଷେତ୍ରରେ ସଫଳତା ଏବଂ ଲୋକ ସମ୍ପର୍କ ଆତ୍ମସନ୍ତୋଷ ବଢ଼େଇବ। ବ୍ୟବସାୟ ବୃଦ୍ଧି ଓ ନୂଆ ଯୋଜନା ଉପରେ କାର୍ଯ୍ୟ କରିବେ। ସ୍ଥଗିତ ଥିବା ଧନ ମିଳିବାରୁ ଖୁସି ହେବେ। ମନୋକାମନା ପୂରଣ ହେବ ଓ ଆତ୍ମ ବିଶ୍ୱାସ ବୃଦ୍ଧି ହୋଇ ଲାଭର ମାର୍ଗ ପ୍ରଶସ୍ଥ ହେବ। ସାମ୍ବାଦିକତାରୁ ଲାଭ ଓ ଶୁଭ ସମାଚାର ମିଳିବ। ପରୀକ୍ଷା ଓ ସାକ୍ଷାତ କାରରେ ସଫଳତା ମିଳିବ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ସିଂହ:-

ବ୍ୟବସାୟୀମାନେ ନଗଦ କାରବାରରେ ଅଧିକ ଲାଭପ୍ରଦ ହେବେ। କର୍ମକ୍ଷେତ୍ରରେ ଯଶ ମାନକୁ ଅଧିକ ମହତ୍ତ୍ଵ ଦେବେ। ଶ୍ରମିକ ଓ କର୍ମଚାରୀମାନେ ଦୂର ଓ ନିକଟ କାର୍ଯ୍ୟରେ ତିଷ୍ଠି ରହିପାରିବେ। ତଳୁ ଉପରସ୍ତର ଯାଏ ଆଦୃତି ଓ ମାନ୍ୟତା ଅର୍ଜନ କରିବେ। ଉପରିସ୍ଥଙ୍କୁ ଆପଣାର କରି କୃପାଭାଜନ ହେବେ। ରାଜନୀତି କ୍ଷେତ୍ରରେ ଉଚ୍ଚସମ୍ପର୍କରୁ ଲାଭବାନ ହେବେ। ମହିଳାମାନେ ଅନ୍ଧଭାବରେ ବିଶ୍ୱାସକଲେ ଧୋକା ଖାଇବେ। ସନ୍ତାନ ଯୋଗେ ଚିନ୍ତିତ ରହିବେ। ଧାର୍ମିକ କାର୍ଯ୍ୟରେ ରୁଚି ବଢ଼ିବ।  ପରୀକ୍ଷା ପ୍ରତିଯୋଗିତା ଓ ସାକ୍ଷାତ୍କାରରେ ବିଜୟୀହେବେ। ପ୍ରତିକାର- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

କନ୍ୟା:-

ବ୍ୟବସାୟୀ ମାନଙ୍କର କାରବାର ବଢିବ ଓ ଲୋକ ସମ୍ପର୍କ ବୃଦ୍ଧି ହେବ। ବିରୋଧିମାନେ ଦୂରେଇ ଯିବେ। ଆକସ୍ମିକ ଅର୍ଥଲାଭ, ସୁନାମ ପ୍ରାପ୍ତି ଓ ସମ୍ମାନ ବୃଦ୍ଧି ହେବ। ସୁଖ ସମ୍ପଦ ପ୍ରାପ୍ତି ହେବ। ନୂତନ କାର୍ଯ୍ୟ ଆରମ୍ଭ ନକରିବା ଉଚିତ୍। ମହିଳାମାନେ କ୍ଷମତା ଶକ୍ତି ବଳରେ ନିଜର ସମୟ ବିତାଇବେ। ବନ୍ଧୁ ମିତ୍ରଙ୍କଠାରୁ ସାହାଯ୍ୟ ସହଯୋଗ ପାଇ ଆର୍ଥିକ ସମସ୍ୟା ଦୂର ହୋଇଯିବ। ପ୍ରିୟଜନଙ୍କ ସହ ମିଳନ ହେବ। ବିଦ୍ୟାରେ ଉନ୍ନତି ଫଳରେ ଆତ୍ମସନ୍ତୋଷ ବଢ଼େଇବ। ରାଜନେତାମାନଙ୍କର ଶତୃ ପରାଜିତ ହୋଇ ସମସ୍ତଙ୍କର ପୂର୍ଣ୍ଣ ସହଯୋଗ ମିଳିବ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ତୁଳା:-

ସୁଖ ସମୃଦ୍ଧି ବୃଦ୍ଧି ଓ ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ହେବ। ନୂଆ ଯୋଜନାରେ ସଫଳ ହେବେ। ପାରିବାରିକ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ। ଉଚିତ୍ ପରାମର୍ଶ ପାଇ ହରେଇଥିବା ଦ୍ରବ୍ୟ ଫେରି ପାଇବେ। ଦୂରଯାତ୍ରାରେ ସଫଳତା ଓ ଲାଭ ପାଇବେ। ଅଟକିଥିବା କାର୍ଯ୍ୟ ପୂରଣ କରିବାକୁ ଚେଷ୍ଟା କରିବେ। ଉତ୍ତରଦାୟିତ୍ୱ ବଢ଼ିବ। କର୍ମରେ ଉନ୍ନତି ସହିତ ବାସସ୍ଥାନ ବା ଯାନବାହାନର ନବୀକରଣ ଇତ୍ୟାଦି ନାନାବିଧ ସୁଯୋଗ ଓ ଶୁଭଫଳ ପ୍ରାପ୍ତି ହେବ। ବ୍ୟବସାୟୀମାନେ ଗ୍ରାହକ ସେବାକୁ ଗ୍ରହଣ କରି ଯଶ ମାନ ବୃଦ୍ଧି ସହିତ ଉତ୍ତମ ଆୟର ପଥ ପରିଷ୍କାର କରିବେ। ପ୍ରତିକାର-ମାଦକଦ୍ରବ୍ୟଠାରୁ ଦୂରେଇ ରୁହନ୍ତୁ।

ବିଚ୍ଛା:-

ସନ୍ତାନଙ୍କ ପାଇଁ ଶୁଭସମ୍ବାଦ ପାଇବେ। ବ୍ୟବସାୟରେ ସଫଳତା ଅର୍ଜନ ତଥା ଦୂରଯାତ୍ରାର ସୁଯୋଗ ପାଇବେ। ଆତ୍ମବିଶ୍ୱାସ ବୃଦ୍ଧି ପାଇବ। ପରିବାରରେ ଅପ୍ରିତିକର ପରିସ୍ଥିତି ଦେଖା ଦେଲେ ମଧ୍ୟ ତାହା କୌଶଳକ୍ରମେ ସମାଧାନ କରିବେ। କମ୍ ପରିଶ୍ରମରେ ଆଶାଜନକ ଫଳପ୍ରାପ୍ତିହେବ। ବନ୍ଧୁ ମିତ୍ରଙ୍କର ସହଯୋଗ ପାଇ ପରିବାରରେ ଖୁସିର ବାତାବରଣ ସ୍ଥାୟି ରହିବ। ନୂତନ ସମ୍ବନ୍ଧ ସୃଷ୍ଟିହେବ। କେତେକ ଦୀର୍ଘ ଯୋଜନା ସଫଳ କାରଣରୁ ମନ ଭଲ ରହିବ। ପରିବହନ ବ୍ୟବସାୟରେ ସମସ୍ୟା ସମାଧାନ ହେବ। ମହିଳାମାନେ ମାନସିକ ସୁସ୍ଥତା ଅନୁଭବ କରିବେ। ପ୍ରତିକାର:- ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ।

ଧନୁ:-

ଉଚ୍ଚାଧିକାରୀ, ସହକର୍ମୀ, ଭାଇ ବନ୍ଧୁ ବା କୌଣସି ବିଶିଷ୍ଟ ବ୍ୟକ୍ତିଙ୍କର ସହଯୋଗ ମନୋବଳକୁ ବଢେଇଦେବ। ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ଯଦି କୌଣସି ନୂତନ ଯୋଜନାର କ୍ରିୟାନ୍ୱିତ କରିବାକୁ ଚାହୁଁଥାନ୍ତି, ତା’ ହେଲେ ସୁଯୋଗକୁ ଅପେକ୍ଷା କରିବା ଉଚିତ୍। କର୍ମକ୍ଷେତ୍ରରେ ପରିବର୍ତ୍ତନ ଆସିବ ଓ କର୍ମ ସମ୍ବନ୍ଧିତ ଯାତ୍ରା ନକରିବା ଉଚିତ୍। ଆର୍ଥିକ ପରିସ୍ଥିତି ଉତ୍ତମ ଥିଲେ ମଧ୍ୟ ବସନ ଭୂଷଣରେ ଅଧିକ ବ୍ୟୟ ହୋଇପାରେ। ରାଜନୀତି କ୍ଷେତ୍ରରେ ଆପଣାଲୋକ ଭାବେ ଗଣତି ହେଉଥିବା ବ୍ୟକ୍ତି ମାନଙ୍କ ଠାରୁ ଆଶ୍ଵାସନା ପାଇବେ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ମକର:-

କେତେକ କ୍ଷେତ୍ରରେ ଉଲ୍ଲେଖନୀୟ ପରିବର୍ତ୍ତନ ଆସିବ। ଋଣ ଭରଣାରେ ସହଜ ହେବ। ଅନେକ ସମସ୍ୟାର ସମାଧାନ ହୋଇ ପରିବାରରେ ହସ ଖୁସିର ବାତାବରଣ ଖେଳିଯିବ। ଯାତ୍ରାଫଳରେ ଉତ୍ସାହିତ ହେବେ। ଗୃହୋପକରଣ କ୍ରୟ କରିବେ। ସମସ୍ତ କାର୍ଯ୍ୟକ୍ରମ ସୁରୁଖୁରୁରେ ପୂର୍ଣ୍ଣ ହେବ। ବ୍ୟବସାୟ ସମ୍ବନ୍ଧୀୟ ସମସ୍ତ ଜରୁରୀ କାର୍ଯ୍ୟ ଓ ଆବଶ୍ୟକ ଅର୍ଥ ଆଦାନ ପ୍ରଦାନ ସୁଚାରୁରୂପେ ହେବ। ବିଦ୍ୟା କ୍ଷେତ୍ରରେ ଉଚ୍ଚ ସମ୍ଭାବନାର ଆଶା ଓ ଆଶ୍ଵାସନା ଲାଭ କରି ମାନସିକ ଶାନ୍ତି ଅନୁଭବ କରିବେ। ନୂତନ ସମ୍ପତି କ୍ରୟ କରିବା ପାଇଁ ଯୋଗାଯୋଗ କରି ପାରନ୍ତି। ପ୍ରତିକାର-ପିତା ମାତାଙ୍କ ପାଦଛୁଇଁ ପ୍ରଣାମ କରନ୍ତୁ।

କୁମ୍ଭ:-

ବାଣିଜ୍ୟ କ୍ଷେତ୍ରରେ ଉଚ୍ଚ କର୍ମକର୍ତ୍ତାଙ୍କ ସୁଦୃଷ୍ଟି ପ୍ରାପ୍ତି ହେବ ଓ ସାହାଯ୍ୟ ସହଯୋଗ ମିଳିବ। ସହକର୍ମୀମାନଙ୍କର ସମର୍ଥନ ଏବଂ ଅଧସ୍ତନଙ୍କର ସହଯୋଗ ଯୋଗୁଁ କର୍ମକ୍ଷେତ୍ରରେ ସମ୍ମାନ ବୃଦ୍ଧି ଏବଂ ସୁନାମ ଅର୍ଜନ କରିବେ। ଆକସ୍ମିକ ଧନ ପ୍ରାପ୍ତି ହେବ। ପ୍ରବାସ ଓ ଯାତ୍ରାରେ ଲାଭବାନ ହେବେ। ବରିଷ୍ଠ ବ୍ୟକ୍ତି ଉଚ୍ଚାଧିକାରୀଙ୍କ ସହ ସମ୍ବନ୍ଧ ଦୃଢୀଭୁତ ହେବ। ମାଲିମୋକଦ୍ଦମାରେ ସମ୍ମାନ ଓ ପ୍ରତିଷ୍ଠା ଅତୁଟ ରହିବ। ଜାଗା, ଜମି, ଉଚ୍ଚସ୍ତରୀୟ ବାହନ ଆଦି କ୍ରୟ କରି ପାରିବେ। ଶିକ୍ଷାକ୍ଷେତ୍ରରେ ପରୀକ୍ଷା ପରିଣାମ ଅନୁକୂଳ ହେବ। ପ୍ରତିକାର- ମୁହଁ ମିଠାକରି ଘରୁ ବାହାରନ୍ତୁ।

ମୀନ:-

ବନ୍ଧୁଙ୍କ ସହଯୋଗରେ କେତେକ ସମସ୍ୟାର ସମାଧାନ ହେବ। ବ୍ୟବସାୟୀମାନେ ଭୋଗ ବିଳାସକୁ ତୁଚ୍ଛମଣି କର୍ତ୍ତବ୍ୟ ସାଧନକୁ ଭଗବତ୍ ସେବାଭଳି ମାନ୍ୟତା ଦେବେ। ରାଜନୀତିରେ ସାଧୁ ଓ ସଚ୍ଚୋଟ ଭାବେ କର୍ମ ଯୋଗକୁ ଶ୍ରେଷ୍ଠତା କରି ସମ୍ମାନ ଓ ପ୍ରତିଷ୍ଠାର ଅଧିକାରୀ ହେବେ। ମହିଳାମାନେ ସକ୍ରିୟ ହୋଇ ବୁଦ୍ଧି ବିବେକ ଖେଳାଇ କର୍ତ୍ତବ୍ୟ ପରାୟଣତାକୁ ମୁଖ୍ୟକରି ଚାଲିବା ହିତକର। ପରିବାରରେ ଓ କୁଟୁମ୍ବରେ ମାଙ୍ଗଳିକ କାର୍ଯ୍ୟର ଦାୟିତ୍ଵ ନେଇ ଧାଦୌଡ କରିବା ଫଳରେ କଷ୍ଟ ସ୍ଵୀକାର କରିବେ। ଉଚ୍ଚଶିକ୍ଷା ପାଇଁ ପ୍ରତିଯୋଗିତା ପରୀକ୍ଷାରେ ଉତ୍ତୀର୍ଣ୍ଣ ହେବେ। ପ୍ରତିକାର- ତୁଲସୀ ମୂଳ ମାଟି ଧାରଣ କରନ୍ତୁ।

Jyotirbid Dr. Pramod Satapathy
Jantra Jyotisha, Cuttack

Jyotirbid Pandit Sudhakar Tripathy
Jantra Jyotisha, Kakatpur, Puri

For personalized consultation and appointment,
you can connect on WhatApp @ 7008758366 or 9937551988
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 7008758366 or 9937551988


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!