ଦୈନିକ ରାଶିଫଳ: 12 ଅକ୍ଟୋବର ୨୦୨୦, ମହାଦେବଙ୍କ କୃପାରୁ ଆଜି ଏହି ସବୁ ରାଶି ବ୍ୟକ୍ତିଙ୍କୁ ମିଳିବ ଆକସ୍ମିକ ଧନଲାଭ

ଶେୟାର କରନ୍ତୁ ଅନ୍ୟମାନକ ସହିତ

୨୦୨୦ ମସିହା, ଅକ୍ଟୋବର ମାସ ୧୨ ତାରିଖ, ସୋମବାର, କନ୍ୟା ମାସ ୨୭ ଦିନ, ମଳ ଆଶ୍ଵିନମାସ, କୃଷ୍ଣପକ୍ଷ, ଦଶମୀ ତିଥି, ଅଶ୍ଳେଷା ନକ୍ଷତ୍ର, କର୍କଟ ରାଶିରେ ଚନ୍ଦ୍ର। ମିଥୁନ ରାଶିର ଘାତବାର। କଳମଶାଗ ନ ଖାଇଲେ ଭଲ। ଶୁଭସମୟ- ପ୍ରାତଃ ୫ଟା ୪୪ମିନିଟ୍ ରୁ ୭ଟା ୧୦ମିନିଟ୍, ଦିବା ୮ଟା ୫୧ମିନିଟ୍ ରୁ ୧୧ଟା ୮ମିନିଟ୍, ରାତ୍ର ୭ଟା ୫୧ମିନିଟ୍ ରୁ ୧୦ଟା ୧ମିନିଟ୍।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ମେଷ:-

କୋର୍ଟ କଚେରୀ ମାଲି ମୋକଦ୍ଦମାରେ ମୁଣ୍ଡ ଉଚ୍ଚା ରହିବ। ଆନୁଷ୍ଠାନିକ କ୍ଷେତ୍ରରେ ସମ୍ମାନଲାଭ ଓ ପଦମର୍ଯ୍ୟାଦା ବୃଦ୍ଧି ପାଇବ। ବନ୍ଧୁମିଳନ ହେତୁ ମନଖୁସୀ ରହିବ। ବିଦ୍ୟାକ୍ଷେତ୍ରରେ ପ୍ରଶଂସା ପାଇବେ। କର୍ମକ୍ଷେତ୍ରରେ ଉଚ୍ଚ ଅଧିକାରୀଙ୍କ ପ୍ରଶଂସା ମିଳିବା ସହ ମିତ୍ର ଓ ସହଯୋଗୀମାନେ ସମର୍ଥନ କରିବେ। କର୍ମ ନିଯୁକ୍ତି କ୍ଷେତ୍ରରେ ସଫଳ ହେବେ। କୌଣସି ସହୃଦୟ ବ୍ୟକ୍ତିଙ୍କଠାରୁ ଯଥେଷ୍ଟ ସହାୟତା ପାଇବେ। ପାରିବାରିକ ସମସ୍ୟା ସୁଧାରିବା ପାଇଁ ଚେଷ୍ଟା କରିବେ। ନିଜର ଯୋଜନାମୁତାବକ କାମକଲେ କୌଣସିପ୍ରକାର ଅସୁବିଧା ହେବ ନାହିଁ। ଧର୍ମଚର୍ଚ୍ଚା ଦିଗକୁ ମନ ବଳେଇ ପାରନ୍ତି। ପ୍ରତିକାର- ଅସହାୟଙ୍କୁ ଖାଦ୍ୟ ଦିଅନ୍ତୁ।

ବୃଷ:-

ସ୍ୱାସ୍ଥ୍ୟଗତ ସମସ୍ୟାର ଉନ୍ନତି ହେବ। ବ୍ୟବସାୟରେ ଆଶାତୀତ ଲାଭକରି କିଛି ନୂତନ ପଦାର୍ଥ ସଂଗ୍ରହ ପାଇଁ ଦୂରସ୍ଥାନକୁ ଯାତ୍ରା କରି ପାରନ୍ତି। ଲକ୍ଷ୍ୟ ପୂରଣ ହେବାରେ କୌଣସି ଅସୁବିଧା ହେବନାହିଁ। କର୍ମକ୍ଷେତ୍ରରେ ଉଚ୍ଚଅଧିକାରୀଙ୍କ ସହ ସୁ ସମ୍ପର୍କ ଫଳରେ ଭାଗ୍ୟୋନ୍ନତି, ଯଶମାନ ପ୍ରତିଷ୍ଠା ଲାଭର ଯୋଗ ଅଛି। ରାଜନୀତି, ସଂଗଠନ, ସଭାସମିତି କ୍ଷେତ୍ରରେ ଲୋକ ସମ୍ପର୍କ ବଢ଼ିବ। ବନ୍ଧୁଙ୍କ ସମସ୍ୟା ସମାଧାନ କରିବା ପାଇଁ ଚିନ୍ତା କରିବେ। ପ୍ରେମିକ ପ୍ରେମିକାମାନଙ୍କର ପ୍ରେମ କ୍ଷେତ୍ରରେ ଅଶାନ୍ତି ଦୂରେଇ ଯିବ। ଅଧ୍ୟୟନ, ଅଧ୍ୟାପନ, ଓ ଅନୁସନ୍ଧାନପରି କାର୍ଯ୍ୟରେ ସଫଳତା ଅର୍ଜନ କରି ଆନନ୍ଦିତ ହେବେ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ମିଥୁନ:-

ସହକର୍ମୀ ମାନଙ୍କ ସହ ବାଦବିବାଦର ଅବସାନ ଘଟିବ। କଳା, ସାହିତ୍ୟ ଓ ସାମ୍ବାଦିକତାରେ ପ୍ରଂଶସିତ ହେବେ। ବିଭିନ୍ନ ଦିଗରୁ ସାହାଯ୍ୟ ସହଯୋଗ ମିଳିବ। ସମସ୍ତକର୍ମ ବହୁତ ସହଜରେ ସମ୍ପନ୍ନ ହେବ। ପ୍ରସିଦ୍ଧ ବ୍ୟକ୍ତିମାନଙ୍କ ସହ ସମ୍ପର୍କ ସ୍ଥାପନ ହୋଇ ଆଇନ, ଅଦାଲତ ସମ୍ପର୍କୀୟ ଦୁଶ୍ଚିନ୍ତା ଦୂରହେବ। ଆଧ୍ୟାତ୍ମିକ ଭାବଧାରାରେ ଉଦ୍ବୁଦ୍ଧ ହୋଇ ସତ୍ସଙ୍ଗ ଦିଗକୁ ମନ ବଳେଇବେ। ବିଦ୍ୟାକ୍ଷେତ୍ର ରେ ମନଯୋଗ ଦେଲେ ଯଶପ୍ରାପ୍ତି ହେବ। ଅନାବଶ୍ୟକ ଖର୍ଚ୍ଚ ଓ ଭ୍ରମଣ ଯୋଗେ ବ୍ୟଥିତ ହେବେ। ଜାଗାଜମି, ଉଚ୍ଚସ୍ତରୀୟ ବାହନ ଆଦି ଆଜି କ୍ରୟ ନକରିବା ଉଚିତ୍। ଟଙ୍କା ପଇସା ପ୍ରତି ଅତ୍ୟନ୍ତ ସତର୍କତା ଆବଶ୍ୟକ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

କର୍କଟ:-

ଆୟ ଉତ୍ତମ ହେବା ସହ ବନ୍ଧୁମାନଙ୍କ ସହ ସୁସମ୍ପର୍କ ସ୍ଥାପନ ହେବ। ବ୍ୟବସାୟ ବାଣିଜ୍ୟ କ୍ଷେତ୍ରରେ ଉଚ୍ଚଫଳ ପ୍ରାପ୍ତି ହେବା ସହ ପନିପରିବା ଚାଷି ତଥା ବ୍ୟବସାୟୀମାନେ ପ୍ରଚୁର ଲାଭପାଇବେ। ବ୍ୟବହାରିକ ଜ୍ଞାନ କୌଶଳ ପ୍ରୟୋଗ କରି ଲାଭବାନ୍ ହେବେ। କଳା, ସାହିତ୍ୟ ଓ ଚଳଚ୍ଚିତ୍ର, ସଙ୍ଗୀତାଦି କ୍ଷେତ୍ରରେ ସମସ୍ୟା ସମାଧାନ ହୋଇଯିବ। ଭ୍ରମଣ, ପ୍ରଶାସନ, ପ୍ରକାଶନ, ସଂଗଠନ, ଅନୁସନ୍ଧାନ କାର୍ଯ୍ୟରେ ଲାଭପାଇବେ। ପିଲାମାନଙ୍କ ସମସ୍ୟା ସମାଧାନ କରି ପ୍ରଶଂସିତ ହେବେ। ବିଦ୍ୟାରେ ଉନ୍ନତିହେବା ସହ ପ୍ରସିଦ୍ଧ ବ୍ୟକ୍ତିମାନଙ୍କ ସହ ସମ୍ପର୍କ ସ୍ଥାପନ ହେବ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।  

ସିଂହ:-

ପ୍ରତ୍ୟେକ କ୍ଷେତ୍ରରେ କେବଳ କୌଶଳପୂର୍ଣ୍ଣ କଥା କହିବା ଦ୍ୱାରା କାମ ହାସଲ କରିପାରିବେ। କର୍ମାନୁଯାୟୀ ଫଳପ୍ରାପ୍ତି ହେତୁ କର୍ତ୍ତବ୍ୟ ପରାୟଣତା ରକ୍ଷା କରି ପାରିବେ। ଅଫିସ୍ ରେ ଅଟକି ରହିଥିବା କାମଗୁଡ଼ିକ ସୁରୁଖୁରୁରେ ସମ୍ପନ୍ନ ହେବ। ବ୍ୟବସାୟ କ୍ଷେତ୍ରରେ ଆଶାଜନକ ସଫଳତା ହାସଲ କରିବେ। କଚେରି ମାମଲାର ଶୁଣାଣି ହେବ, ଯାହାକି ଆପଣଙ୍କ ସପକ୍ଷରେ ଯାଇପାରେ। ନୂତନ ପ୍ରସ୍ତାବ ଦେଇ ବନ୍ଧୁ ଗହଣରେ ଚର୍ଚ୍ଚିତ ହୋଇ ପାରନ୍ତି। ସ୍ଥଳ ବିଶେଷରେ ଦୂରସ୍ଥାନବାସ ଯୋଜନା ମନ ମଧ୍ୟରେ ଉଙ୍କି ମାରିବା ଫଳରେ ଅସନ୍ତୋଷର ଶରବ୍ୟ ହେବେ। ସ୍ୱାସ୍ଥ୍ୟ ଦିଗରୁ ବିଶେଷ ସତର୍କ ରହିବା ଉଚିତ୍। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

କନ୍ୟା:-

ଶାରିରୀକ ଅସୁସ୍ଥତା ଦୂରହେବ। ସମସ୍ତ ଗୁରୁତ୍ୱପୂର୍ଣ୍ଣ ନିଷ୍ପତି ନେଇ ଲାଭବାନ ହେବେ। ପରିବାରରେ ମନୋମାଳିନ୍ୟ ଓ ଆର୍ଥିକ ସଙ୍କଟ ଦୂରେଇ ଯିବ। ବ୍ୟବସାୟ ସମ୍ବନ୍ଧୀୟ ସମସ୍ତ ଜରୁରୀ କାର୍ଯ୍ୟ ଓ ଆବଶ୍ୟକ ଅର୍ଥ ଆଦାନ ପ୍ରଦାନ ସୁଚାରୁରୂପେ ହେବ। ପ୍ରବାସ ଯାତ୍ରାରେ ଲାଭବାନ ହେବେ। ଜାଗା, ଜମି, ଉଚ୍ଚସ୍ତରୀୟ ବାହନ ଆଦି କ୍ରୟ କରିବା ପାଇଁ ଯୋଗାଯୋଗ କରିବେ। ପୁରାତନରୋଗରୁ ଉପଶମ ମିଳିବ। ବାଦବିବାଦ, ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତ୍କାରରେ ସଫଳ ହେବେ। ରାଜନୀତି କ୍ଷେତ୍ରରେ ସାମୁହିକ ପ୍ରୟାସ ଓ ସହଯୋଗ ଦ୍ଵାରା ଆଗକୁ ବଢିବା ସମ୍ଭବ ହେବ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।   

ତୁଳା:-

ସରକାରୀ କର୍ମଚାରୀମାନଙ୍କ କର୍ତ୍ତବ୍ୟନିଷ୍ଠାରେ ଅଧିକାରୀବର୍ଗ ପ୍ରସନ୍ନ ହେବେ। ପ୍ରସିଦ୍ଧ ବ୍ୟକ୍ତିମାନଙ୍କ ସହ ସମ୍ପର୍କ ସ୍ଥାପନ ହେବା ଫଳରେ ପ୍ରତିଷ୍ଠା, ପ୍ରତିପତ୍ତି, ମାନସମ୍ମାନ କ୍ଷାତି ବଢ଼ିବ। ନୂତନ କର୍ମ ନିଯୁକ୍ତିର ସୁଯୋଗ ପାଇବେ। ବ୍ୟବସାୟୀମାନେ କଠିନ ପରିଶ୍ରମର ମୂଲ୍ୟ ଫେରି ପାଇବା ସହ  ପରିବହନ କ୍ଷେତ୍ରରେ ସୁଫଳ ପ୍ରାପ୍ତିହେବ। ଧନ ସମ୍ବନ୍ଧୀୟ ମାମଲାରେ ବୁଦ୍ଧି ବିବେକ ଦ୍ଵାରା ବିଚାର କଲେ ଲାଭ ମିଳିବ। ପାରିବାରିକ ଜୀବନରେ ସୁଧାର ହେବ। ଛାତ୍ରଛାତ୍ରୀମାନେ ଶିକ୍ଷା କ୍ଷେତ୍ରରେ ସଫଳତା ଲାଭ କରିବେ। ରାଜନୀତି କ୍ଷେତ୍ରରେ କୂଟନୀତିର ପ୍ଲାନ୍ ଚଳାଇ ସ୍ଥାନ ଓ ସ୍ଥିତି ଅଟଳ ରଖି ପାରିବେ। ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ।

ବିଚ୍ଛା:-

ସମସ୍ୟା ଗୁଡ଼ିକ ସରଳ ସମାଧାନ କରିବାରେ ସମର୍ଥ ହେବେ। ବ୍ୟବସାୟରେ ପ୍ରସାର, ବ୍ୟବସାୟର ଡାକରା ପାଇ ଯାତ୍ରା କରିବାକୁ ପଡିପାରେ। ଅର୍ଥ ଲାଭର ଯୋଜନା କରିବା କାମରେ ନିଜକୁ ନିୟୋଜିତ କରି ପାରନ୍ତି। ଅଫିସରେ କିମ୍ବା କର୍ମକ୍ଷେତ୍ରରେ ଜଣେ ବନ୍ଧୁଙ୍କ କାମରେ ସନ୍ତୁଷ୍ଟ ହୋଇ ପାରନ୍ତି। ପଡ଼ୋଶୀମାନେ କଅଁଳିଆ କଥା କହି କାର୍ଯ୍ୟ ହାସଲ କରିବାର ଚେଷ୍ଟା କରିବେ। ଆର୍ଥିକ ସ୍ଥିତି ପୂର୍ବପରି ରହିବ, ଯାହାକି ସାମୟିକ ଚିନ୍ତା ଉଦ୍ରେକ କରିପାରେ। ଘରର ବରାଦ ମୁତାବକ କୌରସି ବିଳାସ ଉପକରଣ କିଣିପାରନ୍ତି। ବିଦ୍ୟାର୍ଥୀ ମାନଙ୍କର ଚିନ୍ତା ଭାବନା ଦୂର ହୋଇ ସମୟ ଅନୁକୂଳ ହେବ। ପ୍ରତିକାର- ଅସହାୟଙ୍କୁ ଖାଦ୍ୟ ଦିଅନ୍ତୁ।

ଧନୁ:-

ସନ୍ତାନର ଶୁଭ ଖବର ଶୁଣି ଖୁସି ହେବେ। ବନ୍ଧୁଙ୍କ ସାହାଯ୍ୟ କ୍ରମେ ମାଲିମୋକଦ୍ଦମାରେ ବିଜୟୀ ହେବେ। ବ୍ୟବସାୟ ସମ୍ବନ୍ଧୀୟ ସମସ୍ୟାରେ ଉତ୍ସାହିତ ହେବେ। ଭିନ୍ନ ରାସ୍ତାରେ ଆୟବୃଦ୍ଧିର ଯୋଜନା ଚାଲୁରଖିବେ। ଛାତ୍ର ଛାତ୍ରୀମାନେ ପଢ଼ା ପଢ଼ିରେ ମନଯୋଗ ଦେଇ ପରୀକ୍ଷା ପ୍ରତିଯୋଗିତାରେ ସଫଳ ହେବେ। କର୍ମକ୍ଷେତ୍ରରେ ପରିସ୍ଥିତି ଯେତେ ଜଟିଳ ହେଲେ ମଧ୍ୟ କୌଣସି ଅସୁବିଧା ହେବ ନାହିଁ। ପଡୋଶୀମାନେ ସମ୍ମୁଖରେ ପ୍ରଶଂସା କରିବେ। ରାଜନୀତି କ୍ଷେତ୍ରରେ ସମ୍ମାନ ପାଇବେ। ସୁଖ ସୁବିଧାକୁ ବଢାଇବା ପାଇଁ ପ୍ରୟାସରତ ହେବେ। ପାରିବାରିକ ଦ୍ୱାୟିତ୍ୱ ବୃଦ୍ଧି ହେବା ଫଳରେ ମନ ଅଶାନ୍ତ ରହିବ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ମକର:-

ଶତୃମାନେ ମିତ୍ରଭାବ ଆଚରଣ କରିବେ। ବ୍ୟବସାୟୀମାନେ ଧନଲାଭ କରିବାର ସୁଯୋଗ ପାଇବେ। ଦୂରଯାତ୍ରାରେ ସଫଳତା ମିଳିବ ଓ ଆକସ୍ମିକ ଧନଲାଭ ହେବ। ପିଲାମାନଙ୍କ କାର୍ଯ୍ୟରେ ସନ୍ତୁଷ୍ଟ ହେବେ। ପୈତୃକ ସମ୍ପତ୍ତିକୁ ନେଇ ପାରିବାରିକ ଦ୍ଵନ୍ଦ ମେଣ୍ଟିଯିବା ସହ ମାନସିକ ଏକାଗ୍ରତା ବଜାୟ ରହିବ। ବାଦବିବାଦ, ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତ୍କାରରେ ସଫଳହେବେ। ରାଜନୀତି କ୍ଷେତ୍ରରେ ଉନ୍ନତିମୂଳକ ପଦକ୍ଷେପ ନେଇ ସମସ୍ତଙ୍କର ପୂର୍ଣ୍ଣ ସହଯୋଗ ପାଇବେ। ଶାରିରୀକ ଅସୁସ୍ଥତା ଦୂରହେବ। ନୂତନ କର୍ମ ପାଇଁ ପ୍ରୟାସରତ ଥିଲେ କର୍ମ ନିଯୁକ୍ତି ପାଇବେ। ପ୍ରତିକାର- ଆମିଷ ଓ ମାଦକଦ୍ରବ୍ୟ ସେବନ କରନ୍ତୁ ନାହିଁ।

କୁମ୍ଭ:-

ସାମାଜିକ ସ୍ତରରେ ଦୃଢ଼ ପଦକ୍ଷେପ ନେଇ କାର୍ଯ୍ୟ ହାସଲ କରିବେ। ମାନସିକସ୍ଥିତି ଭଲ ରହିବା ସହ ଶରୀର ସୁସ୍ଥ ରହିବ। ପରିବହନ ବ୍ୟବସାୟ କ୍ଷେତ୍ରରୁ ଲାଭବାନ ହେବେ। ଆର୍ଥିକସ୍ଥିତି ସନ୍ତୋଷପ୍ରଦ ହେବ। ଚେଷ୍ଟା କଲେ ଜମି, ଜମା ବିବାଦ ମେଣ୍ଟି ଯିବ। କର୍ମକ୍ଷେତ୍ରରେ ଦୀର୍ଘଦିନରୁ ଅଟକି ରହିଥିବା କାମଟି ଉପରିସ୍ଥଙ୍କର ସୌଜନ୍ୟରୁ ହୋଇଯିବ। ଯେଉଁ ଜିନିଷ ପାଇବା ପାଇଁ ଚିନ୍ତା କରୁଥିଲେ ତାହା ନିଶ୍ଚିତ ଭାବେ ପାଇବେ। ଯାନବାହାନ ଇତ୍ୟାଦି କ୍ରୟ କରି ଲାଭବାନ୍ ହେବେ। ନୂତନ କାର୍ଯ୍ୟଆରମ୍ଭ କରିପାରିବେ। ଋଣ ପରିଶୋଧ କରିବା ସହ ଋଣ ପ୍ରାପ୍ତିର ସୁଯୋଗ ପାଇବେ।  ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ।

ମୀନ:-

ସତସଙ୍ଗ, ମନୋରଞ୍ଜନ ଓ କ୍ରୀଡ଼ା କ୍ଷେତ୍ରରେ ପ୍ରଶଂସିତ ହେବେ। ବିଳାସ ଉପକରଣ କ୍ରୟ କରିବା ସକାଶେ ଘରୁ ବରାଦ ପାଇବେ। ବ୍ୟବସାୟ କ୍ଷେତ୍ରରେ ମାନସିକ ସ୍ଥିତି ଭଲ ରହିବ। ନିକଟ ସମ୍ପର୍କୀୟ ମାନଙ୍କ ସହ ପରୋକ୍ଷ ଶତୃତା ବଦଳିଯିବ।ସ୍ଥଳବିଶେଷରେ ଅଧିକ ପରିଶ୍ରମ ବିନା ଅଧିକ ଲାଭବାନ ହେବା ନିମନ୍ତେ ଅନ୍ୟମାନଙ୍କୁ ସିଡି ରୂପେ ବ୍ୟବହାର କରିବେ। କର୍ମକ୍ଷେତ୍ରରେ ବ୍ୟବସ୍ଥିତତା ହେତୁ ଶାନ୍ତି ଉପୁଜିବ। ସ୍ୱାସ୍ଥ୍ୟ ଭଲ ରହିବ ଓ ଅର୍ଥଲାଭ ହେବ। ସ୍ଥାନାନ୍ତର ହେବାକୁ ଚାହୁଁଥିଲେ ଚେଷ୍ଟାକଲେ ଉତ୍ତମ ସ୍ଥାନରେ ଅବସ୍ଥାପିତ ହେବେ। କେତେକ ମୁଲ୍ୟବାନ ଆସବାବ ପତ୍ର କ୍ରୟ କରିବେ। ପ୍ରତିକାର:- ଗୋମାତାକୁ କିଛି ଖାଦ୍ୟ ଦିଅନ୍ତୁ।

Jyotirbid Dr. Pramod Satapathy
Jantra Jyotisha, Cuttack

For personalized consultation and appointment,
you can connect on WhatApp @ 7008758366 or 9437006746
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 9937745975 or 9437006746


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!