ଦୈନିକ ରାଶିଫଳ: 12 ସେପ୍ଟେମ୍ବର 2022, ସୂର୍ଯ୍ୟଦେବଙ୍କ କୃପାରୁ ଏହି 3ଟି ରାଶିଙ୍କୁ ମିଳିବ ବଡ ଖୁସି ଖବର

ଶେୟାର କରନ୍ତୁ ଅନ୍ୟମାନକ ସହିତ

୨୦୨୨ମସିହା, ସେପ୍ଟେମ୍ବର ମାସ ୧୨ତାରିଖ, ସୋମବାର, ସିଂହମାସ ୨୭ଦିନ, ଆଶ୍ଵିନମାସ, କୃଷ୍ଣପକ୍ଷ, ଦ୍ଵିତୀୟାତିଥି ଦିବା ୧୧ଟା ୩୫ମିନିଟ୍ ପରେ ତୃତୀୟାତିଥି, ଉତ୍ତରଭାଦ୍ରପଦ ନକ୍ଷତ୍ର ସକାଳ ୬ଟା ୫୯ମିନିଟ୍ ପରେ ରେବତୀ ନକ୍ଷତ୍ର, ମୀନ ରାଶିରେ ଚନ୍ଦ୍ର । ଗଣ୍ଡ ଯୋଗ ଦିବା ୯ଟା ୩୦ମିନିଟ୍ ପରେ ବୃଦ୍ଧି ଯୋଗ । ଗର କରଣ ଦିବା ୧୧ଟା ୩୫ମିନିଟ୍ ପରେ ବାଣିଜ୍ୟ କରଣ । ମିଥୁନ ରାଶିର ଘାତବାର । ଧନୁ ରାଶିର ଘାତଚନ୍ଦ୍ର । ବୋଇତିକଖାରୁ ନ ଖାଇଲେ ଭଲ ଦିବା ୧୧ଟା ୩୫ମିନିଟ୍ ପରେ ପୋଟଳ ନ ଖାଇଲେ ଭଲ ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ଯୋଗିନୀ- ଉତ୍ତରେ ଦିବା ୧୧ଟା ୩୫ମିନିଟ୍ ପରେ ଆଗ୍ନେୟେ ଯାତ୍ରା ନିଷେଧ । ଶ୍ରାଦ୍ଧତର୍ପଣ- ତୃତୀୟାର ଏକୋଦ୍ଦିଷ୍ଟ ଓ ପାର୍ବଣ ଶ୍ରାଦ୍ଧ । ଅଶୁଭସମୟ- ସକାଳ ୭ଟା ୮ମିନିଟ୍ ରୁ ୮ଟା ୩୯ମିନିଟ୍, ଦିବା ୨ଟା ୪୫ମିନିଟ୍ ରୁ ୪ଟା ୧୭ମିନିଟ୍, ରାତ୍ରି ୧୦ଟା ୧୪ମିନିଟ୍ ରୁ ୧୧ଟା ୪୩ମିନିଟ୍ । ଶୁଭସମୟ- ପ୍ରାତଃ ୫ଟା ୩୭ମିନିଟ୍ ରୁ ୭ଟା ୭ମିନିଟ୍, ଦିବା ୧୦ଟା ୩୦ମିନିଟ୍ ରୁ ୧୨ଟା ୫୫ମିନିଟ୍, ଦିବା ୪ଟା ୧୮ମିନିଟ୍ ରୁ ୪ଟା ୫୯ମିନିଟ୍, ସନ୍ଧ୍ୟା ୬ଟା ୩୭ମିନିଟ୍ ରୁ ରାତ୍ର ୮ଟା ୫୬ମିନିଟ୍, ରାତ୍ର ୧୧ଟା ୪୪ମିନିଟ୍ ରୁ ୨ଟା ୨୭ମିନିଟ୍ । ପର୍ବଦିନ- ପିତୃପକ୍ଷର ତୃତୀୟା ଶ୍ରାଦ୍ଧ ।

ମେଷ:-କର୍ମକ୍ଷେତ୍ରରେ କର୍ମାନୁଯାୟୀ ଅପେକ୍ଷାକୃତ ଫଳପ୍ରାପ୍ତି ହେତୁ ସୁସ୍ଥ ବାତାବାରଣ ପାଇବେ । ବ୍ୟବସାୟୀ ମାନଙ୍କର ବକେୟା ପ୍ରାପ୍ୟ ହାତକୁ ଆଣିବାରେ ସଫଳ ହେବେ । ପରୀକ୍ଷା ପ୍ରତିଯୋଗିତା, ବାଦବିବାଦ, ମାଲିମୋକଦ୍ଦମା ଓ ସାକ୍ଷାତ୍କାରରେ ବିଜୟୀ ହେବେ । ରାଜନୀତି କ୍ଷେତ୍ରରେ ସ୍ଥାନ ସ୍ଥିତି ଅଟଳ ରଖି ପାରିବେ । କଥା ବାର୍ତ୍ତାରେ ନିୟନ୍ତ୍ରଣ ନ ରହିଲେ ବିପଦର ସମ୍ମୁଖୀନ ହେବେ । ସ୍ୱାସ୍ଥ୍ୟ ପ୍ରତି ଧ୍ୟାନଦେଇ କାର୍ଯ୍ୟ କରନ୍ତୁ । ପ୍ରତିକାର:- ଅଶ୍ୱସ୍ଥ ବୃକ୍ଷମୂଳରେ ଗୁଡ଼ ଥୋଇ ପ୍ରଣାମ କରନ୍ତୁ ।

ବୃଷ:-ବ୍ୟବସାୟୀମାନେ ଅଧିକ ପୁଞ୍ଜି ନିବେଶ କରି ଆଶାତିତ ଫଳ ପାଇବେ । କର୍ମଯୋଗକୁ ଅଧିକ ମହତ୍ତ୍ୱ ଦେଇ ତଳୁ ଉପର ସ୍ତର ଯାଏ ଆଦୃତି ଓ ମାନ୍ୟତା ଅର୍ଜ୍ଜନ କରିବେ । ପରୀକ୍ଷା ପ୍ରତିଯୋଗିତା, ବାଦବିବାଦ, ମାଲିମୋକଦ୍ଦମା ଓ ସାକ୍ଷାତ୍କାରରେ ସଫଳ ହେବେ । ରାଜନୀତି କ୍ଷେତ୍ରରେ ପ୍ରଶଂସା ଲାଭ କରିବେ । ପାରିବାରିକ ଦ୍ୱନ୍ଦ ସମାଧାନ ହୋଇ ଦୂର ସ୍ଥାନକୁ ଯାତ୍ରା କରିବେ । ସାମାଜିକ ପ୍ରତିଷ୍ଠା, ମାନସମ୍ମାନ ବୃଦ୍ଧି ହେବ । ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ ।

ମିଥୁନ:-କର୍ମଚାରୀ ଓ ଶ୍ରମିକମାନେ ଉପର ମହଲରୁ ଆଶାତୀତ ଉପକୃତ ହେବେ । ପରୀକ୍ଷା ପ୍ରତିଯୋଗିତା, ବାଦବିବାଦ, ମାଲିମୋକଦ୍ଦମା ଓ ସାକ୍ଷାତ୍କାରରେ ଜୟଯୁକ୍ତ ହେବେ । ରାଜନୀତିରେ ଲୋକ ସମର୍ଥନକୁ ଆଧାର କରି ବଳିୟାନ ହେଲେ ବି ବଡ଼ନେତାଙ୍କୁ ସନ୍ତୁଷ୍ଟ କରିବା କାଠିକର ପାଠହେବ । ଛାତ୍ରଛାତ୍ରୀମାନେ ଉଚ୍ଚଶିକ୍ଷା କ୍ଷେତ୍ରରେ ସଫଳ ହେବେ । ଯାନବାହାନ ସମ୍ବନ୍ଧୀୟ ସମସ୍ୟା ଦେଖାଦେଇ ପାରେ । ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ ।

କର୍କଟ:-କର୍ମକ୍ଷେତ୍ରରେ କାର୍ଯ୍ୟ ଦକ୍ଷତା ପ୍ରଦର୍ଶନ କରି ତଳୁ ଉପର ସ୍ତରଯାଏ ଆଦର୍ଶ ସ୍ଥାନ ଗ୍ରହଣ କରିବେ । ପରୀକ୍ଷା ପ୍ରତିଯୋଗିତା, ବାଦବିବାଦ, ମାଲିମୋକଦ୍ଦମା ଓ ସାକ୍ଷାତ୍କାରରେ ଜୟଯୁକ୍ତ ହେବେ । ରାଜନୀତିରେ କୂଟନୀତିର ଶୀକାର ହେଲେ ବି ସମ୍ମାନର ସହିତ ଦିନଟି ବିତାଇବେ । ବ୍ୟବସାୟୀମାନଙ୍କର ଲୋକ ସମ୍ପର୍କରେ ଉନ୍ନତି ହେବା ଫଳରେ ବ୍ୟବସାୟ ବଢ଼ାଇବାରେ ସମର୍ଥ ହେବେ । ପତି ପତ୍ନୀଙ୍କ ମଧ୍ୟରେ ବୁଝାମଣା ଭଲ ରହିବ । ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ ।

ସିଂହ:-ପାରିବାରିକ କ୍ଷେତ୍ରରେ ଭୂଲ ବୁଝାମଣା କଟି ଯାଇ ଶାନ୍ତିର ବାତାବରଣ ସୃଷ୍ଟି ହେବ । ନୂତନ ଯୋଜନା ପ୍ରସ୍ତୁତ କରି ବ୍ୟବସାୟର ପ୍ରସାର ପ୍ରଚାର ଫଳରେ ଆଶାତୀତ ଆୟ ବୃଦ୍ଧି ପାଇବ । ଛାତ୍ରଛତ୍ରୀମାନେ ପଢ଼ାପଢ଼ିରେ ମନଯୋଗ ଦେଇ ପରୀକ୍ଷା ପ୍ରତିଯୋଗିତା ରେ ବିଜୟୀ ହେବେ । କର୍ମକ୍ଷେତ୍ରରେ ବିବାଦୀୟ ପରିସ୍ଥିତି ସମାଧାନ ହୋଇ ସହକର୍ମୀ ମାନଙ୍କ ଦ୍ୱରା ବହୁ ସୁବିଧା ସୁଯୋଗ ପାଇବେ । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।

କନ୍ୟା:-ଶତ୍ରୁ, ରୋଗ, ଋଣ କବଳରୁ ମୁକ୍ତି ପାଇବାର ରାସ୍ତା ଦେଖାଦେବ । ବ୍ୟବସାୟରେ ବୃଦ୍ଧିହେବା ଫଳରେ ଆଶାତୀତ ଲାଭ ପାଇବା ସହ ଉତ୍ତମ ରୋଜଗାରର ସୁବିଧା ପାଇବେ । ନୂତନ ବ୍ୟବସାୟର ଶୁଭାରମ୍ଭ କରିହେବ । ନୂତନ କର୍ମନିଯୁକ୍ତି କ୍ଷେତ୍ରରେ ସଫଳ ହେବେ । ସ୍ୱାସ୍ଥ୍ୟ ଭଲ ରହିବା ସହ ବକେୟା ଅର୍ଥ ପ୍ରାପ୍ତି ହୋଇ ଆର୍ଥିକ ଅଭିବୃଦ୍ଧି ଘଟିବ । ଦାମ୍ପତ୍ୟ ସମସ୍ୟା ସମାଧାନ ହୋଇ ସୁଖଶାନ୍ତି ମିଳିବ । ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ ।

ତୁଳା:-ଅଧିକ ଭାଗ୍ୟବାଦି ହୋଇ ନିଜ ଗୋଡରେ ନିଜେ ଠିଆ ହେବାକୁ ସାହସ ବାନ୍ଧିବେ । ମାଲିମୋକଦ୍ଦମାରେ ମୁଣ୍ଡ ଉଚ୍ଚା ରହିବ । ଭବିଷ୍ୟତ ପାଇଁ ଯୋଜନା କରି ପୁଞ୍ଜି ନିବେସ କରି ପାରନ୍ତି । ବ୍ୟବସାୟ ବାଣିଜ୍ୟ ଓ ପରିବହନ କ୍ଷେତ୍ରରେ ସୁଫଳ ପ୍ରାପ୍ତିହେବା ସହ ସମସ୍ତ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଲେ ଅଚାନକ ଧନପ୍ରାପ୍ତି ହେବ । ରାଜନୀତି କ୍ଷେତ୍ରରେ ସାମାଜିକ ପ୍ରତିଷ୍ଠା ମାନସମ୍ମାନ ବୃଦ୍ଧି ହେବ । ପ୍ରତିକାର- ଆମିଷ ସେବନ କରନ୍ତୁ ନାହିଁ ।

ବିଚ୍ଛା:-ସ୍ୱାସ୍ଥ୍ୟ ଠିକ୍ ରହିବ । କର୍ମକ୍ଷେତ୍ରରେ ସହଯୋଗୀମାନେ ସହଯୋଗ କରିବେ ଓ ପଦୋନ୍ନତି ପାଇବାର ରାସ୍ତା ପରିଷ୍କାର ହୋଇ ଯିବ । ନୂତନ ଯୋଜନାରେ ସଫଳତା ମିଳିବ । ଛାତ୍ରଛାତ୍ରୀମାନେ ପରୀକ୍ଷା ଓ ପ୍ରତିଦ୍ୱନ୍ଦିତାରେ ସଫଳତା ପାଇବେ । ସମସ୍ତ କାମ ନିର୍ବିଘ୍ନରେ ସମ୍ପନ୍ନ ହୋଇଯିବା ଫଳରେ ମାନସିକ ଶାନ୍ତି ମିଳିବ । ଜୀବନ ସାଥିଙ୍କ ସହଯୋଗ ପାଇବା ଫଳରେ ପୁରାତନ ଶତୃମାନେ ଦୂରେଇ ଯିବେ । ପ୍ରତିକାର- ଅସହାୟଙ୍କୁ ସାହାଯ୍ୟ କରନ୍ତୁ ।

ଧନୁ:-ସହକର୍ମୀ ଓ ଅଧିନସ୍ଥ କର୍ମଚାରୀଙ୍କ କାମ କାର୍ଯ୍ୟରେ ସନ୍ତୁଷ୍ଟ ରହିବେ । ଶତୃମାନେ ଦୂରେଇ ଯିବେ ଓ କୋର୍ଟ କଚେରୀ ମାମଲାରେ ବିଜୟୀ ହେବେ । ପୂର୍ବରୁ ଅଟକିଥିବା କାର୍ଯ୍ୟରେ ଶୁଭ ପରିଣାମ ପ୍ରତିଫଳନ ହେବ । ପ୍ରଭାବଶାଳୀ ବ୍ୟକ୍ତିଙ୍କ ସନ୍ନିଧ୍ୟ ଲାଭ ହେବା ଫଳରେ କଷ୍ଟ ଓ ପରିଶ୍ରମର ଲାଭ ମିଳିବ । ନିଜର ଜରୁରୀ କାମ କରିବା ପାଇଁ ପ୍ରୟାସରତ ରହିବେ । ରାସ୍ତାଘାଟରେ ଯଥେଷ୍ଠ ସତର୍କ ହୋଇ ଚଳପ୍ରଚଳ ହେବା ଉଚିତ୍ । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।

ମକର:-ଶାରିରୀକ ସୁସ୍ଥତା ସହ ମାନସିକ ଶାନ୍ତି ଦେଖାଦେବ । ବ୍ୟବସାୟରେ ଉନ୍ନତି ହେବା ସହ ପ୍ରବଳ ଲାଭ ପାଇବେ । ପ୍ରେମିକ ପ୍ରେମିକାମାନେ ପ୍ରେମ ସମ୍ବନ୍ଧୀୟ କ୍ଷେତ୍ରରେ ସଫଳ ହେବେ । ଉଚ୍ଚ ଶିକ୍ଷା ପାଇଁ ବିଦେଶ ଯାତ୍ରାର ସୁଯୋାଗ ଆସିବ । ତଳୁ ଉପର ସ୍ତର ଯାଏ ଆଦୃତି ଓ ମାନ୍ୟତା ଅର୍ଜ୍ଜନ କରିବେ । ଦାମ୍ପତ୍ୟ ସୁଖ ବୃଦ୍ଧି ହେବା ସହ ପାରିବାରିକ ଜୀବନରେ କୌଣସି ବିଶୃଙ୍ଖଳା ଦେଖାଦେବ ନାହିଁ । ପ୍ରତିକାର-ହରିଡା ଚନ୍ଦନ ମୁଣ୍ଡରେ ଲଗାନ୍ତୁ ।

କୁମ୍ଭ:-କାର୍ଯ୍ୟ କ୍ଷେତ୍ରରେ ସଫଳତା ଲାଭ କରିବା ସହ ପଦୋନ୍ନତି ପାଇ ପାରନ୍ତି । ରାଜନୀତିରେ ଲୋକସମ୍ପର୍କକୁ ଆଧାରକରି ତିଷ୍ଠି ପାରିବେ । କ୍ରୀଡ଼ା, ବାଣିଜ୍ୟ, କଳା, ସଂସ୍କୃତି କ୍ଷେତ୍ରରେ ପ୍ରଶଂସିତ ହେବେ । ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳ ହେବେ । ପରିବାର ସଦସ୍ୟଙ୍କ ସ୍ନେହ ଶ୍ରଦ୍ଧା ବୃଦ୍ଧି ହେବ ଓ ଦାମ୍ପତ୍ୟ ସମ୍ବନ୍ଧରେ ମଧୁରତା ଆସିବ । କୋର୍ଟ କଚେରୀ ମାମଲାରେ ଜୟଯୁକ୍ତ ହେବେ । ଦୂରସ୍ଥାନକୁ ଯାତ୍ରା କରିବେ । ପ୍ରତିକାର:- ଅଶ୍ୱସ୍ଥ ବୃକ୍ଷମୂଳରେ ଗୁଡ଼ ଥୋଇ ପ୍ରଣାମ କରନ୍ତୁ ।

ମୀନ:-ବିଦ୍ୟାର୍ଥୀଙ୍କୁ ପ୍ରତିଯୋଗିତାରେ ସଫଳତା ମିଳିବା ସହ ମାନସିକଶାନ୍ତି ଅନୁଭବ କରିବେ । ଗୃହ ସମସ୍ୟାରେ ଜଡିତ ଥିଲେ ମଧ୍ୟ ଅନ୍ୟକାର୍ଯ୍ୟରେ ଧ୍ୟାନ ରଖିବାକୁ ହେବ । ବ୍ୟବସାୟରେ ମନମୁତାବକ ଲାଭବାନ ହେବାର ସମ୍ଭାବନା ଅଛି । ରାଜନୀତିରେ ଯଶ, ମାନସମ୍ମାନ, ପ୍ରତିଷ୍ଠା ତଥା ଲୋକପ୍ରିୟତା ମଧ୍ୟ ହାସିଲ କରିପାରିବେ । ଭୂମି, ଭବନ ଓ ବାହନ କ୍ରୟ କରିବା ପାଇଁ ଯୋଗାଯୋଗ କରିବେ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!