ଦୈନିକ ରାଶିଫଳ: ୧୨ ସେପ୍ଟେମ୍ବର ୨୦୧୮। ଆଜି ଏହି ୫ ଟି ରାଶିର ବ୍ୟକ୍ତିଙ୍କୁ ମିଳିବ ସମସ୍ତ କାର୍ଯ୍ୟରେ ସଫଳତା।  

ଶେୟାର କରନ୍ତୁ ଅନ୍ୟମାନକ ସହିତ

ଦୈନିକ ରାଶିଫଳ: ୧୨ ସେପ୍ଟେମ୍ବର ୨୦୧୮। ଆଜି ଏହି ୫ ଟି ରାଶିର ବ୍ୟକ୍ତିଙ୍କୁ ମିଳିବ ସମସ୍ତ କାର୍ଯ୍ୟରେ ସଫଳତା।

ମେଷ:-

ସ୍ଥଗିତଥିବା କର୍ମଟି ପୂରଣ ହେବ। କର୍ତ୍ତବ୍ୟନିଷ୍ଠ, ଉଦ୍ୟମୀ, ଦକ୍ଷ, ଜନପ୍ରିୟ, ସିଦ୍ଧହସ୍ତା, ସୁବକ୍ତା, ବ୍ୟକ୍ତିରୁପେ ସମାଜର ସ୍ଵୀକୃତି ପାଇବେ। ନିଜ ଦକ୍ଷତାରୁ ଉଚ୍ଚ ସମ୍ମାନ ପାଇବେ ଏବଂ ବୁଦ୍ଧିଜୀବୀ ମାନଙ୍କ ସାନ୍ନିଧ୍ୟରେ ଆସିବେ। ଅଫିସ୍ ପରିସ୍ଥିତି ଯେତେ ଜଟିଳ ଥିଲେମଧ୍ୟ ସମାଧାନ କରି ପ୍ରଶଂସିତ ହେବେ। ପାରିବାରିକସ୍ତର ହସ ଖୁସିରେ କଟିବ। ବନ୍ଧୁମାନେ ସାହାଯ୍ୟ ସହଯୋଗ କରିବେ। ସ୍ଵାସ୍ଥ୍ୟରେ ଉନ୍ନତି ପରିଲିଖିତ ହେବାରୁ ମନ ଭଲ ରହିବ। ମହିଳାମାନଙ୍କପାଇଁ କେତେକ କ୍ଷେତ୍ରରେ ଉନ୍ନତିର ରାସ୍ତା ପରିଷ୍କାର ହୋଇଯିବ। ପ୍ରତିକାର:- ଗୋମାତାର ସେବାକରିବା ଆବଶ୍ୟକ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:-

ସଭାସମିତି, ସାହିତ୍ୟ ଓ କଳାକ୍ଷେତ୍ରରେ ସମ୍ମାନ ପାଇବେ। କର୍ମ କ୍ଷେତ୍ରରେ ଗଠନମୂଳକ ପ୍ରସ୍ତାବ ନେଇ ପ୍ରଶଂସିତ ହେବେ। ପରିବହନ ଓ ବ୍ୟବସାୟିକସ୍ଥିତି ସୁଦୃଢ ହେବ। ଧାର୍ମିକ କାର୍ଯ୍ୟରେ ମନ ବଳାଇବେ। ବିଦ୍ୟାରେ ଉନ୍ନତି କରିବେ। ଲୋକସମ୍ପର୍କ, ସମାଜସେବା, ଧାର୍ମିକ ଅନୁଷ୍ଠାନରେ ଲାଭ ପାଇବେ। କିଛି ନୂତନ କର୍ମ ଆରମ୍ଭ କରି ନିକଟ ସମ୍ପର୍କୀୟଙ୍କଠାରୁ ପ୍ରଶଂସିତ ହେବେ। ବନ୍ଧୁବାନ୍ଧବ ମାନେ ଆର୍ଥିକ କ୍ଷେତ୍ରରେ ସାହାଯ୍ୟ ସହଯୋଗ କରିବେ। ପାରିବାରିକ ପରିସ୍ଥିତି ଯୋଗୁ ଚିନ୍ତା କରିଥିବା କାମ ଗୁଡିକ ଠିକ୍ ଭାବେ ସଂପୂର୍ଣ୍ଣ ହେବ। ପ୍ରତିକାର- ମାଗିବା ଲୋକକୁ ନିରାଶ କରିବେ ନାହିଁ।

ମିଥୁନ:-

କର୍ମ କ୍ଷେତ୍ରରେ ଉପରିସ୍ଥ ବ୍ୟକ୍ତିଙ୍କଠାରୁ ସମ୍ମାନ ମିଳିବ ଓ ଆୟ ବୃଦ୍ଧି ହେବ। ବ୍ୟବସାୟ କ୍ଷେତ୍ରରେ  ଚେଷ୍ଟା କଲେ ବହୁତ ଦିନରୁ ରହିଥିବା ବାକିଟଙ୍କା ମିଳିଯିବ। ଶିକ୍ଷାକ୍ଷେତ୍ରରେ ସଫଳତା ମିଳିବ। ଧର୍ମାନୁଷ୍ଠାନ ଦିଗରୁ ପ୍ରେରଣା ମିଳିବ। ନିର୍ମାଣଧୀନ କାର୍ଯ୍ୟ ସମ୍ପନ୍ନ ହେବ। ପରୀକ୍ଷା ପ୍ରତିଯୋଗିତାରେ ସଫଳତା ମିଳିବ। ବାଣିଜ୍ୟ, ବ୍ୟବସାୟ, କଳା, ସାହିତ୍ୟ ଓ ସଭାସମିତିରେ ସଫଳତା ହାସଲ କରିବେ। ଧାର୍ମିକ କାର୍ଯ୍ୟପ୍ରତି ଆଗ୍ରହୀ ହେବେ। ଆନୁଷ୍ଠାନିକ କାମରେ ପ୍ରଶଂସା ମିଳିବ। ବନ୍ଧୁମାନେ ସାହାଯ୍ୟ ସହଯୋଗ କରିବେ। ସ୍ଵାସ୍ଥ୍ୟରେ ଉନ୍ନତି ପରିଲିଖିତ ହେବାରୁ ମନ ଭଲ ରହିବ। ପ୍ରତିକାର- ଷଣ୍ଢକୁ ରୁଟି ଖାଇବାକୁ ଦିଅନ୍ତୁ।

<<Vastu>>> | <<< Jataka Bichara >>>

କର୍କଟ:-

ନୂତନ ଓ ପୁରାତନ ଯୋଜନା ଫଳପ୍ରସୂ ହେବା ସହଜ ସରଳ ହୋଇଯିବ। ସାମାଜିକ ସ୍ତରରେ ସହନଶୀଳତା ଗୁଣରୁ ପ୍ରଶଂସିତ ହେବେ। ନୂତନ କାର୍ଯ୍ୟରେ ହାତଦେଇ କୃତ କାର୍ଯ୍ୟ ହେବେ। ବ୍ୟବସାୟ ପାଇଁ ନିକଟସ୍ଥ ସ୍ଥାନମାନଙ୍କରେ ଭ୍ରମଣକରି  ବେଶ୍ ଆନନ୍ଦ ଅନୁଭବ କରିବେ। କର୍ମକ୍ଷେତ୍ରରେ ଯେତିକି ପାଇବା କଥା ସେତିକି ହିଁ ପାଇବେ। ନିଜ ଚେଷ୍ଟାରେ ବାକିଥିବା ଅର୍ଥ ପାଇବେ। କୌଣସି ଆବଶ୍ୟକୀୟ ଜିନିଷ କିଣିବା ପାଇଁ ଚିନ୍ତା କରିବେ। ପରିବାର ହିତ ପାଇଁ ଅଧିକ ଖର୍ଚ୍ଚାନ୍ତ ହେବେ। ସନ୍ତାନ ଯୋଗେ ଖୁସି ରହିବେ। ପ୍ରତିକାର:- ଗୋମାତାର ସେବାକରିବା ଆବଶ୍ୟକ।

 ସିଂହ:-

ପରିବହନ ବ୍ୟବସାୟରେ ବିଶେଷ ଲାଭବାନ ହେବେ। ସଭାସମିତି, କଳା, କ୍ରୀଡ଼ା, ସଙ୍ଗୀତ ତଥା ନୂତନବନ୍ଧୁ ସମ୍ପର୍କ ସ୍ଥାପନ କ୍ଷେତ୍ରରେ ଆଶାନୁଯାୟୀ ଫଳ ପାଇବେ। ଅଫିସରେ ଲାଗି ରହିଥିବା ସମସ୍ୟା ଦୂର ହେବ। କୋର୍ଟ କଚେରୀ ମାମଲାର ଶୁଣାଣି ସପକ୍ଷରେ ଯିବ। କଳେବଳେ କୌଶଳରେ ଅର୍ଥ ସଂଗ୍ରହ କରି ମଉଜ ମଜଲିସ୍ କରିବା ପାଇଁ ସମୟ ପାଇବେ । ଅଫିସ୍ କାମରେ ପରିଚାଳନାଗତ ସମସ୍ୟା ସମାଧାନ ହେବ। ଶାରୀରିକସୁସ୍ଥତା ଅନୁଭବ କରିବେ। କେତେକ ସାଧାରଣ ଘଟଣାକୁ କେନ୍ଦ୍ରକରି ପରିବାରରେ ଉପୁଜିଥିବା ବିବାଦ ମେଣ୍ଟିଯିବ। ପ୍ରତିକାର- ହଳଦୀଚନ୍ଦନ ମୁଣ୍ଡରେ ଲଗାନ୍ତୁ।

କନ୍ୟା:-

ପାରିବାରିକସ୍ଥିତି ସନ୍ତୋଷ ଜନକ ହେବ। ରାଜନୀତିରେ ସଫଳତା ମିଳିବ। ବାଦ-ବିବାଦ, ପରୀକ୍ଷା, ପ୍ରତି ଯୋଗୀତା, ମାଲିମୋକଦ୍ଦମା ଓ ସାକ୍ଷାତକାରରେ ସଫଳତା ମିଳିବ। ବନ୍ଧୁ ପରିଜନଙ୍କ ସ୍ନେହ, ଶ୍ରଦ୍ଧା ପାଇବେ। ଭଲଭାବରେ ଚିନ୍ତା କରି କାମରେ ଆଗେଇ ଚାଲନ୍ତୁ କୌଣସି ଅସୁବିଧାର ସମ୍ମୁଖୀନ ହେବେ ନାହିଁ। ଭାଇ ବନ୍ଧୁମାନେ କର୍ମକ୍ଷେତ୍ରରେ ସାହାଯ୍ୟ ସହଯୋଗ କରିବେ। ନିଜକୁ ନିୟନ୍ତ୍ରଣ ମଧ୍ୟରେ ରଖିବାପାଇଁ ସମର୍ଥ ହେବେ। ମହିଳାମାନଙ୍କର ପ୍ରସିଦ୍ଧ ବ୍ୟକ୍ତିମାନଙ୍କ ସହ ସମ୍ପର୍କ ସ୍ଥାପନ ହେବ। ଯେଉଁ ଜିନିଷ ପାଇବା ପାଇଁ ଚିନ୍ତାକରୁଥିଲେ ତାହା ନିଶ୍ଚିତ ଭାବେ ପାଇବେ। ପ୍ରତିକାର:- ଅସହାୟା ବୃଦ୍ଧାମାନଙ୍କୁ ସାହାଯ୍ୟ କରନ୍ତୁ।

ତୁଳା:-

କୋର୍ଟ କଚେରୀ ଓ ମାଲିମୋକଦ୍ଦମାରେ ବିଜୟୀ ହେବେ। କାମଗୁଡ଼ିକ ସୁରୁଖୁରୁରେ ସମ୍ପନ୍ନ ହେବ। ନୂତନ ଦ୍ରବ୍ୟ କ୍ରୟ କରିବେ। ଅଫିସ୍ ରେ ଅଟକି ରହିଥିବା କାମଗୁଡ଼ିକ ସୁରୁଖୁରୁରେ ସମ୍ପନ୍ନ ହେବ। ବ୍ୟବସାୟ କ୍ଷେତ୍ରରେ ସମସ୍ୟା ଦୂର ହୋଇଯିବା ଫଳରେ ଅର୍ଥ ଲାଭର ସୁଯୋଗ ପାଇବେ। ପାରିବାରିକ କ୍ଷେତ୍ରରେ କେତେକ କର୍ମରେ ସଫଳତା ପ୍ରାପ୍ତି ହେବ। ସବୁଭଲ ଥିଲେ ମଧ୍ୟ ଆର୍ଥିକ ଅନାଟନ କାର୍ଯ୍ୟକ୍ଷେତ୍ରରେ ଅନ୍ତରାୟ ସୃଷ୍ଟି କରିବ। ଈର୍ଷାପରାୟଣ ବ୍ୟକ୍ତିମାନେ କଟୁ ବଚନ ଶୁଣେଇବେ। ପରକଥାରେ ପଡି ପରିବାରଲୋକଙ୍କୁ ଭୁଲ୍ ବୁଝନ୍ତୁ ନହିଁ। ପ୍ରତିକାର:- ଅସହାୟା ମାନଙ୍କୁ ସାହାଯ୍ୟ କରନ୍ତୁ।

ବିଛା:-

ଧର୍ମକାର୍ଯ୍ୟପ୍ରତି ମନବଳାଇ ବହୁତ ଶାନ୍ତି ଲଭିବେ। କୋର୍ଟ କଚେରୀ ମାମଲାରେ ବିଜୟୀ ହେବେ। କର୍ମକ୍ଷେତ୍ରରେ ଟେନସନ ଦୂର ହେବ। କେତେକ କ୍ଷେତ୍ରରେ ସୁବିଧା ଓ ସମ୍ମାନ ପାଇବେ। ଦୀର୍ଘ ସମୟରୁ ପ୍ରତୀକ୍ଷା କରିଥିବା ଖବର ପାଇ ଖୁସି ହେବେ। ପୈତୃକ ସମ୍ପତ୍ତିକୁ ନେଇ ବାଦ-ବିବାଦ ଲାଗି ରହିଥିଲେ ଆଜି ତାହାର ସମାଧାନ କରିପାରିବେ। ରାଜନୀତିରେ ଫାଇଦା ଉଠାଇବେ। ବ୍ୟବସାୟରେ ପ୍ରଚୁର ଲାଭହେବ। ମହିଳାଙ୍କ ମାନସିକ ସ୍ଥିତି ଭଲ ରହିବ। ମିତ୍ରମାନଙ୍କ ସହ ସୁସମ୍ପର୍କ ରହିବା ଫଳରେ ଅନେକ କାର୍ଯ୍ୟରେ ସଫଳ ହେବେ। ପ୍ରତିକାର-ବୃଦ୍ଧ ବୃଦ୍ଧାଙ୍କୁ ସହାୟତା କରି ଆଶୀର୍ବାଦ ପ୍ରାପ୍ତ କରନ୍ତୁ।

ଆହୁରି ପଢନ୍ତୁ: ଘିଅ ବା ତେଲରେ ନୁହେଁ ପାଣିରେ ଜଳେ ଦୀପ! ଆସନ୍ତୁ ଜାଣିବା ଏହି ଚମତ୍କାରୀ ମନ୍ଦିର ସମ୍ପର୍କରେ କିଛି କଥା।

ଧନୁ:-

ପରୀକ୍ଷା ପ୍ରତିଯୋଗିତାରେ ଶୁଭଫଳ ମିଳିବ। ଅତି ପ୍ରିୟବନ୍ଧୁ ଆର୍ଥିକ ସାହାଯ୍ୟ କରିବେ। ଆଶା କରୁଥିବା କାମଟି ବନ୍ଧୁଙ୍କ ଦ୍ଵାରା ସହଜ ସୁବିଧାରେ ହୋଇଯିବ। ଦୂରେଇ ଯାଇଥିବା ବନ୍ଧୁ ଅତି ଆପଣାର ହେବେ। ଆଇନ ଅଦାଲତ ତଥା ଲେଖାପଢାରୁ ଶୁଭଫଳ ମିଳିବ। ସ୍ଵାସ୍ଥ୍ୟରେ ଉନ୍ନତି ପରିଲିଖିତ ହେବ। ପରିବାରରେ ଆର୍ଥିକ ସମସ୍ୟା ସମାଧାନ ହୋଇଯିବ। ବ୍ୟବସାୟ ପାଇଁ ଦୂରଯାତ୍ରା କରି ମନ ଖୁସି ରହିବ। ପିଲାମାନଙ୍କ ପଢା ସମସ୍ୟା ନେଇ ମନ ଖୁସି ରହିବ। କର୍ମକ୍ଷେତ୍ରରେ ସ୍ଥାନାନ୍ତର ଓ ମତାନ୍ତର ଭୟ ଦୂରେଇ ଯିବ। ପ୍ରସିଦ୍ଧ ବ୍ୟକ୍ତିମାନଙ୍କ ସହ ସମ୍ପର୍କ ସ୍ଥାପନ ହେବ ଓ ପ୍ରତିଷ୍ଠା, ପ୍ରତିପତି, ମାନସମ୍ମାନ କ୍ଷାତି ବଢ଼ିବ। ପ୍ରତିକାର- ଗଙ୍ଗାଜଳ ସେବନ କରନ୍ତୁ।

ମକର:-

ରାଜନୀତି, ଅଧ୍ୟୟନ ଓ ଅଧ୍ୟାପନା ତଥା ସାମାଜିକ କ୍ଷେତ୍ରରେ ପ୍ରତିଷ୍ଠା ବଢିବ। କଳା ଓ ସଙ୍ଗୀତରେ ସୁନାମ ଅର୍ଜନ କରିବେ। ପରିବାରର ସାହାଯ୍ୟରେ ଉପକୃତ ହେବେ। ସାମାଜିକ ସ୍ତରରେ ପ୍ରଶଂସିତ ହେବେ। କୌଶଳ ପ୍ରୟୋଗ କରି ସମସ୍ତ ପ୍ରକାର ଅଭିଳାଷ ପୂରଣ କରିବାକୁ ଚେଷ୍ଟା କରିବେ। କୌଣସି ଗୁରୁତ୍ୱପୂର୍ଣ୍ଣ ନିସ୍ପତି ନେବା ପୂର୍ବରୁ ପରିବାରସହ ଆଲୋଚନା କରିବା ଉଚିତ୍ ନଚେତ୍ କ୍ଷତିରେ ପଡିବେ। ଶତୃମାନେ ଦୂରେଇ ଯିବେ। ଅପେକ୍ଷା କରିଥିବା କାମର ଶୁଭସୂଚନା ମିଳିବ। ପଢାପଢିରେ ମାନସିକ ଶାନ୍ତି ମିଳିବ। ପ୍ରତିକାର- କୁକୁରକୁ ଖାଇବାକୁ ଦିଅନ୍ତୁ।

କୁମ୍ଭ:-

ଶୁଭକାମ କରି ପ୍ରଶଂସିତ ହେବେ। ସାହିତ୍ୟଚର୍ଚ୍ଚା ଓ ସଭାସମିତିରେ ସଫଳତା ମିଳିବ। ପୁରାତନ ରୋଗର ଉପସମ ଓ ବନ୍ଧୁ ସମାଗମ ହେବ। ପାରିବାରିକ ସ୍ନେହ ସହାନୁଭୁତି ପ୍ରାପ୍ତି ହେବ। ଶତୃମାନେ ମଥାନତ କରିବେ। ଘରଲୋକଙ୍କୁ ଅବିଶ୍ଵାସ କରି ପରଲୋକଙ୍କୁ ବିଶ୍ଵାସ କଲେ ହଇରାଣରେ ପଡିବେ। ପରିବାରରେ କିଛି ଅର୍ଥ ସଙ୍କଟ ଦେଖାଦେବାରୁ ଅତ୍ୟଧିକ ଚିନ୍ତା କରିବେ। କୌଣସି କାମ ପ୍ରତି ମନ ଲାଗିବ ନାହିଁ। ଈର୍ଷାପରାୟଣ ବ୍ୟକ୍ତିମାନେ କଟୁ ବଚନ ଶୁଣେଇବେ। ହାତକୁ ନେଇଥିବା କାର୍ଯ୍ୟଟି ପାଇଁ କଠିନ ପରିଶ୍ରମ କରିବାକୁ ପଡିବ। ପଡା-ପଡୋଶୀ ବନ୍ଧୁ ମିତ୍ରଙ୍କ ବ୍ୟବହାରରେ ମନ ବିଚଳିତ ହୋଇପାରେ। ପ୍ରତିକାର:- ଅସହାୟା ମାନଙ୍କୁ ସାହାଯ୍ୟ କରନ୍ତୁ।

ମୀନ:-

ମାନସିକ ଦୁଶ୍ଚିନ୍ତାଦୂରହେବ। ଋଣମୁକ୍ତିପାଇଁ ରାସ୍ତା ଦେଖାଦେବ। ଶତୃବାଧା ଦୂରେଇ ଯିବ। ଆୟବୃଦ୍ଧି, କର୍ମ କ୍ଷେତ୍ରରେ ଲୋକ ସମ୍ପର୍କ ବୃଦ୍ଧି ହେବ। ମନକଥା ମନରେ ରଖି ବନ୍ଧୁଙ୍କ ସହ ମିଶିଲେ ଭଲ ହେବ। ମାନ, ସମ୍ମାନ, ଯଶ, ପ୍ରତିଷ୍ଠା, ପ୍ରତିପତ୍ତି ଓ ସୁଖ ସମ୍ପଦ ପ୍ରାପ୍ତିହେବ। ସମସ୍ୟା ସମାଧାନ ପାଇଁ ବନ୍ଧୁଙ୍କ ସାହାଯ୍ୟ ନେବେ। ଆଲୋଚନା କ୍ଷେତ୍ରରେ ସୁଫଳ ପାଇବେ। ବ୍ୟବସାୟର ଡାକରା ପାଇ ଯାତ୍ରା କରିବାକୁ ବାଧ୍ୟ ହେବେ। ସାଙ୍ଗ ସାଥିମାନେ ସାହାଯ୍ୟ ସହଯୋଗ କରିବେ। ବ୍ୟବସାୟରେ ଲାଭର ପରିମାଣ ଅଧିକ ହେବ। ପ୍ରତିକାର- ଗାଈକୁ ଖାଇବାକୁ ଦିଅନ୍ତୁ।

Jyotirbid Dr. Pramod Satapathy
Jantra Jyotisha, Cuttack

Jyotirbid Pandit Sudhakar Tripathy
Jantra Jyotisha, Kakatpur, Puri

For personalized consultation and appointment,
you can connect on WhatApp @ 7008758366 or 9937551988
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 7008758366 or 993755198


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!