ଦୈନିକ ରାଶିଫଳ: ୧୨ ସେପ୍ଟେମ୍ବର ୨୦୧୯, ମା ଲକ୍ଷ୍ମୀଙ୍କ କୃପାରୁ ଆଜି ଏହି ସବୁ ରାଶି ବ୍ୟକ୍ତିଙ୍କର ଆକସ୍ମିକ ଧାନ ଲାଭର ଯୋଗ ଅଛି

ଶେୟାର କରନ୍ତୁ ଅନ୍ୟମାନକ ସହିତ

ମେଷ:-

ନିଜର ଜରୁରୀ କାମ କରିବା ପାଇଁ ପ୍ରୟାସରତ ରହିବେ। ଉଦାସୀନତା ଓ ନକରାତ୍ମକ ପ୍ରବୃତ୍ତିକୁ ଛାଡିବା ପାଇଁ ପ୍ରୟାସ କରିବେ। ଯେତେ ଅଧିକ ପରିଶ୍ରମ କରିବେ ସେତେ ଅଧିକ ଲାଭ ମିଳିବ। ଉଚ୍ଚ ରାଜକୀୟ ଅଧିକାରୀଙ୍କ ସହିତ ଭେଟ ହେବ ଓ ନିଜର କାମ ସମ୍ପନ୍ନ କରିବେ। ଦାମ୍ପତ୍ୟ ସମ୍ବନ୍ଧୀୟ ମଧୁରତା ଆସିବ। ନୂଆଲକ୍ଷ ନିର୍ଦ୍ଧାରିତ କରି ତାହାର ପ୍ରାପ୍ତି ପାଇଁ ପ୍ରଯତ୍ନ ଶୀଳ ରହିବେ। ମାନସିକ ଶାନ୍ତି ମିଳିବ। ଶତୃମାନେ ଦୂରେଇଯିବେ। ବନ୍ଧୁ-ବାନ୍ଧବଙ୍କ ଠାରୁ କୌଣସି ଶୁଭ ସମାଚାର ଶୁଣିବେ। ବିଦ୍ୟାଧ୍ୟୟନ ସମ୍ବନ୍ଧିତ ସମସ୍ତ କାମ ନିର୍ବିଘ୍ନରେ ସମ୍ପନ୍ନ ହୋଇଯିବ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:- 

ପ୍ରଭାବଶାଳୀ ବ୍ୟକ୍ତିଙ୍କ ସନ୍ନିଧ୍ୟ ଲାଭ ଫଳରେ ସମସ୍ୟାରୁ ମୁକ୍ତି ମିଳିବ। କଷ୍ଟ ଓ ପରିଶ୍ରମର ଉଚିତ୍ ପୁରସ୍କାର ପ୍ରାପ୍ତ ହେବ। ପୁରାତନ ଶତୃମାନେ ଦୂରେଇ ଯିବେ। ପ୍ରେମ-ପ୍ରସଙ୍ଗରେ ସଫଳତା ମିଳିବ। ଆନ୍ତରିକଶକ୍ତି ଓ ଆତ୍ମବଳ ଦ୍ଵାରା ଆଗକୁ ବଢିବାରେ ସକ୍ଷମ ହେବେ। ବିଦ୍ୟାର୍ଥୀଙ୍କୁ ପ୍ରତିଯୋଗିତାରେ ସଫଳତା ମିଳିବ। କାମରେ ମନ ଲାଗିବ। ଆଇନ-କାନୁନୀ ମାମଲାରେ କାହାର ନିର୍ଦ୍ଦେଶ ନେବେ, ଯାହାଫଳରେ କାମରେ ବିକାସ ହେବ। ମାନସିକଶାନ୍ତି ଅନୁଭବ କରିବେ। ଟେଲିଫୋନ୍ ଦ୍ଵାରା କୌଣସି ମହତ୍ଵପୂର୍ଣ୍ଣ ସୂଚନା ପ୍ରାପ୍ତ ହେବାର ସମ୍ଭାବନା ଅଛି। ପ୍ରତିକାରମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ।

ମିଥୁନ:-

ବହୁତ ଦିନର ଚିନ୍ତା ଦୂର ହେବ। ଯାତ୍ରା କରିବା ଦ୍ଵାରା ଧନ ଲାଭ ହେବାର ସମ୍ଭାବନା ଅଛି। ସମସ୍ୟାଗୁଡିକ ଶାନ୍ତିପୂର୍ବକ ଢଙ୍ଗରେ ସମାଧାନ ହେବ ଓ କଷ୍ଟରୁ ମୁକ୍ତି ମିଳିବ। ଗୃହ ସମସ୍ୟାରେ ଜଡିତ ଥିଲେ ମଧ୍ୟ ଅନ୍ୟକାର୍ଯ୍ୟରେ ଧ୍ୟାନ ରଖିବାକୁ ହେବ। ମିତ୍ର-ସହଯୋଗୀଙ୍କ ସାହାଯ୍ୟରେ କେତେକ କଷ୍ଟ ସମସ୍ୟାରୁ ମୁକୁଳିବେ। ପରିବାର କୁଟୁମ୍ବରେ ସମୟ ଦେବେ। କିଛି ଅଟକିଥିବା ବା ଉଧାର ଦେଇଥିବା ଟଙ୍କା ପ୍ରାପ୍ତ ହେବ। ଭବିଷ୍ୟ ଯୋଜନା ଦ୍ଵାରା ଲାଭ ମିଳିବ। ପ୍ରେମ-ପ୍ରସଙ୍ଗରେ ସଫଳତା ମିଳିବ। ରାଜକୀୟ କାର୍ଯ୍ୟରେ ସଫଳତା ମିଳିବ। କୌଣସି ଅତି ପ୍ରିୟ ବ୍ୟକ୍ତିଙ୍କ ସହିତ ଭେଟ ହେବ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

କର୍କଟ:-

ଚାକିରୀରେ ପଦୋନ୍ନତି ମିଳିବ ଓ ଯଶ, ମାନ-ସମ୍ମାନ, ପ୍ରତିଷ୍ଠା ତଥା ଲୋକପ୍ରିୟତା ମଧ୍ୟ ହାସିଲ କରି ପାରିବେ। କୋର୍ଟ-କଚେରୀ ମାମଲାରେ ବିଜୟ ହେବ। ମିତ୍ର ଓ ସମ୍ପର୍କୀୟଙ୍କ ଠାରୁ ବହୁତ ଲାଭ ମିଳିବ। ଶରୀର ସୁସ୍ଥ ରହିବ। ବ୍ୟାପାରରେ ବହୁତ ଭଲ ପରିଣାମ ହେବ। ପରିବାରର ଅନ୍ୟ ସଦସ୍ୟଙ୍କ ପ୍ରତି ସମ୍ବନ୍ଧ ସୁଦୃଢ ହେବ। ମନୋରଞ୍ଜନ ଓ ହସ-ଖୁସିରେ ସମୟ ବ୍ୟତୀତ ହେବ। କ୍ରୋଧିତ ହେଲେ ତିଆରି କରିଥିବା କାର୍ଯ୍ୟରେ ସଫଳ ହେବେ ନାହିଁ। ବ୍ୟବସାୟ ପାଇଁ ଆଖପାଖକୁ ଯାତ୍ରା କରିବାର ସମ୍ଭାବନା ଅଛି। ପୁରୁଣା ବନ୍ଧୁଙ୍କ ସହାୟତାରେ ଆର୍ଥିକସ୍ଥିତି ବଦଳିବ। ପ୍ରତିକାର:- ଗୋମାତାକୁ ଖାଦ୍ୟ ଦିଅନ୍ତୁ।

ସିଂହ:-

ବ୍ୟବସାୟରେ ଉଚିତ୍ ଲାଭ ପ୍ରାପ୍ତ ହେବ। ଶତୃଙ୍କ ସହିତ ମୁକାବିଲା କରିପାରିବେ। ମିତ୍ର ସହଯୋଗୀମାନେ ସାହାଯ୍ୟ ସହଯୋଗ କରିବେ। ଜମି, ଯାନବାହାନ, ସମ୍ପତ୍ତି କ୍ରୟ ଓ ବିକ୍ରୟ କରି ପାରିବେ। ଚାକିରିରେ କୌଣସି ମହତ୍ଵପୂର୍ଣ୍ଣ କାର୍ଯ୍ୟ ନିଜ ହାତକୁ ନେବେ ଓ ଶୁଭ ସମାଚାର ଶୁଣି ମାନସିକ ଚିନ୍ତା ଦୂର ହେବ। ଗୁରୁଜନଙ୍କ ଠାରୁ ଆଶୀର୍ବାଦ ପାଇ ମାଲିମୋକଦ୍ଦମାରେ ଜିତିବେ। କାମ-କାର୍ଯ୍ୟରେ ଗମ୍ଭୀରତା ପୂର୍ବକ ଧ୍ୟାନ ଦେଇ ବହୁତ ପଇସା ଇନକମ୍ କରିବେ। ଶତୃ ଓ ବିରୋଧୀମାନେ ଯେତେ ଚାହିଁଲେ ମଧ୍ୟ ଆପଣଙ୍କର କିଛି ଅହିତ ସାଧନ କରିପାରିବେ ନାହିଁ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

କନ୍ୟା:-

ପରୋପକାର ବା ଲୋକକଲ୍ୟାଣ କାମରେ ବ୍ୟସ୍ତ ରହିବେ। ଧର୍ମ କାର୍ଯ୍ୟ ଓ ଶୁଭ କାର୍ଯ୍ୟରେ ଯୋଗଦାନ କରି କିଛି ଅର୍ଥ ମଧ୍ୟ ବ୍ୟୟ କରିପାରନ୍ତି। ଗୃହୋପକରଣ ନୂତନ ଦ୍ରବ୍ୟ କ୍ରୟ କରିବେ। ଇଛାଶକ୍ତି ପ୍ରବଳ ମାତ୍ରାରେ ଜାଗ୍ରତ ହେବା ଫଳରେ ଅର୍ଥର ସମ୍ୟକ ବୃଦ୍ଧି ହେବ। ଅଚାନକ ପରିସ୍ଥିତିରେ ଧନ ପ୍ରାପ୍ତି ହେବାର ସମ୍ଭାବନା ଅଛି। କର୍ମକ୍ଷେତ୍ରରେ ଜଗିରଖି କଥାବାର୍ତ୍ତା କରିଲେ ବହୁତ ଭଲ ହେବ।ବହୁତ କଷ୍ଟ ଓ କଠିନ ପରିଶ୍ରମ କଲେ ସଫଳତା ପୂର୍ଣ୍ଣ ଫଳ ପ୍ରାପ୍ତ ହେବ। ମାଲିମୋକଦ୍ଦମାରେ ସଫଳ ହେଲେ ମଧ୍ୟ ଅସ୍ଥିରତା ବଢିବ।  ପ୍ରେମୀ-ପ୍ରେମିକାଙ୍କ ସମ୍ପର୍କରେ ତିକ୍ତତା ଦୂର ହୋଇ ପାରେ। ପ୍ରତିକାର ମୁହଁ ମିଠାକରି ଘରୁ ବାହାରନ୍ତୁ।

ତୁଳା:- 

ବ୍ୟାପାରରେ ନୂଆ ଅର୍ଡର ବା ଏଗ୍ରୀମେଣ୍ଟ କରିପାରିବେ। ଅସହାୟ ଓ ଦୁର୍ବଳ ଲୋକଙ୍କୁ ସାହାଯ୍ୟ କରିବାକୁ ମନ ବଳାଇବେ। ପରିବାରରେ କୌଣସି ଶୁଭକାର୍ଯ୍ୟ ହେବ। ବ୍ୟାଙ୍କ, ବୀମା, ନିବେଶ ପରି ଆର୍ଥିକ ଗତିବିଧିରେ ବ୍ୟସ୍ତ ରହିବେ। ବିଦ୍ୟାଧ୍ୟୟନ କ୍ଷେତ୍ରରେ ସଫଳତା ମିଳିବ। କୋର୍ଟ-କଚେରୀ ମାମଲା ଓ ବିବାଦ ଆପଣଙ୍କ ସପକ୍ଷରେ ରହିବ। ସନ୍ତାନଙ୍କ ପାଇଁ କୌଣସି ମହତ୍ଵପୂର୍ଣ୍ଣ କାମ ହୋଇ ପାରେ। ନୂଆ ଜ୍ଞାନର ବୃଦ୍ଧି ହେତୁ ପ୍ରଚୁର ଧନଲାଭ ହେବ। ନିଜର ଚତୁରତା ଓ ବିବେକ ହେତୁ ବିପରୀତ ପରିସ୍ଥିତିକୁ ମୁକାବିଲା କରିବେ। ପ୍ରତିକାର:-ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ।

ବିଚ୍ଛା:-

ଆଧ୍ୟାତ୍ମିକ ଓ ବୌଦ୍ଧିକ କ୍ଷମତା ପ୍ରାପ୍ତ କରିବେ। ଅଧ୍ୟୟନ, ଅନୁସନ୍ଧାନ, ଧ୍ୟାନ, ପ୍ରାର୍ଥନା ଆଦି ପାଇଁ ସମୟ ଉପଯୁକ୍ତ ଅଟେ। ସନ୍ତାନ ସମ୍ବନ୍ଧୀୟ ଚିନ୍ତା ଦୂର ହୋଇଯିବ। ଆତ୍ମବିଶ୍ଵାସ ଓ ମନବଳ ଦୃଢ ହେବ। ଦୁର୍ବଳ ବା ବୃଦ୍ଧ ଲୋକମାନଙ୍କୁ ସାହାଯ୍ୟ କରିବା ପାଇଁ ହାତ ବଢେଇବେ। ବିଦ୍ୟାର୍ଥୀଙ୍କ ପାଇଁ ସମୟ ଲାଭପ୍ରଦ ହେବ। ନୂତନ ବନ୍ଧୁଙ୍କ ଆଗମନ ହେବ। ଧର୍ମକାର୍ଯ୍ୟରେ ରୁଚି ବୃଦ୍ଧି ହେବ। ପ୍ରେମୀ-ପ୍ରେମିକାଙ୍କ ସାମଞ୍ଜସ୍ୟ ସୃଷ୍ଟି ହେବ। ବହୁତ ଦିନରୁ ଅଟକିଥିବା କାର୍ଯ୍ୟ ପୂର୍ଣ୍ଣ ହେବ। କାହାକୁ ଉଧାର ଦେଇଥିବା ବା ଅଟକିଥିବା ଟଙ୍କା ମିଳିଯିବ। ପ୍ରତିକାର:- ଗୋମାତାକୁ ଖାଦ୍ୟ ଦିଅନ୍ତୁ।

ଧନୁ:-

ଗୁରୁ ଗୁରୁଜନ ଓ ମାତା-ପିତାଙ୍କ ଆଶୀର୍ବାଦ ସ୍ନେହ ପ୍ରାପ୍ତ ହେବ। ଧୈର୍ଯ୍ୟ, ସାହସ ଓ ବୁଦ୍ଧିମତା ଯୋଗେ ପ୍ରଶଂସା ପାଇବେ। କାର୍ଯ୍ୟକ୍ଷେତ୍ରରେ ନୂତନ ପଦକ୍ଷେପ ନେବା ଫଳରେ ଆଶାତୀତ ଲାଭ ପାଇବେ। ପ୍ରତିସ୍ପର୍ଦ୍ଧା ଓ ପ୍ରତିଯୋଗିତାରେ ବିଜୟଶ୍ରୀ ହେବ। ପଡୋଶୀଙ୍କ ସହିତ ଲାଗିଥିବା ବିବାଦ ଦୂର ହେବ। ସ୍ୱାସ୍ଥ୍ୟସମସ୍ୟା ସୁଧୁରିବା ଫଳରେ ଆଶାକରିଥିବା କାର୍ଯ୍ୟ ପୁରଣ କରିପାରିବେ। ଆତ୍ମବିଶ୍ଵାସରେ ବୃଦ୍ଧି ହେବ। କୌଣସି ମହତ୍ଵପୂର୍ଣ୍ଣ ସୂଚନା, ସନ୍ଦେଶ, ଅର୍ଡର ବା ପେମେଣ୍ଟ ଆଦି ପ୍ରାପ୍ତ ହେବ। କୌଣସି ପ୍ରଭାବଶାଳୀ ବ୍ୟକ୍ତିଙ୍କ ସହିତ ଭେଟ ହୋଇ ଆଗକୁ ବଢିବାରେ ସହାୟତା ମିଳିବ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ମକର:-

କଠିନ ପରିଶ୍ରମ କରି ନିଜର ପତିଆରା ବଜାୟ ରଖିବେ। ବ୍ୟାପାର ଓ କାରବାରରେ ବହୁତ ଲାଭ ପାଇବାର ଯୋଗଅଛି। ଭାଗୀଦାରୀଙ୍କ ସହିତ ଲାଗିରହିଥିବା ବିବାଦ ବା ମତଭେଦର ନିରାକରଣ ହୋଇଯିବ। ଲେଖନ, କଳା ଓ ସମ୍ପାଦନ ଆଦିରେ ଜଡିତ ବ୍ୟକ୍ତିଙ୍କର ଉନ୍ନତି ହେବ। ବନ୍ଧୁ ମିତ୍ରଙ୍କ ଆଗମନ ହେବା ଫଳରେ ଶୁଭ ସମାଚାର ପ୍ରାପ୍ତି ହେବ। କୌଣସି ମାଙ୍ଗଳିକ ଉତ୍ସବରେ ଯୋଗଦାନ କରିବେ। ପ୍ରତିଯୋଗୀତା, ପରୀକ୍ଷା ଓ ପ୍ରତିସ୍ପର୍ଦ୍ଧାରେ ସଫଳତା ମିଳିବ। କର୍ମ କ୍ଷେତ୍ରରେ ନୂଆ ପରିବର୍ତ୍ତନ ହେବାର ସମ୍ଭାବନା ଅଛି। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

କୁମ୍ଭ:-

ଧୈର୍ଯ୍ୟ ଓ ସାହସ ଦ୍ଵାରା ସମସ୍ତ କାର୍ଯ୍ୟରେ ସଫଳତା ମିଳିବ। ସରକାରୀ କ୍ଷେତ୍ରରେ ଯଶ, କୀର୍ତ୍ତି, ମାନ-ସମ୍ମାନ ମିଳିବ। ନୂତନ ଦ୍ରବ୍ୟ କ୍ରୟ-ବିକ୍ରୟ କରି ଆଶାତୀତ ଲାଭ ପାଇବେ। ଲୋକକଲ୍ୟାଣ କର୍ମରେ ନିଜକୁ ନିୟୋଜିତ କରିବେ। କର୍ମକ୍ଷେତ୍ରରେ କୌଣସି ପ୍ରଭାବଶାଳୀ ବ୍ୟକ୍ତିଙ୍କ ସହିତ ସମ୍ପର୍କ ହେବା ଫଳରେ ଆଗକୁ ବଢିବାରେ ସହାୟତା ମିଳିବ। ଶତୃମାନଙ୍କୁ ମିତ୍ର କରିବା ପାଇଁ ପ୍ରୟାସରତ ରହିବେ। ନୂତନ କାମ ଆରମ୍ଭ କରିପାରିବେ। କୌଣସି ଧର୍ମସ୍ଥଳ, ମନ୍ଦିର, ମଠକୁ ଯିବା ପାଇଁ ପୋଗ୍ରାମ୍ କରିବେ। ଶାରୀରିକ ସ୍ୱାସ୍ଥ୍ୟ ଭଲ ରହିବ। ପ୍ରତିକାର:- ଗୋମାତାକୁ ଖାଦ୍ୟ ଦିଅନ୍ତୁ।

ମୀନ:-

ସାମୁହିକ ଗତିବିଧି ଦ୍ଵାରା ଆପଣ ସଫଳତା ହାସଲ କରି ପାରିବେ। ଉଚ୍ଚାଧିକାରୀ ବ୍ୟକ୍ତିମାନେ ପ୍ରସନ୍ନ ରହିବେ। ରାଜନୈତିକ ଯାତ୍ରାରେ ପୁରାତନ ଶତୃମାନେ ମୁଣ୍ଡଟେକି ପାରନ୍ତି। ମାଲିମୋକଦ୍ଦମାରେ ବଂଧୁ ସହଯୋଗରେ ବିଜୟ ପ୍ରାପ୍ତ ହେବ। ଆର୍ଥିକ ମାମଲାରେ ସ୍ଥାୟିତ୍ଵ ଆସିବ। କାରବାରରେ ଲାଭ ହେବ। ଅଧା-ଅଧୁରାଥିବା କାର୍ଯ୍ୟ ପୂରଣ ହେବ। ଟିମ୍ ୱାର୍କ, ପ୍ରତିସ୍ପର୍ଦ୍ଧା ଓ ଦ୍ଵେଷର ସାମ୍ନା କରିବାକୁ ପଡିବ। କୌଣସି ମାଙ୍ଗଳିକ ଆୟୋଜନରେ ଯୋଗ ଦେବେ। ଶେୟର୍ସ, ନିବେଶ ଆଦିରେ ଲାଭ ହେବ। ପ୍ରେମ-ପ୍ରସଙ୍ଗରେ ସଫଳତା ମିଳିବ। ପ୍ରତିକାର- ଅସହାୟଙ୍କୁ ସାହାଯ୍ୟ କରନ୍ତୁ।

Jyotirbid Dr. Pramod Satapathy
Jantra Jyotisha, Cuttack

Jyotirbid Pandit Sudhakar Tripathy
Jantra Jyotisha, Kakatpur, Puri

For personalized consultation and appointment,
you can connect on WhatApp @ 7008758366 or 9937551988
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 7008758366 or 9937551988


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!