ସାପ୍ତାହିକ ରାଶିଫଳ: ୧୨ ରୁ ୧୮ ନଭେମ୍ବର ୨୦୧୮। ଏହି ସପ୍ତାହ ରେ ମା ଲକ୍ଷ୍ମୀଙ୍କ କୃପାରୁ ଏହି ୪ଟି ରାଶି ଉପରେ ହେବ ଧନ ବର୍ଷା… 

ଶେୟାର କରନ୍ତୁ ଅନ୍ୟମାନକ ସହିତ

ସାପ୍ତାହିକ ରାଶିଫଳ: ୧୨ ରୁ ୧୮ ନଭେମ୍ବର ୨୦୧୮। ଏହି ସପ୍ତାହ ରେ ମା ଲକ୍ଷ୍ମୀଙ୍କ କୃପାରୁ ଏହି ୪ଟି ରାଶି ଉପରେ ହେବ ଧନ ବର୍ଷା…

ମେଷ:-

ଏ ସପ୍ତାହରେ ଧୈର୍ଯ୍ୟ ଓ ସହନଶୀଳତା ଯୋଗେ ଯଶ ମିଳିବ। ସାମାଜିକ ପତିଆରା ଅମଳିନ ରହିବ। ଆୟ ଉପାର୍ଜନ ବୃଦ୍ଧି ହେବ। ସମସ୍ତ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଲେ ବ୍ୟବସାୟରେ ଅଚାନକ ଧନପ୍ରାପ୍ତି ହେବ। ବ୍ୟବସାୟରେ ଭଲ ଲାଭ ପାଇବେ। ଆର୍ଥିକକ୍ଷେତ୍ରରେ  ଉନ୍ନତି  ହେବ। ଶତୃ ପରାଜିତ ହେବେ। ବାକିଥିବା ଅର୍ଥପ୍ରାପ୍ତି ହେବ। ସମସ୍ତଙ୍କର ପୂର୍ଣ୍ଣ ସହଯୋଗ ମିଳିବ। ମହିଳାମାନେ ଉତ୍ତମ ଗୃହିଣୀ ହେବେ। ନୂତନ କର୍ମ ନିଯୁକ୍ତି ପାଇବେ। ଯୁବକ ଓ ଯୁବତୀମାନେ ସୁଖ-ସମୃଦ୍ଧି ପ୍ରାପ୍ତିରେ ଆତିବାହିତ କରିବେ। ସମସ୍ତଙ୍କ ପ୍ରତି ସକରାତ୍ମକ ଚିନ୍ତା ଆଗକୁ ବଢିବାରେ ସାହାଯ୍ୟ କରିବ। ସମସ୍ତ ବାଧାକୁ ସଂଘର୍ଷ କରି ଆଗକୁ ବଢି ପାରିବେ। ଗୃହସ୍ଥ ଜୀବନ ସୁଖମୟ ହେବ। ସାମାଜିକ ପ୍ରତିଷ୍ଠା ଓ ମାନ ସମ୍ମାନ ବୃଦ୍ଧି ହେବ। ସମୟ ଗୁଡିକ ହସ ଖୁସିରେ ବିତିବ। ଉତ୍ତମ ରୋଜଗାର ପ୍ରାପ୍ତି ହେବାର ସମ୍ଭାବନା ଅଛି। ପରିବାରରେ ସଂଘର୍ଷ ଦ୍ଵାରା ସଫଳତା ମିଳିବ। ସନ୍ତାନଙ୍କ ଚିନ୍ତାରେ ମାନସିକ ଚିନ୍ତା ବୃଦ୍ଧି ହେବ। ପ୍ରତିକାର-ଅସହାୟକୁ ଖାଇବାକୁ ଦିଅନ୍ତୁ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ :-

ଏ ସପ୍ତାହରେ ବ୍ୟବସାୟରେ ଉନ୍ନତି ଓ ଲାଭ ପ୍ରାପ୍ତି ହେବ। ଆର୍ଥିକକ୍ଷେତ୍ରରେ ପରିବର୍ତ୍ତନ ଆସିବ।  ସରକାରୀକର୍ମଚାରୀ ମାନେ କର୍ମକ୍ଷେତ୍ରରେ ସହକର୍ମୀ ମାନଙ୍କର ସହଯୋଗ ପାଇବେ  ଏବଂ ଉତ୍ତମ କାର୍ଯ୍ୟକରି ପ୍ରଶଂସିତ ହେବେ। କର୍ମସନ୍ଧିତ୍ସୁ ମାନେ ବିଳମ୍ବରେ କର୍ମ ନିଯୁକ୍ତି ପାଇବେ। ପ୍ରେମିକ ଓ ପ୍ରେମିକାମାନେ ପ୍ରେମକ୍ଷେତ୍ରରେ ସଫଳତା ଲାଭକରିବେ। ପାରିବାରିକ ଜୀବନରେ ଦାମ୍ପତ୍ୟସୁଖ ବୃଦ୍ଧିହେବ। ସାମାଜିକ ପ୍ରତିଷ୍ଠା ଓ ମାନ ସମ୍ମାନରେ ଶୁଭ ଫଳ ପାଇବେ। ନୂତନ ବନ୍ଧୁମିଳନ ହେତୁ ମନଖୁସୀ ରହିବ। ଦୂରଯାତ୍ରାର ସୁଯୋଗ ପାଇ ସଫଳତା ମିଳିବ। ପରିବାରରେ ଶାନ୍ତି ବିରାଜମାନ କରିବ। ରାଜନୈତିକ କ୍ଷେତ୍ରରେ ପ୍ରତିଷ୍ଠିତ ହେବା  ପାଇଁ କରିଥିବା ଯୋଜନା ସଫଳ ହୋଇପାରିବ। ଅନେକ କ୍ଷେତ୍ରରେ ପୂର୍ବ ଯୋଜନା ସଫଳତା ଏବଂ ଏମିତି କାର୍ଯ୍ୟ କରିବେ ଯାହାକି ଭବିଷ୍ୟତ ଆକାଂକ୍ଷାକୁ ପୂର୍ଣ୍ଣ କରିବ। ପ୍ରତିକାର:- ମାଦକଦ୍ରବ୍ୟ ବ୍ୟବହାର କରନ୍ତୁନାହିଁ।

ମିଥୁନ :-

ଏ ସପ୍ତାହରେ କଳକାରଖାନା ଓ ଶିଳ୍ପ ପ୍ରଭୃତିର ମାଲିକମାନେ ଏବଂ କଣ୍ଟ୍ରାକ୍ଟରମାନେ ଆନନ୍ଦିତହେବେ। ଆମୋଦ-ପ୍ରମୋଦ, କ୍ରିଡା, ଆଡମ୍ବରରେ ଆଗ୍ରହ ବଢିବ। ମହିଳାମାନେ ଅଧିକ ଭାଗ୍ୟବାଦିନୀ ହୋଇ ନିଜ ଗୋଡରେ ନିଜେ ଠିଆ ହେବାକୁ ସାହସ ବାନ୍ଧିବେ। ଅତ୍ୟଧିକ କଠିନ ପରିଶ୍ରମ କରିବା ଫଳରେ ବ୍ୟବସାୟରେ ଅର୍ଥ ପ୍ରାପ୍ତିର ସୁଯୋଗ ଆସିବ। ଚାକିରିଜୀବୀମାନେ ଗୁପ୍ତଶତୃଙ୍କ ଚକ୍ରାନ୍ତରେ ପଡ଼ିଲେ ମଧ୍ୟ  ନିଜର ସାମାଜିକ ପ୍ରତିଷ୍ଠା, ମାନ ସମ୍ମାନ ବୃଦ୍ଧି ହେବ। ଶିକ୍ଷାକ୍ଷେତ୍ରରେ ସଫଳତା ଲାଭ କରିବେ। ଶରୀର ସୁସ୍ଥ ରହିବ। ପରିବାରରେ ଶାନ୍ତିର ବାତାବରଣ ଦେଖା ଦେବ। ପ୍ରତିଯୋଗିତା ପରୀକ୍ଷା ରେ ସଫଳ ହେବେ। ବାଧା ବନ୍ଧନ ନମାନି  ଆଗେଇ ଯିବାର ସୁଯୋଗ ପାଇବେ। ପଦ ପଦବୀରେ ଅଧିଷ୍ଠିତ ହେବେ। ସ୍ଥଳ ବିଶେଷରେ ଦୂରସ୍ଥାନବାସ ଯୋଜନା ମନ ମଧ୍ୟରେ ଉଙ୍କି ମାରିବ । ବନ୍ଧୁମାନେ ଈର୍ଷାପରାୟଣ ହେବେ। କୋର୍ଟ କଚେରୀ ମାମଲାରେ ହାତେମାପି ଚାଖଣ୍ଡେ ଚାଲିବା ବିଧେୟ।   ପ୍ରତିକାର- ଶିବମନ୍ଦିରରେ କଞ୍ଚାକ୍ଷୀର ଢାଳି ପାଦୁକ ପାନ କରନ୍ତୁ।

କର୍କଟ :-

ଏ ସପ୍ତାହରେ ବ୍ୟବସାୟରେ ପରିଶ୍ରମ ଫଳରେ ଧିରେଧିରେ ଉନ୍ନତି ହେବ। ପାରିବାରିକ ଅଶାନ୍ତି ଦୂରେଇ ଯିବ। ସରକାରୀ କର୍ମଚାରୀମାନେ କର୍ମକ୍ଷେତ୍ରରେ ଇଚ୍ଛାକରି ସ୍ଥାନାନ୍ତରିତ ହୋଇପାରନ୍ତି। ଯୁବକ ଓ ଯୁବତୀମାନେ ଚେଷ୍ଟା କଲେ  କର୍ମ ନିଯୁକ୍ତି ପ୍ରାପ୍ତିରେ ସଫଳ ହେବେ। ପ୍ରେମିକ ଓ ପ୍ରେମିକାମାନେ ପ୍ରେମକ୍ଷେତ୍ରରେ ସଫଳ ହୋଇ ଆନନ୍ଦିତ ହେବେ। ବନ୍ଧୁମିଳନ ତୀର୍ଥ ଭ୍ରମଣ ଓ ସଂସ୍କୃତିକ ତଥା  ଧର୍ମ କର୍ମ ବା ଇଷ୍ଟ ସାଧନାରେ ରତରହି ଆବଦ୍ଧ ଯୋଗରୁ ମୁକୁଳି ପାରିବେ। ପରୀକ୍ଷା ଓ ପ୍ରତିଦ୍ଵନ୍ଦିତାରେ ସଫଳ ହେବେ। କର୍ମ ସଂସ୍ଥାନ, ଶିଳ୍ପ ପ୍ରତିଷ୍ଠା ବା ଯୋଜନା ସାଫଲ୍ୟଦାୟକ ହେବ। ଯାନବାହାନ ବ୍ୟବସାୟରେ ତଥା ଭ୍ରମଣ ସଙ୍କ୍ରାନ୍ତିୟ ବ୍ୟବସାୟ ରେ ଲାଭବାନ ହେବେ। ମାଲିମୋକଦ୍ଦମାରେ ସଫଳତା ମିଳିବ। ବହୁକ୍ଷେତ୍ରରେ ପ୍ରିୟତା, କର୍ମକ୍ଷେତ୍ରରେ ପଦୋନ୍ନତି, ଓ ସ୍ଥଗିତ ଥିବା କର୍ମଟି ସହଜ ସରଳରେ ପୂର୍ଣ୍ଣହେବ। ପ୍ରତିକାର:- ଗ୍ରାମ ଦେବତୀଙ୍କ  ପାଖରେ ବୁନ୍ଦି ଭୋଗ କରି ପିଲାମାନଙ୍କୁ ବାଣ୍ଟି ଦିଅନ୍ତୁ।

ସିଂହ:-

ଏ ସପ୍ତାହରେ ବ୍ୟବସାୟ କ୍ଷେତ୍ରରେ ଆୟ ଉତ୍ତମ ହେବ। ଚାକିରୀ  କ୍ଷେତ୍ରରେ ବ୍ୟବହାର କୁଶଳତାକୁ ଆଧାରକରୀ ନିମ୍ନବର୍ଗର ସହାୟତା ପ୍ରାପ୍ତିହେବ। ସମସ୍ତ ବାଧାବିଘ୍ନକୁ ଭ୍ରୂକ୍ଷେପ ନକରି କୋର୍ଟ କଚେରୀ ମାମଲା ଓ କର୍ମକ୍ଷେତ୍ରରେ ସମସ୍ତଙ୍କ ମେଳରେ ରହି ସୁଖ-ସନ୍ତୋଷରେ କଟିବ। ନିଜର କ୍ରୋଧଉପରେ ନିୟନ୍ତ୍ରଣ ନ ରଖିଲେ ଆର୍ଥିକ ସ୍ଥିତିରେ ବାଧା ହେବା ସହ ଶତୃ ବୃଦ୍ଧି ହେବେ। ବନ୍ଧୁ ବାନ୍ଧବଙ୍କ ସହ ମନୋମାଳିନ୍ୟ ମେଣ୍ଟିଯିବ। ଦାମ୍ପତ୍ୟସୁଖରେ ଆନନ୍ଦ ପାଇବେ। କଠିନ ପରିଶ୍ରମ କରିବା ଯୋଗୁଁ ଶାରୀରିକ ଅସୁସ୍ଥତା ଦେଖା ଦେଇପାରେ। ନିଜକାର୍ଯ୍ୟ ପାଇଁ ଦୂରସ୍ଥାନକୁ ଯାତ୍ରା କରି ଲାଭ ପାଇବେ। ପାରିବାରିକ କ୍ଷେତ୍ରରେ କିଛି ଭୁଲ ବୁଝାମଣା ଯୋଗୁ ମାନସିକ ଦ୍ଵନ୍ଦ ଭିତରେ ଗତି କରିବେ। ଅଧିକ ଧନରତ୍ନ ସହିତ ଏକୁଟିଆ ଚଳପ୍ରଚଳ ହେବା ନିରାପଦ ନୁହେଁ। ପଢାପଢିରେ ମନ ଧ୍ୟାନ ପ୍ରାୟ ଲାଗି ରହିବା ଫଳରେ ଉଚ୍ଚଶ୍ରେଣୀ ପାଇବେ। ପ୍ରତିକାର:- ଶିବ ଲିଙ୍ଗଉପରେ କଞ୍ଚାକ୍ଷୀର ଢ଼ାଳନ୍ତୁ।

କନ୍ୟା:-

ଏ ସପ୍ତାହରେ ବିଭିନ୍ନଦିଗରୁ ସାହାଯ୍ୟ ସହଯୋଗ ମିଳିବ। ସହକର୍ମୀମାନଙ୍କ ସହ ବାଦବିବାଦର ଅବସାନ ଘଟିବ। ଲକ୍ଷ୍ୟ ପୂରଣ ହେବାରେ କୌଣସି ଅସୁବିଧା ହେବନାହିଁ। ପରିବହନ କ୍ଷେତ୍ରରେ ସୁଫଳ ପ୍ରାପ୍ତିହେବ ଓ ଦୂରଯାତ୍ରାର ସୁଯୋଗ ପାଇବେ। ମହିଳାମାନେ ନୂତନ ବନ୍ଧୁଙ୍କୁ ପାଇ ଖୁସୀହେବେ। ସୁଖ ସମ୍ପଦ ପ୍ରାପ୍ତି ରାଜନୈତିକ କ୍ଷେତ୍ରରେ ପ୍ରଶଂସିତ ହେବେ। ବ୍ୟବସାୟ କରୁଥିଲେ ଲାଭ ଲାଗି ରହିବ। ବୁଡ଼ି ଯାଉଥିବା ପଇସା କିମ୍ବା ଆପଣଙ୍କଠାରୁ କେହି ଅର୍ଥ ନେଇ ଦେଉନଥିଲେ କଳେବଳେ କୌଶଳେ ପ୍ରାପ୍ତି ହେବ। ପଡୋଶୀଙ୍କ ସହିତ ମଧୁର ସଂପର୍କ ସ୍ଥାପନ ହେବ। ମହତ୍ ଉଦ୍ଦେଶ୍ୟ ଓ ଉଚ୍ଚ ଆକାଂକ୍ଷା ପୂର୍ଣ୍ଣ ହେବ। ବିଦେଶ ଯାତ୍ରା କଲେ ନିଶ୍ଚୟ ଭାଗ୍ୟୋଦୟ ହେବା ସହ ଅଭିଳାଷ ପୂର୍ଣ୍ଣ ହେବ। ବିଦ୍ୟାର୍ଥୀମାନେ ଶିକ୍ଷା କ୍ଷେତ୍ରରେ ଆଶାନୁରୂପ ଫଳ ପାଇବେ। ପୁରୁଣା ରୋଗ ଓ ଶତୃମାନଙ୍କ ଠାରୁ ଉପସମ ମିଳିବ। ଇଲେକ୍ଟ୍ରୀ, ଇଲେକ୍ଟ୍ରୋନିକସ୍, ଠିକାଦାରୀ, ଧାତୁ ବ୍ୟବସାୟୀ, ଔଷଧ ଦୋକାନ, ଭୋଜନାଳୟ, କଳକାରଖାନା, ଖଣିଜପଦାର୍ଥ, ଗୁଡ଼, ଲଙ୍କାମରିଚ, ମସୁରଡାଲି, ଧାନ, ଗହମ ଇତ୍ୟାଦି ବ୍ୟବସାୟ କରୁଥିବା ବ୍ୟକ୍ତିମାନେ କିମ୍ବା ଏହି ସଂସ୍ଥାରେ କର୍ମରତ ବ୍ୟକ୍ତିମାନେ ବିଶେଷ ଲାଭବାନ ହେବେ। ଗ୍ରହଙ୍କର ଅଶୁଭତ୍ୱ ଖଣ୍ଡନ ପାଇଁ ପ୍ରତ୍ୟେକ ଦିନ ଗାଈକୁ କିଛି ଖାଇବାକୁ ଦିଅନ୍ତୁ।

ତୁଳା:-

ଏ ସପ୍ତାହରେ ପରିବାରରେ ମନୋମାଳିନ୍ୟ ଓ ଆର୍ଥିକ ସଙ୍କଟ ଦୂରେଇଯିବ। ବ୍ୟବସାୟ ସମ୍ବନ୍ଧୀୟ ସମସ୍ତ ଜରୁରୀ କାର୍ଯ୍ୟ ଓ ଆବଶ୍ୟକ ଅର୍ଥ ଆଦାନ ପ୍ରଦାନ ସୁଚାରୁରୂପେ ହେବ। ପ୍ରବାସ ଯାତ୍ରାରେ ଲାଭବାନ ହେବେ। ଜାଗା, ଜମି, ଉଚ୍ଚସ୍ତରୀୟ ବାହନ ଆଦି କ୍ରୟ କରିବେ। ପୁରାତନରୋଗର ଉପଶମ ମିଳିବ। ପାରିବାରିକକ୍ଷେତ୍ରରେ ଶାନ୍ତିଶୃଙ୍ଖଳା ଦେଖାଦେବ। ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା, ମାଲିମୋକଦ୍ଦମା ଓ ସାକ୍ଷାତ୍କାରରେ ସଫଳ ହେବେ। ଉଚ୍ଚାଧିକାରି ଓ ସହକର୍ମୀମାନେ କର୍ମକ୍ଷେତ୍ରରେ ସହଯୋଗ କରିବେ। ମହିଳାମାନେ ଆଶା କରୁଥିବା ଖବର ପାଇ ଖୁସୀ ହୋଇଯିବେ। ଆୟ ପନ୍ଥାର ପରିବର୍ତ୍ତନ ଆସିବ। ବିଦ୍ୟୁତ ବିଭାଗ, ପ୍ରଶାସନ ବିଭାଗ, ଜ୍ୟୋତିଷ, ବିଚାର ବିଭାଗ, ଡାକ ଓ ତାର ବିଭାଗ, ବୈଜ୍ଞାନିକ, ନୃତ୍ୟ ଓ ସଙ୍ଗୀତବିଭାଗ, ସମାଚାର ପତ୍ର ବିଭାଗରେ କର୍ମରତ ଥିଲେ ବିଶେଷ ଲାଭବାନ୍ ହେବେ। ରାଜନୀତି କ୍ଷେତ୍ରରେ ଅଧିକରୁ ଅଧିକ ଲୋକ ସମର୍ଥନ ପାଇ ସଫଳ ହେବେ। ଶତୃମାନଙ୍କୁ ମୁକାବିଲା କରିପାରିବେ। ବିଦ୍ୟାର୍ଥୀମାନେ ନିଜର ଉଦ୍ଦେଶ୍ୟକୁ ସଫଳ କରିବାରେ ସକ୍ଷମ ହେବେ। ଉଚ୍ଚଶିକ୍ଷା ପାଇଁ ବିଦେଶଯାତ୍ରା କରିପାରିବେ। ବଡ଼ ବଡ଼ ଉଦ୍ୟୋଗ କରିବାରେ ସଫଳ ହେବେ। ଆରମ୍ଭ କରିଥିବା କାର୍ଯ୍ୟ ପୂରଣ କରିବେ। ପଡୋଶୀ ଏବଂ କୁଟୁମ୍ବଙ୍କ ସହ କଳିତକରାଳ ଥିଲେ ମେଣ୍ଟିଯିବ। ପ୍ରତିକାର- ଅସହାୟକୁ ନିରାଶ କରିବେ ନାହିଁ।

ବିଚ୍ଛା:-

ଏ ସପ୍ତାହର ଆରମ୍ଭରୁ ଉତ୍ତମ କାର୍ଯ୍ୟ କରି ପଦୋନ୍ନତି ପାଇବେ। କର୍ମସନ୍ଧିତ୍ସୁମାନେ କର୍ମ ନିଯୁକ୍ତି କ୍ଷେତ୍ରରେ ସଫଳ ହେବେ। ଅଚାନକ ଧନ ପ୍ରାପ୍ତି ହେବ ଓ ଭବିଷ୍ୟତ ପାଇଁ ଯୋଜନା କରି ପୁଞ୍ଜି ନିବେଶ କରିବେ। ଉଚ୍ଚଅଧିକାରୀ ଓ ବରିଷ୍ଠ ବ୍ୟକ୍ତିଙ୍କ ସହ ସୁ ସମ୍ପର୍କ ଫଳରେ କର୍ମୋନ୍ନତି ହେବ। ଶିକ୍ଷାକ୍ଷେତ୍ରରେ ପରୀକ୍ଷା ପରିଣାମ ଅନୁକୂଳ ହେବ। ଗୃହରେ ଥିବା କଳହ, ପତି-ପତ୍ନୀ ମଧ୍ୟରେ ମତଭେଦ, ବିରୋଧଭାବ ଏବଂ ତିକ୍ତତା ଭାବର ସମାଧାନ ହେବ। ବିଦ୍ୟାର୍ଥୀମାନଙ୍କ ପାଇଁ ଅତ୍ୟନ୍ତ ଶୁଭ ସମୟ। ଶିକ୍ଷାପ୍ରତି ରୁଚି ବୃଦ୍ଧି ପାଇବ। ବ୍ୟବସାୟୀମାନେ ଆବଶ୍ୟକତା ଠାରୁ ଅଧିକ ଆଦାନ-ପ୍ରଦାନ କରି ଉଚିତ ଲାଭ ପାଇବେ। କୌଣସି ନୂତନ କାର୍ଯ୍ୟ ଆରମ୍ଭ କରିବା ପାଇଁ ଅତ୍ୟନ୍ତ ଶୁଭ ଦାୟକ। ନ୍ୟାୟଧୀଶ, ପ୍ରଶାସନିକ ସେବା ଅଧିକାରୀ, ଓକିଲ, ଜେଲର, ଶିକ୍ଷକ, ପ୍ରଶିକ୍ଷକ, ଖାଦ୍ୟସାମଗ୍ରୀ, କାଚ, ବିଦ୍ୟୁତ୍ ସାମଗ୍ରୀ, ଧାତୁ, ବସ୍ତ୍ର, ଔଷଧ, ଚଳଚିତ୍ର, ଅଭିନେତା, ଡାକ୍ତର ଇତ୍ୟାଦି ହୋଇଥିଲେ ବା ଏହି ସମ୍ବନ୍ଧିୟ ଦ୍ରବ୍ୟ ବ୍ୟବସାୟ କରୁଥିଲେ ଆଶାତୀତ ଲାଭ ପାଇବେ। ପ୍ରତିକାର-ପିତା ମାତାଙ୍କ ପାଦଛୁଇଁ ପ୍ରଣାମ କରନ୍ତୁ।

ଧନୁ:-

ଏ ସପ୍ତାହରେ ସର୍ବାଧିକ ଭାଗ୍ୟଶାଳୀ ହେବେ। ବିଶେଷ କରି ବିଦ୍ୟାର୍ଥୀମାନଙ୍କ ପାଇଁ ଏହା ଏକ ସୁବର୍ଣ୍ଣ ସୁଯୋଗ। ପ୍ରତିଯୋଗୀ ପରୀକ୍ଷାରେ ପ୍ରଶାସନିକ ସେବାପାଇଁ କରିଥିବା ଶ୍ରମ ଅବଶ୍ୟ ଶୁଭଫଳ ଦେବ। ପରାକ୍ରମ ପ୍ରତିଷ୍ଠା ମାନ ବୃଦ୍ଧି ହେବ। ସରକାରୀ କର୍ମଚାରୀମାନେ ପ୍ରମୋଶନ ପାଇ ଖୁସି ହେବେ ଏବଂ ଧନଲାଭ କରିବାର ସୁଯୋଗ ପାଇବେ। ଏହି ସମୟରେ ବ୍ୟବସାୟୀମାନେ ବ୍ୟବସାୟକୁ ବିସ୍ତାରିତ କରିବାପାଇଁ ସକ୍ଷମ ହେବେ ଏବଂ ସଂପତ୍ତି କ୍ରୟ କରିବାପାଇଁ ଅତ୍ୟନ୍ତ ଶୁଭ ସମୟ। ସନ୍ତାନ ଠାରୁ ସୁଖପ୍ରାପ୍ତି ହେବ। ପୁତ୍ରରତ୍ନ ପ୍ରାପ୍ତି ହେବ। କାର୍ପାସ, ଚିତ୍ରକଳା, ଷ୍ଟେସ୍ନାରୀ, ଚଳଚିତ୍ର, ମିଠାଦ୍ରବ୍ୟ ବା ମିଷ୍ଠାନ୍ନ ଭଣ୍ଡାର, ଚାନ୍ଦି, ଚାଉଳ, ଗହମ, ବସ୍ତ୍ର, ଫଟୋଗ୍ରାଫି, ଶୃଙ୍ଗାର ପ୍ରସାଧନୀ ବ୍ୟବସାୟୀମାନେ ବା ଏହି ସଂସ୍ଥାରେ କାର୍ଯ୍ୟ କରୁଥିବା ବ୍ୟକ୍ତିମାନେ ବିଶେଷ ଲାଭବାନ ହେବେ। ଇଂରାଜୀ ପ୍ରଫେସର, ଅଭିନେତା ଓ ଅଭିନେତ୍ରୀ, ସଙ୍ଗୀତଜ୍ଞ, ଉଚ୍ଚ ଅଧିକାରୀ ପଦରେ ପହଞ୍ଚି ପାରିବେ। ରାଜନିତୀ କ୍ଷେତ୍ରରେ ସଫଳତା ସହ ଗୁରୁତ୍ୱପୂର୍ଣ୍ଣ ବିଭାଗର ଦାୟିତ୍ୱ ତୁଲାଇବେ। ଶତୃମାନେ ତଳମୁହାଁ ହେବେ। ମାଲିମକଦ୍ଦମାରେ ବିଜୟଲାଭ ହେବ। ସମସ୍ତ ସମସ୍ୟା ଅପସରି ଯିବ। ପ୍ରତିକାର-ପିତା ମାତାଙ୍କ ପାଦଛୁଇଁ ପ୍ରଣାମ କରନ୍ତୁ।

ମକର :-

ଏ ସପ୍ତାହରେ ପୂର୍ବରୁ ଥିବା ପାରିବାରିକ ସମସ୍ୟା ଗୁଡ଼ିକ ଧିରେଧିରେ ସମାଧାନ ହେବ। ବ୍ୟବସାୟରେ ଆଶାତୀତ ଲାଭ ପାଇବେ। ସରକାରୀକର୍ମଚାରୀ ମାନେ କର୍ମକ୍ଷେତ୍ରରେ ସହକର୍ମୀମାନଙ୍କ ସହଯୋଗ ଓ  ଉପରିସ୍ଥ ଅଧିକାରୀଙ୍କ  ପ୍ରିୟଭାଜନ ହେବେ। କର୍ମ ପାଇଁ ଚେଷ୍ଟା କରୁଥିଲେ  ସହଜ ସରଳରେ କର୍ମ ନିଯୁକ୍ତି ପାଇବେ। ପ୍ରେମିକ ଓ ପ୍ରେମିକାମାନେ ପ୍ରେମକ୍ଷେତ୍ରରେ ସଫଳ ହେବେ। ଶିକ୍ଷାକ୍ଷେତ୍ରରେ ମନଯୋଗ ଦେବେ। ବୁଦ୍ଧି ବିବେକ ଖେଳାଇ ପ୍ରତିକୂଳ ସ୍ରୋତକୁ ଅନୁକୂଳ ଦିଗରେ ମୁହାଁଇ ଦେବାକୁ ମଧ୍ୟ ସାମର୍ଥ୍ୟ ଯୁଟିବ। ଚେଷ୍ଟା କଲେ କାହାକୁ ଦେଇଥିବା ଧନ ମିଳିଯିବ। ସହଯୋଗୀ, ସହକର୍ମୀ, ବରିଷ୍ଠ ବ୍ୟକ୍ତିମାନଙ୍କ ସହିତ ସମ୍ପର୍କ ନିବିଡ଼ ହେବ। ବ୍ୟବସାୟରେ କମ୍ ପରିଶ୍ରମରେ ଆଶାଜନକ ଫଳପ୍ରାପ୍ତିହେବ। ବୁଦ୍ଧିମତା କାରଣରୁ ପ୍ରଚୁର ଅର୍ଥ ଲାଭହେବ। ଆକସ୍ମିକ ଅର୍ଥଲାଭ, ସୁନାମ ପ୍ରାପ୍ତି, ସମ୍ମାନ ବୃଦ୍ଧି, କର୍ମୋନ୍ନତି ବାସସ୍ଥାନ ବା ଯାନବାହାନର ନବୀକରଣ ଇତ୍ୟାଦି ନାନାବିଧ ଶୁଭଫଳ ପ୍ରାପ୍ତି ହେବ। ସ୍ୱାସ୍ଥ୍ୟ ଠିକ୍ ରହିବ। ଯୁବକ ଓ ଯୁବତୀମାନେ ସତର୍କତା ଅବଲମ୍ବନ ନକଲେ ମିଥ୍ୟା ଅପବାଦରେ ପଡିବେ ଓ ଧୋକା ମଧ୍ୟ ଖାଇବେ। ସ୍ୱାସ୍ଥ୍ୟ ଦିଗରୁ ଅତ୍ୟନ୍ତ ଉତ୍ତମ ରହିବ। କର୍ମକ୍ଷେତ୍ରରେ ସାଫଲ୍ୟ, ଉଚ୍ଚସମ୍ମାନ ଓ ପଦବୀ ଲାଭ ହେବ। ପ୍ରତିକାର- ଗାଈକୁ କିଛି ଖାଇବାକୁ ଦିଅନ୍ତୁ।

କୁମ୍ଭ :-

ଏ ସପ୍ତାହରେ ସମସ୍ତପ୍ରକାର ବ୍ୟବସାୟରେ ଉନ୍ନତି ଓ ଲାଭବାନ୍ ହେବେ। ଆର୍ଥିକକ୍ଷେତ୍ରରେ  ଉନ୍ନତି, ଶତୃବୃଦ୍ଧି ହେଲେ ମଧ୍ୟ  ଯେ କୌଣସି କାର୍ଯ୍ୟରେ ହାତଦେଲେ ସଫଳହେବେ। ସରକାରୀ କର୍ମଚାରୀ ମାନେ କର୍ମ କ୍ଷେତ୍ରରେ ପ୍ରତିଦ୍ୱନ୍ଦିତା ପରୀକ୍ଷା ରେ ସଫଳତା ଲାଭ କରିବେ। ବନ୍ଧୁ ମିତ୍ରମାନେ ସମର୍ଥନ ଓ ପରିବାର ଲୋକଙ୍କର ସାହାଯ୍ୟ ସହଯୋଗ ହେତୁ ଖୁସି ହେବେ। କୃଷିଜୀବିମାନେ ଆନନ୍ଦିତ ହେବେ। ରାଜନୈତିକ କ୍ଷେତ୍ରରେ ସମ୍ମାନ ବୃଦ୍ଧି ହେବ ଓ ସୁନାମ ଅର୍ଜନ କରିବେ। ଅଚାନକ ଭାବରେ ଧନ ପ୍ରାପ୍ତି କରିବାର ସୁଯୋଗ ମିଳିବ। ଗୃହରେ କୌଣସି ଶୁଭକର୍ମ ସମ୍ପାଦନ କରିପାରନ୍ତି। ପାରିବାରିକ ଜୀବନ ଆନନ୍ଦମୟ ହେବ। ନୂତନ କର୍ମ ନିଯୁକ୍ତିରେ ସଫଳ ହେବେ। ପ୍ରେମିକ ଓ ପ୍ରେମିକାମାନେ ପ୍ରେମକ୍ଷେତ୍ରରେ ସଫଳ ହେବେ। ସାମାଜିକ ପ୍ରତିଷ୍ଠା, ମାନ ସମ୍ମାନରେ ଉନ୍ନତି ହେବ। ଦାମ୍ପତ୍ୟ ଜୀବନରେ ଭରପୁର ଆନନ୍ଦ ପାଇଲାଭଳି ଫାଇଦା ଉଠେଇବେ। ପାଖରେ ଥିବା ସାଥୀ ଓ ପ୍ରିୟଜନଙ୍କୁ ଆର୍ଥିକ ଏବଂ ଭାବନାତ୍ମକ ସାହାଜ୍ୟସହଯୋଗ କରିବାକୁ ବାଧ୍ୟ ହେବେ। ସଚ୍ଚୋଟ ଓ ନ୍ୟାୟୀ ବ୍ୟକ୍ତିହିସାବରେ ପ୍ରତେକ କଥାକୁ  ଟିକିନିଖି ପରୀକ୍ଷା ପରେ ହିସାବକୁ ନେବେ। ସ୍ଵାସ୍ଥ୍ୟରେ ଉନ୍ନତି ସହ ଅଧ୍ୟାତ୍ମିକ ତଥା ବୈଷୟିକ ରୁଚି ପୂର୍ତ୍ତି ହେବ। ଆୟ ମଧ୍ୟ ଉତ୍ତମ ହେବ। ପ୍ରତିକାର:- ଅସହାୟା ମାନଙ୍କୁ ସାହାଯ୍ୟ କରନ୍ତୁ।

ମୀନ :-

ଏ ସପ୍ତାହରେ ନୂତନ ଯୋଜନାରେ ସଫଳତା ମିଳିବ। ବ୍ୟବସାୟବୃଦ୍ଧି ଆର୍ଥିକ ଉନ୍ନତିରେ ସଫଳତା ଓ ମାନ ସମ୍ମାନ ବୃଦ୍ଧିହେବ। ସରକାରୀ କର୍ମଚାରୀମାନେ କର୍ମକ୍ଷେତ୍ରରେ ଉତ୍ତମ କାର୍ଯ୍ୟକରି ପଦୋନ୍ନତି ପାଇବେ। ନୂତନ କର୍ମ ନିଯୁକ୍ତି କ୍ଷେତ୍ରରେ ସଫଳ ହେବେ। ପାରିବାରିକ ଜୀବନ ସୁଖ ଓ ଶାନ୍ତିରେ କଟିବ। ଦୂର ସ୍ଥାନକୁ ଯାତ୍ରା କରିବେ। ସାମାଜିକ ପ୍ରତିଷ୍ଠା ଓ ମାନ ସମ୍ମାନ ବୃଦ୍ଧି ହେବ। ରୋମାନ୍ସ ଓ ପ୍ରେମରେ ପ୍ରସନ୍ନତାର ଅନୁଭୂତି ହେବ। ପଢିବା, ପଢେଇବା ବା ଅଧ୍ୟାପନା ମାମଲାରେ ଆଗକୁ ଗତି କରିବେ। ଭବିଷ୍ୟତରେ ମିଳିବାକୁ ଥିବା ସମ୍ପତ୍ତି ସମ୍ବନ୍ଧୀୟ ମାମଲାରେ ଲଢିବେ। ଧନ ଲାଭ ହେବାରୁ ମନ ଖୁସି ରହିବ। ନିଜ ଲୋକ ମନମୋଟିଆ ହେବେ। ମହିଳାମାନେ ଉଚିତ୍ ପନ୍ଥା ଗ୍ରହଣ କରିବେ। ପୂର୍ବରୁ ଆରମ୍ଭ ହୋଇଥିବା କାର୍ଯ୍ୟ ପୁରଣରେ ବିଳମ୍ବ ହେବ।  ପ୍ରତିକାର:- କୌଣସି ଜିନିଷ କାହାଠାରୁ ମାଗଣାରେ ବା ଦାନ ଗ୍ରହଣ କରନ୍ତୁ ନାହିଁ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!