ଦୈନିକ ରାଶିଫଳ: ୧୩ ଅପ୍ରେଲ ୨୦୧୯, ଶନିଦେବଙ୍କ କୃପାରୁ ଆଜି ଏହି ସବୁ ରାଶିର ରାଜନୀତି କ୍ଷେତ୍ରରରେ ହେବ ଉନ୍ନତି

ଶେୟାର କରନ୍ତୁ ଅନ୍ୟମାନକ ସହିତ

ଦୈନିକ ରାଶିଫଳ: ୧୩ ଅପ୍ରେଲ ୨୦୧୯

ମେଷ:-

ରାଜନୀତି କ୍ଷେତ୍ରରେ ସହକର୍ମୀ ମାନଙ୍କ ସହ ଶତ୍ରୁତା ମେଣ୍ଟିଯିବ। ପରୀକ୍ଷା, ପ୍ରତିଯୋଗୀତା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ। ଶତୃମାନେ ପରାଜିତ ହେବେ। ପ୍ରତେକ କ୍ଷେତ୍ରରେ ବିନୟପୂର୍ଣ୍ଣ କଥା କହି ପରିସ୍ଥିତିକୁ ହାଲୁକା କରିବାରେ ସମର୍ଥ ହେବେ। ନିଜର କାମକୁ ପଛରେ ପକାଇ ଅନ୍ୟଦ୍ଵାରା ପ୍ରଭାବିତ ହୋଇ କୌଣସି ଶୁଭ କାମ କରିବେ। ବିଦ୍ୟାଧ୍ୟୟନ ସମ୍ବନ୍ଧୀୟ ଶୁଭ ସମାଚାର ମିଳିବ। ଗୁରୁ ଗୁରୁଜନ ଆପଣଙ୍କ ବୁଦ୍ଧିକୁ ପ୍ରଶଂସା କରିବେ। ଭାଇ ବନ୍ଧୁ ମାନଙ୍କ ଠାରୁ ଲାଭ ମିଳିବ। ଅଫିସରେ କରିଥିବା କାମର ଶୁଭ ସୂଚନା ଶୁଣିବାକୁ ପାଇବେ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:-

ସମ୍ପତ୍ତି ସମ୍ବନ୍ଧିୟ ମାମଲାରେ ଜୟ ହେବ। ରାଜନୀତି କ୍ଷେତ୍ରରେ ଗୁରୁଜନ ଓ ବୃଦ୍ଧଜନଙ୍କ ସେବା କଲେ ଅନେକ ଆଶୀର୍ବାଦ ପାଇବେ। ବନ୍ଧୁଙ୍କ ସାମୁହିକ ପ୍ରୟାସ ଓ ସହଯୋଗ ଦ୍ଵାରା ଆଗକୁ ବଢିପାରିବେ। ପରିବାର ଜନଙ୍କ ସମ୍ବନ୍ଧିତ କୌଣସି ଶୁଭ ସମାଚାର ଶୁଣିବେ। ରାଜନୀତି କ୍ଷେତ୍ରରେ ଶତ୍ରୁ ବା ବିରୋଧୀ କିଛି କ୍ଷତି କରିପାରିବେ ନାହିଁ। କୌଣସି ଶୁଭକାର୍ଯ୍ୟ କରିବାକୁ ଆୟୋଜନ କରିବେ। ସ୍ୱାସ୍ଥ୍ୟସମସ୍ୟା ଦୂର ହୋଇଯିବ। ନୂତନ ବନ୍ଧୁ ମିତ୍ରଙ୍କ ମିଳନ ହେବ। ପ୍ରେମ-ପ୍ରସଙ୍ଗରେ ମଧ୍ୟ ସଫଳତା ମିଳିବ। ଅଧା-ଅଧୁରାଥିବା କାର୍ଯ୍ୟ ପୂରଣ ହୋଇଯିବ। ପ୍ରତିକାର- ଅସହାୟ ଲୋକଙ୍କୁ ଖାଦ୍ୟ ଦିଅନ୍ତୁ।

ମିଥୁନ:-

ପରିବାର ଓ ମିତ୍ରଙ୍କ ସହିତ ସମୟ ବିତେଇବେ। ନୂଆ ଚାକିରୀ ହେବାର ସୁଯୋଗ ମିଳିବ ଓ ମନରେଥିବା କାମନା ପୂର୍ଣ୍ଣ ହେବ। ରାଜନୀତି କ୍ଷେତ୍ରରେ ସମସ୍ତ ସମସ୍ୟାର ଫଇସଲା ବୁଦ୍ଧିମତାରେ ପରିପୂର୍ଣ୍ଣ ହେବ ଓ ନିଜର ଚତୁରତା ଓ ବିବେକରେ ବିପରୀତ ପରିସ୍ଥିତିକୁ ନିଜ ସପକ୍ଷରେ ନେଇପାରିବେ। ସନ୍ତାନ ସମ୍ବନ୍ଧିୟ କୌଣସି ମହତ୍ଵପୂର୍ଣ୍ଣ କାମ ଆପଣଙ୍କ ଦ୍ଵାରା ହୋଇପାରେ। ଜୀବନସାଥିଙ୍କ ସ୍ୱାସ୍ଥ୍ୟ ଭଲ ରହିବ। ନୂତନ ଗୃହସୁଖ ଓ ଯାନବାହନ ସୁଖ ମିଳିବ। ପାରିବାରିକ ଓ ଆର୍ଥିକସ୍ଥିତିରେ ସୁଧାର ଆସିବ। ସମସ୍ତ କ୍ଷେତ୍ରରେ ସଫଳତା ମିଳିବ। ପ୍ରତିକାର- କୁକୁରକୁ ଖାଇବାକୁ ଦିଅନ୍ତୁ।

କର୍କଟ:-

କୋର୍ଟ-କଚେରୀ ମାମଲା ଓ ବିବାଦ ଆପଣଙ୍କ ସପକ୍ଷ ହେବ। ନୂତନ ବସ୍ତୁ କ୍ରୟ କରିବେ। ପରିବାରରେ ସମ୍ବନ୍ଧରେ ପ୍ରଗାଢତା ଆସିବ ଓ ଶାନ୍ତି ମିଳିବ। ଆଧ୍ୟାତ୍ମିକ ଓ ଧର୍ମ କାର୍ଯ୍ୟରେ ଲିପ୍ତ ରହିବେ। କୌଣସି ରୋଚକ ବା ଜ୍ଞାନବର୍ଦ୍ଧକ ସାହିତ୍ୟ ପ୍ରତି ମନ ବଳାଇବେ। ଆର୍ଥିକସ୍ଥିତିକୁ ସୁଧାରିପାରିବେ କିନ୍ତୁ ଅହଂକାରକୁ ତ୍ୟାଗ କରିବାକୁ ହେବ। ସ୍ଵାସ୍ଥ୍ୟରେ ପରିବର୍ତ୍ତନ ଅନୁଭବ କରିବେ। ବ୍ୟାପାର ବାଣିଜ୍ୟ ଓ କାମ-କାର୍ଯ୍ୟର ସ୍ଥିତି ସନ୍ତୋଷ ଜନକ ହେବ। ପ୍ରପର୍ଟୀ ସମ୍ବନ୍ଧିୟ ମାମଲା ସତୃଙ୍କ ମଧ୍ୟସ୍ଥତା ଦ୍ଵାରା ଦୂର ହେବ। ଆବଶ୍ୟକୀୟ ନୂତନ ବସ୍ତୁ କ୍ରୟ କରିପାରିବେ। ପ୍ରତିକାର- ପିତା ମାତାଙ୍କୁ ପଦସ୍ପର୍ଷ କରି ପ୍ରଣାମ କରନ୍ତୁ।

ସିଂହ:-

ପଢାପଢିରେ ମାନସିକ ଶାନ୍ତି ମିଳିବ। ବ୍ୟବସାୟରେ ଲାଭ ପାଇ ମନର ଅଶାନ୍ତି ଦୂରହେବ। କର୍ମ କ୍ଷେତ୍ରରେ କୌଣସି ଅସୁବିଧା ହେବ ନାହିଁ। ଜଗାଜମି, ଗୃହ ଉପକରଣ କ୍ରୟ କରିବେ। ରାଜନୀତି କ୍ଷେତ୍ରରେ ସଙ୍କଟ ଜନକ ପରିସ୍ଥିତିର ଅବସାନ ଘଟିବ। ଋଣପ୍ରାପ୍ତି ଓ ଋଣମୁକ୍ତିର ରାସ୍ତା ପରିଷ୍କାର ହେବ। ଆଇନ ଅଦାଲତ ଓ ପାରିବାରିକ କ୍ଷେତ୍ରରେ ରହିଥିବା ସମସ୍ୟା ସମାଧାନ ହୋଇଯିବ। ସାହିତ୍ୟ, ସାମ୍ବାଦିକ, ଅଧ୍ୟୟନ, ଅଧ୍ୟାପନା ତଥା ରଚନାତ୍ମକ କ୍ଷେତ୍ରରେ ସମ୍ମାନିତ ହେବେ। ଅତୀତର କୌଣସି ବିବାଦୀୟ ଘଟଣା ଜଟିଳ ଆଡକୁ ଗତି କରିପାରେ। ପ୍ରତିକାର- ଗାଈକୁ ଖାଇବାକୁ ଦିଅନ୍ତୁ।

କନ୍ୟା:-

ମନ ଓ ଶରୀର ଭଲ ରହିବ। କୃଷିଜାତ ଦ୍ରବ୍ୟ ବାଣିଜ୍ୟରେ ବ୍ୟୟ ଅପେକ୍ଷା ଆୟ ଅଧିକ ହେବ। ବିଦେଶ ଯାତ୍ରାରେ ସଫଳ ହେବେ। ବନ୍ଧୁମାନଙ୍କ ସାହାଯ୍ୟ ପାଇ ପାରିବାରିକ ତିକ୍ତତାର ସମାପ୍ତି ହେବ। ବିଦ୍ୟା କ୍ଷେତ୍ରରେ ଯଶ ପ୍ରାପ୍ତି ହେବ। ଅଚାନକ ଭାବରେ କୌଣସି ସୁସମ୍ବାଦ ଶୁଣିବେ। ସନ୍ତାନ ସନ୍ତତିଙ୍କ ତରଫରୁ ଆଶାବାଦୀ ହେବେ। ରାଜନୀତି କ୍ଷେତ୍ରରେ ଉଚ୍ଚାକାଂକ୍ଷ। ପୂର୍ତ୍ତି ନିମନ୍ତେ କଠିନ ପରିଶ୍ରମ କରିବାକୁ ପଡିବ। ବନ୍ଧୁ ମିତ୍ରମାନଙ୍କର ଓ ବରିଷ୍ଠ କର୍ମୀଙ୍କ ପ୍ରିୟପାତ୍ର ହେବେ। ବ୍ୟବସାୟୀମାନଙ୍କର ଲାଭ ଅଧିକ ହେବା ଫଳରେ ମନ ଖୁସି ରହିବ। ପ୍ରତିକାର-ପିତା ମାତାଙ୍କ ପାଦଛୁଇଁ ପ୍ରଣାମ କରନ୍ତୁ।

ତୁଳା:-

ବାଦ-ବିବାଦ, ପରୀକ୍ଷା, ପ୍ରତିଯୋଗୀତା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ। ପଡା-ପଡୋଶୀ ବନ୍ଧୁ ମିତ୍ରଙ୍କ ବ୍ୟବହାରରେ ମନ ଶାନ୍ତ ହେବ। କୌଣସି ଗୁରୁତ୍ୱପୂର୍ଣ୍ଣ ନିସ୍ପତି ନେଇ ପାରନ୍ତି। କଳା, ସାହିତ୍ୟ, କ୍ରିଡା, ଚଳଚିତ୍ର, ଶିଳ୍ପ, ବାଣିଜ୍ୟ ଓ ଆନୁଷ୍ଠାନିକ କାମରେ ପ୍ରଶଂସା ମିଳିବ। ରାଜନୀତି କ୍ଷେତ୍ରରେ ହାତକୁ ନେଇଥିବା କାର୍ଯ୍ୟପାଇଁ କଠିନ ପରିଶ୍ରମ କରିବେ। ଶୁଭକାମ କରି ପ୍ରଶଂସିତ ହେବେ। ସାହିତ୍ୟଚର୍ଚ୍ଚା, ସଭାସମିତିରେ ସଫଳତା ମିଳିବ। କର୍ମକ୍ଷେତ୍ରରେ ସହଯୋଗ ପାଇ ମନ ଖୁସୀ ରହିବ। ବ୍ୟବସାୟୀମାନେ ପ୍ରଚୁର ଲାଭ ପାଇବେ। ପ୍ରତିକାର-ମାଦକଦ୍ରବ୍ୟ ଓ ଆମିଷ ସେବନ କରନ୍ତୁ ନାହିଁ।

ବିଚ୍ଛା:-

ଧର୍ମାନୁଷ୍ଠାନରେ ସମୟ କଟେଇବା ପାଇଁ ମନ ବଳାଇବେ। ପାରିବାରିକ କ୍ଷେତ୍ରରେ ଶାନ୍ତିର ବାତାବରଣ ଦେଖାଦେବ। ସନ୍ତାନ ସନ୍ତତିଙ୍କ ଦିଗରୁ ଶୁଭ ସମ୍ବାଦପାଇ ଖୁସିହେବେ। ରାଜନୀତି କ୍ଷେତ୍ରରେ ପରିସ୍ଥିତିକୁ ହାଲୁକା କରିବାରେ ସମର୍ଥ ହେବେ। ମହିଳାମାନଙ୍କର କର୍ମକ୍ଷେତ୍ରରେ ପଦୋନ୍ନତି ଓ ବନ୍ଧୁଲାଭ ହୋଇପାରେ। ବ୍ୟବସାୟରେ ସଫଳତା ପୂର୍ବକ ସମସ୍ୟାର ସମାଧାନ ହେବ। ବନ୍ଧୁ ମିତ୍ରଙ୍କ ଆଗମନ ହେବ। ଅପେକ୍ଷା କରିଥିବା କାର୍ଯ୍ୟଟି ପୂରଣ କରିବା ପାଇଁ ସକ୍ଷମ ହେବେ। ମାଲିମୋକଦ୍ଦମାରେ ସଫଳତା ମିଳିବ। ପ୍ରତିକାର- ବେଲକାଠରେ ଚନ୍ଦନ ଘୋରି ଧାରଣ କରନ୍ତୁ।

ଧନୁ:-

ରାଜନୀତି କ୍ଷେତ୍ରରେ ତରବାରିଆ ହିସାବରେ କୌଣସି କାର୍ଯ୍ୟ ନକରି ସବୁଆଡକୁ ନଜର ଦେଇ କାମ କରିବା ଉଚିତ୍। ଦାମ୍ପତ୍ୟ କଳହ ମେଣ୍ଟିଯାଇ ପାରିବାରିକ କ୍ଷେତ୍ରରେ ଶାନ୍ତି ପାଇବେ। ବିଦ୍ୟାର୍ଥୀମାନେ ପ୍ରତିଯୋଗୀତା ପରୀକ୍ଷାରେ ଆଶାତୀତ ନମ୍ବର ରଖି ପ୍ରଶଂସିତ ହେବେ। କଳା, ସାହିତ୍ୟ ଓ ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ ଆଗ୍ରହ ବଢିବ। ମହିଳାମାନେ ଉପରିସ୍ଥ ବ୍ୟକ୍ତିଙ୍କଠାରୁ ସମ୍ମାନ ପାଇବେ । ଦୂରସ୍ଥାନକୁ ଯାତ୍ରା କଲେ ଶାରୀରିକ ଅସୁସ୍ଥତା ଅନୁଭବ କରିବେ। ବାଦ-ବିବାଦରୁ ଦୂରତା ରକ୍ଷା କରନ୍ତୁ। ପ୍ରତିକାର-ଲାଲ୍ ରଙ୍ଗର ବସ୍ତ୍ର ପରିଧାନ କରନ୍ତୁ।

ମକର:-

ପ୍ରପର୍ଟୀ ସମ୍ବନ୍ଧିୟ ମାମଲା କାହାର ମଧ୍ୟସ୍ଥତା ଦ୍ଵାରା ଦୂର ହେବ। ପରୋପକାର ଏବଂ ସମାଜସେବା କାର୍ଯ୍ୟରେ ରୁଚି ବୃଦ୍ଧିହେବ। ବିଗିଡିଯାଇଥିବା କାର୍ଯ୍ୟ ସୁଧୁରିଯିବ। ରାଜନୀତି କ୍ଷେତ୍ରରେ ଅସହାୟ ମାନଙ୍କୁ ସାହାଯ୍ୟ କରିବା ଫଳରେ ଲୋକମାନଙ୍କ ନିକଟରେ ମାନ- ସମ୍ମାନ ପ୍ରତିଷ୍ଠା ପ୍ରତିପ୍ରତ୍ତି ବୃଦ୍ଧି ପାଇବ। ପରିବାର ବା ଘର ସମ୍ବନ୍ଧୀୟ କୌଣସି ମହତ୍ଵପୂର୍ଣ୍ଣ ସମାଚାର ଶୁଣିବେ। ସ୍ୱାସ୍ଥ୍ୟସମସ୍ୟା ସୁଧୁରିଯିବ। ନୂତନ ଲୋକଙ୍କ ସହିତ ଭେଟ ହେବ। ଅଟକିଥିବା କାର୍ଯ୍ୟ ସମ୍ପନ୍ନ ହେବ। ଯେ କୌଣସି ପରୀକ୍ଷା ବା ସାକ୍ଷାତ୍କାରର ପରିଣାମ ଆପଣଙ୍କ ସପକ୍ଷରେ ରହିବ। ପ୍ରତିକାର- ପିତା ମାତାଙ୍କୁ ପଦସ୍ପର୍ଷ କରି ପ୍ରଣାମ କରନ୍ତୁ।

କୁମ୍ଭ:-

ଘର ପରିବାରରେ କୌଣସି ଖୁସି ପ୍ରସଙ୍ଗ ଆସିବା ଫଳରେ ମନ ପ୍ରଫୁଲ୍ଲିତ ରହିବ। ଚାକିରୀରେ ପ୍ରମୋଶନ ମିଳିବାର ଯୋଜନା ପ୍ରସ୍ତୁତହେବ। ଆଧ୍ୟାତ୍ମିକ ବା ଧାର୍ମିକ କ୍ଷେତ୍ରରେ ବ୍ୟସ୍ତ ରହିବେ। ବେମାର, ବୃଦ୍ଧଜନ ଓ ଅଶକ୍ତ ଲୋକଙ୍କୁ ସହଯୋଗ କରିବା ପାଇଁ ହାତ ବଢେଇବେ। ରାଜନୀତି କ୍ଷେତ୍ରରେ ଦୂରଯାତ୍ରା କରିବା ଦ୍ଵାରା ବହୁତ ଲାଭ ମିଳିବ। ମହିଳାମାନେ ଅଧିକ ଭାଗ୍ୟବାଦିନୀ ହୋଇ ନିଜ ଗୋଡରେ ନିଜେ ଠିଆ ହେବାକୁ ସାହସ ବାନ୍ଧିବେ। ନୂଆଲକ୍ଷ ନିର୍ଦ୍ଧାରିତ କରିବା ପାଇଁ ମନ ଲଗାଇ କାର୍ଯ୍ୟ ମଧ୍ୟ କରିବେ। ବିଦ୍ୟାଧ୍ୟୟନ କ୍ଷେତ୍ରରେ ସଫଳତା ମିଳିବ। ପ୍ରତିକାର:- ଗୋମାତାକୁ ଖାଦ୍ୟ ଦିଅନ୍ତୁ।

ମୀନ:-

ପୁରୁଣା ମିତ୍ରଙ୍କ ଠାରୁ ସୁସମ୍ବାଦ ପ୍ରାପ୍ତି ହେବ। ବିଦ୍ୟାର୍ଥୀଙ୍କ ପାଇଁ ସମୟ ଉପଯୁକ୍ତ ଯୋଗେ ଉଚ୍ଚବିଦ୍ୟାଧ୍ୟୟନ କ୍ଷେତ୍ରରେ ସଫଳତା ମିଳିବ। ନୂତନ ବନ୍ଧୁ ଭେଟ ହେବେ। ବିତିଯାଇଥିବା ମାମଲାରେ ମଧ୍ୟ ସଫଳତା ମିଳିବ। କାର୍ଯ୍ୟ କ୍ଷେତ୍ରରେ ଲାଭ ଉଠେଇବେ। ଧର୍ମ-କର୍ମରେ ରୁଚି ରହିବ। ମିତ୍ରଙ୍କ ସାହାଯ୍ୟ ଦ୍ଵାରା ଧନ ଲାଭ ହେବ । ସ୍ୱାସ୍ଥ୍ୟରେ ସୁଧାର ଆସିବ। ରାଜନୀତି କ୍ଷେତ୍ରରେ ବିପରୀତ ଲିଙ୍ଗୀଙ୍କ ସହଯୋଗ ଦ୍ଵାରା ଆଗକୁ ବଢିବେ। ପ୍ରେମ-ପ୍ରସଙ୍ଗରେ ମଧ୍ୟ ସଫଳତା ମିଳିବ। ମହିଳାମାନଙ୍କର ମାନସିକ ଦୁଶ୍ଚିନ୍ତା ଦୂର ହୋଇ ଯଶମାନ ବୃଦ୍ଧିହେବ। ପ୍ରତିକାର- ମୁହଁ ମିଠାକରି ଘରୁ ବାହାରନ୍ତୁ।

Jyotirbid Dr. Pramod Satapathy
Jantra Jyotisha, Cuttack

Jyotirbid Pandit Sudhakar Tripathy
Jantra Jyotisha, Kakatpur, Puri

For personalized consultation and appointment,
you can connect on WhatApp @ 7008758366 or 9937551988
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 7008758366 or 9937551988


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!