ଦୈନିକ ରାଶିଫଳ: ୧୩ ଏପ୍ରିଲ ୨୦୨୦, ମହାଦେବଙ୍କ କୃପାରୁ ଆଜି ଏହି ସବୁ ରାଶି ବ୍ୟକ୍ତିଙ୍କର ସମସ୍ତ ସ୍ୱାସ୍ଥ୍ୟ ସମସ୍ୟା ଦୂର ହେବ

ଶେୟାର କରନ୍ତୁ ଅନ୍ୟମାନକ ସହିତ

୨୦୨୦ ମସିହା, ଏପ୍ରିଲ ମାସ ୧୩ତାରିଖ, ସୋମବାର, ମେଷ ମାସ ଦିନ, ବୈଶାଖମାସ, କୃଷ୍ଣପକ୍ଷ, ଷଷ୍ଠୀତିଥି, ମୂଳାନକ୍ଷତ୍ର, ଧନୁ ରାଶିରେ ଚନ୍ଦ୍ର। ମିଥୁନ ରାଶିର ଘାତବାର। ତୁଳା, କୁମ୍ଭ ରାଶିର ଘାତଚନ୍ଦ୍ର। ପିତା ଦ୍ରବ୍ୟ ନ ଖାଇଲେ ଭଲ।ଶୁଭସମୟ ପ୍ରାତଃ ୫ଟା ୩୪ମିନିଟ୍ ରୁ ୭ଟା ୫ମିନିଟ୍, ଦିବା ୧୦ଟା ୩୩ମିନିଟ୍ ରୁ ୧ଟା ୧ମିନିଟ୍, ଦିବା ୩ଟା ୩୨ମିନିଟ୍ ରୁ ୫ଟା ୧୦ମିନିଟ୍, ସନ୍ଧ୍ୟା ୬ଟା ୪୭ମିନିଟ୍ ରୁ ରାତ୍ର ୯ଟା ୫ମିନିଟ୍। ପର୍ବଦିନ ମେଷ ସଂକ୍ରାନ୍ତି, ମହାବିଷୁବ ପଣା ସଂକ୍ରାନ୍ତି, ହନୁମାନ ଜୟନ୍ତୀ, ୧୯୪୨ ଶକାବ୍ଦ ଆରମ୍ଭ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ମେଷ:-

ଶରୀର ସୁସ୍ଥ ରହିବା ସହ ଯେ କୌଣସି କାର୍ଯ୍ୟରେ ହାତ ଦେଲେ ସଫଳ ହେବେ। ସାମାଜିକ ସ୍ତରରେ ସହନଶୀଳତା ଗୁଣରୁ ପ୍ରଶଂସିତ ହେବେ। ବ୍ୟବସାୟ କ୍ଷେତ୍ରକୁ ସୁସଜ୍ଜିତ କରି ପ୍ରଚୁର ଲାଭବାନ ହେବେ। ସରକାରୀ କର୍ମଚାରୀମାନେ ଅତ୍ୟଧିକ କାର୍ଯ୍ୟ ଚାପ ଯୋଗୁଁ କଠିନ ପରିଶ୍ରମ କରିବେ। ସାମ୍ବାଦିକ ମାନେ ପ୍ରଶଂସିତ ହେବେ। ଛାତ୍ର ଛାତ୍ରୀମାନେ ପଢ଼ା ପଢ଼ିରେ ମନଯୋଗ ଦେବେ। ଧାର୍ମିକ କାର୍ଯ୍ୟରେ ରୁଚି ବୃଦ୍ଧି ହେବ। ଉତ୍ତରାଧିକାରୀ ସୂତ୍ରରୁ କିଛି ଧନ ସମ୍ପତ୍ତି ପାଇବାର ଯୋଗ ଅଛି। ରାଜନୀତି କ୍ଷେତ୍ରରେ ସାମାଜିକ ପ୍ରତିଷ୍ଠା, ମାନସମ୍ମାନ ବୃଦ୍ଧି ହେବ। ପିଲାମାନଙ୍କ କାର୍ଯ୍ୟରେ ସନ୍ତୁଷ୍ଟ ହେବେ। ପ୍ରତିକାର:- ଅସହାୟାଙ୍କୁ ସାହାଯ୍ୟ କରନ୍ତୁ।

ବୃଷ:-

ରାଜନୀତି କ୍ଷେତ୍ରରେ ଶତୃମାନେ ମିତ୍ରଭାବ ଆଚରଣ କରିବେ। ମାନସିକ ଅସ୍ଥିରତା ଓ ଶାରିରୀକ ଅସୁସ୍ଥତା ଦୂରେଇ ଯିବ। ସରକାରୀ କର୍ମଚାରୀ ମାନେ କର୍ମ କ୍ଷେତ୍ରରେ ସଫଳତା ଲାଭ କରିବେ ଓ ଅଧିକାରୀ କାମରେ ପ୍ରସନ୍ନ ରହିବେ। ବ୍ୟବସାୟରେ ବାଧା ଉପୁଜିଲେ ମଧ୍ୟ ଲାଭବାନ୍ ହେବେ। ପାରିବାରିକ କ୍ଷେତ୍ରରେ ଅଶାନ୍ତି ଦୂରେଇ ଯାଇ ଭାଇ ଓ ଭଉଣୀମାନଙ୍କ ସହ ସମ୍ପର୍କ ମଧୁର ହେବ। ସନ୍ତାନ ମାନଙ୍କ ଭବିଷ୍ୟତ ନେଇ ଚିନ୍ତିତ ରହିବେ। ଶିକ୍ଷା କ୍ଷେତ୍ରରେ ସଫଳତା ମିଳିବ। ସମାଜସେବା କାର୍ଯ୍ୟରେ ଯୋଗ ଦେଇ ଅନ୍ୟର ଦୁଃଖ ଦୁର୍ଦଶା ଦୂର କରିବାକୁ ପ୍ରୟାସ ରତ ହେବେ। ପ୍ରତିକାର:- କୁକୁରକୁ ଖାଦ୍ୟ ଦିଅନ୍ତୁ ।

ମିଥୁନ:–

ଘାତ ଶତୃ ପରାଜିତ ହେବେ। ବ୍ୟବସାୟ କ୍ଷେତ୍ରରେ ଭଲ ଲାଭ ପାଇ ଆର୍ଥିକ ଦିଗରେ ଉନ୍ନତି ହେବ। ବାକିଥିବା ଅର୍ଥପ୍ରାପ୍ତି ହେବ। ସାମାଜିକ କ୍ଷେତ୍ରରେ ନିଜର ପ୍ରଭାବ, ପରାକ୍ରମ ବଢିବା ଫଳରେ ସାମାଜିକ ପ୍ରତିଷ୍ଠା ମାନ ସମ୍ମାନ ବୃଦ୍ଧି ହେବ। ସମସ୍ତଙ୍କର ପୂର୍ଣ୍ଣ ସହଯୋଗ ମିଳିବା ଯୋଗେ ଉତ୍ତମ ରୋଜଗାର କରିବାର ସୁଯୋଗ ପାଇବେ। ସରକାରୀ କାର୍ଯ୍ୟ କ୍ଷେତ୍ରରେ ସୁଖଶାନ୍ତି ବୃଦ୍ଧି ହେବ। ପାରିବାରିକ ସ୍ଥିତିରେ ସୁଧାର ଆସିବାରୁ ମନ ବହୁତ ଖୁସି ରହିବ। ସାଧାରଣ ଲୋକ ସମ୍ପର୍କକୁ ଅତିକ୍ରମ କରିବା ଲକ୍ଷ୍ୟରେ ଭୋଗମାର୍ଗୀ ହୋଇ ନିଜକୁ ପ୍ରତିଷ୍ଠିତ କରିପାରିବେ। ସାମ୍ବାଦିକତାରୁ ଲାଭ ଓ ଶୁଭ ସମାଚାର ମିଳିବ। ପ୍ରତିକାର କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

କର୍କଟ:-

ସ୍ଵାସ୍ଥ୍ୟରେ ଉନ୍ନତି ପରିଲିଖିତ ହେବ। ସରକାରୀ କର୍ମଚାରୀମାନେ କର୍ମକ୍ଷେତ୍ରରେ ଉତ୍ତମ କାର୍ଯ୍ୟ କରି ପଦୋନ୍ନତି ପାଇବାର ସୁଯୋଗ ପାଇବେ। ବ୍ୟବସାୟୀ ମାନଙ୍କର କାରବାର ବଢିବା ସହ ମନମୁତାବକ ଲାଭବାନ ହେବାର ସମ୍ଭାବନା ଅଛି। ପତି ପତ୍ନୀଙ୍କ ମଧ୍ୟରେ ବୁଝାମଣା ଭଲ ରହିବା ଫଳରେ ଦାମ୍ପତ୍ୟ ସୁଖରେ ଶାନ୍ତି ଅନୁଭବ କରିବେ ଓ ଗୃହସ୍ଥ ଜୀବନ ସୁଖମୟ ହେବ। ଆର୍ଥିକ କ୍ଷେତ୍ରରେ ଆଶାତୀତ ପରିବର୍ତ୍ତନ ଆସି ସାମାଜିକ ପ୍ରତିଷ୍ଠା ଓ ମାନ ସମ୍ମାନ ବୃଦ୍ଧି ହେବ। ସାମ୍ବାଦିକ ମାନଙ୍କର ପଦମର୍ଯ୍ୟାଦା ବୃଦ୍ଧି ପାଇବ। ରାଜନୀତି କ୍ଷେତ୍ରରେ ଆଶା କରୁଥିବା ଖବର ପାଇ ଖୁସୀ ହୋଇ ଯିବେ। ପ୍ରତିକାରମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ସିଂହ:-

ସରକାରୀ କର୍ମଚାରୀମାନେ କର୍ମକ୍ଷେତ୍ରରେ ସହକର୍ମୀ ମାନଙ୍କର ସହଯୋଗ ପାଇବା ଫଳରେ ଉତ୍ତମ କାର୍ଯ୍ୟ କରି ପ୍ରଶଂସିତ ହେବେ। ବ୍ୟବସାୟରେ ଉନ୍ନତି ଓ ଅତ୍ୟଧିକ ଲାଭ ପାଇବାର ଆଶା ଉଜ୍ଜଳ। ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳତା ଲାଭ କରିବେ। ପାରିବାରିକ ଜୀବନରେ ଆର୍ଥିକ ଉନ୍ନତି ହେବା ସହ ଦାମ୍ପତ୍ୟ ସୁଖ ବୃଦ୍ଧି ହେବ। ଶତୃ ବୃଦ୍ଧି ହେଲେ ମଧ୍ୟ ଯେ କୌଣସି କାର୍ଯ୍ୟରେ ହାତ ଦେଲେ ସଫଳ ହେବେ। ଛାତ୍ରଛତ୍ରୀମାନେ କଠିନ ପରିଶ୍ରମ କରିବା ସହିତ ପଢ଼ା ପଢ଼ିରେ ମନଯୋଗ ଦେବେ।ଖାଦ୍ୟପେୟ ପ୍ରତି ବିଶେଷ ଧ୍ୟାନଦେଇ ବ୍ୟାୟାମ କରିବା ଆବଶ୍ୟକ। ପ୍ରତିକାର:- ଗୋମାତାକୁ କିଛି ଖାଦ୍ୟ ଦିଅନ୍ତୁ।

କନ୍ୟା:-

ସାମାଜିକ କଲ୍ୟାଣ କାମରେ ପୂର୍ଣ୍ଣ ସହଯୋଗ କରିବେ।ସମସ୍ତ ପ୍ରକାର ବ୍ୟବସାୟରେ ଉନ୍ନତି ଓ ଲାଭବାନ୍ ହେବେ। ସରକାରୀ କର୍ମଚାରୀ ମାନେ କର୍ମ କ୍ଷେତ୍ରରେ ବହୁ ସୁବିଧା ସୁଯୋଗ ପାଇବେ। ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳ ହେବେ। ଆର୍ଥିକ କ୍ଷେତ୍ରରେ ଉନ୍ନତି ହେବା ସହ ସାମାଜିକ ପ୍ରତିଷ୍ଠା, ମାନ ସମ୍ମାନରେ ଉନ୍ନତି ହେବ। ଦାମ୍ପତ୍ୟ ସୁଖରେ ଆନନ୍ଦିତ ହେବେ। ଛାତ୍ରଛତ୍ରୀମାନେ କଠିନ ପରିଶ୍ରମ କରିବା ସହିତ ପଢ଼ା ପଢ଼ିରେ ମନଯୋଗ ଦେବେ। ପରିବାରରେ ଶାନ୍ତିର ବାତାବରଣ ଦେଖା ଦେବ। ଶତୃମାନେ ମିତ୍ରଭାବ ଆଚରଣ କରିବେ। ପ୍ରତିକାର ଅସହାୟଙ୍କୁ ସାହାଯ୍ୟ କରନ୍ତୁ।

ତୁଳା:-

ସାମାଜିକ କଲ୍ୟାଣ କାମରେ ପୂର୍ଣ୍ଣ ସହଯୋଗ କରିବା ଫଳରେ ତଳୁ ଉପର ସ୍ତର ଯାଏ ଆଦୃତି ଓ ମାନ୍ୟତା ଅର୍ଜ୍ଜନ କରିବେ। କଠିନ ପରିଶ୍ରମ କରିବା ଫଳରେ ବ୍ୟବସାୟରେ ଅର୍ଥ ପ୍ରାପ୍ତିର ସୁଯୋଗ ଆସିବ। ସରକାରୀ କର୍ମଚାରୀମାନେ ଗୁପ୍ତଶତୃଙ୍କ ଚକ୍ରାନ୍ତରେ ପଡ଼ିଲେ ମଧ୍ୟ ନିଜର ସାମାଜିକ ପ୍ରତିଷ୍ଠା, ମାନ ସମ୍ମାନ ବୃଦ୍ଧି ହେବ। ଶିକ୍ଷା କ୍ଷେତ୍ରରେ ମାନସିକ ଏକାଗ୍ରତା ବଜାୟ ରହିବା ଯୋଗେ ଆନନ୍ଦିତ ହେବେ। ଶରୀର ସୁସ୍ଥ ରହିବ। ପରିବାରରେ ଶାନ୍ତିର ବାତାବରଣ ଦେଖା ଦେବ। ଶତୃମାନେ ମିତ୍ରଭାବ ଆଚରଣ କରିବା ଫଳରେ କାର୍ଯ୍ୟ କ୍ଷେତ୍ରରେ ସୁଖ ଶାନ୍ତି ବୃଦ୍ଧି ହେବ। ପ୍ରତିକାର:- ଗୋମାତାକୁ କିଛି ଖାଦ୍ୟ ଦିଅନ୍ତୁ।

ବିଚ୍ଛା:-

ପୂର୍ବରୁ ଥିବା ପାରିବାରିକ ସମସ୍ୟା ଗୁଡ଼ିକ ସମାଧାନ ହେବ। ବ୍ୟବସାୟରେ ଆଶାତୀତ ଲାଭ ପାଇବେ। କର୍ମକ୍ଷେତ୍ରରେ ସହକର୍ମୀମାନଙ୍କ ସହଯୋଗ ପାଇ ଉପରିସ୍ଥ ଅଧୀକାରୀଙ୍କ ପ୍ରିୟଭାଜନ ହେବେ। ଇଲୋକଟ୍ରୋନିକ୍ସମିଡିଆ ଓ ପ୍ରିଣ୍ଟ ମିଡିଆ ଦ୍ୱାରା ଲୋକସଂପର୍କ ବୃଦ୍ଧିହେବ। ମିଷ୍ଠାନ୍ନ ଭୋଜନ ବା ସୁସ୍ଵାଦୁ ଭୋଜନ ପ୍ରାପ୍ତି ହେବ। ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳ ହେବେ। ଶିକ୍ଷା କ୍ଷେତ୍ରରେ ମନଯୋଗ ଦେଇ ପ୍ରଶଂସା ପାଇବେ। ପରିବାରରେ ସୁସ୍ଥ ବାତାବରଣ ଜାରିରହିବ। ପରସ୍ପରକୁ ସାହାଯ୍ୟ ସହଯୋଗ କରି, ଗଠନମୂଳକ କାର୍ଯ୍ୟ ହାତକୁ ନେବେ। ପ୍ରତିକାର:-ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ।

ଧନୁ:-

ସ୍ୱାସ୍ଥ୍ୟସମସ୍ୟା ଦୂର ହୋଇ ଦୈନିକ କାର୍ଯ୍ୟଗତି ଉତ୍ସାହପୂର୍ଣ୍ଣ ହେବ। କର୍ମକ୍ଷେତ୍ରରେ ସମସ୍ତ ଗୁରୁତ୍ୱପୂର୍ଣ୍ଣ ନିଷ୍ପତି ନେଇ ସଫଳ ହେବେ ସାମ୍ବାଦିକମାନେ କୌଣସି ଶୁଭ ସମାଚାର ଶୁଣିବାକୁ ପାଇବେ। ବ୍ୟବସାୟରେ ଉତ୍ତମ ରୋଜଗାର ହେବା ସହ ଆଶାତୀତ ଲାଭ ହେବ। ସାମାଜିକ କଲ୍ୟାଣ କାମରେ ପୂର୍ଣ୍ଣ ସହଯୋଗ କରି ପ୍ରଶଂସିତ ହେବେ। ଧାର୍ମିକ କାର୍ଯ୍ୟରେ ରୁଚି ବୃଦ୍ଧି ହେବ। ଦାମ୍ପତ୍ୟ ସୁଖ ବୃଦ୍ଧି ହେବା ସହ ନୂତନ ଆୟର ପନ୍ଥା ପ୍ରାପ୍ତି ହେବ। ପାରିବାରିକ ଜୀବନରେ କୌଣସି ବିଶୃଙ୍ଖଳା ଦେଖାଦେବ ନାହିଁ। ଛାତ୍ରଛାତ୍ରୀ ମାନେ ଶିକ୍ଷା କ୍ଷେତ୍ରରେ ସଫଳତା ଲାଭ କରିବେ। ଆୟ ଉପାର୍ଜନରେ ବାଧା ନାହିଁ। ପ୍ରତିକାରମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ମକର:-

ମାନସିକ ଅସ୍ଥିରତା ଓ ଶାରିରୀକ ଅସୁସ୍ଥତା ଦୂରେଇ ଯିବ। ବ୍ୟବସାୟରେ ଉନ୍ନତି ହେବାସହ ଉତ୍ତମ ଲାଭ ପ୍ରାପ୍ତି ହେବ। ସରକାରୀ କର୍ମଚାରୀମାନେ କାର୍ଯ୍ୟ କ୍ଷେତ୍ରରେ ସଫଳତା ଲାଭ କରିବା ସହ ପଦୋନ୍ନତି ପାଇବାର ସୂଚନା ପାଇବେ। ରାଜନୀତି କ୍ଷେତ୍ରରେ ସଫଳତା ଦେଖାଦେବ। ଧାର୍ମିକ କାର୍ଯ୍ୟରେ ରୁଚି ବୃଦ୍ଧି ହେବ। ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ଉନ୍ନତି ପାଇଁ ପ୍ରୟାସ ରତ ହେବେ। ଆମୋଦ ପ୍ରମୋଦ, ମନୋରଞ୍ଜନ, ମଉଜ ମଜିଲିସ୍ ରେ ମଜ୍ଜି ରହିବେ। ସାମାଜିକ ପ୍ରତିଷ୍ଠା ମାନସମ୍ମାନ ବୃଦ୍ଧି ହେବ। ଛାତ୍ରଛାତ୍ରୀ ମାନେ ଉଚ୍ଚ ଶିକ୍ଷା ପାଇଁ ଚେଷ୍ଟା ଜାରି ରଖିବେ। ପ୍ରତିକାର:- ଗୋମାତାକୁ କିଛି ଖାଦ୍ୟ ଦିଅନ୍ତୁ।

କୁମ୍ଭ:-

ବ୍ୟବସାୟରେ ଲାଭ ପ୍ରାପ୍ତି ହେବା ସହ ଖର୍ଚ୍ଚ ତୁଳନାରେ ଆୟ ବହୁତ ହେବ। ସରକାରୀ କର୍ମଚାରୀ ମାନଙ୍କର  କର୍ମକ୍ଷେତ୍ରରେ ନିଜର ପ୍ରଭାବ ଓ ପରାକ୍ରମ ବଢିବା ଫଳରେ ପ୍ରଶଂସିତ ହେବେ। ପାରିବାରିକ ସମସ୍ୟା ସମାଧାନ ହୋଇ ସାମାଜିକ ପ୍ରତିଷ୍ଠା, ମାନସମ୍ମାନ ବୃଦ୍ଧି ହେବ। ଧାର୍ମିକ କାର୍ଯ୍ୟରେ ରୁଚି ବଢ଼ିବା ସହିତ ଦାମ୍ପତ୍ୟ ଜୀବନ ସୁଖମୟ ହେବ। ଛାତ୍ରଛାତ୍ରୀମାନେ ଶିକ୍ଷା କ୍ଷେତ୍ରରେ ମନ ଯୋଗଦେଇ ଶୁଭ ସୂଚନା ପାଇବେ। ଖାଇବା ପିଇବାରେ ଅବହେଳା କରିବାରୁ ସ୍ଵାସ୍ଥ୍ୟ ଖରାପ ହେବ। ଘରୁ ବାହାରକୁ ବାହାରିଲେ ବିପଦରେ ପଡି ପାରନ୍ତି। ନିଜର ଇଚ୍ଛା ବିରୋଧରେ କୌଣସି କାର୍ଯ୍ୟ କରିବା ଅନୁଚିତ୍। ପ୍ରତିକାର ଅସହାୟଙ୍କୁ ସାହାଯ୍ୟ କରନ୍ତୁ।

ମୀନ:-

ଶାରିରୀକ ସୁସ୍ଥତା ସହ ମାନସିକ ଶାନ୍ତି ଦେଖାଦେବ। ସରକାରୀ ସାହାଯ୍ୟ ପାଇବାର ସୁଯୋଗ ହାତ ପାହାନ୍ତାରେ ପହଞ୍ଚିବ। ସରକାରୀ କର୍ମଚାରୀମାନେ କର୍ମକ୍ଷେତ୍ରରେ ସହକର୍ମୀ ମାନଙ୍କ ଦ୍ୱରା ବହୁ ସୁବିଧା ସୁଯୋଗ ପାଇବେ। ପାରିବାରିକ ଜୀବନରେ ଧାର୍ମିକ କାର୍ଯ୍ୟରେ ରୁଚି ବଢ଼ିବା ସହିତ ଦାମ୍ପତ୍ୟ ଜୀବନ ସୁଖମୟ ହେବ। ପୈତୃକ ସମ୍ପତ୍ତିକୁ ନେଇ ଭାତୃ ବିବାଦ ଥିଲେ ମେଣ୍ଟିଯିବ। ଦୂରେଇ ଯାଇଥିବା ବନ୍ଧୁମାନେ ପୁଣି ନିକଟବର୍ତ୍ତୀ ହେବେ। ପ୍ରେମକ୍ଷେତ୍ରରେ ସଫଳ ହେବେ। ଛାତ୍ରଛାତ୍ରୀମାନଙ୍କର ଉଚ୍ଚଶିକ୍ଷା ପାଇଁ ଆଗ୍ରହ ବୃଦ୍ଧି ପାଇବା ସହ ପଢାପଢିରେ ମନଯୋଗ ଦେବେ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

Jyotirbid Dr. Pramod Satapathy
Jantra Jyotisha, Cuttack

Jyotirbid Pandit Sudhakar Tripathy
Jantra Jyotisha, Kakatpur, Puri

For personalized consultation and appointment,
you can connect on WhatApp @ 7008758366 or 9937551988
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 7008758366 or 9937551988


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!