ଦୈନିକ ରାଶିଫଳ: 13 ଏପ୍ରିଲ 2021, ମା ମଙ୍ଗଳାଙ୍କ କୃପାରୁ ଆଜି ଏହି ରାଶି ବ୍ୟକ୍ତିଙ୍କୁ ମିଳିବ ଆକସ୍ମିକ ଧନଲାଭ

ଶେୟାର କରନ୍ତୁ ଅନ୍ୟମାନକ ସହିତ

୨୦୨୧ ମସିହା, ଅପ୍ରେଲମାସ ୧୩ତାରିଖ, ମଙ୍ଗଳବାର, ମୀନମାସ ୩୧ଦିନ, ଚୈତ୍ରମାସ, ଶୁକ୍ଳପକ୍ଷ, ପ୍ରତିପଦାତିଥି, ଦିବା ୧୦ଟା ୧୭ମିନିଟ୍ ଗତେ ଦ୍ଵିତୀୟାତିଥି, ଅଶ୍ଵିନୀନକ୍ଷତ୍ର, ଦିବା ୨ଟା ୧୯ମିନିଟ୍ ଗତେ ଦ୍ଵିଜା ନକ୍ଷତ୍ର, ମେଷ ରାଶିରେ ଚନ୍ଦ୍ର । ମକର ରାଶିର ଘାତବାର । ମେଷ ରାଶିର ଘାତଚନ୍ଦ୍ର । ପାଣିକଖାରୁ ନ ଖାଇଲେ ଭଲ, ଦିବା ୧୦ଟା ୧୭ମିନିଟ୍ ପରେ ବୋଇତି କଖାରୁ ନ ଖାଇଲେ ଭଲ । ଶୁଭସମୟ- ସକାଳ ୮ଟା ୪୧ମିନିଟ୍ ରୁ ୧୦ଟା ୩୧ମିନିଟ୍, ଦିବା ୧ଟା ୨ମିନିଟ୍ ରୁ ୧ଟା ୧୯ମିନିଟ୍, ଦିବା ୪ଟା ୨୮ମିନିଟ୍ ରୁ ୫ଟା ୯ମିନିଟ୍, ସନ୍ଧ୍ୟା ୬ଟା ୧ମିନିଟ୍ ରୁ ୬ଟା ୪୫ମିନିଟ୍, ରାତ୍ର ୯ଟା ୫ମିନିଟ୍ ରୁ ୧୧ଟା ୨୨ମିନିଟ୍ । ପର୍ବଦିନ- ମାସାନ୍ତ, ମୃଣ୍ମୟୀ ଦେବୀଙ୍କ ବାସନ୍ତିକ ନବରାତ୍ର ଆରମ୍ଭ, ଚୈତ୍ର ମଙ୍ଗଳବାର ଓଷା ତୃତୀୟ ପାଳି ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ମେଷ:-

ନୂତନ ବନ୍ଧୁମିଳନ ହେତୁ ମନଖୁସୀ ରହିବ । ନିଜ ଲୋକମାନେ ହିଁ କାମରେ ଆସିବେ । ବ୍ୟବସାୟରେ ଉନ୍ନତି ହେବ । ରାଜନୀତି କ୍ଷେତ୍ରରେ ମାନସିକସ୍ଥିତି ସୁଦୃଢ ରହିବ ଓ ଅନ୍ୟମାନଙ୍କୁ ସାହାଯ୍ୟ କରିବା ଦ୍ଵାରା ଲୋକମାନେ ଆପଣଙ୍କୁ ସମ୍ମାନ ଦେବେ । ଧର୍ମ-କର୍ମର କୌଣସି ଆୟୋଜନ ମଧ୍ୟ କରେଇବେ । ହଠାତ୍ ଉଡ଼ା ଖବର ପାଇ କୌଣସି ଘଟଣା ମନକୁ ବିବ୍ରତ କରିବ । ରାସ୍ତା ଘାଟରେ ଅତ୍ୟନ୍ତ ସତର୍କତା ସହ ଯାତାୟାତ କରିବା ଉଚିତ୍ । ପ୍ରତିକାର:- ଗୋମାତାକୁ କିଛି ଖାଦ୍ୟ ଦିଅନ୍ତୁ ।

ବୃଷ:-

ସଂଗଠନ, ସଭାସମିତି କ୍ଷେତ୍ରରେ ଲୋକ ସମ୍ପର୍କ ବଢିବ । ପ୍ରତେକ କ୍ଷେତ୍ରରେ ପରିସ୍ଥିତିକୁ ହାଲୁକା କରିବାରେ ସମର୍ଥ ହେବେ । ବନ୍ଧୁମାନଙ୍କ ସହ ସୁସମ୍ପର୍କ ସ୍ଥାପନ ହେବ । ପଡୋଶୀମାନେ ସ୍ଵାର୍ଥ ହାସଲ କରିବା ପାଇଁ ବାକ୍ ଚାତୁରୀ କଥାକହି କାର୍ଯ୍ୟ ପୂରଣ କରିବେ । ରାଜନୀତିରେ କଠିନ ପରିଶ୍ରମ କରିବା ଯୋଗୁ ଶାରରୀକ ଅସୁସ୍ଥତା ଦେଖା ଦେବ । ଧର୍ମ କର୍ମରେ ରୁଚି ବୃଦ୍ଧି ହେବ । ଆର୍ଥିକ ପରିସ୍ଥିତି ଉତ୍ତମ ଥିଲେ ମଧ୍ୟ ବସନ ଭୂଷଣରେ କିଛି ବ୍ୟୟ କରି ପାରନ୍ତି । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।

ମିଥୁନ:-

ନୂତନ କର୍ମ ନିଯୁକ୍ତିର ସୁଯୋଗ ପାଇବେ । ଆର୍ଥିକ ଦିଗରୁ ସୁବିଧା ମିଳିବ । ମାଲି ମୋକଦ୍ଦମାରେ ସମ୍ମାନ ଓ ପ୍ରତିଷ୍ଠା ଅତୁଟ ରହିବ । ଜମିଜମା ସଙ୍କ୍ରାନ୍ତିୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପାଦନ ହେବ । କାରବାରରେ ସୁଧାର ଆସିବା ଫଳରେ ଅଧିକ ଲାଭ ପାଇ ମନ ଖୁସି ହେବ । ସ୍ଥଗିତଥିବା କର୍ମଟି ପୂରଣ ହେବ । ଅବିବାହିତ ଯୁବକ ଯୁବତୀମାନେ ବିବାହ କରିବାର ସୁଯୋଗ ପାଇବେ । ଯାହା ଚିନ୍ତା କରିଛନ୍ତି ଆଜି ତାହା ପୂରଣ କରିବାକୁ ଚେଷ୍ଟା କରିବେ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

କର୍କଟ:-

କର୍ମକ୍ଷେତ୍ରରେ ପ୍ରତିଷ୍ଠା, ପ୍ରତିପତ୍ତି ମାନସମ୍ମାନ ଓ କ୍ଷାତି ବଢିବ । ଦୂରଯାତ୍ରାର ସୁଯୋଗ ପାଇ ସଫଳତା ମିଳିବ । ସ୍ୱାସ୍ଥ୍ୟ କିମ୍ବା ଆଇନ୍ ଅଦାଲତ୍ ସମ୍ପର୍କୀୟ ଦୁଶ୍ଚିନ୍ତା ଦୂରହେବ । କୌଣସି ସହୃଦୟ ବ୍ୟକ୍ତିଙ୍କଠାରୁ ଯଥେଷ୍ଟ ସହାୟତା ପାଇବେ । ବାଣିଜ୍ୟ, ନିର୍ମାଣ ଓ ପରିବହନ କ୍ଷେତ୍ରରେ ସମସ୍ୟା ସମାଧାନ ହୋଇଯିବ । ସହକର୍ମୀମାନଙ୍କ ସହ ବାଦବିବାଦର ଅବସାନ ଘଟିବ । ଲକ୍ଷ୍ୟ ପୂରଣ ହେବାରେ କୌଣସି ଅସୁବିଧା ହେବ ନାହିଁ । ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ ।

ସିଂହ:-

ସ୍ଵାର୍ଥରକ୍ଷା ପାଇଁ କଠିନ ପରିଶ୍ରମ କରିବାକୁ ପଡିବ । ପାରିବାରିକ ସ୍ତରରେ ବିବାଦୀୟ ପରିସ୍ଥିତି ଦୂରେଇ ଯିବ । ହୋଟେଲ୍, ତେଲବ୍ୟବସାୟୀ, କଳାକାର, ରେଡିମେଡ୍ ବସ୍ତ୍ରବ୍ୟବସାୟୀ, ମଡେଲିଙ୍ଗ ଓ ପନିପରିବା ଚାଷୀମାନେ ବିଶେଷ ଲାଭାନ୍ଵିତ ହେବେ । ଉପରିସ୍ଥ କର୍ମଚାରୀ ଦେଇଥିବା ପ୍ରତିଶୃତିରେ ଖିଲାପ କରି ସମସ୍ୟାକୁ ବଢାଇ ଦେଇ ପାରନ୍ତି । ସ୍ୱାସ୍ଥ୍ୟ ଦିଗରୁ ବିଶେଷ ସତର୍କ ରହିବା ଉଚିତ୍ । ପିଲାମାନଙ୍କ ପଢା ସମସ୍ୟା ନେଇ ମନ ଭାରାକ୍ରାନ୍ତ ରହିବ । ପ୍ରତିକାର:- ଷଣ୍ଢକୁ କିଛି ଖାଇବାକୁ ଦିଅନ୍ତୁ ।

କନ୍ୟା:-

ପରିବାରରେ ସୁସ୍ଥ ବାତାବରଣ ଜାରି ରହିବ । ହାତକୁ ନେଇଥିବା କାର୍ଯ୍ୟଟି ପାଇଁ କଠିନ ପରିଶ୍ରମ କରିବାକୁ ପଡିବ । ସାହିତ୍ୟଚର୍ଚ୍ଚା, ସଭାସମିତିରେ ସଫଳତା ମିଳିବ । ପ୍ରତ୍ୟେକ କର୍ମରେ ବାଧା ସୃଷ୍ଟି ହେଲେ ମଧ୍ୟ ସଫଳ ହେବେ । ଆତ୍ମୀୟସ୍ଵଜନଙ୍କ ପାଇଁ ଭୋଗ ବିଳାସଦ୍ରବ୍ୟ ଓ ଗୃହୋପକାରଣ କ୍ରୟକରିବେ । ବ୍ୟବସାୟରେ ଉନ୍ନତି ହେବ । ତରବରିଆ ହିସାବରେ କୌଣସି କାର୍ଯ୍ୟ ନକରି ସବୁଆଡକୁ ନଜର ଦେଇ କର୍ମ କରିବା ଉଚିତ୍ । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।

ତୁଳା:-

ନିର୍ମାଣ, ଯୋଗାଯୋଗ, ସଭାସମିତି ପାଇଁ ଅଧିକ ସମୟ ଦେବାକୁ ପଡିବ । କର୍ମ କ୍ଷେତ୍ରରେ କୌଣସି ଅସୁବିଧା ହେବ ନାହିଁ ଶୁଭ ସୂଚନା ପାଇବେ । ଆଇନ ଅଦାଲତ ଓ ପାରିବାରିକ କ୍ଷେତ୍ରରେ ରହିଥିବା ସମସ୍ୟା ସମାଧାନ ହୋଇଯିବ । ବ୍ୟବସାୟୀମାନେ ପ୍ରଚୁର ଲାଭ ପାଇବେ ଓ ମାନ-ପ୍ରତିଷ୍ଠା ବଢିବ । ମାନସିକ ଚିନ୍ତା ଦୂର ହେବ । ଯେଉଁ କ୍ଷେତ୍ରରେ ନିବେଶ କରିଲେ ଲକ୍ଷ୍ମୀଙ୍କ କୃପା ପ୍ରାପ୍ତି ହେବ ଓ ରୋଜଗାରରେ ଉନ୍ନତି ହେବ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

ବିଚ୍ଛା:-

ଚାକିରୀ କ୍ଷେତ୍ରରେ ପଦୋନ୍ନତି ହେବାସହ ସ୍ଥାନାନ୍ତର ମଧ୍ୟ ହୋଇପାରେ । ପାରିବାରିକ ସ୍ନେହ ସହାନୁଭୁତି ପ୍ରାପ୍ତି ହେବ । ପରସ୍ପରକୁ ସାହାଯ୍ୟ ସହଯୋଗ କରି ଗଠନମୂଳକ ଦିଗପ୍ରତି ଆଗ୍ରହ ଓ ଉତ୍ତମ ଯୋଜନାବଦ୍ଧ ହେବାର ସମ୍ଭାବନା ଅଛି । ଈର୍ଷାପରାୟଣ ବ୍ୟକ୍ତିମାନେ ଦୂରେଇ ଯିବା ସହ ଶତୃମାନେ ମଥାନତ କରିବେ । ପୁରାତନ ରୋଗରୁ ଉପସମ ପାଇ ନିର୍ମାଣ ମୂଳକ ଯୋଜନାରେ ଆଗେଇ ପାରିବେ । ରାଜନୀତି କ୍ଷେତ୍ରରେ ପ୍ରତିଷ୍ଠା ପ୍ରତିପତ୍ତି ବୃଦ୍ଧି ପାଇବ । ପ୍ରତିକାର- ମହୁଟିକେ ଖାଇ ଘରୁ ବାହାରନ୍ତୁ ।

ଧନୁ:-

ଶୁଭ କାମ କରି ପ୍ରଶଂସିତ ହେବେ । ସନ୍ତାନ ସନ୍ତତିଙ୍କ ମର୍ଜି ରକ୍ଷାକରି ଶାନ୍ତି ପାଇବେ । ନୂଆ ସମ୍ପର୍କ ହେବ ଓ ଅଧାଥିବା କାର୍ଯ୍ୟ ପୂରଣ ହେବ । ନିଜ ଲୋକମାନେ ହିଁ କାମରେ ଆସିବେ । ସାମାଜିକ ସ୍ତରରେ ସମ୍ମାନଲାଭ କରିବେ । ପାରିବାରିକସ୍ଥିତି ସନ୍ତୋଷ ଜନକ ହେବ । ରାଜନୀତିରେ ସଫଳତା ମିଳିବ । ପିଲାମାନଙ୍କ କାର୍ଯ୍ୟରେ ଖୁସି ହେବେ । ଶତୃମାନେ ଦୁର୍ବଳ ହେବେ ଏବଂ ଆୟରପନ୍ଥା ସହଜ ହେବ । ବନ୍ଧୁ ପରିବାର ଠାରୁ ସୁଖ ମିଳିବ । ପରିଶ୍ରମ ଦ୍ଵାରା ବ୍ୟବସାୟ ବଢିବ । ପ୍ରତିକାର- ଅସହାୟଙ୍କୁ ସାହାଯ୍ୟ କରନ୍ତୁ ।

ମକର:-

ସାଧୁ, ସତ୍ୟବାଦୀ, ଧର୍ମାତ୍ମା, ଗୁରୁବ୍ରାହ୍ମଣଙ୍କ ସହ ସମ୍ପର୍କ ସ୍ଥାପନହେବ । କଳା, ସାହିତ୍ୟ ଓ ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ ସମସ୍ୟା ସମାଧାନ ହୋଇଯିବ । ବନ୍ଧୁ ସମାଗମ ହେବ ଓ ଗୃହରେ ମାଙ୍ଗଳିକ କାର୍ଯ୍ୟ ହେବା ପାଇଁ ଆୟୋଜନ କରିବେ । ସ୍ୱାସ୍ଥ୍ୟ ସମ୍ବନ୍ଧୀୟ ସମସ୍ୟାକୁ ନେଇ ନିତ୍ୟଚର୍ଯ୍ୟାରେ ବ୍ୟବଧାନ ଉପସ୍ଥିତ ହେବ । ସନ୍ତାନ ଯୋଗେ ଚିନ୍ତିତ ରହିବେ । ରାସ୍ତା ଘାଟରେ ଅତ୍ୟନ୍ତ ସତର୍କତା ସହ ଯାତାୟାତ କରିବା ଉଚିତ୍ । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।

କୁମ୍ଭ:-

ଶତୃମାନେ ପରାଜିତ ହେବେ । ଶରୀର ସୁସ୍ଥ ହେବା ସହ ମାନସିକ ଦୁଶ୍ଚିନ୍ତା ଦୂରେଇ ଯିବ । ଆୟବୃଦ୍ଧି, ଋଣମୁକ୍ତି, କର୍ମ କ୍ଷେତ୍ରରେ ଲୋକ ସମ୍ପର୍କ ବୃଦ୍ଧି ହେବ । ଭୋଗ ବିଳାସକୁ ତୁଚ୍ଛମଣି କର୍ତ୍ତବ୍ୟ ସାଧନକୁ ଭଗବତ୍ ସେବାଭଳି ମାନ୍ୟତା ଦେବେ । ଉଚ୍ଚାଧିକାରୀ ଓ ସହକର୍ମୀମାନେ କର୍ମକ୍ଷେତ୍ରରେ ସହଯୋଗ କରିବେ । ବ୍ୟବସାୟୀ ମାନଙ୍କର କାରବାର ବଢିବ ଓ ଲୋକ ସମ୍ପର୍କ ବୃଦ୍ଧି ହେବ । କ୍ଷମତା ଶକ୍ତି ବଳରେ ନିଜର ସମୟ ବିତାଇବେ । ପ୍ରତିକାର- ଆମିଷ ସେବନ କରନ୍ତୁ ନାହିଁ ।

ମୀନ:-

ବ୍ୟବସାୟରେ ବକେୟା ଅର୍ଥ ଆଦାୟ ହେବାସହ ଲାଭର ପରିମାଣ ଅଧିକ ହେବ । ପିଲାଙ୍କ ସହ ଖୁସିଗପ କରିବାରେ ମଉକା ଜୁଟିବ । ପାରିବାରିକ ସ୍ତରରେ ଭୁଲ ବୁଝାମଣାର ସମାଧାନ ହୋଇ ଉନ୍ନତିମୂଳକ ପଦକ୍ଷେପ ନେବେ । ବାଦବିବାଦ, ପରୀକ୍ଷା, ପ୍ରତିଯୋଗୀତା, ମାଲିମୋକଦ୍ଦମା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ । ସହକର୍ମୀମାନଙ୍କ ସହ ଶତ୍ରୁତା ମେଣ୍ଟିଯିବ । ମନରେ ଅଶାନ୍ତି ଅସନ୍ତୋଷ ଦେଖାଦେଇ ପାରେ । ପରିବାର ହିତ ପାଇଁ ଅଧିକ ଖର୍ଚ୍ଚାନ୍ତ ହେବେ । ପ୍ରତିକାର:- ଚାଉଳ କୁଆ ପାରାଙ୍କୁ ଖାଇବାକୁ ଦିଅନ୍ତୁ ।

Jyotirbid Dr. Pramod Satapathy
Jantra Jyotisha, Cuttack

For personalized consultation and appointment,
you can connect on WhatApp @ 7008758366 or 9437006746
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 9937745975 or 943700674


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!