ଦୈନିକ ରାଶିଫଳ: 13 ଏପ୍ରିଲ 2022, ଶ୍ରୀ ଗଣେଶଙ୍କ କୃପାରୁ ଏହି 4ଟି ରାଶିଙ୍କୁ ମିଳିବ କିଛି ବଡ ଖୁସି ଖବର

ଶେୟାର କରନ୍ତୁ ଅନ୍ୟମାନକ ସହିତ

୨୦୨୨ ମସିହା, ଏପ୍ରିଲ ମାସ ୧୩ ତାରିଖ, ବୁଧବାର, ମୀନ ମାସ ୩୦ ଦିନ, ଚୈତ୍ରମାସ ଶୁକ୍ଳପକ୍ଷ, ଦ୍ଵାଦଶୀ ତିଥି, ମଘା ନକ୍ଷତ୍ର ଦିବା ୯ ଟା ୩୫ମିନିଟ୍ ପରେ ପୂର୍ବାଫାଲଗୁନୀ ନକ୍ଷତ୍ର, ସିଂହ ରାଶିରେ ଚନ୍ଦ୍ର । ଗଣ୍ଡ ଯୋଗ ଦିବା ୧୧ଟା ୧୪ମିନିଟ୍ ପରେ ବୃଦ୍ଧି ଯୋଗ । ବବ କରଣ ସନ୍ଧ୍ୟା ୫ଟା ୨ ମିନିଟ୍ ପରେ ବାଳବ କରଣ । କର୍କଟ ରାଶିର ଘାତବାର । କର୍କଟ ଓ ମକର ରାଶିର ଘାତଚନ୍ଦ୍ର । ପୋଇ, ମସୁରଡାଲି ନ ଖାଇଲେ ଭଲ । ଯୋଗିନୀ- ନୈଋତେ ନିଶାନ୍ତ ୪ଟା ୫୦ମିନିଟ୍ ପରେ ଦକ୍ଷିଣେ ଯାତ୍ରା ନିଷେଧ ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ଶ୍ରାଦ୍ଧତର୍ପଣ- ଦ୍ଵାଦଶୀର ଏକୋଦ୍ଧିଷ୍ଟ ଓ ପାର୍ବଣ ଶ୍ରାଦ୍ଧ । ଅଶୁଭସମୟ- ଦିବା ୮ଟା ୪୧ମିନିଟ୍ ରୁ ଦିବା ୧୦ଟା ୧୪ମିନିଟ୍, ଦିବା ୧୧ଟା ୪୮ମିନିଟ୍ ରୁ ଦିବା ୧ଟା ୨୧ମିନିଟ୍, ରାତ୍ରି ୨ଟା ୪୦ମିନିଟ୍ ରୁ ରାତ୍ରି ୪ଟା ୭ମିନିଟ୍ । ଶୁଭସମୟ- ସକାଳ ୫ଟା ୩୫ମିନିଟ୍ ରୁ ୭ଟା ୧୪ମିନିଟ୍, ଦିବା ୧୦ଟା ୧୪ମିନିଟ୍ ରୁ ୧୧ଟା ୨୩ମିନିଟ୍, ଦିବା ୧ଟା ୫୨ମିନିଟ୍ ରୁ ୫ଟା ୧୧ମିନିଟ୍, ସନ୍ଧ୍ୟା ୬ଟା ୪୭ମିନିଟ୍ ରୁ ୧୦ଟା ୩୮ମିନିଟ୍, ରାତ୍ର ୧ଟା ୪୩ମିନିଟ୍ ରୁ ରାତ୍ର ୨ଟା ୪୦ମିନିଟ୍, ରାତ୍ର ୪ଟା ୭ମିନିଟ୍ ରୁ ୫ଟା ୩୪ମିନିଟ୍ । ପର୍ବଦିନ- ମାସାନ୍ତ, ବର୍ଷାନ୍ତ, କୁମ୍ଭ ରାଶିରୁ ମୀନ ରାଶିକୁ ବୃହସ୍ପତି ସଂଚାର କରିବେ ।

ମେଷ:-ଶତୃମାନେ ମଥାନତ କରିବେ । ସାମାଜିକ ପତିଆରା ଭଲ ରହିବ । ପାରିବାରିକ କ୍ଷେତ୍ରରେ ସ୍ନେହ ସଦ୍ଭାବ ଦେଖାଦେବ । ବ୍ୟବସାୟରେ ଇଚ୍ଛା ମୁତାବକ ଲାଭ ପାଇବେ । ଅନେକ ଶୁଭ କର୍ମର ସୁଯୋଗ ପାଇବେ । ରାଜନୀତି କ୍ଷେତ୍ରରେ ପ୍ରତିଷ୍ଠା ପ୍ରତିପତ୍ତି ବୃଦ୍ଧି ପାଇବ । ଆୟବୃଦ୍ଧି, ଋଣମୁକ୍ତି, କର୍ମ କ୍ଷେତ୍ରରେ ଲୋକ ସମ୍ପର୍କ ବୃଦ୍ଧି ହେବ । ସନ୍ତାନ ସନ୍ତତିଙ୍କ ମର୍ଜି ରକ୍ଷାକରି ଶାନ୍ତି ପାଇବେ । ନିଜ ଚେଷ୍ଟାରେ ବାକିଥିବା ଅର୍ଥ ପାଇବେ । ପ୍ରତିକାର-ଲାଲଚନ୍ଦନ ବା ସିନ୍ଦୁର ଟିକେ ମସ୍ତକରେ ଲଗେଇ ଦିଅନ୍ତୁ ।

ବୃଷ:-ବ୍ୟବସାୟରେ ଲାଭର ପରିମାଣ ଅଧିକ ହେବ । ପାରିବାରିକ ସ୍ନେହ ସହାନୁଭୁତି ପ୍ରାପ୍ତି ହେବ । ଉତ୍ତମ ଯୋଜନାବଦ୍ଧ ହେବାର ସମ୍ଭାବନା ଅଛି । ବନ୍ଧୁବାନ୍ଧବ ମାନେ ଆର୍ଥିକ କ୍ଷେତ୍ରରେ ସାହାଯ୍ୟ ସହଯୋଗ କରିବେ । ପରସ୍ପରକୁ ସାହାଯ୍ୟ ସହଯୋଗ କରି ଗଠନମୂଳକ ଦିଗପ୍ରତି ଆଗ୍ରହୀ ହେବେ । ନିର୍ମାଣ ମୂଳକ ଯୋଜନାରେ ଆଗେଇ ପାରିବେ । ରାଜନୀତିରେ ସଫଳତା ମିଳିବ । ଅଭାବ ଅସୁବିଧା ଥାଇ ମଧ୍ୟ କୌଣସି କାମ ଅଟକିବ ନାହିଁ । ପ୍ରତିକାର:- ଅଶ୍ୱସ୍ଥ ବୃକ୍ଷମୂଳରେ ଗୁଡ଼ ଥୋଇ ପ୍ରଣାମ କରନ୍ତୁ ।

ମିଥୁନ:-ସମାଜସେବା ଓ ରାଜନୀତିରେ ସ୍ଵନାମ ଅର୍ଜନ କରିପାରିବେ । ସ୍ଵାସ୍ଥ୍ୟରେ ଉନ୍ନତି ହେବାସହ ମାନସିକ ସ୍ଥିରତା ଦେଖାଦେବ । ମାଲିମୋକଦ୍ଦମା ଓ ସାକ୍ଷାତକାରରେ ଜୟଲାଭ ହେବ । ପାରିବାରିକ ସ୍ତରରେ ଭୁଲ ବୁଝାମଣାର ସମାଧାନ ହୋଇ ସୁଖ ଶାନ୍ତି ବିରାଜ ମନ କରିବ । ଉନ୍ନତିମୂଳକ ପଦକ୍ଷେପ ନେବା ଫଳରେ ମାନସିକ ଦୁଶ୍ଚିନ୍ତା ଓ ଶତୃବଧା ଦୂରେଇ ଯିବ । କଳକାରଖାନା ପରିବହନ ଓ ଭାଗୀଦାରୀ ବ୍ୟବସାୟରେ ଭଲ ଲାଭ ପାଇବେ । ପ୍ରତିକାର- ସବୁଜ ରଙ୍ଗର ରୁମାଲ ଟିଏ ପାଖରେ ରଖନ୍ତୁ ।

କର୍କଟ:-ପାରିବାରିକ ସ୍ତରରେ ଶାନ୍ତି ଶୃଙ୍ଖଳା ବଜାୟ ରହିବ । ପିଲାମାନଙ୍କ କାର୍ଯ୍ୟରେ ଆନନ୍ଦିତ ହେବେ । ସରକାରୀ ଚାପ ପଡିଲେ ମଧ୍ୟ ରାଜନୀତିରେ ସଫଳତା ମିଳିବ । ବ୍ୟବସାୟରେ ସାମାନ୍ୟ ଲାଭ ପାଇବେ । ଶିକ୍ଷା କ୍ଷେତ୍ରରେ ମାନସିକ ସ୍ଥିରତା ଦେଖାଦେବ । ମାନସିକ ବିଷାଦ, ଦାମ୍ପତ୍ୟ କଳହ, ଭୟ ଆଶଙ୍କା ଦୂରେଇଯିବ । ଆୟ ବ୍ୟୟରେ ତାଳମେଳ ରହିବ ନାହିଁ । ଏକୁଟିଆ ରାସ୍ତାରେ ଯିବା ସମୟରେ ସତର୍କ ରହିବା ଆବଶ୍ୟକ । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।

ସିଂହ:-ଶତ୍ରୁହାନି, ଉଚ୍ଚ ପ୍ରଶଂସା ଲାଭ, ଦମ୍ଭ ସାହସ ବୃଦ୍ଧି, କ୍ଷମା ଗୁଣରେ ଯଶ ପ୍ରାପ୍ତି, ସୁସମ୍ବାଦ ଶୁଣିବେ ଓ ଆର୍ଥିକ ସଙ୍କଟ ଦୂରେଇ ଯିବ । ଉତ୍ତରାଧିକାରୀ ସୂତ୍ରରୁ କିଛି ଧନ ସମ୍ପତ୍ତି ପାଇବାର ଯୋଗ ଅଛି । କର୍ମକ୍ଷେତ୍ରରେ ପଦୋନ୍ନତି ଓ ସାହାଯ୍ୟ ପ୍ରାପ୍ତି ହେବ । ଗୃହବାହନ ପ୍ରାପ୍ତି, ପରିଜନ ଓ ସାଧୁଜନପ୍ରିୟ ହେବେ । ଧନ ସମ୍ପତିରେ ଘର ହସି ଉଠିବ । ଉଚ୍ଚଆଶା ସଫଳ ହେବ । ବିଚାର ବିଭାଗ ରାୟ ସପକ୍ଷରେ ଯିବ । ପ୍ରତିକାର- ବେଲକାଠରେ ଚନ୍ଦନ ଘୋରି ଧାରଣ କରନ୍ତୁ ।

କନ୍ୟା:-ସମସ୍ତ ଗୁରୁତ୍ୱପୂର୍ଣ୍ଣ ନିଷ୍ପତି ନେଇ ବିଦେଶ ଯାତ୍ରାରେ ଲାଭବାନ ହେବେ । ବ୍ୟବସାୟରେ ପ୍ରତିଦ୍ଵନ୍ଦିତା ସତ୍ତ୍ୱେ ଆୟ ବଢିବ । କର୍ମ କ୍ଷେତ୍ରରେ ଶ୍ରମ ସାର୍ଥକ ହେବ । ଅଶାନ୍ତିର ଝଡ ଶାନ୍ତ ହେବ । ପାରିବାରିକସ୍ଥିତି ସନ୍ତୋଷ ଜନକ ହେବ । ସ୍ଵଜନଙ୍କ ପାଇଁ ଭୋଗ ବିଳାସଦ୍ରବ୍ୟ କ୍ରୟକରି ଆର୍ଥିକ ଶଙ୍କଟ ଭୋଗିବେ । ନିଜସ୍ଵାର୍ଥ ପାଇଁ ଠିକିଲେ ଶିଖିବା ସ୍ଵଭାବ ପ୍ରକାଶ ପାଇବ । କର୍ମ ମୁଖରତା ଯୋଗେ ବିଛିନ୍ନ ହୋଇ ପଡିବା ଅସମ୍ଭବ ନୁହେଁ । ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ ।

ତୁଳା:-ସାମାଜିକ ପତିଆରା ଅମଳିନ ରହିବ । ପୈତୃକ ସମ୍ପତ୍ତିକୁ ନେଇ ପାରିବାରିକ ଦ୍ଵନ୍ଦର ସମାଧାନ ହୋଇଯିବ । ଆର୍ଥିକ ଦିଗରୁ ସୁବିଧା ସୁଯୋଗ ପାଇବା ଫଳରେ ମାନସିକ ଏକାଗ୍ରତା ବଜାୟ ରହିବ । ଚିତ୍ତପ୍ରସନ୍ନ ରହିବା ଯୋଗେ କାର୍ଯ୍ୟ ସିଦ୍ଧି ହେବ । ଆୟ ଉପାର୍ଜନ କ୍ଷେତ୍ରପ୍ରତି ସଙ୍କଟ ସୃଷ୍ଟି ହେବ ନାହିଁ । ଧୈର୍ଯ୍ୟ ଓ ସହନ ଶୀଳତା କାଏମ ରହିବା ଯୋଗେ ଅନେକ ସମସ୍ୟା ଦୂର ହୋଇ ଉଚ୍ଚ ଆଶାରେ ଆଗେଇବେ । ପ୍ରତିକାର- ଧଳାବସ୍ତ୍ର ପରିଧାନ କରନ୍ତୁ । ନତୁବା ଧଳା ରୁମାଲ ଟିଏ ପାଖରେ ରଖନ୍ତୁ ।

ବିଚ୍ଛା:-ସମାଜ ସେବାରେ ସ୍ଵନାମ ଅର୍ଜନ କରିପାରିବେ । ବ୍ୟବସାୟ କ୍ଷେତ୍ରରେ ଅନେକ ସୂତ୍ରରୁ କିଛି ଧନ ସମ୍ପତ୍ତି ପାଇବାର ଯୋଗ ଅଛି । ପାରିବାରିକ କ୍ଷେତ୍ରରେ ଶାନ୍ତି ବିରାଜମାନ କରିବ । ଅନେକ କାର୍ଯ୍ୟ ନିଜେ ସମାଧାନ କରିବାକୁ ସାହସ ବାନ୍ଧିବେ । କର୍ମକ୍ଷେତ୍ରରେ ସହକର୍ମୀ ଓ ଉପରିସ୍ଥ କର୍ମଚାରୀଙ୍କ ଠାରୁ ପ୍ରଶଂସିତ ହେବେ । ବାଦବିବାଦ, ମାଲିମୋକଦ୍ଦମା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

ଧନୁ:-ସନ୍ତାନଙ୍କର ଉନ୍ନତିରେ ଖୁସି ହେବେ । ଅନେକ କ୍ଷେତ୍ରରେ ସ୍ଵାଭିମାନ ରକ୍ଷା ହେବ । ବ୍ୟବସାୟୀମାନେ ନୂତନ ବାଣିଜ୍ୟର ପରିକଳ୍ପନା କରିବେ । ପରୀକ୍ଷା, ପ୍ରତିଯୋଗୀତା, ସାକ୍ଷାତକାରରେ ବିଜୟୀ ହେବେ । ରାଜନୀତିରେ କୃତକାର୍ଯ୍ୟ ହେବେ । ଭାତୃ ବିବାଦ, ଜମି ବାଡି ଓ ଘର ଜାଗାନେଇ ଥିବା ଦ୍ଵନ୍ଦର ସମାଧାନ ହେବ । ପୁରାତନ ରୋଗର ଉପସମ ଓ ବନ୍ଧୁ ସମାଗମ ହେବ । ପରିବାରରେ ମାନ ମନାନ୍ତର ଦୂର ହୋଇ ସୁଖ, ସମ୍ପତ୍ତି ଲାଭ ହେବ । ପ୍ରତିକାର- ହଳଦୀରଙ୍ଗର ରୁମାଲ ଟିଏ ପାଖରେ ରଖନ୍ତୁ ।

ମକର:-ଆଧ୍ୟାତ୍ମିକ ଭାବଧାରରେ ଉଦବୁଦ୍ଧ ହୋଇ ସତସଙ୍ଗ ଓ ଧର୍ମଚର୍ଚ୍ଚା ଦିଗକୁ ମନ ବଳେଇବେ । ପ୍ରସିଦ୍ଧ ବ୍ୟକ୍ତିମାନଙ୍କ ସହ ସମ୍ପର୍କସ୍ଥାପନ ହେବ । ବନ୍ଧୁ ମିଳନରେ ମନ ପ୍ରଫୁଲ୍ଲ ରହିବ । ବନ୍ଧୁଙ୍କ ସମସ୍ୟା ସମାଧାନ କରିବା ପାଇଁ ଚିନ୍ତା କରିବେ । ଆର୍ଥିକସ୍ଥିତି ପୂର୍ବପରି ଠିକ୍ ରହିବ । ବିଦ୍ୟା କ୍ଷେତ୍ରରେ ଉନ୍ନତି ହେବ । ମିତ୍ର ଓ ସହଯୋଗୀଙ୍କ ଦ୍ଵାରା ଆଶାତୀତ ସହଯୋଗ ମିଳିବ । ରାସ୍ତା ଘାଟରେ ଅତ୍ୟନ୍ତ ସତର୍କତା ସହ ଯାତାୟାତ କରିବା ଉଚିତ୍ । ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ ।

କୁମ୍ଭ:-ଶାରୀରିକ ସୁସ୍ଥତା ସହ ମାନସିକ ଶାନ୍ତି ଦେଖାଦେବ । ଶତୃମାନେ ସାମ୍ନାକୁ ଆସିବାକୁ ସାହସ କରିବେ ନାହିଁ । କର୍ମକ୍ଷେତ୍ରରେ ପ୍ରଶଂସିତ ହେବେ । ବ୍ୟବସାୟରେ ଉଧାର ଦେଇ ଫେରି ପାଇବା ସହଜ ହେବ । ପାରିବାରିକ କ୍ଷେତ୍ରରେ ସାଧାରଣ ଚଳଣି ଅତୁଟ ରହିବ । ଖୋଜୁଥିବା ଜିନିଷ ହଠାତ୍ ମିଳିଯିବ । ରାଜନୀତିରେ ପ୍ରଶଂସିତ ହେବେ । ମାଲିମୋକଦ୍ଦମା ଓ ସାକ୍ଷାତକାରରେ ସଫଳ ହେବେ । ଅଟକିଥିବା ବା ଉଧାର ଦେଇଥିବା ଟଙ୍କା ମିଳିଯିବ । ପ୍ରତିକାର- ଅଷ୍ଟଗନ୍ଧ ତିଳକଚନ୍ଦନ ଧାରଣ କରନ୍ତୁ ।

ମୀନ:-ପାରିବା ଚାଷୀ ଓ ବ୍ୟବସାୟୀମାନେ ଆଶାତୀତ ଲାଭ ପାଇବେ । ବୁଦ୍ଧିମତା କାରଣରୁ ପ୍ରତିଷ୍ଠା, ପ୍ରତିପତ୍ତି ମାନସମ୍ମାନ ଲାଭ ହେବ । ଅତି ଭଲ ସମ୍ପର୍କ ଥିବା ବନ୍ଧୁଙ୍କ ଠାରୁ ଆର୍ଥିକ ସାହାଯ୍ୟ ମିଳିବ । ବହୁତ ଦିନରୁ ଅଟକିଥିବା କାର୍ଯ୍ୟ ସମ୍ପନ୍ନ ହେବ । ସହକର୍ମୀ ମାନଙ୍କ ସହ ବାଦବିବାଦର ଅବସାନ ଘଟିବ ଓ କର୍ମ କ୍ଷେତ୍ରରେ ଶୁଭ ଖବର ପାଇ ଖୁସୀ ହେବେ । ଲକ୍ଷ୍ୟ ପୂରଣ ହେବାରେ କୌଣସି ଅସୁବିଧା ହେବ ନାହିଁ । ପ୍ରତିକାର- ହଳଦୀରଙ୍ଗର ବସ୍ତ୍ର ପରିଧାନ କରନ୍ତୁ । ନତୁବା ହଳଦୀରଙ୍ଗର ରୁମାଲ ଟିଏ ପାଖରେ ରଖନ୍ତୁ ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!