ମେଷ:-ଧାର୍ମିକ କାର୍ଯ୍ୟରେ ମନ ବଳାଇବେ। ବାଦବିବାଦ, ଖେଳ, କୁଦ, ପ୍ରତିଯୋଗିତା ପରୀକ୍ଷା ଓ ବିଦ୍ୟା କ୍ଷେତ୍ରରେ ପ୍ରଶଂସା ପାଇବେ। ପାରିବାରିକ ଦୁଶ୍ଚିନ୍ତାରେ ମାନସିକ ଅଶାନ୍ତି ଦେଖାଦେଇ ପାରେ। ବ୍ୟବସାୟରେ ଅଧିକ ପରିଶ୍ରମ କରି ଉଚିତ୍ ଲାଭ ପାଇବେ। ନିଜର କର୍ତ୍ତବ୍ୟ ପ୍ରତି ଧ୍ୟାନ ରଖିବା ଅତ୍ୟନ୍ତ ଆବଶ୍ୟକ। କାର୍ଯ୍ୟକ୍ଷେତ୍ରରେ କଠିନ ପରିଶ୍ରମ ଦ୍ଵାରା ଆଗକୁ ବଢି ପାରିବେ। ପ୍ରେମୀକ ପ୍ରେମିକାଙ୍କ ସାମଞ୍ଜସ୍ୟ ବୃଦ୍ଧି ହେବ। ପ୍ରତିକାର:-ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।
ବୃଷ:-ସାମାଜିକ ପତିଆରା ଅମଳିନ ରହିବ। ଉଚ୍ଚାଧିକାରୀ, ସହକର୍ମୀ, ଭାଇ ବନ୍ଧୁ ବା କୌଣସି ବିଶିଷ୍ଟ ବ୍ୟକ୍ତିଙ୍କର ସହଯୋଗ ମନୋବଳକୁ ବଢେଇଦେବ। ଉଚିତ୍ ପନ୍ଥା ଗ୍ରହଣ କରି ବ୍ୟବସାୟରେ ସଫଳତା ଅର୍ଜନ କରିବେ। ବାଦବିବାଦ, ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତ୍କାରରେ ସଫଳ ହେବେ। ବ୍ୟବସାୟ କ୍ଷେତ୍ରରେ ଯେତେ ଅଧିକ ପରିଶ୍ରମ କରିବେ ସେତେ ଅଧିକ ଲାଭ ହେବ। ସ୍ୱାସ୍ଥ୍ୟ ପାଇଁ ସତର୍କ ରହିବା ଉଚିତ୍। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।
ମିଥୁନ:-ସ୍ୱାସ୍ଥ୍ୟ ଦିଗରୁ ଆଶ୍ଵସ୍ତି ଲାଭ କରିବା ସହ ନୂଆ ଯୋଜନାରେ ସଫଳହେବେ। ଯଶକୀର୍ତ୍ତୀ, ମାନସମ୍ମାନ, ପ୍ରତିଷ୍ଠା ପ୍ରତିପତ୍ତିରେ ବୃଦ୍ଧି ହେବ। ଜମି ଜମା ସଙ୍କ୍ରାନ୍ତିୟ ପଟ୍ଟା, ଦସ୍ତାବେଜ ଏବଂ ଅନୁବନ୍ଧନ ଆଦିରେ ସଫଳତା ମିଳିବ। ପାରିବାରିକ କ୍ଷେତ୍ରରେ ସ୍ନେହସଦ୍ଭାବର ବୃଦ୍ଧି ହେବ। କର୍ମକ୍ଷେତ୍ରରେ ଉଚ୍ଚାଧିକାରୀଙ୍କ ସହଯୋଗରେ ଉନ୍ନତି ହେବ। ଖେଳ, କୁଦ ପ୍ରତିଯୋଗିତାରେ ଓ ବିଦ୍ୟା କ୍ଷେତ୍ରରେ ପ୍ରଶଂସା ପାଇବେ। ପ୍ରତିକାର- ଗଙ୍ଗାଜଳ ଟିକେ ସେବନ କରନ୍ତୁ।
କର୍କଟ:-ମାନସିକ ଶାନ୍ତି ଅନୁଭବ କରିବେ। ଦୂରଯାତ୍ରାରେ ସଫଳ ହେବେ। ମାନସିକ ବିଷାଦ, ଦାମ୍ପତ୍ୟ କଳହ ଓ ଭୟ ଆଶଙ୍କା ଦୂରେଇ ଯିବ। ବକେୟା ଅର୍ଥ କିଛି ମିଳିବ। ବାଦବିବାଦ, ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତ୍କାରରେ ସଫଳ ହେବେ। ରାଜନୀତିରେ ଲୋକସମର୍ଥନକୁ ଆଧାର କରି ବଳୀୟାନ ହେବେ। ଜାଗା, ଜମି, ବାସଗୃହ ଓ ଯାନବାହାନ ଆଦି କ୍ରୟକରି ପାରନ୍ତି। ପୁଞ୍ଜି ଲଗାଣ, ଉଦ୍ୟୋଗ, ଧନ ଆଦାନ ପ୍ରଦାନରେ ଲାଭବାନ୍ ହେବେ। ପ୍ରତିକାର- ତୁଲସୀ ମୂଳ ମାଟି ମୁଣ୍ଡରେ ଧାରଣ କରନ୍ତୁ।
ସିଂହ:-ରାଜନୀତି କ୍ଷେତ୍ରରେ ପରିଶ୍ରମ କରି ପ୍ରତ୍ୟେକ କ୍ଷେତ୍ରରେ ଉଚ୍ଚସ୍ଥିତି ରକ୍ଷା କରି ପାରିବେ। ବ୍ୟବସାୟୀମାନେ ଧନଲାଭ କରିବାର ସୁଯୋଗ ପାଇବେ। ସହକର୍ମୀମାନଙ୍କ ସହ ବାଦବିବାଦର ଅବସାନ ଘଟିବ। ବିଭିନ୍ନଦିଗରୁ ସାହାଯ୍ୟ ସହଯୋଗ ମିଳିବ। ନୂତନ ବନ୍ଧୁଙ୍କୁ ପାଇ ଖୁସୀହେବେ। ଲକ୍ଷ୍ୟ ପୂରଣ ହେବାରେ କୌଣସି ଅସୁବିଧା ହେବନାହିଁ। ପରିବାରରରେ ମନୋମାଳିନ୍ୟକୁ ଏଡ଼େଇ ପାରିଲେ ଶାନ୍ତି ମିଳିବ। ପ୍ରତିକାର:-କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।
କନ୍ୟା:-ସମସ୍ତ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଲେ ଅଚାନକ ଧନପ୍ରାପ୍ତି ହେବ। ବ୍ୟବସାୟ କ୍ଷେତ୍ରରେ ପ୍ରସାର ପ୍ରଚାର କରି ଅତ୍ୟଧିକ ଲାଭ ପାଇବେ। ବାଦବିବାଦ, ମାଲିମୋକଦ୍ଦମା, ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତ୍କାରରେ ବିଜୟୀ ହେବେ। ବୃତ୍ତିଗତ ଦୃଷ୍ଟିରୁ ସମୟ ଅତ୍ୟନ୍ତ ଶୁଭ। ପରିବାରର ଅନ୍ୟ ସଦସ୍ୟଙ୍କ ସମ୍ବନ୍ଧ ଦୃଢ ହେବ ଓ ପାରିବାରିକ କ୍ଷେତ୍ରରେ ଶାନ୍ତି ବିରାଜମାନ କରିବ। ଜମିଜମା ସଙ୍କ୍ରାନ୍ତିୟ ସମସ୍ୟାରେ ସଫଳତା ମିଳିବ। ପ୍ରତିକାର- ଅସହାୟଙ୍କୁ ସାହାଯ୍ୟ କରନ୍ତୁ।
ତୁଳା:-ଆୟ ଉପାର୍ଜନ ବୃଦ୍ଧି ହେବ। ବନ୍ଧୁ ଓ ସହକର୍ମୀ ମାନଙ୍କ ଦ୍ଵାରା ଲାଭବାନ ହେବେ। ବ୍ୟବସାୟ କ୍ଷେତ୍ରରେ ପୁରୁଣାପ୍ରାପ୍ୟ ମଧ୍ୟ ଆଦାୟ ହୋଇ ପାରିବ। ରାଜନୈତିକ କ୍ଷେତ୍ରରେ ଦୂରଯାତ୍ରା କରି ପରିଶ୍ରମର ଉଚିତ୍ ମୂଲ୍ୟ ପାଇବେ। ଗୁରୁଜନ ଓ ଉଚ୍ଚପଦସ୍ଥ ବ୍ୟକ୍ତିଙ୍କଠାରୁ ସମ୍ମାନ ମିଳିବ। ପରିବାରରେ ଯେତେ ସମସ୍ୟା ଥିଲେ ମଧ୍ୟ ଶାନ୍ତି ଅନୁଭବ କରିବେ। ରାସ୍ତା ଘାଟରେ ଅତ୍ୟନ୍ତ ସତର୍କତା ସହ ଯାତାୟାତ କରିବା ଉଚିତ୍। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।
ବିଚ୍ଛା:-କୌଣସି ମହତ୍ତ୍ଵପୂର୍ଣ୍ଣ ବ୍ୟକ୍ତିଙ୍କ ସହିତ ଭେଟ ହେବ। ପ୍ରିୟଜନମାନେ ଆଗକୁ ବଢିବାରେ ସାହାଯ୍ୟ କରିବେ। ରାଜନୀତିରେ ଉନ୍ନତି ହେବା ସହ ବରିଷ୍ଠ ବ୍ୟକ୍ତି ଉଚ୍ଚାଧିକାରୀଙ୍କ ସହ ସମ୍ବନ୍ଧ ଦୃଢୀଭୁତ ହେବ। ଘର ପରିବାରରେ ବାତାବରଣ ଶାନ୍ତିପୂର୍ଣ୍ଣ ରହିବ। ପରୀକ୍ଷା ଓ ପ୍ରତିଦ୍ୱନ୍ଦିତାରେ ବିଜୟୀ ହୋଇ ସମ୍ମାନିତ ହେବେ। ପତିପତ୍ନୀଙ୍କର ବୁଝାମଣା ଠିକ୍ ରହିବାସହ ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ। ପ୍ରତିକାର:-ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ।
ଧନୁ:-ସ୍ୱାସ୍ଥ୍ୟସମସ୍ୟା ଦୂର ହୋଇଯିବ। ପୁରୁଣା ନିବେଶ ଲାଭ ଦେବ। ଆର୍ଥିକସ୍ଥିତି ସୁଧୁରି ଯିବା ଫଳରେ ଯଶ ପ୍ରତିଷ୍ଠା ମିଳିବ। ସମସ୍ତ ଫଇସଲା ଓ ନିର୍ଣ୍ଣୟ ବୁଦ୍ଧିମତାରେ ପରିପୂର୍ଣ୍ଣ ହେବ। ପ୍ରପର୍ଟୀ ସମ୍ବନ୍ଧିୟ ମାମଲା କାହାର ମଧ୍ୟସ୍ଥତା ଦ୍ଵାରା ଦୂର ହେବ। ଅଟକିଥିବା କାର୍ଯ୍ୟ ପୂରଣ ହେବ। ପ୍ରତିଯୋଗୀତା ପରୀକ୍ଷାରେ ଉତ୍ତୀର୍ଣ୍ଣ ହେବେ। କଠିନ କାର୍ଯ୍ୟ ସହଜରେ ସମାଧାନ କରିବେ। ସାମାଜିକ ପତିଆରା ଅମଳିନ ରହିବ। ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ।
ମକର:-ଶତ୍ରୁବାଧା ଦୂରେଇ ଯିବ ଓ ଋଣରୁ ମୁକ୍ତି ପାଇବା ପାଇଁ ସହଯୋଗ ଲୋଡିବେ। ସ୍ଵାସ୍ଥ୍ୟର କିଛି ପରିବର୍ତ୍ତନ ଘଟିବ। ପାରିବାରିକ କ୍ଷେତ୍ରରେ ଶାନ୍ତିଶୃଙ୍ଖଳା ଦେଖାଦେବ। ସେୟାର ବଜାର ଓ ପୁଞ୍ଜି ନିବେଶ କରିଲେ ବହୁତ ଧନ ପ୍ରାପ୍ତ ହେବ। ଶାରୀରିକ କଷ୍ଟ ଦୂର ହେବ। ବ୍ୟବସାୟରେ ଉନ୍ନତି ହେବାଫଳରେ ଖୁସି ରହିବେ। କୌଣସି ନୂତନ କର୍ମ କରିବାକୁ ଚାହୁଁଥିଲେ ସେଥିରେ ବିଜୟୀ ହେବେ। ପ୍ରତିକାର:-କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।
କୁମ୍ଭ:-ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତ୍କାରରେ ବିଜୟୀ ହେବେ। ଆପଣା ଲୋକଙ୍କ ମଧ୍ୟରୁ କେହି କ୍ଷୟକ୍ଷତି ଘଟାଇବାର ଉଦ୍ୟମ କରି ପାରନ୍ତି। ଶତୃପକ୍ଷ ଦୁର୍ବଳ ହୋଇ ଗୋଡ ଟାଣିବାର ପ୍ରଚେଷ୍ଠା ଆରମ୍ଭ କରିପାରନ୍ତି। ବନ୍ଧୁବାନ୍ଧବ ମାନଙ୍କ ସହ ସାବଧାନତା ପୂର୍ବକ ନ ଚଳିଲେ ବିପଦରେ ପଡିବେ। ଆୟକୁ ଚାହିଁ ବ୍ୟୟ କଲେ ଲୋକହସା ହେବେ ନାହିଁ। ରାସ୍ତାଘାଟରେ ଯଥେଷ୍ଠ ସତର୍କ ହୋଇ ଚଳପ୍ରଚଳ ହେବା ଆବଶ୍ୟକ। ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।
ମୀନ:-ନୂତନ ଗୃହସୁଖ ଓ ଯାନବାହନ ସୁଖ ମିଳିବ। ଶିକ୍ଷା କ୍ଷେତ୍ରରେ ମାନସିକ ସ୍ଥିରତା ଦେଖାଦେବ। ନୂଆ ନିଯୁକ୍ତି ପାଇବାର ସମ୍ଭାବନା ଅଛି। ଭାଗୀଦାର ବ୍ୟବସାୟରେ ଆର୍ଥିକସ୍ଥିତି ଆବଶ୍ୟକଠାରୁ ଅଧିକ ବିସ୍ତାରିତ ହେବ। କର୍ମକ୍ଷେତ୍ରରେ ଶତୃମାନେ ସତଚେଷ୍ଟା କଲେ ମଧ୍ୟ କୌଣସି କ୍ଷତି କରିପାରିବେ ନାହିଁ। ବ୍ୟବସାୟ ସମ୍ବନ୍ଧୀୟ ସମସ୍ତ ଜରୁରୀ କାର୍ଯ୍ୟ ଓ ଆବଶ୍ୟକ ଅର୍ଥ ଆଦାନ ପ୍ରଦାନ ସୁଚାରୁରୂପେ ହେବ। ପ୍ରତିକାର-ମାଦକଦ୍ରବ୍ୟଠାରୁ ଦୂରେଇ ରୁହନ୍ତୁ।