ସାପ୍ତାହିକ ରାଶିଫଳ: ୧୩ ଅପ୍ରେଲ ରୁ ଅପ୍ରେଲ ୧୯, ଏହି ସପ୍ତାହରେ ଏହି ସବୁ ରାଶି ବ୍ୟକ୍ତିଙ୍କୁ ମିଳିବ ଆକସ୍ମିକ ଧନ ଲାଭ

ଶେୟାର କରନ୍ତୁ ଅନ୍ୟମାନକ ସହିତ

ମେଷ:-

ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ହେବ। ଭାଗିଦାର ବ୍ୟବସାୟ ପାଇଁ ସାହାଯ୍ୟ ସହଯୋଗ ଅଚାନକ ମିଳିବ। ଧୈର୍ଯ୍ୟ ଓ ସହନଶୀଳତା ଯୋଗେ ଯଶ ମିଳିବ ଓ କମ୍ ପରିଶ୍ରମରେ ଆଶାଜନକ ଫଳପ୍ରାପ୍ତି ହେବ। ସାମାଜିକ ପତିଆରା ଅମଳିନ ରହିବ ଓ ଆୟ ଉପାର୍ଜନ ବୃଦ୍ଧି ହେବ। ଅଟକି ଯାଇଥିବା ଧନ, ଉଧାର ଦେଇଥିବା ଟଙ୍କା, ଋଣ କରିଥିବା ଅର୍ଥ ସହଜରେ ହସ୍ତଗତ ହେବ। ବିଦେଶ ଯାତ୍ରା ଫଳରେ ବିଶେଷ ଲାଭବାନ ହେବେ। ରାଜନୀତି କ୍ଷେତ୍ରରେ ଅପ୍ରିତିକର ପରିସ୍ଥିତି ଦେଖା ଦେଲେ ମଧ୍ୟ ତାହା କୌଶଳକ୍ରମେ ସମାଧାନ କରିବେ। କର୍ମକ୍ଷେତ୍ରରେ କିଛି ନୂଆସୁଯୋଗ ଆସିବ। ପାରିବାରିକ ସ୍ତରରେ ଶାନ୍ତି ଶୃଙ୍ଖଳା ଦେଖାଦେବ ଓ ଦାମ୍ପତ୍ୟ ଜୀବନରେ ଶାନ୍ତି ପାଇବେ। ବନ୍ଧୁଙ୍କୁ ଦେଇଥିବା ପ୍ରତିଶୃତି ରକ୍ଷାକରି ଉପରିସ୍ଥ ବ୍ୟକ୍ତିଙ୍କଠାରୁ ସମ୍ମାନ ମିଳିବ ଓ ଆୟ ବୃଦ୍ଧି ହେବ। ପରିବହନ କ୍ଷେତ୍ରରେ ସମସ୍ୟା ସମାଧାନ ହେବ। କର୍ମକ୍ଷେତ୍ରରେ ଗଠନମୂଳକ ପ୍ରସ୍ତାବ ଦେଇ ପ୍ରଶଂସିତ ହେବେ। ସାଙ୍ଗସାଥିମାନେ ସାହାଯ୍ୟ କରିବେ। ଖାଦ୍ୟପେୟର ଅନିୟମିତତା ସ୍ଵାସ୍ଥ୍ୟହାନିର କାରଣ ହେବ। ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:-

ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ବନ୍ଧୁମିତ୍ରଙ୍କ ସହ ମନୋରଞ୍ଜନ, ଭ୍ରମଣ ଫଳରେ ହସଖୁସିର ବାତାବରଣ ସୃଷ୍ଟି ହେବ। ନୂତନକର୍ମ ନିଯୁକ୍ତିରେ ସଫଳ ହେବେ। ପ୍ରେମିକ-ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳ ହେବେ। ଛାତ୍ର-ଛାତ୍ରୀମାନେ ଉଚ୍ଚଶିକ୍ଷା ପାଇଁ ଆଗ୍ରହୀ ହେବେ। ବିଦ୍ୟାର୍ଥୀମାନେ ନିଜର ଉଦ୍ଦେଶ୍ୟକୁ ସଫଳ କରିବାରେ ସକ୍ଷମ ହେବେ। କଳା, ସାହିତ୍ୟ, ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ, ବାଦବିବାଦ, ମାଲିମୋକଦ୍ଦମା, କ୍ରିଡା, ପ୍ରତିଦ୍ଵନ୍ଦିତା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ। ଗୃହପାଳିତ ପଶୁ ଓ ଯାନବାହାନ  ଇତ୍ୟାଦି କ୍ରୟ କରି ଲାଭବାନ୍ ହେବେ। ପାରିବାରିକ କ୍ଷେତ୍ରରେ ସ୍ନେହ ଶ୍ରଦ୍ଧାର ସ୍ରୋତ ଛୁଟିବାସହ ଶାନ୍ତିର ବାତାବରଣ ଦେଖାଦେଇ ପାରେ। ଘରୋଇ ସଂସ୍ଥାର କର୍ମ କ୍ଷେତ୍ରରେ ସହଯୋଗୀମାନେ ସହଯୋଗ କରିବେ। ଧାର୍ମିକ କାର୍ଯ୍ୟରେ ଯୋଗଦେବା ଫଳରେ ସାମାଜିକ ପ୍ରତିଷ୍ଠା, ମାନ-ସମ୍ମାନ ବୃଦ୍ଧି ହେବ। ବ୍ୟବସାୟରେ ଆତ୍ମବିଶ୍ୱାସ ବୃଦ୍ଧି ପାଇବ ଓ ଉତ୍ତମ ରୋଜଗାର ହେବ। ଗୃହୋପକରଣ କ୍ରୟ କରିବେ। ରାଜନୀତି କ୍ଷେତ୍ରରେ ମାନସମ୍ମାନ ଓ ପ୍ରତିଷ୍ଠା ଅକ୍ଷୁର୍ଣ୍ଣ ରହିବ। ପ୍ରତିକାର ଗୋମାତାକୁ ଖାଇବାକୁ ଦିଅନ୍ତୁ।

ମିଥୁନ:-

ଏସପ୍ତାହରେ ମହିଳା ଓ ପୁରୁଷ ମାନେ ଯେ କୌଣସି କାର୍ଯ୍ୟରେ ହାତ ଦେଲେ ସଫଳ ହେବେ। ମିତ୍ରଙ୍କଠାରୁ ସହଯୋଗ ମିଳିବ। ଶୁଭ ସମାଚାର ପାଇ ଖୁସି ହେବେ। ବନ୍ଧୁବାନ୍ଧବଙ୍କ ନିକଟରେ ଗୁରୁଗୁରୁଜନ ଓ ପ୍ରିୟଲୋକଙ୍କ ପାଖରେ ଆଦୃତ ହେବେ। ପରିବାରରେ ମହତ୍ୱପୂର୍ଣ୍ଣ କାର୍ଯ୍ୟକରି ପ୍ରଶଂସିତ ହେବେ। ବିବେକ ବୁଦ୍ଧି ଖଟେଇ ଉଚିତ୍ମାର୍ଗରେ ଗତିକରିବାର କ୍ଷମତା ଜନ୍ମହେବ। ନିଜର କଳ୍ପନାଶକ୍ତି ଅତ୍ୟଧିକ ସକ୍ରିୟ ହେବ। ନୂତନ ଉଦ୍ୟମରେ ନିଶ୍ଚିତ ସଫଳତା ପ୍ରାପ୍ତିହେବ। ବ୍ୟବସାୟ ଭଲ ମନ୍ଦ ଗତିରେ ଚାଲିବ। ସରକାରୀ କର୍ମଚାରୀମାନେ ଅତ୍ୟଧିକ କାର୍ଯ୍ୟ ଚାପ ଯୋଗୁଁ ଏବଂ କଠିନ ପରିଶ୍ରମ ହେତୁ ପ୍ରଶଂସା ପାଇବେ। ଶରୀର ସୁସ୍ଥ ରହିବ। ଛାତ୍ର ଛାତ୍ରୀମାନେ ପଢ଼ା ପଢ଼ିରେ ମନଯୋଗ ଦେଇ ନିଜର ଉଦ୍ଦେଶ୍ୟକୁ ସଫଳ କରିବାରେ ସକ୍ଷମ ହେବେ। ରାଜନୀତି କ୍ଷେତ୍ରରେ ଅଧିକରୁ ଅଧିକ ଲୋକ ସମର୍ଥନ ପାଇ ସଫଳ ହେବେ। ଅଭାବ ଅସୁବିଧା ଥାଇ ମଧ୍ୟ କୌଣସି କାମ ଅଟକିବନାହିଁ। ପ୍ରତିକାର କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

କର୍କଟ:-

ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ବ୍ୟବସାୟରେ ଆର୍ଥିକ  ଉନ୍ନତି ଦେଖାଦେବ। ଋଣ ପରିଶୋଧ କରିବା ସହ ଋଣ ପ୍ରାପ୍ତିର ସୁଯୋଗ ପାଇବେ। କଠିନ  ପରିଶ୍ରମ କରି କାର୍ଯ୍ୟ କଲେ ଉପରିସ୍ଥ କର୍ମଚାରୀମାନଙ୍କ ପ୍ରିୟଭାଜନ ହେବେ। ବ୍ୟବସାୟୀମାନେ ସାଧୁ ଓ ସଚ୍ଚୋଟ ଭାବେ କର୍ମଯୋଗକୁ ଶ୍ରେଷ୍ଠତା କରି ସମ୍ମାନ ଓ ପ୍ରତିଷ୍ଠାର ଅଧିକାରୀ ହେବେ। ଆର୍ଥିକ ଉନ୍ନତି ଦେଖାଦେବ। କର୍ମସଂଧାନୀ ମାନେ କର୍ମ ନିଯୁକ୍ତି କ୍ଷେତ୍ରରେ ସଫଳତା ପାଇବେ। ସରକାରୀ କର୍ମଚାରୀମାନେ କର୍ମକ୍ଷେତ୍ରରେ ସମ୍ମାନ ଲାଭ କରିବେ। ରାଜନୀତି କ୍ଷେତ୍ରରେ ସ୍ୱାର୍ଥରକ୍ଷା କରିବା ପାଇଁ କଠିନ ପରିଶ୍ରମ କରିବେ। ଭୋଗ ବିଳାସକୁ ତୁଚ୍ଛ ମଣି କର୍ତ୍ତବ୍ୟ ସାଧନକୁ ଭଗବତ୍ ସେବାଭଳି ମାନ୍ୟତା ଦେବେ। ପରୀକ୍ଷା ପ୍ରତିଯୋଗିତା ଓ ସାକ୍ଷାତ୍କାରରେ ସଫଳ ହେବେ। ପ୍ରତ୍ୟେକ କ୍ଷେତ୍ରରେ ବୁଦ୍ଧି ବିବେକ ଖେଳାଇ କର୍ତ୍ତବ୍ୟ ପରାୟଣାତାକୁ ମୁଖ୍ୟ କରି ଚଳିବା ହିତକର ହେବ। ମାଲିମୋକଦ୍ଦମାରେ ସମ୍ମାନ ଓ ପ୍ରତିଷ୍ଠା ଅତୁଟ ରହିବ। ତଳ ମହଲରୁ ଆଶାତୀତ ଲାଭ ପାଇବେ। ପାରିବାରିକ କ୍ଷେତ୍ରରେ ଅସ୍ଥିରତା ଓ ଅଶାନ୍ତି ଦୂରେଇଯିବ। ପ୍ରତିକାର ବେଲକାଠରେ ଚନ୍ଦନ ଘୋରି ଧାରଣ କରନ୍ତୁ।

ସିଂହ:-

ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ନୂଆ ନୂଆ ବ୍ୟବସାୟିକ ସଂପର୍କସ୍ଥାପନ ଭାଗିଦାର ବ୍ୟବସାୟ ପାଇଁ ସାହାଯ୍ୟ ସହଯୋଗ ଅଚାନକ ମିଳିବ। ଅଟକି ଯାଇଥିବା ଧନ, ଉଧାର ଦେଇଥିବା ଟଙ୍କା, ଋଣ କରିଥିବା ଅର୍ଥ ସହଜରେ ହସ୍ତଗତ ହେବ। ସରକାରୀ କର୍ମଚାରୀମାନେ କର୍ମ କ୍ଷେତ୍ରରେ ପ୍ରଶଂସିତ ହେବେ। ନୂତନ କର୍ମ ନିଯୁକ୍ତି ପାଇଁ ପ୍ରତିଯୋଗିତା ପରୀକ୍ଷାରେ ଓ ସାକ୍ଷାତକାରରେ ଉତ୍ତିର୍ଣ୍ଣ ହେବେ। ବ୍ୟବସାୟରେ ଉନ୍ନତି ଓ ଲାଭ ପ୍ରାପ୍ତି ହେବା ସହ ଆର୍ଥିକ ସ୍ଥିତିରେ ବୃଦ୍ଧିହେବ। ଛାତ୍ରଛାତ୍ରୀମାନେ ଶିକ୍ଷା କ୍ଷେତ୍ରରେ ସଫଳତା ପାଇବାସହ ସାମାଜିକ ପ୍ରତିଷ୍ଠା, ମାନସମ୍ମାନ ବୃଦ୍ଧି ପାଇବ। ପ୍ରିୟଜନମାନଙ୍କୁ ଆର୍ଥିକ ସାହାଯ୍ୟ ଓ  ସହଯୋଗ କରିବେ। ରାଜନୀତି କ୍ଷେତ୍ରରେ ସହଯୋଗୀମାନେ ସହଯୋଗ କରିବେ ଓ ଧାର୍ମିକ କାର୍ଯ୍ୟରେ ରୁଚି ବୃଦ୍ଧି ହେବ। ସ୍ୱାସ୍ଥ୍ୟଗତ ସମସ୍ୟାର ଉନ୍ନତି ହେବ। ଗୃହୋପକରଣ କ୍ରୟ କରିବା ଯୋଗେ ବ୍ୟୟ ଅଧିକ ହେବ। ପ୍ରତିକାରମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ।

କନ୍ୟା:-

ଏ ସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ସ୍ଵାସ୍ଥ୍ୟରେ ଉନ୍ନତି ପରିଲିଖିତ ହେବ ଓ ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ଆସିବ। ପାରିବାରିକ କ୍ଷେତ୍ରକୁ ସରସ ସୁନ୍ଦର କରିବାର ପ୍ରଯତ୍ନ କରି ସୁଖଶାନ୍ତି ଫେରି ପାଇବେ ଏବଂ ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ। ବାଣିଜ୍ୟ କ୍ଷେତ୍ରରେ ଆର୍ଥିକ ସ୍ଥିତି ସୁଦୃଢ଼ ହେବା ସହ ଋଣ ପରିଶୋଧ କରିବାର ସୁଯୋଗ ପାଇବେ। ଆଇନ ଅଦାଲତରେ ଜୟଯୁକ୍ତ ହେବେ। ବିଦ୍ୟାରେ ଉନ୍ନତି ସହ ପରୀକ୍ଷା ପ୍ରତିଯୋଗିତା ଓ ସାକ୍ଷାତ୍କାରରେ ପ୍ରଶଂସିତ ହେବେ। ଦୂରେଇ ଯାଇଥିବା ବନ୍ଧୁମାନେ ପୁଣି ନିକଟବର୍ତ୍ତୀ ହେବେ। କର୍ମ ନିଯୁକ୍ତି ପାଇଁ ଚେଷ୍ଟା କଲେ କର୍ମପ୍ରାପ୍ତି ହେବ। କର୍ମକ୍ଷେତ୍ରରେ ସମସ୍ୟା ଦେଖାଦେଲେ ମଧ୍ୟ ଉପରିସ୍ଥ କର୍ମଚାରୀ ଆପଣଙ୍କର ସହଯୋଗ ଲୋଡିବେ ଯୁକ୍ତି-ତର୍କରେ ଦକ୍ଷତା ସହ ବ୍ୟବହାରିକ ବିଜ୍ଞାନ ଓ ଦର୍ଶନର ଗଭୀରତା ଭିତରକୁ ଟାଣିହୋଇ ଯିବେ। ପ୍ରତିକାର:- ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ।

ତୁଳା:-

ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ଶାରିରୀକ ସୁସ୍ଥତା ଦେଖା ଦେବ। ଆକସ୍ମିକ ଧନପ୍ରାପ୍ତି ହେବା ଫଳରେ ମନ ଖୁସି କରିବେ। ଯଦି ବ୍ୟବସାୟ କରୁଥାନ୍ତି ଅତ୍ୟନ୍ତ ଲାଭାନ୍ନିତ ହୋଇ ସଂପତ୍ତି କ୍ରୟ କରିବେ। ନୂତନ ବ୍ୟବସାୟ ଆରମ୍ଭ କରିପାରିବେ। ଭାଗ୍ୟର ପ୍ରବଳତା ହେତୁ ସମସ୍ତ କାର୍ଯ୍ୟ ପୂର୍ଣ୍ଣ ହେବ। ସନ୍ତାନ କ୍ଷେତ୍ରରେ ସର୍ବ ଶ୍ରେଷ୍ଠ ଫଳ ପାଇବେ। ଦାମ୍ପତ୍ୟ ଜୀବନ ସୁଖମୟ ହେବ। ନୂତନ ଗୃହ, ନୂତନ ଯାନ, ନୂତନ ବ୍ୟବସାୟ, ନୂତନ ଜାଗା ଜମିପ୍ରାପ୍ତି ହେବ। ଚାକିରୀ ପାଇଁ ଚେଷ୍ଟା କରୁଥିଲେ ଶିକ୍ଷାକ୍ଷେତ୍ର, ଧର୍ମାନୁଷ୍ଠାନ, ଭୋଜନାଳୟ, ପ୍ରଶାସନ ବିଭାଗ, ଖାଦ୍ୟ ସଂବନ୍ଧୀୟ ବିଭାଗ, ଖାଦ୍ୟ ପ୍ରସ୍ତୁତି କରୁଥିବା କାରଖାନାରେ ଯୋଗାଯୋଗ କରନ୍ତୁ। ରାଜନୀତି କ୍ଷେତ୍ରରେ ଅନୁକୂଳ ହେତୁ ଲୋକ ସମର୍ଥନ ବୃଦ୍ଧି ପାଇବ। ପୈତୃକ ସମ୍ପତ୍ତି, ପାରିବାରିକ ଦ୍ଵନ୍ଦର ସମାଧାନ ହେବା ଯୋଗେ ଚିତ୍ତପ୍ରସନ୍ନ ରହିବ। ବ୍ୟବସାୟରେ ଉଚ୍ଚ ଆଶାରେ ଆଗେଇ କାର୍ଯ୍ୟ ସିଦ୍ଧି ହେବା ଫଳରେ ଆର୍ଥିକ ଦିଗରୁ ସୁବିଧା ମିଳିବ। ପ୍ରତିକାର ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

ବିଚ୍ଛା:-

ଏସପ୍ତାହରେ ମହିଳା ଓ ପୁରୁଷ ମାନେ ଉଚ୍ଚଶିକ୍ଷାର ସୁବିଧା ସୁଯୋଗ ପାଇବେ। ବିଦ୍ୟାର୍ଥୀ ମାନଙ୍କ ପାଇଁ ସମୟ ବିଶେଷ ଅନୁକୂଳ। ପ୍ରତିଯୋଗିତାରେ ପ୍ରଶାସନ ସେବା ସଂବନ୍ଧିତ ପରୀକ୍ଷାରେ ଉତ୍ତୀର୍ଣ୍ଣ ହେବା ପାଇଁ ଅତ୍ୟନ୍ତ ଶୁଭସମୟ। ବ୍ୟବସାୟ କ୍ଷେତ୍ରରେ ଆଶାତୀତ ଫଳ ପାଇବେ। ନେଇଥିବା ଲୋକ କିମ୍ବା ଦେଉନଥିବା ଲୋକ ଏବଂ ସାହାଯ୍ୟ କରିଥିବା ଲୋକଠାରୁ ସମସ୍ତ ଅର୍ଥପ୍ରାପ୍ତି ହୋଇଯିବ। ନୂତନ ବ୍ୟବସାୟ ଆରମ୍ଭ ପାଇଁ ଅତ୍ୟନ୍ତ ଉତ୍ତମ ସମୟ। ଯଶ-ମାନ-ପ୍ରତିଷ୍ଠା ବୃଦ୍ଧି ପାଇବ। ସନ୍ତାନଙ୍କ ସହଯୋଗ ପାଇ ଗୃହସ୍ଥ ଜୀବନରେ ଭରପୂର ସୁଖପ୍ରାପ୍ତି ହେବ। ରାଜନୀତି, ବିଜ୍ଞାନ, ବୈଷୟିକ ବିଦ୍ୟା, ଜ୍ୟୋତିଷ, ଦର୍ଶନ, ଅଧ୍ୟାପକ, ଓକିଲ, ପୋଲିସ, ଚିକିତ୍ସକ ମାନଙ୍କର ବିଶେଷ ଉନ୍ନତି ହେବ। ଏହି ସଂସ୍ଥାରେ ନୂତନ କର୍ମପ୍ରାପ୍ତି ହେବ। ଧଳା ବସ୍ତ୍ର ପରିଧାନ କଲେ ବ୍ୟକ୍ତିତ୍ୱର ପ୍ରଭାବ ବୃଦ୍ଧି ପାଇବା ସହ ଲାଭବାନ ହେବେ। ରାଜନୀତି କ୍ଷେତ୍ରରେ ସହଯୋଗୀ ବା ଭାଇ ଭଳି ଚଳୁଥିବା ବ୍ୟକ୍ତିମାନେ ବିଶ୍ୱାସ ଘାତକତା କରି ପାରନ୍ତି। ପ୍ରତିକାର ବେଲକାଠରେ ଚନ୍ଦନ ଘୋରି ଧାରଣ କରନ୍ତୁ।

ଧନୁ:-

ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ସ୍ଵାସ୍ଥ୍ୟରେ ଉନ୍ନତି ପରିଲିଖିତ ହେବାରୁ ମନ ଭଲ ରହିବ। ପରିବାରରେ ମାନ ମନାନ୍ତର ଦୂର ହୋଇ ଶେଷ କରିବାକୁ ଚାହୁଁଥିବା କର୍ମଟି ପୂରଣ କରିବା ପାଇଁ ଚେଷ୍ଟା କରିବେ। ବିଦେଶ ଯାତ୍ରାରେ ଲାଭବାନ ହେବେ। କର୍ମକ୍ଷେତ୍ରରେ ଶ୍ରମ ସାର୍ଥକ ହେବ ଓ ଆୟ ବଢିବ। କେତେକ କ୍ଷେତ୍ରରେ ଆତ୍ମନିର୍ଭର ଶୀଳ ହେବେ। ନୂତନ କାର୍ଯ୍ୟରମ୍ଭ, ଶତ୍ରୁହାନି, ଉଚ୍ଚ ପ୍ରଶଂସା ଲାଭ, ଦମ୍ଭ ସାହସ ବୃଦ୍ଧି, କ୍ଷମାଗୁଣରେ ଯଶପ୍ରାପ୍ତି, ସୁସମ୍ବାଦ ଶୁଣିବେ ଓ ଆର୍ଥିକ ସଙ୍କଟ ଦୂରେଇଯିବ। ସାମାଜିକ ସ୍ତରରେ ସହନଶୀଳତା ଗୁଣରୁ ପ୍ରଶଂସିତ ହେବେ। କୋର୍ଟ କଚେରୀ ମାମଲାରେ ବିଜୟୀ ହେବେ। ଧର୍ମକାର୍ଯ୍ୟପ୍ରତି ମନବଳାଇ ବହୁତ ଶାନ୍ତି ଲଭିବେ। ପାରିବାରିକ ସମସ୍ୟା ସମାଧାନ ପାଇଁ ବନ୍ଧୁଙ୍କ ସାହାଯ୍ୟ ନେବେ। ଆଲୋଚନା କ୍ଷେତ୍ରରେ ସୁଫଳ ପାଇବେ। ନିଜକୁ ନିୟନ୍ତ୍ରଣ ମଧ୍ୟରେ ରଖିବା ପାଇଁ ସମର୍ଥ ହେବେ। ପରୀକ୍ଷା ପ୍ରତିଯୋଗିତାରେ ଶୁଭଫଳ ମିଳିବ। ନୂତନ କାର୍ଯ୍ୟରେ ହାତଦେଇ କୃତ କାର୍ଯ୍ୟ ହେବେ। ଧନ, ଧାନ୍ୟ, ଐଶ୍ଚର୍ଯ୍ୟ, ମାନସମ୍ମାନ ତଥା ପରାକ୍ରମର ବୃଦ୍ଧି ହେବ। ଭୂମିକ୍ରୟ, ବାହନକ୍ରୟ, ଗୃହନିର୍ମାଣ ବା କ୍ରୟ କରି ପାରିବେ। ପ୍ରତିକାର ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

ମକର:-

ଏସପ୍ତାହରେ ମହିଳା ଓ ପୁରୁଷ ମାନେ ପ୍ରତିଯୋଗିତା ଓ ପ୍ରଶାସନ ସେବା ସଂବନ୍ଧିତ ପରୀକ୍ଷାରେ ଉତ୍ତୀର୍ଣ୍ଣହେବେ। ବ୍ୟବସାୟୀମାନଙ୍କର ବ୍ୟକ୍ତିତ୍ୱର ପ୍ରଭାବ ବୃଦ୍ଧି ପାଇବା ସହ ଲାଭବାନ ହେବେ। ସନ୍ତାନମାନେ ସୁନାମ ଅର୍ଜନ କରିବେ। ରାଜନୈତିକ କ୍ଷେତ୍ରରେ ନିଜ ସ୍ଵାର୍ଥକୁ ସର୍ବସ୍ଵ ମଣି ଅନ୍ୟମାନଙ୍କୁ ପ୍ରତ୍ୟକ୍ଷ ଓ ପରୋକ୍ଷରେ ସାହାଯ୍ୟ କରି ପଦ ପଦବୀ ଲାଭ କରି ପାରନ୍ତି। ପରିବାରରେ ଅଧିକ ପରିଶ୍ରମ କରି ଲକ୍ଷ୍ୟ ସିଦ୍ଧି କରିବେ। ଛାତ୍ର ଛାତ୍ରୀମାନଙ୍କର ପଢାପଢିରେ ମନ ଲାଗିବ ଓ ପରୀକ୍ଷାରେ କୃତକାର୍ଯ୍ୟ ହେବେ। କୌଣସି ଶିକ୍ଷା ଅନୁଷ୍ଠାନରେ ଯୋଗ ଦେବାର ସୁବିଧା ସୁଯୋଗ ଆସିବ। ଏକାକିତ୍ଵ ବୋଧର କୁହୁଳା ଅବଶୋଷରୁ ମୁକ୍ତ ହେବେ। ସାମୟିକ ରକ୍ତଚାପ ବା ଶିରୋପୀଡା ଜନିତ ପୀଡାରୁ ମୁକ୍ତି ମିଳିବ। ଦୈବୀଶକ୍ତି ବଳରେ ବିପଦରୁ ରକ୍ଷା ପାଇପାରିବେ। ପ୍ରତିକାର ଗୋମାତାକୁ ଖାଇବାକୁ ଦିଅନ୍ତୁ।

କୁମ୍ଭ:-

ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ଜାଗା, ଜମି, ସମ୍ପତ୍ତି ଓ ଯାନବାହାନ ସମ୍ବନ୍ଧୀୟ କେତେ ସମସ୍ୟା ସମାଧାନ ହୋଇଯିବ। ବ୍ୟବସାୟରେ ଉନ୍ନତି ଓ ଲାଭ ପ୍ରାପ୍ତି ହେବ। ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ଆସିବ। ସରକାରୀ କର୍ମଚାରୀ ମାନେ କର୍ମ କ୍ଷେତ୍ରରେ ସହକର୍ମୀ ମାନଙ୍କର ସହଯୋଗ ପାଇବେ ଏବଂ ଉତ୍ତମ କାର୍ଯ୍ୟ କରି ପ୍ରଶଂସିତ ହେବେ। ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳତା ଲାଭ କରିବେ। ଦାମ୍ପତ୍ୟ ସୁଖ ବୃଦ୍ଧି ହେବ। ରାଜନୀତି କ୍ଷେତ୍ରରେ ସାମାଜିକ ପ୍ରତିଷ୍ଠା ଓ ମାନ ସମ୍ମାନ ବୃଦ୍ଧି ହେବ। ପାରିବାରିକ କ୍ଷେତ୍ରରେ ସ୍ୱାର୍ଥ ପ୍ରବୃତ୍ତିର ଶୀକାର ହୋଇ ସମ୍ପର୍କର ମଧୁର ସ୍ୱାଦ ପାଇବେ।  ଆୟରସ୍ରୋତ ବୃଦ୍ଧିହେବ  କ୍ରୀଡ଼ା, କଳା, ସାହିତ୍ୟ, ପ୍ରକାଶନ, ବାଣିଜ୍ୟ, ବ୍ୟବସାୟ, କୃଷି ଓ ପ୍ରଶାସନିକ ସ୍ତରରେ ଉଚ୍ଚ ସମ୍ମାନ ପାଇବେ। ଆର୍ଥିକ କ୍ଷେତ୍ରରେ  ଉନ୍ନତି, ଶତୃ ନାଶ ଯେ କୌଣସି କାର୍ଯ୍ୟରେ ହାତ ଦେଲେ ସଫଳ ହେବେ। କର୍ମ ନିଯୁକ୍ତି କ୍ଷେତ୍ରରେ ସଫଳ ହେବେ। ପ୍ରତିକାରମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ମୀନ:-

ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ଆର୍ଥିକ ଉନ୍ନତି ଓ ଅଚାନକ ଧନ ପ୍ରାପ୍ତି ହେବା ସହ ମାନ ସମ୍ମାନ ବୃଦ୍ଧି ହେବ। ସରକାରୀ କର୍ମକ୍ଷେତ୍ରରେ ଉନ୍ନତି କରିବା ସହ ଉପରିସ୍ଥ ଅଧିକାରୀଙ୍କର କୃପା ଲାଭ କରିବେ।  ନୂତନ କର୍ମ ସଂସ୍ଥାନ ରେ ନିଯୁକ୍ତି ପାଇବାର ଯୋଗ ରହିଛି। ମାଲିମୋକଦ୍ଦମାରେ ସମ୍ମାନ ଓ ପ୍ରତିଷ୍ଠା ଅତୁଟ ରହିବ। ଋଣ ଭରଣା ପାଇଁ ଚେଷ୍ଟା କରିବେ। ପ୍ରେମିକ ଓ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳତା ଲାଭ କରିବେ। ଶିକ୍ଷା କ୍ଷେତ୍ରରେ ସଫଳତା ଅର୍ଜନ କରିବେ। ପାରିବାରିକ ଜୀବନରେ ଶାନ୍ତି, ଭାଇ ଓ ଭଉଣୀ ମାନଙ୍କ ସହିତ ଉତ୍ତମ ସମ୍ପର୍କ ରହିବ। ବନ୍ଧୁବାନ୍ଧବଙ୍କଠାରୁ ପୂର୍ଣ୍ଣ ସହଯୋଗ ପ୍ରାପ୍ତ ହେବ। ସାମାଜିକ କଲ୍ୟାଣ କାମରେ ପୂର୍ଣ୍ଣ ସହଯୋଗ କରିବେ। ବ୍ୟବସାୟ  ଶୁଭାରମ୍ଭ କରିବାର ସୁଯୋଗ ପାଇବେ। ରାଜନୈତିକ କ୍ଷେତ୍ରରେ ନିଜସ୍ୱ ପ୍ରଶଂସାର ବଶବର୍ତ୍ତି ହୋଇ ନିଜ ଇଛାଶକ୍ତି ପ୍ରୟୋଗ ମାଧ୍ୟମରେ ଅହଂକାରକୁ ହ୍ରାସ କରି ପାରିବେ। ଏକାଧିକ କାମରେ ହାତ ଦେଇ ଭଲ ବଦଳରେ ମନ୍ଦସୃଷ୍ଟି ହୋଇପାରେ। ଦୂରଯାତ୍ରାରେ କଷ୍ଟ ଅନୁଭବ କରିବେ। ପ୍ରତିକାର:- ଗୋମାତାକୁ ଖାଇବାକୁ ଦିଅନ୍ତୁ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!