ଦୈନିକ ରାଶିଫଳ: ୧୩ ଅଗଷ୍ଟ ୨୦୧୮

ଶେୟାର କରନ୍ତୁ ଅନ୍ୟମାନକ ସହିତ

ଦୈନିକ ରାଶିଫଳ: ୧୩ ଅଗଷ୍ଟ ୨୦୧୮

ମେଷ:-

ସନ୍ତାନଙ୍କ ବ୍ୟବହାର ପାଇଁ ମନରେ ଅଶାନ୍ତି ଅସନ୍ତୋଷ ଦେଖାଦେବ। ଶିକ୍ଷା କ୍ଷେତ୍ରରେ ମାନସିକ ସ୍ଥିରତା ଦେଖାଦେବ। ପରିବାରରେ ମାନ ମନାନ୍ତର ଦୂର ହେବ। ଶତୃନାଶ, ଧନପ୍ରାପ୍ତି, ମିତ୍ରଲାଭ ଓ ଉଚ୍ଚ ସମ୍ମାନ ପାଇବେ। ଶତୃମାନେ ସତଚେଷ୍ଟା କଲେ ମଧ୍ୟ କୌଣସି କ୍ଷତି କରିପାରିବେ ନାହିଁ। ବ୍ୟବସାୟୀକ ସଫଳତା ଆତ୍ମସନ୍ତୋଷ ବଢେଇବ। ଯୁବକ ଯୁବତୀମାନଙ୍କର ଯେତେ ଜଟିଳ ସମସ୍ୟା ହେଲେ ମଧ୍ୟ କୌଣସି ପ୍ରକାର ଅସୁବିଧା ହେବ ନାହିଁ। ବାଦବିବାଦ, ମାଲିମୋକଦ୍ଦମା, ପରୀକ୍ଷା, ପ୍ରତିଯୋଗିତାରେ ସଫଳତା ମିଳିବ। ମାନସିକ ଶାନ୍ତି ଓ  ସ୍ୱାସ୍ଥ୍ୟରେ ଉନ୍ନତି ପରିଲକ୍ଷିତ ହେବ। ଦାମ୍ପତ୍ୟ କଳହର ଅବସାନ ଘଟିବ। ପ୍ରତିକାର- ଗାଈକୁ କିଛି ଖାଇବାକୁ ଦିଅନ୍ତୁ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:-

ମହିଳାମାନେ ସାମାଜିକ କାର୍ଯ୍ୟରେ ଯୋଗଦେଇ ପ୍ରତିଷ୍ଠା, ପ୍ରତିପତ୍ତି, ମାନସମ୍ମାନ ବଜାୟ ରଖିବେ। ରାଜନୀତି କ୍ଷେତ୍ରରେ ପ୍ରସିଦ୍ଧ ବ୍ୟକ୍ତିମାନଙ୍କ ସହ ସମ୍ପର୍କ ସ୍ଥାପନ ହେବ ଓ ବୁଦ୍ଧିମତା କାରଣରୁ ପ୍ରଚୁର ଅର୍ଥ ଲାଭହେବ । ସମସ୍ତକର୍ମ ବହୁତ କଷ୍ଟରେ ହିଁ ସମ୍ପନ୍ନହେବ। ଅତି ଭଲସମ୍ପର୍କ ଥିବା ବନ୍ଧୁଙ୍କ ପାଇଁ ଅସୁବିଧାର ସମ୍ମୁଖୀନ ହେବେ। ଦୀର୍ଘ ପଥଭ୍ରମଣ ଯୋଗୁ କ୍ଳାନ୍ତି ଓ ଅବସାଦ ଦେଖାଦେବ। ଅଯଥା ଭ୍ରମଣ କରିବା ଫଳରେ ଅଯଥା ଖର୍ଚ୍ଚ ମଧ୍ୟ କରିବାକୁ ପଡ଼ିବ। ଦୂର ସମ୍ପର୍କୀୟ ବ୍ୟକ୍ତିଙ୍କୁ ବିଶ୍ୱାସ କଲେ ଠକାମୀ ଭଣ୍ଡାମୀର ଶୀକାର ହେବେ। ପ୍ରତିକାର:- ଅସହାୟା ମାନଙ୍କୁ ସାହାଯ୍ୟ କରି କିଛି ଦାନ ଦିଅନ୍ତୁ।

ମିଥୁନ:-

ସରକାରୀ କାମରେ ସଫଳତା ପାଇବେ। ପାରିବାରିକ ମାମଲା ବହୁତ ଶାନ୍ତି ପୂର୍ଣ୍ଣ ରହିବ। ସ୍ୱାସ୍ଥ୍ୟରେ ଉନ୍ନତି ପରିଲକ୍ଷିତ ହୋଇ ଭଲ ରହିବ। ବହୁତ ଦିନରୁ ଯେଉଁ କାମ ପାଇଁ ଚିନ୍ତା କରୁଥିଲେ ତାହା ଆଜି ଅଳ୍ପ ପ୍ରୟାସରେ ପୂର୍ଣ୍ଣ ହୋଇଯିବ। ନୂଆଲକ୍ଷ ପୂରଣ କରିବା ପାଇଁ ସାହାଯ୍ୟ ସହଯୋଗ ମିଳିବ। ହୋଇପାରୁ ନଥିବା କାମକୁ ଧୈର୍ଯ୍ୟ ଓ ସାହସ ଦ୍ଵାରା କରି ଦେଖାଇବେ। ସାମାଜିକ ପତିଆରା ଅମଳିନ ରହିବ। ସମସ୍ତ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ବିପଦରେ ପକାଇବ। ପରିବାରର କେତେକ ଅକୁହାକଥା ଚିନ୍ତା କରିବେ। ପ୍ରତିକାର- ଆରାଧ୍ୟାଦେବୀଙ୍କୁ ଭୋଗ ଲଗେଇ ପିଲାଙ୍କୁ ବାଣ୍ଟିବେ।

<<Vastu>>> | <<< Jataka Bichara >>>

କର୍କଟ:-

ଅଫିସର ଓ ଅଧିକାରୀ କାମରେ ପ୍ରସନ୍ନ ରହିବେ। ନିଜର ଯୋଗ୍ୟତା ଓ କ୍ଷମତାର ବହୁତ ଲାଭ ମିଳିବ। ବ୍ୟାପାର ଓ କାରବାରରେ ସୁଧାର ଆସିବ। ଟଙ୍କାର ଆବଶ୍ୟକତା ପୂରଣ ହେବ। ନିଜର ପ୍ରଭାବ ଓ ପରାକ୍ରମ ବୃଦ୍ଧି ପାଇବ। ଗୁରୁଜନଙ୍କ ସେବା ଓ ସହମତିରେ ଆଗକୁ ବଢିପାରିବେ। ଶିଳ୍ପ, ବାଣିଜ୍ୟ ଓ ବ୍ୟବସାୟରେ ବିଭିନ୍ନ ପ୍ରକାରର ସମସ୍ୟା ଦେଖା ଦେଇପାରେ। କର୍ମ ଓ ବ୍ୟବସାୟ ସମ୍ବନ୍ଧିତ ଯାତ୍ରା କରିବାକୁ ପଡିବ ତେଣୁ ସତର୍କ ରହିବା ଆବଶ୍ୟକ। ପରିବାରରେ ନିଜ ଲୋକମାନେ ପରଭଳି ବ୍ୟବହାର କରିବେ ଓ ପତିପତ୍ନୀଙ୍କ ମଧ୍ୟରେ ମତ ଭେଦ ହୋଇପାରେ। ପ୍ରତିକାର: ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ।

ସିଂହ:-

ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ନୂତନପନ୍ଥା ଅନୁସରଣ କରିବେ। ବାଦବିବାଦ, ମାଲିମୋକଦ୍ଦମା, ପରୀକ୍ଷା, ପ୍ରତିଯୋଗିତାରେ ସଫଳତା ମିଳିବ। ପରିବାରର ଉନ୍ନତି ପାଇଁ ପ୍ରୟାସରତ ହେବେ। ନିଜକୁ ମଧ୍ୟ ଖୁସି ଓ ସୁରକ୍ଷିତ ଅନୁଭବ କରିବେ। ଅଧୁରା କାର୍ଯ୍ୟ ପୂରଣ ହେବ। ବ୍ୟବସାୟ କ୍ଷେତ୍ରରେ ଯେତେ ଅଧିକ ପରିଶ୍ରମ କରିବ ସେତେ ଅଧିକ ଲାଭ ହେବ। ପିତା ମାତାଙ୍କ ଠାରୁ ସହଯୋଗ ମିଳିବ। ପତି ପତ୍ନୀଙ୍କ ମଧ୍ୟରେ ବୁଝାମଣା ଭଲ ରହିବ। ଉଚ୍ଚଶିକ୍ଷା କ୍ଷେତ୍ରରେ ସଫଳ ହେବେ। ଭାବନାର  ବଶୀଭୂତ ହୋଇ ଅମିନୀ, ଜାମିନି, ମଧ୍ୟସ୍ଥତା ଠିକ୍ ହେବ ନାହିଁ। ପ୍ରତିକାର-ନିଶାଦ୍ରବ୍ୟ ଓ ଆମିଷ ସେବନ କରନ୍ତୁ ନାହିଁ।

କନ୍ୟା:-

ପ୍ରଶାସନିକ ସ୍ତରରେ ଆତ୍ମବିଶ୍ୱାସ ବୃଦ୍ଧି ପାଇବ ଓ ପରିଚାଳନା ଦାୟିତ୍ୱ ବୃଦ୍ଧି ପାଇବ। ପରିବାରରେ ଅପ୍ରିତିକର ପରିସ୍ଥିତି ଦେଖା ଦେଲେ ମଧ୍ୟ ତାହା କୌଶଳକ୍ରମେ ସମାଧାନ କରିବେ। ଆଶା କରୁଥିବା କାର୍ଯ୍ୟ ସ୍ଥଗିତ ରହିବ। ବ୍ୟବସାୟରେ ଦୂରଯାତ୍ରାର ସୁଯୋଗ ପାଇ ସଫଳତା ଅର୍ଜନ କରିବେ। ମହିଳାମାନଙ୍କର କମ୍ ପରିଶ୍ରମରେ ଆଶାଜନକ ଫଳପ୍ରାପ୍ତି ହେବ ଓ ସ୍ୱାସ୍ଥ୍ୟ ଅନୁକୂଳ ରହିବ। ଶିଳ୍ପ, ବାଣିଜ୍ୟ ଓ ବ୍ୟବସାୟରେ ବିଭିନ୍ନ ପ୍ରକାରର ସମସ୍ୟା ଦେଖା ଦେଇପାରେ। ବନ୍ଧୁଙ୍କ ନିମନ୍ତ୍ରଣ ପାଇ ଦୂରଯାତ୍ରା କରିବାକୁ ପଡ଼ିବ। ନିଜର ଯୋଜନାମୁତାବକ କାମକଲେ କୌଣସିପ୍ରକାର ଅସୁବିଧା ହେବନାହିଁ। ପ୍ରତିକାର- ଗାଈକୁ କିଛି ଖାଇବାକୁ ଦିଅନ୍ତୁ।

ତୁଳା:-

କୌଣସି ନୂତନ କର୍ମ କରିବାକୁ ଚାହୁଁଥିଲେ ସେଥିରେ ବିଜୟୀ ହେବେ। ରାଜନୀତିରେ ଲୋକ ସମ୍ପର୍କ ଆତ୍ମସନ୍ତୋଷ ବଢେଇବ ଓ ପାର୍ଟି ବା ସମାରୋହରେ ସମ୍ମିଳିତ ହେବାକୁ ପଡିପାରେ। ବାଦବିବାଦ, ମାଲିମୋକଦ୍ଦମା, ପରୀକ୍ଷା, ପ୍ରତିଯୋଗିତାରେ ସଫଳତା ମିଳିବ। ଜାଗା, ଜମି, ଉଚ୍ଚସ୍ତରୀୟ ବାହନ ଆଦି କ୍ରୟ କରିବେ। ମିତ୍ରଙ୍କ ସହାୟତା ଦ୍ଵାରା ଉନ୍ନତି ହେବ। ବ୍ୟବସାୟ କ୍ଷେତ୍ରରେ ପ୍ରସାର ପ୍ରଚାର ଫଳରେ ଆଶାତୀତ ଲାଭ ପାଇବେ। ପ୍ରେମ-ପ୍ରସଙ୍ଗରେ ସଫଳତା ମିଳିବ। ଘର ପରିବାରରେ ବାତାବରଣ ଶାନ୍ତିପୂର୍ଣ୍ଣ ରହିବା ଫଳରେ ମାନସିକ ଶାନ୍ତି ମିଳିବ। ପ୍ରତିକାର- ଚଣାଡାଲି ମନ୍ଦିରରେ ଦାନ କରନ୍ତୁ।

ବିଛା:-

ପ୍ରିୟଜନମାନେ ଆଗକୁ ବଢିବାରେ ସାହାଯ୍ୟ କରିବେ। କୌଣସି ନୂତନ ବ୍ୟକ୍ତିଙ୍କ ସହିତ ଭେଟ ହେବାଫଳରେ ସୁଖ ସମୃଦ୍ଧି ବୃଦ୍ଧି ହେବ। ପାରିବାରିକ କ୍ଷେତ୍ରରେ ଧୈର୍ଯ୍ୟ ଓ ସହନ ଶୀଳତା କାଏମ ରହିବ। ପ୍ରବାସ ଯାତ୍ରାରେ ଲାଭବାନ ହେବେ। ଜାଗା, ଜମି, ଉଚ୍ଚସ୍ତରୀୟ ବାହନ ଆଦି କ୍ରୟ କରିବେ। ରାଜନୀତିରେ ଉନ୍ନତି ହେବା ସହ ବରିଷ୍ଠ ବ୍ୟକ୍ତି ଉଚ୍ଚାଧିକାରୀଙ୍କ ସହ ସମ୍ବନ୍ଧ ଦୃଢୀଭୁତ ହେବ। ସମସ୍ତ ଚିନ୍ତାରୁ ମୁକ୍ତି ମିଳିବ। ଯଦି କୌଣସି ନୂତନ ଯୋଜନାର କ୍ରିୟାନ୍ୱିତ କରିବାକୁ ଚାହୁଁଥାନ୍ତି, ତା’ ହେଲେ ଆଗେଇ ନବା ଉଚିତ୍। ମହିଳାମାନେ ନିଜର ଇଛା ପୂରଣ ପାଇଁ କୌଣସି କର୍ମକରି ପ୍ରଶଂସା ପାଇବେ। ପ୍ରତିକାର- କୁକୁରକୁ ଖାଇବାକୁ ଦିଅନ୍ତୁ।

ଆହୁରି ପଢନ୍ତୁ: ଜାଣିଲେ ଆଶ୍ଚର୍ଯ୍ୟ ହେବେ! ଡାଳିମ୍ବରେ ଥିବା ଔଷଧୀୟ ଗୁଣ ସମ୍ବନ୍ଧରେ

ଧନୁ:-

ନୂତନ ଦ୍ରବ୍ୟ କ୍ରୟ କରିବେ। ଶତୃମାନେ ଦୂରେଇ ଯିବେ। ସମାଜ ସେବା ଓ ରାଜନୀତିରେ ସ୍ଵନାମ ଅର୍ଜନ କରିପାରିବେ। ସ୍ଵାସ୍ଥ୍ୟରେ ଉନ୍ନତି, ମାନସିକ ସ୍ଥିରତା ଆସିବ। ଧୈର୍ଯ୍ୟ ଓ ବୁଦ୍ଧିବଳରେ ନିଜର କାର୍ଯ୍ୟ ହାସଲ କରିପାରିବେ। ଶୁଭ ସମାଚାର ମିଳିପାରେ। ନୂଆ ଜ୍ଞାନର ବୃଦ୍ଧି ହେବ। କମିଶନ କାର୍ଯ୍ୟରେ ଲାଭ ହେବାର ସମ୍ଭାବନା ଅଛି। ସରକାରୀ କ୍ଷେତ୍ରରେ ସଫଳତା ମିଳିବ। ବକେୟା ଅର୍ଥ କିଛି ମିଳିବ। ନୂତନ କାର୍ଯ୍ୟଆରମ୍ଭ କରିପାରିବେ। ଛାତ୍ରଛାତ୍ରୀମାନଙ୍କର ଶିକ୍ଷକ ଓ ସହପାଠୀମାନଙ୍କ ମଧ୍ୟରେ ସମନ୍ଵୟ ରହି ବନ୍ଧୁତ୍ଵ ବୃଦ୍ଧି ପାଇବ। ସନ୍ତାନଙ୍କ ସମ୍ବନ୍ଧିତ କୌଣସି ମହତ୍ଵପୂର୍ଣ୍ଣ କାମ ହୋଇପାରେ। ପ୍ରତିକାର- ହଳଦୀଚନ୍ଦନ ମୁଣ୍ଡରେ ଲଗାନ୍ତୁ।

ମକର:-

ଘର ପରିବାରରେ ବାତାବରଣ ଶାନ୍ତିପୂର୍ଣ୍ଣ ରହିବ। ବ୍ୟବସାୟରେ ଉନ୍ନତି ହେବାଫଳରେ ଖୁସି ରହିବେ। କୌଣସି ମହତ୍ତ୍ଵପୂର୍ଣ୍ଣ ବ୍ୟକ୍ତିଙ୍କ ସହିତ ଭେଟ ହେବ। ଆୟ ଉପାର୍ଜନ କ୍ଷେତ୍ରପ୍ରତି ସଙ୍କଟ ସୃଷ୍ଟି ହେବ ନାହିଁ। ଧାର୍ମିକ କାର୍ଯ୍ୟରେ ଯୋଗ ଦେଇ କଷ୍ଟ ଅନୁଭବ କରିବେ। କିଛି କାରଣ ନଥାଇ ବଦନାମ୍ ବା ମିଛ କେଶ୍ ରେ ଫଶିଯିବେ। ଶତୃପକ୍ଷ ଦୁର୍ବଳ ହୋଇ ଗୋଡ ଟାଣିବାର ପ୍ରଚେଷ୍ଠା କରିପାରନ୍ତି। ସନ୍ତାନ ଯୋଗେ ଚିନ୍ତିତ ରହିବେ। ସମ୍ପତ୍ତି ସମ୍ବନ୍ଧୀୟ ମାମଲାରେ ଲଢିପାରନ୍ତି। ପରିବାର ହିତ ପାଇଁ ଅଧିକ ଖର୍ଚ୍ଚାନ୍ତ ହେବେ। ଆର୍ଥିକ ସ୍ଥିତି ଦୁର୍ବଳ ହେବ। ନିର୍ମାଣାଧୀନ କାମ ଅଟକି ଯିବ ଓ ଉଡ଼ା ଖବର ପାଇ  ମନ ବିବ୍ରତ ହୋଇପାରେ। ପ୍ରତିକାର:- ଷଣ୍ଢକୁ କିଛି ଖାଇବାକୁ ଦିଅନ୍ତୁ।

କୁମ୍ଭ:-

କାମ-କାର୍ଯ୍ୟରେ ନୂଆ ଉପଲବ୍ଧି ଆପଣଙ୍କ ପ୍ରତୀକ୍ଷାରେ ରହିବ। ସମସ୍ତ କ୍ଷେତ୍ରରେ ଖୁସି ମିଳିବ। ଉଚ୍ଚଆଶା ସଫଳ ହେବ। ବିଚାର ବିଭାଗର ରାୟ ଆପଣଙ୍କ ସପକ୍ଷରେ ଯିବ। ଜାଗା, ଜମି, ଉଚ୍ଚସ୍ତରୀୟ ବାହନ ଆଦି କ୍ରୟ କରିବେ। ରାଜନୀତିରେ ଉନ୍ନତି ହେବ। ମିତ୍ରଙ୍କ ଦ୍ଵାରା ସହାୟତା ମିଳିବ। ପ୍ରିୟଜନମାନେ ଆଗକୁ ବଢିବାରେ ସାହାଯ୍ୟ କରିବେ। ଆଧ୍ୟାତ୍ମିକ କ୍ଷେତ୍ରରେ ଉନ୍ନତି ହେବ। ବ୍ୟବସାୟ କ୍ଷେତ୍ରରେ ପ୍ରସାର ପ୍ରଚାର ଫଳରେ ଆଶାତୀତ ଲାଭ ପାଇବେ। ନୂତନ କାର୍ଯ୍ୟଆରମ୍ଭ କରିପାରିବେ। ପ୍ରେମୀ-ପ୍ରେମିକାଙ୍କ ମିଳନ ହେବ। ଆୟ ଉପାର୍ଜନ କ୍ଷେତ୍ରପ୍ରତି ସଙ୍କଟ ସୃଷ୍ଟି ହେବ ନାହିଁ। ପ୍ରତିକାର-ମାଗଣାରେ କୌଣସି ଦ୍ରବ୍ୟ ଗ୍ରହଣ କରନ୍ତୁ ନାହିଁ।

ମୀନ:-

କୌଣସି ନୂତନ କର୍ମ କରିବାକୁ ଚାହୁଁଥିଲେ ସେଥିରେ ବିଜୟୀ ହେବେ। ସମାରୋହରେ ସମ୍ମିଳିତ ହେବାକୁ ପଡିପାରେ। ରାଜନୀତି ମାମଲାରେ ସଫଳତା ମିଳିବ। ବିଦ୍ୟା କ୍ଷେତ୍ରରେ ଉନ୍ନତି ହେବ ଓ ମନ ଖୁସି ରହିବ। ସେୟାର ବଜାର ଓ ପୁଞ୍ଜି ନିବେଶ କରିଲେ ବହୁତ ଧନ ପ୍ରାପ୍ତ ହେବ। ଅଫିସରେ କରିଥିବା କାମର ଶୁଭ ସୂଚନା ଶୁଣିବାକୁ ପାଇବେ। ଶତୃ ଓ ବିରୋଧୀମାନେ ସାମ୍ନା କରିପାରିବେ ନାହିଁ। କୌଣସି କାମରେ ବିଶେଷଜ୍ଞତା ହାସିଲ କରିବେ। ବିଦ୍ୟାଧ୍ୟୟନ ସମ୍ବନ୍ଧିୟ ଶୁଭ ସମାଚାର ପ୍ରାପ୍ତ ହେବ। କଳା, ସାହିତ୍ୟ, କ୍ରିଡା, ଚଳଚ୍ଚିତ୍ର ତଥା ଆନୁଷ୍ଠାନିକ କାମରେ ପ୍ରଶଂସା ମିଳିବ। ସମାଜସେବା, ଧାର୍ମିକ ଅନୁଷ୍ଠାନରେ ପ୍ରଶଂସା ପାଇବେ। ପ୍ରତିକାର- କେଶର ହଳଦୀ ଚନ୍ଦନ ମସ୍ତକରେ ଧାରଣ କରନ୍ତୁ।

Jyotirbid Dr. Pramod Satapathy
Jantra Jyotisha, Cuttack

Jyotirbid Pandit Sudhakar Tripathy
Jantra Jyotisha, Kakatpur, Puri

For personalized consultation and appointment,
you can connect on WhatApp @ 7008758366 or 9937551988
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 7008758366 or 9937551988


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!