ଦୈନିକ ରାଶିଫଳ: ୧୩ ଅଗଷ୍ଟ ୨୦୧୯, ମା ମଙ୍ଗଳାଙ୍କ କୃପାରୁ ଆଜି ଏହି ସବୁ ରାଶି ବ୍ୟକ୍ତିଙ୍କୁ କର୍ମ ଓ ବ୍ୟବସାୟରେ ଉନ୍ନତି ହେବ

ଶେୟାର କରନ୍ତୁ ଅନ୍ୟମାନକ ସହିତ

ମେଷ:-

ପାରିବାରିକ କ୍ଷେତ୍ରରେ ସ୍ନେହସଦ୍ଭାବର ବୃଦ୍ଧିହେବ। ସନ୍ତାନସନ୍ତତିଙ୍କ ମର୍ଜି ରକ୍ଷାକରି ଶାନ୍ତି ଶୃଙ୍ଖଳା ବଜାୟ ରଖିବେ। ଆୟ ଉପାର୍ଜ୍ଜନର ବୃଦ୍ଧି ହେବ। ପୁରାତନ ରୋଗର ପ୍ରକୋପ ହ୍ରାସ ହେବ। ଜାଗା, ଜମି, ଗୃହପୋକରଣ କ୍ରୟ କରିବେ। ସହକର୍ମୀମାନଙ୍କ ସହ ଶତ୍ରୁତା ମେଣ୍ଟିଯିବ। ଶୁଭ ସମାଚାର ମିଳିବ। ଗୁରୁ ଗୁରୁଜନ ଆପଣଙ୍କ ବୁଦ୍ଧିକୁ ପ୍ରଶଂସା କରିବେ। ପରସ୍ପରକୁ ସାହାଯ୍ୟ ସହଯୋଗ କରି, ଗଠନମୂଳକ କାର୍ଯ୍ୟ ହାତକୁ ନେବେ। ଦୂରଯାତ୍ରାର ସୁଯୋଗ ପାଇବେ। ମହିଳାମାନେ ସମସ୍ତ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଲେ ଆୟ ଉପାର୍ଜନ ବୃଦ୍ଧି ହେବ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:-

ବ୍ୟବସାୟରେ ଆଶାତୀତ ଲାଭମିଳିବା ଯୋଗେ କରଜର ମାତ୍ରା ହ୍ରାସ ପାଇବ। ସାମାଜିକ କଲ୍ୟାଣ ଓ ଜୀବନସ୍ତର ପରିବର୍ତ୍ତନର ଉଦ୍ୟମ କରିବେ। ସାମାଜିକ ପତିଆରା ଅମଳିନ ରହି ମାନସମ୍ମାନ ବୃଦ୍ଧିହେବ। ପରୀକ୍ଷା ପ୍ରତିଯୋଗିତାଓ ସାକ୍ଷାତ୍କାର ରେ ବିଜୟୀ ହେବେ। ଦୂରଯାତ୍ରାର ସୁଯୋଗ ପାଇବେ। ପାରିବାରିକ କ୍ଷେତ୍ରରେ ସ୍ୱାର୍ଥ ପ୍ରବୃତ୍ତିର ଶୀକାର ହୋଇ ସମ୍ପର୍କର ମଧୁର ସ୍ୱାଦ ପାଇବେ। ଧୈର୍ଯ୍ୟ ଓ ସହନଶୀଳତା ଯୋଗେ ଯଶ ମିଳିବ। ପିଲାମାନଙ୍କ ପ୍ରତି ସତର୍କ ରହି ଆନନ୍ଦିତ ହେବେ କୌଣସି ଶୁଭ ସମାଚାର ମଧ୍ୟ ଶୁଣିବାକୁ ମିଳିବ। ପ୍ରତିକାର- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

ମିଥୁନ:-

ଅର୍ଥ ସମ୍ପର୍କିତ ଚୁକ୍ତିପତ୍ର କଲେ ଲାଭବାନ୍ ହେବେ। ଅଚାନକ ଧନପ୍ରାପ୍ତି ହୋଇ ଆୟଉପାର୍ଜନ ବୃଦ୍ଧି ହେବ। ଜାଗା, ଜମି, ବାସଗୃହ ଓ ଯାନବାହାନ କ୍ରୟ କରିବାର ସୁବିଧା ପାଇବେ। ରାଜନୀତି କ୍ଷେତ୍ରରେ ମାନସିକ ଦୁଶ୍ଚିନ୍ତା ଦୂର ହୋଇ ଯଶମାନ ବୃଦ୍ଧିହେବ। ଧୈର୍ଯ୍ୟ ଓ ସହନଶୀଳତା ଯୋଗେ ଯଶ ମିଳିବ। ଉପରିସ୍ଥ ବ୍ୟକ୍ତିଙ୍କଠାରୁ ସମ୍ମାନ ମିଳିବ। ସମସ୍ତ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଲେ ବ୍ୟବସାୟରେ ଅଚାନକ ଧନପ୍ରାପ୍ତି ହେବ। ମହିଳାମାନେ ଅଧିକ ଭାଗ୍ୟବାଦିନୀ ହୋଇ ନିଜ ଗୋଡରେ ନିଜେ ଠିଆ ହେବାକୁ ସାହସ ବାନ୍ଧିବେ। ପାରିବାରିକ ସମସ୍ୟା ଗୁଡ଼ିକୁ ସୁଧାରି ନେବା ଉଚିତ୍। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

କର୍କଟ:-

ଆୟରସ୍ରୋତ ବୃଦ୍ଧିହେବ। ନୂତନବ୍ୟବସାୟ ଆରମ୍ଭ, ମାନସିକ ଶାନ୍ତି ଓ ସ୍ୱାସ୍ଥ୍ୟରେ ଉନ୍ନତୀ ଘଟିବ। ବନ୍ଧୁ ବାନ୍ଧବଙ୍କଦ୍ଵାରା ସମସ୍ୟାର ସମାଧାନ ହୋଇ ସାମାଜିକ ପ୍ରତିଷ୍ଠା ଓ ମାନ ସମ୍ମାନ ବୃଦ୍ଧି ହେବ। କର୍ତ୍ତବ୍ୟନିଷ୍ଠ, ଉଦ୍ୟମୀ, ଦକ୍ଷ, ଜନପ୍ରିୟ, ସିଦ୍ଧହସ୍ତା ବ୍ୟକ୍ତିରୁପେ ପ୍ରଶଂସା ପାଇବେ। ଭବିଷ୍ୟତ ପାଇଁ ଯୋଜନା କରି ପୁଞ୍ଜି ନିବେସ କରିବେ। ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତ୍କାରରେ ସଫଳ ହେବେ। ସାମ୍ବାଦିକ, ଅଧ୍ୟୟନ, ଅଧ୍ୟାପନା ତଥା ରଚନାତ୍ମକ କ୍ଷେତ୍ରରେ ସମ୍ମାନିତ ହେବେ। ରାଜନୀତି କ୍ଷେତ୍ରରେ ଉପରିସ୍ଥ ବ୍ୟକ୍ତିଙ୍କଠାରୁ ସମ୍ମାନ ମିଳିବ। ପ୍ରତିକାର-ମାଦକଦ୍ରବ୍ୟଠାରୁ ଦୂରେଇ ରୁହନ୍ତୁ।

ସିଂହ:-

ଜାଗା, ଜମି ଓ ଅନ୍ୟ ବ୍ୟବସାୟ କ୍ଷେତ୍ରରେ ଅନେକଦିନ ଧରି ଚାଲିଥିବା ଦ୍ୱନ୍ଦ୍ୱର ସମାଧାନ ହେବ। ସାମାଜିକ ପ୍ରତିଷ୍ଠା ଓ ଆତ୍ମବିଶ୍ୱାସ ବୃଦ୍ଧିପାଇବ। ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ହେବ। ପ୍ରତିଯୋଗିତା ପରୀକ୍ଷାରେ ଉତ୍ତୀର୍ଣ୍ଣ  ହେବେ। ପରିବାରଜନଙ୍କ ଉନ୍ନତିରେ ଆନନ୍ଦିତ ହେବା ସହ ପାରିବାରିକ ଜୀବନ ସୁଖମୟ ହେବ। ବନ୍ଧୁମିତ୍ରଙ୍କ ସହ ହସଖୁସିର ବାତାବରଣ ସୃଷ୍ଟି ହେବ। ବ୍ୟବସାୟରେ ସଫଳତା ଅର୍ଜନ ତଥା ଦୂରଯାତ୍ରାର ସୁଯୋଗ ପାଇବେ। ଧାର୍ମିକ କାର୍ଯ୍ୟ କ୍ଷେତ୍ରରେ ଅଂଶ ଗ୍ରହଣ କରି ଆତ୍ମବିଶ୍ୱାସ ବୃଦ୍ଧି ପାଇବ। ଦାମ୍ପତ୍ୟସୁଖରେ ସଫଳ ହେବେ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

କନ୍ୟା:-

କର୍ମକ୍ଷେତ୍ରରେ ଦୀର୍ଘଦିନ ଧରି ଲାଗିରହିଥିବା ସମସ୍ୟାର ସମାଧାନ ହୋଇଯିବ। ବିଦ୍ୟାରେ ଉନ୍ନତି ଘଟିବ ତଥା ନୂତନ କର୍ମ ପ୍ରାପ୍ତି ପାଇଁ ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ। ମହିଳାମାନଙ୍କ ପାଇଁ ଅତ୍ୟନ୍ତ ଶୁଭ ଫଳ ପ୍ରାପ୍ତି ହେବ। ବାଦବିବାଦ, ମାଲିମୋକଦ୍ଦମାରେ ପ୍ରଶଂସିତ ହେବେ। ନିଜର କାର୍ଯ୍ୟ ପୂରଣ କରିବା ପାଇଁ ବାହାର ଲୋକଙ୍କ ସହଯୋଗ ମିଳିବ। ରାଜନୀତି କ୍ଷେତ୍ରରେ ଅତ୍ୟନ୍ତ ଶୁଭଫଳ ପ୍ରାପ୍ତି ହେବ। ପ୍ରେମ-ପ୍ରସଙ୍ଗରେ ସଫଳତା ମିଳିବ। ଦାମ୍ପତ୍ୟ ସୁଖରେ ମଧୁରତା ଆସିବ ଓ ଅଧିକ ଘନିଷ୍ଠତା ହେବ। ପ୍ରତିକାର- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

ତୁଳା:-

ବ୍ୟବସାୟ ସମ୍ବନ୍ଧୀୟ ସମସ୍ୟାରେ ଉତ୍ସାହିତ ହେବେ ଓ ସାମାଜିକ ପ୍ରତିଷ୍ଠା ବଢ଼ିବା ସହ ସୁଖ ସମୃଦ୍ଧି ବୃଦ୍ଧି ଏବଂ ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ହେବ। ପାରିବାରିକ ଏବଂ ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ। ସଫଳତା ଏବଂ ଲୋକ ସମ୍ପର୍କ ଆତ୍ମସନ୍ତୋଷ ବଢ଼େଇବ। ସରକାରୀ କ୍ଷେତ୍ରରେ ସମ୍ପର୍କ ବୃଦ୍ଧି ହେବ। ଜାଗା, ଜମି, ଗୃହ, ବାହନ ଆଦି କ୍ରୟ କରିବାର ସୁଯୋଗ ପାଇବେ। ଶିକ୍ଷକ, ପ୍ରଶିକ୍ଷକ, ଅଭିନେତା ଓ ଚିକିତ୍ସକମାନଙ୍କର କର୍ମକ୍ଷେତ୍ରରେ ପଦୋନ୍ନତି, ବିଭାଗୀୟ ଅଧିକାରୀଙ୍କ ସାନ୍ନିଧ୍ୟଲାଭ, ଇଚ୍ଛିତସ୍ଥାନରେ ସ୍ଥାନାନ୍ତର ସହଜ ସରଳରେ ହୋଇପାରିବ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ବିଚ୍ଛା:-

ଆର୍ଥିକ ଦୃଷ୍ଟି କୋଣରୁ ଅନୁକୂଳ ରହିବ। ଶାନ୍ତଶୀଳ ଭାବଧରି ଦୁର୍ନୀତି ଦୁସ୍ତର କାର୍ଯ୍ୟକୁ ହଟାଇବେ। କର୍ମକ୍ଷେତ୍ରରେ ଦକ୍ଷତା ଓ ପ୍ରତିଭା ପ୍ରଦର୍ଶନ ଜନିତ ଯଶ-ମାନ-ପ୍ରତିଷ୍ଠା ପ୍ରାପ୍ତି ହେବ। ଲୁହା, କାଠ, କୋଇଲା, କଳକବ୍ଜା, ବ୍ୟବସାୟରୁ ଓ କଣ୍ଟ୍ରାକ୍ଟରୀରୁ ଯଥେଷ୍ଟ ଲାଭ ଉଠାଇବେ। ପରିବାରରେ ସୁଖ-ସମୃଦ୍ଧି ପ୍ରାପ୍ତିରେ ଆତିବାହିତ କରିବେ। ମହିଳାମାନେ ପତିପ୍ରାଣା ହୋଇ ପରିବାରରେ ପ୍ରୀତିଭାଜନ ହେବେ। ପ୍ରେମିକ ପ୍ରେମିକାମାନଙ୍କର ପ୍ରେମ-ପ୍ରସଙ୍ଗରେ ମଧୁରତା ଆସିବ। କଳା, ସାହିତ୍ୟ ଓ ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ ଆଗ୍ରହ ବଢିବ। ପ୍ରତିକାର-ମାଦକଦ୍ରବ୍ୟ ସେବନ କରନ୍ତୁ ନାହିଁ।

ଧନୁ:-

ଉପରିସ୍ଥଙ୍କୁ ସନ୍ତୁଷ୍ଠ କରିହେବ, ଯଦି କର୍ତ୍ତବ୍ୟ ପରାୟଣତା ସାଙ୍ଗକୁ ସମୟାବର୍ତ୍ତିତା ରକ୍ଷା କରିପାରିବେ। ଶିକ୍ଷା କ୍ଷେତ୍ରରେ ଅଧ୍ୟୟନରେ ମନ ନିବେଶ କରି ପ୍ରଶଂସା ପାଇବେ। ମହିଳାମାନେ ପରିବାରରେ ଆଦରଣୀୟା ହୋଇ ସୁଖି ହେବେ। ଘରଠୁ କର୍ମ କ୍ଷେତ୍ରକୁ ପ୍ରମୁଖତା ଦେଇ ଆଧିକ ସମୟ ମଧ୍ୟ ଉତ୍ସର୍ଗ କରିବାକୁ ପଡିବ। ସରକାରୀ ସାହାଯ୍ୟ ଲାଭ କରିବାର ସୁଯୋଗ ପାଇବେ। ଶିକ୍ଷକ ଓ ସହପାଠୀମାନଙ୍କ ମଧ୍ୟରେ ସମନ୍ଵୟ ରହିବ ଓ ବନ୍ଧୁତ୍ଵ ବୃଦ୍ଧି ପାଇବ। ପ୍ରତିଯୋଗିତାମୂଳକ କାର୍ଯ୍ୟରେ କୃତିତ୍ଵ ଲାଭ କରିବେ। ପୁଅ ଝିଅଙ୍କ କର୍ମସ୍ଥିର ହେବା ଫଳରେ ଖୁସି ହେବେ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ମକର:-

ରାଜନୀତିରେ ଭାବମୂର୍ତ୍ତି ରକ୍ଷା କରି ପଟ୍ଟ ପରିବର୍ତ୍ତନ ଘଟି ଅଶାନ୍ତି ଓ ବିଶୃଙ୍ଖଳାରୁ ମୁକ୍ତ ହେବେ। କାର୍ଯ୍ୟର ପ୍ରଗତି ପାଇଁ ସମସ୍ତ ପ୍ରକାର ପ୍ରୟାସ କରିବେ। ଦାମ୍ପତ୍ୟଜୀବନ ଆନନ୍ଦରେ କଟିବ। କର୍ମ କ୍ଷେତ୍ରରେ ସହଯୋଗୀ ମାନଙ୍କ ଯୋଗୁଁ ଶାନ୍ତି ପାଇବେ। ଦୂରଯାତ୍ରାରେ ସଫଳ ହେବେ। ଧର୍ମ କାର୍ଯ୍ୟରେ ଯୋଗ ଦେଇ ଦେବ ଦର୍ଶନ କରିବେ। ବନ୍ଧୁଙ୍କୁ ଆପ୍ୟାୟିତ କରିବାରେ ସମର୍ଥ ହେବେ। ପରିବାରରେ ଯେତେ ସମସ୍ୟା ଥିଲେ ମଧ୍ୟ ଶାନ୍ତି ଅନୁଭବ କରିବେ। କଚେରି ମାମଲାର ଶୁଣାଣି ତାରିଖ ଘୁଞ୍ଚିଗଲେ ଭଲ। କୌଣସି ହିଂସ୍ରଜନ୍ତୁ ବା ଦୁଷ୍ଟପ୍ରକୃତି ଲୋକଙ୍କ ହାବୁଡ଼ରେ ପଡିପାରନ୍ତି। ପ୍ରତିକାର- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

କୁମ୍ଭ:-

ବ୍ୟବସାୟ କ୍ଷେତ୍ରରେ ଲାଭବାନ୍ ହେବେ। ପରୀକ୍ଷା ପ୍ରତିଯୋଗିତାରେ ଆଶା ମୁତାବକ ଫଳ ପାଇବେ। ଆକସ୍ମିକ ଧନପ୍ରାପ୍ତି ହୋଇପାରେ। ପରିବାରର ସଦସ୍ୟଙ୍କ ସହିତ ସୌହାଦ୍ୟ ପୂର୍ଣ୍ଣ ସଂପର୍କ ରହିବ। ବିଳାସ ବ୍ୟସନ ଖାଦ୍ୟ ପେୟ ପାଇଁ ଅଧିକ ଖର୍ଚ୍ଚାନ୍ତ ହେବେ। ବନ୍ଧୁ, ମିତ୍ର ସହକର୍ମୀ ଭାଗୀଦାରୀଙ୍କ ପାଇଁ ଲାଭ ପାଇବେ। ନୂତନ କାର୍ଯ୍ୟ ଆରମ୍ଭ କରିବା ପୂର୍ବରୁ ହାତେ ମାପି ଚାଖଣ୍ଡେ ଚାଲିବା ବିଧେୟ। ଭାବପ୍ରବଣତା ବଶତଃ ଅତି ନିକଟରେ ରହୁଥିବା କିମ୍ବା ଅଧିକାଂଶ ସମୟରେ ମିଶୁଥିବା ବନ୍ଧୁଙ୍କ କଥାରେ ପ୍ରଭାବିତ ହୋଇ କୌଣସି ଭୁଲ୍ କାମ କରିପାରନ୍ତି। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ମୀନ:-

ବୁଦ୍ଧିମତା କାରଣରୁ ପ୍ରଚୁର ଅର୍ଥ ଲାଭ ହେବ। ଭବିଷ୍ୟତ ପାଇଁ ଯୋଜନା କରି ପୁଞ୍ଜି ନିବେସ କରି ପାରନ୍ତି। ନୂଆ କାମ ନୂଆ ପ୍ରେରଣା ଦେବ। ପଡୋଶୀମାନେ ସ୍ଵାର୍ଥ ହାସଲ କରିବା ପାଇଁ ବାକ୍ ଚତୁରୀ କଥା କହି କାର୍ଯ୍ୟ ପୂରଣ କରିବେ। ନିର୍ମାଣ, ଯୋଗାଯୋଗ, ସଭାସମିତି ପାଇଁ ଅଧିକ ସମୟ ଦେବାକୁ ପଡିବ। ମହିଳାମାନେ ବିଭିନ୍ନ ପ୍ରକାର ସମସ୍ୟା ଭିତରେ ରହି କାର୍ଯ୍ୟ ହାସଲ କରିବେ। ବିଦ୍ୟା କ୍ଷେତ୍ରରେ ମନ ଲାଗିବ। ଆୟବୃଦ୍ଧି, ଋଣମୁକ୍ତି ଓ କର୍ମ କ୍ଷେତ୍ରରେ ଲୋକ ସମ୍ପର୍କ ବୃଦ୍ଧି ହେବ। ପରିସ୍ଥିତି ଯେତେ ଜଟିଳ ହେଲେ ମଧ୍ୟ କୌଣସି ପ୍ରକାର ଅସୁବିଧା ହେବ ନାହିଁ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

Jyotirbid Dr. Pramod Satapathy
Jantra Jyotisha, Cuttack

Jyotirbid Pandit Sudhakar Tripathy
Jantra Jyotisha, Kakatpur, Puri

For personalized consultation and appointment,
you can connect on WhatApp @ 7008758366 or 9937551988
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 7008758366 or 9937551988


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!