ଦୈନିକ ରାଶିଫଳ: ୧୩ ଅଗଷ୍ଟ ୨୦୨୦, ମା’ ଲକ୍ଷ୍ମୀଙ୍କ କୃପାରୁ ଆଜି ଏହି ସବୁ ରାଶି ବ୍ୟକ୍ତିଙ୍କୁ ମିଳିବ ଆକସ୍ମିକ ଧନ ଲାଭ

ଶେୟାର କରନ୍ତୁ ଅନ୍ୟମାନକ ସହିତ

୨୦୨୦ ମସିହା, ଅଗଷ୍ଟମାସ ୧୩ ତାରିଖ, ଗୁରୁବାର, କର୍କଟ ମାସ ୨୯ ଦିନ, ଭାଦ୍ରବମାସ, କୃଷ୍ଣପକ୍ଷ, ନବମୀତିଥି, ରୋହିଣୀ ନକ୍ଷତ୍ର, ବୃଷ ରାଶିରେ ଚନ୍ଦ୍ର। ତୁଳା, କୁମ୍ଭ ରାଶିର ଘାତବାର। ବିଛା ରାଶିର ଘାତଚନ୍ଦ୍ର। ଲାଉ ନ ଖାଇଲେ ଭଲ। ଶୁଭସମୟ- ପ୍ରାତଃ ୫ଟା ୩୧ମିନିଟ୍ ରୁ ୭ଟା ୧୦ମିନିଟ୍, ଦିବା ୧୦ଟା ୩୬ମିନିଟ୍ ରୁ ୧ଟା ୬ମିନିଟ୍।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ମେଷ:-

ସାମାଜିକ ଭାବମୂର୍ତ୍ତି ସୁରକ୍ଷା ହେବ। ଆକସ୍ମିକ ଅର୍ଥଲାଭ, ସୁନାମ ପ୍ରାପ୍ତି ଓ ସମ୍ମାନ ବୃଦ୍ଧି ହେବ। ନିଜର ଆବଶ୍ୟକତା ପୂରଣ ଦିଗରେ ଗୁରୁତ୍ଵ ଦେବେ। ପାରିବାରିକ କ୍ଷେତ୍ରରେ ଆତ୍ମସନ୍ତୋଷ ଲାଭ ହେବା ସହ ଗୁରୁଜନଙ୍କ ସହାନୁଭୁତି ଉପଲବ୍ଧ ହେବ। ବ୍ୟବସାୟରେ ଉନ୍ନତି ସହିତ ଅନେକ ସୁବିଧା ସୁଯୋଗ ପ୍ରାପ୍ତି ହେବ। ବୃତ୍ତିଗତ କର୍ମକୁ ଅଧିକ ଗୁରୁତ୍ଵ ଦେଇ, କର୍ମକ୍ଷେତ୍ରରେ ସମସ୍ତଙ୍କ ମେଳରେ ରହି ପ୍ରଶଂସିତ ହେବେ। ରାଜନୀତି କ୍ଷେତ୍ରରେ ବେଶ୍ ଆନନ୍ଦ ଅନୁଭବ କରିବେ। ବିଦ୍ୟା କ୍ଷେତ୍ରରେ ଉନ୍ନତି ହେବା ସହ ମନ ଖୁସି ରହିବ। ଭାବନାର ବଶୀଭୂତ ହୋଇ ଅମିନୀ, ଜାମିନି, ମଧ୍ୟସ୍ଥତା ଠିକ୍ ହେବ ନାହିଁ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ବୃଷ:-

ସ୍ଵାସ୍ଥ୍ୟରେ ଉନ୍ନତି ପରିଲିଖିତ ହେବ। ସମାଜସେବା କାମରେ ପ୍ରଶଂସା ମିଳିବ। ପୂର୍ବରୁ କରିଥିବା କାମର ଶୁଭ ସୂଚନା ଶୁଣିବାକୁ ପାଇବେ। କୌଣସି ମହତ୍ତ୍ଵପୂର୍ଣ୍ଣ ବ୍ୟକ୍ତିଙ୍କ ସହିତ ଯୋଗାଯୋଗ ହେବା ଫଳରେ ବ୍ୟବସାୟରେ ଉନ୍ନତି ହେବ। ଛାତ୍ରଛାତ୍ରୀମାନେ ଯେତେ ଅଧିକ ପରିଶ୍ରମ କରିବେ ସେତେ ଅଧିକ ଲାଭ ପାଇବେ। ଅନେକ ସମସ୍ୟାର ସମାଧାନ ହୋଇ ପରିବାରରେ ହସ ଖୁସିରେ ବାତାବରଣ ଖେଳିଯିବ। ସମସ୍ତ ଜରୁରୀ କାର୍ଯ୍ୟ ଓ ଆବଶ୍ୟକ ଅର୍ଥ ଆଦାନ ପ୍ରଦାନ ସୁଚାରୁରୂପେ ହେବ। ନୂତନ କାର୍ଯ୍ୟରେ ହାତଦେଇ କୃତ କାର୍ଯ୍ୟ ହେବେ। ଦାମ୍ପତ୍ୟ ସୁଖରେ ପ୍ରସନ୍ନତା ଅନୁଭୂତି ହେବ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ମିଥୁନ:-

ଶାରୀରିକ ଓ ମାନସିକ ସ୍ଥିରତା ଦେଖାଦେବ। ସକରାତ୍ମକ ଚିନ୍ତା ଆଗକୁ ବଢିବାରେ ସାହାଯ୍ୟ କରିବ। ବନ୍ଧୁ ମିତ୍ରଙ୍କଠାରୁ ସାହାଯ୍ୟ ସଯୋଗ ମିଳିବ। ଶିଳ୍ପ, ବାଣିଜ୍ୟ ଓ ବ୍ୟବସାୟରେ ବିଭିନ୍ନ ପ୍ରକାରର ସମସ୍ୟା ସମାଧାନ ହେବ। ପରିବାରରେ ଅପ୍ରିତିକର ପରିସ୍ଥିତି ଦେଖା ଦେଲେ ମଧ୍ୟ ତାହା କୌଶଳକ୍ରମେ ସମାଧାନ କରିବେ। ପ୍ରିୟଜନଙ୍କସହ ମିଳନ ହେବା ଫଳରେ ଅଟକିଥିବା କାର୍ଯ୍ୟ ପୂରଣ ହେବା ସହ ଉତ୍ତରଦାୟିତ୍ୱ ବଢ଼ିଯିବ। ବିଦ୍ୟା କ୍ଷେତ୍ରରେ ପ୍ରଶଂସା ପାଇବେ। ସମସ୍ତ ବାଧାକୁ ସଂଘର୍ଷ କରି ଆଗକୁ ବଢି ପାରିବେ। ଗୃହୋପକରଣ କ୍ରୟ କରିବେ। ଆୟ ଅପେକ୍ଷା ବ୍ୟୟ ବୃଦ୍ଧିହେବ। ପ୍ରତିକାର:- ଅସହାୟାଙ୍କୁ ସାହାଯ୍ୟ କରନ୍ତୁ।

କର୍କଟ:-

ସମସ୍ତ କ୍ଷେତ୍ରରେ ଖୁସି ମିଳିବ। ନିଜର ପ୍ରଭାବ ଓ ପରାକ୍ରମ ବୃଦ୍ଧି ପାଇବ। ସ୍ଵାସ୍ଥ୍ୟକ୍ଷେତ୍ରରେ ପରିବର୍ତ୍ତନ ଆସି ଶାରୀରିକ କଷ୍ଟ ଦୂର ହେବ। ଆର୍ଥିକ ସମସ୍ୟା ନିଶ୍ଚିତ ରୂପେ ସମାଧାନ ହୋଇଯିବ। ଅଟକିଥିବା କାର୍ଯ୍ୟ ସହଜରେ ପୂରଣ କରି ପାରିବେ। ପରିବାରରେ ଆଶା କରୁଥିବା ଖବର ପାଇ ଖୁସୀ ହୋଇ ଯିବେ। ବନ୍ଧୁ ମିତ୍ରଙ୍କ ଆଗମନ ହେବ ଓ ବନ୍ଧୁଙ୍କର କୌଣସି ମହତ୍ଵପୂର୍ଣ୍ଣ କାମ ଆପଣଙ୍କ ଦ୍ଵାରା ହୋଇପାରେ। ସାମାଜିକ ପ୍ରତିଷ୍ଠା, ମାନ ସମ୍ମାନ ବୃଦ୍ଧି ପାଇବ। ଉଚ୍ଚପଦସ୍ଥ ବ୍ୟକ୍ତିଙ୍କ ଠାରୁ ସମ୍ମାନ ମିଳିବ। ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ। ସୁଖ ଶାନ୍ତିରେ ଦିନଟି କାଟିବେ।  ପ୍ରତିକାର- ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ସିଂହ:-

ସରକାରୀ କାମରେ ସଫଳତା ପାଇବେ। ସାମ୍ବାଦିକ ମାନଙ୍କର ପଦମର୍ଯ୍ୟାଦା ବୃଦ୍ଧି ପାଇବ। ନିଜର ଯୋଗ୍ୟତା ଓ କ୍ଷମତାର ବହୁତ ଲାଭ ମିଳିବ। ସମସ୍ତ ନିର୍ଣ୍ଣୟ ଓ ଫଇସଲା ବୁଦ୍ଧିମତାରେ ପରିପୂର୍ଣ୍ଣ ହେବ। ସାର୍ବଜନୀନ ସମ୍ପର୍କରେ ନିଜର ବ୍ୟକ୍ତିତ୍ଵ ବିକଶିତ ହେବ।  ଆକସ୍ମିକ ଅର୍ଥଲାଭ, ନୂତନ ବନ୍ଧୁଲାଭ, ଅଧାଥିବା କାର୍ଯ୍ୟ ସମ୍ପୂର୍ଣ୍ଣ କରିବାକୁ ଆଜି ଚେଷ୍ଟା କରିବେ। ବନ୍ଧୁ ମିତ୍ରଙ୍କ ଆର୍ଥିକ ସହାୟତାରେ ନୂତନପନ୍ଥା ଅନୁସରଣ କରିବେ। ଉଚିତ୍ ପରାମର୍ଶ ପାଇ ପାରିବାରିକ କ୍ଷେତ୍ରକୁ ସରସ ସୁନ୍ଦର କରିବାର ପ୍ରଯତ୍ନ କରିବେ। ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ। ଶିକ୍ଷା କ୍ଷେତ୍ରରେ ମାନସିକ ସ୍ଥିରତା ଦେଖାଦେବ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

କନ୍ୟା:-

ଅଧିକାରୀ କାମରେ ପ୍ରସନ୍ନ ରହିବେ। ବୃଦ୍ଧଜନଙ୍କ ସେବା କଲେ ଅନେକ ଆଶୀର୍ବାଦ ପାଇବେ। ଗୁରୁଜନଙ୍କ ସହମତିରେ ଆଗକୁ ବଢିପାରିବେ। ସରକାରୀ ଚାପ ପଡିଲେ ମଧ୍ୟ ଉଚ୍ଚଆଶା ସଫଳ ହେବ। ବ୍ୟବସାୟରେ ସଫଳତା ଅର୍ଜନ କରି ଆଶାତୀତ ଲାଭ ଉଠେଇବେ। କେତେକ କ୍ଷେତ୍ରରେ ପରିଶ୍ରମ ଓ ମେହନତର ପରିଣାମ ମିଳିବ। ପାରିବାରିକ କ୍ଷେତ୍ରରେ ସ୍ୱାର୍ଥ ପ୍ରବୃତ୍ତିର ଶୀକାର ହୋଇ ବନ୍ଧୁମିତ୍ରଙ୍କ ସହ ହସଖୁସିର ବାତାବରଣ ସୃଷ୍ଟି ହେବ। ଯୋଜନା ମୁତାବକ କାମ କଲେ କୌଣସି ପ୍ରକାର ଅସୁବିଧା ହେବ ନାହିଁ। କଠିନ ପରିଶ୍ରମ ହେତୁ ଶାରିରୀକ ଓ ମାନସିକ କଷ୍ଟ ଭୋଗି ପାରନ୍ତି। ପ୍ରତିକାର- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

ତୁଳା:-

ସମାଜ ସେବାରେ ସ୍ଵନାମ ଅର୍ଜନ କରି ପାରିବେ। ବ୍ୟବସାୟୀମାନେ କାରବାର ଦିଗରୁ ସାମାନ୍ୟ ଲାଭବାନ୍ ହେବେ।ମନୋବିଜ୍ଞାନ ସମ୍ବନ୍ଧରେ ବିଶେଷ ରୁଚି ରହିବ। ପାରିବାରିକ କ୍ଷେତ୍ରରେ ସମସ୍ୟା ସୃଷ୍ଟି ହେଲେ ମଧ୍ୟ ଆତ୍ମବିଶ୍ୱାସ ବୃଦ୍ଧି ପାଇବ। ଦାମ୍ପତ୍ୟ ସୁଖରେ ବାଧା ଓ ପ୍ରେମିକ ପ୍ରେମିକାମାନେ ନିନ୍ଦିତ ଅପମାନିତ ହୋଇପାରନ୍ତି। ଶିକ୍ଷାକ୍ଷେତ୍ରରେ ସାଙ୍ଗସାଥିମାନେ ସାହାଯ୍ୟ କରିବେ। ରାଜନୀତିରେ ପ୍ରଗତିର ପାଦକୁ ନିମ୍ନବର୍ଗୀୟ ଲୋକେ ଭିଡି ଧରିବା ଫଳରେ ଭାବମୂର୍ତ୍ତି ରକ୍ଷା କରି ଚାଲିବା କଠିନ ହୋଇ ପଡିବ। ରାସ୍ତା ଘାଟରେ ଅତ୍ୟନ୍ତ ସତର୍କତା ସହ ଯାତାୟାତ କରିବା ଉଚିତ୍। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ବିଚ୍ଛା:-

ସାମାଜିକ ସ୍ତରରେ ସହନଶୀଳତା ଗୁଣରୁ ପ୍ରଶଂସିତ ହେବେ। ସାମ୍ବାଦିକ ମାନେ ଶୁଭ ସମାଚାର ପାଇବେ। ବ୍ୟବସାୟୀ ମାନଙ୍କର କାରବାର ବଢିବା ସହ ମନମୁତାବକ ଲାଭବାନ ହେବାର ସମ୍ଭାବନା ଅଛି। ସମସ୍ୟା ସମାଧାନ ପାଇଁ ବନ୍ଧୁଙ୍କ ସାହାଯ୍ୟ ନେଇ ଆଲୋଚନା କ୍ଷେତ୍ରରେ ସୁଫଳ ପାଇବେ। ରାଜନୈତିକ କ୍ଷେତ୍ରର ଅତ୍ୟଧିକ ପରିଶ୍ରମ କରି ସାଧାରଣ ଲୋକ ସମ୍ପର୍କ ବୃଦ୍ଧିହେବା ଯୋଗେ ବିଜୟୀ ହେବେ। ମନୋରଞ୍ଜନ କାର୍ଯ୍ୟରେ ବା କଳାସଙ୍ଗୀତ ଓ ନୃତ୍ୟ ଗୀତରେ ମଜ୍ଜି ରହିବେ। ଧାର୍ମିକ କାର୍ଯ୍ୟରେ ରୁଚି ବୃଦ୍ଧିହେବ। ଘରୁ ବାହାରକୁ ବାହାରିବା ଦ୍ଵାରା ହସ ଖୁଶିର ପରିବେଶ ଫିକା ପଡିଯାଇ ପାରେ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ଧନୁ:-

ସାମ୍ବାଦିକ ମାନେ ନିଜ କାର୍ଯ୍ୟରେ କୃତିତ୍ଵ ଲାଭ କରିବେ। ସ୍ଵାସ୍ଥ୍ୟରେ ଉନ୍ନତି ପରିଲିଖିତ ହେବାରୁ ମନ ଭଲ ରହିବ। ସାମାଜିକ କାର୍ଯ୍ୟରେ ବନ୍ଧୁମିତ୍ରଙ୍କ ଠାରୁ ବହୁତ ସାହାଯ୍ୟ ସହଯୋଗ ମିଳିବା ଫଳରେ ମାନସିକ ଶାନ୍ତି ଅନୁଭବ କରିବେ। ଶିକ୍ଷାକ୍ଷେତ୍ରରେ ବିଦ୍ୟାର୍ଥୀ ମାନେ ନିଜର ଉଦ୍ଦେଶ୍ୟକୁ ସଫଳ କରିବାରେ ସକ୍ଷମ ହେବେ। ରାଜନୀତି କ୍ଷେତ୍ରରେ ଆଦର୍ଶବାଦୀ ହୋଇ ତଳସ୍ତରରେ ପ୍ରଶଂସିତ ହେବେ। କଠିନ ପରିଶ୍ରମ କରିବା ଦ୍ଵାରା ଯଶ ମାନ ସମ୍ମାନ ମିଳିବ। ବ୍ୟବସାୟ କ୍ଷେତ୍ରରେ ପରିବର୍ତ୍ତନ ଆଣିବାର ଯୋଜନା ପ୍ରସ୍ତୁତ କରିବେ। ଗଛିତ ଅର୍ଥ ବୃଦ୍ଧି କରିବା ପାଇଁ ଚେଷ୍ଟିତ ହେବେ। ଧନସମ୍ପଦ, ବସ୍ତ୍ରଭୂଷଣ ଆଦି ଲାଭହେବ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ମକର:-

ସାମ୍ବାଦିକ ମାନେ ଶୁଭ ସମାଚାର ପାଇବେ। ବ୍ୟବସାୟରେ ପ୍ରତିଦ୍ୱନ୍ଦିତା ସତ୍ତ୍ୱେ ଲାଭ ସୁନିଶ୍ଚିତ। ଯେକୌଣସି ନୂତନକାର୍ଯ୍ୟ କରିବେ କିମ୍ବା ଯୋଜନା ପ୍ରସ୍ତୁତ କରିବେ ଭବିଷ୍ୟତ ପାଇଁ ଅତ୍ୟନ୍ତ ଶୁଭ। ଘରୋଇ କର୍ମଚାରୀମାନେ ଭାରସାମ୍ୟ ରକ୍ଷାକରି ନିମ୍ନବର୍ଗଙ୍କ ଯୋଗେ ପରିସ୍ଥିକୁ ନିଜ ତରଫରେ ନେଇ, ସ୍ଵାର୍ଥସିଦ୍ଧିର ପଥକୁ ପ୍ରଶସ୍ତ କରିବେ। ପ୍ରେମିକ ପ୍ରେମିକାମାନେ ଗୁପ୍ତ ପ୍ରେମରେ ସଫଳ ହୋଇ ପାରନ୍ତି। ରାଜନୈତିକ କ୍ଷେତ୍ରରେ ଅତ୍ୟଧିକ କାର୍ଯ୍ୟଚାପ ଯୋଗୁ ଚିନ୍ତିତ ରହି ପାରନ୍ତି। ସାମାଜିକ କାର୍ଯ୍ୟରେ ବିଜୟୀ ହେବେ। ପାରିବାରିକ ସମସ୍ୟା ବୁଝାମଣା ମଧ୍ୟରେ ସମାଧାନ ହେବ। ପ୍ରତିକାର:- ଅସହାୟାଙ୍କୁ ସାହାଯ୍ୟ କରନ୍ତୁ।

କୁମ୍ଭ:-

ଘର ପରିବାରରେ ବାତାବରଣ ଶାନ୍ତିପୂର୍ଣ୍ଣ ରହିବ। ପଢିବା, ପଢେଇବା ମାମଲାରେ ପ୍ରଶଂସା ପାଇବେ। ସମସ୍ତଙ୍କ ପ୍ରତି ସକରାତ୍ମକ ଚିନ୍ତା ଆଗକୁ ବଢିବାରେ ସାହାଯ୍ୟ କରିବ। ପାଖରେ ଥିବା ସାଥୀ ଓ ପ୍ରିୟଜନଙ୍କୁ ଆର୍ଥିକ ଏବଂ ଭାବନାତ୍ମକ ସାହାଯ୍ୟ ସହଯୋଗ କରିବାକୁ ବାଧ୍ୟ ହେବେ। ବ୍ୟବସାୟ କ୍ଷେତ୍ରରେ ଶତୃମାନେ ଦୂରେଇ ଯିବା ଫଳରେ ମାନସିକ ଶାନ୍ତି ମିଳିବା ସହ ପୁରୁଣାପ୍ରାପ୍ୟ ମଧ୍ୟ ଆଦାୟ ହୋଇ ପାରିବ। ରାଜନୈତିକ କ୍ଷେତ୍ରରେ ଭରପୁର ଆନନ୍ଦ ପାଇଲାଭଳି ଫାଇଦା ଉଠେଇବେ। ଖାଦ୍ୟପେୟ ପ୍ରତି ବିଶେଷ ଧ୍ୟାନଦେଇ ବ୍ୟାୟାମ କରିବା ଆବଶ୍ୟକ। ସମ୍ପତ୍ତି ସମ୍ବନ୍ଧୀୟ ମାମଲାରେ ଲଢି ପାରନ୍ତି। ପ୍ରତିକାର- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

ମୀନ:-

ସ୍ଵାସ୍ଥ୍ୟର କିଛି ପରିବର୍ତ୍ତନ ଘଟିବ। ସରକାରୀ ସାହାଯ୍ୟ ପାଇବାର ସୁଯୋଗ ହାତ ପାହାନ୍ତାରେ ପହଞ୍ଚିବ। ଆର୍ଥିକସ୍ଥିତି ସୁଧୁରି ଯିବା ଫଳରେ ଯଶ ପ୍ରତିଷ୍ଠା ମିଳିବ। ଭାଇ ଭଉଣୀ ମାନଙ୍କ ସହ ମନୋ ମାଳିନ୍ୟ ଦୂର ହେବ। ଆଧ୍ୟାତ୍ମିକ କ୍ଷେତ୍ରରେ ଉନ୍ନତି ହେବା ସହ ଅଧ୍ୟାପନା ମାମଲାରେ ଆଗକୁ ଗତି କରିବେ। କର୍ମକ୍ଷେତ୍ରରେ ବରିଷ୍ଠ ବ୍ୟକ୍ତି ଓ ସହଯୋଗୀ ମାନଙ୍କର ସାହାଯ୍ୟ ସହଯୋଗ ମିଳିବ। ରାଜନୀତି କ୍ଷେତ୍ରରେ ସମସ୍ତ ଗୁରୁତ୍ୱପୂର୍ଣ୍ଣ ନିଷ୍ପତି ନେବା ଫଳରେ ମନରେ ଥିବା କାମନା ପୂର୍ଣ୍ଣ ହେବ। ସମ୍ପତ୍ତି ସମ୍ବନ୍ଧିୟ ମାମଲା କାହାର ମଧ୍ୟସ୍ଥତା ଦ୍ଵାରା ଦୂର ହେବ। ପ୍ରେମୀକ ପ୍ରେମିକାଙ୍କର ଆଶା ଆକାଂକ୍ଷା ପୂର୍ତ୍ତି ଘଟିବ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

Jyotirbid Dr. Pramod Satapathy
Jantra Jyotisha, Cuttack

For personalized consultation and appointment,
you can connect on WhatApp @ 7008758366 or 9437006746
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 9937745975 or 9437006746


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!