ଦୈନିକ ରାଶିଫଳ: 13 ଅଗଷ୍ଟ 2022, ଶନିଦେବଙ୍କ କୃପାରୁ ଏହି 3ଟି ରାଶିଙ୍କୁ ମିଳିବ ଆକସ୍ମିକ ଧନ

ଶେୟାର କରନ୍ତୁ ଅନ୍ୟମାନକ ସହିତ

୨୦୨୨ମସିହା, ଅଗଷ୍ଟମାସ ୧୩ତାରିଖ, ଶନିବାର, କର୍କଟମାସ ୨୮ଦିନ, ଭାଦ୍ରବମାସ, କୃଷ୍ଣପକ୍ଷ, ଦ୍ଵିତୀୟାତିଥି, ଶତଭିଷା ନକ୍ଷତ୍ର, କୁମ୍ଭରାଶିରେ ଚନ୍ଦ୍ର । ଶୋଭନ ଯୋଗ ସକାଳ ୭ଟା ୪୯ମିନିଟ୍ ପରେ ଅତିଗଣ୍ଡ ଯୋଗ । ତୈତିଳ କରଣ ଦିବା ୨ଟା ୧୬ମିନିଟ୍ ପରେ ଗର କରଣ । ବୃଷ, ସିଂହ, କନ୍ୟା ରାଶିର ଘାତବାର । ମିଥୁନ, ମୀନ ରାଶିର ଘାତଚନ୍ଦ୍ର । ବୋଇତିକଖାରୁ ନ ଖାଇଲେ ଭଲ ରାତି ୧୨ଟା ୫୩ମିନିଟ୍ ପରେ ପୋଟଳ ନ ଖାଇଲେ ଭଲ । ଯୋଗିନୀ- ଉତ୍ତରେ ରାତି ୧୨ଟା ୫୩ମିନିଟ୍ ପରେ ଆଗ୍ନେୟେ ଯାତ୍ରା ନିଷେଧ ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ଶ୍ରାଦ୍ଧତର୍ପଣ- ଦ୍ଵିତୀୟାର ଏକୋଦ୍ଦିଷ୍ଟ ଓ ପାର୍ବଣ ଶ୍ରାଦ୍ଧ । ଅଶୁଭସମୟ- ପ୍ରାତଃ ୫ଟା ୨୯ମିନିଟ୍ ରୁ ୭ଟା ୫ମିନିଟ୍, ଦିବା ୧ଟା ୨୬ମିନିଟ୍ ରୁ ୩ଟା ୨ମିନିଟ୍, ଦିବା ୪ଟା ୩୭ମିନିଟ୍ ରୁ ସନ୍ଧ୍ୟା ୭ଟା ୩୭ମିନିଟ୍, ରାତ୍ର ୪ଟା ୫ମିନିଟ୍ ରୁ ୫ଟା ୩୦ମିନିଟ୍ । ଶୁଭସମୟ- ଦିବା ୧୦ଟା ୧୭ମିନିଟ୍ ରୁ ୧ଟା ୬ମିନିଟ୍, ରାତ୍ର ୮ଟା ୨୯ମିନିଟ୍ ରୁ ୧୦ଟା ୪୨ମିନିଟ୍, ରାତ୍ର ୧୨ଟା ୧୫ମିନିଟ୍ ରୁ ୧ଟା ୪୩ମିନିଟ୍, ରାତ୍ର ୨ଟା ୩୦ମିନିଟ୍ ରୁ ୩ଟା ୫୮ମିନିଟ୍ ।

ମେଷ:-କର୍ମ ନିଯୁକ୍ତିରେ ସଫଳ ହେବେ । ସମସ୍ତ ଫଇସଲା ଓ ନିର୍ଣ୍ଣୟ ବୁଦ୍ଧିମତାରେ ପରିପୂର୍ଣ୍ଣ ହେବ । ଶିକ୍ଷା କ୍ଷେତ୍ରରେ ସଫଳତା ଲାଭ କରିବେ । ସାମାଜିକ ପ୍ରତିଷ୍ଠା, ମାନ ସମ୍ମାନ ବୃଦ୍ଧି ହେବ । କୌଣସି ନୂତନ ବନ୍ଧୁ ବ୍ୟକ୍ତିଙ୍କ ସହିତ ଭେଟ ହେବ । ରାଜନୀତି ମାମଲାରେ ସଫଳତା ମିଳିବ । ପାରିବାରିକ ମାମଲା ବହୁତ ସହଜ ସରଳହେବ । ସ୍ୱାସ୍ଥ୍ୟ ଭଲ ରହିବ । ବହୁତ ଦିନରୁ ଚିନ୍ତା କରୁଥିବା କାମ ଅଳ୍ପ ପ୍ରୟାସରେ ପୂର୍ଣ୍ଣ ହୋଇଯିବ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

ବୃଷ:-ମିତ୍ରଙ୍କ ଦ୍ଵାରା ସହାୟତା ମିଳିବ । ରାଜନୀତି କ୍ଷେତ୍ରରେ ଉଚ୍ଚସମ୍ପର୍କରୁ ଲାଭବାନ ହେବେ । ଉତ୍ତମ ରୋଜଗାର ହେଲେ ମଧ୍ୟ ଗୃହୋପକରଣ କ୍ରୟ କରିବା ଯୋଗେ ବ୍ୟୟ ଅଧିକ ହେବ । ରାସ୍ତାରେ ଯିବା ସମୟରେ ସତର୍କ ରହିବା ଆବଶ୍ୟକ । କଳା, ସାହିତ୍ୟ, ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ ପ୍ରଶଂସିତ ହେବେ । ପ୍ରେମିକ ପ୍ରେମିକାମାନଙ୍କର ପ୍ରେମ ପ୍ରସଙ୍ଗରେ ଆଶାଜନକ ଫଳପ୍ରାପ୍ତି ହେବ । ଶତ୍ରୁମାନଙ୍କ ଷଡଯନ୍ତ୍ର ବିଫଳ ହେବ । ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ ।

ମିଥୁନ:-ବାଦବିବାଦ, ମାଲିମୋକଦ୍ଦମା, କ୍ରିଡା, ପ୍ରତିଦ୍ଵନ୍ଦିତା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ । ଛାତ୍ରଛାତ୍ରୀମାନେ ଶିକ୍ଷାକ୍ଷେତ୍ରରେ ଆଗ୍ରହୀ ହେବେ । ଚାକିରି ବଦଳାଇବାର ସୁଯୋଗ ଆସିପାରେ । ପାରିବାରିକ ଜୀବନରେ କିଛି ମତଭେଦ ଥିଲେ ସମାଧାନ ହୋଇପାରେ । ପ୍ରେମିକ ପ୍ରେମିକାମାନଙ୍କର ପ୍ରେମପ୍ରସଙ୍ଗରେ ସଫଳତା ମିଳିବ । ରାସ୍ତା ଘାଟରେ ଅତ୍ୟନ୍ତ ସତର୍କତା ସହ ଯାତାୟାତ କରିବା ଉଚିତ୍ । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।

କର୍କଟ:-ପିଲାମାନେ ସେମାନଙ୍କର ସଫଳତା ପାଇଁ ଗର୍ବିତ ଅନୁଭବ କରିବେ । ଛାତ୍ରଛାତ୍ରୀ ମାନଙ୍କର ସୁଖ୍ୟାତି ଲାଭ ହେବ ମାତ୍ର ତତ୍ପର ହେବା ଆବଶ୍ୟକ । ଜ୍ଞାନୀ ଲୋକଙ୍କ ସଂସ୍ପର୍ଶରେ ଆସି ଅଫିସ୍ରେ ଅଧିକ କାମ ହୋଇପାରେ । ବ୍ୟକ୍ତିଗତ ଜୀବନ ବିଷୟରେ ଅନ୍ୟମାନଙ୍କଠାରୁ ପରାମର୍ଶ ନିଅ ନାହିଁ । ପୁରୁଣା ସାଙ୍ଗମାନଙ୍କ ସହିତ ଇଣ୍ଟରନେଟରେ ସାକ୍ଷାତ କରିପାରିବେ । ସମସ୍ତ କାର୍ଯ୍ୟ ଯତ୍ନଶୀଳତା ଏବଂ ପରିଷ୍କାର ପରିଚ୍ଛନ୍ନତା ସହିତ କରିବେ । ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ ।

ସିଂହ:-ସାମାଜିକ କାର୍ଯ୍ୟକଳାପରେ ଅଂଶଗ୍ରହଣ କରିବେ । ଟଙ୍କା ସମ୍ବନ୍ଧୀୟ ସମସ୍ୟାର ସମାଧାନ ହୋଇପାରିବ । ପ୍ରିୟଜନଙ୍କ ସମ୍ବନ୍ଧରେ କିଛି ଭଲ ସୂଚନା ପାଇ ଆନନ୍ଦିତ ହେବେ । ଅଧିକାରୀମାନେ ଆପଣଙ୍କ କାର୍ଯ୍ୟକଳାପରେ ସନ୍ତୁଷ୍ଟ ହୋଇ ପ୍ରଶଂସା କରିପାରନ୍ତି । ପିଲାମାନେ ଆପଣଙ୍କ ଆଦେଶ ପାଳନ କରିବେ । ପ୍ରେମିକ ପ୍ରେମିକାମାନଙ୍କର ପ୍ରେମ ପ୍ରସଙ୍ଗରେ ଅଧିକ ଘନିଷ୍ଠତା ହେବ । ଯାନବାହାନ ସମ୍ବନ୍ଧୀୟ ସମସ୍ୟା ଦେଖାଦେଇ ପାରେ । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।

କନ୍ୟା:-ବାଦବିବାଦ, ମାଲିମୋକଦ୍ଦମା, କ୍ରିଡା, ପ୍ରତିଦ୍ଵନ୍ଦିତା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ । ଛାତ୍ରଛାତ୍ରୀ ମାନଙ୍କର ଶିକ୍ଷାକ୍ଷେତ୍ରରେ ମାନସିକ ସ୍ଥିରତା ଦେଖାଦେବ । ପ୍ରଭାବଶାଳୀ ବକ୍ତବ୍ୟ ଫଳରେ ସାଧାରଣ ଲୋକଙ୍କ ସହ ସମ୍ପର୍କ ଗଠନ ହୋଇପାରେ । ପିଲାମାନଙ୍କର ଭବିଷ୍ୟତ ବିଷୟରେ କିଛି ଚିନ୍ତା କରି ପାରନ୍ତି । ରାସ୍ତା ଘାଟରେ ଅତ୍ୟନ୍ତ ସତର୍କତା ସହ ଯାତାୟାତ କରିବା ଉଚିତ୍ । ପ୍ରତିକାର- ଅସହାୟଙ୍କୁ ସାହାଯ୍ୟ କରନ୍ତୁ ।

ତୁଳା:-ସମ୍ପତ୍ତି ସମ୍ବନ୍ଧୀୟ ବିବାଦର ସମାଧାନ ହେବ । ଆପଣଙ୍କ ଚିନ୍ତାଧାରାରେ ସକାରାତ୍ମକତା ରହିବ । ଜୀବନସାଥିଙ୍କ ସହ ରାତ୍ରୀ ଭୋଜନ ପାଇଁ ବାହାରକୁ ଯାଇପାରନ୍ତି । ନିଜର ଯୋଜନା ଏବଂ ପ୍ରୟାସ ଦ୍ୱାରା ବାକିଥିବା ଟଙ୍କା ଅଦାୟ ହୋଇପାରିବ । ଧାର୍ମିକ କାର୍ଯ୍ୟକ୍ରମର ଯୋଜନା କରିପାରିବେ । କଳା, ସାହିତ୍ୟ, ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ ପ୍ରଶଂସିତ ହେବେ । ଛାତ୍ରଛାତ୍ରୀ ମାନେ ଶିକ୍ଷାକୁ ଉଚିତ୍‌ ମନେକରି ପାଠ ପଢାରେ ମନଯୋଗ ଦେବେ । ପ୍ରତିକାର:- ଅଶ୍ୱସ୍ଥ ବୃକ୍ଷମୂଳରେ ଗୁଡ଼ ଥୋଇ ପ୍ରଣାମ କରନ୍ତୁ ।

ବିଚ୍ଛା:-ଅଫିସରେ ଦଳଗତ କାର୍ଯ୍ୟ ହେତୁ କାର୍ଯ୍ୟ ଠିକ୍ ସମୟରେ ଶେଷ ହେବ । ଭଙ୍ଗା ସମ୍ପର୍କକୁ ସୁଧାରିବା ପାଇଁ ସୁଯୋଗ ମିଳିବ । ସମ୍ପତ୍ତି ପ୍ରସଙ୍ଗରେ ଟଙ୍କା ବିନିଯୋଗ କରିଲେ ବିଶେଷ ଲାଭବାନ ହେବେ । ଭଲ କ୍ୟାରିୟର ସୁଯୋଗ ପାଇପାରିବେ । ପ୍ରେମିକ ପ୍ରେମିକା ମାନଙ୍କର ନୂତନ ସ୍ଥାନକୁ ବୁଲିଯିବାର ସୁଯୋଗ ମିଳିବ । ରାଜନୀତି କ୍ଷେତ୍ରରେ ଧୈର୍ଯ୍ୟ ଓ ସହନଶୀଳତା ଯୋଗେ ଯଶ ମିଳିବ । ଆୟର ବୃଦ୍ଧି ସହିତ ମନ କାର୍ଯ୍ୟରେ ନିୟୋଜିତ ରହିବ । ପ୍ରତିକାର:-ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ ।

ଧନୁ:-ଚାକିରି ଖୋଜୁଥିବା ଯୁବକ ଯୁବତୀମାନେ ସଫଳତା ପାଇବେ । ଶତୃମାନେ ଦୂରେଇଯିବେ । ଅପେକ୍ଷା କରିଥିବା କାର୍ଯ୍ୟରେ ଶୁଭ ସୂଚନା ମିଳିବ । ଛାତ୍ରଛାତ୍ରୀମାନେ ବିଦ୍ୟାରେ ସଫଳ ହେବେ । କର୍ତ୍ତବ୍ୟନିଷ୍ଠା ପରାୟଣ ହେବେ । ଶତୃ ଓ ବିରୋଧୀମାନେ ଆପଣଙ୍କ ସାମ୍ନା କରିପାରିବେ ନାହିଁ । ଧନର ଆଗମନ ହୋଇ ପାରେ । ଅନ୍ୟର ଉପକାରକରି ପ୍ରଶଂସିତ ହେବେ । ନିଜରଦକ୍ଷତା ଓ ଉତ୍ସର୍ଗୀକୃତତା ସାଧାରଣ ଲୋକଙ୍କ ପାଇଁ ଏକ ପ୍ରେରଣା ହେବ । ପ୍ରତିକାର- ହଳଦୀଚନ୍ଦନ ମୁଣ୍ଡରେ ଲଗାନ୍ତୁ ।

ମକର:-ସହକର୍ମୀମାନେ ଆପଣଙ୍କ ସହିତ ବହୁତ ଖୁସି ହେବେ । ବ୍ୟବସାୟୀଙ୍କ ପାଇଁ ଦିନଟି ବହୁତ ଭଲ । ଅନ୍ୟମାନଙ୍କୁ ନିଜର ନିଷ୍ପତ୍ତି ଉପରେ ପ୍ରଭାବ ପକାଇବାକୁ ଦିଅନ୍ତୁ ନାହିଁ । ବିନା ଦ୍ୱିଧାରେ ଭଦ୍ର ଭାବରେ ନିଜର ମନ୍ତବ୍ୟ ଉପସ୍ଥାପନ କରି ପାରିବେ । ପ୍ରେମିକ ପ୍ରେମିକା ମାନଙ୍କର ନୂତନ ସ୍ଥାନକୁ ବୁଲିଯିବାର ସୁଯୋଗ ମିଳିବ । ରାଜନୀତି କ୍ଷେତ୍ରରେ ଉପରିସ୍ଥ ବ୍ୟକ୍ତିଙ୍କଠାରୁ ସମ୍ମାନ ମିଳିବ । ମନରେ ଆତ୍ମବିଶ୍ୱାସର ଅଭାବ ରହିବ । ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ ।

କୁମ୍ଭ:-ଶାରୀରିକ ପିଡ଼ା, ମାନସିକ ଦୁଶ୍ଚିନ୍ତା, ଋଣଭାର, ଶତ୍ରୁବାଧା ଦୂରେଇ ଯିବ ଓ ଶରୀର ସୁସ୍ଥ ରହିବ । ସମସ୍ତ କାର୍ଯ୍ୟ ମନଇଛା ଅନୁସାରେ ସମ୍ପନ୍ନ କରିବେ । ନୂଆ ନୂଆ ଲୋକଙ୍କ ସହ ସମ୍ପର୍କ ଓ ସାକ୍ଷାତରେ ଉନ୍ନତି ହେବ । ବକେୟା ଅର୍ଥ କିଛି ମିଳିବ । ବିଦ୍ୟାର୍ଥି ମାନେ ପରୀକ୍ଷା, ପ୍ରତିଯୋଗିତାରେ ବିଜୟୀ ହେବେ । ପ୍ରେମିକ ପ୍ରେମିକାମାନଙ୍କର ପ୍ରେମ ପ୍ରସଙ୍ଗରେ ଅଧିକ ଘନିଷ୍ଠତା ହେବ । କର୍ମକ୍ଷେତ୍ରରେ ପ୍ରଶଂସିତ ହେବେ । ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ ।

ମୀନ:-ବ୍ୟବସାୟ ବୃଦ୍ଧି ପାଇ ଲାଭାଂଶ ଉପରେ ସୁ ପ୍ରଭାବ ପଡିବ । ସହାବସ୍ଥାନର ନିରାପଦ ବଳୟ ଭିତରେ ଆପଣା ଲୋକଙ୍କ ସାହାଯ୍ୟ ପାଇ ପାରିବାରିକ ଜୀବନ ସୁଧାରୀ ନେବେ । ଶିକ୍ଷାର୍ଥୀମାନେ ଉନ୍ନତିର ଛକ ଉପରେ ପଦାର୍ପଣ କରି ଦିଗ ଭ୍ରଷ୍ଟର ଶିକାର ନ ହେଲେ ଲକ୍ଷ୍ୟପୂରଣ ଆଡକୁ ଆଗେଇ ପାରିବେ । ରାଜନୀତି କ୍ଷେତ୍ରରେ ମାନସିକ ଦୁଶ୍ଚିନ୍ତା ଦୂର ହୋଇ ଯଶମାନ ବୃଦ୍ଧିହେବ । ଯାନବାହାନ ସମ୍ବନ୍ଧୀୟ ସମସ୍ୟା ଦେଖାଦେଇ ପାରେ । ପ୍ରତିକାର:-ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!