ଦୈନିକ ରାଶିଫଳ: ୧୩ ଡିସେମ୍ବର ୨୦୧୮। ମା ଲକ୍ଷ୍ମୀ ବଦଳିବାକୁ ଯାଉଛନ୍ତି ଏହି ରାଶିର ଭାଗ୍ୟ, ଜାଣନ୍ତୁ ଭବିଷ୍ୟ ଫଳ

ଶେୟାର କରନ୍ତୁ ଅନ୍ୟମାନକ ସହିତ

ଦୈନିକ ରାଶିଫଳ: ୧୩ ଡିସେମ୍ବର ୨୦୧୮। ମା ଲକ୍ଷ୍ମୀ ବଦଳିବାକୁ ଯାଉଛନ୍ତି ଏହି ରାଶିର ଭାଗ୍ୟ, ଜାଣନ୍ତୁ ଭବିଷ୍ୟ ଫଳ

ମେଷ:-

ଜନ ସେବାରେ ନିଜକୁ ନିୟୋଜିତ କରିବେ। କର୍ମ କ୍ଷେତ୍ରରେ ସହଯୋଗୀମାନଙ୍କ ଯୋଗୁଁ ଉତ୍ତମ କାର୍ଯ୍ୟ କରି ପଦୋନ୍ନତି ପାଇବେ। କର୍ମସନ୍ଧିତ୍ସୁମାନେ କର୍ମ ନିଯୁକ୍ତି କ୍ଷେତ୍ରରେ ସଫଳ ହେବେ। ଯାତ୍ରାଫଳରେ ଉତ୍ସାହିତ ହେବେ। ଗୃହୋପକରଣ କ୍ରୟ କରିବେ। ସମସ୍ତ କାର୍ଯ୍ୟକ୍ରମ ସୁରୁଖୁରୁରେ ପୂର୍ଣ୍ଣ ହେବ। ମିତ୍ରଙ୍କ ଠାରୁ ବହୁତ ସାହାଯ୍ୟ ସହଯୋଗ ମିଳିବ। ପରିବାରରେ ସୁଖ-ଶାନ୍ତି  ଯୋଗେ ସମସ୍ତ ଚିନ୍ତା ଦୂର ହେବ। ସମ୍ମାନର ସହ ଦିନଚର୍ଯ୍ୟା ସମ୍ପାଦନ କରିବେ। କଳା, ସାହିତ୍ୟ, କ୍ରିଡା, ଚଳଚ୍ଚିତ୍ର ତଥା ଅନୁଷ୍ଠାନିକ କାମରେ ପ୍ରଶଂସା ମିଳିବ। ଆର୍ଥିକ ଓ ବ୍ୟବସାୟୀକ କ୍ଷେତ୍ରରେ ଉନ୍ନତି ହେବ। ପ୍ରତିକାର- ଗାଈକୁ ଖାଇବାକୁ ଦିଅନ୍ତୁ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:-

କର୍ମକ୍ଷେତ୍ର ସମ୍ବନ୍ଧୀୟ ସମସ୍ତ ଜରୁରୀ କାର୍ଯ୍ୟ ସଂପାଦନ ହେବ। ଲୋକସମ୍ପର୍କ, ସମାଜସେବା, ଧାର୍ମିକ ଅନୁଷ୍ଠାନରେ ପ୍ରଶଂସା ପାଇବେ। ପରିବାର ହିତ ପାଇଁ ଅଧିକ ଖର୍ଚ୍ଚାନ୍ତ ହେବେ। ଅଚାନକ ଧନପ୍ରାପ୍ତି, ବ୍ୟବସାୟିକ ଅନୁବନ୍ଧ, ବେପାର ବିସ୍ତାର, ଜାଗା, ଜମି ଓ ଉଚ୍ଚସ୍ତରୀୟ ବାହନ ଓ ସ୍ଵର୍ଣ୍ଣ ଅଳଙ୍କାର କ୍ରୟ କରିବେ। ବ୍ୟବସାୟ କ୍ଷେତ୍ରରେ ନ୍ୟାୟମାର୍ଗ ଓ ମିଷ୍ଟ ବଚନ ଯୋଗେ ଉନ୍ନତିକର ହେବ। ମହିଳାମାନେ ପରିବାରରେ ଆଦରଣୀୟା ହୋଇ ସୁଖଭୋଗ କରିବେ। ରାଜନୀତି କ୍ଷେତ୍ରରେ ସଫଳତା ଅର୍ଜନ କରିବେ। ଦୂରଯାତ୍ରାର ସୁଯୋଗ ପାଇବେ। ପ୍ରତିକାର- କୁକୁରକୁ ରୁଟି ଖାଇବାକୁ ଦିଅନ୍ତୁ।

ମିଥୁନ:-

ବ୍ୟବସାୟ କ୍ଷେତ୍ରରେ ଲାଭବାନ ହେବେ। ପରୀକ୍ଷା ଓ ପ୍ରତିଯୋଗୀତାରେ ଆଶା ମୁତାବକ ଫଳ ପାଇବେ। ଭାଇ ଭଉଣୀ ବନ୍ଧୁବାନ୍ଧବଙ୍କ ସହ ଉତ୍ତମ ସମ୍ପର୍କ ରହିବ। ପିଲାମାନଙ୍କ ପଢା ସମସ୍ୟା ନେଇ ଶୁଭ ଖବର ପାଇ ଖୁସି ହେବେ।  ରାଜନୀତିରେ ସମାଜ ସେବା ନେଇ ସ୍ଵନାମ ଅର୍ଜନ କରିପାରିବେ। କର୍ମ କ୍ଷେତ୍ରରେ ଉତ୍ତମ ରୋଜଗାର କରିପାରିବେ। ଅନେକ ସୂତ୍ରରୁ କିଛି ଧନ ସମ୍ପତ୍ତି ପାଇବାର ଯୋଗ ଅଛି। ଆତ୍ମବିଶ୍ଵାସ ବୃଦ୍ଧି ପାଇବ। ପରିବାରରେ ଅପ୍ରୀତିକର ପରିସ୍ଥିତି ଦେଖାଦେଲେ ମଧ୍ୟ ତାହା କୌଶଳକ୍ରମେ ସମାଧାନ କରିବେ। ପ୍ରତିକାର- ମାଗଣାରେ କୌଣସି ଦ୍ରବ୍ୟ ଗ୍ରହଣ କରନ୍ତୁ ନାହିଁ।

କର୍କଟ:-

ପ୍ରତିକୂଳ ପରିସ୍ଥିତି ଦୂରେଇଯିବ ଓ ନିଜ ଚେଷ୍ଟାରେ କାର୍ଯ୍ୟରେ ସଫଳତା ମିଳିବ। ଅଭାବ ଅସୁବିଧା ଥାଇ ମଧ୍ୟ କୌଣସି କାମ ଅଟକିବ ନାହିଁ। କର୍ମକ୍ଷେତ୍ରରେ ଅନ୍ୟମାନଙ୍କ କଥାକୁ ଠିକ୍ ଭାବେ ବୁଝିପାରିବେ। ସୁଖ ସମୃଦ୍ଧି ବୃଦ୍ଧି ହେବ। ସାମାଜିକ କ୍ଷେତ୍ରରେ ପ୍ରଶଂସିତ ହେବେ। ରାଜନୀତିରେ ପ୍ରଶଂସିତ ହେବେ। ଶାରୀରିକ ଓ ମାନସିକ ସ୍ଥିରତା ଦେଖାଦେବ। ପ୍ରବାସ ଓ ଯାତ୍ରାରେ କଷ୍ଟସହି ଲାଭବାନ ହେବେ। ସନ୍ତାନ ଯୋଗେ ଚିନ୍ତିତ ରହିବେ। ବାଦ-ବିବାଦ, ପରୀକ୍ଷା, ପ୍ରତି ଯୋଗୀତା, ମାଲିମୋକଦ୍ଦମା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ। ପ୍ରତିକାର- କୁକୁରକୁ ଖାଇବାକୁ ଦିଅନ୍ତୁ।

ସିଂହ:-

କର୍ମକ୍ଷେତ୍ରରେ ଉଦ୍ୟମ ଓ ଚେଷ୍ଟାଦ୍ୱାରା ସ।ଫଲ୍ୟ ହେବ। ପାରିବାରିକ ଜୀବନରେ ସୁଖ-ଶାନ୍ତି ଲାଭ ହେବ।  ଉତ୍ତମ ବୁଝାମଣା ଜନିତ ଉତ୍ସାହ-ଉଦ୍ଦୀପନାଯୁକ୍ତ ହେବେ। ନିଜ ଦକ୍ଷତାରୁ ଉଚ୍ଚ ସମ୍ମାନ ପାଇବେ ଏବଂ ବୁଦ୍ଧିଜୀବୀ ମାନଙ୍କ ସାନ୍ନିଧ୍ୟରେ ଆସିବେ। କାର୍ଜ୍ୟାଳୟର ଜଟିଳ ପରିସ୍ଥିତିକୁ ସରଳ କରି ପ୍ରଶଂସା ପାଇବେ। ମାଲିମୋକଦ୍ଦମାରେ ଜୟ, ରାଜନୀତିରେ ପୂର୍ଣ୍ଣ ସଫଳତା ପ୍ରାପ୍ତି, ବ୍ୟୟ ଅପେକ୍ଷା ଆୟ ଅଧିକ, ନୂତନ ସଂସ୍ଥାର ଆୟୋଜନ କରିବେ। କଳେବଳେ କୌଶଳରେ ସମସ୍ତ ପ୍ରକାର ଅଭିଳାଷ ପୂରଣ ହେବ।  କମ୍ ପରିଶ୍ରମରେ ଆଶାଜନକ ଫଳପ୍ରାପ୍ତି ହେବ। ପ୍ରତିକାର-ଭୋକିଲା ଲୋକକୁ ନିରାଶ କରିବେ ନାହିଁ।

କନ୍ୟା:-

ସନ୍ତାନର ଭବିଷ୍ୟତ ପାଇଁ ଯୋଜନା କରି ପୁଞ୍ଜି ନିବେଶ କରିବେ। ଆବଶ୍ୟକ ଅର୍ଥ ଆଦାନ ପ୍ରଦାନ ସୁଚାରୁରୂପେ ହେବ। ମାଲିମୋକଦ୍ଦମା ଓ ସାକ୍ଷାତକାରରେ ସଫଳ ହେବେ। କର୍ମକ୍ଷେତ୍ରରେ ସହକର୍ମୀ ଓ ଉପରିସ୍ଥ କର୍ମଚାରୀଙ୍କ ଠାରୁ ପ୍ରଶଂସିତ ହେବେ। ପାରିବାରିକ କ୍ଷେତ୍ରରେ ଶାନ୍ତି ବିରାଜମାନ କରିବ। ନୂଆ ନିଯୁକ୍ତି ଯୋଗ ଅଛି। ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ନୂତନପନ୍ଥା ଅନୁସରଣ କରିବେ। ଯାନବାହାନ ବ୍ୟବସାୟରେ ବେଶ୍ ଆନନ୍ଦ ପାଇବେ। ଶିଳ୍ପ ପ୍ରତିଷ୍ଠା ଯୋଜନା ସାଫଲ୍ୟଦାୟକ ହେବ। ନିଜେ ସାମାନ୍ୟ ଚେଷ୍ଟା କଲେ ବାକିଥିବା ଅର୍ଥ ପାଇବେ। ପ୍ରତିକାର- ବୃଦ୍ଧା ବୃଦ୍ଧଙ୍କୁ ସେବାକରୀ ଖାଦ୍ୟ ଦିଅନ୍ତୁ।

ତୁଳା:-

କର୍ମ କ୍ଷେତ୍ରରେ ଅନେକ ଦିନର ଅଭିଳାଷ ପୂର୍ଣ୍ଣ ହେବ। ବ୍ୟବସାୟୀମାନେ ନୂତନ ବାଣିଜ୍ୟର ପରିକଳ୍ପନା କରିବେ। ମହିଳାମାନେ ଅନେକ କାର୍ଯ୍ୟ ନିଜେ ସମାଧାନ କରିବାକୁ ସାହସ ବାନ୍ଧିବେ। ସୁଖ ସମୃଦ୍ଧି ବୃଦ୍ଧି ଓ ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ। ରାଜନୈତିକ କ୍ଷେତ୍ରରେ ସ୍ଥିରତା ଦେଖାଦେବ। ଭୋଗବିଳାସ ଓ ଆନନ୍ଦରେ ସମୟ କାଟିବେ। ସ୍ଵାସ୍ଥ୍ୟରେ ଉନ୍ନତି ଓ ସମ୍ମାନଜନକ ଘଟଣା ଘଟି ପାରେ। ପରୀକ୍ଷା ପ୍ରତିଯୋଗିତାରେ ବିଜୟୀ ହେବେ। ଧାର୍ମିକ କାର୍ଯ୍ୟପ୍ରତି ମନ ବଳାଇବେ। ସତର୍କତା ଅବଲମ୍ବନ ନକଲେ କୌଣସି ଭୁଲ୍ କାମରେ ଫଶିଯିବେ। ପ୍ରତିକାର-ପିତା ମାତାଙ୍କ ପାଦଛୁଇଁ ପ୍ରଣାମ କରନ୍ତୁ।

ବିଛା:-

କାର୍ଯ୍ୟର ପ୍ରଗତି ପାଇଁ ସମସ୍ତ ପ୍ରକାର ପ୍ରୟାସ କରିବେ। ପାରିବାରିକ ଓ ଦାମ୍ପତ୍ୟ ଜୀବନ ଆନନ୍ଦରେ କଟିବ। ବ୍ୟବସାୟ ପାଇଁ ଦୂରଯାତ୍ରାରେ ସଫଳ ହେବେ। ପାଖ ପଡୋଶିଙ୍କ ଦ୍ଵାରା ଅନେକ ସମସ୍ୟା ସମାଧାନ ହେବ। ପରୋକ୍ଷ ଶତ୍ରୁତା ଓ ଈର୍ଷାପରାୟଣ ବ୍ୟକ୍ତିଙ୍କ ଠାରୁ ପ୍ରଶଂସା ପାଇବେ। କର୍ମକ୍ଷେତ୍ରରେ ପ୍ରଶଂସିତ ହେବେ। ସାଧୁ, ସତ୍ୟବାଦୀ, ଧର୍ମାତ୍ମା, ଗୁରୁ ବ୍ରାହ୍ମଣଙ୍କ ସହ ସମ୍ପର୍କ ସ୍ଥାପନହେବ। ରାଜନୀତିରେ କୃତକାର୍ଯ୍ୟ ହେବେ ଓ ସଫଳତା ଏବଂ ଲୋକସମ୍ପର୍କ ଆତ୍ମସନ୍ତୋଷ ବଢେଇବ। ରୋଜଗାର ସମସ୍ୟା ସୁଧୁରି ଯିବ। ଧନ ଲାଭ ହେବାରୁ ମନ ଖୁସି ରହିବ। ପ୍ରତିକାର-ପିତାମାତାଙ୍କ ପାଦଛୁଇଁ ପ୍ରଣାମ କରନ୍ତୁ।

ଧନୁ:-

ଜମିଜମା ସଙ୍କ୍ରାନ୍ତିୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପାଦନ ହେବ। ଅଳ୍ପ ପରିଶ୍ରମରେ ବହୁତ ଧନ ଲାଭ ହେବ। ସବୁଥିରେ ସଫଳତା ମିଳିବ। ରାଜନୈତିକ କ୍ଷେତ୍ରରେ ପ୍ରଶଂସିତ ହେବେ। ଉଚ୍ଚଶିକ୍ଷା କ୍ଷେତ୍ରକୁ ମୁହଁ।ଇ ପାରିବେ। ସ୍ଵାସ୍ଥ୍ୟରେ ଉନ୍ନତି ପରିଲିଖିତ ହେବ। ଆର୍ଥିକ ସମସ୍ୟା ସମାଧାନ ହୋଇଯିବ। ଦୂରଯାତ୍ରା କରି ମନ ଖୁସି ରହିବ। ମାଲିମୋକଦ୍ଦମାରେ ବିଜୟୀ ହେବେ। ଭାତୃ ବିବାଦ, ଜମି ବାଡି ଓ ଘର ଜାଗାନେଇ ଥିବା ଦ୍ଵନ୍ଦର ସମାଧାନ ହୋଇପାରେ। କର୍ମକ୍ଷେତ୍ରରେ ସନ୍ତୋଷ, ଭ୍ରମଣକାଳରେ କ୍ଲେଶ, ସହକର୍ମୀଙ୍କ ସହ ବିବାଦ ମେଣ୍ଟିଯିବ। ସନ୍ତାନଙ୍କର ଉନ୍ନତିରେ ଖୁସି ହେବେ। ପ୍ରତିକାର- କୁକୁରକୁ ଖାଇବାକୁ ଦିଅନ୍ତୁ।

ମକର:-

ରାଜନୀତି କ୍ଷେତ୍ରରେ ମାନସିକ ଦୁଶ୍ଚିନ୍ତା ଦୂର ହୋଇ ଯଶମାନ ବୃଦ୍ଧିହେବ। ଉପରିସ୍ଥ ବ୍ୟକ୍ତିଙ୍କଠାରୁ ସମ୍ମାନ ମିଳିବ। ଅଟକିଥିବା ବା ଉଧାର ଦେଇଥିବା ଟଙ୍କା ମିଳିଯିବ। ଧାର୍ମିକ କାର୍ଯ୍ୟରେ ରୁଚି ବଢିବ। ସମୟ ଗୁଡିକ ହସ ଖୁସିରେ ବିତିବ। ସାମାଜିକ ପ୍ରତିଷ୍ଠା ଓ ପ୍ରତିପତ୍ତି ବୃଦ୍ଧି ପାଇବ। ଗଠନମୂଳକ ଯୋଜନା ପ୍ରସ୍ତୁତ କରି ଆଗେଇ ଯିବାର ରାସ୍ତା ଖୋଲିଯିବ। ପ୍ରବାସରେ  ମଧ୍ୟ କେତେକ କ୍ଷେତ୍ରରେ ଉନ୍ନତିକର ହେବ। ବନ୍ଧୁବାନ୍ଧବ ମାନେ ଆର୍ଥିକ କ୍ଷେତ୍ରରେ ସାହାଯ୍ୟ ସହଯୋଗ କରିବେ। କର୍ମକ୍ଷେତ୍ରରେ ଚିନ୍ତା କରିଥିବା କାମ ଗୁଡିକ ଠିକ୍ ଭାବେ ସଂପୂର୍ଣ୍ଣ ହେବ। ପାରିବାରିକ ସମସ୍ୟା ଗୁଡିକୁ ସୁଧାରି ନେବା ଉଚିତ୍। ପ୍ରତିକାର- ବୃଦ୍ଧ, ବୃଦ୍ଧାଙ୍କୁ ଭୋଜନ ଦିଅନ୍ତୁ।

କୁମ୍ଭ:-

ଧୈର୍ଯ୍ୟ ଓ ସହନଶୀଳତା ଯୋଗେ ଯଶ ମିଳିବ। ସାମାଜିକ ପତିଆରା ଅମଳିନ ରହିବ। ଆୟ ଉପାର୍ଜନ ବୃଦ୍ଧି ହେବ। ପରୀକ୍ଷା, ପ୍ରତି ଯୋଗୀତା, ସାକ୍ଷାତକାରରେ ବିଜୟୀ ହେବେ। ବାଣିଜ୍ୟ କ୍ଷେତ୍ରରେ ଉନ୍ନତମାନର ଫଳପାଇବେ। ଶତୃମାନେ ସାମ୍ନାକୁ ଆସିବାକୁ ସାହସ କରିବେ ନାହିଁ। ଅଧିକାରୀଙ୍କଠାରୁ ସହଯୋଗ ମିଳିବ। ମହିଳାମାନେ ଉଚିତ ପନ୍ଥା ଗ୍ରହଣ କରିବେ। ବିଦେଶୀ ବନ୍ଧୁଙ୍କ ଦ୍ଵାରା ଅଧିକ ଉପକୃତ ହେବେ। ନୀରବତା ରକ୍ଷାକରି ପରିସ୍ଥିତିକୁ ସମର୍ପଣ କରିଦେବା ଉତ୍ତମ ହେବ। ଦୃଢତା ଯୋଗେ ସମ୍ମାନର ଆଧିକାରୀ ହୋଇ ପାରିବେ। ସୁଯୋଗ ହାତପାହାନ୍ତାରେ ଥିଲେ ମଧ୍ୟ ଶେଷ ସମୟରେ ହରାଇ ମନ ବ୍ୟସ୍ତ ହେବ। ପ୍ରତିକାର:- କୁକୁରକୁ ଖାଦ୍ୟ ଦିଅନ୍ତୁ।

ମୀନ:-

ଶାରୀରିକ ସୁସ୍ଥତା ସହ ମାନସିକ ଶାନ୍ତି ଦେଖାଦେବ। ସାହିତ୍ୟ, କଳା କ୍ଷେତ୍ରରେ ମଧ୍ୟ ଆକର୍ଷିତ ହେବେ। ପାରିବାରିକ କ୍ଷେତ୍ରରେ ସାଧାରଣ ଚଳଣି ଅତୁଟ ରହିବ। କର୍ମ କ୍ଷେତ୍ରରେ ଆୟ ବୃଦ୍ଧି ହେବ। ମାଙ୍ଗଳିକ କାର୍ଯ୍ୟରେ ଯୋଗ ଦେବେ। ସମ୍ପର୍କୀୟ ବନ୍ଧୁ ସାହାଯ୍ୟ ସହଯୋଗ କରିବେ। ଆନନ୍ଦ ଉଲ୍ଲାସରେ ଦିନଟି ବିତାଇବେ। ବ୍ୟବସାୟ କ୍ଷେତ୍ରରେ ପ୍ରଚୁର ପରିମାଣରେ ଆମଦାନୀ ରପ୍ତାନି କରି ପାରିବେ। କର୍ମନିଷ୍ଠା ମଧ୍ୟରେ ନିଜକୁ ସୀମିତ ରଖିବା ହିତକରହେବ। ପାରିବାରିକ କ୍ଷେତ୍ରରେ କିଛି ଭୁଲ ବୁଝାମଣା ଯୋଗୁ ମାନସିକ ଦ୍ଵନ୍ଦ ଭିତରେ ଗତି କରିବେ। ପ୍ରତିକାର- ଘରୁ ବହାରରିବା ସମୟରେ ମୁହଁ ମିଠା କରି ବାହାରନ୍ତୁ।

Jyotirbid Dr. Pramod Satapathy
Jantra Jyotisha, Cuttack

Jyotirbid Pandit Sudhakar Tripathy
Jantra Jyotisha, Kakatpur, Puri

For personalized consultation and appointment,
you can connect on WhatApp @ 7008758366 or 9937551988
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 7008758366 or 9937551988


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!