ଦୈନିକ ରାଶିଫଳ: ୧୩ ଡିସେମ୍ବର ୨୦୧୯, ମା ସନ୍ତୋଶୀଙ୍କ କୃପାରୁ ଆଜି ଏହି ସବୁ ରାଶି ବ୍ୟକ୍ତିଙ୍କୁ ମିଳିବ କିଛି ଶୁଭ ସମ୍ବାଦ

ଶେୟାର କରନ୍ତୁ ଅନ୍ୟମାନକ ସହିତ

ମେଷ:-

ଭୌତିକ ସୁଖ ସୁବିଧା ପ୍ରାପ୍ତିହେବ। ନିଜ ଆଚାର ବ୍ୟବହାର ଦ୍ଵାରା ଗୁରୁଜନଙ୍କ ସନ୍ତୋଷ ଭାଜନ ହେବେ। ବନ୍ଧୁ ବାନ୍ଧବଙ୍କ ସହ ମନୋମାଳିନ୍ୟ ଦୂର ହେବ। ଦାମ୍ପତ୍ୟ ସୁଖରେ ଆଶାତୀତ ଲାଭ ପାଇବେ। ଶତୃମାନେ ତଳମୁହାଁ ହେବେ। ଆର୍ଥୀକ କ୍ଷେତ୍ରରେ ଉନ୍ନତି ଦେଖାଦେବ। ମାନସିକ ଦୁଃଶ୍ଚିନ୍ତା ଦୂର ହେବ। ନୂତନକର୍ମ ନିଯୁକ୍ତି ପାଇଁ ଚେଷ୍ଟା ସଫଳ ହେବ। ଇଲୋକ୍ଟ୍ରୋନିକ୍ ଉପକରଣ, ଉଚ୍ଚସ୍ତରୀୟ ବାହନ କ୍ରୟ କରି ପାରନ୍ତି। ପ୍ରତିଯୋଗୀ ପରୀକ୍ଷାରେ ପରିଣାମ ଅନୁକୂଳ ହେବାଦ୍ୱାରା ଚାରିଗୁଣ ଖୁସି ବଢ଼ିଯିବ। ପ୍ରେମ-ପ୍ରସଙ୍ଗରେ ମଧୁରତା ଆସିବ। ପ୍ରତିକାର ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:-

ପ୍ରମୋଶନ, ବେତନ ବୃଦ୍ଧି, ଇଚ୍ଛିତ ସ୍ଥାନକୁ ସ୍ଥାନାନ୍ତରଣ, ଅଟକି ଥିବା ଧନ ମିଳିଯିବ। ପୈତୃକ ସମ୍ପତ୍ତି ନେଇ ବିବାଦର ସମାଧାନ ହେବ। ଆତ୍ମୀୟ ମିତ୍ରଙ୍କ ସାହାଯ୍ୟରେ ବନ୍ଦ ଥିବା କାର୍ଯ୍ୟ ପୂରଣ ହେବ। ଉଚ୍ଚ ଶିକ୍ଷା ଅଧ୍ୟୟନ ପାଇଁ ବିଦେଶ ଯାତ୍ରା କରିବେ। ସାମାଜିକ ପ୍ରତିଷ୍ଠା ବୃଦ୍ଧି ପାଇବ। ବନ୍ଧୁ ମିତ୍ର ଓ ସହକର୍ମୀଙ୍କ ଠାରୁ ଆଶାତୀତ ସହଯୋଗ ମିଳିବ। ଧାର୍ମିକ କାର୍ଯ୍ୟରେ ଯୋଗ ଦେଇ ସାମାଜିକ ପ୍ରତିଷ୍ଠା ଓ ମାନ-ସମ୍ମାନ ବୃଦ୍ଧି ହେବ। ବ୍ୟବସାୟରେ ନୂତନ ଯୋଜନା ପ୍ରସ୍ତୁତ କରି ଲାଭବାନ ହେବେ। ବାକିଥିବା ଅର୍ଥପ୍ରାପ୍ତି ହେବ। କର୍ମକ୍ଷେତ୍ରରେ ପ୍ରଶଂସିତ ହେବେ। ପ୍ରତିକାରମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ମିଥୁନ:-

ସ୍ୱାସ୍ଥ୍ୟରେ ଉନ୍ନତି, ବିଦ୍ୟାରେ ଯଥେଷ୍ଟ ଫଳ ପ୍ରାପ୍ତି ହେବ କର୍ମୋନ୍ନତି, ସନ୍ତାନସୁଖ ପ୍ରାପ୍ତି, ସ୍ୱାସ୍ଥ୍ୟ ଅନେକାଂଶରେ ଭଲ ରହିବ। ବ୍ୟବସାୟରେ ଉନ୍ନତି ଓ ଲାଭପ୍ରାପ୍ତି ହେବ। ପ୍ରତିଯୋଗୀତା ପରୀକ୍ଷାରେ ଉତ୍ତୀର୍ଣ୍ଣ ହୋଇ ନୂତନ କର୍ମ ନିଯୁକ୍ତି କ୍ଷେତ୍ରରେ ସଫଳ ହୋଇ ପାରନ୍ତି। ଶାରିରୀକ ଅସୁସ୍ଥତା ଦୂରହେବ। ପରିବାର ତଥା କୁଟୁମ୍ବରେ ମାଙ୍ଗଳିକ କାର୍ଯ୍ୟ ଓ ଧାର୍ମିକ କାର୍ଯ୍ୟରେ ଯୋଗ ଦେଇ ଖର୍ଚ୍ଚାନ୍ତ ହେବେ। ରାଜନେତାମାନଙ୍କର ସାମାଜିକ ପ୍ରତିଷ୍ଠା ଓ ମାନ-ସମ୍ମାନ ବୃଦ୍ଧି ହେବ। ଆର୍ଥିକ ସ୍ଥିତି ସୁଦୃଢ଼ ହେବ, ଋଣ ପରିଶୋଧ କରିବାର ସୁଯୋଗ ପାଇବେ। ପ୍ରତିକାର:- ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ।

କର୍କଟ:-

ବ୍ୟବସାୟରେ ଉନ୍ନତି ଫଳରେ ଅଶାତୀତ ଲାଭବାନ୍ ହେବେ। ସହକର୍ମୀ ମାନଙ୍କଠାରୁ ସାହାଯ୍ୟ ସହଯୋଗ ପାଇବେ। ସେୟାର ମାର୍କେଟ, ଲଟେରୀ, ଜୁଆ ଆଦିରେ ଅର୍ଥ ଖଟେଇଲେ ବିଶେଷ ଲାଭବାନ୍ ହେବେ। ନୂତନ ଚାକିରି ପାଇଁ ପ୍ରୟାସ ରତ ଯୁବକ ଯୁବତୀମାନେ ଉତ୍ସାହବର୍ଦ୍ଧକ ସମାଚାର ପାଇବେ। ବନ୍ଧୁ ବାନ୍ଧବମାନଙ୍କର ସମାଗମ ହେବ। କର୍ମ କ୍ଷେତ୍ରରେ ସମ୍ମାନ ଲାଭ ସହ ନୂଆ ଯୋଜନା ପ୍ରସ୍ତୁତ କରିବେ। ପ୍ରତିଯୋଗି ପରୀକ୍ଷାରେ ଉତ୍ତୀର୍ଣ୍ଣ ହୋଇ ପାରନ୍ତି। ଶରୀର ସୁସ୍ଥ ରହିବ। ପାରିବାରିକ କ୍ଷେତ୍ରରେ ସୁଖ ଶାନ୍ତି ପ୍ରାପ୍ତି ହେବ। ପ୍ରତିକାର ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

ସିଂହ:-

ଗୃହପାଳିତ ପଶୁ ଓ ଯାନବାହାନ ଇତ୍ୟାଦି କ୍ରୟ କରି ଲାଭବାନ୍ ହେବେ। ବାଦବିବାଦ ଓ ମାଲିମକଦ୍ଦମାର ଅବସାନ ହେବ। ବ୍ୟବସାୟ କ୍ଷେତ୍ରରେ ସହଯୋଗୀ ମାନଙ୍କର ପୂର୍ଣ୍ଣ ସାହାଯ୍ୟ ପାଇବେ। ସୁନା, ରୂପା, କଂସା, ପିତ୍ତଳ, ତେଜରାତି, ଷ୍ଟେସନାରୀ, ଔଷଧ ବ୍ୟବସାୟୀ ମାନଙ୍କର ଆଶାତିତ ଲାଭ ହେବ। ଶରିର ସୁସ୍ଥ ରହିବ। ସରକାରୀ କ୍ଷେତ୍ରରେ ନୂତନ କର୍ମ ନିଯୁକ୍ତିର ସୁଯୋଗ ପାଇବେ। ସାମାଜିକ ପ୍ରତିଷ୍ଠା, ମାନସମ୍ମାନ ବୃଦ୍ଧି ହେବ। ବନ୍ଧୁ ମିତ୍ରଙ୍କ ସାହାଯ୍ୟରେ ବାକି ପଡ଼ିଥିବା ଅର୍ଥ ପ୍ରାପ୍ତି ହେବ। କର୍ମନିଯୁକ୍ତି କ୍ଷେତ୍ରରେ ଅନେକ ଦିନର ଅଭିଳାଷ ପୂରଣ ହୋଇପାରେ। ପ୍ରତିକାର କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

କନ୍ୟା:-

ପୁରାତନ ରୋଗର ପ୍ରକୋପ ହ୍ରାସ ହେବ। ମାଙ୍ଗଳିକ କାର୍ଯ୍ୟ ଓ ଧାର୍ମିକ କାର୍ଯ୍ୟରେ ଯୋଗ ଦେଇ ଶାନ୍ତି ଅନୁଭବ କରିବେ। ମହିଳାମାନଙ୍କର ସୌଖୀନ ଦ୍ରବ୍ୟାଦି ବ୍ୟବସାୟରେ ବିଶେଷ ଲାଭ କରି ପାରିବେ ଓ ଉତ୍ତମ ରୋଜଗାର ହେବ।  ସନ୍ତାନଙ୍କର ଉନ୍ନତିରେ ଉତ୍ସାହିତ ହେବେ। ଜାଗା, ଜମି, ସ୍ଥାବର ସମ୍ପତ୍ତି ସମ୍ବନ୍ଧୀୟ ସମସ୍ୟା ଦୂର ହୋଇଯିବ। ହର୍ସୋଲ୍ଲାସ ବାତାବରଣ ପରିବାରରେ ଖେଳିଯିବ। ଅଟକି ଥିବା କାର୍ଯ୍ୟ ଚାଲୁ ହେବ, ସନ୍ତାନମାନେ ପରୀକ୍ଷାରେ ଉତ୍ତୀର୍ଣ୍ଣ ହୋଇ ଉଚ୍ଚଶିକ୍ଷାରେ ଶ୍ରେଷ୍ଠସ୍ଥାନ ଲାଭ କରିବେ।ଦୂର ଯାତ୍ରା କରନ୍ତୁ ନାହିଁ। ପ୍ରତିକାରମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ତୁଳା:-

କର୍ମକ୍ଷେତ୍ରରେ ଉପରିସ୍ଥ କର୍ମଚାରୀଙ୍କ ଠାରୁ ପ୍ରଶଂସା ପାଇବେ। ମହିଳାମାନେ ଗୁରୁ ଗୁରୁଜନ ମାନଙ୍କର ସହଯୋଗ ପାଇବେ। ନୂତନ କର୍ମ ନିଯୁକ୍ତିର ସୁଯୋଗ ପାଇବେ। ଉଚ୍ଚବିଦ୍ୟା ଅଧ୍ୟୟନ ପାଇଁ ବାହ୍ୟ ଦେଶକୁ ଯାତ୍ରା କରି ପାରିବେ। ଯାନବାହାନ ବ୍ୟବସାୟରେ ତଥା ଭ୍ରମଣ ସଙ୍କ୍ରାନ୍ତିୟ ବ୍ୟବସାୟରେ ଆଶା ମୁତାବକ ଲାଭ ପାଇବେ। ବନ୍ଧୁଙ୍କୁ ଦେଇଥିବା ପ୍ରତିଶୃତି ରକ୍ଷାକରିବା ଫଳରେ ମନ ଭଲ ରହିବ। ଶାରିରୀକ ଅସୁସ୍ଥତା ଦୂରହେବ। ସମସ୍ତ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଲେ ଅଚାନକ ଧନପ୍ରାପ୍ତି ହେବ। ଶୁଭ ସମ୍ବାଦ ପାଇ ମାନସିକ ଦୁଶ୍ଚିନ୍ତା ଦୂରହେବ। ପ୍ରତିକାରମାଦକଦ୍ରବ୍ୟ ସେବନ କରନ୍ତୁ ନାହିଁ।

ବିଚ୍ଛା:-

ଋଣଭାର ଲାଘବ ହେବା ଫଳରେ ମାନସିକ ଶାନ୍ତି ଓ ସ୍ୱାସ୍ଥ୍ୟ ଭଲ ରହିବ। ବିଭିନ୍ନ ବିଭାଗୀୟ ପରୀକ୍ଷା ଦେବାର ସୁଯୋଗ ପାଇବେ। ଶିକ୍ଷାକ୍ଷେତ୍ରରେ ହସ ଖୁସିରେ ସମୟ ବିତିବ ଓ ଉଚ୍ଚ ଶିକ୍ଷା ଲାଭ କରିବାର ସୁଯୋଗ ପାଇବେ। ପାରିବାରିକ କ୍ଷେତ୍ରରେ ମାନସିକ ଶାନ୍ତି ମିଳିବ। ସାମାଜିକ ପ୍ରତିଷ୍ଠା ଓ ମାନ-ସମ୍ମାନ ବୃଦ୍ଧି ହେବ। ନୂତନ ଲୋକଙ୍କସହ ବନ୍ଧୁତ୍ୱ ସ୍ଥାପନହେବ। କର୍ମକ୍ଷେତ୍ରରେ ଉନ୍ନତି ଓ ଅଗ୍ରଗତିର ସୁଯୋଗ ପାଇବେ। ପଡିରହିଥିବା କାର୍ଯ୍ୟକୁ ପୂର୍ଣ୍ଣକରିବାର ଦୃଢ଼ତା ଆସିବ। ନୂତନ କର୍ମ ନିଯୁକ୍ତିର ସୁଯୋଗ ପାଇବେ। ଦୂରଯାତ୍ରାରୁ ନିବୃତ ରୁହନ୍ତୁ। ପ୍ରତିକାରମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ଧନୁ:-

କର୍ମକ୍ଷେତ୍ରରେ ଉପରିସ୍ଥ ଅଧିକାରୀମାନଙ୍କ ସହିତ ସୁ ସମ୍ପର୍କ ସ୍ଥାପନ ହେବ। ଭାଗୀଦାର ବ୍ୟବସାୟରେ ଆର୍ଥିକସ୍ଥିତି ଆବଶ୍ୟକଠାରୁ ଅଧିକ ବିସ୍ତାରିତ ହେବ। ପାରିବାରିକ କ୍ଷେତ୍ରରେ ବାଦ ବିବାଦ ମେଣ୍ଟି ଯିବା ଫଳରେ ଆତ୍ମସନ୍ତୋଷ ଆଣିଦେବ।  ମହିଳାମାନଙ୍କର ସାମାଜିକ ପ୍ରତିଷ୍ଠା ଓ ମାନ-ସମ୍ମାନ ବୃଦ୍ଧି ହେବ। ଶିକ୍ଷା କ୍ଷେତ୍ରରେ ସଫଳତା ଲାଭ କରିବା ସହ ପରୀକ୍ଷା ପ୍ରତିଯୋଗିତାରେ ସଫଳ ହେବେ। ପ୍ରେମିକ ପ୍ରେମିକାମାନଙ୍କର ପ୍ରେମ-ପ୍ରସଙ୍ଗରେ ସଫଳତା ମିଳିବ। ତରବାରିଆ ହିସାବରେ କୌଣସି କାର୍ଯ୍ୟ ନକରି ସବୁଆଡକୁ ନଜର ଦେଇ କାମ କରିବା ଉଚିତ୍। ପ୍ରତିକାର କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ମକର:-

ସରକାରୀ କର୍ମଚାରୀ ମାନେ କର୍ମ କ୍ଷେତ୍ରରେ ସଫଳତା ଲାଭ କରିବେ। ବ୍ୟବସାୟରେ ଭାଗିଦାରମାନେ ପାଦ ସହିତ ପାଦ ମିଶେଇ ବେପାର ବୃଦ୍ଧି କରିବେ। ଧନନିବେଶ ପାଇଁ ଆଜି ଉପଯୁକ୍ତ ସମୟ। ବ୍ୟାଙ୍କ, ବୀମା, ନିବେଶ ପରି ଆର୍ଥିକ ଗତିବିଧିରେ ବ୍ୟସ୍ତ ରହିବେ। ପାରିବାରିକ କ୍ଷେତ୍ରରେ ଶାନ୍ତି ଦେଖାଦେବ। ଭାଇ ଭଉଣୀ ମାନଙ୍କ ସହ ମନୋମାଳିନ୍ୟ ଦୂର ହେବ। ସ୍ଥାନାନ୍ତରଣ ପାଇଁ ଚେଷ୍ଟା କଲେ ସଫଳ ହେବେ। ଛାତ୍ର ଛାତ୍ରୀମାନେ ପଢ଼ା ପଢ଼ିରେ ମନଯୋଗ ଦେଇ ପରୀକ୍ଷା ପ୍ରତିଯୋଗିତାରେ ସଫଳ ହେବେ। ଦାମ୍ପତ୍ୟ ସୁଖରେ ମଧୁରତା ଆସିବ ଓ ଅଧିକ ଘନିଷ୍ଠତା ହେବ। ପ୍ରତିକାରମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

କୁମ୍ଭ:-

ମହିଳାମାନେ ସନ୍ତାନ ଙ୍କ ଭବିଷ୍ୟତ ନେଇ ଖୁସି ରହିବେ। ଶିକ୍ଷା କ୍ଷେତ୍ରରେ ସଫଳତା ମିଳିବ। ନୂତନ କର୍ମ ନିଯୁକ୍ତି କ୍ଷେତ୍ରରେ ସଫଳ ହେବେ। ବ୍ୟବସାୟରେ ଭଲ ଲାଭ ପାଇବେ ଓ ବାକିଥିବା ଅର୍ଥପ୍ରାପ୍ତି ହେବ। ଆର୍ଥିକ କ୍ଷେତ୍ରରେ ଉନ୍ନତି ହେବ। ରାଜନେତାମାନଙ୍କର ଶତୃ ପରାଜିତ ହୋଇ ସମସ୍ତଙ୍କର ପୂର୍ଣ୍ଣ ସହଯୋଗ ମିଳିବ। ମହିଳାମାନଙ୍କର ଉତ୍ତମ ରୋଜଗାର ମିଳିବ। ଗୃହସ୍ଥ ଜୀବନ ସୁଖମୟ ହେବ।  ସାମାଜିକ ପ୍ରତିଷ୍ଠା ଓ ମାନ ସମ୍ମାନ ବୃଦ୍ଧି ହେବ। ନୂତନ ଯୋଜନାରେ ସଫଳତା ମିଳିବ। ଧାର୍ମିକ କାର୍ଯ୍ୟରେ ରୁଚି ବୃଦ୍ଧି ହେବ। ପ୍ରତିକାରମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ।

ମୀନ:-

ସରକାରୀ କର୍ମଚାରୀମାନେ କର୍ମ କ୍ଷେତ୍ରରେ ଉତ୍ତମ କାର୍ଯ୍ୟ କରି ପ୍ରଶଂସା ପାଇବେ। ନୂତନ କର୍ମ ନିଯୁକ୍ତି କ୍ଷେତ୍ରରେ ସଫଳ ହେବେ। ପରିବାରରେ ସୁଖ ଶାନ୍ତି ବଜାୟ ରହିବ। ଛାତ୍ର-ଛାତ୍ରୀମାନେ ଦୂର ସ୍ଥାନକୁ ଯାତ୍ରା କରିବେ। ରାଜନେତାମାନଙ୍କର ସାମାଜିକ ପ୍ରତିଷ୍ଠା ଓ ମାନ ସମ୍ମାନ ବୃଦ୍ଧି ହେବ। ବ୍ୟବସାୟରେ ଉନ୍ନତି ଓ ଲାଭ ପ୍ରାପ୍ତି ହେବ। ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ଆସିବ। ଘରୋଇ କର୍ମଚାରୀ ମାନେ ସହକର୍ମୀ ମାନଙ୍କର ସହଯୋଗ ପାଇବେ ଏବଂ ଉତ୍ତମ କାର୍ଯ୍ୟ କରି ପ୍ରଶଂସିତ ହେବେ। ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳତା ଲାଭ କରିବେ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

Jyotirbid Dr. Pramod Satapathy
Jantra Jyotisha, Cuttack

Jyotirbid Pandit Sudhakar Tripathy
Jantra Jyotisha, Kakatpur, Puri

For personalized consultation and appointment,
you can connect on WhatApp @ 7008758366 or 9937551988
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 7008758366 or 9937551988


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!