ଦୈନିକ ରାଶିଫଳ: 13 ଡିସେମ୍ବର ୨୦୨୦, ସୂର୍ଯ୍ୟଦେବଙ୍କ କୃପାରୁ ଆଜି ଏହି ସବୁ ରାଶି ବ୍ୟକ୍ତିଙ୍କୁ ମିଳିବ ଆକସ୍ମିକ ଧନ ଲାଭ

ଶେୟାର କରନ୍ତୁ ଅନ୍ୟମାନକ ସହିତ

୨୦୨୦ ମସିହା, ଡିସେମ୍ବର ମାସ୧୩ତାରିଖ, ରବିବାର, ବିଛାମାସ ୨୮ଦିନ, ମାର୍ଗଶିରମାସ, କୃଷ୍ଣପକ୍ଷ, ଚତୁର୍ଦ୍ଦଶୀତିଥି, ଅନୁରାଧା ନକ୍ଷତ୍ର, ବିଛା ରାଶିରେ ଚନ୍ଦ୍ର। ମେଷ ରାଶିର ଘାତବାର। ବିରି, ତୈଳ ନ ଖାଇଲେ ଭଲ। ଶୁଭସମୟ- ପ୍ରାତଃ ୭ଟା ୧ମିନିଟ୍ ରୁ ୯ଟା ୮ମିନିଟ୍, ଦିବା ୧ଟା ୩ମିନିଟ୍ ରୁ ୨ଟା ୫୪ମିନିଟ୍, ଦିବା ୩ଟା ୩୯ମିନିଟ୍ ରୁ ୩ଟା ୪୩ମିନିଟ୍, ରାତ୍ର ୭ଟା ୪୪ମିନିଟ୍ ରୁ ୯ଟା ୨୮ମିନିଟ୍। ପର୍ବଦିନ:- ଶିବ ଚତୁର୍ଦ୍ଦଶୀ ଓ ବେଢା ପରିକ୍ରମା, ଦେବଦୀପାବଳୀ ଆରମ୍ଭ, ପଞ୍ଚଗ୍ରହ କୂଟ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ମେଷ:-

ଶତୃମାନେ ଦୂରେଇ ଯିବେ। କର୍ମକ୍ଷେତ୍ରରେ ଚିନ୍ତା କରିଥିବା କାମ ଗୁଡିକ ଠିକ୍ ଭାବେ ସଂପୂର୍ଣ୍ଣ ହେବ। ଦାମ୍ପତ୍ୟ ସୁଖରେ ମଧୁରତା ଆସିବ ଓ ପ୍ରେମ ସମ୍ବନ୍ଧରେ ଅଧିକ ଘନିଷ୍ଠତା ହେବ। କୌଣସି ନୂତନ ବନ୍ଧୁ ବ୍ୟକ୍ତିଙ୍କ ସହିତ ଭେଟ ହେବ। ସାହିତ୍ୟଚର୍ଚ୍ଚା ଓ ସଭାସମିତିରେ ସଫଳତା ମିଳିବ। ସାମାଜିକ ପ୍ରତିଷ୍ଠା ମାନ ସମ୍ମାନରେ ବାଧା ଆସି ପାରେ। ହାତକୁ ନେଇଥିବା କାର୍ଯ୍ୟଟି ପାଇଁ କଠିନ ପରିଶ୍ରମ କରିବାକୁ ପଡିବ। ପୁରାତନ ରୋଗପ୍ରତି ସାବଧାନ ରହିଲେ ଭଲ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ବୃଷ:-

ଶତୃମାନେ ମଥାନତ କରିବା ସହ ପୁରାତନ ରୋଗର ଉପସମ ହେବ। ପଡାପଡୋଶୀ ବନ୍ଧୁ ମିତ୍ରଙ୍କ ବ୍ୟବହାରରେ ମନ ସନ୍ତୁଷ୍ଟ ହୋଇ ପାରେ। କୌଣସି ମହତ୍ଵପୂର୍ଣ୍ଣ ବ୍ୟକ୍ତିଙ୍କ ସହିତ ଭେଟ ହୋଇ ସାମାଜିକ ସ୍ତରରେ ସମ୍ମାନ ଲାଭ କରିବେ। ପରିବହନରେ ବିଶେଷ ଲାଭବାନ ହୋଇ ଯଥେଷ୍ଟ ଆର୍ଥିକ ଉନ୍ନତି ଘଟିବ। ଯେଉଁ କ୍ଷେତ୍ରରେ ନିବେଶ କରିଲେ ଲକ୍ଷ୍ମୀଙ୍କ କୃପା ପ୍ରାପ୍ତି ହେବ। କର୍ମନିଯୁକ୍ତି କ୍ଷେତ୍ରରେ ସଫଳ ହେବେ। ଆନେକ କ୍ଷେତ୍ରରେ ସୁବିଧା ଓ ସମ୍ମାନ ପାଇବେ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ମିଥୁନ:-

ସ୍ଵାସ୍ଥ୍ୟରେ ଉନ୍ନତି ପରିଲିଖିତ ହେବ। ପୈତୃକ ସମ୍ପତ୍ତିକୁ ନେଇ ବାଦବିବାଦ ଲାଗି ରହିଥିଲେ ଆଜି ତାହାର ସମାଧାନ କରି ପାରିବେ। ସମ୍ପର୍କୀୟ ବନ୍ଧୁ ସାହାଯ୍ୟ ସହ ଯୋଗ କରିବା ଫଳରେ ପ୍ରଚୁର ଲାଭହେବ। ପରିବାରରେ ଆର୍ଥିକ ସମସ୍ୟା ସମାଧାନ ହୋଇଯିବ। କର୍ମ କ୍ଷେତ୍ରରେ ସ୍ଥାନାନ୍ତର ଓ ମତାନ୍ତର ଭୟ ଦୂରେଇ ଯିବ। ବ୍ୟବସାୟ ବାଣିଜ୍ୟ ଓ ପରିବହନ କ୍ଷେତ୍ରରେ ସୁଫଳ ପ୍ରାପ୍ତିହେବ ଓ ଦୂରଯାତ୍ରାର ସୁଯୋଗ ପାଇବେ। ନୂତନ ବନ୍ଧୁଙ୍କୁ ପାଇ ଖୁସୀହେବେ। ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ।

କର୍କଟ:-

ଆଧ୍ୟାତ୍ମିକ କ୍ଷେତ୍ରରେ ଉନ୍ନତି ହେବ। ସରକାରୀ କାମରେ ସଫଳତା ମିଳିବ। ସ୍ୱାସ୍ଥ୍ୟ ଭଲ ରହିବ। ବହୁତ ଦିନରୁ ଚିନ୍ତା କରୁଥିବା କାମ ଅଳ୍ପ ପ୍ରୟାସରେ ପୂର୍ଣ୍ଣ ହୋଇଯିବ। କାମକାର୍ଯ୍ୟ ବିଷୟକୁ ନେଇ ବହୁତ ଯାତ୍ରା କରିବେ। ମିତ୍ରଙ୍କ ଦ୍ଵାରା ସହାୟତା ପାଇ ପାରିବାରିକ ମାମଲା ବହୁତ ସହଜ ସରଳ ହେବା ସହ ହସ ଖୁଶିର ପରିବେଶ ସୃଷ୍ଟିହେବ। କଥାବାର୍ତ୍ତା ଓ ଚତୁରତା ହେତୁ ବିଗିଡିଥିବା କର୍ମଟିକୁ ସଜାଡି ପାରିବେ। ସମାରୋହରେ ସମ୍ମିଳିତ ହେବାକୁ ପଡିପାରେ। ପ୍ରତିକାର- ପକ୍ଷୀଙ୍କୁ କିଛିଦାନା ଖାଇବାକୁ ଦିଅନ୍ତୁ।

ସିଂହ:-

ପ୍ରିୟଜନମାନେ ଆଗକୁ ବଢିବାରେ ସାହାଯ୍ୟ କରିବେ। ଶତୃ ଓ ବିରୋଧୀ ମାନେ ଆପଣଙ୍କ ସାମ୍ନା କରିପାରିବେ ନାହିଁ। ଧାର୍ମିକ କାର୍ଯ୍ୟରେ ରୁଚି ବଢିବ। କାରବାର ସ୍ଥିତିରେ ସୁଧାର ଆସିବାରୁ ମନ ବହୁତ ଖୁସି ରହିବ। ଧନର ଆଗମନ ହୋଇପାରେ। କୌଣସି ନୂତନ କର୍ମ କରିବାକୁ ଚାହୁଁଥିଲେ ସେଥିରେ ବିଜୟଶ୍ରୀ ମିଳିବ। କର୍ମକ୍ଷେତ୍ରରେ ଦାଇତ୍ଵ ବଢିବ। କୌଣସି ରୋଚକ ବା ଜ୍ଞାନବର୍ଦ୍ଧକ ସାହିତ୍ୟ ପ୍ରତି ମନ ବଳାଇବେ। ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳତା ଲାଭ କରିବେ। ପ୍ରତିକାର- ତୁଲସୀ ମୂଳ ମାଟି ଧାରଣ କରନ୍ତୁ।

କନ୍ୟା:-

ସ୍ଵାସ୍ଥ୍ୟରେ ପରିବର୍ତ୍ତନ ହୋଇ ମାନସିକ ଚିନ୍ତା ଦୂର ହେବ। ରାଜନୀତି କ୍ଷେତ୍ରରେ ଜନସମ୍ପର୍କ ସୁଦୃଢ ହୋଇ ଯାହା ଚିନ୍ତା କରିଛନ୍ତି ଆଜି ତାହା ପୂରଣ କରିବାକୁ ଚେଷ୍ଟା କରିବେ। ସାଧାରଣ ଲୋକମାନେ ଆପଣଙ୍କ ବାଣୀ ଓ ଯୋଗ୍ୟତାରେ ପ୍ରଭାବିତ ହେବେ। ଭାଇ, ବନ୍ଧୁ ଓ ମିତ୍ରଙ୍କ ସହିତ ମତଭେଦ ସମାପ୍ତ ହୋଇ ଶୁଭ ଫଳ ପାଇବେ। ସାଧୁ ଓ ସଚ୍ଚୋଟ ଭାବେ କର୍ମଯୋଗକୁ ଶ୍ରେଷ୍ଠତା କରି ସମ୍ମାନ ଓ ପ୍ରତିଷ୍ଠାର ଅଧିକାରୀ ହେବେ। ବିଦ୍ୟାଧ୍ୟୟନ ସମ୍ବନ୍ଧିୟ ଶୁଭ ସମାଚାର ପ୍ରାପ୍ତ ହେବ। ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ।

ତୁଳା:-

ସୁସ୍ଥ ମାନସିକତା ରକ୍ଷାକରି ବ୍ୟବସାୟ କ୍ଷେତ୍ରରେ ଯେତେ ଅଧିକ ପରିଶ୍ରମ କରିବେ ସେତେ ଅଧିକ ଲାଭ ହେବ। ସଫଳତା ଏବଂ ଲୋକ ସମ୍ପର୍କ ଆତ୍ମସନ୍ତୋଷ ବଢେଇବ। ପରିସ୍ଥିତି ଯେତେ ଜଟିଳ ହେଲେ ମଧ୍ୟ କୌଣସି ପ୍ରକାର ଅସୁବିଧା ହେବ ନାହିଁ। ପ୍ରତେକ କ୍ଷେତ୍ରରେ ବିନୟପୂର୍ଣ୍ଣ କଥା କହି ପରିସ୍ଥିତିକୁ ହାଲୁକା କରିବାରେ ସମର୍ଥ ହେବେ। କୌଣସି ନୂତନ ବନ୍ଧୁ ବ୍ୟକ୍ତିଙ୍କ ସହିତ ଭେଟ ହେବ। ପାରିବାରିକ ଏବଂ ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ। ପ୍ରତିକାର:- ଅଶ୍ୱସ୍ଥ ବୃକ୍ଷମୂଳରେ ଗୁଡ଼ ଥୋଇ ପ୍ରଣାମ କରନ୍ତୁ।

ବିଚ୍ଛା:-

ସୁଯୋଗ ହାତପାହାନ୍ତାରେ ପାଇବେ। ପାରିବାରିକ ସ୍ନେହ ସହାନୁଭୁତି ପ୍ରାପ୍ତି ହେବା ସହ ପିଲାଙ୍କ ସହ ଖୁସିଗପ କରିବାରେ ମଉକା ଜୁଟିବ। କଳା, ସାହିତ୍ୟ, ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ ପ୍ରଶଂସିତ ହେବେ। ବାଦବିବାଦ, କ୍ରିଡା, ପ୍ରତିଦ୍ଵନ୍ଦିତା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ। ରାଜନୀତି କ୍ଷେତ୍ରରେ ମାନସମ୍ମାନ ଓ ପ୍ରତିଷ୍ଠା ପ୍ରତିପତ୍ତି ଅକ୍ଷୁର୍ଣ୍ଣ ରହିବ। ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ସୁଖ ସମୃଦ୍ଧି ବୃଦ୍ଧି ହେବ। ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ।

ଧନୁ:-

ଆଧ୍ୟାତ୍ମିକ ଓ ଧର୍ମ କାର୍ଯ୍ୟରେ ଲିପ୍ତ ରହିବେ। ବ୍ୟବସାୟରେ ଲାଭର ପରିମାଣ ଅଧିକ ହେବ। ପାରିବାରିକ ସ୍ତରରେ ଭୁଲ ବୁଝାମଣାର ସମାଧାନ ହୋଇ ଉନ୍ନତିମୂଳକ ପଦକ୍ଷେପ ନେବେ। ହାତକୁ ନେଇଥିବା କାର୍ଯ୍ୟଟି ପାଇଁ କଠିନ ପରିଶ୍ରମ କରିବାକୁ ପଡିବ। କେତେକ କ୍ଷେତ୍ରରେ ବାଧା ସୃଷ୍ଟି ହେଲେ ମଧ୍ୟ ସଫଳ ହେବେ। ତରବରିଆ ହିସାବରେ କୌଣସି କାର୍ଯ୍ୟ ନକରି ସବୁଆଡକୁ ନଜର ଦେଇ କାର୍ଯ୍ୟକରିବା ଉଚିତ୍। ପ୍ରକୃତିସ୍ଥ ହୋଇ ହିସାବରେ ଚଳିଲେ ସୁରକ୍ଷିତ ରହି ହେବ। ପ୍ରତିକାର- ଅସହାୟଙ୍କୁ ସାହାଯ୍ୟ କରନ୍ତୁ।

ମକର:-

ଶରୀର ସୁସ୍ଥ ରହିବା ସହ ଶତୃମାନେ ପରାଜିତ ହେବେ। ରାଜନୀତି କ୍ଷେତ୍ରରେ ପ୍ରତିଷ୍ଠା ପ୍ରତିପତ୍ତି ବୃଦ୍ଧି ପାଇବ। ବୃତ୍ତିଗତ କର୍ମକୁ ଅଧିକ ଗୁରୁତ୍ଵ ଦେଇ ଉନ୍ନତି କରି ପାରିବେ। ଆକସ୍ମିକ ଅର୍ଥଲାଭ, ସୁନାମ ପ୍ରାପ୍ତି ଓ ସମ୍ମାନ ବୃଦ୍ଧି ହେବ। ନିର୍ମାଣ ମୂଳକ ଯୋଜନାରେ ଆଗେଇ ପାରିବେ। ପିଲାମାନଙ୍କ କାର୍ଯ୍ୟରେ ଖୁସି ହେବେ। ଅନେକ ଶୁଭ କର୍ମର ସୁଯୋଗ ପାଇବେ। ଜାଗା, ଜମି ଓ ଅନ୍ୟ ବ୍ୟବସାୟକ୍ଷେତ୍ରରେ ଅନେକଦିନ ଧରି ଚାଲିଥିବା ଦ୍ୱନ୍ଦ୍ୱର ସମାଧାନ ହେବ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

କୁମ୍ଭ:-

ସାମାଜିକ ସ୍ତରରେ ସମ୍ମାନଲାଭ କରିବେ। ପୈତୃକ ସମ୍ପତ୍ତିକୁ ନେଇ ପାରିବାରିକ ଦ୍ଵନ୍ଦ ମେଣ୍ଟିଯିବ ଓ ମାନସିକ ଏକାଗ୍ରତା ବଜାୟ ରହିବ। ବ୍ୟବସାୟରେ ବକେୟା ଅର୍ଥ ଆଦାୟ ହେବ। ପାରିବାରିକ କ୍ଷେତ୍ରରେ ସ୍ନେହ ସଦ୍ଭାବ ଦେଖା ଦେବ। ସନ୍ତାନ ସନ୍ତତିଙ୍କ ମର୍ଜି ରକ୍ଷାକରି ଶାନ୍ତି ପାଇବେ। ପୁରାତନ ରୋଗର ଉପସମ ଓ ବନ୍ଧୁ ସମାଗମ ହେବ। ଈର୍ଷାପରାୟଣ ବ୍ୟକ୍ତିମାନେ ଦୂରେଇଯିବେ। ବାଦବିବାଦ, ପରୀକ୍ଷା, ପ୍ରତିଯୋଗୀତା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ। ପ୍ରତିକାର- ହଳଦୀଚନ୍ଦନ ମୁଣ୍ଡରେ ଲଗାନ୍ତୁ।

ମୀନ:-

ଶିକ୍ଷାର୍ଥୀମାନେ ଉଚ୍ଚଶିକ୍ଷା ପାଇବାର ସୁଯୋଗ ପାଇବେ। ଶତୃମାନେ ମଥାନତ କରିବେ। ପ୍ରତିଯୋଗୀତା ପରୀକ୍ଷାରେ ଯଶର ସହ ଉତ୍ତୀର୍ଣ୍ଣ ହୋଇ ପ୍ରଶଂସିତ ହେବେ। ଋଣ ଭରଣାରେ ସହଜ ହେବ। ରାଜନୀତି କ୍ଷେତ୍ରରେ ଉଚ୍ଚସମ୍ପର୍କରୁ ଲାଭବାନ ହେବେ। ବ୍ୟବସାୟୀମାନେ ନଗଦ କାରବାରରେ ଅଧିକ ଲାଭପ୍ରଦ ହେବେ। ପ୍ରେମିକ ପ୍ରେମିକାମାନଙ୍କର ପ୍ରେମ ସମ୍ବନ୍ଧରେ ଅଧିକ ଘନିଷ୍ଠତା ହେବ। ଯାହାର ବେଶି ଉପକାର କରିଥିବେ ତାହାଦ୍ୱାରା ବେଶି ଆଘାତ ପାଇପାରନ୍ତି। ପ୍ରତିକାର- ପକ୍ଷୀଙ୍କୁ କିଛିଦାନା ଖାଇବାକୁ ଦିଅନ୍ତୁ।

Jyotirbid Dr. Pramod Satapathy
Jantra Jyotisha, Cuttack

For personalized consultation and appointment,
you can connect on WhatApp @ 7008758366 or 9437006746
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 9937745975 or 9437006746


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!