ଦୈନିକ ରାଶିଫଳ: 13 ଡିସେମ୍ବର 2022, ମା’ ମଙ୍ଗଳାଙ୍କ କୃପା ରହିବ ଏହି 3ଟି ରାଶି ଉପରେ, ମିଳିବ ଆକସ୍ମିକ ଧନ

ଶେୟାର କରନ୍ତୁ ଅନ୍ୟମାନକ ସହିତ

୨୦୨୨ମସିହା, ଡିସେମ୍ବର ମାସ୧୩ତାରିଖ, ମଙ୍ଗଳବାର, ବିଛାମାସ୨୮ଦିନ, ପୌଷମାସ, କୃଷ୍ଣପକ୍ଷ, ପଞ୍ଚମୀତିଥି, ଅଶ୍ଳେଷା ନକ୍ଷତ୍ର, କର୍କଟ ରାଶିରେ ଚନ୍ଦ୍ର । ବୈଧୃତି ଯୋଗ । କୌଳବ କରଣ ସକାଳ ୮ଟା ୬ମିନିଟ୍ ପରେ ତୈତିଳ କରଣ । ମକର ରାଶିର ଘାତବାର । ବେଲ, ପଣସ ନ ଖାଇଲେ ଭଲ ରାତି ୯ଟା ୨୧ମିନିଟ୍ ପରେ ନିମ୍ବ ବା ପିତା ଦ୍ରବ୍ୟ ନ ଖାଇଲେ ଭଲ । ଯୋଗିନୀ- ଦକ୍ଷିଣେ ରାତି ୯ଟା ୨୧ମିନିଟ୍ ପରେ ପଶ୍ଚିମେ ଯାତ୍ରା ନିଷେଧ । ଶ୍ରାଦ୍ଧତର୍ପଣ- ପଞ୍ଚମୀର ଏକୋଦ୍ଦିଷ୍ଟ ଓ ପାର୍ବଣ ଶ୍ରାଦ୍ଧ । ଅଶୁଭସମୟ- ସକାଳ ୭ଟା ୩୭ମିନିଟ୍ ରୁ ୮ଟା ୫୮ମିନିଟ୍, ଦିବା ୧ଟା ୧ମିନିଟ୍ ରୁ ୨ଟା ୨୩ମିନିଟ୍, ସନ୍ଧ୍ୟା ୬ଟା ୪୪ମିନିଟ୍ ରୁ ରାତ୍ରି ୮ଟା ୨୩ମିନିଟ୍ । ଶୁଭସମୟ- ପ୍ରାତଃ ୬ଟା ୧୬ମିନିଟ୍ ରୁ ୬ଟା ୫୮ମିନିଟ୍, ସକାଳ ୮ଟା ୫୯ମିନିଟ୍ ରୁ ୧୧ଟା ୧୮ମିନିଟ୍, ସନ୍ଧ୍ୟା ୫ଟା ୬ମିନିଟ୍ ରୁ ୬ଟା ୪୩ମିନିଟ୍, ରାତ୍ର ୮ଟା ୨୪ମିନିଟ୍ ରୁ ୮ଟା ୩୫ମିନିଟ୍, ରାତ୍ର ୯ଟା ୩୦ମିନିଟ୍ ରୁ ୧୨ଟା ୬ମିନିଟ୍, ରାତ୍ର ୧ଟା ୫୩ମିନିଟ୍ ରୁ ୩ଟା ୩୭ମିନିଟ୍, ରାତ୍ର ୪ଟା ୩୨ମିନିଟ୍ ରୁ ୬ଟା ୧୫ମିନିଟ୍ ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ମେଷ:-ବନ୍ଧୁଙ୍କୁ ଦେଇଥିବା ପ୍ରତିଶୃତି ରକ୍ଷାକରିବା ଫଳରେ ମନ ଭଲ ରହିବ । ବ୍ୟବସାୟ ପାଇଁ ଦୂରଯାତ୍ରାରେ ସଫଳ ହେବେ ଓ ଅନେକ ପ୍ରକାର ସୁବିଧା ସୁଯୋଗ ପାଇ ଆଶା ପୂରଣ ହେବାର ରାସ୍ତା ଖୋଲିଯିବ । ରାଜନୈତିକ କ୍ଷେତ୍ରରେ ଭୋଗବିଳାସ ଓ ଆନନ୍ଦମୟ ମୂହୁର୍ତ୍ତ ସାଙ୍ଗକୁ ସ୍ଵାସ୍ଥ୍ୟକର ପରିବେଶ ଓ ସମ୍ମାନଜନକ ଘଟଣା ଘଟି ପାରେ । ବନ୍ଧୁମିତ୍ରଙ୍କ ସହ ମନୋରଞ୍ଜନ ଭ୍ରମଣ ଫଳରେ ହସଖୁସିର ବାତାବରଣ ସୃଷ୍ଟି ହେବ । ପ୍ରତିକାର- ଅସହାୟଙ୍କୁ ସାହାଯ୍ୟ କରନ୍ତୁ ।

ବୃଷ:-ସହକର୍ମୀ ମାନଙ୍କର ସହଯୋଗ ପାଇ କର୍ମକ୍ଷେତ୍ରରେ ସୁନାମ ଅର୍ଜନ କରିବେ । ବ୍ୟବସାୟରେ ଅଚାନକ ଭାବରେ ପରିବର୍ତ୍ତନ ହୋଇ ପାରେ । ଆକସ୍ମିକଧନ ପ୍ରାପ୍ତି ହେବ । ସୁଖ ସମୃଦ୍ଧି ବୃଦ୍ଧିହେବାସହ ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ହେବ । ବନ୍ଧୁ ମିତ୍ରଙ୍କର ସହଯୋଗରେ ନୂତନ ସମ୍ପତି କ୍ରୟ କରିବା ପାଇଁ ଯୋଗାଯୋଗ କରି ପାରନ୍ତି । ଋଣ ଭରଣାରେ ସହଜ ହେବ । ଯେତେ ସମସ୍ୟା ଲାଗିଲେ ମଧ୍ୟ କାମକୁ ଅବହେଳା କରିବେ ନାହିଁ । ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ ।

ମିଥୁନ:-ସନ୍ତାନଙ୍କର ଉନ୍ନତିରେ ଖୁସି ହେବେ । ଭାତୃ ବିବାଦ, ଜମି ବାଡି ଓ ଘର ଜାଗାନେଇ ଥିବା ଦ୍ଵନ୍ଦର ସମାଧାନ ହେବ । ବ୍ୟବସାୟୀମାନେ ସାଧୁ ଓ ସଚ୍ଚୋଟ ଭାବେ କର୍ମ ଯୋଗକୁ ଶ୍ରେଷ୍ଠତା କରି ସମ୍ମାନ ଓ ପ୍ରତିଷ୍ଠାର ଅଧିକାରୀ ହେବେ । ରାଜନୀତି କ୍ଷେତ୍ରରେ ଉନ୍ନତି ଓ ଅଗ୍ରଗତିର ସୁଯୋଗ ପାଇବେ । କେତେକ ବାଧା ପ୍ରତିବନ୍ଧକର ସମୁଖୀନ ହେଲେମଧ୍ୟ ସୁସ୍ଥ ମାନସିକତା ରକ୍ଷାକରି ପାରିବେ । ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ ।

କର୍କଟ:-ଶିକ୍ଷା କ୍ଷେତ୍ରରେ ମାନସିକ ସ୍ଥିରତା ଦେଖାଦେବ । ସ୍ୱାସ୍ଥ୍ୟଗତ ସମସ୍ୟା ଦୂର ହେବ । କର୍ମକ୍ଷେତ୍ରରେ ପଦୋନ୍ନତିର ସୂଚନା ପାଇବା ସହ ସାମାଜିକ ପ୍ରତିଷ୍ଠା, ମାନସମ୍ମାନ ବୃଦ୍ଧି ହେବ । ବ୍ୟବସାୟରେ ଉନ୍ନତି ହେବା ସହ ଋଣ ପରିଶୋଧ କରିବାର ସୁଯୋଗ ପାଇବେ । ଆର୍ଥିକ ସ୍ଥିତି ସୁଦୃଢ଼ ହେବା ଫଳରେ ଋଣ ପରିଶୋଧ କରିବାର ସୁଯୋଗ ପାଇବେ । ପରିବାର ସମ୍ବନ୍ଧୀୟ କୌଣସି ମହତ୍ଵପୂର୍ଣ୍ଣ ସମାଚାର ଶୁଣିବେ । ପ୍ରତିକାର:- ଅଶ୍ୱସ୍ଥ ବୃକ୍ଷମୂଳରେ ଗୁଡ଼ ଥୋଇ ପ୍ରଣାମ କରନ୍ତୁ ।

ସିଂହ:-ଶିକ୍ଷାର୍ଥୀମାନଙ୍କ ପାଇଁ ଅଧ୍ୟୟନରେ ବାଧା ଉପୁଯିବ ନାହିଁ । ମାନସମ୍ମାନ ବୃଦ୍ଧି, ବିଦ୍ୟାରେ ଉନ୍ନତି, ବିବାଦୀୟ ଓ ଲଟେରୀ, ଜୁଆ, ସଟ୍ଟା ଓ ସେୟାର୍ ମାର୍କେଟରେ ଅର୍ଥ ପ୍ରାପ୍ତି ହେବ । ରାଜନୀତି କ୍ଷେତ୍ରରେ ପଦ ପଦବୀ ଲାଭ ହେବା ସହ ସମ୍ମାନଲାଭ ଓ ପଦମର୍ଯ୍ୟାଦା ବୃଦ୍ଧି ପାଇବ । ଘରର କେହି ଉନ୍ନତିର ବିଶେଷ ସ୍ତରକୁ ଉଠିଯିବେ । କୌଣସି ପ୍ରକାରେ ଉଚ୍ଚମାନ୍ୟତା ରକ୍ଷା କରି ଆର୍ଥିକ ସ୍ଥିତିକୁ ସୁଦୃଢ କରିପାରିବେ । ପ୍ରତିକାର:-ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ ।

କନ୍ୟା:-ଶାରୀରିକ ସୁସ୍ଥତା ଅନୁଭବ କରିବା ସହ ଅଧାଅଧୁରାଥିବା କାର୍ଯ୍ୟ ପୂରଣ ହେବ । ସାର୍ବଜନୀନ ସମ୍ପର୍କରେ ନିଜର ବ୍ୟକ୍ତିତ୍ଵ ବିକଶିତ ହେବ । ବ୍ୟବସାୟ କ୍ଷେତ୍ରରେ ଅନେକଦିନ ଧରି ଚାଲିଥିବା ଦ୍ୱନ୍ଦ୍ୱର ସମାଧାନ ହେବ । ଧର୍ମାନୁଷ୍ଠାନ ଦିଗରୁ ପ୍ରେରଣା ପାଇ ସରକାରୀ କ୍ଷେତ୍ରରେ ଉନ୍ନତିର ସୁଯୋଗ ପାଇବେ । ସନ୍ତାନ ସମ୍ବନ୍ଧିୟ କୌଣସି ମହତ୍ଵପୂର୍ଣ୍ଣ କାମ ଆପଣଙ୍କ ଦ୍ଵାରା ହୋଇପାରେ । ଗୃହସ୍ଥ ଜୀବନ ସୁଖମୟ ହେବ । ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ ।

ତୁଳା:-ସ୍ୱାସ୍ଥ୍ୟସମସ୍ୟା ସୁଧୁରିବା ଫଳରେ ଆଶାକରିଥିବା କାର୍ଯ୍ୟ ପୁରଣ କରି ପାରିବେ । ଜାଗାଜମି ଗୃହସମ୍ବନ୍ଧୀୟ କୌଣସି ମହତ୍ଵପୂର୍ଣ୍ଣ ସୂଚନା ମିଳିବ । ନୂତନ ବ୍ୟବସାୟ ଯୋଜନାର ଶିଳାନ୍ୟାସ କଲେ, ତାହା ଦୀର୍ଘ ସ୍ଥାୟୀହେବ । ବିଦ୍ୟାର୍ଥୀମାନେ ନିଜର ଉଦ୍ଦେଶ୍ୟକୁ ସଫଳ କରିବାରେ ସକ୍ଷମ ହେବେ । ବ୍ୟବସାୟରେ ଆକସ୍ମିକ ଧନ ପ୍ରାପ୍ତି ହେବା ଫଳରେ ବଢେଇବାର ପ୍ରୟାସ କରିବେ ଓ ହରାଇଥିବା ଧନ ପ୍ରାପ୍ତି ହେବ । ପ୍ରତିକାର- ଆମିଷ ସେବନ କରନ୍ତୁ ନାହିଁ ।

ବିଚ୍ଛା:-ଗୃହରେ କଲ୍ୟାଣକର କର୍ମ ସମ୍ପାଦନ କରି ପ୍ରଶଂସିତ ହେବେ । ଅଚାନକ ଯାତ୍ରା ଫଳରେ ବିଶେଷ ଉପକୃତ ହେବେ । କର୍ମକ୍ଷେତ୍ରରେ ସାଧାରଣ ବର୍ଗୀୟ ବ୍ୟକ୍ତି ବିଶେଷଙ୍କ ଠାରୁ ବିଶେଷ ଲାଭବାନ ହେବେ । ପ୍ରତ୍ୟକ୍ଷ କିମ୍ବା ପରୋକ୍ଷ ଶତ୍ରୁତା ଥିବାବ୍ୟକ୍ତି ବିଶେଷ ଓ ଈର୍ଷାପରାୟଣ ବ୍ୟକ୍ତିଙ୍କ ଦ୍ଵାରା ପୂରସ୍କୃତ ହେବେ । ରାଜନେତାମାନେ ନୀରବତା ରକ୍ଷାକରି ପରିସ୍ଥିତି ହାତରେ ନିଜକୁ ସମର୍ପଣ କରିଦେବା ଉତ୍ତମ ହେବ । ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ ।

ଧନୁ:-ସୁସ୍ଥ ମାନସିକତା ରକ୍ଷାକରି ବ୍ୟବସାୟ କ୍ଷେତ୍ରରେ ଆଶାତୀତ ଲାଭ ପାଇବେ । ରାଜନେତା ମାନଙ୍କର ସାମାଜିକ ପ୍ରତିଷ୍ଠା, ମାନ-ସମ୍ମାନ ବୃଦ୍ଧି ହେବ । ପାରିବାରିକ କ୍ଷେତ୍ରରେ ଧୈର୍ଯ୍ୟ ଓ ସହନ ଶୀଳତା କାଏମ ରହିବ । ବିଦେଶୀ ବନ୍ଧୁଙ୍କ ଦ୍ଵାରା ଅଧିକ ଉପକୃତ ହେବେ । ପ୍ରବଳ ଶତୃମାନେ ଦୁର୍ବଳ ହେବେ । ଶିକ୍ଷାର୍ଥୀ ମାନଙ୍କ ପାଇଁ ଅଧ୍ୟୟନରେ ବାଧା ଉପୁଯିବ । ସୁଯୋଗ ହାତପାହାନ୍ତାରେ ଥିଲେ ମଧ୍ୟ ଶେଷ ସମୟରେ ହରାଇ ମନ ବ୍ୟସ୍ତ ହେବ । ପ୍ରତିକାର:- ଅଶ୍ୱସ୍ଥ ବୃକ୍ଷମୂଳରେ ଗୁଡ଼ ଥୋଇ ପ୍ରଣାମ କରନ୍ତୁ ।

ମକର:-ସାଧାରଣ ବର୍ଗଙ୍କ ସୌଜନ୍ୟରୁ ସାହାଯ୍ୟ ସମର୍ଥନ ହାସଲ କରି ପାରିବେ । ପ୍ରତେକ କ୍ଷେତ୍ରରେ ବିନୟପୂର୍ଣ୍ଣ କଥା କହି ପରିସ୍ଥିତିକୁ ହାଲୁକା କରିବାରେ ସମର୍ଥ ହେବେ । ପରିସ୍ଥିତି ଯେତେ ଜଟିଳ ହେଲେ ମଧ୍ୟ କୌଣସି ପ୍ରକାର ଅସୁବିଧା ହେବ ନାହିଁ । ଆପଣା ଲୋକଙ୍କ ମଧ୍ୟରୁ କେହି କ୍ଷୟକ୍ଷତି ଘଟାଇବାର ଉଦ୍ୟମ କରି ପାରନ୍ତି । ବ୍ୟବସାୟରେ ସାମାନ୍ୟ ଲାଭ । ରାସ୍ତାରେ ଯିବା ସମୟରେ ସତର୍କ ରହିବା ଆବଶ୍ୟକ । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।

କୁମ୍ଭ:-ସ୍ଵାସ୍ଥ୍ୟକ୍ଷେତ୍ରରେ ପରିବର୍ତ୍ତନ ଅନୁଭବ କରିବାସହ ସାମାଜିକ କ୍ଷେତ୍ରରେ ପ୍ରଶଂସିତ ହେବେ । ସରକାରୀ କାର୍ଯ୍ୟରେ ସଫଳତା ପ୍ରାପ୍ତ ହେବାସହ ମାନସିକ ଶାନ୍ତି ଦେଖାଦେଇ ପାରେ । କର୍ମକ୍ଷେତ୍ରରେ ସହଯୋଗୀ ମାନଙ୍କ ଯୋଗୁ ଉତ୍ତମ କାର୍ଯ୍ୟ କରି ପଦୋନ୍ନତି ପାଇବାର ସୁଯୋଗ ପାଇବେ । ମାଲିମୋକଦ୍ଦମାରେ ଆପୋଷ ସମାଧାନର ରାସ୍ତା ଖୋଲିଯିବ । କାରବାରରେ ସୁଧାର ଆସିବାସହ ପରିବାରର ଉନ୍ନତି ପାଇଁ ପ୍ରୟାସରତ ହେବେ । ପ୍ରତିକାର- ନିମ୍ବକାଠରେ ଚନ୍ଦନ ଘୋରି ଧାରଣ କରନ୍ତୁ ।

ମୀନ:-ବାଦବିବାଦ, ମାଲିମୋକଦ୍ଦମା, କ୍ରିଡା, ପ୍ରତିଦ୍ଵନ୍ଦିତା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ । ବିବେକ ବଳରେ ବିପରୀତ ପରିସ୍ଥିତିକୁ ନିଜ ସପକ୍ଷରେ ନେଇପାରିବେ । ଯେତେ ସମସ୍ୟା ଲାଗିଲେ ମଧ୍ୟ କାମକୁ ଅବହେଳା କରିବେ ନାହିଁ । ବ୍ୟବସାୟ ପ୍ରସାରଫଳରେ ଅତ୍ୟଧିକ ଲାଭହେବ । ଧୈର୍ଯ୍ୟ ଓ ସହନଶୀଳତା ଯୋଗେ ଯଶ ମିଳିବ । ପରିବାରରେ କ୍ରୋଧ ନିୟନ୍ତ୍ରଣ ନ ରଖିଲେ କ୍ଷତି ସହିବେ । ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!