ଦୈନିକ ରାଶିଫଳ: ୧୩ ଫେବୃୟାରୀ ୨୦୧୯, ଶ୍ରୀ ଗଣେଶଙ୍କ କୃପାରୁ ଆଜି ଏହି ସବୁ ରାଶିର ଲୋକଙ୍କୁ ଆକସ୍ମିକ ଧନ ଲାଭ ହେବାର ଯୋଗ ଅଛି

ଶେୟାର କରନ୍ତୁ ଅନ୍ୟମାନକ ସହିତ

ଦୈନିକ ରାଶିଫଳ: ୧୩ ଫେବୃୟାରୀ ୨୦୧୯

ମେଷ:-

ବ୍ୟବସାୟୀମାନେ ସାଧୁ ଓ ସଚ୍ଚୋଟ ଭାବେ କର୍ମ ଯୋଗକୁ ଶ୍ରେଷ୍ଠତା କରି ସମ୍ମାନ ଓ ପ୍ରତିଷ୍ଠାର ଅଧିକାରୀ ହେବେ। ରାଜନୀତିରେ ସ୍ଵାର୍ଥରକ୍ଷା କରିବାରେ ସମୟ ବିତିବ। କଠିନ ପରିଶ୍ରମ କରି ଶୁଭ ସମାଚାର ପାଇ ଖୁସି ହେବେ। କୌଣସି ଆନୁଷ୍ଠାନିକ, ମାଙ୍ଗଳିକ ଓ ସାଙ୍ଗଠନିକ କାର୍ଯ୍ୟରେ ଯୋଗ ଦେବେ। ଆର୍ଥିକସ୍ଥିତି ମନ୍ଦ ହେବନାହିଁ, ଲେଖାପଢ଼ାରୁ, ସଭାସମିତିରୁ, ବନ୍ଧୁମିଳନରୁ ଶୁଭଫଳ ପାଇବେ। କର୍ମକ୍ଷେତ୍ରରେ ନିଜର ପ୍ରାଧାନ୍ୟ ବିସ୍ତାର କରି ସମସ୍ୟାକୁ ସୁଧାରି ନେବେ। ପ୍ରତିଯୋଗିତା ଓ ପ୍ରତିଦ୍ୱନ୍ଦିତା କ୍ଷେତ୍ରରେ ବିଜୟ ଲାଭ କରିବେ। ମହିଳାମାନେ ଅନ୍ୟକୁ ନିଜ ସହ ତୁଳନା କରି ମାନସିକ ଶାନ୍ତି ଅନୁଭବ କରିବେ। ପ୍ରତିକାର- ଗାଈକୁ ଖାଇବାକୁ ଦେବେ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:-

ଆର୍ଥିକ ସ୍ଥିତିରେ ଉନ୍ନତି ହେବ। କର୍ମକ୍ଷେତ୍ରରେ ଆନୁଷ୍ଠାନିକ କାମରେ ଠିକ୍ ପରାମର୍ଶ ଦେଇ ଆଦର, ସମ୍ମାନ ଓ ପ୍ରଶଂସା ମିଳିବ। ରାଜନୀତି କ୍ଷେତ୍ରରେ ଉଚ୍ଚସମ୍ପର୍କରୁ ଲାଭବାନ ହେବେ। ବ୍ୟବସାୟୀମାନେ ନଗଦ କାରବାରରେ ଅଧିକ ଲାଭପ୍ରଦ ହେବେ। ମହିଳାମାନଙ୍କର ବ୍ୟବସାୟରେ ସଫଳତା ଅର୍ଜନ ତଥା ଦୂରଯାତ୍ରାର ସୁଯୋଗ ପାଇ ହସ ଖୁସିରେ ଚଳିବେ। ଋଣ ଭରଣାରେ ସହଜ ହେବ। ବ୍ୟବସାୟରେ ଭାଗିଦାରୀଙ୍କ ପାଇଁ କ୍ଷତିରୁ ବଞ୍ଚିଯିବେ। ମିତ୍ରମାନଙ୍କ ସହ ସୁସମ୍ପର୍କ ରହିବା ଫଳରେ ଅନେକ କାର୍ଯ୍ୟରେ ସଫଳ ହେବେ। ଉତ୍ସାହ ଉଲ୍ଲାସରେ ସମୟ ଅତିବାହିତ କରିବେ। ପ୍ରତିଦ୍ଵନ୍ଦିତାରେ ଉନ୍ନତମାନର ଫଳପାଇବେ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ମିଥୁନ:-

ବାଦ-ବିବାଦ, ମାଲିମୋକଦ୍ଦମା, କ୍ରିଡା, ପ୍ରତି ଦ୍ଵନ୍ଦିତା, ପ୍ରତି ଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ। ମନୋରଞ୍ଜନ କରିବା ପାଇଁ ସମୟ ମିଳିବ। ଯାତ୍ରାରେ ସମୟ କଟିବ ଓ ଲାଭ ପାଇବେ। ବ୍ୟବସାୟ ବୃଦ୍ଧି କିମ୍ବା ନୂଆ ଯୋଜନା ଅନୁସାରେ କାର୍ଯ୍ୟ କରିଲେ ସ୍ଥଗିତ ଥିବା ଧନପ୍ରାପ୍ତ ହେବ। ମହିଳାମାନେ ନୂତନ କର୍ମ ଓ ବ୍ୟବସାୟ ପାଇଁ ଚେଷ୍ଟିତ ହେବେ। ବନ୍ଧୁବାନ୍ଧବଙ୍କ ନିକଟରେ ଗୁରୁଗୁରୁଜନ ଓ ପ୍ରିୟଲୋକଙ୍କ ପାଖରେ ଆଦୃତ ହେବେ। ପରିବାରରେ ମହତ୍ୱପୂର୍ଣ୍ଣ କାର୍ଯ୍ୟକରି ପ୍ରଶଂସିତ ହେବେ। ବିବେକ ବୁଦ୍ଧି ଖଟେଇ ଉଚିତ୍ମାର୍ଗରେ ଗତିକରିବାର କ୍ଷମତା ଜନ୍ମହେବ। ରାଜନୀତିରେ ଉତ୍ସାହ ଉଲ୍ଲାସରେ ସମୟ ଅତିବାହିତ କରିବେ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

କର୍କଟ:-

ଆୟର ମାର୍ଗ ପ୍ରଶସ୍ତ ହେବ। ଆକସ୍ମିକ ଅର୍ଥଲାଭ, ନୂତନ ବନ୍ଧୁଲାଭ, ଅଧାଥିବା କାର୍ଯ୍ୟ ସମ୍ପୂର୍ଣ୍ଣ ହେବ। ବ୍ୟକ୍ତିଗତ ସାର୍ବଜନୀନ ସମ୍ପର୍କରେ ବିକଶିତ ହେବ। ମାଲିମକଦ୍ଦମା, ବାଦବିବାଦ, ପରୀକ୍ଷା ପ୍ରତିଯୋଗିତାରେ ସଫଳତା ମିଳିବ। ପରିବାରରେ ସୁଖଶାନ୍ତି, ଯଶଲାଭ ଓ ନୂତନ ବାହନଆଦି ପ୍ରାପ୍ତି ଯୋଗ ଅଛି। କର୍ମକ୍ଷେତ୍ରରେ ଉନ୍ନତିର ସୁଯୋଗ ପାଇବେ। ରାଜନୀତିରେ ଲୋକସମର୍ଥନକୁ ଆଧାର କରି ବଳୀୟାନ ହେବେ ଓ ବଡନେତାଙ୍କୁ ସନ୍ତୁଷ୍ଟ କରିବା ସହଜ ସରଳ ହେବ। ମହିଳାମାନେ ସୁଖ ଶାନ୍ତିରେ ଦିନ କଟାଇବେ। ଅବିବାହିତ ଯୁବକ ଯୁବତୀମାନେ ବିବାହ କରିବାର ସୁଯୋଗ ପାଇବେ। ଗୃହାରମ୍ଭ, ଦୁରଯାତ୍ରା, ଯାନବାହାନ କିଣନ୍ତୁ ନାହିଁ। ପ୍ରତିକାର-  ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ।

ସିଂହ:-

ଦୂରଯାତ୍ରା କଲେ ଅଶୁଭତ୍ୱନାଶ ହୋଇ ଶୁଭ ଫଳ ପ୍ରାପ୍ତି ହେବ। ଅଧସ୍ତନ କର୍ମୀ ଓ ନିମ୍ନବର୍ଗଙ୍କ ସୌଜନ୍ୟରୁ ସାହାଯ୍ୟ ସମର୍ଥନ ହାସଲ କରିବେ। ମାଲିମୋକଦ୍ଦମାରେ ଆପୋଷ ସମାଧାନର ରାସ୍ତା ଖୋଲିଯିବ। ମହିଳାମାନେ ସନ୍ତାନ ସୁଖରେ ସୁଖୀ ହେବେ। ବାଦବିବାଦ, ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତ୍କାରରେ ଉଚ୍ଚ ପ୍ରଶଂସିତହେବେ। ବନ୍ଧୁ ମିତ୍ରମାନଙ୍କର ସହଯୋଗରେ ଧନସମ୍ପଦ, ବସ୍ତ୍ରଆଭୂଷଣ ଆଦି ଲାଭହେବ। ଭାତୃବିବାଦ, ପଡ଼ୋଶୀକଳହ, ଜମିପାଇଁ ଥିବା ସମସ୍ୟାର ସମାଧାନ ହେବ। ବ୍ୟବସାୟରେ କଠିନ ପରିଶ୍ରମ କରି ଉନ୍ନତିର ସୁଯୋଗ ପାଇବେ। ରାଜନୈତିକ କ୍ଷେତ୍ରରେ ଯଶ, ମାନ ପ୍ରତିଷ୍ଠା ବୃଦ୍ଧି ହେବ। ପ୍ରତିକାର- ବୃଦ୍ଧ ବୃଦ୍ଧାଙ୍କୁ ସହାୟତା କରି ଆଶୀର୍ବାଦ ପ୍ରାପ୍ତ କରିବେ।

କନ୍ୟା:-

ଦୂରଯାତ୍ରାରେ ସୁଖମିଳିବ ଏବଂ ଲାଭ ବାନ୍ ହେବେ। ପରିବାରରେ ଆନନ୍ଦ ଲହରୀ ଖେଳିଯିବ। ମିତ୍ର, ଭାଇ ଓ ବନ୍ଧୁମାନେ ସହଯୋଗ କରିବେ। ପରିଶ୍ରମଦ୍ୱାରା କାର୍ଯ୍ୟ ସଫଳ ହେବ। ବାହାନ କ୍ରୟ ଓ ବିକ୍ରୟ କରିବେ। ବାଦବିବାଦ ମାଲିମୋକଦ୍ଦମା ପ୍ରତିଯୋଗିତା ପରୀକ୍ଷାରେ ସଫଳ ହେବେ। ମହିଳାମାନେ ସମସ୍ୟା ସମାଧାନ କରି ଶାନ୍ତି ପାଇବେ। ମିତ୍ରମାନଙ୍କ ସହ ସୁସମ୍ପର୍କ ରହିବା ଫଳରେ ଅନେକ କାର୍ଯ୍ୟରେ ସଫଳ ହେବେ। ଦାମ୍ପତ୍ୟ ଜୀବନ ଆନନ୍ଦମୟହେବ। ରାଜନୀତି କ୍ଷେତ୍ରରେ ମାନ ଓ ପ୍ରତିଷ୍ଠା ଅକ୍ଷୁର୍ଣ୍ଣ ରହିବ। ଆଲୋଚନା କ୍ଷେତ୍ରରେ ଠିକ୍ ନିସ୍ପତି ନେବେ। ଆର୍ଥିକ ସଙ୍କଟ ଦୂର ହେବ। ଗୃହରେ ଧର୍ମକାର୍ଯ୍ୟ ଓ ଧର୍ମାନୁଷ୍ଠାନରେ ଯୋଗଦାନ କରିବେ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ତୁଳା:-

ବ୍ୟବସାୟରେ ଖୁବ୍ ଆଶାବାଦୀ ହେବେ। ବାକିଥିବା ଅର୍ଥ ଆଦାୟ ହେବ। ବନ୍ଧୁବାନ୍ଧବଙ୍କ ନିକଟରେ ଗୁରୁଗୁରୁଜନ ଓ ପ୍ରିୟଲୋକଙ୍କ ପାଖରେ ଆଦୃତ ହେବେ। ଖେଳରେ ପ୍ରଶଂସା, ବିଦ୍ୟାରେ ମନନିବେଶ କରିବେ। ମହିଳାମାନେ ପିଲାଙ୍କ ଆଚରଣରେ ଚିନ୍ତିତ ରହିବେ। ସ୍ୱାସ୍ଥ୍ୟ ସମ୍ବନ୍ଧୀୟ ସମସ୍ୟାକୁ ନେଇ ନିତ୍ୟଚର୍ଯ୍ୟାରେ ବ୍ୟବଧାନ ଉପସ୍ଥିତ ହୋଇପାରେ। ସାଧାରଣ ଘଟଣାଯୋଗୁ ବନ୍ଧୁଙ୍କ ସହ ସମ୍ପର୍କରେ ଅର୍ନ୍ତଦ୍ୱନ୍ଦ ସୃଷ୍ଟି ହୋଇ ପାରେ। ବାଦବିବାଦ ଠାରୁ ଦୂରେଇ ରହିବା ଉଚିତ। ରାଜନୀତିରେ ସମାଲୋଚିତ ହେଲେବି ଭାବମୂର୍ତ୍ତି ଅକ୍ଷୁର୍ଣ୍ଣ ରହିବ। ଅତ୍ୟଧିକ ପରିଶ୍ରମ ଓ ଅନିଦ୍ରା ଜନିତ ରୋଗପ୍ରତି ସାବଧାନ  ରହିବା ଉଚିତ୍। ପ୍ରତିକାର- ଶିବମନ୍ଦିରରେ କ୍ଷୀର ଢାଳି ପାଦୁକ ପାନ କରନ୍ତୁ।

ବିଛା:-

ଦାମ୍ପତ୍ୟଜୀବନ ସୁଖମୟ ହେବ। ଅପଣା ଲୋକଙ୍କ ସହଯୋଗ ବୃଦ୍ଧି ପାଇବ ଓ ନିଃସଙ୍ଗତା ବୋଧର ପୀଡା ମଧ୍ୟ ଦୂରେଇ ଯିବ। ଶୁଭ ସମାଚାର ପାଇ ମନ ଖୁସି ହେବ। ବ୍ୟବସାୟରେ ପରିଶ୍ରମ ଦ୍ୱାରା ଲାଭ ପାଇବେ। ପ୍ରସିଦ୍ଧ ବ୍ୟକ୍ତିମାନଙ୍କ ସହ ସମ୍ପର୍କ ସ୍ଥାପନ ହେବ। ବୁଦ୍ଧିମତା କାରଣରୁ ପ୍ରଚୁର ଅର୍ଥ ଲାଭହେବ। କର୍ମକ୍ଷେତ୍ରରେ ସମ୍ମାନୀତ ହେବେ ଓ ଜନ ସେବାରେ ପ୍ରଶଂସା ମିଳିବ। ସହକର୍ମୀ ଓ ଅଧସ୍ତନ କର୍ମଚାରୀଙ୍କ ସହ ସମ୍ପର୍କ ଭଲ ରହିବ। ଆଶା କରିଥିବା କାର୍ଯ୍ୟଟି ପୂରଣ ହେବ। ପରିବାରରେ ମନୋମାଳିନ୍ୟ ଓ ଆର୍ଥିକ ସଙ୍କଟ ଦୂରେଇଯିବ। ବିଦ୍ୟାଖେଳରେ ଉନ୍ନତି ହେବା ସହ ପରୀକ୍ଷା ପ୍ରତିଦ୍ଵନ୍ଦିତାରେ ବିଜୟୀ ହେବେ। ପ୍ରତିକାର- ଅସହାୟକୁ କିଛି ଖାଇବାକୁ ଦିଅନ୍ତୁ।

ଧନୁ:-

ଜାଗା, ଜମି, ଉଚ୍ଚସ୍ତରୀୟ ବାହନ ଆଦି କ୍ରୟ କରି ପାରିବେ। ମିତ୍ରମାନଙ୍କ ସହ ସୁସମ୍ପର୍କ ରହିବା ଫଳରେ ଅନେକ କାର୍ଯ୍ୟରେ ସଫଳ ହେବେ। ସ୍ୱାସ୍ଥ୍ୟ ଠିକ୍ ରହିବ, ଆର୍ଥିକ ଦିଗରୁ ଉନ୍ନତି ହେବା ସହ ଶତୃ ପରାଜିତ ହେବେ। ବାଦ-ବିବାଦ, ମାଲିମୋକଦ୍ଦମା, କ୍ରିଡା, ପ୍ରତି ଦ୍ଵନ୍ଦିତା, ପ୍ରତି ଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ। ପ୍ରସିଦ୍ଧ ବ୍ୟକ୍ତିମାନଙ୍କ ସହ ସମ୍ପର୍କ ସ୍ଥାପନ ହୋଇ ପ୍ରତିଷ୍ଠା, ପ୍ରତିପତ୍ତି, ମାନସମ୍ମାନ ଓ କ୍ଷାତି ବଢ଼ିବ। ସାମାଜିକ ଉତ୍ସବରେ ଭାଗ ନେବେ। ଦୂରଯାତ୍ରାକରି ଲାଭ ପାଇବେ ଓ ଅଭିଷ୍ଟ ପ୍ରାପ୍ତି ହେବ। ମହିଳାମାନେ ଉତ୍ସାହ ଉଲ୍ଲାସରେ ସମୟ ଅତିବାହିତ କରିବେ। ଅବିବାହିତ ଯୁବକ ଯୁବତୀମାନେ ବିବାହ କରିବାର ସୁଯୋଗ ପାଇବେ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ମକର:-

ଗୃହରେ କଲ୍ୟାଣକର କର୍ମ ସମ୍ପାଦନ କରି ପ୍ରଶଂସିତ ହେବେ। ପାରିବାରିକ ଜୀବନ ଆନନ୍ଦମୟ ହେବ। ଅବିବାହିତ ଯୁବକ ଯୁବତୀମାନଙ୍କର ବିବାହ ସ୍ଥିର ହେବ। କର୍ମକ୍ଷେତ୍ରରେ ସମ୍ମାନୀତ ହେବେ ଓ ସହକର୍ମୀ ଏବଂ ଅଧସ୍ତନ କର୍ମଚାରୀଙ୍କ ସହ ସମ୍ପର୍କ ଭଲ ରହିବ। ଆଶା କରିଥିବା କାର୍ଯ୍ୟଟି ପୂରଣ ହେବ। ଆର୍ଥିକ ସଙ୍କଟ ଦୂରେଇଯିବ, ଶତୃନାଶ, ଋଣନାଶ ଓ ପୁରାତନ ରୋଗପୀଡ଼ାର ଉପଶମ ହେବ। ପରୀକ୍ଷା ଓ ପ୍ରତିଦ୍ଵନ୍ଦିତାରେ ବିଜୟୀ ହେବେ। ଶୁଭ ସମାଚାର ପାଇ ମନ ଖୁସି ହେବ। ଦୂରଯାତ୍ରାକରି ଲାଭ ପାଇବେ। ରାଜନୀତି କ୍ଷେତ୍ରରେ ଜନ ସେବାରେ ପ୍ରଶଂସା ମିଳିବ। ଖେଳ, ବିଦ୍ୟା ଓ ଧାର୍ମିକ କାର୍ଯ୍ୟପ୍ରତି ଆଗ୍ରହି ହେବେ। ପ୍ରତିକାର –ନିଶାଦ୍ରବ୍ୟ ଓ ଆମିଷ ସେବନ କରନ୍ତୁ ନାହିଁ।

କୁମ୍ଭ:-

ପରିବାରରେ ମହତ୍ୱପୂର୍ଣ୍ଣ କାର୍ଯ୍ୟକରି ପ୍ରଶଂସିତ ହେବେ। ଶୁଭକାର୍ଯ୍ୟ ପାଇଁ ଇଚ୍ଛାକରି ଗୁରୁଜନମାନଙ୍କ ଠାରୁ ଆର୍ଶିବାଦ ପାଇବେ। ବିବେକ ବୁଦ୍ଧି ଖଟେଇ ଉଚିତ୍ମାର୍ଗରେ ଗତିକରିବାର କ୍ଷମତା ଜନ୍ମହେବ। ବୁଦ୍ଧିମତା କାରଣରୁ ପ୍ରଚୁର ଅର୍ଥ ଲାଭହେବ। ବିଶିଷ୍ଟ ବ୍ୟକ୍ତିଙ୍କ ସହ ସଂପର୍କ ଦୃଢ ହେବା ଯୋଗେ ସହଯୋଗୀ ମାନେ ଉନ୍ନତିପାଇଁ ଚେଷ୍ଟା କରିବେ। ଆମୋଦ ପ୍ରମୋଦର ସୁଯୋଗ ପାଇ ଯାତ୍ରାରେ ବିଶେଷ ଲାଭାନ୍ୱିତ ହେବେ। କର୍ମକ୍ଷେତ୍ରରେ ସଫଳତା ମିଳିବ। ବ୍ୟବସାୟରେ ପ୍ରସାର ପ୍ରଚାର ହେବ। ରାଜନୀତିରେ ସମସ୍ୟା ଦୂର ହେବ। ଅନ୍ୟର ଉପକାର କରି ନିଜେ କ୍ଷତିରେ ପଡିବେ। ସତର୍କତା ଅବଲମ୍ବନ ନକଲେ ଭୁଲ୍ କାମରେ ଫଶିଯିବେ। ପ୍ରତିକାର- ଗାଈକୁ ଖାଇବାକୁ ଦିଅନ୍ତୁ।

ମୀନ:-

ଗୃହରେ ଭାତୃବିବାଦ, ପଡ଼ୋଶୀକଳହ, ଜମିପାଇଁ ମାଲିମୋକଦ୍ଦମାର ସମାଧାନ ହେବ। ରାଜନୀତି କ୍ଷେତ୍ରରେ ସୁ-ସମ୍ପର୍କ ସ୍ଥାପନ କରି ନିଜର ଭାବମୂର୍ତ୍ତିକୁ ଉଜ୍ଜ୍ଵଳତର କରିବାର ସାମର୍ଥ୍ୟ ବଢିବ। ଅବିବାହିତ ଯୁବକ ଯୁବତୀମାନେ ବିବାହ କରିବାର ସୁଯୋଗ ପାଇବେ। ବନ୍ଧୁ ମିତ୍ରମାନଙ୍କର ସହଯୋଗରେ ଧନସମ୍ପଦ, ବସ୍ତ୍ରଆଭୂଷଣ ଆଦି ଲାଭହେବ। ପତି ପତ୍ନୀଙ୍କ ମଧ୍ୟରେ ବୁଝାମଣା ଭଲ ରହିବ ଓ ଦାମ୍ପତ୍ୟ ସୁଖରେ ଶାନ୍ତି ଅନୁଭବ କରିବେ। ଭୋଗ ବିଳାସ ଓ ଆନନ୍ଦମୟ ମୂହୁର୍ତ୍ତ ସାଙ୍ଗକୁ ଗୃହରୁ ସୁଖ ମିଳିବ। ବାଦ-ବିବାଦ, ମାଲିମୋକଦ୍ଦମା, କ୍ରିଡା, ପ୍ରତି ଦ୍ଵନ୍ଦିତା, ପ୍ରତି ଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ। ନୂତନ ଗୃହସୁଖ ଓ ଯାନ ବାହନ ସୁଖ ମିଳିବ। ପ୍ରତିକାର- ମୁହଁ ମିଠାକରି ଘରୁ ବାହାରନ୍ତୁ।

Jyotirbid Dr. Pramod Satapathy
Jantra Jyotisha, Cuttack

Jyotirbid Pandit Sudhakar Tripathy
Jantra Jyotisha, Kakatpur, Puri

For personalized consultation and appointment,
you can connect on WhatApp @ 7008758366 or 9937551988
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 7008758366 or 9937551988


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!