ଦୈନିକ ରାଶିଫଳ: ୧୩ ଫ୍ରେବୃୟାରୀ ୨୦୨୦, ମା ଲକ୍ଷ୍ମୀଙ୍କ କୃପାରୁ ଆଜି ଏହି ସବୁ ରାଶି ବ୍ୟକ୍ତିଙ୍କୁ ମିଳିବ ଆକସ୍ମିକ ଧନ ପ୍ରାପ୍ତ

ଶେୟାର କରନ୍ତୁ ଅନ୍ୟମାନକ ସହିତ

୨୦୨୦ ମସିହା, ଫେବୃଆରୀ ମାସ ୧୩ ତାରିଖ, ଗୁରୁବାର, କୁମ୍ଭ ମାସ ଦିନ, ଫାଲଗୁନ ମାସ, କୃଷ୍ଣପକ୍ଷ, ପଞ୍ଚମୀ ତିଥି, ହସ୍ତା ନକ୍ଷତ୍ର, କନ୍ୟା ରାଶିରେ ଚନ୍ଦ୍ର। ତୁଳା, କୁମ୍ଭ ରାଶିର ଘାତବାର। ବୃଷ ରାଶିର ଘାତଚନ୍ଦ୍ର। ବେଲ ନ ଖାଇଲେ ଭଲ। ଶୁଭସମୟ ପ୍ରାତଃ ୬ଟା ୨୨ ରୁ ୭ଟା ୫୦ମି, ଦିବା ୧୦ଟା ୫୪ ରୁ ୧ଟା ୭ମି। ପର୍ବଦିନ କୁମ୍ଭ ସଂକ୍ରାନ୍ତି।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ମେଷ:-

ଶତୃନାଶ, ଧନପ୍ରାପ୍ତି, ମିତ୍ରଲାଭ ଓ ଉଚ୍ଚ ସମ୍ମାନ ପାଇବେ। ବ୍ୟବସାୟର ବୃଦ୍ଧି ଯୋଗେ ଆୟର ବୃଦ୍ଧିଘଟିବା ସହ  ଲାଭବାନ ହେବେ। ରାଜନୀତିରେ ସ୍ଵନାମ ଅର୍ଜନ କରି ପାରିବେ।  ସ୍ଵାସ୍ଥ୍ୟରେ ଉନ୍ନତି, ମାନସିକ ସ୍ଥିରତା, ଧୈର୍ଯ୍ୟ ଓ ବୁଦ୍ଧିବଳରେ ନିଜର କାର୍ଯ୍ୟ ହାସଲ କରିପାରିବେ। ଅର୍ଥ ସଂଗ୍ରହ ଅଭିଯାନ କରି ସଫଳତା ପାଇବେ।  ଦାମ୍ପତ୍ୟ ଓ ପାରିବାରିକ ସ୍ତରରେ ଶାନ୍ତି ଶୃଙ୍ଖଳା ବଜାୟ ରହିବ। ବିଭିନ୍ନ ଦିଗରୁ ସାହାଯ୍ୟ ସହଯୋଗ ମିଳିବ। ସହକର୍ମୀମାନଙ୍କ ସହ ବାଦବିବାଦର ଅବସାନ ଘଟିବ। ଲକ୍ଷ୍ୟ ପୂରଣ ହେବାରେ କୌଣସି ଅସୁବିଧା ହେବ ନାହିଁ। ପ୍ରତିକାରମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ବୃଷ:-

ସମସ୍ତ କର୍ମ ବହୁତ ସହଜରେ ହିଁ ସମ୍ପନ୍ନ ହେବ। କର୍ମ କ୍ଷେତ୍ରରେ ପରିସ୍ଥିତି ଯେତେ ଜଟିଳ ହେଲେ ମଧ୍ୟ କୌଣସି ଅସୁବିଧା ହେବ ନାହିଁ। ପ୍ରତେକ କ୍ଷେତ୍ରରେ ପରିସ୍ଥିତିକୁ ହାଲୁକା କରିବାରେ ସମର୍ଥ ହେବେ। ବ୍ୟବସାୟୀମାନେ ପ୍ରଚୁର ଲାଭ ପାଇବେ। ମଉଜ ମସ୍ତିରେ ସମୟ କଟିପାରେ। ଧର୍ମକର୍ମରେ ରୁଚି ବଢିବା ଫଳରେ କୌଣସି ଆୟୋଜନ ମଧ୍ୟ କରେଇବେ। ଅନ୍ୟମାନଙ୍କୁ ସାହାଯ୍ୟ କରିବେ, ତେଣୁ ଲୋକମାନେ ଆପଣଙ୍କୁ ସମ୍ମାନ ଦେବେ।  ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳ ହେବେ। ପ୍ରତେକ କ୍ଷେତ୍ରରେ ମାନସିକସ୍ଥିତି ସୁଦୃଢ ରହିବ। ପ୍ରତିକାର କୁକୁରକୁ କିଛି ଖାଇବାକୁ ଦିଅନ୍ତୁ। ଘାତ

ମିଥୁନ:-

ପଡୋଶୀମାନେ ସ୍ଵାର୍ଥ ହାସଲ କରିବା ପାଇଁ ବାକ୍ ଚାତୁରୀ କଥାକହି କାର୍ଯ୍ୟ ପୂରଣ କରିବେ। ନିର୍ମାଣ, ଯୋଗାଯୋଗ, ସଭାସମିତି ପାଇଁ ଅଧିକ ସମୟ ଦେବାକୁ ପଡିବ। ପନିପରିବା ଚାଷୀମାନେ ବିଶେଷ ଲାଭାନ୍ଵିତ ହେବେ। ରାଜନୀତି, ସଂଗଠନ, ସଭାସମିତି କ୍ଷେତ୍ରରେ ଲୋକ ସମ୍ପର୍କ ବଢିବ। ପରିବାରରେ ସୁସ୍ଥ ବାତାବରଣ ଜାରି ରହିବ। ପରସ୍ପରକୁ ସାହାଯ୍ୟ ସହଯୋଗ କରି ଗଠନମୂଳକ ଦିଗପ୍ରତି ଆଗ୍ରହ ବଢିବା ସହ ଉତ୍ତମ ଯୋଜନାବଦ୍ଧ ହେବାର ସମ୍ଭାବନା ଅଛି। ପ୍ରେମିକ ପ୍ରେମିକାମାନେ ନୂତନପନ୍ଥା ଅନୁସରଣ କରିବେ। ପ୍ରତିକାରମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

କର୍କଟ:- 

ସହକର୍ମୀମାନଙ୍କ ସହ ଶତ୍ରୁତା ମେଣ୍ଟିଯିବ। ବନ୍ଧୁମାନଙ୍କ ସହ ସୁସମ୍ପର୍କ ସ୍ଥାପନ ହେବ। ଉପରିସ୍ଥ କର୍ମଚାରୀ ଦେଇଥିବା ପ୍ରତିଶୃତି ରକ୍ଷା କରି ସମସ୍ୟାକୁ ସମାଧାନ କରିବେ। ସନ୍ତାନ ସନ୍ତତିଙ୍କ ମର୍ଜି ରକ୍ଷାକରି ଶାନ୍ତି ପାଇବେ। ଆଇନ ଅଦାଲତ ଓ ପାରିବାରିକ କ୍ଷେତ୍ରରେ ରହିଥିବା ସମସ୍ୟା ସମାଧାନ ହୋଇଯିବ। ବ୍ୟବସାୟରେ ଶତୃମାନେ ପରାଜିତ ହେବା ଫଳରେ  ଶାରୀରିକ ଓ ମାନସିକ ସ୍ଥିରତା ଦେଖାଦେବ। ପ୍ରେମିକ ପ୍ରେମିକାମାନେ ଶୁଭ ସୂଚନା ପାଇବେ। କ୍ରିଡା, ପ୍ରତିଦ୍ଵନ୍ଦିତା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ। ପ୍ରତିକାର ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

ସିଂହ

ସରକାରୀ କାର୍ଯ୍ୟରେ ସଫଳତା ପ୍ରାପ୍ତ ହେବ। ଆୟକୁ ବଢାଇବା ପାଇଁ ବହୁତ ପ୍ରୟାସ କରିବେ, ପରିଣାମ ମଧ୍ୟ ସାମ୍ନାକୁ ଆସିବ। ଶତୃ ଓ ବିରୋଧୀମାନେ କୌଣସି କ୍ଷତି କରିପାରିବେ ନାହିଁ। ପୁରାତନ ରୋଗର ଉପସମ ଓ ବନ୍ଧୁ ସମାଗମ ହେବ। ବ୍ୟବସାୟରେ ବକେୟା ଅର୍ଥ ଆଦାୟ ହୋଇ ଟଙ୍କାର ଆବଶ୍ୟକତା ପୂରଣ ହେବ। ସବୁ ଭଲଥିଲେ ମଧ୍ୟ ସ୍ୱାସ୍ଥ୍ୟ ସମସ୍ୟା ଦେଖା ଦେଇ ପାରେ। ଅଯଥା ଭ୍ରମଣ କରିବା ଫଳରେ ଅଯଥା ଖର୍ଚ୍ଚ ମଧ୍ୟ କରିବାକୁ ପଡିବ। ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳ ହେବେ। ପ୍ରତିକାର ଷଣ୍ଢକୁ ଖାଇବାକୁ ଦିଅନ୍ତୁ।

କନ୍ୟା

ସମ୍ପତ୍ତି ସମ୍ବନ୍ଧିତ ଶୁଭ ସମାଚାର ଶୁଣିବାକୁ ମିଳିବ। ନିଜର ଯୋଗ୍ୟତା ଓ କ୍ଷମତାର ବହୁତ ଲାଭ ମିଳିବ। ଅଧିକାରୀ କାମରେ ପ୍ରସନ୍ନ ରହିବା ଫଳରେ ପରସ୍ପରକୁ ସାହାଯ୍ୟ ସହଯୋଗ କରି ଗଠନମୂଳକ ଦିଗପ୍ରତି ଆଗ୍ରହୀ ହେବେ। ପାରିବାରିକ ସ୍ତରରେ ବୁଝାମଣା ଠିକ୍ ଯୋଗେ ସୁଖ ଶାନ୍ତି ପ୍ରାପ୍ତି ସହ ଦାମ୍ପତ୍ୟ ସୁଖ ବୃଦ୍ଧି ହେବ। ବୈଷୟିକ କ୍ଷେତ୍ରରେ ଉତ୍ତମ ଯୋଜନାବଦ୍ଧ ହେବାର ସମ୍ଭାବନା ଅଛି। ପ୍ରେମିକ ପ୍ରେମିକାମାନଙ୍କର ଅତୀତ କଥାକୁ ଚିନ୍ତା କରି ଭାବପ୍ରବଣତା ବୃଦ୍ଧି ପାଇବ।କ୍ରିଡା, ପ୍ରତିଦ୍ଵନ୍ଦିତା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ। ପ୍ରତିକାର ମୁହଁ ମିଠାକରି ଘରୁ ବାହାରନ୍ତୁ।

ତୁଳା:-

ପାରିବାରିକ ସ୍ତରରେ ବିବାଦୀୟ ପରିସ୍ଥିତିର ସମାଧାନ କରି ପ୍ରଶଂସା ପାଇବେ। ଲୋକମାନେ ଆପଣଙ୍କ ବୁଦ୍ଧିକୁ ପ୍ରଶଂସା କରିବେ। ଆଧ୍ୟାତ୍ମିକ ଓ ଧର୍ମ କାର୍ଯ୍ୟରେ ଲିପ୍ତ ରହିବେ। ବୈଷୟିକ କ୍ଷେତ୍ରରେ ଅଯଥା ଧାଁଦୌଡ ଯୋଗୁ ଆଶାତୀତ ଧନ ଲାଭହେବ। ପିଲାମାନଙ୍କ କାର୍ଯ୍ୟରେ ସନ୍ତୁଷ୍ଟ ହେବେ। ମିତ୍ରଙ୍କ ଠାରୁ ବହୁତ ସାହାଯ୍ୟ ସହଯୋଗ ମିଳିବ। ନୂତନ ବସ୍ତୁ କ୍ରୟ କରି ପାରିବେ। କର୍ମକ୍ଷେତ୍ରରେ କୌଣସି ଅସୁବିଧା ହେବ ନାହିଁ। ରାଜନୀତିରେ ସଂଘର୍ଷ ଦ୍ଵାରା ସଫଳତା ମିଳିବ। କୋର୍ଟ କଚେରୀ ମାମଲାର ଶୁଣାଣି ଯୋଗେ ବ୍ୟସ୍ତତା ବଢିଯିବ।  ପ୍ରତିକାର ଗୋମାତାକୁ ଖାଇବାକୁ ଦିଅନ୍ତୁ। ଘାତ

ବିଚ୍ଛା:-

ଶାରୀରିକ ଅସୁସ୍ଥତା ଦୂର ହେବ। ସନ୍ତାନ ସନ୍ତତିଙ୍କ ମର୍ଜି ରକ୍ଷାକରି ଶାନ୍ତି ପାଇବେ। ଭାଗ୍ୟୋନ୍ନତି, ଯଶମାନ ପ୍ରତିଷ୍ଠା ଲାଭ, ପ୍ରତ୍ୟେକ କ୍ଷେତ୍ରରେ ହାତ ବଢାଇଲେ ସଫଳତା ପ୍ରାପ୍ତ ହେବା ଫଳରେ ସମସ୍ତ ଚିନ୍ତା ଦୂର ହେବ। ନିର୍ମାଣ ମୂଳକ ଯୋଜନାରେ ଆଗେଇ ପାରିବେ। ବ୍ୟବସାୟ ସମ୍ବନ୍ଧୀୟ ଜରୁରୀ କାର୍ଯ୍ୟ ପାଇଁ ଯାତ୍ରା କରିବାକୁ ପଡ଼ିପାରେ। ନୂତନ ବ୍ୟବସାୟ ଯୋଜନାର ଶିଳାନ୍ୟାସ କଲେ, ତାହା ଦୀର୍ଘ ସ୍ଥାୟୀହେବ। ଟଙ୍କାର ଆବଶ୍ୟକତା ପୂରଣ ହେବ। ଦାମ୍ପତ୍ୟ କଳହ ମେଣ୍ଟିଯାଇ ପାରିବାରିକ କ୍ଷେତ୍ରରେ ଶାନ୍ତି ପାଇବେ। ପ୍ରତିକାରମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ।

ଧନୁ:- 

ସମସ୍ତ ଚିନ୍ତାରୁ ମୁକ୍ତି ମିଳିବା ସହ ମାନସିକ ଶାନ୍ତି ମିଳିବ। ପୁରାତନ ରୋଗର ପ୍ରକୋପ ହ୍ରାସ ପାଇବ। ଯାତ୍ରା ଫଳରେ ଉତ୍ସାହିତ ହେବେ। କୌଣସି ନୂତନ କର୍ମ କରିବାକୁ ଚାହୁଁଥିଲେ ସେଥିରେ ଧନର ଆଗମନ ହୋଇପାରେ। ନୂତନ ଦ୍ରବ୍ୟ କ୍ରୟ କରିବେ। ଶତୃମାନେ ଦୂରେଇ ଯିବେ। ଉଚ୍ଚପଦସ୍ଥ ବ୍ୟକ୍ତିଙ୍କ ଠାରୁ ସମ୍ମାନ ଲାଭ ହେବ। ନୂତନ କାର୍ଯ୍ୟଆରମ୍ଭ କରି ପାରିବେ। ସେୟାର ବଜାର ଓ ପୁଞ୍ଜି ନିବେଶ କରିଲେ ବହୁତ ଧନ ପ୍ରାପ୍ତ ହେବ। ବ୍ୟବସାୟ କ୍ଷେତ୍ରରେ ପ୍ରସାର ପ୍ରଚାର ଫଳରେ ଆଶାତୀତ ଲାଭ ପାଇବେ। ପ୍ରତିକାର କୁକୁରକୁ ଖାଇବାକୁ ଦିଅନ୍ତୁ।

ମକର:-

ସରକାରୀ ସାହାଯ୍ୟ ମିଳିପାରେ। ବ୍ୟବସାୟରେ ଯେତେ ଅଧିକ ପରିଶ୍ରମ କରିବେ ସେତେ ଅଧିକ ଲାଭ ହେବ। ଛାତ୍ରଛାତ୍ରୀମାନଙ୍କର ଶିକ୍ଷକ ଓ ସହପାଠୀମାନଙ୍କ ମଧ୍ୟରେ ସମନ୍ଵୟ ରହି ବନ୍ଧୁତ୍ଵ ବୃଦ୍ଧି ପାଇବ। ଯେତେ ଜଟିଳ ସମସ୍ୟା ହେଲେ ମଧ୍ୟ କୌଣସି ପ୍ରକାର ଅସୁବିଧା ହେବ ନାହିଁ। କର୍ମକ୍ଷେତ୍ରରେ ଧାଁ ଦୌଡ ଅଧିକ ହେଲେ ଲାଭ ମିଳିବ। ପାରିବାରିକ କ୍ଷେତ୍ରରେ ସ୍ନେହ ସଦ୍ଭାବ  ଦେଖା ଦେବ। ମାଲିମୋକଦ୍ଦମାରେ ଶୀଘ୍ର ଫଇସଲା ଦିଗ ଉନ୍ମୁକ୍ତ ହେବ ଓ ମୁଣ୍ଡ ଉଚ୍ଚ ରହିବ। ଗୁରୁଜନ ଓ ଉଚ୍ଚପଦସ୍ଥ ବ୍ୟକ୍ତିଙ୍କଠାରୁ ସମ୍ମାନ ମିଳିବ।  ପ୍ରତିକାର ଷଣ୍ଢକୁ ଖାଇବାକୁ ଦିଅନ୍ତୁ।

କୁମ୍ଭ:- 

ବ୍ୟବସାୟରେ ନାନାପ୍ରକାର ସୁବିଧା ସୁଯୋଗ ମିଳିବ ଓ ପୁରୁଣା ପ୍ରାପ୍ୟ ମଧ୍ୟ ଆଦାୟ ହୋଇ ପାରେ। ସହକର୍ମୀମାନଙ୍କ ସହ ଶତ୍ରୁତା ମେଣ୍ଟିଯିବ। ଆୟକୁ ବଢାଇବା ପାଇଁ ବହୁତ ପ୍ରୟାସ କରିବେ। ଅଯଥା ଭ୍ରମଣ କରିବା ଫଳରେ ଅଯଥା ଖର୍ଚ୍ଚ ମଧ୍ୟ କରିବାକୁ ପଡିବ। କୋର୍ଟ କଚେରୀ ମାମଲାର ଶୁଣାଣି ଯୋଗେ ବ୍ୟସ୍ତତା ବଢିଯିବ। ବିରୋଧୀମାନେ କୌଣସି କ୍ଷତି କରିପାରିବେ ନାହିଁ। ମାତା-ପିତା ଓ ଗୁରୁଜନଙ୍କ ଆଶୀର୍ବାଦ ପ୍ରାପ୍ତ ହେବ। ରାଜନୀତି କ୍ଷେତ୍ରରେ ସହଯୋଗୀ ମାନେ ସହ ଯୋଗ କରିବେ। ପ୍ରେମ କ୍ଷେତ୍ରରେ ସଫଳ ହେବେ।  ପ୍ରତିକାର:- ଅସହାୟାଙ୍କୁ ସାହାଯ୍ୟ କରନ୍ତୁ। ଘାତ

ମୀନ:-

ଶତୃମାନେ ପରାଜିତ ହେବେ।  କଳା,ସାହିତ୍ୟ ଓ ସାମ୍ବାଦିକତାରେ ପ୍ରଂଶସିତ ହେବେ। ବିଭିନ୍ନଦିଗରୁ ସାହାଯ୍ୟ ସହଯୋଗ ମିଳିବ। ସହକର୍ମୀ ମାନଙ୍କ ସହ ବାଦବିବାଦର ଅବସାନ ଘଟିବ। ଲକ୍ଷ୍ୟ ପୂରଣ ହେବାରେ କୌଣସି ଅସୁବିଧା ହେବନାହିଁ। ବ୍ୟବସାୟ ବାଣିଜ୍ୟ ଓ ପରିବହନକ୍ଷେତ୍ରରେ ସୁଫଳ ପ୍ରାପ୍ତିହେବ। ପ୍ରସିଦ୍ଧ ବ୍ୟକ୍ତିମାନଙ୍କ ସହ ସମ୍ପର୍କ ସ୍ଥାପନ ହେବ ଓ ପ୍ରତିଷ୍ଠା, ପ୍ରତିପତ୍ତି, ମାନସମ୍ମାନ ବଢ଼ିବ। ବୁଦ୍ଧିମତା କାରଣରୁ ପ୍ରଚୁର ଅର୍ଥ ଲାଭହେବ। ବିଦ୍ୟାକ୍ଷେତ୍ରରେ ସ୍ୱନାମ ଅର୍ଜନ କରିବେ। ବନ୍ଧୁଙ୍କ ନିମନ୍ତ୍ରଣ ପାଇ ଦୂରଯାତ୍ରା କରିବାକୁ ବାଧ୍ୟ ହେବେ। ପ୍ରତିକାର:- ଚାଉଳ କୁଆଙ୍କୁ ଖାଇବାକୁ ଦିଅନ୍ତୁ।

Jyotirbid Dr. Pramod Satapathy
Jantra Jyotisha, Cuttack

Jyotirbid Pandit Sudhakar Tripathy
Jantra Jyotisha, Kakatpur, Puri

For personalized consultation and appointment,
you can connect on WhatApp @ 7008758366 or 9937551988
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 7008758366 or 9937551988


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!