ଦୈନିକ ରାଶିଫଳ: 13 ଫେବୃୟାରୀ 2021, ଶନିଦେବଙ୍କ କୃପାରୁ ଏହି ସବୁ ରାଶିଙ୍କୁ ମିଳିବ ସମସ୍ତ କାର୍ଯ୍ୟରେ ସଫଳତା

ଶେୟାର କରନ୍ତୁ ଅନ୍ୟମାନକ ସହିତ

୨୦୨୧ ମସିହା, ଫେବୃୟାରୀ ମାସ ୧୩ତାରିଖ, ଶନିବାର, କୁମ୍ଭ ମାସ ୨ ଦିନ, ମାଘ ମାସ, ଶୁକ୍ଳପକ୍ଷ, ଦ୍ଵିତୀୟା ତିଥି, ଶତଭିଷା ନକ୍ଷତ୍ର, କୁମ୍ଭ ରାଶିରେ ଚନ୍ଦ୍ର । ବୃଷ, ସିଂହ, କନ୍ୟା ରାଶିର ଘାତବାର । ମିଥୁନ, ମୀନ ରାଶିର ଘାତଚନ୍ଦ୍ର । ବୋଇତିକଖାରୁ ନ ଖାଇଲେ ଭଲ । ଶୁଭସମୟ- ଦିବା ୧୦ଟା ୩୬ମିନିଟ୍ ରୁ ୧ଟା ୮ମିନିଟ୍, ରାତ୍ର ୮ଟା ୧୪ମିନିଟ୍ ରୁ ୧୦ଟା ୪୩ମିନିଟ୍, ରାତ୍ର ୧୨ଟା ୨୬ମିନିଟ୍ ରୁ ୨ଟା ୬ମିନିଟ୍ ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ମେଷ:-

ଉଚ୍ଚ କର୍ମକର୍ତ୍ତାଙ୍କ ସୁଦୃଷ୍ଟି ପ୍ରାପ୍ତି ହେବା ଯୋଗେ ନାନାବିଧ ସୁଯୋଗ ଓ ଶୁଭଫଳ ପ୍ରାପ୍ତି ହେବ । ଅନେକ କ୍ଷେତ୍ରରେ ଆର୍ଥିକ ଦିଗରୁ ସୁବିଧା ସୁଯୋଗ ପାଇ ଉନ୍ନତି ହେବ । ନିର୍ମାଣ ମୂଳକ ଯୋଜନାରେ ଆଗେଇ ପାରିବେ । ଲକ୍ଷ୍ୟ ପୂରଣ ହେବାରେ କୌଣସି ଅସୁବିଧା ହେବ ନାହିଁ । ବ୍ୟବସାୟ ସମ୍ବନ୍ଧିତ ଯାତ୍ରା କରିବାକୁ ପଡି ପାରେ । ନୂତନ କାର୍ଯ୍ୟ ପାଇଁ ଆଶାୟୀ ହେବେ । ପୁଞ୍ଜିଲଗାଣ, ଉଦ୍ୟୋଗ, ଧନ ଆଦାନ ପ୍ରଦାନରେ ମନମୁତାବକ ଲାଭବାନ ହେବାର ସମ୍ଭାବନା ଅଛି । ପ୍ରତିକାର- ନାଲିବସ୍ତ୍ର ପରିଧାନ କରନ୍ତୁ ।

ବୃଷ:-

ସମାଜିକ କାର୍ଯ୍ୟରେ ପ୍ରେରଣା ଓ ଉତ୍ସାହ ପ୍ରାପ୍ତି ହେବ । ପ୍ରତେକ କ୍ଷେତ୍ରରେ ମାନସିକସ୍ଥିତି ସୁଦୃଢ ରହିବ । ଆଲୋଚନା କ୍ଷେତ୍ରରେ ସୁଫଳ ପାଇବେ । ପରିଶ୍ରମ ଓ ମେହନତର ପରିଣାମ ମିଳିବ । ସାମ୍ବାଦିକତାରୁ ଲାଭ ଓ ଶୁଭ ସମାଚାର ମିଳିବ । କାମକାର୍ଯ୍ୟର ସ୍ଥିତି ବହୁତ ସନ୍ତୋଷ ଜନକ ହେବ । ବରିଷ୍ଠ ବ୍ୟକ୍ତିଙ୍କ ସହ ସୁସମ୍ପର୍କ ସ୍ଥାପିତ ହେବ । ଅଧ୍ୟୟନ, ଅଧ୍ୟାପନା ମାମଲାରେ ଆଗକୁ ଗତି କରିବେ । ମିତ୍ରଙ୍କ ସାହାଯ୍ୟ ଦ୍ଵାରା କାର୍ଯ୍ୟ ହାସଲ କରିବେ । ପ୍ରତିକାର- ଅସହାୟଙ୍କୁ ସାହାଯ୍ୟ କରନ୍ତୁ ।

ମିଥୁନ:-

କୌଣସି ସହୃଦୟ ବ୍ୟକ୍ତିଙ୍କଠାରୁ ଯଥେଷ୍ଟ ସହାୟତା ମିଳିବ । କର୍ମ କ୍ଷେତ୍ରରେ ଉନ୍ନତି ଏବଂ ନୂତନ ଆୟର ପନ୍ଥା ପ୍ରାପ୍ତି ହେବ । ଅନ୍ୟର ଦୁଃଖ ଦୁର୍ଦଶା ଦୂର କରିବାକୁ ପ୍ରୟାସରତ ହେବେ । ବ୍ୟବସାୟ କ୍ଷେତ୍ରରେ ଆୟ ବୃଦ୍ଧି ହେବା ଫଳରେ କ୍ଳାନ୍ତି ଓ ଅବସନ୍ନତା ଜନିତ ଆଳସ୍ୟଭାବ ଦୂରେଇ ଯାଇ ନିଜ ଗୋଡରେ ନିଜେ ଠିଆ ହେବାକୁ ସାହସ ବାନ୍ଧିବେ । ସାଙ୍ଗସାଥିମାନେ ସାହାଯ୍ୟ କରିବେ ଓ ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ । ପ୍ରତିକାର:- ଅଶ୍ୱସ୍ଥ ବୃକ୍ଷମୂଳରେ ଗୁଡ଼ ଥୋଇ ପ୍ରଣାମ କରନ୍ତୁ ।

କର୍କଟ:-

ବ୍ୟବସାୟକ୍ଷେତ୍ରରେ ସୁଖ ସମୃଦ୍ଧି ବୃଦ୍ଧି ଓ ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ହେବ । ରାଜନୀତି କ୍ଷେତ୍ରରେ ସଫଳତା ପାଇ ଲୋକ ସମ୍ପର୍କ ଆତ୍ମସନ୍ତୋଷ ବଢ଼େଇବ । କର୍ମକ୍ଷେତ୍ରରେ ଆତ୍ମବିଶ୍ୱାସ ବୃଦ୍ଧି ପାଇବ । ପରିବାରରେ ଅପ୍ରିତିକର ପରିସ୍ଥିତି ଦେଖା ଦେଲେ ମଧ୍ୟ ତାହା କୌଶଳକ୍ରମେ ସମାଧାନ କରିବେ । ପତି ପତ୍ନୀଙ୍କ ମଧ୍ୟରେ ବୁଝାମଣା ଭଲ ରହିବ ଓ ଦାମ୍ପତ୍ୟ ସୁଖରେ ଶାନ୍ତି ଅନୁଭବ କରିବେ । ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳ ହେବେ । ପ୍ରତିକାର- ପକ୍ଷୀଙ୍କୁ କିଛିଦାନା ଖାଇବାକୁ ଦିଅନ୍ତୁ ।

ସିଂହ:-

ସାମାଜିକ କଲ୍ୟାଣ ଓ ଜୀବନସ୍ତର ପରିବର୍ତ୍ତନର ଉଦ୍ୟମ କରିବେ । ଉପରିସ୍ଥ ବ୍ୟକ୍ତିଙ୍କଠାରୁ ସମ୍ମାନ ମିଳିବ ଓ ଲୋକ ସମ୍ପର୍କ ଆତ୍ମସନ୍ତୋଷ ବଢ଼େଇବ । କର୍ମକ୍ଷେତ୍ରରେ ବୃତ୍ତିଗତ ଦୃଷ୍ଟିରୁ ପରିଶ୍ରମ ବୃଦ୍ଧି ପାଇବା ଫଳରେ ସୁଖ ଶାନ୍ତି ବର୍ଦ୍ଧିତ ହେବ । ଭାଇ ବନ୍ଧୁ ମିତ୍ରମାନଙ୍କର ସାହାଯ୍ୟ ସହଯୋଗ ପାଇ ପରିବାର ସମସ୍ୟାର ସମାଧାନ ହୋଇଯିବା ଫଳରେ ପ୍ରଶଂସିତ ହେବେ । ସଭା ସମିତି, ସାହିତ୍ୟ ଓ କଳାକ୍ଷେତ୍ରରେ ସମ୍ମାନ ପାଇବେ । ପ୍ରତିକାର- ଶିବମନ୍ଦିରରେ ପାଦୁକ ପାନ କରନ୍ତୁ ।

କନ୍ୟା:-

ବ୍ୟବସାୟ କ୍ଷେତ୍ରରେ ଗ୍ରାହକ ସେବାକୁ ଗ୍ରହଣ କରି ଯଶମାନ ବୃଦ୍ଧି ସହିତ ଉତ୍ତମ ଆୟର ପଥ ପରିସ୍କାର କରିବେ । ରାଜନୀତି ସ୍ତରରେ ନିମ୍ନବର୍ଗ କର୍ମୀଙ୍କ ପ୍ରତି ସତର୍କ ରହି ଚଉଆଖିଆହୋଇ କର୍ତ୍ତବ୍ୟ ପାଳି ଚାଲିଲେ ପରେ ହଇରାଣ ହେବେ ନାହିଁ । କର୍ମକ୍ଷେତ୍ରରେ ସହକର୍ମୀ ଓ ଉପରିସ୍ଥ କର୍ମଚାରୀଙ୍କ ଠାରୁ ପ୍ରଶଂସିତ ହେବେ । ପାରିବାରିକ କ୍ଷେତ୍ରରେ ଶାନ୍ତି ବିରାଜମାନ କରିବ । କାର୍ଯ୍ୟରେ ପ୍ରେରଣା ଓ ଉତ୍ସାହ ପ୍ରାପ୍ତି ହେବା ଫଳରେ ଉତ୍ତମ ରୋଜଗାର କରିପାରିବେ । ପ୍ରତିକାର:- ଗୋମାତାକୁ କିଛି ଖାଦ୍ୟ ଦିଅନ୍ତୁ ।

ତୁଳା:-

କମିଶନ କାର୍ଯ୍ୟରେ ଲାଭ ହେବାର ସମ୍ଭାବନା ଅଛି । କୌଣସି ନୂତନ ବ୍ୟକ୍ତିଙ୍କ ସହିତ ଭେଟ ହେବାଫଳରେ ସୁଖ ସମୃଦ୍ଧି ବୃଦ୍ଧି ହେବ । ପାରିବାରିକ କ୍ଷେତ୍ରରେ ଧୈର୍ଯ୍ୟ ଓ ସହନ ଶୀଳତା କାଏମ ରହିବ । ପ୍ରବାସ ଯାତ୍ରାରେ ଲାଭବାନ ହେବେ । ଜାଗା, ଜମି, ଉଚ୍ଚସ୍ତରୀୟ ବାହନ ଆଦିର ସମସ୍ୟା ସମାଧାନ କରିବେ । ରାଜନୀତିରେ ଉନ୍ନତି ହେବ । ବରିଷ୍ଠ ବ୍ୟକ୍ତି ଉଚ୍ଚାଧିକାରୀଙ୍କ ସହ ସମ୍ବନ୍ଧ ଦୃଢୀଭୁତ ହେବ । ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

ବିଚ୍ଛା:-

କର୍ମକ୍ଷେତ୍ରରେ ସହକର୍ମୀମାନେ ସହଯୋଗ କରିବେ । ବ୍ୟବସାୟରେ ଉତ୍ତମ ରୋଜଗାର ହେବା ସହ ଭଲ ଲାଭ ହେବ । ଅନ୍ୟର ଦୁଃଖ ଦୁର୍ଦଶା ଦୂର କରିବାକୁ ପ୍ରୟାସରତ ହେବେ । ପାରିବାରିକ ଜୀବନରେ କୌଣସି ବିଶୃଙ୍ଖଳା ଦେଖାଦେବ ନାହିଁ । ମାନସିକ ବୌଦ୍ଧିକ ଓ ଭାବନାତ୍ମକ ରୂପରେ ଅଧିକ ସକ୍ଷମ ହେବେ । ଛାତ୍ରଛାତ୍ରୀମାନେ ଶିକ୍ଷା କ୍ଷେତ୍ରରେ ସଫଳତା ଲାଭ କରିବେ । ପତି ପତ୍ନୀଙ୍କ ମଧ୍ୟରେ ବୁଝାମଣା ଭଲ ରହିବ ଓ ଦାମ୍ପତ୍ୟ ସୁଖରେ ଶାନ୍ତି ଅନୁଭବ କରିବେ । ପ୍ରତିକାର:- ଗୋମାତାକୁ କିଛି ଖାଦ୍ୟ ଦିଅନ୍ତୁ ।

ଧନୁ:-

ସ୍ଵାସ୍ଥ୍ୟରେ ପରିବର୍ତ୍ତନ ଅନୁଭବ କରି ମାନସିକ ଏକାଗ୍ରତା ବଜାୟ ରହିବ । ଜାଗା, ଜମି, ସମ୍ପତ୍ତି ଓ ଯାନବାହାନ ସମ୍ବନ୍ଧୀୟ କେତେ ସମସ୍ୟା ସମାଧାନ ହୋଇ ଜାଗା, ଜମି ଓ ଉଚ୍ଚସ୍ତରୀୟ ବାହନ କ୍ରୟ କରି ପାରନ୍ତି । କର୍ମକ୍ଷେତ୍ରରେ ଉଚ୍ଚାଧିକାରୀଙ୍କ ସହ ସୁ ସମ୍ପର୍କ ଫଳରେ ଭାଗ୍ୟୋନ୍ନତି, ଯଶମାନ ପ୍ରତିଷ୍ଠା ଲାଭର ଯୋଗ ଅଛି । ଅଚାନକ ଧନପ୍ରାପ୍ତି, ବ୍ୟବସାୟିକ ଅନୁବନ୍ଧ, ବେପାର ବିସ୍ତାର କରି ପାରନ୍ତି । କର୍ମଚାରୀଙ୍କର ସାମୁହିକ ପ୍ରୟାସ ଓ ସହଯୋଗ ଦ୍ଵାରା ଆଗକୁ ବଢି ପାରିବେ । ପ୍ରତିକାର-ହରିଡା ଚନ୍ଦନ ମୁଣ୍ଡରେ ଲଗାନ୍ତୁ ।

ମକର:-

ପିଲାମାନେ ପରୀକ୍ଷାରେ ସଫଳତା ପ୍ରାପ୍ତ ହେବେ । କମ୍ ପରିଶ୍ରମରେ ଆଶାଜନକ ଫଳପ୍ରାପ୍ତି ହେବ । ଆଧ୍ୟାତ୍ମକ ଭାବ ଧାରାରେ ଉଦ୍ବୁଦ୍ଧ ହୋଇ ସତ୍ସଙ୍ଗ ଓ ଧର୍ମଚର୍ଚ୍ଚା ଦିଗକୁ ମନ ବଳାଇ ପାରନ୍ତି । ପୈତୃକ ସମ୍ପତ୍ତିକୁ ନେଇ ପାରିବାରିକ ଦ୍ଵନ୍ଦ ମେଣ୍ଟିଯିବ ଓ ମାନସିକ ଏକାଗ୍ରତା ବଜାୟ ରହିବ । ଆର୍ଥିକ ଦିଗରୁ ସୁବିଧା ସୁଯୋଗ ପାଇ ମାନସିକ ଶାନ୍ତି ମିଳିବ । ଯଦି କୌଣସି ନୂତନ ଯୋଜନାର କ୍ରିୟାନ୍ୱିତ କରିବାକୁ ଚାହୁଁଥାନ୍ତି, ତା’ ହେଲେ ଆଗେଇ ନବା ଉଚିତ୍ । ପ୍ରତିକାର- ତୁଲସୀ ମୂଳ ମାଟି ଧାରଣ କରନ୍ତୁ ।

କୁମ୍ଭ:-

ସମସ୍ତ ଚିନ୍ତାରୁ ମୁକ୍ତି ମିଳିବ । ଶତ୍ରୁ ବା ବିରୋଧୀ କିଛି କ୍ଷତି କରିପାରିବେ ନାହିଁ । କର୍ମକ୍ଷେତ୍ରରେ ଶୁଭ ସୂଚନା ପାଇବେ । ବ୍ୟବସାୟୀମାନେ ପ୍ରଚୁର ଲାଭ ପାଇବେ ଓ ପ୍ରତିଷ୍ଠା, ପ୍ରତିପତ୍ତି ମାନସମ୍ମାନ କ୍ଷାତି ବଢିବ । ବିଭିନ୍ନ ଦିଗରୁ ସାହାଯ୍ୟ ସହଯୋଗ ମିଳିବ । ଜାଗା, ଜମି, ଉଚ୍ଚସ୍ତରୀୟ ବାହନ ଆଦି କ୍ରୟ କରିବା ପାଇଁ ଯୋଗାଯୋଗ କରି ପାରିବେ । ସମସ୍ତ କର୍ମ ବହୁତ ସହଜରେ ହିଁ ସମ୍ପନ୍ନ ହେବ । ଆର୍ଥିକ ବୃଦ୍ଧି ସହ ବକେୟା ଅର୍ଥ ପ୍ରାପ୍ତି ହୋଇପାରେ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

ମୀନ:-

ବିଦ୍ୟାର୍ଥୀମାନେ ଶିକ୍ଷା କ୍ଷେତ୍ରରେ ଆଶାନୁରୂପ ଫଳ ପାଇ ପାରିବେ । ଉତ୍ତମ ରୋଜଗାର ହେଲେ ମଧ୍ୟ ଗୃହୋପକରଣ କ୍ରୟ କରିବା ଯୋଗେ ବ୍ୟୟ ଅଧିକ ହେବ । ରାଜନୈତିକ କ୍ଷେତ୍ରରେ ନିଜର ଉଚ୍ଚ ପଦାଧିକାରୀ ମାନଙ୍କୁ ବିରୋଧୀ ନ କରିବାକୁ ବିଶେଷ ସତର୍କ ରହିବା ନିତ୍ୟାନ୍ତ ଆବଶ୍ୟକ । ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ଉନ୍ନତି ପାଇଁ ପ୍ରୟାସ ରତ ହେବେ । ବୁଝି ବିଚାରି କାର୍ଯ୍ୟ କଲେ ସମସ୍ତ କାର୍ଯ୍ୟରେ ସଫଳତା ମିଳିବ । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।

Jyotirbid Dr. Pramod Satapathy
Jantra Jyotisha, Cuttack

For personalized consultation and appointment,
you can connect on WhatApp @ 7008758366 or 9437006746
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 9937745975 or 9437006746


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!