ସାମାଜିକ ପ୍ରତିଷ୍ଠା ଓ ମାନ ସମ୍ମାନ ବୃଦ୍ଧି ହେବ। ଆଜି କେମିତି ରହିବ ଆପଣଙ୍କ ଦିନ : ୧୩ ଜାନୁୟାରୀ ୨୦୧୮

ଶେୟାର କରନ୍ତୁ ଅନ୍ୟମାନକ ସହିତ

ଦୈନିକ ରାଶିଫଳ: ୧୩ ଜାନୁୟାରୀ ୨୦୧୮

ମେଷ-

ପାରିବାରିକ କ୍ଷେତ୍ରରେ ନୈରାଶ୍ୟ, ଅର୍ଥାଭାବ ଓ ଦୁଃସମ୍ବାଦ ପ୍ରାପ୍ତି ହେବ। ଯାନବାହାନ ବ୍ୟବସାୟରେ ତଥା ଭ୍ରମଣ ସଙ୍କ୍ରାନ୍ତିୟ ବ୍ୟବସାୟରେ କ୍ଷତିସହିବେ। ଯାନବାହାନ ଓ ରାସ୍ତାଘାଟରେ ଯଥେଷ୍ଠ ସତର୍କ ହୋଇ ଚଳପ୍ରଚଳ ହେବା ଅତ୍ୟନ୍ତ ଜରୁରୀ। ପ୍ରତିକାର- ଗ୍ରାମ୍ୟ ଦେବା ଦେବୀଙ୍କୁ ଭୋଗ ଲଗେଇ ପିଲାଙ୍କୁ ବାଣ୍ଟିବେ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ-

କର୍ମକ୍ଷେତ୍ରରେ ଅଦମ୍ୟ ଉଦ୍ୟମ ବା ଚେଷ୍ଟାଦ୍ୱାରା ସ।ଫଲ୍ୟ, ପାରିବାରିକ ଜୀବନରେ ସୁଖ-ଶାନ୍ତି ଲାଭ ଓ ଆତ୍ମୀୟବର୍ଗରେ ଉନ୍ନତି ତଥା ଉତ୍ତମ ବୁଝାମଣା ଜନିତ ଉତ୍ସାହ-ଉଦ୍ଦୀପନାଯୁକ୍ତ ହେବେ। ସ୍ଵାସ୍ଥ୍ୟକ୍ଷେତ୍ରରେ ଉଦରପୀଡା ଓ ଚକ୍ଷୁପୀଡା ଦେଖାଦେଇପାରେ। ପ୍ରତିକାର:- ଅନ୍ଧ,ବିଧବା ଅସହାୟା ମାନଙ୍କୁ ସାହାଯ୍ୟ କରନ୍ତୁ ।

ମିଥୁନ-

ସାମାଜିକ ପ୍ରତିଷ୍ଠା ଓ ପ୍ରତିପତ୍ତି, ଉଚ୍ଚସ୍ଥାନ ଲାଭ ବା ପଦୋନ୍ନତି ଭଳି ମର୍ଯ୍ୟଦା ପ୍ରାପ୍ତିହେବ । ତତ୍ ସଙ୍ଗେ ଗଠନମୂଳକ ଯୋଜନା ପ୍ରସ୍ତୁତ କରି ଆଗେଇ ଯିବାର ରାସ୍ତା ଖୋଲିଯିବ। ପ୍ରବାସରେ  ମଧ୍ୟ କେତେକ କ୍ଷେତ୍ରରେ ଉନ୍ନତିକର ହେବ। ପ୍ରତିକାର:- କୁକୁରକୁ ଖାଦ୍ୟ ଦିଅନ୍ତୁ।  

କର୍କଟ-

କର୍ମ ଓ ବ୍ୟବସାୟ କ୍ଷେତ୍ରରେ ଲାଭବାନ ହେବେ। ପରୀକ୍ଷା ଓ ପ୍ରତିଯୋଗୀତାରେ ଆଶା ମୁତାବକ ଫଳ ପାଇବେ। ଭାଇ ଭଉଣୀ ବନ୍ଧୁବାନ୍ଧବଙ୍କ ଉତ୍ତମ ସମ୍ପର୍କ ରହିବା ଫଳରେ ନିକଟସ୍ଥ ସ୍ଥାନମାନଙ୍କରେ ଭ୍ରମଣକରି  ବେଶ୍ ଆନନ୍ଦ ପାଇବେ । ପ୍ରତିକାର- ମାଗଣାରେ କୌଣସି ଦ୍ରବ୍ୟ ଗ୍ରହଣ କରନ୍ତୁ ନାହିଁ।

ସିଂହ

ବ୍ୟବସାୟ କ୍ଷେତ୍ରରେ ପ୍ରଚୁର ପରିମାଣରେ ଆମଦାନୀ ରପ୍ତାନି କରି ଆନନ୍ଦ ଉଲ୍ଲାସରେ ଦିନଟି ବିତାଇବେ। କୌଣସି କ୍ଷେତ୍ରରେ କେବେ ବି ଆଗକୁହା ନ ହୋଇ କର୍ମନିଷ୍ଠା ମଧ୍ୟରେ ନିଜକୁ ସୀମିତ ରଖିବା ହିତକରହେବ।ବନ୍ଧାକୋବି, ପୋଟଳ, ମୂଳା, କ୍ଷୀର, ଛେନା ପ୍ରଭୃତି ଚର୍ବି ଓ ପ୍ରୋଟିନ ଜାତୀୟ ଖାଦ୍ୟ ଖାଇବା ଆବଶ୍ୟକ।

କନ୍ୟା-

ବ୍ୟବସାୟ ସଂସ୍ଥାନ, ଶିଳ୍ପ ପ୍ରତିଷ୍ଠା ବା ଯୋଜନା ସାଫଲ୍ୟଦାୟକ ହେବ। କର୍ମ କ୍ଷେତ୍ରରେ ସାଫଲ୍ୟ, ଉଚ୍ଚସମ୍ମାନ ଓ ପଦ ପଦବୀ ଲାଭହେବ। ସାଧାରଣ ଦିନଚର୍ଯ୍ୟ।ରେ ଅତୁଟ ରହିଲେମଧ୍ୟ ଉଦରପୀଡା ଓ ଚକ୍ଷୁପୀଡାରେ  ପ୍ରଭାବିତ ରହିବେ। ପ୍ରତିକାର:- ଦିନ ଦୁଃଖୀଙ୍କୁ ଅନ୍ନବସ୍ତ୍ର ଦାନ ଦିଅନ୍ତୁ।  

ତୁଳା-

ବିଦେଶୀ ବନ୍ଧୁଙ୍କ ଦ୍ଵାରା ଅଧିକ ଉପକୃତ ହେବେ। ନୀରବତା ରକ୍ଷାକରି ପରିସ୍ଥିତି ହାତରେ ନିଜକୁ ସମର୍ପଣ କରିଦେବା ଉତ୍ତମ ହେବ। ଶିକ୍ଷାର୍ଥୀମାନଙ୍କ ପାଇଁ ଅର୍ଥାଭାବରୁ ଅଧ୍ୟୟନରେ ବଧା ଉପୁଜୁଥିଲେ ମଧ୍ୟ ଆତ୍ମବିଶ୍ଵାସ ଓ ଦୃଢତା ଯୋଗେ ସମ୍ମାନର ଆଧିକାରୀ ହୋଇ ପାରିବେ । ପ୍ରତିକାର- ପଙ୍ଗୁ ଭିକାରୀଙ୍କୁ ଖାଦ୍ୟ ଦିଅନ୍ତୁ।

ବିଛା-

ପାରିବାରିକ କ୍ଷେତ୍ରରେ ଆଲୁଅ ଅନ୍ଧାରରେ ଲୁଚକାଳି ଖେଳଭଳି ହେବ। ରାଜନୈତିକ କ୍ଷେତ୍ରରେ ଅସ୍ଥିରତା ଦେଖାଦେବ। ଭୋଗବିଳାସ ଓ ଆନନ୍ଦମୟ ମୂହୁର୍ତ୍ତ ସାଙ୍ଗକୁ ଅସ୍ଵାସ୍ଥ୍ୟକର ପରିବେଶ ଓ ଅସମ୍ମାନଜନକ ଘଟଣା ଘଟି ପାରେ। ପ୍ରତିକାର- ସୋରିଷତେଲରେ ପରଟା କରି କୁକୁରକୁ ଖାଇବାକୁ ଦିଅନ୍ତୁ।

ଧନୁ-

କର୍ମ ଓ ବ୍ୟବସାୟ କ୍ଷେତ୍ରରେ ଲାଭବାନ ହେବେ। ପରୀକ୍ଷା ଓ ପ୍ରତିଯୋଗୀତାରେ ଆଶା ମୁତାବକ ଫଳ ପାଇବେ। ରାଜନୈତିକ କ୍ଷେତ୍ରରେ ଜଟିଳ ପରିସ୍ଥିତି ସୃଷ୍ଟି ହେବ। ଅଳସୁଆ ପ୍ରକୃତି ପ୍ରକାଶ ପାଇବା ଫଳରେ ବହୁତ କ୍ଷତି ସହିବେ। ପ୍ରତିକାର- ମାଗଣାରେ କୌଣସି ଦ୍ରବ୍ୟ ଗ୍ରହଣ କରନ୍ତୁ ନାହିଁ।

ମକର-

କାର୍ଯ୍ୟର ପ୍ରଗତି ପାଇଁ ସମସ୍ତ ପ୍ରକାର ପ୍ରୟାସ କରିବେ। ପାରିବାରିକ ଓ ଦାମ୍ପତ୍ୟ ଜୀବନ ଆନନ୍ଦରେ କଟିବ। କର୍ମ ଓ ବ୍ୟବସାୟ ପାଇଁ ଦୂରଯାତ୍ରାରେ ସଫଳ ହେବେ। ଧର୍ମ କାର୍ଯ୍ୟରେ ଯୋଗଦେଇ ଦେବଦର୍ଶନ କରିବେ। ଅନେକ ପ୍ରକାର ସୁବିଧା ସୁଯୋଗ ପାଇବାର ଆଶା ପୂରଣ ହେବାର ରାସ୍ତା ଖୋଲିଯିବ।

କୁମ୍ଭ-

ସୁନ୍ଦର ଗୃହ,ଗାଡି,ବାଡି ବଗିଚା କରିବେ। କର୍ମ କ୍ଷେତ୍ରରେ ପ୍ରତିଷ୍ଠା ଓ ଖ୍ୟାତି ମଧ୍ୟ ମିଳିବ। କର୍ମରେ ସ୍ଥିରବସ୍ଥା ଆସି କ୍ରମଶଃ ଆତ୍ମସନ୍ତୋଷ ଆଣିଦେବ। ଶିକ୍ଷାର୍ଥୀମାନଙ୍କ ପାଇଁ ଅଧ୍ୟୟନରେ ବଧା ଉପୁଜିପାରେ। ମହିଳାମାନେ ଆତ୍ମବିଶ୍ଵାସ ଓ ଦୃଢତା ଯୋଗେ ସମ୍ମାନର ଆଧିକାରିଣୀ ହୋଇ ପାରିବେ । ପ୍ରତିକାର- କେଶର ହଳଦୀ ଚନ୍ଦନ ମସ୍ତକରେ ଧାରଣ କରନ୍ତୁ।

ମୀନ-

ରାଜନୈତିକ କ୍ଷେତ୍ରରେ ପ୍ରଶଂସିତ ହେବେ। ଧୀରସ୍ଥିର ଭାବରେ ପାରିବାରିକ ସମସ୍ୟା ଗୁଡିକୁ ସୁଧାରି ନେବା ଉଚିତ୍। ଉଚ୍ଚଶିକ୍ଷା କ୍ଷେତ୍ରକୁ ମୁହଁ।ଇ ପାରିବେ। ନିଜ ଆଚାର  ବ୍ୟବହାରରେ ତ୍ରୁଟି ପରିଲକ୍ଷିତ ହେବାଦ୍ଵାରା ଗୁରୁଜନଙ୍କ ଅସନ୍ତୋଷ ଭାଜନ ହେବେ। ତୀର୍ଥାଟନଯୋଗ ଥିବାରୁ ଯାତ୍ରାକାଳରେ ଯନ୍ତ୍ରଣା ଭୋଗିବେ। ପ୍ରତିକାର- ବୃଦ୍ଧ, ବୃଦ୍ଧାଙ୍କୁ ଭୋଜନ ଦିଅନ୍ତୁ।



ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!