ଦୈନିକ ରାଶିଫଳ: ୧୩ ଜାନୁୟାରୀ ୨୦୧୯, ସୂର୍ଯ୍ୟ ଦେବ ହୋଇଛନ୍ତି ପ୍ରଶନ୍ନ ଏହି ସବୁ ରାଶି ଉପରେ, ମିଳିବ କିଛି ଖୁସି ଖବର

ଶେୟାର କରନ୍ତୁ ଅନ୍ୟମାନକ ସହିତ

ଦୈନିକ ରାଶିଫଳ: ୧୩ ଜାନୁୟାରୀ ୨୦୧୯

ମେଷ:-

ବ୍ୟବସାୟ କ୍ଷେତ୍ରରେ ପ୍ରସାର ପ୍ରଚାର ଫଳରେ ଆଶାତୀତ ଲାଭ ପାଇବେ। ନିର୍ମାଣ ମୂଳକ ଯୋଜନାରେ ଆଗେଇବେ। ଯାତ୍ରାଫଳରେ ଉତ୍ସାହିତ ହେବେ। ଗୃହୋପକରଣ କ୍ରୟ କରିବେ। ସମସ୍ତ କାର୍ଯ୍ୟକ୍ରମ ସୁରୁଖୁରୁରେ ପୂର୍ଣ୍ଣ ହେବ। ଜମିଜମା ସମ୍ବନ୍ଧୀୟ ସମସ୍ତ ଜରୁରୀ କାର୍ଯ୍ୟ ଓ ଆବଶ୍ୟକ ଅର୍ଥ ଆଦାନ ପ୍ରଦାନ ସୁଚାରୁରୂପେ ହେବ। ସାମୁହିକ ପ୍ରୟାସ ଓ ସହଯୋଗ ଦ୍ଵାରା ଆଗକୁ ବଢିବା ସମ୍ଭବ ହେବ। ନୂଆ ଜ୍ଞାନର ବୃଦ୍ଧି ହେତୁ ପ୍ରଚୁର ଧନଲାଭ ହେବ। ସବୁ କିଛି ସୁନ୍ଦର ହିଁ ସୁନ୍ଦର ଦେଖା ଦେବ। ରାଜନୀତି କ୍ଷେତ୍ରରେ ସଂଘର୍ଷ ମଧ୍ୟ ଦେଇ ସମୟ ବିତାଇବେ। ପ୍ରତିକାର- ଆରାଧ୍ୟାଦେବୀଙ୍କୁ ଭୋଗ ଲଗେଇ ପିଲାଙ୍କୁ ବାଣ୍ଟିବେ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:-

ମାନସିକ ଶାନ୍ତି ମିଳିବ। ସମସ୍ତ ଚିନ୍ତାରୁ ମୁକ୍ତି ମିଳିବ। ଯଦି କୌଣସି ନୂତନ ଯୋଜନାର କ୍ରିୟାନ୍ୱିତ କରିବାକୁ ଚାହୁଁଥାନ୍ତି, ତା’ ହେଲେ ଆଗେଇ ନବା ଉଚିତ୍। ନୂତନ ଦ୍ରବ୍ୟ କ୍ରୟ କରିବେ। ମହିଳାମାନେ ନିଜର ଇଛା ପୂରଣ ପାଇଁ କୌଣସି କର୍ମକରି ପ୍ରଶଂସା ପାଇବେ। ଶତୃମାନେ ଦୂରେଇ ଯିବେ। କମିଶନ କାର୍ଯ୍ୟରେ ଲାଭ ହେବାର ସମ୍ଭାବନା ଅଛି। କଳା, ସାହିତ୍ୟ ଓ ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ, ବାଦ-ବିବାଦ, କ୍ରିଡା, ପ୍ରତି ଦ୍ଵନ୍ଦିତା, ପ୍ରତି ଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ। ଅବିବାହିତ ଯୁବକ ଯୁବତୀମାନେ ବିବାହ କରିବାର ସୁଯୋଗ ପାଇବେ। ପ୍ରତିକାର:- ଅସହାୟା ମାନଙ୍କୁ ସାହାଯ୍ୟ କରି କିଛି ଦାନ ଦିଅନ୍ତୁ।

ମିଥୁନ:-

ପାରିବାରିକ ମାମଲା ବହୁତ ଶାନ୍ତି ପୂର୍ଣ୍ଣ ରହିବ। ସ୍ୱାସ୍ଥ୍ୟରେ ଉନ୍ନତି ପରିଲକ୍ଷିତ ହୋଇ ଭଲ ରହିବ। ବହୁତ ଦିନରୁ ଯେଉଁ କାମ ପାଇଁ ଚିନ୍ତା କରୁଥିଲେ ତାହା ଆଜି ଅଳ୍ପ ପ୍ରୟାସରେ ପୂର୍ଣ ହୋଇଯିବ। ନୂଆଲକ୍ଷ ପୂରଣ କରିବା ପାଇଁ ସାହାଯ୍ୟ ସହଯୋଗ ମିଳିବ। ହୋଇପାରୁ ନଥିବା କାମକୁ ଧୈର୍ଯ୍ୟ ଓ ସାହସ ଦ୍ଵାରା କରି ଦେଖାଇବେ। ସାମାଜିକ ପତିଆରା ଅମଳିନ ରହିବ। କଳା, ସାହିତ୍ୟ ଓ ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ ସମସ୍ୟା ସମାଧାନ ହୋଇଯିବ। ସମସ୍ତ ଗୁରୁତ୍ୱପୂର୍ଣ୍ଣ ନିଷ୍ପତି ନେଇ ସଫଳ ହେବେ ବିଦେଶ ଯାତ୍ରାରେ ଲାଭବାନ ହେବେ।ପ୍ରତିକାର- ଆରାଧ୍ୟାଦେବୀଙ୍କୁ ଭୋଗ ଲଗେଇ ପିଲାଙ୍କୁ ବାଣ୍ଟିବେ।

କର୍କଟ:-

ବ୍ୟାପାର ଓ କାରବାରରେ ସୁଧାର ଆସିବ। ଟଙ୍କାର ଆବଶ୍ୟକତା ପୂରଣ ହେବ। ନିଜର ପ୍ରଭାବ ଓ ପରାକ୍ରମ ବୃଦ୍ଧି ପାଇବ। ନିଜର ଯୋଗ୍ୟତା ଓ କ୍ଷମତାର ବହୁତ ଲାଭ ମିଳିବ। ବ୍ୟବସାୟ ସମ୍ବନ୍ଧିତ ଯାତ୍ରା କରିବାକୁ ପଡିବ। ଘର ପରିବାରରେ ବାତାବରଣ ଶାନ୍ତିପୂର୍ଣ୍ଣ ରହିବ। ଗୁରୁଜନଙ୍କ ସେବା ଓ ସହମତିରେ ଆଗକୁ ବଢିପାରିବେ। ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ନୂତନପନ୍ଥା ଅନୁସରଣ କରିବେ। ଯୁବକ ଯୁବତୀମାନେ ଆମୋଦ-ପ୍ରମୋଦ, କ୍ରିଡା, ମନୋରଞ୍ଜନ, ନୃତ୍ୟ ଗୀତ, କଳା ସଙ୍ଗୀତ, ଭୋଜିଭାତ, ମଉଜ ମଜିଲିସ୍, ଆଡମ୍ବରରେ ଉତ୍ସାହ ବଢିବ। ପ୍ରତିକାର-ପିତା ମାତାଙ୍କ ପାଦଛୁଇଁ ପ୍ରଣାମ କରନ୍ତୁ।

ସିଂହ:-

ବ୍ୟବସାୟ କ୍ଷେତ୍ରରେ ଯେତେ ଅଧିକ ପରିଶ୍ରମ କରିବ ସେତେ ଅଧିକ ଲାଭ ହେବ। ଆୟ ଉପାର୍ଜନ କ୍ଷେତ୍ରପ୍ରତି ସଙ୍କଟ ସୃଷ୍ଟି ହେବ ନାହିଁ। ବାଦ-ବିବାଦ, କ୍ରିଡା, ପ୍ରତି ଦ୍ଵନ୍ଦିତା, ପ୍ରତି ଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ। ଅବିବାହିତ ଯୁବକ ଯୁବତୀମାନେ ବିବାହ କରିବାର ସୁଯୋଗ ପାଇବେ। ମହିଳାମାନେ ଆନୁଷ୍ଠାନିକ କାମ ହାସଲ କରିବା ସକାଶେ ବନ୍ଧୁଙ୍କ ସାହାଯ୍ୟ ଉପରେ ନିର୍ଭର କରିବେ। ଭାବନାର ବଶୀଭୂତ ହୋଇ ଅମିନୀ, ଜାମିନି, ମଧ୍ୟସ୍ଥତା ଠିକ୍ ହେବ ନାହିଁ। ଶତୃପକ୍ଷ ଦୁର୍ବଳ ହୋଇ ଗୋଡ ଟାଣିବାର ପ୍ରଚେଷ୍ଠା ଆରମ୍ଭ ପ୍ରତିକାର-ନିଶାଦ୍ରବ୍ୟ ଓ ଆମିଷ ସେବନ କରନ୍ତୁ ନାହିଁ।

କନ୍ୟା:-

କୌଣସି ନୂତନ ବ୍ୟକ୍ତିଙ୍କ ସହିତ ଭେଟ ହେବାଫଳରେ ସୁଖ ସମୃଦ୍ଧି ବୃଦ୍ଧି ହେବ। ପାରିବାରିକ କ୍ଷେତ୍ରରେ ଧୈର୍ଯ୍ୟ ଓ ସହନ ଶୀଳତା କାଏମ ରହିବ। ପ୍ରବାସ ଯାତ୍ରାରେ ଲାଭବାନ ହେବେ। ଜାଗା, ଜମି, ଉଚ୍ଚସ୍ତରୀୟ ବାହନ ଆଦି କ୍ରୟ କରିବ ପାଇଁ ଯୋଗାଯୋଗ କରି ପାରନ୍ତି। ରାଜନୀତିରେ ବରିଷ୍ଠ ବ୍ୟକ୍ତି ଉଚ୍ଚାଧିକାରୀଙ୍କ ସହ ସମ୍ବନ୍ଧ ଦୃଢୀଭୁତ ହେବ। ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ। ପରିଶ୍ରମ ଓ ମେହନତର ପରିଣାମ ମିଳିବ। ଯୁବକ ଯୁବତୀମାନେ ଆମୋଦ-ପ୍ରମୋଦ, କ୍ରିଡା, ମନୋରଞ୍ଜନ, ନୃତ୍ୟ ଗୀତ, କଳା ସଙ୍ଗୀତ, ଭୋଜିଭାତ, ମଉଜ ମଜିଲିସ୍, ଆଡମ୍ବରରେ ଆଗ୍ରହ ବଢିବ। ପ୍ରତିକାର- କୁକୁରକୁ ଖାଇବାକୁ ଦିଅନ୍ତୁ।

ତୁଳା:-

କୌଣସି ନୂତନ କର୍ମ କରିବାକୁ ଚାହୁଁଥିଲେ ସେଥିରେ ବିଜୟୀ ହେବେ। ଜାଗା, ଜମି, ଉଚ୍ଚସ୍ତରୀୟ ବାହନ ଆଦି କ୍ରୟ କରିବେ। ରାଜନୀତିରେ ପ୍ରିୟଜନମାନେ ଆଗକୁ ବଢିବାରେ ସାହାଯ୍ୟ କରିବେ। ମିତ୍ରଙ୍କ ଦ୍ଵାରା ସହାୟତା ମିଳିବ ଓ ଉନ୍ନତି ହେବ। ବ୍ୟବସାୟ କ୍ଷେତ୍ରରେ ପ୍ରସାର ପ୍ରଚାର ଫଳରେ ଆଶାତୀତ ଲାଭ ପାଇବେ। ନୂତନ କାର୍ଯ୍ୟଆରମ୍ଭ କରିପାରିବେ। ଯୁବକ ଯୁବତୀମାନେ ଆମୋଦ-ପ୍ରମୋଦ, କ୍ରିଡା, ମନୋରଞ୍ଜନ, ଭୋଜିଭାତ, ମଉଜ ମଜିଲିସ୍, ଆଡମ୍ବରରେ ଆଗ୍ରହ ବଢିବ। କଳା, ସାହିତ୍ୟ ଓ ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ ସମସ୍ୟା ସମାଧାନ ହୋଇଯିବ। ପ୍ରତିକାର-ପିତା ମାତାଙ୍କ ପାଦଛୁଇଁ ପ୍ରଣାମ କରନ୍ତୁ।

ବିଛା:-

ପାର୍ଟି ବା ସମାରୋହରେ ସମ୍ମିଳିତ ହେବାକୁ ପଡିପାରେ। ସନ୍ତାନ ସନ୍ତତିଙ୍କ ତରଫରୁ ଆଶାବାଦୀ ହେବେ। କେତେକ କ୍ଷେତ୍ରରେ ଉଚ୍ଚାକାଂକ୍ଷ। ପୂର୍ତ୍ତି ନିମନ୍ତେ କଠିନ ପରିଶ୍ରମ କରିବାକୁ ପଡିବ। ବନ୍ଧୁ ମିତ୍ରମାନଙ୍କର ଓ ବରିଷ୍ଠ କର୍ମୀଙ୍କ ପ୍ରିୟପାତ୍ର ହେବେ। ସମସ୍ତ ଚିନ୍ତାରୁ ମୁକ୍ତି ମିଳିବ। ବ୍ୟାପାର ଓ କାରବାରରେ ସୁଧାର ଆସିବ। ଟଙ୍କାର ଆବଶ୍ୟକତା ପୂରଣ ହେବ। ଦାମ୍ପତ୍ୟ କଳହ ମେଣ୍ଟିଯାଇ ପାରିବାରିକ କ୍ଷେତ୍ରରେ ଶାନ୍ତି ପାଇବେ। ବ୍ୟବସାୟରେ ଯେତେ ଅଧିକ ପରିଶ୍ରମ କରିବେ ସେତେ ଅଧିକ ଲାଭ ହେବ। ପ୍ରତି ଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ। ପ୍ରତିକାର- ଇଷ୍ଟଦେବୀଙ୍କୁ ଭୋଗ ଲଗେଇ ପିଲାଙ୍କୁ ବାଣ୍ଟିବେ।

ଧନୁ:-

ବ୍ୟବସାୟୀକ ସଫଳତା ଓ ଲୋକ ସମ୍ପର୍କ ଆତ୍ମସନ୍ତୋଷ ବଢେଇବ। ଯେତେ ଜଟିଳ ସମସ୍ୟା ହେଲେ ମଧ୍ୟ କୌଣସି ପ୍ରକାର ଅସୁବିଧା ହେବ ନାହିଁ। ମନ ଓ ଶରୀର ଭଲ ରହିବ। କୃଷିଜାତ ଦ୍ରବ୍ୟ ବାଣିଜ୍ୟରେ ବ୍ୟୟ ଅପେକ୍ଷା ଆୟ ଅଧିକ ହେବ। ବିଦେଶ ଯାତ୍ରାରେ ସଫଳ ହେବେ। ନିଜର ଯୋଗ୍ୟତା ଓ କ୍ଷମତାର ବହୁତ ଲାଭ ମିଳିବ। ଆମୋଦ-ପ୍ରମୋଦ, କ୍ରିଡା, ମନୋରଞ୍ଜନ, ନୃତ୍ୟ ଗୀତ, କଳା ସଙ୍ଗୀତ, ଭୋଜିଭାତ, ମଉଜ ମଜିଲିସ୍, ଆଡମ୍ବରରେ ଆଗ୍ରହ ବଢିବ। ଅବିବାହିତ ଯୁବକ ଯୁବତୀମାନେ ବିବାହ କରିବାର ସୁଯୋଗ ପାଇବେ। ପ୍ରତିକାର-ଗ୍ରାମ୍ୟଦେବୀଙ୍କୁ ଭୋଗ ଲଗେଇ ପିଲାଙ୍କୁ ବାଣ୍ଟିବେ।

ମକର:-

ପ୍ରତିଦ୍ଵନ୍ଦିତାରେ ସଫଳ, ଶୁଭଯୋଗ ଓ ଉଚ୍ଚପ୍ରଶଂସିତ ହେବେ। କାର୍ଯ୍ୟ କ୍ଷେତ୍ରରେ ସୁଖ-ଶାନ୍ତି ବୃଦ୍ଧି ହେବ। ସାମାଜିକ କ୍ଷେତ୍ରରେ ନିଜର ପ୍ରଭାବ ଓ ପରାକ୍ରମ ବଢିବ। କାରବାର ଓ କାର୍ଯ୍ୟ ସ୍ଥିତିରେ ସୁଧାର ଆସିବାରୁ ମନ ବହୁତ ଖୁସି ରହିବ। ରାଜନୀତିରେ ସାଧାରଣ ଲୋକ ସମ୍ପର୍କକୁ ଅତିକ୍ରମ କରିବା ଲକ୍ଷ୍ୟରେ ଭୋଗମାର୍ଗୀ ହୋଇ ନିଜକୁ ପ୍ରତିଷ୍ଠିତ କରିପାରିବେ। କଳା, ସାହିତ୍ୟ ଓ ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ ସମସ୍ୟା ସମାଧାନ ହୋଇ ପ୍ରଶଂସା ମିଳିବ। ପାରିବାରିକ ଦ୍ଵନ୍ଦ ମେଣ୍ଟିଯିବ ଓ ମାନସିକ ଏକାଗ୍ରତା ବଜାୟ ରହିବ। ମହିଳାମାନେ ପତିପ୍ରାଣା ହୋଇ ପରିବାରରେ ପ୍ରୀତିଭାଜନ ହେବେ। ପ୍ରତିକାର-ପିତା ମାତାଙ୍କ ପାଦଛୁଇଁ ପ୍ରଣାମ କରନ୍ତୁ।

କୁମ୍ଭ:-

କଳା, ସାହିତ୍ୟ ଓ ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ, ବାଦ-ବିବାଦ, କ୍ରିଡା, ପ୍ରତି ଦ୍ଵନ୍ଦିତା, ପ୍ରତି ଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ। ସ୍ଥଗିତଥିବା କର୍ମଟି ପୂରଣ ହେବ। ଆଧ୍ୟାତ୍ମକ ଭାବଧାରାରେ ଉଦ୍ବୁଦ୍ଧ ହୋଇ ସତ୍ସଙ୍ଗ ଓ ଧର୍ମଚର୍ଚ୍ଚା ଦିଗକୁ ମନ ବଳାଇପାରନ୍ତି। ମହିଳାମାନେ ଅଧିକ ଭାଗ୍ୟବାଦିନୀ ହୋଇ ନିଜ ଗୋଡରେ ନିଜେ ଠିଆ ହେବାକୁ ସାହସ ବାନ୍ଧିବେ। ଆୟ ଊତ୍ତମ ସ୍ଥଳେ କେତେକ ପ୍ରତିବନ୍ଧକ ଦେଖାଦେଇ ପାରେ। ଖାଇବା ପିଇବାରେ ଅବହେଳା କରିବାରୁ ସ୍ଵାସ୍ଥ୍ୟ ଖରାପ ହୋଇ ପରେ। ବାକ୍ୟ ସଂଯମତା ନରଖିଲେ ମାଲିମୋକଦ୍ଦମାର ଭୟ ରହିବ। ପ୍ରତିକାର- ଷଣ୍ଢକୁ କିଛି ଖାଇବାକୁ ଦିଅନ୍ତୁ।

ମୀନ:-

ରାଜନୀତିରେ ଫାଇଦା ଉଠାଇବେ। ବ୍ୟବସାୟରେ ଲାଭ ପାଇ ମନର ଅଶାନ୍ତି ଦୂରହେବ। ଜଗାଜମି, ଗୃହ ଉପକରଣ କ୍ରୟ କରିବେ। ସ୍ଵାସ୍ଥ୍ୟରେ ଉନ୍ନତି ପରିଲିଖିତ ହେବ। ପରିବାରରେ ସାଧାରଣ ପରିବର୍ତ୍ତନ ଯୋଗେ ଆଶା ଆକାଂକ୍ଷା ପୂରଣ ହୋଇପାରିବ। ନିଜର ଯୋଗ୍ୟତା ଓ କ୍ଷମତାର ବହୁତ ଲାଭ ମିଳିବ। ମହିଳାମାନେ ଆନୁଷ୍ଠାନିକ କାମ ହାସଲ କରିବା ସକାଶେ ବନ୍ଧୁଙ୍କ ସାହାଯ୍ୟ ଉପରେ ନିର୍ଭର କରିବେ। ହସଖୁସିରେ ସମୟ ବିତାଇବେ। କଳା, ସାହିତ୍ୟ ଓ ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ ପ୍ରଶଂସା ପାଇବେ। ପ୍ରତିକାର- ଗାଈକୁ କିଛିଖାଦ୍ୟ ଖାଇବାକୁ ଦିଅନ୍ତୁ।

Jyotirbid Dr. Pramod Satapathy
Jantra Jyotisha, Cuttack

Jyotirbid Pandit Sudhakar Tripathy
Jantra Jyotisha, Kakatpur, Puri

For personalized consultation and appointment,
you can connect on WhatApp @ 7008758366 or 9937551988
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 7008758366 or 9937551988


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!