ଦୈନିକ ରାଶିଫଳ: 13 ଜାନୁୟାରୀ 2023, ମା ସନ୍ତୋଷୀଙ୍କ କୃପା ରହିବ ଏହି 4ଟି ରାଶି ଉପରେ, ମିଳିବ ଆକସ୍ମିକ ଧନ

ଶେୟାର କରନ୍ତୁ ଅନ୍ୟମାନକ ସହିତ

୨୦୨୩ମସିହା, ଜାନୁୟାରୀ ମାସ ୧୩ତାରିଖ, ଶୁକ୍ରବାର, ଧନୁମାସ ୨୯ଦିନ, ମାଘମାସ, କୃଷ୍ଣପକ୍ଷ, ଷଷ୍ଠୀତିଥି ସନ୍ଧ୍ୟା ୬ଟା ୧୭ମିନିଟ୍ ପରେ ସପ୍ତମୀତିଥି, ଉତ୍ତରାଫାଲଗୁନୀ ନକ୍ଷତ୍ର ଦିବା ୪ଟା ୩୫ମିନିଟ୍ ପରେ ହସ୍ତା ନକ୍ଷତ୍ର, କନ୍ୟା ରାଶିରେ ଚନ୍ଦ୍ର। ଶୋଭନ ଯୋଗ ଦିବା ୧୨ଟା ୪୪ମିନିଟ୍ ପରେ ଅତିଗଣ୍ଡ ଯୋଗ। ବଣିଜ କରଣ ସନ୍ଧ୍ୟା ୬ଟା ୧୭ମିନିଟ୍ ପରେ ବିଷ୍ଟି କରଣ। ବିଛା, ଧନୁ, ମୀନ ରାଶିର ଘାତବାର। ବୃଷ ରାଶିର ଘାତଚନ୍ଦ୍ର। ନିମ୍ବ ବା ପିତାଦ୍ରବ୍ୟ ନ ଖାଇଲେ ଭଲ ସନ୍ଧ୍ୟା ୬ଟା ୧୭ମିନିଟ୍ ପରେ ତାଳ ନ ଖାଇଲେ ଭଲ। ଯୋଗିନୀ- ପଶ୍ଚିମେ ସନ୍ଧ୍ୟା ୬ଟା ୧୭ମିନିଟ୍ ପରେ ବାୟବ୍ୟେ ଯାତ୍ରା ନିଷେଧ। ଶ୍ରାଦ୍ଧତର୍ପଣ- ଷଷ୍ଠୀର ଏକୋଦ୍ଦିଷ୍ଟ ଓ ପାର୍ବଣ ଶ୍ରାଦ୍ଧ। ଅଶୁଭସମୟ- ସକାଳ ୯ଟା ୧୧ମିନିଟ୍ ରୁ ୧୧ଟା ୫୫ମିନିଟ୍, ରାତ୍ରି ୮ଟା ୩୮ମିନିଟ୍ ରୁ ୧୦ଟା ୧୭ମିନିଟ୍। ଶୁଭସମୟ- ପ୍ରାତଃ ୬ଟା ୨୭ମିନିଟ୍ ରୁ ୭ଟା ୧୧ମିନିଟ୍, ସକାଳ ୭ଟା ୫୫ମିନିଟ୍ ରୁ ୯ଟା ୧୧ମିନିଟ୍, ଦିବା ୧୧ଟା ୧୭ମିନିଟ୍ ରୁ ୩ଟା ୧୧ମିନିଟ୍, ଦିବା ୩ଟା ୫୫ ମିନିଟ୍ ରୁ ୫ଟା ୨୨ମିନିଟ୍, ସନ୍ଧ୍ୟା ୬ଟା ୧୫ମିନିଟ ରୁ ରାତ୍ର ୮ଟା ୩୮ମିନିଟ୍, ରାତ୍ର ୧୨ଟା ୨୧ମିନିଟ୍ ରୁ ୨ଟା ୬ମିନିଟ୍, ରାତ୍ର ୨ଟା ୫୮ମିନିଟ୍ ରୁ ୪ଟା ୪୩ମିନିଟ୍। ପର୍ବଦିନ- ମାସାନ୍ତ

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ମେଷ:-ସ୍ୱାସ୍ଥ୍ୟସମସ୍ୟା ଦୂର ହୋଇଯିବ। ଆକସ୍ମିକ ଅର୍ଥଲାଭ, ସୁନାମ ପ୍ରାପ୍ତି, ସମ୍ମାନ ବୃଦ୍ଧି, କର୍ମୋନ୍ନତି ହୋଇପାରେ। ନୂତନ କାର୍ଯ୍ୟଆରମ୍ଭ କରିପାରିବେ। ଜାଗା, ଜମି, ଉଚ୍ଚସ୍ତରୀୟ ବାହନ ଆଦି କ୍ରୟ କରି ପାରିବେ। ରାଜନୀତିରେ ପ୍ରିୟଜନ ମାନେ ଆଗକୁ ବଢିବାରେ ସାହାଯ୍ୟ କରିବା ଫଳରେ ଉନ୍ନତି ହେବ। ମିତ୍ରଙ୍କ ଦ୍ଵାରା ସହାୟତା ମିଳି ସମସ୍ତ ଚିନ୍ତାରୁ ମୁକ୍ତି ମିଳିବ। ପରିବାରର ସଦସ୍ୟଙ୍କ ସହିତ ସମ୍ବନ୍ଧ ଦୃଢ ହେବ। ପ୍ରତିକାର-ଲାଲଚନ୍ଦନ ବା ସିନ୍ଦୁର ଟିକେ ମସ୍ତକରେ ଲଗେଇ ଦିଅନ୍ତୁ।

ବୃଷ:-ଧର୍ମ କାର୍ଯ୍ୟରେ ଯୋଗ ଦେଇ ଦେବ ଦର୍ଶନ କରିବେ। ରାଜନୀତି କ୍ଷେତ୍ରରେ ସମ୍ମାନଲାଭ ଓ ପଦମର୍ଯ୍ୟାଦା ବୃଦ୍ଧି ପାଇବ। ଆତ୍ମବିଶ୍ୱାସ ବୃଦ୍ଧି ପାଇବ। ବାଦବିବାଦ, ପ୍ରତିଯୋଗୀତାପରୀକ୍ଷା, ଖେଳ ଓ ପ୍ରତିଦ୍ୱନ୍ଦିତାରେ ସଫଳ ହେବେ। ସ୍ୱାସ୍ଥ୍ୟଗତ ସମସ୍ୟାର ସମ୍ମୁଖୀନ ହେବେ। ସହକର୍ମୀଙ୍କ ସହ ବାଦବିବାଦ ସୃଷ୍ଟି ହୋଇପାରେ କିନ୍ତୁ ସମାଧାନ ହୋଇଯିବ। ରାସ୍ତାରେ ଯିବା ସମୟରେ ସତର୍କ ରହିବା ଆବଶ୍ୟକ। ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

ମିଥୁନ:-ସ୍ୱାସ୍ଥ୍ୟଗତ ସମସ୍ୟା ଦୂର ହେବ। ସାମାଜିକ ପ୍ରତିଷ୍ଠା. ମାନ-ସମ୍ମାନ ବୃଦ୍ଧି ହେବ। ଆମୋଦ-ପ୍ରମୋଦ, ମନୋରଞ୍ଜନରେ ଆଗ୍ରହ ବଢିବ। ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳ ହେବେ। ଉଦ୍ୟମ ବଳରେ ସିଦ୍ଧିପ୍ରାପ୍ତି ଓ ଉଚ୍ଚସ୍ଥାନ ସଂପୃକ୍ତି ଭଳି ସୁଖ-ସୌଭାଗ୍ୟ ତଥା ଯଶ-ପ୍ରସିଦ୍ଧ ଆଶା କରି ହେବ। କଳା, ସଂଗୀତାଦି କ୍ଷେତ୍ରରେ, କ୍ରିଡା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ। ପ୍ରତିକାର- ଅସହାୟଙ୍କୁ ସାହାଯ୍ୟ କରନ୍ତୁ।

କର୍କଟ:-ପରିବାରର ସଦସ୍ୟଙ୍କ ସହିତ ସୌହାଦ୍ୟ ପୂର୍ଣ୍ଣ ସଂପର୍କ ରହିବ। ବନ୍ଧୁ, ମିତ୍ରଙ୍କ ସାହାଯ୍ୟ ସହଯୋଗ ପାଇ ପୁରୁଣା ପ୍ରାପ୍ୟ ଆଦାୟ ହେବ। ବ୍ୟବସାୟରେ ବହୁବିଧ ସୁଯୋଗ ଜୁଟିବ ଓ ଅଧିକ ଲାଭବାନ୍ ହେବେ। ନୂତନ ସ୍ଥାନକୁ ବୁଲିଯିବାର ସୁଯୋଗ ମିଳିବ। ଦାମ୍ପତ୍ୟ ସୁଖରେ ମଧୁରତା ଆସିବ ଓ ପ୍ରେମିକ ପ୍ରେମିକା ମାନଙ୍କର ପ୍ରେମ ସମ୍ବନ୍ଧରେ ଅଧିକ ଘନିଷ୍ଠତା ହେବ। ଚାକିରୀରେ ପଦୋନ୍ନତି ହେବ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ସିଂହ:-ସଭାସମିତି, ସାହିତ୍ୟ ଓ କଳାରେ ପ୍ରଶଂସିତ ହେବେ। ବ୍ୟବସାୟରେ ଉତ୍ତମ ରୋଜଗାର ହେବା ସହ ବେଶ୍ ଦୁଇ ପଇସା ଲାଭ ହେବ। ସାମାଜିକ କଲ୍ୟାଣ କାମରେ ପୂର୍ଣ୍ଣ ସହଯୋଗ କରିବେ। ବନ୍ଧୁ, ମିତ୍ର ଭାଗୀଦାରୀଙ୍କ ପାଇଁ ଲାଭାପାଇ ଆନନ୍ଦିତ ହେବେ। ପରିସ୍ଥିତିକୁ ନିଜ ତରଫରେ ନେଇ, ସ୍ଵାର୍ଥସିଦ୍ଧିର ପଥକୁ ପ୍ରଶସ୍ତ କରିବା ଫଳରେ ସାମାଜିକ ଭାବମୂର୍ତ୍ତି-ସୁରକ୍ଷା ହେବ। ଦୂର ସ୍ଥାନକୁ ଯାତ୍ରା କରନ୍ତୁ ନାହିଁ। ପ୍ରତିକାର:-ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ।

କନ୍ୟା:-ସମସ୍ୟା ସମାଧାନ ପାଇଁ ବନ୍ଧୁଙ୍କ ସାହାଯ୍ୟ ନେଇ ଆଲୋଚନା କ୍ଷେତ୍ରରେ ସୁଫଳ ପାଇବେ। ଜମିଜମା ସଂକ୍ରାନ୍ତୀୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପାଦନ ହେବ। ସ୍ୱାସ୍ଥ୍ୟରେ ଉନ୍ନତି ଘଟିବ। ବନ୍ଧୁମିତ୍ରଙ୍କ ସହ ମନୋରଞ୍ଜନ, ଭ୍ରମଣ ଫଳରେ ହସଖୁସିର ବାତାବରଣ ସୃଷ୍ଟି ହେବ। ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା ଓ ସାକ୍ଷାତ୍କାରରେ ସଫଳ ହେବେ। ଅବିବାହିତ ଯୁବକ ଯୁବତୀମାନଙ୍କର ବିବାହ ସ୍ଥିର ହେବ। ପ୍ରତିକାର- ଅଷ୍ଟଗନ୍ଧ ତିଳକ ଚନ୍ଦନ ଧାରଣ କରନ୍ତୁ।

ତୁଳା:-ଶରୀର ସୁସ୍ଥ ରହିବ। ଧାର୍ମିକ କାର୍ଯ୍ୟରେ ରୁଚି ବୃଦ୍ଧି ହେବ। ପାରିବାରିକ ଜୀବନ ସୁଖ ଓ ଶାନ୍ତିରେ କଟିବ। ସାମାଜିକ ପ୍ରତିଷ୍ଠା ଓ ମାନ ସମ୍ମାନ ବୃଦ୍ଧି ହେବ। ଅତ୍ୟଧିକ କଠିନ ପରିଶ୍ରମ କରିବା ଫଳରେ ବ୍ୟବସାୟରେ ଅର୍ଥ ପ୍ରାପ୍ତିର ସୁଯୋଗ ଆସିବ। ନିଜର ସାମାଜିକ ପ୍ରତିଷ୍ଠା, ମାନ ସମ୍ମାନ ବୃଦ୍ଧି ହେବ। ପରିବାରରେ ଶାନ୍ତିର ବାତାବରଣ ଦେଖା ଦେବ। ପ୍ରତିଯୋଗିତା ପରୀକ୍ଷାରେ ସଫଳ ହେବେ। ପ୍ରତିକାର:- ଅଶ୍ୱସ୍ଥ ବୃକ୍ଷମୂଳରେ ଗୁଡ଼ ଥୋଇ ପ୍ରଣାମ କରନ୍ତୁ।

ବିଚ୍ଛା:-ପାରିବାରିକ ଶାନ୍ତିଶୃଙ୍ଖଳା ବୃଦ୍ଧି ହେବାସହ ଗଠନମୂଳକ କାର୍ଯ୍ୟ ପାଇଁ ପ୍ରସ୍ତୁତି ଆରମ୍ଭ କରିବେ। ରାଜନୀତି କ୍ଷେତ୍ରରେ କର୍ମୀଙ୍କ ସହଯୋଗରେ କେତେକ ସମସ୍ୟାର ସମାଧାନ ହେବ। ବାଦବିବାଦ, ପ୍ରତିଯୋଗୀତା ପରୀକ୍ଷା, ଖେଳ ଓ ପ୍ରତିଦ୍ୱନ୍ଦିତାରେ ସଫଳ ହେବେ। ବ୍ୟବସାୟ କ୍ଷେତ୍ରରେ ବହୁଲୋକଙ୍କର ପ୍ରିୟ ଭାଜନ ହେବା ସହ ଆଶାନୁରୂପ ଲାଭ ପାଇବେ। ଯାନବାହାନ ସମ୍ବନ୍ଧୀୟ ସମସ୍ୟା ଦେଖାଦେଇ ପାରେ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ଧନୁ:-ଛାତ୍ର-ଛାତ୍ରୀମାନେ ଶିକ୍ଷା କ୍ଷେତ୍ରରେ ପ୍ରଶଂସା ପାଇବେ। ଅନେକ ସମସ୍ୟାର ସମାଧାନ ହୋଇ, ପରିବାରରେ ହସ ଖୁସିରେ ବାତାବରଣ ଖେଳିଯିବ। ଶୋଷିତ ଓ ନିର୍ଯାତିତଙ୍କ ବିଡମ୍ବନାକୁ ମୁଣ୍ଡେଇ ଦୃଢ ମନୋବଳରେ ଆଗେଇ ପାରିବେ। ରାଜନୀତି କ୍ଷେତ୍ରରେ ଧର୍ମ କର୍ମ ବା ଇଷ୍ଟ ସାଧନାରେ ରତ ରହି ଆବଦ୍ଧ ଯୋଗରୁ ମୁକୁଳି ପାରିବେ। ଦୂରଯାତ୍ରା କରି ହଇରାଣ ହରକତ ହେବାକୁ ପଡିବ। ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।

ମକର:-କୃଷିଦ୍ରବ୍ୟ ବାଣିଜ୍ୟରେ ଆୟ ଆଶାତୀତ ହେବ। ମାନସିକ ବିଷାଦ, ଦାମ୍ପତ୍ୟ କଳହ, ଭୟଆଶଙ୍କା ଦୂରେଇ ଯାଇ ପାରିବାରିକ କ୍ଷେତ୍ରରେ ଶାନ୍ତି ପାଇବେ। ବିଦ୍ୟା କ୍ଷେତ୍ରରେ ଶୁଭ ସମାଚାର ପାଇବେ। କୌଣସି ମହାପୁରୁଷଙ୍କ ଆଦର୍ଶ ଓ ସିଦ୍ଧାନ୍ତ ଅନୁସାରେ କାର୍ଯ୍ୟ କଲେ ଧନ ଲାଭର ମାର୍ଗ ଖୋଲି ଯିବ। ଦୂରେଇ ଯାଇଥିବା ବନ୍ଧୁ ମିତ୍ରମାନଙ୍କ ସହ ସୁସମ୍ପର୍କ ସ୍ଥାପନ ହେବ।ସ୍ୱାସ୍ଥ୍ୟଗତ ସମସ୍ୟାର ସମ୍ମୁଖୀନ ହେବେ। ପ୍ରତିକାର:-ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ।

କୁମ୍ଭ:-ପରିବାରରେ ପ୍ରସନ୍ନତା ବିରାଜମାନ କରିବା ସହ ପାରିବାରିକ ସ୍ନେହ ସହାନୁଭୂତି ପ୍ରାପ୍ତି ହେବ। ସନ୍ତାନଙ୍କର ଉନ୍ନତିରେ ଖୁସିହେବେ। ବ୍ୟବସାୟରେ ନୂତନ କାରବାରରେ ସଫଳତା ମିଳିବା ସହ ପ୍ରଚୁର ଲାଭ ପାଇ ପାରନ୍ତି। ଯେଉଁ ଯାଗାରେ ଦସ୍ତଖତ କରିବାକୁ ପଡିବ ବୁଝି ବିଚାରି କରିବେ। ରାଜନୀତିରେ ପୂର୍ଣ୍ଣ ସଫଳତା ପ୍ରାପ୍ତି ହେବ। କୌଣସି ନୂତନ କାର୍ଯ୍ୟ ଆରମ୍ଭକଲେ ବିପଦରେ ପଡିବେ। ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

ମୀନ:-କର୍ମକ୍ଷେତ୍ରରେ ମତାନ୍ତର ମନାନ୍ତର ଦୂର ହୋଇ ସଫଳତାର ସାମ୍ନା କରିବାକୁ ପଡିବ। ବ୍ୟବସାୟରେ ଲୋକ ସମ୍ପର୍କ ବୃଦ୍ଧିହେବା ଫଳରେ ଲାଭର ପରିମାଣ ଅଧିକ ହୋଇ ଆୟବୃଦ୍ଧି ହେବ। ସାମାଜିକ କ୍ଷେତ୍ରରେ ସମ୍ମାନ ବଢିବା ସହ ସମସ୍ତ କାର୍ଯ୍ୟ ମନୋନୁକୂଳ ହେବ। ଶତ୍ରୁମାନେ ମଥାନତ କରିବେ। ପାରିବାରିକ କ୍ଷେତ୍ରରେ ଶାନ୍ତି ବିରାଜମାନ କରିବ। ଯାନବାହାନ ସମ୍ବନ୍ଧୀୟ ସମସ୍ୟା ଦେଖାଦେଇ ପାରେ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!