ସାପ୍ତାହିକ ରାଶିଫଳ: ୧୩ ଜାନୁୟାରୀ ରୁ ୧୯ ଜାନୁୟାରୀ, ଏହି ସପ୍ତାହରେ ଏହି ସବୁ ରାଶି ବ୍ୟକ୍ତିଙ୍କୁ ହେବ କର୍ମରେ ପ୍ରବଳ ଉନ୍ନତି

ଶେୟାର କରନ୍ତୁ ଅନ୍ୟମାନକ ସହିତ

ମେଷ:-

ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ଶତୃମାନେ ତଳମୁହାଁ ହେବେ। ଠିକାଦାରୀ, ସଡକ, ଗୃହନିର୍ମାଣ ସାମଗ୍ରୀ ବ୍ୟବସାୟ, ପ୍ଳାଷ୍ଟିକ୍ ଚମଡା, ବସ୍ତ୍ର, ଫଳ, ତେଲ, ଲୁହା, ମଟର ପାର୍ଟସ୍, କୋଇଲା, ପେଟ୍ରୋଲିୟମ ପଦାର୍ଥ, ଏଜେନ୍ସି ଆଦି ବ୍ୟବସାୟରେ ଲାଭବାନ ହେବେ। କଳକାରଖାନା, କୋଇଲା ଖଣି, ରେଳବିଭାଗ, ଡାକ ଓ ତାର ବିଭାଗ, ଟ୍ରାନ୍ସପୋର୍ଟ ବିଭାଗରେ କାର୍ଯ୍ୟ କରୁଥିବା ବ୍ୟକ୍ତିମାନେ ଅଧିକ ପରିଶ୍ରମ କରି ପ୍ରଶଂସା ପାଇବେ। ରାଜନୈତିକ କ୍ଷେତ୍ରରେ ଲୋକ ସମର୍ଥନ, ଦଳ ସମର୍ଥନ ବଢିବା ସହ ମୁଖ୍ୟନେତାଙ୍କର ପ୍ରିୟପାତ୍ର ହେବେ। ମାଲିମକଦ୍ଦମାରେ ବିଜୟଲାଭ ହେବ। ସମସ୍ତ ସମସ୍ୟା ଅପସରି ଯିବ। ସନ୍ତାନ ଯୋଗେ ଆନନ୍ଦିତ ହେବେ। ଉଚ୍ଚାଧିକାରୀ, ସହ କର୍ମୀ, ଭାଇ ବନ୍ଧୁ ବା କୌଣସି ବିଶିଷ୍ଠ ବ୍ୟକ୍ତିଙ୍କର ସହଯୋଗ ମନୋବଳକୁ ବଢ଼େଇ ଦେବ। ନିଜର ବୁଦ୍ଧି, ବିବେକ ଖଟାଇ ସମସ୍ୟାର ସମାଧାନ କରିପାରିବେ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:-

ଏସପ୍ତାହରେ ମହିଳା ଓ ପୁରୁଷ ମାନେ ପିଲାମାନଙ୍କ କାର୍ଯ୍ୟରେ ସନ୍ତୁଷ୍ଟ ହେବେ। ଆର୍ଥିକସ୍ଥିତି ସନ୍ତୋଷପ୍ରଦ ହେବ। ବାଦବିବାଦ, ମାଲିମୋକଦ୍ଦମା, ପ୍ରତିଯୋଗିତାପରୀକ୍ଷା ଓ ସାକ୍ଷାତ୍କାରରେ ସଫଳହେବେ। ପରିବାର ଜନଙ୍କ ଉନ୍ନତିରେ ଆନନ୍ଦିତ ହୋଇ ପାରିବାରିକ ଜୀବନ ସୁଖମୟ ହେବ। ବ୍ୟବସାୟରେ ସଫଳତା ଅର୍ଜନ ତଥା ଦୂରଯାତ୍ରାର ସୁଯୋଗ ପାଇବେ। ଧାର୍ମିକ କାର୍ଯ୍ୟ କ୍ଷେତ୍ରରେ ଅଂଶ ଗ୍ରହଣ କରିବେ। ବ୍ୟବସାୟ କ୍ଷେତ୍ରରେ କରଜର ମାତ୍ରା ହ୍ରାସ ପାଇବ। ଭୋଗ ବିଳାସରେ ସମୟ କାଟିବା ପାଇଁ ଆଗ୍ରହୀ ହେବେ ଓ ଆନ୍ତରିକ ମୂଲ୍ୟାଙ୍କନର ଅନୁଭୂତି ଜାଗ୍ରତହେବ। ସାମାଜିକ କଲ୍ୟାଣ ଓ ଜୀବନସ୍ତର ପରିବର୍ତ୍ତନର ଉଦ୍ୟମ କରିବା ଫଳରେ ମାନସମ୍ମାନ ବୃଦ୍ଧିହେବ। ଗୃହ, ଜାଗାଜମି ସମସ୍ୟାରେ ସାମିଲ ହେବେ। ବ୍ୟବସାୟ ଓ କ୍ୟାରିଅର କ୍ଷେତ୍ରରେ ପରିବର୍ତ୍ତନ ଆସିବ। ପ୍ରେମିକ ପ୍ରେମିକା ମାନଙ୍କର ପ୍ରେମ-ପ୍ରସଙ୍ଗରେ ଅଧିକ ଘନିଷ୍ଠତା ହେବ। ପ୍ରତିକାର- ବେଲକାଠରେ ଚନ୍ଦନ ଘୋରି ଧାରଣ କରନ୍ତୁ।

ମିଥୁନ:-

ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ। ଜାଗା, ଜମି, ବାସଗୃହ ଓ ଯାନବାହାନ କ୍ରୟ କରିବାର ସୁବିଧା ପାଇବେ। କାର୍ଯ୍ୟ କ୍ଷେତ୍ରରେ ସଫଳତା ପାଇ ଆଶା ଆକାଂକ୍ଷା ଓ ମହତ୍ୱାକାଂକ୍ଷା ପୂର୍ଣ୍ଣହେବ। ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ନୂତନପନ୍ଥା ଅନୁସରଣ କରିବେ। କର୍ମକ୍ଷେତ୍ରରେ ଅନେକଦିନ ଧରି ଚାଲିଥିବା ଦ୍ୱନ୍ଦ୍ୱର ସମାଧାନ ହୋଇ ଭାଇ, ବନ୍ଧୁ, ମିତ୍ର ଓ ସହକର୍ମୀ ମାନଙ୍କ ସହିତ ମତଭେଦ ସମାପ୍ତ ହେବ। ରାଜନୀତି କ୍ଷେତ୍ରରେ ସଫଳତା ଏବଂ ଲୋକ ସମ୍ପର୍କ ଆତ୍ମ ସନ୍ତୋଷ ବଢ଼େଇବ। ପରିବାରରେ ଉତ୍ତମ ଯୋଜନାବଦ୍ଧ ହେବା ଫଳରେ ଆର୍ଥିକ କ୍ଷେତ୍ରରେ ଉନ୍ନତିହେବ। ଆନୁଷ୍ଠାନିକ କାମ ହାସଲ କରିବା ସକାଶେ ବନ୍ଧୁଙ୍କ ସାହାଯ୍ୟ ଉପରେ ନିର୍ଭର କରି ପାରନ୍ତି। ସନ୍ତାନର ଭବିଷ୍ୟତ ପାଇଁ ଯୋଜନା କରି ପୁଞ୍ଜି ନିବେଶ କରିବେ। ଆଶା କରୁଥିବା ଖବର ପାଇ ଖୁସୀ ହୋଇଯିବେ। ପ୍ରତିକାର- ତୁଲସୀ ମୂଳ ମାଟି ଧାରଣ କରନ୍ତୁ।

କର୍କଟ:-

ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ମନର ଅଶାନ୍ତି ଅସନ୍ତୋଷ ଦୂରହେବ। ସମସ୍ତ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇ ପାରିବେ। ଆୟ ଉପାର୍ଜନରେ ବାଧାନାହିଁ। ଅର୍ଥ ସମ୍ପର୍କିତ ଚୁକ୍ତିପତ୍ର କଲେ ଲାଭବାନ୍ ହେବେ। ପାରିବାରିକ କ୍ଷେତ୍ରରେ ବୁଝାମଣା ଠିକ୍ ରହିବ। ଧୈର୍ଯ୍ୟ ଓ ସହନଶୀଳତା ଯୋଗେ ଯଶ ମିଳିବ। ସାମାଜିକ ପତିଆରା ଅମଳିନ ରହିବ। ଅଚାନକ ଧନପ୍ରାପ୍ତି ହେବ। ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା, ମାଲିମୋକଦ୍ଦମା ଓ ସାକ୍ଷାତ୍କାରରେ ବିଜୟୀ ହେବେ। ଦୂରଯାତ୍ରାରେ ସଫଳ ହେବେ। ଜମିଜମା ସଂକ୍ରାନ୍ତୀୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପାଦନ ହେବ। ପିଲାମାନଙ୍କ କାର୍ଯ୍ୟ ପ୍ରତି ଦୃଷ୍ଟି ରଖିବା ଉଚିତ୍। ପୁରାତନ ରୋଗର ଉପଶମ ହୋଇଯିବ। ଉଚ୍ଚାଧିକାରି ଓ ସହକର୍ମୀମାନେ କର୍ମକ୍ଷେତ୍ରରେ ସହଯୋଗ କରିବେ। କେତେକ ମୁଲ୍ୟବାନ ଆସବାବ ପତ୍ର କ୍ରୟ କରିବେ। ସବୁପରେ ଅପଣା ଲୋକଙ୍କ ସହଯୋଗ ବୃଦ୍ଧି ପାଇବ ପ୍ରତିକାର- ଗୋମାତାକୁ ଖାଇବାକୁ ଦିଅନ୍ତୁ।

ସିଂହ:-

ଏସପ୍ତାହରେ ମହିଳା ଓ ପୁରୁଷ ମାନେ କଠିନ ପରିଶ୍ରମର ମୂଲ୍ୟ ଫେରି ପାଇବାକୁ ହକ୍ ହେବେ। ଆର୍ଥିକ ସ୍ଥିତି ସୁଦୃଢ଼ ହେବା ଫଳରେ ଋଣ ପରିଶୋଧ କରିବାର ସୁଯୋଗ ପାଇବେ। କର୍ମଜୀବିମାନେ ଅପେକ୍ଷାକୃତ ସୁସ୍ଥ ବାତାବାରଣ ପାଇବେ ଓ କର୍ମାନୁଯାୟୀ ଫଳପ୍ରାପ୍ତି ହେତୁ କର୍ତ୍ତବ୍ୟ ପରାୟଣତା ରକ୍ଷା କରି ପାରିବେ। ରାଜନୀତି କ୍ଷେତ୍ରରେ କୂଟନୀତିର ପ୍ଲାନ୍ ଚଳାଇ ସ୍ଥାନ ଓ ସ୍ଥିତି ଅଟଳ ରଖି ପାରିବେ। ଛାତ୍ରଛାତ୍ରୀମାନେ ପ୍ରତି ଯୋଗିତା ମୂଳକ କାର୍ଯ୍ୟରେ କୃତିତ୍ଵ ଲାଭ କରିବା ସହ ଉଚ୍ଚଶିକ୍ଷା ପ୍ରଚେଷ୍ଟାରେ ସାଫଲ୍ୟ ପ୍ରାପ୍ତି ହେବେ। କୋର୍ଟ କଚେରୀ ଧନ୍ଦା ମଧ୍ୟରେ ଅସ୍ୱସ୍ତି ମିଳିବ ଓ ମାଲିମୋକଦ୍ଦମାରେ ମୁଣ୍ଡ ଉଚ୍ଚା ରହିବ। ସାମାଜିକ କ୍ଷେତ୍ରରେ ମାନ, ସମ୍ମାନ ଓ ପ୍ରତିଷ୍ଠା ଅକ୍ଷୁର୍ଣ୍ଣ ରହିବ। ଅଧ୍ୟୟନ, ଅଧ୍ୟାପନା, ଓ ଅନୁସନ୍ଧାନପରି କାର୍ଯ୍ୟରେ ସଫଳତା ଅର୍ଜନ କରି ଆନନ୍ଦିତ ହେବେ। ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ମିତ୍ରମାନଙ୍କ ଦ୍ଵାରା ଲାଭ ପାଇବେ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

କନ୍ୟା:-

ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ବ୍ୟବସାୟରେ ଉନ୍ନତି ସହ ଆର୍ଥିକ ସ୍ଥିତିରେ ବୃଦ୍ଧି ହେବ। ପ୍ରଶାସନ, ପ୍ରକାଶନ, ଅଧ୍ୟୟନ ଓ ଅଧ୍ୟାପନା, ସାହିତ୍ୟ ଚର୍ଚ୍ଚା କ୍ଷେତ୍ରରୁ ଶୁଭଫଳ ମିଳିବ। ସେୟାରବଜାର, ଜୁଆ, ଲଟେରୀ, ପ୍ଲାଷ୍ଟିକ୍, ଚମଡ଼ା, ଠିକାଦାରୀ, ରାସ୍ତାଗୃହ ନିର୍ମାଣ, ମଟରପାର୍ଟସ୍, ପେଟ୍ରୋଲିୟମ୍ପଦାର୍ଥ, କୋରିଅର, କୋଇଲା, କୋଳଥ, ଖାଦ୍ୟଦ୍ରବ୍ୟ, ଖାଇବାତେଲ, ଘିଅ, ଖାଦ୍ୟସାମଗ୍ରୀ, କାଚ, ବିଦ୍ୟୁତ୍ ସାମଗ୍ରୀ, ଧାତୁ, ବସ୍ତ୍ର, ଔଷଧ, ଚଳଚିତ୍ର ଆଦି ବ୍ୟବସାୟ କରୁଥିଲେ ବିଶେଷ ଲାଭବାନ୍ ହେବେ। ସରକାରୀ କର୍ମଚାରୀମାନେ କର୍ମ କ୍ଷେତ୍ରରେ ସମ୍ମାନ ଲାଭ କରିବେ। କର୍ମସଂଧାନୀ ମାନେ କର୍ମ ନିଯୁକ୍ତିରେ ସଫଳତା ଲାଭ କରିବେ। ପାରିବାରିକ କ୍ଷେତ୍ରରେ ସୁଖ ଶାନ୍ତି ପ୍ରାପ୍ତି ହେବ। ସନ୍ତାନ ମାନେ ଯାନ ବାହନ ଇତ୍ୟାଦି କ୍ରୟ କରିବା ପାଇଁ ଜିଦ୍ ଧରି ପାରନ୍ତି। ସାମାଜିକ ପ୍ରତିଷ୍ଠା ଓ ମାନସମ୍ମାନରେ ବୃଦ୍ଧି ହେବ। ଶରୀର ସୁସ୍ଥ ରହିବ। ପ୍ରତିକାର- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

ତୁଳା:-

ଏ ସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ଆର୍ଥିକ ସମସ୍ୟା ନିଶ୍ଚିତ ରୂପେ ସମାଧାନ ହୋଇଯିବ। ଧନ, ଧାନ୍ୟ, ଐଶ୍ଚର୍ଯ୍ୟ, ମାନସମ୍ମାନ ତଥା ପରାକ୍ରମର ବୃଦ୍ଧି ହେବ। ବ୍ୟବସାୟ କ୍ଷେତ୍ରକୁ ସୁସଜ୍ଜିତ କରି ପ୍ରଚୁର ଲାଭବାନ ହେବେ। ନୂଆ ନୂଆ ବ୍ୟବସାୟିକ ସଂପର୍କସ୍ଥାପନ, ଭାଗିଦାର ବ୍ୟବସାୟ ପାଇଁ ସାହାଯ୍ୟ ସହଯୋଗ ଅଚାନକ ମିଳିବ। ଅଟକି ଯାଇଥିବା ଧନ, ଉଧାର ଦେଇଥିବା ଟଙ୍କା, ଋଣ କରିଥିବା ଅର୍ଥ ସହଜରେ ହସ୍ତଗତ ହେବ। ଭୂମିକ୍ରୟ, ବାହନକ୍ରୟ, ଗୃହନିର୍ମାଣ କରିବାରେ ଖର୍ଚ୍ଚ କରିବାକୁ ପଡ଼ିପାରେ। ବିଦ୍ୟାର୍ଥୀବର୍ଗ ଅତ୍ୟନ୍ତ ସଫଳତା ସହ ପ୍ରତିଯୋଗିତାରେ ଉତ୍ତୀର୍ଣ୍ଣ ହେବେ। ବିଦେଶ ଯାତ୍ରା ଫଳରେ ବିଶେଷ ଲାଭବାନ ହେବେ। ସମାଜ କଲ୍ୟାଣ, ଧର୍ମାନୁଷ୍ଠାନରେ, ମଠ, ମନ୍ଦିରମାନଙ୍କରେ ଯୋଗଦାନ କରି ପ୍ରଶଂସିତ ହେବେ। ରାଜନୈତିକ କ୍ଷେତ୍ରରେ ଲୋକ ସମର୍ଥନ ବଢିବା ସହ ସାମାଜିକ ପ୍ରତିଷ୍ଠା ଓ ଆତ୍ମବିଶ୍ୱାସ ବୃଦ୍ଧିପାଇବ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ବିଚ୍ଛା:-

ଏସପ୍ତାହରେ ମହିଳା ଓ ପୁରୁଷ ମାନେ ପ୍ରତିଯୋଗୀ ପରୀକ୍ଷା ଅଥବା ବିଭାଗୀୟ ପରୀକ୍ଷାରେ ଉତ୍ତୀର୍ଣ୍ଣ ହେବେ। କର୍ମ କ୍ଷେତ୍ରରେ ଗଠନମୂଳକ ପ୍ରସ୍ତାବ ଦେଇ ପ୍ରଶଂସିତ ହେବେ। ନୂତନ ବ୍ୟବସାୟ ଆରମ୍ଭ, ବ୍ୟବସାୟ ବିସ୍ତାର ଓ ବୃଦ୍ଧି କଲେ ଆଶାତିତ ଲାଭବାନ୍ ହେବେ। ସାମାଜିକ ସ୍ତରରେ ଖ୍ୟାତି ହେବ। ଧର୍ମାନୁଷ୍ଠାନ ଦିଗରୁ ପ୍ରେରଣା ମିଳିବା ଯୋଗେ ଦୃଢ଼ ଆତ୍ମ ବିଶ୍ୱାସ ଦ୍ୱାରା ସମସ୍ତବାଧା ବିଘ୍ନକୁ ଅତିକ୍ରମକରି ଆଗକୁ ବଢ଼ିବାର ଯୋଜନା ସଫଳ ହେବ। ପରୋକ୍ଷ ଶତୃଙ୍କୁ ପ୍ରତିହତ କରି ବହୁତ ଦିନରୁ ବାକି ରହିଥିବା ଟଙ୍କା ମିଳିଯିବା ଫଳରେ ଆଶା କରିଥିବା କାମଟି ସମ୍ପନ୍ନ କରିପାରିବେ ଓ ଆର୍ଥିକକ୍ଷେତ୍ରରେ ଉନ୍ନତିହେବ। ପାରିବାରିକ ଜୀବନରେ ନିଜର ବ୍ୟକ୍ତିତ୍ୱ  ଅକ୍ଷୁର୍ଣ୍ଣ ରଖିବା ଫଳରେ ନାନା ବାଟରେ ଧନାଗମ ଘଟିବ। ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ସୁଖ ସମୃଦ୍ଧି ବୃଦ୍ଧି ହେବ। ପ୍ରତିକାର- ବେଲକାଠରେ ଚନ୍ଦନ ଘୋରି ଧାରଣ କରନ୍ତୁ।

ଧନୁ:-

ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ଜମିଜମା ସଙ୍କ୍ରାନ୍ତିୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପାଦନ ହେବ। ବ୍ୟବସାୟ କ୍ଷେତ୍ରରେ ଅନେକ ସୂତ୍ରରୁ କିଛି ଧନ ପାଇବାର ଯୋଗ ଅଛି। ସେୟାର ବଜାରରେ ମୁନାଫା ମିଳିବ ଓ ପୁରୁଣା ନିବେଶ ଲାଭ ଦେବ।  ସ୍ଥଗିତଥିବା କର୍ମଟି ପୂରଣ ହେବ। କର୍ତ୍ତବ୍ୟନିଷ୍ଠ, ଉଦ୍ୟମୀ, ଦକ୍ଷ, ଜନପ୍ରିୟ, ସିଦ୍ଧହସ୍ତା, ସୁବକ୍ତା, ବ୍ୟକ୍ତିରୁପେ ସମାଜର ସ୍ଵୀକୃତି ପାଇବେ। ଜାଗା, ଜମି ଓ ଉଚ୍ଚସ୍ତରୀୟ ବାହନ କ୍ରୟ କରିବେ। ବନ୍ଧୁଙ୍କ ସହଯୋଗରେ ଆର୍ଥିକ ଲାଭ ହେବା ସହ ସାମାଜିକ ସ୍ଥିତି, ପ୍ରସିଦ୍ଧି ବୃଦ୍ଧି ପାଇବ। ରାଜନୀତି କ୍ଷେତ୍ରରେ କାର୍ଯ୍ୟଭାର ବହନ କରି ଯାତ୍ରା କରିବାକୁ ପଡ଼ିବ। ମାଲିମୋକଦ୍ଦମା ଓ ସାକ୍ଷାତକାରରେ ସଫଳ ହେବେ। କର୍ମକ୍ଷେତ୍ରରେ ସହକର୍ମୀ ଓ ଉପରିସ୍ଥ କର୍ମଚାରୀଙ୍କ ଠାରୁ ପ୍ରଶଂସିତ ହେବେ। ପାରିବାରିକ କ୍ଷେତ୍ରରେ ଶାନ୍ତି ବିରାଜମାନ କରିବ। କାର୍ଯ୍ୟରେ ପ୍ରେରଣା ଓ ଉତ୍ସାହ ପ୍ରାପ୍ତି ହେବା ଫଳରେ ଉତ୍ତମ ରୋଜଗାର କରିପାରିବେ। ପ୍ରତିକାର-ହରିଡା ଚନ୍ଦନ ମୁଣ୍ଡରେ ଲଗାନ୍ତୁ।

ମକର:-

ଏସପ୍ତାହରେ ମହିଳା ଓ ପୁରୁଷ ମାନେ ପୁଞ୍ଜିଲଗାଣ, ଉଦ୍ୟୋଗ, ଧନ ଆଦାନ ପ୍ରଦାନରେ ଲାଭବାନ୍ ହେବେ। ସାମାଜିକ କଲ୍ୟାଣ ଓ ଜୀବନସ୍ତର ପରିବର୍ତ୍ତନର ଉଦ୍ୟମ କରିବେ। କର୍ମଜୀବିମାନେ ଯଶ, ମାନ, ପ୍ରତିଷ୍ଠାର ଅଧିକାରୀ ହେବେ। ପରିବାର ସମସ୍ୟାର ସମାଧାନ ହୋଇଯିବା ଫଳରେ ପ୍ରଶଂସିତ ହେବେ। ଜବରଦସ୍ତି ଉନ୍ନତି ଓ ନ୍ୟାୟ ମିଳିବ ଏବଂ ନୂତନ କର୍ମ ପ୍ରାପ୍ତିର ସୂଚନା ପାଇବେ। ବ୍ୟବସାୟ କ୍ଷେତ୍ରରେ ଗ୍ରାହକ ସେବାକୁ ଗ୍ରହଣ କରି ଯଶମାନ ବୃଦ୍ଧି ସହିତ ଉତ୍ତମ ଆୟର ପଥ ପରିସ୍କାର କରିବେ। ରାଜନୀତି ସ୍ତରରେ ନିମ୍ନବର୍ଗ କର୍ମୀଙ୍କ ପ୍ରତି ସତର୍କ ରହି ଚଉଆଖିଆହୋଇ କର୍ତ୍ତବ୍ୟ ପାଳି ଚାଲିଲେ ପରେ ହଇରାଣ ହେବେ ନାହିଁ। ମାଲି ମୋକଦ୍ଦମାରେ ମୁଣ୍ଡ ଉଚ୍ଚା ରହିବ। ଅଚାନକ ଧନପ୍ରାପ୍ତି, ଚାକିରୀ କ୍ଷେତ୍ରରେ ପଦୋନ୍ନତି ଓ ସ୍ଥାନାନ୍ତର ମଧ୍ୟ ହୋଇପାରେ। ଭାଇ ବନ୍ଧୁ ମିତ୍ରମାନ ଙ୍କର ସାହାଯ୍ୟ ସହଯୋଗ ପାଇବେ। ସଭାସମିତି, ସାହିତ୍ୟ ଓ କଳାକ୍ଷେତ୍ରରେ ସମ୍ମାନ ପାଇବେ। ପ୍ରତିକାର- ଶିବମନ୍ଦିରରେ ପାଦୁକ ପାନ କରନ୍ତୁ।

କୁମ୍ଭ:-

ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ସ୍ୱାସ୍ଥ୍ୟ ସମ୍ବନ୍ଧୀୟ ସମସ୍ୟାକୁ ନେଇ ମନସନ୍ତୁଷ୍ଟ ରହିବା ସହ ମଧୁମେହ, ଚକ୍ଷୁ, ହୃଦୟ, ଯୌନରୋଗରୁ ସାମାନ୍ୟ ଉପସମ ମିଳିବ। ବ୍ୟବସାୟରେ ଭାଗିଦାରମାନେ ପାଦ ସହିତ ପାଦ ମିଶେଇ ବେପାର ବୃଦ୍ଧି କରିବେ। ପରିବାରରେ ଓ କୁଟୁମ୍ବରେ କୌଣସି କାର୍ଯ୍ୟର ଦାୟିତ୍ୱ ନେଇ ଧାଁ ଦଉଡ଼ କରିବା ଫଳରେ ପ୍ରଶଂସା ପାଇବେ। ଛାତ୍ରଛାତ୍ରୀମାନେ ଅଧ୍ୟୟନ କ୍ଷେତ୍ରରେ ସୁନାମ ଅର୍ଜନ କରିବେ ଓ ପରୀକ୍ଷାରେ ଉଚ୍ଚ ଶ୍ରେଣୀ ମିଳିବ। ଉଚ୍ଚାଧିକାରୀ ଓ ବରିଷ୍ଠ ବ୍ୟକ୍ତିଙ୍କ ସହ ସୁ ସମ୍ପର୍କ ଫଳରେ କର୍ମୋନ୍ନତି ସହ ପ୍ରଶଂସା ପ୍ରାପ୍ତି ହେବ। ସ୍ଥାନାନ୍ତରଣ ପାଇଁ ଚେଷ୍ଟା କଲେ ସଫଳ ହେବେ। ଆନୁଷ୍ଠାନିକ କାମ ହାସଲ କରିବା ସକାଶେ ବନ୍ଧୁଙ୍କ ସାହାଯ୍ୟ ଉପରେ ନିର୍ଭର କରିବେ। ପତି ପତ୍ନୀଙ୍କ ମଧ୍ୟରେ ବୁଝାମଣା ଭଲ ରହିବ ଓ ଦାମ୍ପତ୍ୟ ସୁଖରେ ଶାନ୍ତି ଅନୁଭବ କରିବେ। ପ୍ରେମକ୍ଷେତ୍ରରେ ନିଜର ବୁଦ୍ଧି, ବିବେକ ଖଟାଇ ସମାଧାନ କରି ପାରିବେ। ପ୍ରତିକାର- ଇଷ୍ଟଦେବୀଙ୍କୁ ଚନ୍ଦନ ସମର୍ପଣ କରନ୍ତୁ।

ମୀନ:-

ଏସପ୍ତାହରେ ମହିଳା ଓ ପୁରୁଷ ମାନେ ପ୍ରତିଦ୍ୱନ୍ଦିତା କ୍ଷେତ୍ରରେ ବିଜୟୀ ହେବେ। ରୌପ୍ୟାଦି ଧାତୁଦ୍ରବ୍ୟ, ଔଷଧ, କ୍ଷୀର, ଜଳଜାତ ଦ୍ରବ୍ୟ, ଖାଇବାତେଲ, କାଚଦ୍ରବ୍ୟ, ଅତର, ସେଣ୍ଟ, ଷ୍ଟେସେନାରୀ, ଥଣ୍ଡାପାନୀୟ, ରେଡିମେଡ, କପଡା, ଶାଢୀ, ଲୁଗା, ସଉକୀନ୍ ଦ୍ରବ୍ୟ ବ୍ୟବସାୟରେ ପ୍ରବଳ ଲାଭ ପାଇବେ। ଶିକ୍ଷାକ୍ଷେତ୍ରରେ ତେଜସ୍ୱୀ, ବ୍ୟବହାରକୁଶଳ, ଅନୁଶାସନ ପ୍ରିୟ, ଗୁଣିଜ୍ଞାନୀ, ଯୋଗ୍ୟ, ଆଜ୍ଞାପାଳକ, ସୌଭାଗ୍ୟଶାଳୀ ହେବେ। ବିଭାଗୀୟ ପରୀକ୍ଷା, ପ୍ରତିଯୋଗି ପରୀକ୍ଷାର ପରିଣାମ ମନ ଅନୁକୂଳହେବ ଓ ନୂତନକର୍ମରେ ନିଯୁକ୍ତି ପାଇପାରିବେ। ଶିକ୍ଷକ, ପ୍ରଶିକ୍ଷକ, ଅଭିନେତା ଓ ଡାକ୍ତର ଇତ୍ୟାଦି ହୋଇଥିଲେ କର୍ମକ୍ଷେତ୍ରରେ ପଦୋନ୍ନତି, ବିଭାଗୀୟ ଅଧିକାରୀଙ୍କ ସାନ୍ନିଧ୍ୟଲାଭ, ଇଚ୍ଛିତସ୍ଥାନରେ ସ୍ଥାନାନ୍ତର ସହଜ ସରଳରେ ହୋଇ ପାରିବ। ରାଜନୀତି କ୍ଷେତ୍ରରେ ମାନସିକ ଦୁଶ୍ଚିନ୍ତା ଦୂର ହୋଇ ଯଶମାନ ବୃଦ୍ଧିହେବ। ଉଚ୍ଚପଦସ୍ଥ ବ୍ୟକ୍ତିଙ୍କଠାରୁ ସମ୍ମାନ ଲାଭହେବ। ପ୍ରତିକାର:- ସୂର୍ଯ୍ୟ ନମସ୍କାର କରନ୍ତୁ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!