ଦୈନିକ ରାଶିଫଳ: 13 ଜାନୁୟାରୀ ୨୦୨୧, ଶ୍ରୀ ଗଣେଶଙ୍କ କୃପାରୁ ଆଜି ଏହି ସବୁ ରାଶିଙ୍କୁ ମିଳିବ କର୍ମରେ ଉନ୍ନତି

ଶେୟାର କରନ୍ତୁ ଅନ୍ୟମାନକ ସହିତ

୨୦୨୧ ମସିହା, ଜାନୁୟାରୀ ମାସ ୧୩ତାରିଖ, ବୁଧବାର, ଧନୁମାସ ୩୦ଦିନ, ପୌଷମାସ, କୃଷ୍ଣପକ୍ଷ, ଅମାବାସ୍ୟାତିଥି, ଦିବା ୧୦ଟା ୩୦ମିନିଟ୍ ଗତେ ପ୍ରତିପଦା ତିଥି, ଉତ୍ତରାଷାଢା ନକ୍ଷତ୍ର, ଧନୁରାଶିରେ ଚନ୍ଦ୍ର । କର୍କଟ ରାଶିର ଘାତବାର । ତୁଳା, କୁମ୍ଭ ରାଶିର ଘାତଚନ୍ଦ୍ର, ଦିବା ୧୨ଟା ୬ମିନିଟ୍ ଗତେ ସିଂହ ରାଶିର ଘାତଚନ୍ଦ୍ର । ଆମିଷ, ତୈଳ ନ ଖାଇଲେ ଭଲ, ଦିବା ୧୦ଟା ୩୭ମିନିଟ୍ ପରେ ପାଣିକଖାରୁ ନ ଖାଇଲେ ଭଲ । ଶୁଭସମୟ- ପ୍ରାତଃ ୬ଟା ୨୮ମିନିଟ୍ ରୁ ୮ଟା ୩୭ମିନିଟ୍, ଦିବା ୧୦ଟା ୫୦ମିନିଟ୍ ରୁ ୧୧ଟା ୫୪ମିନିଟ୍, ଦିବା ୧ଟା ୪୫ମିନିଟ୍ ରୁ ୩ଟା ୫୪ମିନିଟ୍, ସନ୍ଧ୍ୟା ୬ଟା ୧୬ମିନିଟ୍ ରୁ ୭ଟା ୬ମିନିଟ୍, ରାତ୍ର ୮ଟା ୫୩ମିନିଟ୍ ରୁ ରାତ୍ର ୩ଟା ୧୦ମିନିଟ୍ । ପର୍ବଦିନ- ପୌଷଅମାବାସ୍ୟା, ମାସାନ୍ତ, ଶରଣପଞ୍ଚକ ଆରମ୍ଭ ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ମେଷ:-

ସାମାଜିକ ପ୍ରତିଷ୍ଠା, ମାନ ସମ୍ମାନ ବୃଦ୍ଧିହେବ । ପ୍ରଚାର ପ୍ରସାର ମାଧ୍ୟମରେ ଲୋକ ପରିଚିତ ହେବେ । ଉଚ୍ଚାଧିକାରୀ ବ୍ୟକ୍ତି କୌଣସି କାର୍ଯ୍ୟରେ ଆପଣଙ୍କୁ ସହାୟତା କରିବେ । ଆପଣଙ୍କ ପ୍ରଭାବ ଓ ପ୍ରତିଷ୍ଠା ଲୋକ ମୁକ୍ତକଣ୍ଠରେ ସ୍ୱୀକାର କରିବେ । ସକଳ କାର୍ଯ୍ୟରେ ସଫଳ, ମିଷ୍ଠାନ୍ନ ଭୋଜନ, ଉଚ୍ଚଆଶା ପୂରଣ, ଶତ୍ରୁନାଶ, ଧନପ୍ରାପ୍ତି, ମିତ୍ରଲାଭ, ଉଚ୍ଚସମ୍ମାନ ପାଇବେ । ଶିକ୍ଷା କ୍ଷେତ୍ରରେ ସଫଳତା ମିଳିବ ଓ ଅଧ୍ୟୟନରେ ଲକ୍ଷ୍ୟସ୍ଥଳରେ ପହଁଞ୍ଚି ପାରିବେ । ପ୍ରତିକାର:- ଷଣ୍ଢକୁ କିଛି ଖାଇବାକୁ ଦିଅନ୍ତୁ ।

ବୃଷ:-

ସମସ୍ତ ଚିନ୍ତା ଓ ଧ୍ୟାନ କାର୍ଯ୍ୟ ଉପରେ ଲଗେଇବେ । ସରକାରୀ କର୍ମଚାରୀଙ୍କର କଠିନ ପରିଶ୍ରମ ଯୋଗେ ଶରୀର ଅସୁସ୍ଥ ହୋଇପାରେ । ଗୃହସ୍ଥ ଜୀବନ ସୁଖମୟ ହେବ । ବ୍ୟବସାୟରେ ବାଧା ଉପୁଜିଲେ ମଧ୍ୟ ଲାଭବାନ୍ ହେବେ । ଦାମ୍ପତ୍ୟ ସୁଖ ବୃଦ୍ଧି ହେବ । ପ୍ରେମିକ ପ୍ରେମିକାମାନେ ପ୍ରେମକ୍ଷେତ୍ରରେ ସଫଳତା ଲାଭ କରିବେ । ପରିଶ୍ରମ ଓ ମେହନତ ଦ୍ୱାରା ପ୍ରବଳ ଲାଭ ପାଇବେ । ବାଣୀ ଓ କ୍ରୋଧକୁ ଆୟତ୍ତ ନକଲେ ଧନହାନୀ ହେବ । ପ୍ରତିକାର- ଶିବମନ୍ଦିରରେ କଞ୍ଚାକ୍ଷୀର ଢାଳି ପାଦୁକ ପାନ କରନ୍ତୁ ।

ମିଥୁନ:-

ଶୁଭ ସମାଚାର ଶୁଣି ଖୁସି ହେବେ । ସୁଖ, ସମ୍ପତ୍ତି ଲାଭ ଓ ସାହାଯ୍ୟ ପ୍ରାପ୍ତି ହେବ । ବ୍ୟବସାୟରେ ଭଲ ଲାଭ ପାଇବେ । ଅନେକଦିନ ଧରି ଯାହା ଚିନ୍ତା କରୁଥିଲେ ତାକୁ କାର୍ଯ୍ୟକାରି କରିପାରିବେ । ଶତୃ ପରାଜିତ ହେବେ । ବାକିଥିବା ଅର୍ଥପ୍ରାପ୍ତି ହେବା ଫଳରେ ଆର୍ଥୀକକ୍ଷେତ୍ରରେ ଉନ୍ନତି ହେବ । ଦୂରସ୍ଥାନକୁ ଯାତ୍ରା କଲେ ସାମାଜିକ ପ୍ରତିଷ୍ଠା ଓ ମାନ ସମ୍ମାନ ବୃଦ୍ଧି ହେବ । ସହକର୍ମୀ ମାନଙ୍କର ସହଯୋଗ ପାଇ, ଉତ୍ତମ କାର୍ଯ୍ୟ କରି ପ୍ରଶଂସିତ ହେବେ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

କର୍କଟ:-

ଶରୀର ସୁସ୍ଥ ରହିବ ଓ ଶିକ୍ଷା କ୍ଷେତ୍ରରେ ସଫଳତା ଲାଭ କରିବେ । ବାଣିଜ୍ୟ ବ୍ୟବସାୟରେ ଭାଗୀଦାରଙ୍କ ସହ ମତଭେଦକୁ ନିରାକରଣ ଓ ସମାଧାନ କରିବା ଫଳରେ ସମସ୍ତ ପ୍ରକାର ବ୍ୟବସାୟରେ ଉନ୍ନତି ଓ ଲାଭବାନ୍ ହେବ । ଆର୍ଥିକକ୍ଷେତ୍ରରେ ଉନ୍ନତି, ଶତୃବୃଦ୍ଧି ହେଲେ ମଧ୍ୟ ଯେ କୌଣସି କାର୍ଯ୍ୟରେ ହାତ ଦେଲେ ସଫଳ ହେବେ । ଜାଗା ଜମି ସମ୍ବନ୍ଧିୟ ବିବାଦ, କୋର୍ଟ କଚେରୀ କାର୍ଯ୍ୟ ଓ ସରକାରୀ କାର୍ଯ୍ୟ ଅଧାରେ ଝୁଲି ରହିବ । ପ୍ରତିକାର:- ଗୋମାତାକୁ କିଛି ଖାଦ୍ୟ ଦିଅନ୍ତୁ ।

ସିଂହ:-

ସାମାଜିକ ପ୍ରତିଷ୍ଠା, ମାନ ସମ୍ମାନରେ ଉନ୍ନତି ହେବ । କଠିନ ପରିଶ୍ରମ କରିବା ଫଳରେ ବ୍ୟବସାୟରେ ଅର୍ଥ ପ୍ରାପ୍ତିର ସୁଯୋଗ ଆସିବ । ଆର୍ଥିକକ୍ଷେତ୍ରରେ ପରିବର୍ତ୍ତନ ଆସିବ । ପାରିବାରିକ ଜୀବନରେ ଦାମ୍ପତ୍ୟ ସୁଖ ବୃଦ୍ଧିହେବ । ପ୍ରେମିକ ପ୍ରେମିକାମାନେ ପ୍ରେମକ୍ଷେତ୍ରରେ ସଫଳତା ଲାଭ କରିବେ । ପରୀକ୍ଷା ଓ ପ୍ରତିଯୋଗିତାରେ ସଫଳ ହେବେ । କର୍ମଚାରୀମାନେ ଗୁପ୍ତଶତୃଙ୍କ ଚକ୍ରାନ୍ତରେ ପଡ଼ିଲେ ମଧ୍ୟ ସାମାଜିକ ଦାୟିତ୍ୱ ବୃଦ୍ଧି ପାଇବ । ପ୍ରତିକାର- ଅସହାୟଙ୍କୁ ସାହାଯ୍ୟ କରନ୍ତୁ ।

କନ୍ୟା:-

ବ୍ୟବସାୟୀମାନେ କଠିନ ପରିଶ୍ରମର ମୂଲ୍ୟ ଫେରି ପାଇବେ । କର୍ମକ୍ଷେତ୍ରରେ ଅପେକ୍ଷାକୃତ ସୁସ୍ଥ ବାତାବାରଣ ଦେଖା ଦେବ । ବନ୍ଧୁ, ମିତ୍ର ଏବଂ ଉଚ୍ଚପଦାଧିକାରୀଙ୍କ ଠାରୁ ସାହାଯ୍ୟ ସହଯୋଗ ପାଇବେ । ସାମାନ୍ୟ ପରିଶ୍ରମ କରି ଅଧିକ ଲାଭ ପାଇବେ । ରାଜନୀତି କ୍ଷେତ୍ରରେ ତଳୁ ଉପର ସ୍ତର ଯାଏ ଆଦୃତି ଓ ମାନ୍ୟତା ଅର୍ଜ୍ଜନ କରିବେ । ପରିବାରରେ ଶାନ୍ତିର ବାତାବରଣ ଦେଖା ଦେବ । ବିଦ୍ୟାର୍ଥୀମାନେ ପରୀକ୍ଷା ଓ ପ୍ରତିଦ୍ୱିନ୍ଦିତାରେ ବିଜୟୀ ହେବେ । ପ୍ରତିକାର- ପକ୍ଷୀଙ୍କୁ କିଛିଦାନା ଖାଇବାକୁ ଦିଅନ୍ତୁ ।

ତୁଳା:-

ସଚ୍ଚୋଟ ମିତ୍ର ପ୍ରାପ୍ତି ହେବେ । ପୂର୍ବରୁ ଥିବା ପାରିବାରିକ ସମସ୍ୟା ଗୁଡ଼ିକ ସମାଧାନ ହେବ । ବ୍ୟବସାୟରେ ଆଶାତୀତ ଲାଭ ପାଇବେ । କର୍ମଚାରୀ ମାନେ କର୍ମ କ୍ଷେତ୍ରରେ ସହକର୍ମୀମାନଙ୍କ ସହଯୋଗ ଓ ଉପରିସ୍ଥ ଅଧିକାରୀଙ୍କ ପ୍ରିୟଭାଜନ ହେବେ । ବିଦ୍ୟାର୍ଥୀମାନେ ନିଜର ଉଦ୍ଦେଶ୍ୟକୁ ସଫଳ କରିବାରେ ସକ୍ଷମ ହେବେ । ପ୍ରେମିକ ପ୍ରେମିକାମାନେ ଆଶା କରୁଥିବା ଖବର ପାଇ ଖୁସୀ ହୋଇ ଯିବେ । କ୍ରୋଧ ନିୟନ୍ତ୍ରଣ ନ ରଖିଲେ କ୍ଷତି ସହିବେ । ପ୍ରତିକାର:- ଗୋମାତାକୁ କିଛି ଖାଦ୍ୟ ଦିଅନ୍ତୁ ।

ବିଚ୍ଛା:-

ସତକଥା କହି ନିଜ ପରିସରରେ ପ୍ରଶଂସିତ ହୋଇ ପାରନ୍ତି । ଆର୍ଥିକ କ୍ଷେତ୍ରରେ ଉନ୍ନତି ହେବ । ବ୍ୟବସାୟରେ କ୍ଷତି ଅପେକ୍ଷା ଲାଭର ପରିମାଣ ଅଧିକ ହେବ । ଶତ୍ରୁମାନେ ମଥାନତ କରିବେ । ବନ୍ଧୁ ସମାଗମ ହେବେ । ବନ୍ଧୁ ମିତ୍ରମାନେ ସହଯୋଗ କରିବେ । ସହକର୍ମୀ ଓ ପଦାଧିକାରୀ ମାନେ ସାହାଯ୍ୟ ସହଯୋଗ କରିବେ । ଗଚ୍ଛିତ ଅର୍ଥ ବୃଦ୍ଧି କରିବା ପାଇଁ ଚେଷ୍ଟିତ ହେବେ । ପ୍ରେମିକ ପ୍ରେମିକାମାନେ ବୁଲିଯିବାର ସୁଯୋଗ ପାଇବେ । ପ୍ରତିକାର:-ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ ।

ଧନୁ:-

ସମୟକୁ ହାତ ଛଡ଼ା ନ କରିବା ଉଚିତ୍ । କାରଣ ସମସ୍ତ କାର୍ଯ୍ୟରେ ଶୁଭଫଳ ପ୍ରାପ୍ତି ହେବ । ଭାଗ୍ୟୋନ୍ନତି, ଯଶମାନ ପ୍ରତିଷ୍ଠା ଲାଭର ଯୋଗ ଅଛି । ପରିବାରରେ ମାନ ମନାନ୍ତର ଦୂର ହେବ । ବ୍ୟବସାୟୀମାନେ ନୂତନ ବାଣିଜ୍ୟର ପରିକଳ୍ପନା କରିବେ । ଜମିଜମା ସଙ୍କ୍ରାନ୍ତିୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପାଦନ ହେବ । ରାଜନୈତିକ କ୍ଷେତ୍ରରେ ଯଶ, ମାନ ବୃଦ୍ଧି ହେବ । ବିଚାର ବିଭାଗ ରାୟ ସପକ୍ଷରେ ଯିବ । ଶିକ୍ଷା କ୍ଷେତ୍ରରେ ମାନସିକ ସ୍ଥିରତା ଦେଖାଦେବ । ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ ।

ମକର:-

କର୍ମକ୍ଷେତ୍ରରେ ଚିନ୍ତା କରିଥିବା କାମ ଗୁଡିକ ସହଜରେ ସମ୍ପର୍ଣ୍ଣ ହେବ । ଦୃଢ଼ ଆତ୍ମବିଶ୍ୱାସ ଦ୍ୱାରା ସମସ୍ତ ବାଧା ବିଘ୍ନକୁ ଅତିକ୍ରମ କରି ଆଗକୁ ବଢ଼ିବାର ଯୋଜନା ସଫଳ ହେବ । ପୁରାତନ ରୋଗର ଉପସମ ଯୋଗେ ସ୍ୱାସ୍ଥ୍ୟରେ ଉନ୍ନତି, ମାନସିକ ସ୍ଥିରତା ଓ ଚିତ୍ତପ୍ରସନ୍ନ ସହ କାର୍ଯ୍ୟ ସିଦ୍ଧି ହେବ । ଯୌଥ ବ୍ୟବସାୟ ସମ୍ପର୍କୀୟ କୌଣସି ଘଟଣା ଯୋଗୁ ଆପଣ ବିଶେଷ ବ୍ୟସ୍ତ ରହିବେ । ପରିବାରରେ ସୁଖ ସମ୍ପଦ ପ୍ରାପ୍ତି ହେବ । ଉଚ୍ଚଆଶା ସଫଳ ହେବ । ପ୍ରତିକାର- ଅସହାୟଙ୍କୁ ସାହାଯ୍ୟ କରନ୍ତୁ ।

କୁମ୍ଭ:-

ସରକାରୀ କାମରେ ସଫଳତା ମିଳିବ । ପେଶା, ବ୍ୟବସାୟ, ଭାଗୀଦାରି ଓ ବନ୍ଧୁମିତ୍ରଙ୍କ ଦ୍ୱାରା ଲାଭବାନ ହେବେ । ବହୁତ ଦିନରୁ ଅଟକିଥିବା କାର୍ଯ୍ୟ ତ୍ୱରାନ୍ୱିତ ହେବ । ଧାର୍ମିକ କାର୍ଯ୍ୟପ୍ରତି ମନ ବଳାଇବେ । ଏକ ବିରାଟ କାର୍ଯ୍ୟର ସଂକଳ୍ପ ନେଇ ଆଗେଇବେ । ବିଦ୍ୟାର୍ଥୀମାନେ ନିଜର ଉଦ୍ଦେଶ୍ୟକୁ ସଫଳ କରିବାରେ ସକ୍ଷମ ହେବେ । ପାରିବାରିକ ସମସ୍ୟା ବୁଝାମଣା ମଧ୍ୟରେ ସମାଧାନ ହେବ । ସ୍ୱାସ୍ଥ୍ୟ ପାଇଁ ସତର୍କ ରହିବା ଉଚିତ୍ । ପ୍ରତିକାର- ଶିବମନ୍ଦିରରେ କଞ୍ଚାକ୍ଷୀର ଢାଳି ପାଦୁକ ପାନ କରନ୍ତୁ ।

ମୀନ:-

ସମସ୍ତ ଦିଗରୁ ଜୟ ଜୟକାର ହେବ । ପ୍ରତ୍ୟେକ ସମସ୍ୟାକୁ ଗମ୍ଭୀରତା ସହ ଚିନ୍ତା କରି ସମାଧନ କରିବେ । ନୂତନ ଯୋଜନାରେ ସଫଳତା ମିଳିବ । ବ୍ୟବସାୟବୃଦ୍ଧି ଆର୍ଥିକ ଉନ୍ନତିରେ ସଫଳତା ଓ ମାନ ସମ୍ମାନ ବୃଦ୍ଧି ହେବ । କର୍ମକ୍ଷେତ୍ରରେ ଉତ୍ତମକାର୍ଯ୍ୟ କରି ପଦୋନ୍ନତି ପାଇବେ । ନୂତନ କର୍ମନିଯୁକ୍ତି କ୍ଷେତ୍ରରେ ସଫଳ ହେବେ । ସନ୍ତାନ ମାନଙ୍କ ଭବିଷ୍ୟତ ନେଇ ବଡ଼ ଧରଣର କାର୍ଯ୍ୟ ସମ୍ପାଦନ କରିବେ । ପାରିବାରିକ ଜୀବନ ସୁଖ ଶାନ୍ତିରେ କଟିବ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

Jyotirbid Dr. Pramod Satapathy
Jantra Jyotisha, Cuttack

For personalized consultation and appointment,
you can connect on WhatApp @ 7008758366 or 9437006746
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 9937745975 or 9437006746


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!