ଦୈନିକ ରାଶିଫଳ: ୧୩ ଜୁଲାଇ ୨୦୧୮

ଶେୟାର କରନ୍ତୁ ଅନ୍ୟମାନକ ସହିତ

ଦୈନିକ ରାଶିଫଳ: ୧୩ ଜୁଲାଇ ୨୦୧୮

ମେଷ:-

ପରିବାରରେ ସୁସ୍ଥ ବାତାବରଣ ଜାରି ରହିବ। ପରସ୍ପରକୁ ସାହାଯ୍ୟ କରି ଉତ୍ତମ ଯୋଜନାବଦ୍ଧ ହେବାର ସମ୍ଭାବନା ଅଛି। ବନ୍ଧୁବାନ୍ଧବ ମାନେ ଆର୍ଥିକ କ୍ଷେତ୍ରରେ ସାହାଯ୍ୟ ସହଯୋଗ କରିବେ। ସାମାଜିକ ସ୍ତରରେ ନିଜର ଉପସ୍ଥିତି ବୁଦ୍ଧି ପ୍ରୟୋଗ କରି କାର୍ଯ୍ୟ ହାସଲ କରିବେ। ଖେଳ, କୁଦ, ପ୍ରତିଯୋଗିତାରେ ଓ ବିଦ୍ୟା କ୍ଷେତ୍ରରେ ପ୍ରଶଂସା ପାଇବେ। ପ୍ରତିକାରଅସହାୟ ଲୋକଙ୍କୁ ସାହାଯ୍ୟ କରନ୍ତୁ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:-

ନିର୍ମାଣ ମୂଳକ ଯୋଜନାରେ ଆଗେଇପାରିବେ। ପାରିବାରିକସ୍ଥିତି ସନ୍ତୋଷ ଜନକ ହେବ। ରାଜନୀତିରେ ସଫଳତା ମିଳିବ। ପିଲାମାନଙ୍କ କାର୍ଯ୍ୟରେ ଆନନ୍ଦିତ ହେବେ। ପଡୋଶୀମାନେ ସମ୍ମୁଖରେ ପ୍ରଶଂସା କରି ପଛରେ ନିନ୍ଦା କରିବେ। ମହିଳାମାନେ ମାଙ୍ଗଳିକ କାର୍ଯ୍ୟରେ ରତ ହେବେ। ବ୍ୟବସାୟରେ ଉନ୍ନତି ହେବ। ମାନସିକ ଶାନ୍ତି ମିଳିବ ଓ ଋଣଭାର ଲାଘବ ହେବ। ସ୍ୱାସ୍ଥ୍ୟ ଭଲ ରହିବ। ପ୍ରତିକାର ଚଣାଡାଲି ମନ୍ଦିରରେ ଦାନ କରନ୍ତୁ।

<< ଓଡିଆ କ୍ୟାଲେଣ୍ଡର ୨୦୧୮ >>> | <<< Janma Patrika>>>

ମିଥୁନ:-

ସାଧୁ-ସନ୍ଥ ଓ ଗୁରୁଜନଙ୍କ ଶୁଭାଶୀର୍ବାଦ ପ୍ରାପ୍ତ ହେବ। ଶୁଭ ବା ମଙ୍ଗଳ କାମ କରିପାରିବେ। ଶତୃ ଓ ବିରୋଧୀମାନେ ପରାସ୍ତ ହେବେ। ରାଜନୀତି କ୍ଷେତ୍ରରେ ସମ୍ମାନ ପାଇବେ। ବିଦ୍ୟା କ୍ଷେତ୍ରରେ ଆଶାମୁତାବକ ଫଳ ପାଇବେ। ପ୍ରସିଦ୍ଧ ବ୍ୟକ୍ତିମାନଙ୍କ ସହ ସୁସମ୍ପର୍କ ରହିବ। ବୁଦ୍ଧିମାତା କାରଣରୁ ସମସ୍ତ କ୍ଷେତ୍ରରେ ଲାଭ ମିଳିବ। ପ୍ରତିକାରଷଣ୍ଢକୁ ଗୁଡରୁଟି ଖୁଆନ୍ତୁ।

କର୍କଟ:

ଆର୍ଥିକ ସ୍ଥିତିରେ ପରିବର୍ତ୍ତନ ହେବ। ମିତ୍ର ଓ ସହଯୋଗୀଙ୍କ ଦ୍ଵାରା ଆଶାତୀତ ସହଯୋଗ ମିଳିବ। ନୂଆ କାମ ନୂଆ ପ୍ରେରଣା ଦେବ। ଅତୀତ କଥାକୁ ଚିନ୍ତା କରି ଭାବପ୍ରବଣତା ବୃଦ୍ଧି ହେବ। ପଡୋଶୀମାନେ ସ୍ଵାର୍ଥ ହାସଲ କରିବା ପାଇଁ ବାକ୍ ଚତୁରୀ କଥା କହି କାର୍ଯ୍ୟ ପୂରଣ କରିବେ। ବିହିନ୍ନ ପ୍ରକାର କଥା ଚିନ୍ତାକରି ମନ ଭଲ ଲାଗିବ ନାହିଁ। ପ୍ରତିକାର କୁକୁରକୁ ରୁଟି ମିଠା ଖାଇବାକୁ ଦିଅନ୍ତୁ।

ସିଂହ:-

ବ୍ୟବସାୟରେ ବକେୟା ଅର୍ଥ ଆଦାୟ ହେବ। ମାନସିକ ଦୁଶ୍ଚିନ୍ତା, ଶତୃବଧା ଦୂରେଇ ଯିବ। ସନ୍ତାନ ସନ୍ତତିଙ୍କ ମର୍ଜି ରକ୍ଷାକରି ଶାନ୍ତି ପାଇବେ। ନିର୍ମାଣ, ଯୋଗାଯୋଗ, ସଭାସମିତି ପାଇଁ ଅଧିକ ସମୟ ଦେବାକୁ ପଡିବ। ବହୁତ ଦିନରୁ ରଖିଥିବା ଧନ ଭିନ୍ନ ବାଟରେ ଖର୍ଚ୍ଚ ହୋଇଯିବ। ଆୟ ତୁଳନାରେ ବ୍ୟୟ ଅଧିକ ହେବ। କଠିନ ପରିଶ୍ରମ କରିବେ। ପ୍ରତିକାର:- ଅସହାୟା ବୃଦ୍ଧାଙ୍କୁ ସାହାଯ୍ୟ କରନ୍ତୁ।

କନ୍ୟା:-

ବ୍ୟବସାୟରେ ଇଚ୍ଛା ମୁତାବକ ଲାଭପାଇବେ। ଅନେକ ଶୁଭ କର୍ମର ସୁଯୋଗ ପାଇବେ। ରାଜନୀତି କ୍ଷେତ୍ରରେ ପ୍ରତିଷ୍ଠା ପ୍ରତିପତ୍ତି ବୃଦ୍ଧି ପାଇବ। ମହିଳାମାନେ ବିଭିନ୍ନ ପ୍ରକାର ସମସ୍ୟା ଭିତରେ ରହି କାର୍ଯ୍ୟ ହାସଲ କରିବେ। ବିଦ୍ୟା କ୍ଷେତ୍ରରେ ମନ ଲାଗିବ। ସରକାରୀ କର୍ମଚାରୀମାନେ ଉତ୍ତମ କାର୍ଯ୍ୟ କରି ପ୍ରଶଂସା ପାଇବେ। ପ୍ରତିକାର ଗାଈକୁ ଗୁଡ ରୁଟି ଖାଇବାକୁ ଦିଅନ୍ତୁ।

ତୁଳା:-

ପାରିବାରିକ ସ୍ନେହ ସହାନୁଭୁତି ପ୍ରାପ୍ତି ହେବ। ଶତୃମାନେ ମଥାନତ କରିବେ। ପୁରାତନ ରୋଗର ଉପସମ ଓ ବନ୍ଧୁ ସମାଗମ ହେବ। ଉଚ୍ଚପଦସ୍ଥ ବ୍ୟକ୍ତି ଓ ପ୍ରସିଦ୍ଧ ବ୍ୟକ୍ତିମାନଙ୍କ ସହ ସମ୍ପର୍କ ନିବିଡ ହେବ। ବ୍ୟବସାୟ ପାଇଁ ଭ୍ରମଣ କରିବା ଫଳରେ ବିଶେଷ ଲାଭାନ୍ଵିତ ହେବେ। ଭାବି ଚିନ୍ତି କାର୍ଯ୍ୟ ନ କଲେ ଠକାମିରେ ପଡିବେ। ପ୍ରତିକାର:- ଅସହାୟା ବୃଦ୍ଧାଙ୍କୁ ସାହାଜ୍ୟ କରନ୍ତୁ।

ବିଛା:-

ଭୋଗ ବିଳାସଦ୍ରବ୍ୟ କ୍ରୟକରି ଆର୍ଥିକ ଶଙ୍କଟ ଭୋଗିବେ। ଅଭାବ ଅସୁବିଧା ଥାଇ ମଧ୍ୟ କୌଣସି କାମ ଅଟକିବନାହିଁ। ନିଜ ଚେଷ୍ଟାରେ ବାକିଥିବା ଅର୍ଥ ପାଇବେ। ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ନୂତନପନ୍ଥା ଅନୁସରଣ କରିବେ। କୌଣସି କାର୍ଯ୍ୟରେ ହାତ ଦେଲେ ବିଫଳ ହେବ। ସରକାରୀ କର୍ମଚାରୀମାନଙ୍କର କର୍ମ କ୍ଷେତ୍ରରେ ବାଧା ସୃଷ୍ଟି ହେବ। ପ୍ରତିକାରଗାଈକୁ କିଛିଖାଦ୍ୟ ଖୁଆନ୍ତୁ।

ଧନୁ:-

ଆୟବୃଦ୍ଧି, ଋଣମୁକ୍ତି ଓ କର୍ମ କ୍ଷେତ୍ରରେ ଲୋକ ସମ୍ପର୍କ ବୃଦ୍ଧି ହେବ। ବ୍ୟବସାୟରେ ଲାଭର ପରିମାଣ ଅଧିକ ହେବ। ପୂର୍ବ ଶତୃମାନେ ପଛଘୁଞ୍ଚା ଦେବେ। ସଫଳତା ଏବଂ ଲୋକ ସମ୍ପର୍କ ଆତ୍ମସନ୍ତୋଷ ବଢେଇବ। ପରିସ୍ଥିତି ଯେତେ ଜଟିଳ ହେଲେ ମଧ୍ୟ କୌଣସି ପ୍ରକାର ଅସୁବିଧା ହେବ ନାହିଁ। ମାନସିକ ଶାନ୍ତି ମିଳିବ ଓ ଋଣଭାର ଲାଘବ ହେବ। ସ୍ୱାସ୍ଥ୍ୟ ଭଲ ରହିବ। ପ୍ରତିକାର ଆରାଧ୍ୟାଦେବୀଙ୍କୁ ଭୋଗ ଲଗେଇ ପିଲାଙ୍କୁ ବାଣ୍ଟିବେ।

ମକର:-

ବିଭିନ୍ନ ବିଭାଗୀୟ ପରୀକ୍ଷା ଦେବାର ସୁଯୋଗ ପାଇବେ। ଛାତ୍ର-ଛାତ୍ରୀମାନେ ହସ ଖୁସିରେ ସମୟ କଟାଇବେ ଓ ପ୍ରତିଯୋଗିତାରେ ବିଜୟୀ ହେବେ। ଧାର୍ମିକ କାର୍ଯ୍ୟପ୍ରତି ମନ ବଳାଇବେ। ପାରିବାରିକସ୍ତର ହସ ଖୁସିରେ କଟିବ ଓ କର୍ମକ୍ଷେତ୍ରରେ ଚିନ୍ତା କରିଥିବା କାମ ଗୁଡିକ ହେବ। ସୁଖ ସମୃଦ୍ଧି ବୃଦ୍ଧି ହେବ। ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ। ବ୍ୟବସାୟରେ ଉନ୍ନତି ହେବ। ପ୍ରତିକାର ଚଣାଡାଲି ମନ୍ଦିରରେ ଦାନ କରନ୍ତୁ।

Jyotirbid Dr. Pramod Satapathy
Jantra Jyotisha, Cuttack

Jyotirbid Pandit Sudhakar Tripathy

Jantra Jyotisha, Kakatpur, Puri

For personalized consultation and appointment,
you can connect on WhatApp @ 7008758366 or 9937551988
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 7008758366 or 9937551988

କୁମ୍ଭ:-

ସହକର୍ମୀମାନଙ୍କ ସହ ଶତ୍ରୁତା ମେଣ୍ଟିଯିବ। କର୍ମଚାରୀମାନେ କର୍ମ କ୍ଷେତ୍ରରେ ପ୍ରଶଂସିତ ହେବେ। ପରୀକ୍ଷା, ପ୍ରତି ଯୋଗୀତା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ। ଶତୃମାନେ ପରାଜିତ ହେବେ। ପ୍ରତେକ କ୍ଷେତ୍ରରେ ବିନୟପୂର୍ଣ୍ଣ କଥା କହି ପରିସ୍ଥିତିକୁ ହାଲୁକା କରିବାରେ ସମର୍ଥ ହେବେ। ନିଜର କାମକୁ ପଛରେ ପକାଇ ଅନ୍ୟଦ୍ଵାରା ପ୍ରଭାବିତ ହୋଇ କୌଣସି ଶୁଭ କାମ କରିବେ। ପ୍ରତିକାର ଗାଈକୁ ଘାସ ଖାଇବାକୁ ଦିଅନ୍ତୁ।

ମୀନ:-

ବିଦ୍ୟାଧ୍ୟୟନ ସମ୍ବନ୍ଧୀୟ ଶୁଭ ସମାଚାର ମିଳିବ। ଗୁରୁ ଗୁରୁଜନ ଆପଣଙ୍କ ବୁଦ୍ଧିକୁ ପ୍ରଶଂସା କରିବେ। ଭାଇ ବନ୍ଧୁ ମାନଙ୍କ ଠାରୁ ଲାଭ ମିଳିବ। ଅଫିସରେ କରିଥିବା କାମର ଶୁଭ ସୂଚନା ଶୁଣିବାକୁ ପାଇବେ। ମାନସିକ ଶାନ୍ତି ମିଳିବ ଓ ଋଣଭାର ଲାଘବ ହେବ। ସ୍ୱାସ୍ଥ୍ୟ ଭଲ ରହିବ। ମହିଳାମାନେ ନିଜର ଇଛା ବିରୋଧରେ କୌଣସି କର୍ମକରି ଅନୁତାପ କରିବେ। ପ୍ରତିକାର- ଅସହାୟ ଲୋକଙ୍କୁ ଖାଦ୍ୟ ଦିଅନ୍ତୁ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!