ଦୈନିକ ରାଶିଫଳ: ୧୩ ଜୁଲାଇ ୨୦୧୯, ଶନି ଦେବଙ୍କ କୃପାରୁ ଆଜି ଏହି ସବୁ ରାଶି ବ୍ୟକ୍ତିଙ୍କର ବ୍ୟବସାୟରେ ପ୍ରବଳ ଲାଭ ହେବ

ଶେୟାର କରନ୍ତୁ ଅନ୍ୟମାନକ ସହିତ

ମେଷ:-

ବ୍ୟବସାୟରେ କଠିନ ପରିଶ୍ରମ କରିବେ। ପରୀକ୍ଷାରେ ସଫଳ ହୋଇ ଉଚ୍ଚ ଶିକ୍ଷାର ସୁଯୋଗ ପାଇବେ। ପାରିବାରିକ ଜୀବନରେ ଶାନ୍ତି ଆସିବା ସହ ଦାମ୍ପତ୍ୟ ସୁଖ ବୃଦ୍ଧିହେବ। ବାଦବିବାଦ, ମାଲିମୋକଦ୍ଦମାରେ ବିଜୟ ଲାଭ କରିବେ। କର୍ମ କ୍ଷେତ୍ରରେ ପ୍ରଶଂସିତ ହେବେ। ରାଜନେତା ମାନଙ୍କର ସାମାଜିକ ପ୍ରତିଷ୍ଠା, ମାନ-ସମ୍ମାନ ବୃଦ୍ଧି ହେବ। ଅଧ୍ୟୟନ, ଅଧ୍ୟାପନା ତଥା ରଚନାତ୍ମକ କ୍ଷେତ୍ରରେ ସମ୍ମାନିତ ହେବେ। କ୍ରିଡା, ପ୍ରତିଦ୍ଵନ୍ଦିତା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ। ବଡପଣିଆ ଦେଖାଇଲେ ମନ୍ଦଫଳ ଭୋଗିବାକୁ ପଡିବ। ପ୍ରତିକାର- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:-

ବକେୟା ଅର୍ଥ ପ୍ରାପ୍ତି ହେବା ଫଳରେ ଆର୍ଥିକ କ୍ଷେତ୍ରରେ ଉନ୍ନତି ହେବ। ବରିଷ୍ଠ ବ୍ୟକ୍ତିଙ୍କ ସହ ସୁ ସମ୍ପର୍କ ଫଳରେ ପ୍ରଶଂସା ପାଇବେ। ନୂତନ କାର୍ଯ୍ୟ କରିବାର ସୁଯୋଗ ପାଇବେ। କର୍ମ କ୍ଷେତ୍ରରେ ପଦୋନ୍ନତିର ସୂଚନା ପାଇବେ। ନୂତନ କର୍ମପ୍ରାପ୍ତିର ସୁଯୋଗ ମିଳିବ। ଋଣ ଭାରରୁ ମୁକ୍ତି ପାଇବେ। ସୁଖ ସମୃଦ୍ଧି ବୃଦ୍ଧି ପାଇବ। ଜମି, ଜମା, ଘରବାଡ଼ି ନେଇ ଅଦାଲତର ଦ୍ୱାରସ୍ଥ ହେଲେ ଜୟଯୁକ୍ତ ହୋଇ ପାରନ୍ତି। ପାରିବାରିକ ଜୀବନ ସୁଖମୟ ହେବ। ଦୂରସ୍ଥାନକୁ ଯାତ୍ରା କରି ଶାରୀରିକ ଅସୁସ୍ଥତା ଅନୁଭବ କରିବେ। ଛାତ୍ରଛାତ୍ରୀମାନେ ଅଯଥାରେ ସମୟ ନଷ୍ଟ ନ କରି ସଜାଗ ରହିବେ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ମିଥୁନ:-

ଯାନ, ବାହନ, ଜାଗା, ଜମି, ଗୃହପୋକରଣ ଆଦି କ୍ରୟ କରିବା ପାଇଁ ଯୋଜନା କରି ପାରନ୍ତି। ନୂତନ କର୍ମଆଶାୟୀ ଯୁବକ ଯୁବତୀମାନଙ୍କର ଆଶା ପୂରଣ ହେବ। କର୍ମକ୍ଷେତ୍ରରେ ଉତ୍ତମ ରୋଜଗାର ହେବ। ସାମାଜିକ କ୍ଷେତ୍ରରେ ଉତ୍ତମ କାର୍ଯ୍ୟ କରି ପ୍ରଶଂସା ପାଇବେ। ବ୍ୟବସାୟ କ୍ଷେତ୍ରରୁ ଆର୍ଥିକ ବୃଦ୍ଧି ସହ ବକେୟା ଅର୍ଥ ପ୍ରାପ୍ତି ହେବ। ଋଣ କରିଲେ ଋଣ ମିଳିଯିବ। ସ୍ୱାସ୍ଥ୍ୟ ଭଲ ରହିବ। ପିତା-ମାତାଙ୍କ ସହ ସମ୍ପର୍କ ଭଲ ରହିବ। ମହିଳାମାନେ ଧାର୍ମିକ କାର୍ଯ୍ୟରେ ଯୋଗ ଦେବେ। ରାଜନେତା ମାନେ ଦୂର ସ୍ଥାନକୁ ଯାତ୍ରା କଲେ ସାମାଜିକ ପ୍ରତିଷ୍ଠା, ମାନ-ସମ୍ମାନ ବୃଦ୍ଧି ହେବ। ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ।

କର୍କଟ:-

ବ୍ୟବସାୟର ପ୍ରସାର ଫଳରେ ଆଶାତୀତ ଲାଭ ପାଇବେ। ଶତୃମାନେ ପରାଜିତ ହେବେ। ନୂତନ କର୍ମ ପ୍ରାପ୍ତିର ସୁଯୋଗ ପାଇବେ। ପତି ପତ୍ନୀଙ୍କ ମଧ୍ୟରେ ବୁଝାମଣା ଭଲ ରହିବ ଦାମ୍ପତ୍ୟ ସୁଖରେ ସୁଖୀ ହେବେ। ସାମାଜିକ ପ୍ରତିଷ୍ଠା ଓ ମାନ-ସମ୍ମାନ ବୃଦ୍ଧିହେବ। ପ୍ରେମିକ ପ୍ରେମିକାମାନେ ଗୁପ୍ତ ପ୍ରେମରେ ସଫଳ ହୋଇ ପାରନ୍ତି। ଛାତ୍ର-ଛାତ୍ରୀମାନେ ଉଚ୍ଚଶିକ୍ଷା କ୍ଷେତ୍ରରେ ସଫଳ ହେବେ ଓ ପରୀକ୍ଷାରେ ସଫଳ ହେବେ। ପାରିବାରିକ କ୍ଷେତ୍ରରେ ପୁରୁଣା ସମସ୍ୟା ସମାଧାନ ହୋଇ ଆର୍ଥୀକ ଉନ୍ନତି ଘଟିବ। ପିତା ମାତାଙ୍କ ଠାରୁ ସହଯୋଗ ମିଳିବ। ପ୍ରତିକାର- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

ସିଂହ:-

କର୍ମକ୍ଷେତ୍ରରେ ଜବରଦସ୍ତି ନ୍ୟାୟ ମିଳିବା ସହ ଉନ୍ନତିର ରାସ୍ତା ଦେଖାଦେବ। ମାନସିକ ଶାନ୍ତି ମିଳିବ ଓ ସ୍ୱାସ୍ଥ୍ୟରେ ଉନ୍ନତି ପରିଲକ୍ଷିତ ହେବ। ଘରୋଇ ସମସ୍ୟାର ସମାଧାନ ହୋଇ ବ୍ୟବସାୟିକ ସଫଳତା ମିଳିବା ସହ ଆୟର ସ୍ରୋତ ଖୋଲିଯିବ।  ଦାମ୍ପତ୍ୟ କଳହର ଅବସାନ ଘଟିବ। ବକେୟା ଅର୍ଥ କିଛି ମିଳିବ। ପାରିବାରିକ କ୍ଷେତ୍ରରେ ସ୍ନେହସଦ୍ଭାବର ବୃଦ୍ଧି ହେବ। ସନ୍ତାନ-ସନ୍ତତିଙ୍କ ମର୍ଜି ରକ୍ଷା କରି ଶାନ୍ତି ପାଇବେ। ବ୍ୟବସାୟୀମାନଙ୍କର ଲାଭ ଅଧିକ କରିବେ ଓ ବୈଷୟିକ ରୁଚି ପୂର୍ତ୍ତି ହେବ। ରାଜନୀତି କ୍ଷେତ୍ରରେ ଧୈର୍ଯ୍ୟ ଓ ସହନଶୀଳତା ଯୋଗେ ଯଶ ମିଳିବ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

କନ୍ୟା:-

ଅର୍ଥ ସମ୍ପର୍କିତ ଚୁକ୍ତିପତ୍ର କଲେ ଲାଭବାନ୍ ହେବେ। ପୁଞ୍ଜି ଲଗାଣ, ଉଦ୍ୟୋଗ, ଧନ ଆଦାନ ପ୍ରଦାନରେ ଲାଭବାନ୍ ହେବେ। କର୍ମ କ୍ଷେତ୍ରରେ ଉଚ୍ଚାଧିକାରୀଙ୍କ ସହଯୋଗରେ ଉନ୍ନତି ହେବ। ବାଦବିବାଦ, ମାଲିମୋକଦ୍ଦମା, ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତ୍କାରରେ ବିଜୟୀ ହେବେ। ପାରିବାରିକ କ୍ଷେତ୍ରରେ ସ୍ୱାର୍ଥ ପ୍ରବୃତ୍ତିର ଶୀକାର ହୋଇ ସମ୍ପର୍କର ମଧୁର ସ୍ୱାଦ ଅନୁଭବ କରିବେ। ନୂତନ ଯୋଜନା ପ୍ରସ୍ତୁତ କରି ବ୍ୟବସାୟରେ ଆୟ ଉପାର୍ଜ୍ଜନର ବୃଦ୍ଧି ହେବ। ସନ୍ତାନର ଶିକ୍ଷା ପାଇଁ ଦୂର ଯାତ୍ରା କରିବାକୁ ପଡ଼ି ପାରେ। ଯାନବାହନରେ ସତର୍କତା ଅବଲମ୍ବନ କରିବା ଉଚିତ୍। ପ୍ରତିକାର– ଷଣ୍ଢକୁ ଖାଇବାକୁ ଦିଅନ୍ତୁ।

ତୁଳା:-

କର୍ମକ୍ଷେତ୍ରରେ ଆୟର ସ୍ରୋତ ବୃଦ୍ଧି ହେବ। ବିଦ୍ୟାରେ ଉନ୍ନତି ଓ ଉଚ୍ଚ ବିଦ୍ୟା ଅଧ୍ୟୟନ ପାଇଁ ସୁଯୋଗ ପାଇବେ। ଜମିଜମା ସଂକ୍ରାନ୍ତୀୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପାଦନ ହେବ। ସ୍ୱାସ୍ଥ୍ୟରେ ଉନ୍ନତି ଘଟିବ। ବନ୍ଧୁମିତ୍ରଙ୍କ ସହ ମନୋରଞ୍ଜନ, ଭ୍ରମଣ ଫଳରେ ହସଖୁସିର ବାତାବରଣ ସୃଷ୍ଟି ହେବ। ବାଦବିବାଦ, ମାଲିମୋକଦ୍ଦମା, ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତ୍କାରରେ ସଫଳ ହେବେ। ଧୈର୍ଯ୍ୟ ଓ ସହନଶୀଳତା ଯୋଗେ ଯଶ ମିଳିବ। ସାମାଜିକ ପତିଆରା ଅମଳିନ ରହିବ। ଆୟ ଉପାର୍ଜନ ବୃଦ୍ଧି ହେବ। ବ୍ୟବସାୟ ପାଇଁ ଦୂରଯାତ୍ରାର ସୁଯୋଗ ପାଇବେ। ପ୍ରତିକାର:- ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ।

ବିଚ୍ଛା:-

ଆର୍ଥିକ ଦିଗରୁ ସୁବିଧା ଓ ସ୍ୱାସ୍ଥ୍ୟରେ ଉନ୍ନତି ହେବା ଫଳରେ ମନ ଖୁସି ରହିବ। ବ୍ୟବସାୟରେ ଅଚାନକ ଧନପ୍ରାପ୍ତି ହେବ। ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା, ମାଲିମୋକଦ୍ଦମା ଓ ସାକ୍ଷାତ୍କାରରେ ବିଜୟୀ ହେବେ। ପାରିବାରିକ କ୍ଷେତ୍ରରେ ବୁଝାମଣା ଠିକ୍ ରହିବ ଓ ପୈତୃକ ସମ୍ପତ୍ତି ନେଇ ପାରିବାରିକ ଦ୍ୱନ୍ଦ ସମାଧାନ ହୋଇ ପାରେ। ଉଚ୍ଚାଧିକାରି ଓ ସହକର୍ମୀମାନେ କର୍ମକ୍ଷେତ୍ରରେ ସହଯୋଗ କରିବେ। ନୂତନ ବ୍ୟବସାୟ ଆରମ୍ଭ କଲେ ଆଶାତୀତ ଲାଭ ହେବ। ନୂତନ କର୍ମ ନିଯୁକ୍ତିର ସୂଚନା ପାଇବେ। ରାଜନେତାମାନଙ୍କର ଅଶାନ୍ତି ଦୂରେଇଯିବ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ଧନୁ:-

ପୁରାତନ ରୋଗର ଉପଶମ ହେବା ଫଳରେ ମନ ଶାନ୍ତ ରହିବ। ପାରିବାରିକ କ୍ଷେତ୍ରରେ ଶାନ୍ତି ଶୃଙ୍ଖଳା ଦେଖାଦେବ। ଅନ୍ୟର ଉପକାର କରି ପ୍ରଶଂସିତ ହେବେ। ବ୍ୟବସାୟରେ ନୂତନଧାରା ଖୋଲିବେ। ନିର୍ମାଣମୂଳକ ଯୋଜନାରେ ଆଗେଇବେ। ଋଣରୁ ମୁକ୍ତି ମିଳିବ। ଶତ୍ରୁବାଧା ଦୂରେଇ ଯିବ। ମାଙ୍ଗଳିକ କାର୍ଯ୍ୟ ସମ୍ପାଦନ ହେବ। ବାଦବିବାଦ, ମାଲିମୋକଦ୍ଦମା ଓ ସାକ୍ଷାତ୍କାରରେ ସଫଳ ହେବେ। ଶତୃମାନେ ପରାଜିତ ହୋଇ ମିତ୍ରଭାବ ଆଚରଣ କରିବେ। ପିଲାମାନଙ୍କ କାର୍ଯ୍ୟରେ ସନ୍ତୁଷ୍ଟ ହେବେ। କର୍ମଜୀବିମାନଙ୍କର ସାମାଜିକ ପ୍ରତିଷ୍ଠା, ମାନ-ସମ୍ମାନ ବୃଦ୍ଧି ହେବ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ମକର:-

ଆର୍ଥିକସ୍ଥିତି ସନ୍ତୋଷପ୍ରଦ ହେବ। ନୂତନ ଯୋଜନା ପ୍ରସ୍ତୁତ କରି ବ୍ୟବସାୟର ପ୍ରସାର ଫଳରେ ଆୟ ବୃଦ୍ଧି ପାଇବ। ପ୍ରିୟଜନଙ୍କ ଉନ୍ନତିରେ ଆନନ୍ଦିତ ହେବେ। ବିବାଦୀୟ ପରିସ୍ଥିତି ସମାଧାନ ହୋଇ ସ୍ୱାସ୍ଥ୍ୟଗତ ସମସ୍ୟାର ଉନ୍ନତି ହେବ। ପାରିବାରିକ କ୍ଷେତ୍ରରେ ଭୂଲ ବୁଝାମଣା କଟି ଯାଇ ଶାନ୍ତିର ବାତାବରଣ ସୃଷ୍ଟି ହେବ। ସନ୍ତାନ ସନ୍ତତି ଅତ୍ୟଧିକ ପରିଶ୍ରମ କରି ଲାଭ ପାଇବେ। କର୍ମକ୍ଷେତ୍ରରେ ନୂତନ ଦାୟିତ୍ୱ ନେଇ ଧାଁ ଦଉଡ଼ କରିବାକୁ ପଡ଼ିବ। ବାଦବିବାଦ, ମାଲିମୋକଦ୍ଦମା, ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତ୍କାରରେ ସଫଳ ହେବେ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

କୁମ୍ଭ:-

ଆୟ ଉପାର୍ଜନର ବୃଦ୍ଧି ହେବ। ନୂତନ କାର୍ଯ୍ୟରେ ହାତଦେଇ କୃତ କାର୍ଯ୍ୟ ହେବେ। କୋର୍ଟ କଚେରୀ ମାମଲାରେ ବିଜୟୀ ହେବେ। ଜାଗା, ଜମି, ଗୃହପୋକରଣ କ୍ରୟ କରିବେ। ସହକର୍ମୀମାନେ ପରସ୍ପରକୁ ସାହାଯ୍ୟ ସହଯୋଗ କରି, ଗଠନମୂଳକ କାର୍ଯ୍ୟ ହାତକୁ ନେବେ। ଦୂରଯାତ୍ରାର ସୁଯୋଗ ପାଇବେ। ସାମାଜିକ ସ୍ତରରେ ସହନଶୀଳତା ଗୁଣରୁ ପ୍ରଶଂସିତ ହେବେ। ବ୍ୟବସାୟରେ ଆଶାତୀତ ଲାଭ ମିଳିବ। ବାଦବିବାଦ, ମାଲିମୋକଦ୍ଦମା, ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତ୍କାରରେ ବିଜୟୀ ହେବେ। ଆୟ ଅପରିବର୍ତ୍ତିତ ରହି ପରିବାରରେ ସୁସ୍ଥ ବାତାବରଣ ଜାରି ରହିବ। ପ୍ରତିକାର- ମୁହଁ ମିଠାକରି ଘରୁ ବାହାରନ୍ତୁ।

ମୀନ:-

ସମସ୍ୟା ସମାଧାନ ପାଇଁ ବନ୍ଧୁଙ୍କ ସାହାଯ୍ୟ ନେଇ ଆଲୋଚନା କ୍ଷେତ୍ରରେ ସୁଫଳ ପାଇବେ। କର୍ମଚାରୀମାନେ ଭାରସାମ୍ୟ ରକ୍ଷାକରି ନିମ୍ନବର୍ଗଙ୍କ ଯୋଗେ ପରିସ୍ଥିକୁ ନିଜ ତରଫରେ ନେଇ, ସ୍ଵାର୍ଥସିଦ୍ଧିର ପଥକୁ ପ୍ରଶସ୍ତ କରିବେ। ପାରିବାରିକ କ୍ଷେତ୍ରରେ ଆତ୍ମସନ୍ତୋଷ ଲାଭ ଓ ସାମାଜିକ ଭାବମୂର୍ତ୍ତି-ସୁରକ୍ଷା ହେବ । କର୍ମକ୍ଷେତ୍ରରେ ନିଜକୁ ନିୟନ୍ତ୍ରଣ ମଧ୍ୟରେ ରଖିବାପାଇଁ ସମର୍ଥ ହେବେ। ଧର୍ମକାର୍ଯ୍ୟପ୍ରତି ମନବଳାଇ ବହୁତ ଶାନ୍ତି ଲଭିବେ। ବାଦବିବାଦ, ମାଲିମୋକଦ୍ଦମା, ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତ୍କାରରେ ସଫଳ ହେବେ। ସାମାଜିକ ପ୍ରତିଷ୍ଠା, ମାନ-ସମ୍ମାନ ବୃଦ୍ଧି ହେବ। ପ୍ରତିକାର- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

Jyotirbid Dr. Pramod Satapathy
Jantra Jyotisha, Cuttack

Jyotirbid Pandit Sudhakar Tripathy
Jantra Jyotisha, Kakatpur, Puri

For personalized consultation and appointment,
you can connect on WhatApp @ 7008758366 or 9937551988
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 7008758366 or 9937551988


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!