ଦୈନିକ ରାଶିଫଳ: ୧୩ ଜୁଲାଇ ୨୦୨୦, ମହାଦେବଙ୍କ କୃପାରୁ ଆଜି ଏହି ସବୁ ରାଶି ବ୍ୟକ୍ତିଙ୍କୁ ମିଳିବ ଆକସ୍ମିକ ଧନ ଲାଭ

ଶେୟାର କରନ୍ତୁ ଅନ୍ୟମାନକ ସହିତ

୨୦୨୦ ମସିହା, ଜୁଲାଇ ମାସ ୧୩ ତାରିଖ, ସୋମବାର, ମିଥୁନ ମାସ ୨୯ ଦିନ, ଶ୍ରାବଣମାସ, କୃଷ୍ଣପକ୍ଷ, ଅଷ୍ଟମୀ ତିଥି, ସନ୍ଧ୍ୟା ୬ଟା ୯ମିନିଟ୍ ଗତେ ନବମୀ ତିଥି, ରେବତୀ ନକ୍ଷତ୍ର, ମୀନ ରାଶିରେ ଚନ୍ଦ୍ର, ଦିବା ୧୧ଟା ୧୩ମିନିଟ୍ ଗତେ ଅଶ୍ଵିନୀ ନକ୍ଷତ୍ର, ମେଷ ରାଶିରେ ଚନ୍ଦ୍ର। ମିଥୁନ ରାଶିର ଘାତବାର। ଧନୁ ରାଶିର ଘାତଚନ୍ଦ୍ର, ଦିବା ୧୧ଟା ୧୩ମିନିଟ୍ ଗତେ ମେଷ ରାଶିର ଘାତଚନ୍ଦ୍ର। ନଡିଆ, ଆମିଷ ନ ଖାଇଲେ ଭଲ, ସନ୍ଧ୍ୟା ୬ଟା ୯ମିନିଟ୍ ପରେ ଲାଉ ନ ଖାଇଲେ ଭଲ। ଶୁଭସମୟ ସକାଳ ୮ଟା ୪୯ମିନିଟ୍ ରୁ ୧୦ଟା ୩୨ମିନିଟ୍, ରାତ୍ର ୯ଟା ୨୦ମିନିଟ୍ ରୁ ରାତ୍ର ୧୦ଟା ୨୯ମିନିଟ୍। ପର୍ବଦିନ ଶ୍ରାବଣ ସୋମବାର ବ୍ରତ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ମେଷ:-

ସରକାରୀ ସାହାଯ୍ୟ ଲାଭ କରିବାର ସୁଯୋଗ ପାଇବେ। ବ୍ୟବସାୟରେ ଯଥେଷ୍ଟ ଅଗ୍ରଗତି ଘଟିବ। ଘରଠୁ କର୍ମ କ୍ଷେତ୍ରକୁ ପ୍ରମୁଖତା ଦେଇ ସେଥିପାଇଁ ଆଧିକ ସମୟ ମଧ୍ୟ ଉତ୍ସର୍ଗ କରିବାକୁ ପଡିବ। ସହପାଠୀ ମାନଙ୍କ ମଧ୍ୟରେ ସମନ୍ଵୟ ରହି ବନ୍ଧୁତ୍ଵ ବୃଦ୍ଧି ପାଇବ। କେତେକ ମୁଲ୍ୟବାନ ଆସବାବ ପତ୍ର କ୍ରୟ କରିବେ। ଉପରିସ୍ଥଙ୍କୁ ସନ୍ତୁଷ୍ଠ କରିହେବ, ଯଦି କର୍ତ୍ତବ୍ୟ ପରାୟଣତା ସାଙ୍ଗକୁ ସମୟାବର୍ତ୍ତିତା ରକ୍ଷା କରି ପାରିବେ। ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ନୂତନପନ୍ଥା ଅନୁସରଣ କରିବେ। ପାରିବାରିକ କ୍ଷେତ୍ରରେ କିଛି ଭୁଲ ବୁଝାମଣା ଯୋଗୁ ମାନସିକ ଦ୍ଵନ୍ଦ ଭିତରେ ଗତି କରିବେ। ପ୍ରତିକାରକୁକୁରକୁ କିଛି ଖାଇବାକୁ ଦିଅନ୍ତୁ।  

ବୃଷ:-

ଶରୀର ସୁସ୍ଥ ରହିବା ସହ ଆର୍ଥିକ ସ୍ଥିତିରେ ବୃଦ୍ଧି ହେବ। କର୍ମ କ୍ଷେତ୍ରରେ ଗଠନମୂଳକ ପ୍ରସ୍ତାବ ଦେଇ ପ୍ରଶଂସିତ ହେବେ।ବ୍ୟବସାୟ ପାଇଁ ଯୋଗାଯୋଗ କରିଥିବା କ୍ଷେତ୍ରରୁ କୃତକାର୍ଯ୍ୟ ହେବେ। ନୂତନ ବ୍ୟବସାୟ ଆରମ୍ଭ, ବ୍ୟବସାୟ ବିସ୍ତାର କଲେ ଆଶାତିତ ଲାଭବାନ୍ ହେବେ। ସାମାଜିକ ସ୍ତରରେ ନିକଟ ସମ୍ପର୍କୀୟଙ୍କଠାରୁ ପ୍ରଶଂସିତ ହେବେ। ହାତ ପାହାନ୍ତାରେ ଥିବା ସୁଯୋଗ ଆପେ ଆପେ ଆସିଯିବ। ଅଧ୍ୟୟନ ଓ ଅଧ୍ୟାପନା ତଥା ସାମାଜିକ କ୍ଷେତ୍ରରେ ପ୍ରତିଷ୍ଠା ବଢିବ। କଳା ଓ ସଙ୍ଗୀତରେ ସୁନାମ ଅର୍ଜନ କରିବେ। ବିବାହ ଯୋଗ୍ୟ ଯୁବକ ଯୁବତୀ ମାନେ ବିବାହ କରିବାର ସୁବିଧା ସୁଯୋଗ ପାଇ ଖୁସିହେବେ।  ପ୍ରତିକାରମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ମିଥୁନ:-

ବ୍ୟବସାୟିକ ଗତିବିଧି ସାମାନ୍ୟ ରୂପରେ ଚଳିବ। କର୍ମଚରୀମାନେ ନିଜର କର୍ତ୍ତବ୍ୟ ପ୍ରତିପାଦିତ କରିବା ଫଳରେ ପ୍ରଶଂସିତ ହେବେ। କର୍ମକ୍ଷେତ୍ରରେ ଯୋଗାଯୋଗ କଲେ ଆଶା କରୁଥିବା ସ୍ଥାନକୁ ସ୍ଥାନାନ୍ତରଣ ହୋଇ ପାରିବେ। ବିବାହ ଯୋଗ୍ୟ ଯୁବକ ଯୁବତୀ ମାନେ ବିବାହ କରିବାର ସୁବିଧା ସୁଯୋଗ ପାଇ ଖୁସିହେବେ। ବିଦ୍ୟାର୍ଥି ମାନଙ୍କର ମନଅନୁକୂଳ ଫଳପ୍ରାପ୍ତି ହେବା ସହ ବିଦ୍ୟାରେ ଉନ୍ନତି ଘଟିବ। କୋର୍ଟ, କଚେରୀ, ମାଲିମକଦ୍ଦମା, ବାଦବିବାଦ ଆଗକୁ ବଢ଼ିବ। ବନ୍ଧୁବାନ୍ଧବଙ୍କ ଆଗମନରେ ଅତ୍ୟଧିକ ଖର୍ଚ୍ଚ ହେବ। ବନ୍ଧୁ ମିତ୍ର ଓ ପରିବାରଜନଙ୍କ ସହ ଯାତ୍ରା ନକରିଲେ ଭଲ। ପ୍ରତିକାର:- ଗୋମାତାକୁ କିଛି ଖାଦ୍ୟ ଦିଅନ୍ତୁ।

କର୍କଟ:-

ଧର୍ମାନୁଷ୍ଠାନ ଦିଗରୁ ପ୍ରେରଣା ମିଳିବ। ଶିକ୍ଷାକ୍ଷେତ୍ରରେ ସଫଳତା ମିଳିବ। ପରୋକ୍ଷ ଶତୃଙ୍କୁ ପ୍ରତିହତ କରି ବହୁତ ଦିନରୁ ବାକି ରହିଥିବା ଟଙ୍କା ମିଳିଯିବା ଫଳରେ ଆଶା କରିଥିବା କାମଟି ସମ୍ପନ୍ନ କରି ପାରିବେ। ବନ୍ଧୁ ମିତ୍ରଙ୍କର ଆର୍ଥିକ ସହାୟତାରେ ନୂତନପନ୍ଥା ଅନୁସରଣ କରିବେ। ପାରିବାରରେ ଉତ୍ତମ କାର୍ଯ୍ୟ କରି ପ୍ରଶଂସା ପାଇବେ। ଅତ୍ୟଧିକ କାର୍ଯ୍ୟ ଚାପ ଯୋଗୁ ଓ କଠିନ ପରିଶ୍ରମ ହେତୁ ଶାରିରୀକ ଓ ମାନସିକ କଷ୍ଟ ଭୋଗିବେ। ଆଚାର ବ୍ୟବହାର କଥାବାର୍ତ୍ତାରେ ନିୟନ୍ତ୍ରଣ ନ ରହିଲେ କୌଣସି ଭୁଲ୍ କାମ କରି ଅନୁତାପ କରି ପାରନ୍ତି। ରାଜନୀତି କ୍ଷେତ୍ରରେ  ସୁଯୋଗ ହାତ ପାହାନ୍ତାରେ ପାଇ ପାରିବେ। ପ୍ରତିକାର:- ଅସହାୟାଙ୍କୁ ସାହାଯ୍ୟ କରନ୍ତୁ।

ସିଂହ:-

ବ୍ୟବସାୟ ଦିଗରୁ ପ୍ରାୟତଃ ଅନୁକୂଳ ରହିବା ଫଳରେ ଆଶାତୀତ ଲାଭ ପାଇବାର ରାସ୍ତା ପରିସ୍କାର ହୋଇଯିବ। ପୂର୍ବରୁ ଲାଗି ରହିଥିବା ଅଫିସରେ ଟେନସନ୍ ଦୂର ହୋଇ ସୁସମ୍ବାଦ ପ୍ରାପ୍ତି ହେବ। ପାରିବାରିକ ସମସ୍ୟା ସହଜ ସରଳରେ ସମାଧାନ ହୋଇଯିବା ଫଳରେ ମନ ଶାନ୍ତିହେବ। ରାଜନୀତି କ୍ଷେତ୍ରରେ ସ୍ୱାର୍ଥରକ୍ଷା କରିବା ପାଇଁ କଠିନ ପରିଶ୍ରମ କରିବେ। ଭୋଗ ବିଳାସକୁ ତୁଚ୍ଛ ମଣି କର୍ତ୍ତବ୍ୟ ସାଧନକୁ ଭଗବତ୍ ସେବାଭଳି ମାନ୍ୟତା ଦେବେ। ସତର୍କରେ ନ ଚାଲିଲେ ଦାମ୍ପତ୍ୟ ସୁଖରେ ଅପ୍ରିତିକର ପରିସ୍ଥିତି ଦେଖାଦେଇ ପାରେ। ସାମାଜିକ ପ୍ରତିଷ୍ଠା ଓ ମାନସମ୍ମାନରେ ବାଧା ଉପୁଜି ପାରେ। ପ୍ରତିକାର କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।  

କନ୍ୟା:-

ସ୍ୱାସ୍ଥ୍ୟ ସମ୍ବନ୍ଧୀୟ ସମସ୍ୟାକୁ ନେଇ ମନସନ୍ତୁଷ୍ଟ ରହିବ। ବିବାହ ଯୋଗ୍ୟ ଯୁବକ ଯୁବତୀ ମାନେ ବିବାହ କରିବାର ସୁବିଧା ସୁଯୋଗ ପାଇ ଖୁସିହେବେ। କର୍ମକ୍ଷେତ୍ରରେ କଠିନ ପରିଶ୍ରମ କରି ପଦୋନ୍ନତିର ସୂଚନା ପାଇବେ। ବ୍ୟବସାୟ କ୍ଷେତ୍ରରୁ ମନ ମୁତାବକ ଲାଭ ପ୍ରାପ୍ତି ହେବ। ଅଚାନକ ଧନପ୍ରାପ୍ତି, ଜାଗା, ଜମି ଓ ଉଚ୍ଚସ୍ତରୀୟ ବାହନ କ୍ରୟ କରି ପାରିବେ। କଳା, ସାହିତ୍ୟ, ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ ପ୍ରଶଂସିତ ହେବେ। ରାଜନୀତି କ୍ଷେତ୍ରରେ ଉଚ୍ଚ କର୍ମକର୍ତ୍ତାଙ୍କ ସୁଦୃଷ୍ଟି ପ୍ରାପ୍ତି ହେବା ଫଳରେ ଶତୃମାନଙ୍କୁ ମୁକାବିଲା କରି ପାରିବେ। ମିତ୍ରଙ୍କ ସାହାଯ୍ୟ ସହଯୋଗ ଅବିସ୍ମରଣୀୟ ରହିବ। ପ୍ରତିକାରମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ।

ତୁଳା:-

କୌଣସି ଶୁଭ ସମାଚାର ଶୁଣିବାକୁ ମିଳିବ। ବିବାହ ଯୋଗ୍ୟ ଯୁବକ ଯୁବତୀ ମାନେ ବିବାହ କରିବାର ସୁବିଧା ସୁଯୋଗ ପାଇ ଖୁସି ହେବେ। ନୂତନ ଯୋଜନା ପ୍ରସ୍ତୁତ କରି ବ୍ୟବସାୟରେ ଆୟ ଉପାର୍ଜ୍ଜନର ବୃଦ୍ଧି ହେବ। ଜାଗା, ଜମି, ବାସଗୃହ ଓ ଯାନବାହାନ କ୍ରୟ କରିବାର ସୁବିଧା ପାଇବେ। ପିଲାମାନଙ୍କ ପ୍ରତି ସତର୍କ ରହି ଆନନ୍ଦିତ ହେବେ ଓ ସାମାଜିକ ପ୍ରତିଷ୍ଠା. ମାନସମ୍ମାନ ବୃଦ୍ଧି ହେବ। ବନ୍ଧୁଙ୍କୁ ଆପ୍ୟାୟିତ କରିବାରେ ସମର୍ଥ ହେବେ। ବିଦ୍ୟାକ୍ଷେତ୍ରରେ ମନଯୋଗ ଦେଇ ପରୀକ୍ଷାରେ କୃତକାର୍ଯ୍ୟ ହେବେ। ହସଖୁସିରେ ସମୟ ବିତାଇବେ। ରାଜନୀତି କ୍ଷେତ୍ରରେ ମାନସିକ ଦୁଶ୍ଚିନ୍ତା ଦୂର ହୋଇ ଯଶମାନ ବୃଦ୍ଧିହେବ। ପ୍ରତିକାରମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ବିଚ୍ଛା:-

ସାମାଜିକ ଉତ୍ସବରେ ଯୋଗ ଦେଲେ ସଫଳତା ମିଳିବ। ଉଚ୍ଚ କର୍ମକର୍ତ୍ତାଙ୍କ ସୁଦୃଷ୍ଟି ପ୍ରାପ୍ତି ହେବା ଯୋଗେ ନାନାବିଧ ସୁଯୋଗ ଓ ଶୁଭଫଳ ପ୍ରାପ୍ତି ହେବ। ବ୍ୟବସାୟ କ୍ଷେତ୍ରରେ ପୁରୁଣା ଧନଲାଭ ହେବାରୁ ଖୁସି ହେବେ। ନିଜ ଆତ୍ମୀୟ ଲୋକଙ୍କ ସହ ସାକ୍ଷାତ ହେବା ସହ ଶୁଭ ସମ୍ବାଦ ପାଇବେ। ବିରୋଧୀ ମାନେ ହଇରାଣ ହୋଇ ମଥାନତ କରିବେ। ଆର୍ଥିକ ଚିନ୍ତା ଦୁରହେବା ସହ ସ୍ୱାସ୍ଥ୍ୟ ରେ ଉନ୍ନତି ଦେଖାଦେବ। ଧାର୍ମିକ କାର୍ଯ୍ୟରେ ମନ ଲାଗିବ ଓ ପିଲାମାନଙ୍କ ସଫଳତାରେ ଖୁସିହେବେ।ପାରିବାରିକ ସମସ୍ୟା ଗୁଡ଼ିକୁ ସୁଧାରି ନେବା ଉଚିତ୍। ରାଜନୀତି କ୍ଷେତ୍ରରେ ମିତ୍ରଙ୍କ ଠାରୁ ବହୁତ ସାହାଯ୍ୟ ସହଯୋଗ ମିଳିବ। ପ୍ରତିକାରମାଦକଦ୍ରବ୍ୟ ସେବନ କରନ୍ତୁ ନାହିଁ।

ଧନୁ:-

ସାମାଜିକ ପତିଆରା ଅମଳିନ ରହିବ। କର୍ମକ୍ଷେତ୍ରରେ ସହକର୍ମୀ ମାନଙ୍କ ଠାରୁ ସାହାଯ୍ୟ ସହଯୋଗ ପାଇବେ। ଅନ୍ୟକୁ ନିଜ ସହ ତୁଳନା କରି ମାନସିକ ଶାନ୍ତି ଅନୁଭବ କରିବେ। ମିତ୍ରଙ୍କ ଦ୍ଵାରା ସହାୟତା ମିଳିବ। ବ୍ୟବସାୟୀମାନେ ଗ୍ରାହକ ସେବାକୁ ଗ୍ରହଣ କରି ଯଶ ମାନ ବୃଦ୍ଧି ସହିତ ଉତ୍ତମ ଆୟର ପଥ ପରିଷ୍କାର କରିବେ। ପରିବାରରରେ ମନୋମାଳିନ୍ୟକୁ ଏଡ଼େଇ ଦେବା ଫଳରେ ପାରିବାରିକ ଜୀବନ ସୁଖରେ କଟିବ। ବିଦ୍ୟାର୍ଥୀମାନେ ନିଜ ଲକ୍ଷ୍ୟରେ ସଫଳତା ପାଇବେ। କୌଣସି କାରଣ ବଶତଃ ଦୂର ବା ନିକଟ ଯାତ୍ରାକୁ ନଯିବା ଉଚିତ୍। ଆଚାର ଓ ବ୍ୟବହାରରେ ଶାନ୍ତ ହୋଇ କାର୍ଯ୍ୟ କରି ନିଅନ୍ତୁ। ପ୍ରତିକାର:- ଗୋମାତାକୁ କିଛି ଖାଦ୍ୟ ଦିଅନ୍ତୁ।

ମକର:-

ଶାରିରୀକ ଅସୁସ୍ଥତା ଦୂର ହେବ। ସନ୍ତାନର ଶୁଭ ଖବର ଶୁଣି ଖୁସି ହେବେ। ସେବା ସମ୍ବନ୍ଧିୟ କାର୍ଯ୍ୟରେ ପ୍ରଶଂସିତ ହେବେ। ବିବାହ ଯୋଗ୍ୟ ଯୁବକ ଯୁବତୀ ମାନେ ବିବାହ କରିବାର ସୁବିଧା ସୁଯୋଗ ପାଇ ଖୁସିହେବେ।  ବ୍ୟବସାୟରେ ଆଶାତୀତ ଲାଭ ପାଇ ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ହେବ। ଯେ କୌଣସି କାର୍ଯ୍ୟରେ ହାତ ଦେଲେ ସଫଳତା ମିଳିବା ସହ ସାମାଜିକ ପ୍ରତିଷ୍ଠା ଓ ମାନସମ୍ମାନରେ ବୃଦ୍ଧି ହେବ। ପାରିବାରିକ କ୍ଷେତ୍ରରେ ଶତୃନାଶ, ଧନପ୍ରାପ୍ତି, ମିତ୍ରଲାଭ, ପ୍ରଶଂସିତ ହେବା ସହ ଉଚ୍ଚ ସମ୍ମାନ ପାଇବେ।ଉଚ୍ଚଶିକ୍ଷାପାଇଁ ଆଶାୟୀଥିବା ଛାତ୍ରଛାତ୍ରୀମାନଙ୍କର ଆଶା ପୂରଣ କରି ପାରିବେ। ପ୍ରତିକାରମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

କୁମ୍ଭ:-

ଶୁଭ ସମାଚାର ଶୁଣି ଆନନ୍ଦିତ ହେବେ। ବିଦ୍ୟାର୍ଥୀଙ୍କର ସମସ୍ତ ଦୁଃଶ୍ଚିନ୍ତା ଦୂର ହେବ। ସାସାଜିକ ପ୍ରତିଷ୍ଠା ମାନ ସମ୍ମାନ ବୃଦ୍ଧି ହେବ। ସାମ୍ବାଦିକ ମାନେ ପ୍ରଶଂସିତ ହେବେ। କର୍ମକ୍ଷେତ୍ରରେ ସହକର୍ମୀମାନଙ୍କ ସହ ଶତ୍ରୁତା ମେଣ୍ଟିଯିବା ଫଳରେ ପ୍ରବଳ ଶତୃମାନେ ଦୁର୍ବଳ ହେବେ।  ବ୍ୟବସାୟରେ ଉନ୍ନତି ଫଳରେ ଅଶାତୀତ ଲାଭବାନ୍ ହେବେ। ଆର୍ଥିକ ସ୍ଥିତି ସୁଦୃଢ଼ ହେବ, ଋଣ ପରିଶୋଧ କରିବାର ସୁଯୋଗ ପାଇବେ। ଦାମ୍ପତ୍ୟ ସୁଖରେ ଶାନ୍ତି ଅନୁଭବ କରିବେ। ରାଜନୀତି କ୍ଷେତ୍ରରେ ମିତ୍ରଙ୍କ ଠାରୁ ବହୁତ ସାହାଯ୍ୟ ସହଯୋଗ ମିଳିବା ଫଳରେ ମାନସିକ ଶାନ୍ତି ଅନୁଭବ କରିବେ।  ପ୍ରତିକାର କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ମୀନ:-

ସାମାନ୍ୟ ଚେଷ୍ଟା ସତ୍ତ୍ୱେ ଜମି, ଜମା ବିବାଦ ମେଣ୍ଟିଯାଇ ଲୋକ ସମ୍ପର୍କ ଆତ୍ମସନ୍ତୋଷ ବଢ଼େଇବ। ବିବାହ ଯୋଗ୍ୟ ଯୁବକ ଯୁବତୀ ମାନେ ବିବାହ କରିବାର ସୁବିଧା ସୁଯୋଗ ପାଇ ଖୁସି ହେବେ। ନିଜର କାର୍ଯ୍ୟ ପୂରଣ କରିବା ପାଇଁ ବାହାର ଲୋକଙ୍କ ସହଯୋଗ ମିଳିବ। ଶତ୍ରୁ ବିରୋଧିମାନେ କ୍ଷତି କରିବାକୁ ଚେଷ୍ଟା କରି ବିଫଳ ହେବେ। ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ। ତରବରିଆ ହିସାବରେ କୌଣସି କାର୍ଯ୍ୟ ନକରି ସବୁଆଡକୁ ନଜର ଦେଇ କାମ କରିବା ଉଚିତ୍। ଇଲୋକଟ୍ରୋନିକ୍ସମିଡିଆ ଓ ପ୍ରିଣ୍ଟ ମିଡିଆର ସାମ୍ବାଦିକ ମାନେ ଜନ ସମର୍ଥନ ପାଇ ସଫଳ ହେବେ। ପ୍ରତିକାର- ଅସହାୟଙ୍କୁ ସାହାଯ୍ୟ କରନ୍ତୁ।

Jyotirbid Dr. Pramod Satapathy
Jantra Jyotisha, Cuttack

For personalized consultation and appointment,
you can connect on WhatApp @ 7008758366 or 9437006746
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 9937745975 or 9437006746


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!