ଦୈନିକ ରାଶିଫଳ: 13 ଜୁଲାଇ 2021, ମା’ ମଙ୍ଗଳାଙ୍କ କୃପାରୁ ଆଜି ଏହି ରାଶିଙ୍କୁ ମିଳିବ ଆକସ୍ମିକ ଧନଲାଭ

ଶେୟାର କରନ୍ତୁ ଅନ୍ୟମାନକ ସହିତ

୨୦୨୧ ମସିହା, ଜୁଲାଇ ମାସ ୧୩ ତାରିଖ, ମଙ୍ଗଳବାର, ମିଥୁନ ମାସ ୨୯ ଦିନ, ଆଷାଢ ମାସ, ଶୁକ୍ଳପକ୍ଷ, ତୃତୀୟା ତିଥି, ସକାଳ ୮ଟା ୨୪ମିନିଟ୍ ଗତେ ଚତୁର୍ଥୀ ତିଥି, ମଘା ନକ୍ଷତ୍ର, ସିଂହ ରାଶିରେ ଚନ୍ଦ୍ର । ସିଦ୍ଧି ଯୋଗ, ଗର କରଣ, ସକାଳ ୮ଟା ୨୪ମିନିଟ୍ ଗତେ ବାଣିଜ୍ୟ କରଣ । ମକର ରାଶିର ଘାତବାର । କର୍କଟ, ମକର ରାଶିର ଘାତଚନ୍ଦ୍ର । ପୋଟଳ ନ ଖାଇଲେ ଭଲ, ସକାଳ ୮ଟା ୨୪ମିନିଟ୍ ପରେ ମୂଳା ନ ଖାଇଲେ ଭଲ । ଯୋଗିନୀ- ଅଗ୍ନିକୋଣେ ସକାଳ ୮ଟା ୨୪ମିନିଟ୍ ପରେ ନୈରୁତ କୋଣରେ ଯାତ୍ରା ନିଷେଧ ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ଶ୍ରାଦ୍ଧ ତର୍ପଣ- ଚତୁର୍ଥୀର ଏକୋଦ୍ଦିଷ୍ଟ ଓ ପାର୍ବଣ ଶ୍ରାଦ୍ଧ । ଅଶୁଭବେଳା- ଦିବା ୧ଟା ୩୦ମିନିଟ୍ ରୁ ଦିବା ୩ଟା ୮ମିନିଟ୍ । ପ୍ରାତଃ ୬ଟା ୫୭ମିନିଟ୍ ରୁ ଦିବା ୮ଟା ୩୫ମିନିଟ୍ । ରାତ୍ରି ୭ଟା ୪୭ମିନିଟ୍ ରୁ ରାତି ୯ଟା ୯ମିନିଟ୍ । ଶୁଦ୍ଧଶୁଭସମୟ- ପ୍ରାତଃ ୫ଟା ୨୦ମିନିଟ୍ ରୁ ୬ଟା ୫୬ମିନିଟ୍, ସକାଳ ୯ଟା ୪୨ମିନିଟ୍ ରୁ ୧୨ଟା ୧୭ମିନିଟ୍, ଦିବା ୪ଟା ୪୮ମିନିଟ୍ ରୁ ୫ଟା ୩୨ମିନିଟ୍, ସନ୍ଧ୍ୟା ୬ଟା ୨୬ମିନିଟ୍ ରୁ ୭ଟା ୮ମିନିଟ୍, ରାତ୍ର ୯ଟା ୧୦ମିନିଟ୍ ରୁ ୧୦ଟା ୨ମିନିଟ୍, ରାତ୍ର ୧୨ଟା ୧୫ମିନିଟ୍ ରୁ ୨ଟା ୨୪ମିନିଟ୍ । ପର୍ବଦିନ- ବିପତ୍ତାରିଣୀ ବ୍ରତ, ବିନାୟକ ଚତୁର୍ଥୀ, ଗୌରୀଗଣେଶ ଚତୁର୍ଥୀ ।

ମେଷ:-

ସ୍ୱାସ୍ଥ୍ୟ ଠିକ୍ ରହିବ । ସାମାଜିକ ପତିଆରା ଅମଳିନ ରହିବ । ଆର୍ଥିକ ଦିଗରୁ ବେଶ୍ ଅନୁକୂଳ ଥିବାରୁ କିଛି ନୂତନ ପଦାର୍ଥ ସଂଗ୍ରହ ବା ବ୍ୟାଙ୍କ ବାଲାନ୍ସ ବୃଦ୍ଧି ପାଇବ । ଲକ୍ଷ୍ୟ ହାସଲ କରିବାରେ ସମର୍ଥ ହେବେ । ବନ୍ଧୁଙ୍କ ସହଯୋଗରେ କେତେକ ସମସ୍ୟାର ସମାଧାନ ହେବ । ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା, ମାଲିମୋକଦ୍ଦମା ଓ ସାକ୍ଷାତ୍କାରରେ ସଫଳ ହେବେ । ପାରିବାରିକ କ୍ଷେତ୍ରରେ ବୁଝାମଣା ଠିକ୍ ରହିବ । ପ୍ରତିକାର- ନାଲିବସ୍ତ୍ର ପରିଧାନ କରନ୍ତୁ । ନତୁବା ନାଲି ରୁମାଲ ଟିଏ ପାଖରେ ରଖନ୍ତୁ ।

ବୃଷ:-

ଧୈର୍ଯ୍ୟ ଓ ସହନଶୀଳତା ଯୋଗେ ଯଶ ମିଳିବ । ଅନେକ ପ୍ରକାର କାର୍ଯ୍ୟରେ ପରିବର୍ତ୍ତନ ଦେଖାଦେବ । ପାରିବାରିକ ସମସ୍ୟା ଗୁଡ଼ିକୁ ସମାଧାନ କରିବା ଉଚିତ୍‌ । ବାଦବିବାଦ, ମାଲିମକଦ୍ଦମା, ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତ୍କାରରେ ସଫଳ ହେବେ । ଉଚ୍ଚପଦସ୍ଥ କର୍ମକର୍ତ୍ତାମାନଙ୍କର କର୍ମଉପରେ ନଜର ପଡ଼ିପାରେ । ରାଜନୈତିକ ଜୀବନରେ କୌଣସି କଥାବର୍ତ୍ତାକୁ ନେଇ ବିଶେଷ ସତର୍କ ରହିବା ଉଚିତ୍ । ପ୍ରତିକାର-ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ ।

ମିଥୁନ:-

ବ୍ୟବସାୟ ସମ୍ବନ୍ଧୀୟ ସମସ୍ତ ଜରୁରୀ କାର୍ଯ୍ୟ ଓ ଆବଶ୍ୟକ ଅର୍ଥ ଆଦାନ ପ୍ରଦାନ ସୁଚାରୁରୂପେ ହେବ । ପ୍ରବାସ ଯାତ୍ରାରେ ଲାଭବାନ ହେବେ । ଜାଗା, ଜମି, ଉଚ୍ଚସ୍ତରୀୟ ବାହନ ଆଦି କ୍ରୟ କରିବେ । ପୁରାତନରୋଗରୁ ଉପଶମ ମିଳିବ । ପ୍ରେମିକ ପ୍ରେମିକା ମାନେ ନିକଟସ୍ଥ ସ୍ଥାନମାନଙ୍କରେ ଭ୍ରମଣକରି ଆନନ୍ଦ ଅନୁଭବ କରିବେ । ଉଚ୍ଚାଧିକାରି ଓ ସହକର୍ମୀମାନେ କର୍ମକ୍ଷେତ୍ରରେ ସହଯୋଗ କରିବେ । ଆଶା କରୁଥିବା ଖବର ପାଇ ଖୁସୀ ହୋଇଯିବେ । ପ୍ରତିକାର-ହରିଡା ଚନ୍ଦନ ମୁଣ୍ଡରେ ଲଗାନ୍ତୁ ।

କର୍କଟ:-

ସାମାଜିକ କାର୍ଯ୍ୟରେ ସଫଳତା ଓ ମାନସମ୍ମାନ ବୃଦ୍ଧି ହେବ । ଆୟ ଉପାର୍ଜନରେ ବାଧା ନାହିଁ । କାର୍ଯ୍ୟ କ୍ଷେତ୍ରରେ ସୁଖ ଶାନ୍ତି ବୃଦ୍ଧି ହେବ ଓ ଉଚ୍ଚ ସମ୍ଭାବନାର ଆଶା ଆଶ୍ୱାସନା ଲାଭ କରି ମାନସିକ ଶାନ୍ତି ପାଇବେ । ବିଦ୍ୟାକ୍ଷେତ୍ରରେ ଶୁଭଯୋଗ ଓ ପ୍ରତିଯୋଗିତା ପରୀକ୍ଷା ରେ ସଫଳ ହେବେ । ପିଲାଙ୍କ ସହ ଖୁସିଗପ କରିବାରେ ମଉକା ଜୁଟିବ । ରାଜନୈତିକ କ୍ଷେତ୍ରରେ ବିପଦ ସଙ୍କୁଳ ଦେଖାଦେଇ ଟଳିଯିବ । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।

ସିଂହ:-

ସମସ୍ତ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଲେ ଅଚାନକ ଧନପ୍ରାପ୍ତି ହେବ । ଆୟ ଉପାର୍ଜନ ବୃଦ୍ଧି ହେବ । ଜାଗା, ଜମି, ଗୃହପୋକରଣ କ୍ରୟ କରିବେ । ନୂତନ କର୍ମପ୍ରାପ୍ତିର ସୁଯୋଗ ପାଇବେ । ବ୍ୟବସାୟରେ ଆଶାତୀତ ଲାଭ ମିଳିବ । ପରିବାରରେ ସୁସ୍ଥ ବାତାବରଣ ଜାରିରହିବ । ପରସ୍ପରକୁ ସାହାଯ୍ୟ ସହଯୋଗ କରି, ଗଠନମୂଳକ କାର୍ଯ୍ୟ ହାତକୁ ନେବେ । ଦୂରଯାତ୍ରାର ସୁଯୋଗ ପାଇବେ । ପ୍ରମୋଶନର ସୂଚନାପାଇ ଖୁସି ହେବେ । ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ ।

କନ୍ୟା:-

ବାଦବିବାଦ, ମାଲିମକଦ୍ଦମା, ପରୀକ୍ଷା ପ୍ରତିଯୋଗିତା ଓ ସାକ୍ଷାତ୍କାରରେ ସଫଳ ହେବେ । ଭ୍ରାତୃ ବିବାଦ ଦୂର ହୋଇ ପାରିବାରିକ ସମ୍ପର୍କରେ ଉନ୍ନତି ହେବ । ବ୍ୟବସାୟୀମାନେ ଅଧିକ ପରିଶ୍ରମ କରି ଅଳ୍ପ ଲାଭ ପାଇବେ । ବନ୍ଧୁଙ୍କ ଶୁଭକର୍ମରେ ମଧ୍ୟ ଯୋଗଦେବାକୁ ବାଧ୍ୟ ହେବେ । ଅନାବଶ୍ୟକ ଖର୍ଚ୍ଚ ଓ ଭ୍ରମଣ ଯୋଗେ ବ୍ୟଥିତ ହେବେ । ପ୍ରେମିକ ପ୍ରେମିକା ମାନଙ୍କର କ୍ରୋଧ ନିୟନ୍ତ୍ରଣ ନ ରଖିଲେ କ୍ଷତି ସହିବେ । ପ୍ରତିକାର- ଗୋମାତାକୁ ଖାଇବାକୁ ଦିଅନ୍ତୁ ।

ତୁଳା:-

ଶିଳ୍ପ, ବାଣିଜ୍ୟ ଓ ବ୍ୟବସାୟରେ ନିଜର ଯୋଜନାମୁତାବକ କାମ କରିବେ । କର୍ମଚାରୀ ମାନଙ୍କୁ ଭରସା କଲେ କୌଣସି ପ୍ରକାର ଅସୁବିଧା ହେବନାହିଁ । ନୂଆ ଜ୍ଞାନର ବୃଦ୍ଧି ହେତୁ ପ୍ରଚୁର ଧନଲାଭ ହେବ । ପରିବାରର ମାମଲା ଘରୋଇ ସମସ୍ୟାର ସମାଧାନ ହୋଇ ଆନନ୍ଦମୟ ମୁହୂର୍ତ୍ତ କଟିବ । କୌଣସି ଶୁଭ ସମାଚାର ମଧ୍ୟ ଶୁଣିବାକୁ ମିଳିବ । ବନ୍ଧୁଙ୍କ ନିମନ୍ତ୍ରଣ ପାଇ ଦୂରଯାତ୍ରା କରିବାକୁ ପଡ଼ିପାରେ । ବିଦ୍ୟାକ୍ଷେତ୍ରରେ ପ୍ରଶଂସା ପାଇବେ । ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ ।

ବିଚ୍ଛା:-

ସବୁ କିଛି ସୁନ୍ଦର ହିଁ ସୁନ୍ଦର ଦେଖା ଦେବ । ଭ୍ରମଣ, ପ୍ରକାଶନ, ସଂଗଠନ, ଅନୁସନ୍ଧାନ କାର୍ଯ୍ୟରେ ଲାଭ ପାଇବେ । ଯଦି କୌଣସି ନୂତନ ଯୋଜନାର କ୍ରିୟାନ୍ୱିତ କରିବାକୁ ଚାହୁଁଥାନ୍ତି, ତା’ ହେଲେ ଆଗେଇ ନବା ଉଚିତ୍ । କର୍ମ କ୍ଷେତ୍ରରେ ଅଫିସର ଓ ଅଧିକାରୀ କାମରେ ପ୍ରସନ୍ନ ରହିବେ । ଆବଶ୍ୟକ ଅର୍ଥ ଆଦାନ ପ୍ରଦାନ ସୁଚାରୁରୂପେ ହେବ । ନୂତନ ବନ୍ଧୁଙ୍କୁ ପାଇ ଖୁସୀହେବେ । ରାଜନୀତିରେ ଉଚ୍ଚପ୍ରଶଂସିତ ହେବେ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

ଧନୁ:-

ସମସ୍ତ ଚିନ୍ତାରୁ ମୁକ୍ତି ମିଳିବ । ପୈତୃକ ସମ୍ପତ୍ତିକୁ ନେଇ ପାରିବାରିକ ଦ୍ଵନ୍ଦ ମେଣ୍ଟିଯିବ ଓ ମାନସିକ ଏକାଗ୍ରତା ବଜାୟ ରହିବ । ବ୍ୟବସାୟରେ କ୍ରୋଧ ନିୟନ୍ତ୍ରଣ ରଖିଲେ ସହଯୋଗୀ ମାନଙ୍କ ଯୋଗୁ ଉତ୍ତମ କାରବାର କରି ଅଧିକ ଲାଭ ପାଇବେ । ବନ୍ଧୁ ମିତ୍ରମାନଙ୍କର ଓ ବରିଷ୍ଠ କର୍ମୀଙ୍କ ପ୍ରିୟପାତ୍ର ହେବେ । ଛାତ୍ରଛାତ୍ରୀମାନଙ୍କର ନିଜର ଯୋଗ୍ୟତା ଓ କ୍ଷମତାର ବହୁତ ଲାଭ ମିଳିବ । ପ୍ରିୟଜନମାନେ ଆଗକୁ ବଢିବାରେ ସାହାଯ୍ୟ କରିବେ । ପ୍ରତିକାର- ଅଷ୍ଟଗନ୍ଧ ତିଳକଚନ୍ଦନ ଧାରଣ କରନ୍ତୁ ।

ମକର:-

ଦାମ୍ପତ୍ୟ କଳହ ମେଣ୍ଟିଯାଇ ପାରିବାରିକ କ୍ଷେତ୍ରରେ ଶାନ୍ତି ପାଇବେ । ରାଜନୀତି କ୍ଷେତ୍ରରେ ସଂଘର୍ଷ ମଧ୍ୟ ଦେଇ ସମୟ ବିତାଇଲେବି ସମସ୍ତ ଚିନ୍ତାରୁ ମୁକ୍ତି ମିଳିବ । ବାସଗୃହ ଓ ଯାନବାହାନ ନେଇ କେତେ ସମସ୍ୟାର ସମ୍ମୁଖୀନ ହେବାକୁ ପଡ଼ିବ । ଆର୍ଥିକ ଦିଗରୁ ଲାଭ ନହେଲେ ମଧ୍ୟ ବ୍ୟୟଭାର କମ୍‌ ହେବ । ବିଦ୍ୟାର୍ଥିଙ୍କର ଉନ୍ନତି ହେବ । ବ୍ୟବସାୟ କ୍ଷେତ୍ରରେ ଯେତେ ଅଧିକ ପରିଶ୍ରମ କରିବେ ସେତେ ଅଧିକ ଲାଭ ହେବ । ପ୍ରତିକାର- ଇଷ୍ଟଦେବୀଙ୍କୁ ଭୋଗ ଲଗେଇ ପିଲାଙ୍କୁ ବାଣ୍ଟିବେ ।

କୁମ୍ଭ:-

ସାମାଜିକ ପତିଆରା ଅମଳିନ ରହିବ । ସ୍ୱାସ୍ଥ୍ୟରେ ଉନ୍ନତି ପରିଲକ୍ଷିତ ହୋଇ ଭଲ ରହିବ । ଭାଇଭଉଣୀ ମାନଙ୍କ ସହିତ ଉତ୍ତମ ସମ୍ପର୍କ ରହିବା ଫଳରେ ପାରିବାରିକ ଜୀବନରେ ଶାନ୍ତି ପାଇବେ । ବ୍ୟବସାୟ କ୍ଷେତ୍ରରେ ପ୍ରସାର ପ୍ରଚାର ଫଳରେ ଆଶାତୀତ ଲାଭ ପାଇବେ । ସନ୍ତାନ ସନ୍ତତିଙ୍କ ତରଫରୁ ଆଶାବାଦୀ ହେବେ । ଶିକ୍ଷା କ୍ଷେତ୍ରରେ ପରୀକ୍ଷା, ପରିଣାମ ଅନୁକୂଳ ହେବ । କେତେକ କ୍ଷେତ୍ରରେ ଉଚ୍ଚାକାଂକ୍ଷ । ପୂର୍ତ୍ତି ନିମନ୍ତେ କଠିନ ପରିଶ୍ରମ କରିବାକୁ ପଡିବ । ପ୍ରତିକାର- ମିଶ୍ରିଟିକେ ଖାଇ ଘରୁ ବାହାରନ୍ତୁ ।

ମୀନ:-

ସନ୍ତାନ ସନ୍ତତି ମାନଙ୍କ ଖୁସିରେ ଆନନ୍ଦିତ ହେବେ । ମାନସିକ ଦୁଶ୍ଚିନ୍ତା ଦୂର ହୋଇ ଯଶମାନ ବୃଦ୍ଧିହେବ । ପରିବାର ସମସ୍ୟାର ସମାଧାନ ହୋଇଯିବା ଫଳରେ ପାରିବାରିକ ଜୀବନ ସୁଖମୟ ହେବ । ସହକର୍ମୀମାନଙ୍କ ସହ ଶତ୍ରୁତା ମେଣ୍ଟିଯିବା ଫଳରେ ପ୍ରବଳ ଶତୃମାନେ ଦୁର୍ବଳ ହେବେ । ବିଦ୍ୟାର୍ଥୀଙ୍କର ବିଦ୍ୟାରେ ଉନ୍ନତି ହେବାରୁ ମନ ଖୁସି ରହିବ । ଗୃହାରମ୍ଭ, ଦୁରଯାତ୍ରା, ନୂତନ ବ୍ୟବସାୟ ଆରମ୍ଭ କରି ପାରିବେ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

Jyotirbid Dr. Pramod Satapathy
Jantra Jyotisha, Cuttack

For personalized consultation and appointment,
you can connect on WhatApp @ 7008758366 or 9437006746
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 9937745975 or 943700674


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!