ଦୈନିକ ରାଶିଫଳ: 13 ଜୁଲାଇ 2022, ଶ୍ରୀ ଗଣେଶଙ୍କ କୃପାରୁ ଏହି 4ଟି ରାଶିଙ୍କୁ ମିଳିବ ଆର୍ଥିକ ସମସ୍ୟାରୁ ମୁକ୍ତି

ଶେୟାର କରନ୍ତୁ ଅନ୍ୟମାନକ ସହିତ

୨୦୨୨ମସିହା, ଜୁଲାଇମାସ୧୩ତାରିଖ, ବୁଧବାର, ମିଥୁନମାସ ୨୯ଦିନ, ଆଷାଢମାସ, ଶୁକ୍ଳପକ୍ଷ, ପୂର୍ଣ୍ଣିମାତିଥି, ପୂର୍ବାଷାଢା ନକ୍ଷତ୍ର, ଧନୁରାଶିରେ ଚନ୍ଦ୍ର । ଇନ୍ଦ୍ର ଯୋଗ ଦିବା ୧୨ଟା ୪୪ମିନିଟ୍ ପରେ ବୈଧୃତି ଯୋଗ । ବିଷ୍ଟି କରଣ ଦିବା ୨ଟା ୪ମିନିଟ୍ ପରେ ବବ କରଣ । କର୍କଟ ରାଶିର ଘାତବାର । ତୁଳା, କୁମ୍ଭ ରାଶିର ଘାତଚନ୍ଦ୍ର । ଆମିଷ, ତୈଳ ନ ଖାଇଲେ ଭଲ ରାତି ୧୨ଟା ୭ମିନିଟ୍ ପରେ ପାଣିକଖାରୁ ନ ଖାଇଲେ ଭଲ । ଯୋଗିନୀ- ବାୟବ୍ୟେ ରାତି ୧୨ଟା ୭ମିନିଟ୍ ପରେ ପୂର୍ବେ ଯାତ୍ରା ନିଷେଧ । ଶ୍ରାଦ୍ଧତର୍ପଣ- ପୂର୍ଣ୍ଣିମାର ଏକୋଦ୍ଦିଷ୍ଟ ଓ ପାର୍ବଣ ଶ୍ରାଦ୍ଧ ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ଅଶୁଭସମୟ- ସକାଳ ୮ଟା ୩୫ମିନିଟ୍ ରୁ ଦିବା ୧୦ଟା ୧୪ମିନିଟ୍, ଦିବା ୧୧ଟା ୫୨ମିନିଟ୍ ରୁ ଦିବା ୧ଟା ୩୦ମିନିଟ୍, ରାତ୍ରି ୨ଟା ୩୬ମିନିଟ୍ ରୁ ୩ଟା ୫୭ମିନିଟ୍ । ଶୁଭସମୟ- ସକାଳ ୭ଟା ୫୭ମିନିଟ୍ ରୁ ୮ଟା ୩୪ମିନିଟ୍, ଦିବା ୧୦ଟା ୧୫ମିନିଟ୍ ରୁ ୧୧ଟା ୨୫ମିନିଟ୍, ଦିବା ୨ଟା ୪ମିନିଟ୍ ରୁ ୫ଟା ୩୨ମିନିଟ୍, ସନ୍ଧ୍ୟା ୬ଟା ୨୬ମିନିଟ୍ ରୁ ରାତ୍ର ୧୦ଟା ୨ମିନିଟ୍, ରାତ୍ର ୧୨ଟା ୧୫ମିନିଟ୍ ରୁ ୧ଟା ୪୦ମିନିଟ୍ । ପର୍ବଦିନ- ଗୁରୁ ପୂର୍ଣ୍ଣିମା, ବ୍ୟାସ ପୂର୍ଣ୍ଣିମା ।

ମେଷ:-ବନ୍ଧୁଙ୍କ ଶୁଭକର୍ମରେ ଯୋଗଦେବାକୁ ବାଧ୍ୟ ହେବେ । ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ । ରାଜନୀତିରେ ସଫଳତା ମିଳିବ । ବନ୍ଧୁ ପରିବାର ଠାରୁ ସୁଖ ମିଳିବ । ବିରୋଧୀମାନେ ହଇରାଣ ହେବେ । ବାଦବିବାଦ, ପ୍ରତିଯୋଗୀତାପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ । ପିଲାମାନେ ପରୀକ୍ଷାରେ ସଫଳତା ଲାଭ କରିବେ । କର୍ମକ୍ଷେତ୍ରରେ ନୂତନ ସମ୍ବନ୍ଧ ସୃଷ୍ଟିହେବ । କୌଣସି ଆୟୋଜନ ମଧ୍ୟ କରେଇବେ । ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ ।

ବୃଷ:-ପରିବାରରେ ସୁସ୍ଥ ବାତାବରଣ ଜାରି ରହିବ ଓ ପରସ୍ପରକୁ ସାହାଯ୍ୟ ସହଯୋଗ କରି ଗଠନମୂଳକ ଦିଗପ୍ରତି ଆଗ୍ରହି ହେବେ । ରାଜନୀତି କ୍ଷେତ୍ରରେ ପ୍ରତିଷ୍ଠା ପ୍ରତିପତ୍ତି ବୃଦ୍ଧି ପାଇବ । ଘରୋଇ କାମରେ ସଫଳତା ମିଳିବ । ଦାମ୍ପତ୍ୟ ସୁଖରେ ମଧୁରତା ଆସିବ ଓ ପ୍ରେମିକ ପ୍ରେମିକା ମାନଙ୍କର ପ୍ରେମ ସମ୍ବନ୍ଧରେ ଅଧିକ ଘନିଷ୍ଠତା ହେବ । ସରକାରୀ କର୍ମକ୍ଷେତ୍ରରେ ଅଶାନ୍ତି ଲାଗିବା ସହ କାର୍ଯ୍ୟ କ୍ଷେତ୍ରରେ ପରିବର୍ତ୍ତନ ହୋଇ ପାରେ । ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ ।

ମିଥୁନ:-ସରକାରୀ କାମରେ ସଫଳତା ମିଳିବ । ଦୂରଯାତ୍ରାର ସୁଯୋଗ ପାଇବେ । ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା ଓ ସାକ୍ଷାତ୍କାରରେ ସଫଳ ହେବେ । ଛାତ୍ରଛାତ୍ରୀ ମାନେ ପାଠ ପଢ଼ାରେ ମନଯୋଗ ଦେବେ । ରାଜନୀତିରେ ସମସ୍ତ ଗୁରୁତ୍ୱପୂର୍ଣ୍ଣ ନିଷ୍ପତି ନେଲେ ଉନ୍ନତି ହେବ । କୌଣସି ପୁରାତନ ରୋଗରୁ ମୁକ୍ତି ମିଳିବ । ନୂତନ କାର୍ଯ୍ୟ ପାଇଁ ଆଶାୟୀ ହେବେ । ଅନେକ ଶୁଭ କର୍ମର ସୁଯୋଗ ପାଇବେ । ବ୍ୟବସାୟରେ ବକେୟା ଅର୍ଥ ଆଦାୟ ହେବ । ପ୍ରତିକାର- ବେଲକାଠରେ ଚନ୍ଦନ ଘୋରି ଧାରଣ କରନ୍ତୁ ।

କର୍କଟ:-ସରକାରୀ କ୍ଷେତ୍ରରେ ସଫଳତା ମିଳିବା ଫଳରେ ଆୟ ଉପାର୍ଜନ କ୍ଷେତ୍ରପ୍ରତି ସଙ୍କଟ ସୃଷ୍ଟି ହେବ ନାହିଁ । ନୂତନ କର୍ମ ନିଯୁକ୍ତି ପାଇଁ ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତକାରରେ ଉତ୍ତିର୍ଣ୍ଣ ହେବେ । ପାରିବାରିକ କ୍ଷେତ୍ରରେ ଧୈର୍ଯ୍ୟ ଓ ସହନ ଶୀଳତା କାଏମ ରହିବ । ରାଜନୀତିରେ ଅନ୍ୟର ଦୁଃଖ ଦୁର୍ଦଶା ଦୂର କରିବାକୁ ପ୍ରୟାସରତ ହେବେ । ଅଫିସର ଓ ଅଧିକାରୀ କାମରେ ପ୍ରସନ୍ନ ରହିବେ । ବନ୍ଧୁ ବାନ୍ଧବଙ୍କ ସହ ମନୋମାଳିନ୍ୟ ମେଣ୍ଟିଯିବ । ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ ।

ସିଂହ:-ସାମାଜିକ ପ୍ରତିଷ୍ଠା ମାନସମ୍ମାନ ବୃଦ୍ଧି ହେବ । ଆଗାମୀ ଯୋଜନା ପାଇଁ ପ୍ରସ୍ତୁତ ହେବେ । ପାରିବାରିକ କ୍ଷେତ୍ରରେ ଧୈର୍ଯ୍ୟ ଓ ସହନ ଶୀଳତା କାଏମ ରହିବ । ପ୍ରବାସ ଯାତ୍ରାରେ ଲାଭବାନ ହେବେ । ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ । ପ୍ରେମିକ ପ୍ରେମିକା ମାନେ ନିକଟସ୍ଥ ସ୍ଥାନମାନଙ୍କରେ ଭ୍ରମଣକରି ଆନନ୍ଦ ଅନୁଭବ କରିବେ । ନୂତନ କାର୍ଯ୍ୟଆରମ୍ଭ କରିପାରିବେ । ଛାତ୍ରଛାତ୍ରୀ ମାନଙ୍କର ପରିଶ୍ରମ ଓ ମେହନତର ପରିଣାମ ମିଳିବ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

କନ୍ୟା:-କଳା, ସାହିତ୍ୟ, କ୍ରିଡା, ଚଳଚ୍ଚିତ୍ର ତଥା ଅନୁଷ୍ଠାନିକ କାମରେ ପ୍ରଶଂସା ମିଳିବ । ବ୍ୟବସାୟରେ ସାମାନ୍ୟ ଲାଭ ପାଇବେ । ରାଜନୀତି କ୍ଷେତ୍ରରେ କ୍ରୋଧକୁ ଦମନ କରି ହସଖୁଶିର ବାତାବରଣ ସୃଷ୍ଟି ହେବ । ପାରିବାରିକ କ୍ଷେତ୍ରର ବ୍ୟସ୍ତତା ନେଇ ସୁଖଶାନ୍ତି ଦୂରେଇ ଯିବ । ପ୍ରେମିକ ପ୍ରେମିକାମାନଙ୍କର ମତାନ୍ତର ମନାନ୍ତର ଦେଖାଦେଇ ପାରେ । ଭଲ ଭାବରେ ଚିନ୍ତାକରି କାମକଲେ କୌଣସି ଅସୁବିଧାର ସମ୍ମୁଖୀନ ହେବେ ନାହିଁ । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।

ତୁଳା:-ସନ୍ତାନ ସନ୍ତତିଙ୍କ ତରଫରୁ ଆଶାବାଦୀ ହେବେ । କୌଣସି ନୂତନ ବ୍ୟକ୍ତିଙ୍କ ସହିତ ଭେଟ ହେବାଫଳରେ ସୁଖ ସମୃଦ୍ଧି ବୃଦ୍ଧି ହେବ । କୌଣସି ପୋଗ୍ରାମ୍ ବା କାର୍ଯ୍ୟକ୍ରମରେ ସମ୍ମାନିତ ହେବେ । ଗୁରୁଜନଙ୍କ ସେବା ଓ ସହମତିରେ ଆଗକୁ ବଢି ପାରିବେ । ପାର୍ଟି ବା ସମାରୋହରେ ସମ୍ମିଳିତ ହେବାକୁ ପଡିପାରେ । ଖାଇବା ପିଇବାରେ ଅବହେଳା କରିବାରୁ ସ୍ଵାସ୍ଥ୍ୟ ଖରାପ ହେବ । ପ୍ରେମିକ ପ୍ରେମିକା ମାନେ ନିନ୍ଦିତ ଓ ଅପମାନିତ ହୋଇ ପାରନ୍ତି । ପ୍ରତିକାର:-ଭୋକିଲା ଲୋକକୁ ନିରାଶ କରିବେ ନାହିଁ ।

ବିଚ୍ଛା:-ଶିକ୍ଷା କ୍ଷେତ୍ରରେ ଆତ୍ମବିଶ୍ଵାସ ବୃଦ୍ଧି ପାଇବ । ବ୍ୟବସାୟରେ ଉତ୍ତମ ରୋଜଗାର ହେଲେ ମଧ୍ୟ ସଂଘର୍ଷ ଦେଇ ଗତି କରିବେ । ରାଜନୀତିରେ ଲୋକସମର୍ଥନକୁ ଆଧାର କରି ବଳୀୟାନ ହେବେ ଓ ସାମାଜିକ ପ୍ରତିଷ୍ଠା, ମାନସମ୍ମାନ ବୃଦ୍ଧି ହେବ । ପ୍ରେମିକ ପ୍ରେମିକାମାନେ ଶୁଭ କାର୍ଯ୍ୟରେ ଯୋଗ ଦେବେ । ଗୁରୁଜନଙ୍କ ସେବା ଓ ସହମତିରେ ଆଗକୁ ବଢିପାରିବେ । ନିଜ ଚେଷ୍ଟାରେ କାର୍ଯ୍ୟରେ ସଫଳତା ମିଳିବା ସହ ସନ୍ତାନ ସୁଖ ମିଳିବ । ପ୍ରତିକାର:- ଅଶ୍ୱସ୍ଥ ବୃକ୍ଷମୂଳରେ ଗୁଡ଼ ଥୋଇ ପ୍ରଣାମ କରନ୍ତୁ ।

ଧନୁ:-ସନ୍ତାନଙ୍କର ଉନ୍ନତିରେ ଖୁସି ହେବେ । ଜମି, ଜମା, ଘରବାଡ଼ି ନେଇଥିବା ଦ୍ଵନ୍ଦ ସମାଧାନ ହୋଇ ଯିବ । ନୂତନ ବ୍ୟବସାୟ ଆରମ୍ଭ, ନୂତନ ସଂସ୍ଥାର ଆୟୋଜନ କରି ପାରନ୍ତି । ବ୍ୟବସାୟୀକ କ୍ଷେତ୍ରରେ ନିବେଶ କରିଲେ ଲକ୍ଷ୍ମୀଙ୍କ କୃପା ଫଳରେ ଆଶାତୀତ ଧନ ପ୍ରାପ୍ତ ହେବ । ଖେଳ, କୁଦ, ପ୍ରତିଯୋଗିତା ପରୀକ୍ଷା ଓ ବିଦ୍ୟା କ୍ଷେତ୍ରରେ ପ୍ରଶଂସା ପାଇବେ । ପରିବାରରେ ସୁଖଭୋଗ କରିବେ ଓ ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ । ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ ।

ମକର:-କେତେକ କ୍ଷେତ୍ରରେ ବିବାଦୀୟ ସ୍ଥିତି ଦେଖାଦେଲେ ମଧ୍ୟ ନିଜର ପ୍ରତିପତ୍ତି ବିସ୍ତାର କରି ପାରିବେ । ପରିବାରରେ ମାନ ମନାନ୍ତର ଦୂର ହୋଇ ଭାଇ ବନ୍ଧୁମାନଙ୍କର ସାହାଯ୍ୟ ସହଯୋଗ ପାଇ ପ୍ରଶଂସିତ ହେବେ । ଅଶାନ୍ତିର ଝଡ ଶାନ୍ତ ହେବ ଓ ଅପେକ୍ଷା କରିଥିବା କାର୍ଯ୍ୟର ଶୁଭ ସୂଚନା ମିଳିବ । ବ୍ୟବସାୟୀମାନେ ଧୈର୍ଯ୍ୟଧରୀ ପରିଶ୍ରମ ନ କଲେ ବ୍ୟବସାୟକୁ ବଢେଇବା କଷ୍ଟକର ହେବ । ସନ୍ତାନ ମାନଙ୍କ ପାଇଁ ଚିନ୍ତିତ ରହି ପାରନ୍ତି । ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ ।

କୁମ୍ଭ:-ସଂମ୍ପତ୍ତି ସମ୍ବନ୍ଧିୟ ମାମଲା କାହାର ମଧ୍ୟସ୍ଥତା ଦ୍ଵାରା ଦୂର ହେବ । ବ୍ୟାପାର ଓ କାରବାରରେ ସୁଧାର ଆସିବ । ଉଚିତ ପନ୍ଥା ଗ୍ରହଣ କରି କାର୍ଯ୍ୟକ୍ଷେତ୍ରରେ ସଫଳତା ପୂର୍ବକ ସମସ୍ୟାର ସମାଧାନ କରି ପାରିବେ ଓ କର୍ମଚାରୀମାନେ ପ୍ରଶଂସିତ ହେବେ । ରାଜନୀତିରେ ବରିଷ୍ଠ ଅଧିକାରୀଙ୍କଠାରୁ ପ୍ରଶଂସିତ ହେବେ । ରାସ୍ତା ଘାଟରେ ଅତ୍ୟନ୍ତ ସତର୍କତା ସହ ଯାତାୟାତ କରିବା ଉଚିତ୍ । ନିଜ ଲୋକ ମନମୋଟିଆ ହେବେ । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।

ମୀନ:-ସ୍ୱାସ୍ଥ୍ୟ ଠିକ୍ ରହିବ । ଶତୃନାଶ, ଋଣନାଶ ଓ ପୁରାତନ ରୋଗପୀଡ଼ାର ଉପଶମ ହେବ । ପରିବାରରେ ମନୋମାଳିନ୍ୟ ଓ ଆର୍ଥିକ ସଙ୍କଟ ଦୂରେଇଯିବ । ପରୀକ୍ଷା ଓ ପ୍ରତିଦ୍ଵନ୍ଦିତାରେ ବିଜୟୀ ହେବେ । ଗୃହରେ କଲ୍ୟାଣକର କର୍ମ ସମ୍ପାଦନ କରି ପ୍ରଶଂସିତ ହେବେ । କର୍ମ କ୍ଷେତ୍ରରେ ସମ୍ମାନୀତ ହେବେ । ସହକର୍ମୀ ଓ ଅଧସ୍ତନ କର୍ମଚାରୀଙ୍କ ଦ୍ଵାରା ଆଶା କରିଥିବା କାର୍ଯ୍ୟଟି ପୂରଣ ହେବ । ରାଜନୀତି କ୍ଷେତ୍ରରେ ଜନ ସେବାରେ ପ୍ରଶଂସା ମିଳିବ । ପ୍ରତିକାର- ମହୁଟିକେ ଖାଇ ଘରୁ ବାହାରନ୍ତୁ ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!