ସାପ୍ତାହିକ ରାଶିଫଳ: ଜୁଲାଇ ୧୩ ତାରିଖ ରୁ ଜୁଲାଇ ୧୯, ଏହି ସପ୍ତାହଟି ଏହି ସବୁ ରାଶି ବ୍ୟକ୍ତିଙ୍କୁ ମିଳିବ ଆକସ୍ମିକ ଧନଲାଭ

ଶେୟାର କରନ୍ତୁ ଅନ୍ୟମାନକ ସହିତ

ମେଷ:-

ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ଧାର୍ମିକ କାର୍ଯ୍ୟରେ ରୁଚି ବୃଦ୍ଧି ହେବ। ବ୍ୟବସାୟ କ୍ଷେତ୍ରରେ ବକେୟା ଅର୍ଥ ପ୍ରାପ୍ତି ହେବା ଫଳରେ ଆର୍ଥିକ ସ୍ଥିତି ସୁଧୁରି ଯାଇ ଉନ୍ନତି ହେବ। ନୂତନ କାର୍ଯ୍ୟ କରିବାର ସୁଯୋଗ ପାଇବେ। ଗୁରୁଜନ ଓ ବୃଦ୍ଧଜନଙ୍କ ସେବା କଲେ ଅନେକ ଆଶୀର୍ବାଦ ପାଇବେ। ଶତୃ ମାନେ ସତଚେଷ୍ଟା କଲେ ମଧ୍ୟ କୌଣସି କ୍ଷତି କରିପାରିବେ ନାହିଁ। କାମକାର୍ଯ୍ୟରେ ନୂଆ ଉପଲବ୍ଧି ଆପଣଙ୍କ ପ୍ରତୀକ୍ଷାରେ ରହିବ। ସାମାଜିକ ପ୍ରତିଷ୍ଠା ଓ ମାନସମ୍ମାନ ବୃଦ୍ଧି ହେବ। ସମସ୍ତ କ୍ଷେତ୍ରରେ ଖୁସି ମିଳିବ। ସାମୁହିକ ପ୍ରୟାସ ଓ ସହଯୋଗ ଦ୍ଵାରା ଆଗକୁ ବଢିବା ସମ୍ଭବ ହେବ। ମାଲିମୋକଦ୍ଦମାରେ ବିଜୟ ଲାଭ କରିବେ। ପାରିବାରିକ ସ୍ଥିତି ବହୁତ ସନ୍ତୋଷ ଜନକ ରହିବ। ବନ୍ଧୁ ମିତ୍ରଙ୍କ ଆଗମନ ଓ ସହଯୋଗରେ ଆଶାତୀତ ଲାଭ ପାଇବେ। ସନ୍ତାନ ସମ୍ବନ୍ଧିୟ କୌଣସି ମହତ୍ଵପୂର୍ଣ୍ଣ କାମ ଆପଣଙ୍କ ଦ୍ଵାରା ହୋଇପାରେ। ସମ୍ପତ୍ତି ସମ୍ବନ୍ଧିୟ ମାମଲାରେ ବିଜୟ ହେବ। ପ୍ରତିକାର:- ଅସହାୟା ମାନଙ୍କୁ ସାହାଯ୍ୟ କରନ୍ତୁ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:-

ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର କୌଣସି ମହତ୍ତ୍ଵପୂର୍ଣ୍ଣ ବ୍ୟକ୍ତିଙ୍କ ସହିତ ଭେଟ ହେବ। କୌଣସି ନୂତନ କର୍ମ କରିବାକୁ ଚାହୁଁଥିଲେ ସେଥିରେ ବିଜୟୀ ହେବେ। ବ୍ୟବସାୟରେ ଉନ୍ନତି ହେବା ଫଳରେ ଖୁସି ରହିବେ। ବିଦ୍ୟାଧ୍ୟୟନ ସମ୍ବନ୍ଧିୟ ଶୁଭ ସମାଚାର ପ୍ରାପ୍ତ ହେବ। ସେୟାର ବଜାର ଓ ପୁଞ୍ଜି ନିବେଶ କରିଲେ ବହୁତ ଧନ ପ୍ରାପ୍ତ ହେବ। ରାଜନୀତି ମାମଲାରେ ସଫଳତା ମିଳିବ। ସନ୍ତାନଙ୍କ ସମ୍ବନ୍ଧିତ କୌଣସି ମହତ୍ଵପୂର୍ଣ୍ଣ କାମ ହୋଇପାରେ। କୌଣସି କାମରେ ବିଶେଷ ଜ୍ଞାନ ହାସିଲ କରିବେ। ପରିବାରର ଉନ୍ନତି ପାଇଁ ପ୍ରୟାସରତ ହେବେ। ନିଜକୁ ମଧ୍ୟ ଖୁସି ଓ ସୁରକ୍ଷିତ ଅନୁଭବ କରିବେ। ଋଣ ଭାରରୁ ମୁକ୍ତି ପାଇବେ। ସାମାଜିକ ପ୍ରତିଷ୍ଠା, ମାନ-ସମ୍ମାନ ବୃଦ୍ଧି ହେବ। ଆର୍ଥିକସ୍ଥିତି ଆବଶ୍ୟକଠାରୁ ଅଧିକ ବିସ୍ତାରିତ ହେବ। ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ। ସବୁ କିଛି ସୁନ୍ଦର ହିଁ ସୁନ୍ଦର ଦେଖା ଦେବ। ପରିବାର ଓ ମିତ୍ରଙ୍କ ସହିତ ସମୟ ବିତେଇବେ। ପ୍ରତିକାର:- ଅସହାୟା ମାନଙ୍କୁ ସାହାଯ୍ୟ କରନ୍ତୁ।

ମିଥୁନ:-

ଏସପ୍ତାହରେ ମହିଳା ଓ ପୁରୁଷ ମାନେ ବ୍ୟବସାୟ କ୍ଷେତ୍ରରେ ଯେତେ ଅଧିକ ପରିଶ୍ରମ କରିବେ ସେତେ ଅଧିକ ଲାଭ ହେବ ଓ ଆଗାମୀ ଯୋଜନା ପାଇଁ ପ୍ରସ୍ତୁତ ହେବେ। ଟଙ୍କାର ଆବଶ୍ୟକତା ପୂରଣ ହେବ। ଛାତ୍ରଛାତ୍ରୀ ମାନଙ୍କର ପରିଶ୍ରମ ଓ ମେହନତର ପରିଣାମ ମିଳିବ। ପାରିବାରିକ କ୍ଷେତ୍ରରେ ମାନସିକ ଶାନ୍ତି ମିଳିବ। ସାମାଜିକ ପ୍ରତିଷ୍ଠା ଓ ମାନ-ସମ୍ମାନ ବୃଦ୍ଧି ହେବ। ପଡିରହିଥିବା କାର୍ଯ୍ୟକୁ ପୂର୍ଣ୍ଣକରିବାର ଦୃଢ଼ତା ଆସିବ। ନୂତନ ବ୍ୟବସାୟଆରମ୍ଭ, ଯାନ, ବାହନ, ଜାଗା, ଜମି, ଗୃହପୋକରଣ ଆଦି କ୍ରୟ କରିବା ପାଇଁ ଋଣ କରିଲେ ସହଜରେ ମିଳିଯିବ ଓ ସୁଝିବା ପାଇଁ ସହଜ ହେବ। କଳା, ସାହିତ୍ୟ, କ୍ରିଡା, ଚଳଚ୍ଚିତ୍ର ତଥା ଅନୁଷ୍ଠାନିକ କାମରେ ପ୍ରଶଂସା ମିଳିବ। ନିଜର ପ୍ରଭାବ ଓ ପରାକ୍ରମ ବୃଦ୍ଧି ପାଇବ। ଅଧିକାରୀ କାମରେ ପ୍ରସନ୍ନ ରହିବେ। ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ। ପ୍ରେମ-ପ୍ରସଙ୍ଗରେ ଧୈର୍ଯ୍ୟ ଓ ସହନ ଶୀଳତା କାଏମ ରହିବ।  ପ୍ରତିକାର ହଳଦୀଚନ୍ଦନ ମୁଣ୍ଡରେ ଲଗାନ୍ତୁ।

କର୍କଟ:-

ଏସପ୍ତାହରେ ମହିଳା ଓ ପୁରୁଷ ମାନେ କୌଶଳ ପ୍ରୟୋଗ କରି ସମସ୍ତ ପ୍ରକାର ଅଭିଳାଷ ପୂରଣ କରି ପାରିବେ। ଗୃହରେ ଶୁଭକାର୍ଯ୍ୟ କରି ପାରିବେ। ଶାରିରୀକ ଅସୁସ୍ଥତା ଦୂରହେବ ଓ ସ୍ଵାସ୍ଥ୍ୟରେ ଉନ୍ନତି ପରିଲିଖିତ ହେବ। ପରିବାରରେ ଆର୍ଥିକ ସମସ୍ୟା ସମାଧାନ ହୋଇ ଧନର ଆଗମନ ହୋଇପାରେ। ଶତୃ ଓ ବିରୋଧୀମାନେ ଆପଣଙ୍କ ସାମ୍ନା କରିପାରିବେ ନାହିଁ। ଗୃହବାହନ ପ୍ରାପ୍ତି ପରିଜନ ଓ ସାଧୁଜନପ୍ରିୟ ହେବେ। ଅର୍ଥ ସଂପର୍କିତ ଚୁକ୍ତିପତ୍ର କଲେ ଲାଭବାନ ହେବେ। ଛାତ୍ରଛାତ୍ରୀମାନେ ଅଧ୍ୟୟନ ପାଇଁ ମନଯୋଗ ଦେଇ ବିଦ୍ୟାକ୍ଷେତ୍ରରେ ସଫଳ ହେବେ। ଶତ୍ରୁହାନି, ଉଚ୍ଚ ପ୍ରଶଂସା ଲାଭ, ଦମ୍ଭ ସାହସ ବୃଦ୍ଧି, କ୍ଷମା ଗୁଣରେ ଯଶ ପ୍ରାପ୍ତି, ସୁସମ୍ବାଦ ଶୁଣିବେ ଓ ଅଶାନ୍ତିର ଝଡ ଶାନ୍ତ ହେବ। ଅପେକ୍ଷା କରିଥିବା କାର୍ଯ୍ୟରେ ଶୁଭ ସୂଚନା ମିଳିବ। କର୍ମକ୍ଷେତ୍ରରେ ବ୍ୟସ୍ତତା ନେଇ ସୁଖଶାନ୍ତି ଦୂରେଇ ଯିବ। ଜମି, ଜମା, ଘରବାଡ଼ି ନେଇ ଅଦାଲତର ଦ୍ୱାରସ୍ଥ ହେବାକୁ ପଡିପାରେ। ପ୍ରତିକାର ଗ୍ରାମ୍ୟ ଦେବା ଦେବୀଙ୍କୁ ଭୋଗ ଲଗେଇ ପିଲାଙ୍କୁ ବାଣ୍ଟିବେ।

ସିଂହ:-

ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ସ୍ଵାସ୍ଥ୍ୟରେ ଉନ୍ନତି ପରିଲିଖିତ ହେବ। ପାରିବାରିକ କ୍ଷେତ୍ରରେ ମାନସିକ ଶାନ୍ତି ମିଳିବ। ସାମାଜିକ ପ୍ରତିଷ୍ଠା ଓ ମାନ-ସମ୍ମାନ ବୃଦ୍ଧି ହେବ। ଅଳ୍ପ ପରିଶ୍ରମରେ ବହୁତ ଧନ ଲାଭ ହେବା ସହ ସବୁଥିରେ ସଫଳତା ମିଳିବ। ଅଟକିଥିବା ବା ଉଧାର ଦେଇଥିବା ଟଙ୍କା ମିଳିଯିବ। ଧାର୍ମିକ କାର୍ଯ୍ୟରେ ରୁଚି ବଢିବ। ସମୟ ଗୁଡିକ ହସ ଖୁସିରେ ବିତିବ। ଭାତୃ ବିବାଦ, ଜମି ବାଡି ଓ ଘର ଜାଗାନେଇ ଥିବା ଦ୍ଵନ୍ଦର ସମାଧାନ ହୋଇପାରେ। ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ ବିଜୟୀ ହେବେ। ବାଣିଜ୍ୟ କ୍ଷେତ୍ରରେ ଉଚିତ ପନ୍ଥା ଗ୍ରହଣ କରି ଉନ୍ନତମାନର ଫଳପାଇବେ। ଶତୃମାନେ ସାମ୍ନାକୁ ଆସିବାକୁ ସାହସ କରିବେ ନାହିଁ। ଅଧିକାରୀଙ୍କଠାରୁ ସହଯୋଗ ମିଳିବ। ସନ୍ତାନର ଭବିଷ୍ୟତ ପାଇଁ ଯୋଜନା କରି ପୁଞ୍ଜି ନିବେଶ କରି ପାରନ୍ତି। ଛାତ୍ରଛାତ୍ରୀ ମାନେ ଶିକ୍ଷାକୁ ଉଚିତ୍‌ ମନେକରି ପାଠ ପଢାରେ ମନଯୋଗ ଦେବେ। ପ୍ରେମ-ପ୍ରସଙ୍ଗରେ ଆଶାଜନକ ଫଳପ୍ରାପ୍ତି ହେବ। ପ୍ରତିକାର କେଶର ହଳଦୀ ଚନ୍ଦନ ମସ୍ତକରେ ଧାରଣ କରନ୍ତୁ।

କନ୍ୟା:-

ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ସୁଖ ସମୃଦ୍ଧି ବୃଦ୍ଧିହେବା ସହ ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ। କର୍ମକ୍ଷେତ୍ରରେ ସହକର୍ମୀ ଓ ଉପରିସ୍ଥ କର୍ମଚାରୀଙ୍କ ଠାରୁ ପ୍ରଶଂସିତ ହେବେ ଓ କର୍ମକ୍ଷେତ୍ରରେ ଅନେକ ଦିନର ଅଭିଳାଷ ପୂର୍ଣ୍ଣ ହେବ। ଶାରୀରିକ ଓ ମାନସିକ ସ୍ଥିରତା ଦେଖାଦେବ। ପ୍ରତିକୂଳ ପରିସ୍ଥିତି ଦୂରେଇଯିବ ଓ ନିଜ ଚେଷ୍ଟାରେ କାର୍ଯ୍ୟରେ ସଫଳତା ମିଳିବ। ପାରିବାରିକ କ୍ଷେତ୍ରରେ ଶାନ୍ତି ବିରାଜମାନ କରିବ ଓ ସନ୍ତାନ ସୁଖ ମିଳିବ। ବ୍ୟବସାୟୀମାନେ ନୂତନ ବାଣିଜ୍ୟର ପରିକଳ୍ପନା କରିବା ସହ ଅନେକ କାର୍ଯ୍ୟ ନିଜେ ସମାଧାନ କରିବାକୁ ସାହସ ବାନ୍ଧିବେ। ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ପ୍ରଶଂସିତ ହେବେ। କୋର୍ଟ କଚେରୀ ଓ ମାଲିମୋକଦ୍ଦମାରେ ବିଜୟୀ ହେବେ। ନୁତନ କାର୍ଯ୍ୟ ଆରମ୍ଭ କରିବା ପାଇଁ ଚେଷ୍ଟା କରିଲେ ସଫଳ ହେବେ।  ରାଜନୀତିରେ ସାଧାରଣ ପରିଶ୍ରମ ଫଳରେ ଅଧିକ ଉନ୍ନତି ହେବ। ପ୍ରତିକାରଦୃଷ୍ଟିହୀନ ଲୋକଙ୍କୁ ସାହାଯ୍ୟ କରନ୍ତୁ।

ତୁଳା:-

ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ଶାରିରୀକ ଅସୁସ୍ଥତା ଦୂରହେବ। ମିତ୍ରଙ୍କ ଠାରୁ ବହୁତ ସାହାଯ୍ୟ ସହଯୋଗ ମିଳିବ। ପରିବାରରେ ସୁଖ-ଶାନ୍ତି ଯୋଗେ ସମସ୍ତ ଚିନ୍ତା ଦୂର ହେବ। ସମ୍ମାନର ସହ ଦିନଚର୍ଯ୍ୟା ସମ୍ପାଦନ କରିବେ। କଳା, ସାହିତ୍ୟ, ଚଳଚ୍ଚିତ୍ର ତଥା ଅନୁଷ୍ଠାନିକ କାମରେ ପ୍ରଶଂସା ମିଳିବ। ଆର୍ଥିକ କ୍ଷେତ୍ରରେ ଉନ୍ନତି ହେବ। ବିଦ୍ୟା କ୍ଷେତ୍ରରେ ପ୍ରଶଂସା ପାଇବେ। କର୍ମକ୍ଷେତ୍ରରେ ଉନ୍ନତି କରି ପାରିବେ। ନ୍ୟାୟମାର୍ଗ ଓ ମିଷ୍ଟ ବଚନ ଯୋଗେ କେତେକ କ୍ଷେତ୍ରରେ ପ୍ରଶଂସିତ ହେବେ। ସମାଜ ସେବାରେ ସ୍ଵନାମ ଅର୍ଜନ କରି ପାରିବେ। ଉଚିତ ପନ୍ଥା ଗ୍ରହଣ କରି ସଫଳତା ଅର୍ଜନ କରିବେ। ପ୍ରେମିକ ପ୍ରେମିକାମାନେ ଅସୁବିଧା ପରିସ୍ଥିତିକୁ ସାମାନ୍ୟ ଚେଷ୍ଟାରେ ସଜାଡି ଦେବେ। ଭାଇ ଭଉଣୀମାନଙ୍କ ସହ ମନୋମାଳିନ୍ୟ ଦୂର ହେବ। ସନ୍ତାନ ଙ୍କ ଭବିଷ୍ୟତ ନେଇ ଖୁସି ରହିବେ।  ଧୈର୍ଯ୍ୟ ସାହସ ଦ୍ଵାରା ହୋଇପାରୁ ନଥିବା କାମକୁ କରି ଦେଖାଇବେ। ପ୍ରତିକାର ବେଲକାଠରେ ଚନ୍ଦନ ଘୋରି ଧାରଣ କରନ୍ତୁ।

ବିଚ୍ଛା:-

ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ଜମିଜମା ସଙ୍କ୍ରାନ୍ତିୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପାଦନ ହେବ। ଅଟକିଥିବା ବା ଉଧାର ଦେଇଥିବା ଟଙ୍କା ମିଳିଯିବ। ସାଧୁ, ସତ୍ୟବାଦୀ, ଧର୍ମାତ୍ମା, ଗୁରୁବ୍ରାହ୍ମଣଙ୍କ ସହ ସମ୍ପର୍କ ସ୍ଥାପନ ହେବା ଫଳରେ ପ୍ରଶଂସିତ ହେବେ। ରାଜନୀତିରେ କୃତକାର୍ଯ୍ୟ ହେବା ସହ ଲୋକସମ୍ପର୍କ ଆତ୍ମସନ୍ତୋଷ ବଢେଇବ। ରୋଜଗାର ସମସ୍ୟା ସୁଧୁରି ଯିବ। ଧନ ଲାଭ ହେବାରୁ ମନ ଖୁସି ରହିବ। ଭାତୃ ବିବାଦ, ଜମି ବାଡି ଓ ଘର ଜାଗାନେଇ ଥିବା ଦ୍ଵନ୍ଦର ସମାଧାନ ହୋଇପାରେ। ସନ୍ତାନଙ୍କର ଉନ୍ନତିରେ ଖୁସି ହେବେ। ଅଳ୍ପ ପରିଶ୍ରମରେ ବହୁତ ଧନ ଲାଭ ହେବ। ଆର୍ଥିକ କ୍ଷେତ୍ରରେ ଉନ୍ନତି, ଶତୃ ବୃଦ୍ଧି ହେଲେ ମଧ୍ୟ ଯେ କୌଣସି କାର୍ଯ୍ୟରେ ହାତ ଦେଲେ ସଫଳ ହେବେ। ସରକାରୀ କର୍ମଚାରୀ ମାନେ କର୍ମକ୍ଷେତ୍ରରେ ଅସୁବିଧା ପରିସ୍ଥିତିକୁ ସାମାନ୍ୟ ଚେଷ୍ଟାରେ ସଜାଡି ଦେବେ। ମନରେଥିବା କାମନା ପୂର୍ଣ୍ଣ ହେବ। ପ୍ରତିକାର ଗୋମାତାକୁ ଖାଇବାକୁ ଦିଅନ୍ତୁ।

ଧନୁ:-

ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ସାମାଜିକ ପ୍ରତିଷ୍ଠା, ମାନ ସମ୍ମାନରେ ଉନ୍ନତି ହେବ। ଅଧା ଅଧୁରାଥିବା କାର୍ଯ୍ୟ ପୂରଣ ହୋଇଯିବ। ସାମୁହିକ ପ୍ରୟାସ ଓ ସହଯୋଗ ଦ୍ଵାରା ଆଗକୁ ବଢିପାରିବେ। ପରିବାର ସମ୍ବନ୍ଧିତ କୌଣସି ବନ୍ଧୁଙ୍କ ଦ୍ଵାରା ଶୁଭ ସମାଚାର ଶୁଣିବେ। କମିଶନ ସମ୍ବନ୍ଧିତ କାର୍ଯ୍ୟରେ ଲାଭ ମିଳିବ। ଶତ୍ରୁ ବା ବିରୋଧୀ କିଛି କ୍ଷତି କରିପାରିବେ ନାହିଁ। ଦୁଃଖୀ ଲୋକଙ୍କୁ ସାହାଯ୍ୟ କରିବେ। ନିବେଶ ପାଇଁ ସମୟ ଉପଯୁକ୍ତ ଅଟେ। ସ୍ୱାସ୍ଥ୍ୟସମସ୍ୟା ସୁଧୁରିଯିବ ଓ ନୂତନ ବନ୍ଧୁଙ୍କ ସହିତ ଭେଟ ହେବା ଫଳରେ ଅଟକିଥିବା କାର୍ଯ୍ୟ ସମ୍ପନ୍ନ ହେବ। ଛାତ୍ରଛାତ୍ରୀମାନେ ବିଦ୍ୟା କ୍ଷେତ୍ରରେ ପ୍ରଶଂସା ପାଇବେ। ବାଦବିବାଦ, ମାଲିମୋକଦ୍ଦମାରେ ରାଜକୀୟ ସମ୍ମାନ ମିଳିବ। ବାଣିଜ୍ୟ, ନିର୍ମାଣ ଓ ପରିବହନ କ୍ଷେତ୍ରରେ ସମସ୍ୟା ସମାଧାନ ହୋଇଯିବ। ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳ ହେବେ। ଦାମ୍ପତ୍ୟ ସୁଖରେ ଖୁସି ହେବେ। ସମୟ ଗୁଡିକ ହସ ଖୁସିରେ ବିତିବ। ପ୍ରତିକାର ନିମ୍ବକାଠରେ ଚନ୍ଦନ ଘୋରି ଧାରଣ କରନ୍ତୁ।

ମକର:-

ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ଶରୀର ଭଲ ରହିବ। ଅପେକ୍ଷା କରିଥିବା କାର୍ଯ୍ୟଟି ପୂରଣ କରିବା ପାଇଁ ସକ୍ଷମ ହେବେ। ନୂତନ ବନ୍ଧୁ ମିତ୍ରଙ୍କ ସହ ମିଳନ ହେବା ସହ ପ୍ରେମ ପ୍ରସଙ୍ଗରେ ସଫଳତା ମିଳିବ। ଅଚାନକ ଭାବରେ କୌଣସି ସୁସମ୍ବାଦ ଶୁଣିବେ। ସନ୍ତାନ ସନ୍ତତିଙ୍କ ତରଫରୁ ଆଶାବାଦୀ ହେବେ।  ପାରିବାରିକ ତିକ୍ତତାର ସମାପ୍ତି ହେବ। କେତେକ କ୍ଷେତ୍ରରେ ଉଚ୍ଚାକାଂକ୍ଷ। ପୂର୍ତ୍ତି ନିମନ୍ତେ କଠିନ ପରିଶ୍ରମ କରିବାକୁ ପଡିବ। ବ୍ୟବସାୟୀମାନଙ୍କର ଲାଭ ଅଧିକ ହେବା ଫଳରେ ମନ ଖୁସି ରହିବ। ରାଜନୀତିରେ ଫାଇଦା ଉଠାଇବାକୁ ଚେଷ୍ଟା କରିବେ। ବିଦ୍ୟା କ୍ଷେତ୍ରରେ ଯଶ ପ୍ରାପ୍ତି ହେବ ଓ ପଢାପଢିରେ ମାନସିକ ଶାନ୍ତି ମିଳିବ। ଧର୍ମାନୁଷ୍ଠାନରେ ସମୟ କଟେଇବା ପାଇଁ ମନ ବଳାଇବେ। ଅସହାୟ ମାନଙ୍କୁ ସାହାଯ୍ୟ କରିବା ଫଳରେ ଲୋକମାନଙ୍କ ନିକଟରେ ମାନସମ୍ମାନ ପ୍ରତିଷ୍ଠା ପ୍ରତିପ୍ରତ୍ତି ବୃଦ୍ଧି ପାଇବ। ବିଗିଡିଯାଇଥିବା କାର୍ଯ୍ୟ ସୁଧୁରିଯିବ। ପ୍ରତିକାର ଗଣେଶ ଭଗବାନଙ୍କୁ ପ୍ରଣାମ କରନ୍ତୁ।

କୁମ୍ଭ:-

ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ଧନନିବେଶ ପାଇଁ ଉପଯୁକ୍ତ ସମୟ। ଅଟକିଥିବା କାର୍ଯ୍ୟ ସମ୍ପନ୍ନ ହେବ। ବନ୍ଧୁମାନଙ୍କ ସାହାଯ୍ୟ ପାଇ ପାରିବାରିକ ତିକ୍ତତାର ସମାପ୍ତି ହେବ। ନୂତନ ଲୋକଙ୍କ ସହିତ ଭେଟ ହେବ। ସ୍ୱାସ୍ଥ୍ୟରେ ସୁଧାର ଆସିବ। ନୂତନ ବନ୍ଧୁ ମିଳନ ହେତୁ ମନଖୁସୀ ରହିବ। ବରିଷ୍ଠ କର୍ମୀଙ୍କ ପ୍ରିୟପାତ୍ର ହେବା ଫଳରେ ଚାକିରୀରେ ପ୍ରମୋଶନ ମିଳିବାର ଯୋଜନା ପ୍ରସ୍ତୁତ ହେବ। ଘର ସମ୍ବନ୍ଧୀୟ କୌଣସି ମହତ୍ଵପୂର୍ଣ୍ଣ ସମାଚାର ଶୁଣିବେ। ମିତ୍ରଙ୍କ ସାହାଯ୍ୟ ଦ୍ଵାରା କୌଣସି ଖୁସି ପ୍ରସଙ୍ଗ ଆସିବା ଫଳରେ ମନ ପ୍ରଫୁଲ୍ଲିତ ରହିବ। ଧୈର୍ଯ୍ୟ ଓ ସଂଯମତା ରଖି ପାରିଲେ ସମସ୍ତ ସମସ୍ୟାର ପରିଣାମ ଆପଣଙ୍କ ସପକ୍ଷରେ ରହିବ। କୃଷିକ୍ଷେତ୍ରରେ ଅତ୍ୟଧିକ ପରିଶ୍ରମ ହେତୁ ଶାରୀରିକ ପୀଡା ଅନୁଭବ କରି ପାରନ୍ତି। ରାଜନୀତିରେ ଲୋକସମର୍ଥନକୁ ଆଧାର କରି ପଦପଦବି ଆଶାୟୀ ହେବେ। ବିପରୀତ ଲିଙ୍ଗୀଙ୍କ ସହଯୋଗ ଦ୍ଵାରା ଆଗକୁ ବଢିବେ। ପ୍ରତିକାର ଶିବମନ୍ଦିରରେ ପାଦୁକ ପାନ କରନ୍ତୁ।

ମୀନ:-

ଏସପ୍ତାହରେ ମହିଳା ଓ ପୁରୁଷ ମାନେ ସ୍ଵାସ୍ଥ୍ୟରେ ପରିବର୍ତ୍ତନ ଅନୁଭବ କରିବେ। କର୍ମକ୍ଷେତ୍ରରେ ଆଶା କରୁଥିବା ଘଟଣା ଘଟିବା ଫଳରେ ନୂଆ ଲକ୍ଷକୁ ନିର୍ଦ୍ଦାରିତ କରିପାରିବେ। ବ୍ୟାପାର ବାଣିଜ୍ୟ ଓ କାମକାର୍ଯ୍ୟର ସ୍ଥିତି ସନ୍ତୋଷ ଜନକ ହେବ। ପ୍ରପର୍ଟୀ ସମ୍ବନ୍ଧିୟ ମାମଲା ସତୃଙ୍କ ମଧ୍ୟସ୍ଥତା ଦ୍ଵାରା ଦୂର ହେବ। ପୁରୁଣା ନିବେଶ ଲାଭ ଦେବା ଫଳରେ ଆର୍ଥିକ ସ୍ଥିତିକୁ ସୁଧାରି ପାରିବେ।  ବିଗିଡି ଯାଇଥିବା କାର୍ଯ୍ୟ ସୁଧୁରିଯିବା ଫଳରେ କାର୍ଯ୍ୟ କ୍ଷେତ୍ରରେ ଉତ୍ସାହିତ ହେବେ। କୌଣସି ରୋଚକ ବା ଜ୍ଞାନବର୍ଦ୍ଧକ ସାହିତ୍ୟ ପ୍ରତି ମନ ବଳାଇବେ। କୋର୍ଟ କଚେରୀ ମାମଲା ଓ ବାଦବିବାଦ ଆପଣଙ୍କ ସପକ୍ଷରେ ରହିବ। ନୂତନ ବସ୍ତୁ କ୍ରୟ କରିବେ। ପରିବାରରେ ସମ୍ବନ୍ଧରେ ପ୍ରଗାଢତା ଆସିବା ଫଳରେ ଶାନ୍ତି ମିଳିବ। ପ୍ରେମ ପ୍ରସଙ୍ଗରେ ସଫଳତା ମିଳିବ। ଧର୍ମ କାର୍ଯ୍ୟରେ ଲିପ୍ତ ରହି ପାରନ୍ତି।  ଶିକ୍ଷାକ୍ଷେତ୍ରରେ ମାନସିକ ସ୍ଥିରତା ଦେଖାଦେବା ସହ ବିଜୟ ପ୍ରାପ୍ତ ହେବ। ପ୍ରତିକାର- ହରିଡା ଚନ୍ଦନ ମସ୍ତକରେ ଧାରଣ କରନ୍ତୁ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!