ଦୈନିକ ରାଶିଫଳ: ୧୩ ଜୁନ୍ ୨୦୨୦, ଶନିଦେବଙ୍କ କୃପାରୁ ଆଜି ଏହି ସବୁ ରାଶି ବ୍ୟକ୍ତିଙ୍କୁ ମିଳିବ କର୍ମରେ ଉନ୍ନତି

ଶେୟାର କରନ୍ତୁ ଅନ୍ୟମାନକ ସହିତ

୨୦୨୦ ମସିହା, ଜୁନ୍ ମାସ ୧୩ ତାରିଖ, ଶନିବାର, ବୃଷ ମାସ ୩୧ ଦିନ, ଆଷାଢମାସ, କୃଷ୍ଣପକ୍ଷ, ଅଷ୍ଟମୀ ତିଥି, ପୂର୍ବ ଭାଦ୍ରପଦ ନକ୍ଷତ୍ର, କୁମ୍ଭ ରାଶିରେ ଚନ୍ଦ୍ର। ବୃଷ, ସିଂହ, କନ୍ୟା ରାଶିର ଘାତବାର। ମିଥୁନ, ମୀନ ରାଶିର ଘାତଚନ୍ଦ୍ର। ଦିବା ୨ଟା ୪୭ମିନିଟ୍ ଗତେ ଧନୁ ରାଶିର ଘାତଚନ୍ଦ୍ର। ନଡିଆ, ଆମିଷ ନ ଖାଇଲେ ଭଲ। ଶୁଭସମୟ ଦିବା ୧୦ଟା ୮ମିନିଟ୍ ରୁ ୧୨ଟା ୧୨ମିନିଟ୍, ଦିବା ୩ଟା ୫ମିନିଟ୍ ରୁ ୩ଟା ୪୩ମିନିଟ୍, ସନ୍ଧ୍ୟା ୭ଟା ୪୪ମିନିଟ୍ ରୁ ୭ଟା ୪୭ମିନିଟ୍, ରାତ୍ର ୧୧ଟା ୨୬ମିନିଟ୍ ରୁ ୧ଟା ୩୫ମିନିଟ୍।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ମେଷ:-

ଚିକିତ୍ସକ, ରସାୟନଜ୍ଞ, ଔଷଧନିର୍ମାଣ ଓ ବିକ୍ରୟ କରୁଥିବା ବ୍ୟକ୍ତିମାନେ ବିଶେଷ ଲାଭାନ୍ୱିତ ହେବେ। ମାନସିକ ଅଶାନ୍ତି ଦୂର ହେବା ସହ ନୂତନ କାର୍ଯ୍ୟ ପାଇଁ ଆଶାୟୀ ହେବେ। କର୍ମକ୍ଷେତ୍ରରେ ସୁସମ୍ପର୍କ ବୃଦ୍ଧି ହୋଇ କାମଗୁଡ଼ିକ ସହଜରେ ହୋଇଯିବା ଫଳରେ ପ୍ରଶଂସିତ ହେବେ। ପାରିବାରିକ ଜୀବନ ଆନନ୍ଦରେ କଟିବ। ପରୀକ୍ଷା ଓ ପ୍ରତିଯୋଗୀତାରେ ଆଶା ମୁତାବକ ଫଳ ପାଇବେ। କାର୍ଯ୍ୟର ପ୍ରଗତି ପାଇଁ ସମସ୍ତ ପ୍ରକାର ପ୍ରୟାସ କରିବେ। ଶୁଭଖବର ପାଇ ମନ ଖୁସି ହେବ। ଆଇନ ଅଦାଲତ ଲେଖାପଢାରୁ ଶୁଭଫଳ ମିଳିବ। କୋର୍ଟ କଚେରୀ ମାମଲାରେ ବିଜୟୀ ହେବେ। ପ୍ରତିକାରମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ବୃଷ:-

ସହଯୋଗୀ ମାନଙ୍କର ପୂର୍ଣ୍ଣ ସହଯୋଗ ପାଇବେ। ବ୍ୟବସାୟରେ ଆଶାତୀତ ଲାଭ ହେବ। ସୁନା, ରୂପା, କଂସା, ପିତ୍ତଳ, ତେଜରାତି, ଷ୍ଟେନସାରୀ, ଔଷଧ ବ୍ୟବସାୟୀ ମାନଙ୍କର ଉତ୍ତମ ଲାଭ ପ୍ରାପ୍ତି ହେବ। କର୍ମକ୍ଷେତ୍ରରେ ଉପରିସ୍ଥ ଅଧିକାରୀଙ୍କ ସାହାଯ୍ୟ ସହଯୋଗ ପାଇ ସରକାରୀ କର୍ମଚାରୀମାନଙ୍କର ପ୍ରବଳ ଉନ୍ନତି ହେବ। ଶାରିରୀକ ସୁସ୍ଥତା ସହ ସ୍ୱାସ୍ଥ୍ୟରେ ପରିବର୍ତ୍ତନ ଦେଖାଦେବ। ଅବିବାହିତ ଯୁବକ ଯୁବତୀ ବିବାହ କରିବାର ସୁଯୋଗ ପାଇବେ। ଶତ୍ରୁମାନଙ୍କ ଉପରେ ନଜର ନରଖିଲେ କ୍ଷତିରେ ପଡିବେ। ରାଜନୀତିରେ ନିଜର ମାନ ସମ୍ମାନ ପଦ ମର୍ଯ୍ୟାଦା ବୃଦ୍ଧି ହେବ। ପ୍ରତିକାର:- ଗୋମାତାକୁ କିଛି ଖାଦ୍ୟ ଦିଅନ୍ତୁ।

ମିଥୁନ:-

ଧାର୍ମିକ କାର୍ଯ୍ୟରେ ଆଶାବାଦୀ ହେବେ। ବ୍ୟବସାୟୀମାନେ କାରବାର ଯେତିକି ହେଲେ ବି ତହିଁରେ ସଂସ୍ଥା ଚଳାଇ ଗୁଜୁରାଣ ମେଣ୍ଟାଇ ପାରିବେ। କର୍ମକ୍ଷେତ୍ରରେ ଉପରିସ୍ଥଙ୍କ ଶ୍ରଦ୍ଧା ଅତୁଟ ରଖି କର୍ତ୍ତବ୍ୟ ପରାୟଣ ପ୍ରଦର୍ଶନ କରି ନିଜର ପାରିଲା ପଣିଆ ଜାହିର କରିବେ। ରାଜନୀତିରେ କୋଲସମ୍ପର୍କ ବୃଦ୍ଧି ହୋଇ ପଦ ମର୍ଯ୍ୟାଦା ବୃଦ୍ଧି ହେବ। ପରିବାରରେ ପରିବର୍ତ୍ତନର ଝଲକ ଦୃଶ୍ୟହେଲେ ମଧ୍ୟ କ୍ଷୟକ୍ଷତି ଘଟିବାର ଆଶଙ୍କା ନାହିଁ। କୃଷିଜୀବିମାନେ ସୁସମୃଦ୍ଧି ଯୁକ୍ତ ହେବେ। ପିଲାମାନଙ୍କ ପାଇଁ ବ୍ୟସ୍ତ ବିବ୍ରତ ହେବେ। ସବୁଆଡକୁ ନଜର ଦେଇ କାମ କରିବା ଉଚିତ୍। ପ୍ରତିକାର କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

କର୍କଟ:-

ବ୍ୟବସାୟୀମାନେ ଅଳ୍ପ ପରିଶ୍ରମ କରି ଅଧିକ ଲାଭ ପାଇବେ । କର୍ମକ୍ଷେତ୍ରରେ ଉପରିସ୍ଥଙ୍କ ଶ୍ରଦ୍ଧା ବା କୃପାଭାଜନ ହୋଇ କର୍ତ୍ତବ୍ୟ ନିଷ୍ଠା ରକ୍ଷାକରି ସାଧୁ ଓ ସଚ୍ଚୋଟ ଭାବେ ଦାୟିତ୍ୱ ତୁଲାଇବେ । ସମସ୍ୟା ସମାଧାନ ପାଇଁ ବନ୍ଧୁଙ୍କ ସାହାଯ୍ୟ ନେବେ। କାର୍ଯ୍ୟ କ୍ଷେତ୍ରରେ ଶତୃମାନେ ପରାଜିତ ହେବେ । ରାଜନୀତି କ୍ଷେତ୍ରରେ ଲୋକ ସମ୍ପର୍କରେ ଉନ୍ନତି ହେବା ଫଳରେ ଅସ୍ୱସ୍ତି ଲାଭ କରିବେ। ବାଦବିବାଦ, ମାଲିମୋକଦ୍ଦମାରେ ଅନାଗ୍ରହ ସୃଷ୍ଟି ହେବ। କୃଷିଜୀବିମାନେ ଅଯଥା ସମୟ ବିତାଇବେ। ପରକଥାରେ ପଡି ପରିବାରରେ କଳହ ସୃଷ୍ଟି ହେବା ଯୋଗେ ଅସୁସ୍ଥତା ଅନୁଭବ କରିବେ। ପ୍ରତିକାର:- ଗୋମାତାକୁ କିଛି ଖାଦ୍ୟ ଦିଅନ୍ତୁ।

ସିଂହ:-

ସାମାଜିକ କ୍ଷେତ୍ରରେ ତଳୁ ଉପର ସ୍ତର ଯାଏଁ ଆଦୃତି ଓ ମାନ୍ୟତା ଅର୍ଜ୍ଜନ କରିବେ । ବ୍ୟବସାୟୀମାନେ କଠିନ ପରିଶ୍ରମର ମୂଲ୍ୟ ଫେରି ପାଇବାକୁ କଷ୍ଟ ହେବ। କର୍ମଜୀବିମାନେ ଅପେକ୍ଷାକୃତ ସୁସ୍ଥ ବାତାବାରଣ ପାଇ କର୍ମାନୁଯାୟୀ ଫଳପ୍ରାପ୍ତି ହେତୁ କର୍ତ୍ତବ୍ୟ ପରାୟଣତା ରକ୍ଷା କରି ପାରିବେ । ରାଜନୀତି କ୍ଷେତ୍ରରେ କୂଟନୀତିର ପ୍ଲାନ୍ ଚଳାଇ ସ୍ଥାନସ୍ଥିତି ଅଟଳ ରଖି ପାରିବେ । ବାଦବିବାଦ, ମାଲିମୋକଦ୍ଦମାରେ ମୁଣ୍ଡ ଉଚ୍ଚା ରହିବ । କୃଷିଜୀବିମାନେ ନିଜ କ୍ଷେତ୍ରରେ କର୍ମ ଯୋଗକୁ ଅଧିକ ମହତ୍ତ୍ୱ ଦେବେ ।ସାଧାରଣ କଥାକୁ ନେଇ ମନରେ ବିରକ୍ତିଭାବ ପ୍ରକାଶ ପାଇବ। ପ୍ରତିକାର ଅସହାୟଙ୍କୁ ସାହାଯ୍ୟ କରନ୍ତୁ।

କନ୍ୟା:-

ବ୍ୟବସାୟୀମାନଙ୍କର ବକେୟା ପ୍ରାପ୍ୟ ହାତକୁ ଆଣିବାରେ ସଫଳ ହେବେ । ଆର୍ଥିକ ଦିଗରୁ ସୁବିଧା ହେଲେ ମଧ୍ୟ ପୈତୃକ ସମ୍ପତ୍ତି ନେଇ ପାରିବାରିକ ଦ୍ୱନ୍ଦ ଦେଖାଦେଇ ପାରେ। କର୍ମଜୀବିମାନେ କାର୍ଯ୍ୟ ଦକ୍ଷତା ପ୍ରଦର୍ଶନ କରି, ତଳୁ ଉପର ସ୍ତରଯାଏ ଆଦର୍ଶ ସ୍ଥାନ ଗ୍ରହଣ କରିବେ । ବାଦବିବାଦ, ମାଲିମୋକଦ୍ଦମାରେ କୋର୍ଟ କଚେରୀ ମାମଲାରେ ବିଜୟୀ ହେବେ। ଅବିବାହିତ ଯୁବକ ଯୁବତୀ ବିବାହ କରିବାର ସୁଯୋଗ ପାଇବେ। ରାଜନୀତିରେ କୂଟନୀତିର ଶୀକାର ହେଲେ ମଧ୍ୟ ଆଶାବାଦୀ ହେବେ ଓ ସାମାଜିକ ପ୍ରତିଷ୍ଠା, ମାନସମ୍ମାନ ବୃଦ୍ଧିହେବ। ଯାନବାହନରେ ସତର୍କତା ଅବଲମ୍ବନ କରିବା ଉଚିତ୍। ପ୍ରତିକାର:- ଗୋମାତାକୁ କିଛି ଖାଦ୍ୟ ଦିଅନ୍ତୁ।

ତୁଳା:-

ଉପରିସ୍ଥଙ୍କୁ ଆପଣାର କରି କୃପା ଭାଜନ ହେବା ସହ ଅଧସ୍ତନ କର୍ମୀ ଓ ନିମ୍ନବର୍ଗଙ୍କ ସୌଜନ୍ୟରୁ ସାହାଯ୍ୟ ସମର୍ଥନ ହାସଲ କରି ଉଚ୍ଚ ପ୍ରଶଂସିତ ହେବେ। ବ୍ୟବସାୟୀମାନେ ଗ୍ରାହକ ସେବାକୁ ଗ୍ରହଣ କରି ଯଶମାନ ବୃଦ୍ଧି ସହିତ ଉତ୍ତମ ଆୟର ପଥ ପରିସ୍କାର କରିବେ । କୋର୍ଟ କଚେରୀ ମାମଲା ଓ ମାଲିମୋକଦ୍ଦମାରେ ଆପୋଷ ସମାଧାନର ରାସ୍ତା ଖୋଲିଯିବ । ରାଜନୀତି କ୍ଷେତ୍ରରେ ସୁ ସମ୍ପର୍କ ସ୍ଥାପନ କରି ନିଜର ଭାବମୂର୍ତ୍ତିକୁ ଉଜ୍ଜ୍ୱଳତର କରିବାର ସାମର୍ଥ୍ୟ ବଢ଼ିବ । କୃଷିଜୀବିମାନେ ଏକ ସମୟରେ ଅନେକ ଗୁଡ଼ିଏ କାର୍ଯ୍ୟବ୍ୟସ୍ତତା ଭିତରେ ରହି ନିଜର ମାନସିକ ଭାରସାମ୍ୟ ହରାଇବେ। ପ୍ରତିକାର କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ବିଚ୍ଛା:-

ଶାରିରୀକ ସୁସ୍ଥତା ସହ ମାନସିକ ଶାନ୍ତି ଦେଖାଦେବ। ଉତ୍ତମ ରୋଜଗାର ହେଲେ ମଧ୍ୟ ଆୟ ବ୍ୟୟ ସମାନ ରହିବ।  ଜାଗା, ଜମି, ବାସଗୃହ ଓ ଯାନବାହାନ କ୍ରୟ କରିବାର ସୁବିଧା ପାଇବେ। ବ୍ୟବସାୟୀମାନେ କର୍ମଚାରୀ ଓ ଶ୍ରମିକଙ୍କ ସହଯୋଗରେ ବ୍ୟବସାୟ ବଢ଼ାଇବାରେ ସମର୍ଥ ହେବା ସହ ବେଶି ଉପକୃତ ହେବେ । କର୍ମଜୀବିମାନେ ଯଶ, ମାନ, ପ୍ରତିଷ୍ଠାର ଅଧିକାରୀ ହେବେ। ଛାତ୍ର ଛାତ୍ରୀମାନେ ପାଠ ପଢ଼ାରେ ମନଯୋଗ ଦେବେ। ତଳ ମହଲରୁ ଆଶାତୀତ ଲାଭ ପାଇ ପାରିବାରିକ ଜୀବନ ସୁଖମୟ ହେବ। କୃଷିଜୀବି ମାନେ ସୁଖଶାନ୍ତିରେ ଦିନଟି କଟାଇ ପାରିବେ । ପ୍ରତିକାର:-ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ।

ଧନୁ:-

କ୍ଷମତା ଶକ୍ତି ବଳରେ ନିଜର ସମୟ ବିତାଇବେ। ବ୍ୟବସାୟରେ ମାନସିକ ଦୁଃଶ୍ଚିନ୍ତା ଦୂରହୋଇ ପ୍ରଚୁର ଲାଭ ହେବ। ପାରିବାରିକ ସମସ୍ୟାକୁ ସମାଧାନ କରି ଅଧିକ ଭାଗ୍ୟବାଦି ହୋଇ ନିଜ ଗୋଡରେ ନିଜେ ଠିଆ ହେବାକୁ ସାହସ ବାନ୍ଧିବେ। ସରକାରୀ କ୍ଷେତ୍ରରେ ସୁଯୋଗ ପାଇ ଆତ୍ମବିଶ୍ୱାସ ବୃଦ୍ଧି ପାଇବ। କର୍ମକ୍ଷେତ୍ରରେ ସହଯୋଗୀ ମାନେ ସହଯୋଗ କରିବା ଫଳରେ ସାମାଜିକ ପ୍ରତିଷ୍ଠା, ମାନସମ୍ମାନ ବୃଦ୍ଧି ହେବ। ପରିବାରରେ ଅପ୍ରିତିକର ପରିସ୍ଥିତି ଦେଖା ଦେଲେ ମଧ୍ୟ କୌଶଳକ୍ରମେ ସମାଧାନ କରିବେ। କୃଷିଜୀବି ମାନଙ୍କର କମ୍ ପରିଶ୍ରମରେ ଆଶାଜନକ ଫଳପ୍ରାପ୍ତିହେବ। ପ୍ରତିକାରମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ମକର:-

ବ୍ୟବସାୟୀମାନେ କଠିନ ପରିଶ୍ରମ ଫଳରେ ନିମ୍ନବର୍ଗ କର୍ମୀଙ୍କ ପ୍ରତି ସତର୍କ ରହି ଚଉଆଖିଆହୋଇ କର୍ତ୍ତବ୍ୟ ପାଳି ଚାଲିଲେ ପରେ ହଇରାଣ ହେବେ ନାହିଁ । ସନ୍ତାନ ସମ୍ବନ୍ଧୀୟ ଆଶା କରୁଥିବା ଖବର ପାଇ ଖୁସୀ ହୋଇ ଯିବେ। ଭାଇବନ୍ଧୁ ମିତ୍ରଙ୍କଠାରୁ ସହଯୋଗ ପାଇବେ। ଶ୍ରମିକ ଓ କର୍ମଚାରୀମାନେ ଦୂର ଓ ନିକଟ କାର୍ଯ୍ୟରେ ତିଷ୍ଠି ରହି ପାରିବେ । ଛାତ୍ରଛାତ୍ରୀ ମାନେ ଶିକ୍ଷାକୁ ଉଚିତ୍‌ ମନେକରି ପାଠ ପଢାରେ ମନଯୋଗ ଦେବେ। ରାଜନୀତି କ୍ଷେତ୍ରରେ ଉଚ୍ଚ କର୍ମକର୍ତ୍ତାଙ୍କ ସୁଦୃଷ୍ଟି ପ୍ରାପ୍ତି ହେବା ଯୋଗେ ନାନାବିଧ ସୁଯୋଗ ଓ ଶୁଭଫଳ ପ୍ରାପ୍ତି ହେବ। କୃଷିଜୀବିମାନେ ଅଳ୍ପରେ ସନ୍ତୁଷ୍ଟ ହେବେ । ପ୍ରତିକାରମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ।

କୁମ୍ଭ:-

ଯେକୌଣସି କାର୍ଯ୍ୟ କରିବେ କିମ୍ବା ଯୋଜନା ପ୍ରସ୍ତୁତ କରିବେ ଭବିଷ୍ୟତ ପାଇଁ କ୍ୟାରିୟରରେ ଉନ୍ନତି ହେବ । ପରିବାରର ସମସ୍ତ ସଦସ୍ୟଙ୍କର ସହଯୋଗ ପାଇ ମାନସିକ ଦୁଶ୍ଚିନ୍ତା ଦୂର ହେବ। ବ୍ୟବସାୟରେ ଭାଗିଦାରୀ ମାନଙ୍କଠାରୁ ସାହାଯ୍ୟ ସହଯୋଗ ପାଇ ଯଶମାନ ବୃଦ୍ଧିହେବ। ଭାଗ୍ୟୋନ୍ନତି, ଯଶମାନ ପ୍ରତିଷ୍ଠା ଲାଭ, ସନ୍ତାନମାନଙ୍କର ଉନ୍ନତି, କର୍ମକ୍ଷେତ୍ରରେ ପଦୋନ୍ନତି, ନୂତନ ବାହନ, ଗୃହ ଆଦି ଲାଭ । କଳା, ସାହିତ୍ୟ, ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ ଶୁଭଫଳ ପ୍ରାପ୍ତି ହେବ । ଅବିବାହିତ ଯୁବକ ଯୁବତୀମାନଙ୍କର ବିବାହ ପ୍ରସ୍ତାବମାନ ସମାଧାନ ହୋଇଯିବ।   ପ୍ରତିକାରମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ମୀନ:-

ଉତ୍ତମ ରୋଜଗାର ହେଲେ ମଧ୍ୟ ଗୃହୋପକରଣ କ୍ରୟ କରିବା ଯୋଗେ ବ୍ୟୟ ଅଧିକ ହେବ । ଘରୋଇ ସଂସ୍ଥାର କର୍ମ କ୍ଷେତ୍ରରେ ସହଯୋଗୀମାନେ ସହଯୋଗ କରି ପାରନ୍ତି । ବ୍ୟବସାୟରେ ଭାଗିଦାରୀମାନଙ୍କଠାରୁ ସାହାଯ୍ୟ ପାଇ ସମସ୍ତ କାର୍ଯ୍ୟର ସମାଧାନ କରି ପାରିବେ। ପରିବାରର କେତେକ ଗୁରୁତ୍ଵପୂର୍ଣ୍ଣ କାମ ହାସଲ କରିବା ସକାଶେ ବନ୍ଧୁଙ୍କ ସାହାଯ୍ୟ ଉପରେ ନିର୍ଭର କରିବେ। ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ। ଅତ୍ୟଧିକ କାର୍ଯ୍ୟ ଚାପ ଯୋଗୁ କଠିନ ପରିଶ୍ରମ କରି ଶାରିରୀକ ଓ ମାନସିକ କଷ୍ଟ ଭୋଗି ପାରନ୍ତି। ଯାନବାହାନ ସମ୍ବନ୍ଧୀୟ ସମସ୍ୟା ଦେଖାଦେଇ ପାରେ। ପ୍ରତିକାର:- ଗୋମାତାକୁ କିଛି ଖାଦ୍ୟ ଦିଅନ୍ତୁ।

Jyotirbid Dr. Pramod Satapathy
Jantra Jyotisha, Cuttack

For personalized consultation and appointment,
you can connect on WhatApp @ 7008758366 or 9437006746
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 7008758366 or 9437006746


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!