ଦୈନିକ ରାଶିଫଳ: 13 ଜୁନ 2021, ସୂର୍ଯ୍ୟଦେବଙ୍କ କୃପାରୁ ଆଜି ଏହି ରାଶି ବ୍ୟକ୍ତିଙ୍କୁ ମିଳିବ କିଛି ବଡ ଖୁସି ଖବର

ଶେୟାର କରନ୍ତୁ ଅନ୍ୟମାନକ ସହିତ

୨୦୨୧ ମସିହା, ଜୁନମାସ ୧୩ ତାରିଖ, ରବିବାର, ବୃଷମାସ ୩୦ ଦିନ, ଜ୍ୟେଷ୍ଠମାସ, ଶୁକ୍ଳପକ୍ଷ, ତୃତୀୟା ତିଥି, ପୁନର୍ବସୁ ନକ୍ଷତ୍ର, ମିଥୁନ ରାଶିରେ ଚନ୍ଦ୍ର, ଦିବା ୧୨ଟା ୩୧ମିନିଟ୍ ଗତେ କର୍କଟ ରାଶିରେ ଚନ୍ଦ୍ର । ମେଷ ରାଶିର ଘାତବାର । ଦିବା ୧୨ଟା ୩୧ମିନିଟ୍ ମଧ୍ୟେ କନ୍ୟା ରାଶିର ଘାତଚନ୍ଦ୍ର । ପୋଟଳ ନ ଖାଇଲେ ଭଲ । ଶୁଭସମୟ- ପ୍ରାତଃ ୬ଟା ୫୭ମିନିଟ୍ ରୁ ୯ଟା ୩୩ମିନିଟ୍, ଦିବା ୧ଟା ୨୬ମିନିଟ୍ ରୁ ୨ଟା ୫୦ମିନିଟ୍, ଦିବା ୪ଟା ୩୭ମିନିଟ୍ ରୁ ୪ଟା ୪୨ମିନିଟ୍, ସନ୍ଧ୍ୟା ୬ଟା ୨୩ମିନିଟ୍ ରୁ ରାତ୍ର ୭ଟା ୪୭ମିନିଟ୍, ରାତ୍ର ୧୦ଟା ୪୨ମିନିଟ୍ ରୁ ୧୨ଟା ୫୦ମିନିଟ୍ ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ମେଷ:-

ବିବାଦମୁକ୍ତ ନିରୁପଦ୍ରବ ଜୀବନଚର୍ଯ୍ୟା ମଧ୍ୟେ ସମୟ ବିତିବା ସହ ଅର୍ଥାଗମ ଦିଗ ଖୋଲା ରହିବ । ପୈତୃକ ସମ୍ପତ୍ତିକୁ ନେଇ ପାରିବାରିକ ଦ୍ୱନ୍ଦର ସମାଧାନ ହୋଇ ଯାଇପାରେ । ନ୍ୟାୟମାର୍ଗ ଓ ମିଷ୍ଟ ବଚନ କୁ ନିଜର ଭୂଷଣଭାବି କର୍ମ କରିଲେ ଲାଭବାନ ହେବେ । ରାଜନୀତି କ୍ଷେତ୍ରରେ ସାଧାରଣ ଲୋକ ସମ୍ପର୍କ ବଢିଯିବ । ପରିବାରରେ ପ୍ରକୃତିସ୍ଥ ହୋଇ ହିସାବରେ ଚଳିଲେ ଦୁର୍ଗତିରୁ ସୁରକ୍ଷିତ ରହି ହେବ । ପ୍ରତିକାର:- ଗୋମାତାକୁ କିଛି ଖାଦ୍ୟ ଦିଅନ୍ତୁ ।

ବୃଷ:-

ଅନେକ ଦିନର ଅଭିଳାଷ ପୂର୍ଣ୍ଣ ହେବ । ପାରିବାରିକ ମାମଲା ବହୁତ ଶାନ୍ତି ପୂର୍ଣ୍ଣ ରହିବ । ଯେଉଁ ଜିନିଷ ପାଇବା ପାଇଁ ଚିନ୍ତା କରୁଥିଲେ ତାହା ସହଜରେ ପାଇ ପାରନ୍ତି । ବିଦ୍ୟାକ୍ଷେତ୍ରରେ ମନରେ ଥିବା ଭୟ ଆଶଙ୍କା, ଶାରୀରିକ ଅସୁସ୍ଥତା ଦୂରେଇ ଯିବା ଫଳରେ ବେଶ୍ ଆନନ୍ଦ ଅନୁଭବ କରିବେ । ପ୍ରତ୍ୟେକ କ୍ଷେତ୍ରରେ ଅଯଥା ତରତର ନ ହୋଇ ବିବେକ ବୁଦ୍ଧି ଖଟାଇ ଧୈର୍ଯ୍ୟର ସହିତ ଚାଲିବା ଉଚିତ । ଜଗିରଖି କଥାବାର୍ତ୍ତା କରିଲେ ବହୁତ ଭଲ ହେବ । ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ ।

ମିଥୁନ:-

ସ୍ଵାସ୍ଥ୍ୟରେ ଉନ୍ନତି ପରିଲିଖିତ ହେବା ଫଳରେ ମନ ଖୁସି ରହିବ । ରାଜକୀୟ ମାମଲାରେ ସଫଳତା ମିଳିବ । ପାରିବାରିକ କ୍ଷେତ୍ରରେ ଚିତ୍ତପ୍ରସନ୍ନ ଯୋଗେ କାର୍ଯ୍ୟ ସିଦ୍ଧି ହେବା ସହ ସୁଖଶାନ୍ତି ବୃଦ୍ଧି ହେବ । ଛାତ୍ରଛାତ୍ରୀମାନେ ବିଦ୍ୟାରେ ସଫଳ ହେବେ । କର୍ତ୍ତବ୍ୟନିଷ୍ଠା ପରାୟଣ ହୋଇ କୌଶଳ ପ୍ରୟୋଗ କରି ସମସ୍ତ ପ୍ରକାର ଅଭିଳାଷ ପୂରଣ କରି ପାରନ୍ତି । ଧାର୍ମିକ କାର୍ଯ୍ୟରେ ରୁଚି ବଢିବ । ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ଉନ୍ନତି ପାଇଁ ପ୍ରୟାସ ରତ ହେବେ । ପ୍ରତିକାର- ଆମିଷ ସେବନ କରନ୍ତୁ ନାହିଁ ।

କର୍କଟ:-

ସାମାଜିକ କଲ୍ୟାଣ କାମରେ ପୂର୍ଣ୍ଣ ସହଯୋଗ କରି ପ୍ରଶଂସିତ ହେବେ । ବ୍ୟବସାୟରେ ଲାଭବାନ ହେବେ । ରାଜନୀତି କ୍ଷେତ୍ରରେ ଆନ୍ତରିକ ମୂଲ୍ୟାଙ୍କନର ଅନୁଭୂତି ଜାଗ୍ରତ ହେବ । ଶିକ୍ଷାର୍ଥୀମାନେ ଉଚ୍ଚଶିକ୍ଷା ପାଇବାର ସୁଯୋଗ ପାଇବେ । ପୁରୁଣା ମିତ୍ରଙ୍କ ସହ ଅଚାନକ ଭାବେ ଦେଖା ହେବା ଫଳରେ ଆନନ୍ଦିତ ହେବେ । ପାରିବାରିକ କ୍ଷେତ୍ରରେ ସୁଖ ଶାନ୍ତି ପ୍ରାପ୍ତି ହେବ । ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ମିତ୍ରମାନଙ୍କ ଦ୍ଵାରା ଲାଭ ପାଇବେ । ପ୍ରତିକାର- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ ।

ସିଂହ:-

ବ୍ୟବସାୟୀମାନେ ନଗଦ କାରବାରରେ ଅଧିକ ଲାଭପ୍ରଦ ହେବେ । କେତେକ ସମସ୍ୟାର ଆପୋଷ ସମାଧାନର ରାସ୍ତା ଖୋଲିଯିବ । ବହୁତ ଦିନରୁ ଯେଉଁ କାମ ପାଇଁ ଚିନ୍ତା କରୁଥିଲେ ତାହା ଆଜି ଅଳ୍ପ ପ୍ରୟାସରେ ପୂର୍ଣ୍ଣ ହୋଇଯିବ । ନୂଆଲକ୍ଷ ପୂରଣ କରିବା ପାଇଁ ସାହାଯ୍ୟ ସହଯୋଗ ପାଇ ଉଚ୍ଚ ଆଶାରେ ଆଗେଇବେ । ରାଜନୀତି କ୍ଷେତ୍ରରେ ସୁ ସମ୍ପର୍କ ସ୍ଥାପନ କରି ନିଜର ଭାବମୂର୍ତ୍ତିକୁ ଉଜ୍ଜ୍ଵଳତର କରିବାର ସାମର୍ଥ୍ୟ ବଢିବ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

କନ୍ୟା:-

ଅଟକି ରହିଥିବା କାମ ଗୁଡିକ ସୁରୁଖୁରୁରେ ସମ୍ପନ୍ନ ହେବ । ନିଜ ଚେଷ୍ଟାରେ କାର୍ଯ୍ୟରେ ସଫଳତା ମିଳିବା ସହ ସନ୍ତାନ ସୁଖ ମିଳିବ । ବୌଦ୍ଧିକ କ୍ଷମତାରେ ବୃଦ୍ଧି ହେବ, କୌଣସି ମିତ୍ରଙ୍କ ଉପଦେଶ କାମରେ ଲାଗିବ । ବନ୍ଧୁଙ୍କ ସହଯୋଗରେ କେତେକ ସମସ୍ୟାର ସମାଧାନ ହେବ । ପ୍ରେମୀକ ପ୍ରେମିକାଙ୍କ ସମ୍ପର୍କ ସ୍ଥାପିତ ହେଲେ ଦୃଢୀଭୂତ ହେବ । ନିଜର ଚତୁରତା ଓ ବିବେକ ହେତୁ ବିପରୀତ ପରିସ୍ଥିତିକୁ ମୁକାବିଲା କରିବେ । ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ ।

ତୁଳା:-

ସମାଜ ସେବା କରି ସ୍ଵନାମ ଅର୍ଜନ କରି ପାରିବେ । ଶୁଭକାମ କରି ପ୍ରଶଂସିତ ହେବେ । ପୁରାତନ ରୋଗର ଉପସମ ହେବ । ପାରିବାରିକ ସ୍ନେହ ସହାନୁଭୁତି ପ୍ରାପ୍ତି ହେବା ସହ ଭାଇ ଭଉଣୀ ମାନଙ୍କ ସହ ମନୋ ମାଳିନ୍ୟ ଦୂର ହେବ । ଆଶା କରୁଥିବା ଖବର ପାଇ ଖୁସୀ ହୋଇଯିବେ । ରାଜନୀତି କ୍ଷେତ୍ରରେ ଯଶ ମାନକୁ ଅଧିକ ମହତ୍ତ୍ଵ ଦେଇ ତଳୁ ଉପରସ୍ତର ଯାଏ ଆଦୃତି ଓ ମାନ୍ୟତା ଅର୍ଜନ କରିବେ । ସନ୍ତାନଙ୍କର ଉନ୍ନତିରେ ଖୁସି ହେବେ । ପ୍ରତିକାର- ନିମ୍ବକାଠରେ ଚନ୍ଦନ ଘୋରି ଧାରଣ କରନ୍ତୁ ।

ବିଚ୍ଛା:-

ସାମାଜିକ ସ୍ତରରେ ବାଣୀଯୋଗେ ପ୍ରତିଷ୍ଠା ବଢିବା ସହ ଇଛାଶକ୍ତି ପ୍ରବଳ ହେବ । ବ୍ୟବସାୟରେ ଭାଗିଦାରମାନେ ପାଦ ସହିତ ପାଦ ମିଶେଇ ବେପାର ବୃଦ୍ଧି କରିବେ । ନିଜର ଧ୍ୟାନ ଲକ୍ଷ ଉପରେ କେନ୍ଦ୍ରିତ କରିବେ । ଦାମ୍ପତ୍ୟ ସ୍ତରରେ ଶାନ୍ତି ଶୃଙ୍ଖଳା ବଜାୟ ରହିବ । ହାତକୁ ନେଇଥିବା କାର୍ଯ୍ୟଟି ପାଇଁ କଠିନ ପରିଶ୍ରମ କରିବାକୁ ପଡିବ । ଆପଣା ଲୋକଙ୍କ ମଧ୍ୟରୁ କେହି କ୍ଷୟକ୍ଷତି ଘଟାଇବାର ଉଦ୍ୟମ କରି ପାରନ୍ତି । କଳହ, ବାଦବିବାଦରୁ ଦୂରେଇ ଯିବେ । ପ୍ରତିକାର:- ଅସହାୟାଙ୍କୁ ସାହାଯ୍ୟ କରନ୍ତୁ ।

ଧନୁ:-

ଶାରୀରିକ ସୁସ୍ଥତା ସହ ମାନସିକ ଶାନ୍ତି ଦେଖାଦେବ । ଆକସ୍ମିକ ଅର୍ଥଲାଭ, ନୂତନ ବନ୍ଧୁଲାଭ, ଅଧାଥିବା କାର୍ଯ୍ୟ ସମ୍ପୂର୍ଣ୍ଣ କରିବାକୁ ଚେଷ୍ଟା କରିବେ । ଭାତୃ ବିବାଦ, ଜମି ବାଡି ଓ ଘର ଜାଗାନେଇ ଥିବା ଦ୍ଵନ୍ଦର ଆପୋଷ ସମାଧାନର ରାସ୍ତା ଖୋଲିଯିବ । ସନ୍ତାନଙ୍କର ଉନ୍ନତିରେ ଖୁସି ହେବେ । ଅଧ୍ୟୟନ, ଅଧ୍ୟାପନା ତଥା ରଚନାତ୍ମକ କ୍ଷେତ୍ରରେ ମନ ଯୋଗ ଦେବେ । ବ୍ୟବସାୟିକ କ୍ଷେତ୍ରରେ ଆଶାଜନକ ଫଳ ପ୍ରାପ୍ତି ହେବ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

ମକର:-

ସ୍ଵାସ୍ଥ୍ୟରେ ଉନ୍ନତି ସହ ମାନସିକ ସ୍ଥିରତା ଦେଖାଦେବ । ଆଶା ଆକାଂକ୍ଷା ଓ ମହତ୍ୱାକାଂକ୍ଷା ପୂର୍ଣ୍ଣହେବ । ପାରିବାରିକ କ୍ଷେତ୍ରରେ ସାଧାରଣ ଚଳଣି ଅତୁଟ ରହିବ । କୌଶଳ ପ୍ରୟୋଗ କରି ସମସ୍ତ ପ୍ରକାର ଅଭିଳାଷ ପୂରଣ କରିବାକୁ ଚେଷ୍ଟା କରିବେ । ସନ୍ତାନଙ୍କ ପାଇଁ କୌଣସି ମହତ୍ଵପୂର୍ଣ୍ଣ କାମ ହୋଇପାରେ । ନୂଆ ଜ୍ଞାନର ବୃଦ୍ଧି ହେତୁ ପ୍ରଚୁର ଧନଲାଭ ହେବ । ଯୋଗ ଓ ବ୍ୟାୟାମ ଦିନଚର୍ଯ୍ୟାକୁ ବ୍ୟବସ୍ଥିତ ରଖିବ । ନିଜର କାମକୁ ଅଧିକ ଗୁରୁତ୍ଵ ଦେବେ । ପ୍ରତିକାର- କଳାରଙ୍ଗର ରୁମାଲ ଟିଏ ପାଖରେ ରଖନ୍ତୁ ।

କୁମ୍ଭ:-

ସମସ୍ତଙ୍କ ପ୍ରତି ସକରାତ୍ମକ ଚିନ୍ତା ଆଗକୁ ବଢିବାରେ ସାହାଯ୍ୟ କରିବ । ଘର ପରିବାରରେ ବାତାବରଣ ଶାନ୍ତିପୂର୍ଣ୍ଣ ରହିବ । ପଡୋଶୀ ବା କୁଟୁମ୍ବଙ୍କ ସହ ମାନମନାନ୍ତର ଥିଲେ ମେଣ୍ଟିଯିବ । ରୋମାନ୍ସ ଓ ପ୍ରେମରେ ପ୍ରସନ୍ନତାର ଅନୁଭୂତି ଜାଗ୍ରତ ହେବ । ପଢିବା, ପଢେଇବା ମାମଲାରେ ଆଗକୁ ଗତି କରିବେ । କଳା, ସଙ୍ଗୀତ, ସାହିତ୍ୟ ପ୍ରତି ରୁଚି ବୃଦ୍ଧି ହେବ । ରାଜନୀତିରେ ଜନ କଲ୍ୟାଣ କାର୍ଯ୍ୟ ଇଛା ଅନୁସାରେ ସମ୍ପନ୍ନ କରିବେ । ପ୍ରତିକାର:- ଅସହାୟାଙ୍କୁ ସାହାଯ୍ୟ କରନ୍ତୁ ।

ମୀନ:-

ସମାଜ ସେବାରେ ସ୍ଵନାମ ଅର୍ଜନ କରି ପାରିବେ । ବ୍ୟବସାୟର ବୃଦ୍ଧି ଯୋଗେ ଆୟ ବୃଦ୍ଧି ଘଟିବା ସହ ଆଶାତୀତ ଲାଭବାନ ହେବେ । ଧୈର୍ଯ୍ୟ ଓ ବୁଦ୍ଧିବଳରେ ନିଜର କାର୍ଯ୍ୟ ହାସଲ କରିପାରିବେ । ଲୋକମାନେ ଆପଣଙ୍କ ବାଣୀ ଓ ଯୋଗ୍ୟତାରେ ପ୍ରଭାବିତ ହେବେ । ଛାତ୍ରଛାତ୍ରୀମାନେ ନିଜ ପରିଶ୍ରମରେ ସଫଳତା ପାଇବେ । ରାଜନୈତିକ କ୍ଷେତ୍ରରେ ଲୋକସମର୍ଥନ ବୃଦ୍ଧି ହେବା ଫଳରେ ଆର୍ଥିକ ବୃଦ୍ଧି ସହ ଯଶ ମାନସମ୍ମାନ ବଢିବ । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।

Jyotirbid Dr. Pramod Satapathy
Jantra Jyotisha, Cuttack

For personalized consultation and appointment,
you can connect on WhatApp @ 7008758366 or 9437006746
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 9937745975 or 943700674


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!