ଦୈନିକ ରାଶିଫଳ: 13 ଜୁନ 2022, ମହାଦେବଙ୍କ କୃପାରୁ ଏହି 3ଟି ରାଶିଙ୍କୁ ମିଳିବ କିଛି ବଡ ଖୁସି ଖବର

ଶେୟାର କରନ୍ତୁ ଅନ୍ୟମାନକ ସହିତ

୨୦୨୨ ମସିହା, ଜୁନମାସ ୧୩ତାରିଖ, ସୋମବାର, ବୃଷମାସ ୩୦ଦିନ, ଜ୍ୟେଷ୍ଠମାସ ଶୁକ୍ଳପକ୍ଷ, ଚତୁର୍ଦ୍ଦଶୀତିଥି, ଅନୁରାଧା ନକ୍ଷତ୍ର, ବିଛାରାଶିରେ ଚନ୍ଦ୍ର । ସିଦ୍ଧ ଯୋଗ । ଗର କରଣ ଦିବା ୧୦ଟା ୪୮ମିନିଟ୍ ପରେ ବାଣିଜ୍ୟ କରଣ । ମିଥୁନ ରାଶିର ଘାତବାର । ବିରି ଜାତୀୟ ଦ୍ରବ୍ୟ ନ ଖାଇଲେ ଭଲ, ରାତି ୯ଟା ୩ମିନିଟ୍ ପରେ ଆମିଷ, ତୈଳ ନ ଖାଇଲେ ଭଲ । ଯୋଗିନୀ- ପଶ୍ଚିମେ ରାତି ୯ଟା ୩ମିନିଟ୍ ପରେ ବାୟବ୍ୟେ ଯାତ୍ରା ନିଷେଧ । ଶ୍ରାଦ୍ଧତର୍ପଣ- ଚତୁର୍ଦ୍ଦଶୀର ଏକୋଦ୍ଧିଷ୍ଟ ଓ ପାର୍ବଣ ଶ୍ରାଦ୍ଧ ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ଅଶୁଭସମୟ- ପ୍ରାତଃ ୬ଟା ୫୦ମିନିଟ୍ ରୁ ୮ଟା ୨୮ମିନିଟ୍, ଦିବା ୩ଟା ୪ମିନିଟ୍ ରୁ ୪ଟା ୪୩ମିନିଟ୍, ରାତ୍ରି ୧୦ଟା ୨୫ମିନିଟ୍ ରୁ ୧୧ଟା ୪୬ମିନିଟ୍ । ଶୁଭସମୟ- ସକାଳ ୮ଟା ୪୩ମିନିଟ୍ ରୁ ୧୦ଟା ୨୬ମିନିଟ୍, ରାତ୍ର ୯ଟା ୧୬ମିନିଟ୍ ରୁ ୧୦ଟା ୨୪ମିନିଟ୍, ରାତ୍ର ୧୧ଟା ୪୭ମିନିଟ୍ ରୁ ୧୨ଟା ୭ମିନିଟ୍, ରାତ୍ର ୧ଟା ୩୫ମିନିଟ୍ ରୁ ରାତ୍ର ୩ଟା, ରାତ୍ର ୩ଟା ୪୫ମିନିଟ୍ ରୁ ୪ଟା ୨୭ମିନିଟ୍ । ପର୍ବଦିନ- ସଜବାଜ, ଶିବ ଚତୁର୍ଦ୍ଦଶୀ ଓ ବେଢା ପରିକ୍ରମା ।

ମେଷ:-ନୂତନପନ୍ଥା ଅନୁସରଣ କରିବେ । ଆମୋଦ, ପ୍ରମୋଦ, ମନୋରଞ୍ଜନ, ଦୀର୍ଘ ଯାତ୍ରା, ଛୋଟ ବଡ଼ ମିଟିଂରେ ଯୋଗ ଦେବେ । ନୂତନ ବସ୍ତୁ କ୍ରୟ କରି ପାରିବେ । କର୍ମକ୍ଷେତ୍ରରେ ଲୋକ ସମ୍ପର୍କ ବୃଦ୍ଧି ହେବ । ପ୍ରେମିକ ପ୍ରେମିକାମାନେ ଗୁପ୍ତ ପ୍ରେମରେ ସଫଳ ହେବେ । ଛାତ୍ର-ଛାତ୍ରୀମାନେ ଉଚ୍ଚ ଶିକ୍ଷାର ସୁଯୋଗ ପାଇବେ । ଦାମ୍ପତ୍ୟସୁଖ ବୃଦ୍ଧି ହେବ । ବ୍ୟବସାୟରେ ବାଧା, ଆୟ ତୁଳନାରେ ବ୍ୟୟ ଅଧିକ ହେବ । ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ ।

ବୃଷ:-ସାମାଜିକ ପ୍ରତିଷ୍ଠା, ମାନସମ୍ମାନ ବୃଦ୍ଧି ହେବ । ନିଜ ଚେଷ୍ଟାରେ ବାକିଥିବା ଅର୍ଥ ପାଇବେ । ସ୍ୱାସ୍ଥ୍ୟ ସମ୍ବନ୍ଧୀୟ ସମସ୍ୟାକୁ ନେଇ ମନସନ୍ତୁଷ୍ଟ ରହିବ । ପୂର୍ବ ଶତୃମାନେ ପଛଘୁଞ୍ଚା ଦେବା ଫଳରେ ବ୍ୟବସାୟରେ ଲାଭର ପରିମାଣ ଅଧିକ ହେବ । ବରିଷ୍ଠ ବ୍ୟକ୍ତି ଉଚ୍ଚାଧିକାରୀଙ୍କ ସହ ସମ୍ବନ୍ଧ ଦୃଢୀଭୁତ ହେବ । ଆର୍ଥିକ ଦିଗର ଅଭିବୃଦ୍ଧି କାରଣରୁ ଗଠନମୂଳକ ତଥା ସେବାସମ୍ବନ୍ଧିତ କ୍ଷେତ୍ରରେ ଉଚ୍ଚ ଭୂମିକା ଗ୍ରହଣ କରିବେ । ପ୍ରତିକାର- ଧଳା ରୁମାଲ ଟିଏ ପାଖରେ ରଖନ୍ତୁ ।

ମିଥୁନ:-ଶତ୍ରୁ ନାଶ ଯୋଗେ ନିରୁପଦ୍ରବ ଜୀବନଚର୍ଯ୍ୟାର ଅଧିକାରୀହେବେ । ସଚ୍ଚୋଟ ଓ ନ୍ୟାୟୀ ବ୍ୟକ୍ତିହିସାବରେ ସମ୍ମାନ ପାଇବେ । ପ୍ରତେକ କଥାକୁ ଟିକିନିଖି ପରୀକ୍ଷା ପରେ ହିସାବକୁ ନେବେ । ସ୍ଵାସ୍ଥ୍ୟରେ ଉନ୍ନତି ସହ ଅଧ୍ୟାତ୍ମିକ ତଥା ବୈଷୟିକ ରୁଚି ପୂର୍ତ୍ତି ହେବ । ପାରିବାରିକ କ୍ଷେତ୍ରରେ ସାଧାରଣ ଚଳଣି ଅତୁଟ ରହିବ । କୌଣସି ଶିକ୍ଷା ଅନୁଷ୍ଠାନରେ ଯୋଗ ଦେବାର ସୁବିଧା ସୁଯୋଗ ଆସିବ । ଅତୀତ କଥାକୁ ଚିନ୍ତା କରି ଭାବପ୍ରବଣତା ବୃଦ୍ଧି ହେବ । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।

କର୍କଟ:-ସ୍ୱାସ୍ଥ୍ୟସମସ୍ୟା ସୁଧୁରିଯିବ । ନୂତନ ଲୋକଙ୍କ ସହିତ ଭେଟ ହେବ । ଅଟକିଥିବା କାର୍ଯ୍ୟ ସମ୍ପନ୍ନ ହେବ । ଯେ କୌଣସି ପରୀକ୍ଷା ବା ସାକ୍ଷାତ୍କାରର ପରିଣାମ ଆପଣଙ୍କ ସପକ୍ଷରେ ରହିବ । କୋର୍ଟ କଚେରୀ ଓ ମାଲିମୋକଦ୍ଦମାରେ ବିଜୟୀ ହେବେ । ଫୋନ ବା ଇଣ୍ଟରନେଟ୍ ରେ ପୁରୁଣା ମିତ୍ରଙ୍କ ଠାରୁ ସୁସମ୍ବାଦ ପ୍ରାପ୍ତି ହେବ । ବ୍ୟବସାୟ କ୍ଷେତ୍ରରେ କୌଣସି ଖୁସି ପ୍ରସଙ୍ଗ ଆସିବା ଫଳରେ ମନ ପ୍ରଫୁଲ୍ଲିତ ରହିବ । ପ୍ରତିକାର:- ଅଶ୍ୱସ୍ଥ ବୃକ୍ଷମୂଳରେ ଗୁଡ଼ ଥୋଇ ପ୍ରଣାମ କରନ୍ତୁ ।

ସିଂହ:-ସନ୍ତାନମାନେ ପରିଶ୍ରମ ଓ କଷ୍ଟକରି ଶାନ୍ତି ବଜାୟ ରଖିବେ । ବନ୍ଧୁଙ୍କ ଚେଷ୍ଟାରେ ବହୁତ ଦିନରୁ ଚିନ୍ତା କରୁଥିବା କାମ ଅଳ୍ପ ପ୍ରୟାସରେ ପୂର୍ଣ୍ଣ ହୋଇଯିବ । ରାଜନୀତିରେ ନିଜର କର୍ତ୍ତବ୍ୟ ପ୍ରତି ଧ୍ୟାନ ରଖିବା ଅତ୍ୟନ୍ତ ଆବଶ୍ୟକ ଅଟେ । ଦେଇଥିବା କଥା କାର୍ଯ୍ୟରେ ପୂରଣ କରିବେ । ବିଦ୍ୟାର୍ଥିମାନଙ୍କର ମନୋଅନୁକୂଳ ଫଳ ପ୍ରାପ୍ତି ହେବ । କୋର୍ଟ, କଚେରୀ ମାଲି ମକଦ୍ଦମା, ବାଦବିବାଦର ସମାଧାନ କରି ପାରିବେ । ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ ।

କନ୍ୟା:-ଚାକିରୀରେ ପ୍ରମୋଶନ ମିଳିବାର ଯୋଜନା ପ୍ରସ୍ତୁତହେବ । ଆଧ୍ୟାତ୍ମିକ ବା ଧାର୍ମିକ କ୍ଷେତ୍ରରେ ବ୍ୟସ୍ତ ରହିବେ । ନୂତନ ବ୍ୟବସାୟର ସୁଯୋଗ ପାଇବେ । ପାରିବାରିକ କ୍ଷେତ୍ରରେ ସୁସମ୍ପର୍କ ବଜାୟ ରହିବ । ଚିନ୍ତା କରୁଥିବା କାର୍ଯ୍ୟ ପୂରଣ ହେବା ଫଳରେ ଆନନ୍ଦିତ ହେବେ । ଭାଇ ବନ୍ଧୁ ମାନଙ୍କ ଠାରୁ ଲାଭ ମିଳିବ । ମିତ୍ରଙ୍କ ସାହାଯ୍ୟ ଦ୍ଵାରା କର୍ମ ହେବ ଓ ମନ ଲଗାଇ କାର୍ଯ୍ୟ ମଧ୍ୟ କରିବେ । ବିଗିଡି ଯାଇଥିବା କାର୍ଯ୍ୟ ବା ଅଟକିଥିବା କାର୍ଯ୍ୟ ସମ୍ପନ୍ନ ହେବ । ପ୍ରତିକାର- ପ୍ରତ୍ୟେକଦିନ ଅଷ୍ଟଗନ୍ଧ ତିଳକଚନ୍ଦନ ଧାରଣ କରନ୍ତୁ ।

ତୁଳା:-ସ୍ଥଗିତ ଥିବା କର୍ମ ସହଜ ସରଳରେ ପୂର୍ଣ୍ଣ ହେବ । ବିତିଯାଇଥିବା ମାମଲାରେ ମଧ୍ୟ ସଫଳତା ମିଳିବ । ସମ୍ପର୍କୀୟ ବନ୍ଧୁ ସାହାଯ୍ୟ ସହଯୋଗ କରିବେ । ଗୃହରେ କଲ୍ୟାଣକର କର୍ମ ସମ୍ପାଦନ କରି ପ୍ରଶଂସିତ ହେବେ । ପରିବାରରେ ମନୋମାଳିନ୍ୟ ଓ ଆର୍ଥିକ ସଙ୍କଟ ଦୂରେଇଯିବା ଫଳରେ ପାରିବାରିକ ଜୀବନ ଆନନ୍ଦମୟ ହେବ । ସହକର୍ମୀ ଓ ଅଧସ୍ତନ କର୍ମଚାରୀଙ୍କ ସହ ସମ୍ପର୍କ ଭଲ ରହିବ । ପରୀକ୍ଷା ଓ ପ୍ରତିଦ୍ଵନ୍ଦିତାରେ ବିଜୟୀ ହେବେ । ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ ।

ବିଚ୍ଛା:-ଶତୃ ମାନଙ୍କ ମୁଣ୍ଡ ତଳକୁ ହେବ । ନିକଟସ୍ଥ ବ୍ୟକ୍ତି ସାହାଯ୍ୟ କରିବା ଦ୍ଵାରା ବ୍ୟବସାୟରେ ସଫଳତା ମିଳିବ ଓ ବ୍ୟବସାୟ ବଢାଇବାରେ ସମର୍ଥ ହେବେ । ଆରମ୍ଭ କରିଥିବା କାର୍ଯ୍ୟ ଶେଷ କରି ପାରିବେ । ପ୍ରେମ କ୍ଷେତ୍ରରେ ବନ୍ଧୁ ମିତ୍ରମାନଙ୍କର ସହଯୋଗରେ ନୂତନ ସ୍ଥାନକୁ ବୁଲିଯିବାର ସୁଯୋଗ ମିଳିବ । ଆମୋଦ, ପ୍ରମୋଦ, କ୍ରିଡା, ମନୋରଞ୍ଜନ, ନୃତ୍ୟ ଗୀତ, କଳା ସଙ୍ଗୀତ, ଭୋଜିଭାତ, ମଉଜ ମଜିଲିସ୍ ରେ ଆନନ୍ଦିତ ହେବେ । ପ୍ରତିକାର- ନାଲି ରୁମାଲ ଟିଏ ପାଖରେ ରଖନ୍ତୁ ।

ଧନୁ:-ରାଜନୀତି କ୍ଷେତ୍ରରେ ଜନ ସେବାରେ ପ୍ରଶଂସା ମିଳିବ । ଧାର୍ମିକ କାର୍ଯ୍ୟପ୍ରତି ଆଗ୍ରହୀ ହେବେ । କଳା, ସାହିତ୍ୟ, ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ ଆଦୃତ ହେବେ । ଶତୃ ଓ ବିରୋଧୀମାନେ ସତଚେଷ୍ଟା କଲେ ମଧ୍ୟ କୌଣସି କ୍ଷତି କରିପାରିବେ ନାହିଁ । ସାର୍ବଜନୀନ ସମ୍ପର୍କରେ ବିକଶିତ ହେବ । ଦାମ୍ପତ୍ୟ ସୁଖରେ ମଧୁରତା ଆସିବ । ବାଦବିବାଦ, ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତ୍କାରରେ ଉଚ୍ଚ ପ୍ରଶଂସିତ ହେବେ । ପ୍ରତିକାର:- ଅଶ୍ୱସ୍ଥ ବୃକ୍ଷମୂଳରେ ଗୁଡ଼ ଥୋଇ ପ୍ରଣାମ କରନ୍ତୁ ।

ମକର:-ଶତୃନାଶ, ଧନପ୍ରାପ୍ତି, ମିତ୍ରଲାଭ ଓ ଉଚ୍ଚ ସମ୍ମାନ ପାଇବେ । କଠିନ ପରିଶ୍ରମ କରିବା ଦ୍ଵାରା ଯଶମାନ ସମ୍ମାନ ମିଳିବ । ଅଟକିଥିବା କାର୍ଯ୍ୟ ସଫଳତା ପୂର୍ବକ ସମ୍ପନ୍ନ ହେବ । ଯଥା ସମ୍ଭବ ପ୍ରକୃତିସ୍ଥ ରହି ଅଳ୍ପ ପରିଶ୍ରମରେ ଅଧିକ ଲାଭର ଉପଭୋକ୍ତା ହେବେ । ବ୍ୟବସାୟ କ୍ଷେତ୍ରରେ ପରିବର୍ତ୍ତନ ଆଣିବାର ଯୋଜନା ପ୍ରସ୍ତୁତ କରିବେ । ଗଛିତ ଅର୍ଥ ବୃଦ୍ଧି କରିବା ପାଇଁ ଚେଷ୍ଟିତ ହେବେ । ପାରିବାରିକ ସମସ୍ୟା ବୁଝାମଣା ମଧ୍ୟରେ ସମାଧାନ ହେବ । ପ୍ରତିକାର- ନିମ୍ବକାଠରେ ଚନ୍ଦନ ଘୋରି ଧାରଣ କରନ୍ତୁ ।

କୁମ୍ଭ:-କର୍ମକ୍ଷେତ୍ରରେ ଆତ୍ମନିର୍ଭର ଶୀଳ ହେବେ । ଆଇନ ଅଦାଲତ ତଥା ଲେଖାପଢାରୁ ଶୁଭଫଳ ମିଳିବ । ରାଜନୈତିକ କ୍ଷେତ୍ରରେ ସଦସ୍ୟଙ୍କ ସହିତ ସୌହାର୍ଦ୍ଦ୍ୟ ପୂର୍ଣ୍ଣ ସଂପର୍କ ରହିବ । ପରୀକ୍ଷା ପ୍ରତିଯୋଗିତାରେ ଜୟଯୁକ୍ତ ହେବେ । ମାଲିମୋକଦ୍ଦମା, ଖେଳ, ନୃତ୍ୟ ଗୀତ ପ୍ରତିଯୋଗିତାରେ ସଫଳ ହେବ । ବ୍ୟକ୍ତିତ୍ଵ ଓ ପ୍ରତିଭା ବଳରେ ଲୋକପ୍ରିୟତା ଅର୍ଜ୍ଜନ, ଧନସମ୍ପଦରେ ଅଭିବୃଦ୍ଧି ତଥା ବୈଷୟିକ ପ୍ରାଚୁର୍ଜ୍ୟପ୍ରାପ୍ତି ହେବ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

ମୀନ:-ସ୍ଵାସ୍ଥ୍ୟରେ ଉନ୍ନତି ପରିଲିଖିତ ହେବ । ଜୀବନସାଥିଙ୍କ ସ୍ୱାସ୍ଥ୍ୟ ଉତ୍ତମ ରହିବ । ରାଜନୀତି କ୍ଷେତ୍ରରେ ଲୋକଙ୍କ ସମ୍ପର୍କରେ ରହିବେ । ଘର-ପରିବାରକୁ ପ୍ରାଥମିକତା ଦେବେ । ପାଖ ପଡୋଶୀଙ୍କ ସହିତ ସମ୍ପର୍କ ବୃଦ୍ଧି ହେବ । ବହୁତ ଦିନରୁ ଲାଗିଥିବା ଚିନ୍ତା ଓ ବିବାଦରୁ ମୁକ୍ତି ମିଳିବ । ଧନ ଲାଭହେବା ସହିତ କର୍ତ୍ତବ୍ୟ ଦାଇତ୍ଵ ବଢିଯିବ । ବ୍ୟବସାୟ ସୂତ୍ରରୁ ବହୁତ ଲାଭ ଉଠାଇ ପାରିବେ । ପରିବାରର ସଦସ୍ୟଙ୍କ ସ୍ନେହ ଶ୍ରଦ୍ଧା ବୃଦ୍ଧି ହେବ । ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!